< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 20 >

1 ଏଥିଉତ୍ତାରେ ସପ୍ତମ ବର୍ଷର ପଞ୍ଚମ ମାସରେ, ମାସର ଦଶମ ଦିନରେ, ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗଙ୍କ ମଧ୍ୟରୁ କେତେକ ଜଣ ସଦାପ୍ରଭୁଙ୍କ ନିକଟରେ ପଚାରିବା ପାଇଁ ଆସି ମୋʼ ସମ୍ମୁଖରେ ବସିଲେ।
第七年五月初十日,有以色列的几个长老来求问耶和华,坐在我面前。
2 ସେତେବେଳେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
耶和华的话临到我说:
3 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶୀୟ ପ୍ରାଚୀନବର୍ଗଙ୍କ ସଙ୍ଗେ କଥା କହି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ କି ଆମ୍ଭ ନିକଟରେ ପଚାରିବାକୁ ଆସିଅଛ? ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା ନାହିଁ।
“人子啊,你要告诉以色列的长老说,主耶和华如此说:你们来是求问我吗?主耶和华说:我指着我的永生起誓,我必不被你们求问。
4 ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ସେମାନଙ୍କର ବିଚାର କରିବ? ତୁମ୍ଭେ କି ସେମାନଙ୍କର ବିଚାର କରିବ? ସେମାନଙ୍କ ପୂର୍ବପୁରୁଷଗଣର ଘୃଣାଯୋଗ୍ୟ କ୍ରିୟାସକଳ ସେମାନଙ୍କୁ ଜ୍ଞାତ କରାଅ,
人子啊,你要审问审问他们吗?你当使他们知道他们列祖那些可憎的事,
5 ଆଉ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେଉଁ ଦିନ ଇସ୍ରାଏଲକୁ ମନୋନୀତ କଲୁ ଓ ଯାକୁବର କୁଳଜାତ ବଂଶ ସପକ୍ଷରେ ଆପଣା ହସ୍ତ ଉଠାଇଲୁ ଓ ମିସର ଦେଶରେ ସେମାନଙ୍କ ନିକଟରେ ଆପଣାର ପରିଚୟ ଦେଲୁ, ସେମାନଙ୍କ ସପକ୍ଷରେ ଆପଣା ହସ୍ତ ଉଠାଇ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ବୋଲି କହିଲୁ;
对他们说,主耶和华如此说:当日我拣选以色列,向雅各家的后裔起誓,在埃及地将自己向他们显现,说:我是耶和华—你们的 神。
6 ସେହି ଦିନ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା ପାଇଁ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯେଉଁ ଦେଶ ଅନୁସନ୍ଧାନ କରିଥିଲୁ, ସର୍ବ ଦେଶର ଗୌରବ ସ୍ୱରୂପ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ସେମାନଙ୍କୁ ନେଇଯିବା ପାଇଁ ଆମ୍ଭେ ସେମାନଙ୍କ ସପକ୍ଷରେ ଆପଣା ହସ୍ତ ଉଠାଇଲୁ;
那日我向他们起誓,必领他们出埃及地,到我为他们察看的流奶与蜜之地;那地在万国中是有荣耀的。
7 ଆଉ, ଆମ୍ଭେ ସେମାନଙ୍କୁ କହିଲୁ, ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କର ଓ ମିସରୀୟ ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
我对他们说,你们各人要抛弃眼所喜爱那可憎之物,不可因埃及的偶像玷污自己。我是耶和华—你们的 神。
8 ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚାରୀ ହେଲେ ଓ ଆମ୍ଭର କଥା ଶୁଣିବାକୁ ଅସମ୍ମତ ହେଲେ; ସେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କଲେ ନାହିଁ, କିଅବା ମିସରୀୟ ପ୍ରତିମାଗଣକୁ ଛାଡ଼ିଲେ ନାହିଁ; ତହିଁରେ ଆମ୍ଭେ ମିସର ଦେଶ ମଧ୍ୟରେ ସେମାନଙ୍କ ପ୍ରତିକୂଳରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
他们却悖逆我,不肯听从我,不抛弃他们眼所喜爱那可憎之物,不离弃埃及的偶像。 “我就说,我要将我的忿怒倾在他们身上,在埃及地向他们成就我怒中所定的。
9 ତଥାପି ସେମାନେ ଯେଉଁମାନଙ୍କ ମଧ୍ୟରେ ଥିଲେ, ଯେଉଁମାନଙ୍କ ସାକ୍ଷାତରେ ଆମ୍ଭେ ସେମାନଙ୍କୁ, ମିସର ଦେଶରୁ ବାହାର କରି ଆଣିବା ଦ୍ୱାରା ଆପଣାର ପରିଚୟ ଦେଇଥିଲୁ, ସେହି ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।
我却为我名的缘故没有这样行,免得我名在他们所住的列国人眼前被亵渎;我领他们出埃及地,在这列国人的眼前将自己向他们显现。
10 ଏହିରୂପେ ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରାଇ ପ୍ରାନ୍ତରକୁ ଆଣିଲୁ।
这样,我就使他们出埃及地,领他们到旷野,
11 ପୁଣି, ଆମ୍ଭେ ସେମାନଙ୍କୁ ଆପଣାର ବିଧି ଦେଲୁ ଓ ଆପଣା ଶାସନସକଳ ଜ୍ଞାତ କରାଇଲୁ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ!
将我的律例赐给他们,将我的典章指示他们;人若遵行就必因此活着。
12 ଆହୁରି ମଧ୍ୟ ଆମ୍ଭେ ଯେ ସେମାନଙ୍କର ପବିତ୍ରକାରୀ ସଦାପ୍ରଭୁ ଅଟୁ, ଏହା ଯେପରି ସେମାନେ ଜାଣିବେ, ଏଥିପାଇଁ ଆମ୍ଭର ଓ ସେମାନଙ୍କ ମଧ୍ୟରେ ଚିହ୍ନସ୍ୱରୂପ ହେବା ନିମନ୍ତେ ଆମ୍ଭେ ଆପଣାର ବିଶ୍ରାମ ଦିନସକଳ ସେମାନଙ୍କୁ ଦେଲୁ।
又将我的安息日赐给他们,好在我与他们中间为证据,使他们知道我—耶和华是叫他们成为圣的。
13 ମାତ୍ର ଇସ୍ରାଏଲ ବଂଶ ପ୍ରାନ୍ତରରେ ଆମ୍ଭର ବିଦ୍ରୋହାଚାରୀ ହେଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ; ପୁଣି, ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅତ୍ୟନ୍ତ ଅପବିତ୍ର କଲେ; ସେତେବେଳେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସଂହାର କରିବା ନିମନ୍ତେ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
以色列家却在旷野悖逆我,不顺从我的律例,厌弃我的典章(人若遵行就必因此活着),大大干犯我的安息日。 “我就说,要在旷野将我的忿怒倾在他们身上,灭绝他们。
14 ତଥାପି ଯେଉଁ ଗୋଷ୍ଠୀଗଣ ସାକ୍ଷାତରେ ଆମ୍ଭେ ସେମାନଙ୍କୁ ବାହାର କରି ଆଣିଲୁ, ସେମାନଙ୍କ ଦୃଷ୍ଟିରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।
我却为我名的缘故,没有这样行,免得我的名在我领他们出埃及的列国人眼前被亵渎。
15 ଆହୁରି ମଧ୍ୟ ସର୍ବ ଦେଶର ଗୌରବ ସ୍ୱରୂପ ଯେଉଁ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଆମ୍ଭେ ସେମାନଙ୍କୁ ଦେଇଥିଲୁ, ସେହି ଦେଶକୁ ସେମାନଙ୍କୁ ନ ଆଣିବା ପାଇଁ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ଉଠାଇଲୁ;
并且我在旷野向他们起誓,必不领他们进入我所赐给他们流奶与蜜之地(那地在万国中是有荣耀的);
16 କାରଣ ସେମାନଙ୍କ ଅନ୍ତଃକରଣ ସେମାନଙ୍କ ପ୍ରତିମାଗଣର ଅନୁଗାମୀ ହେବାରୁ ସେମାନେ ଆମ୍ଭର ଶାସନସକଳ ଅଗ୍ରାହ୍ୟ କଲେ ଓ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ, ଆଉ ଆମ୍ଭ ବିଶ୍ରାମ ଦିନସକଳ ଅପବିତ୍ର କଲେ।
因为他们厌弃我的典章,不顺从我的律例,干犯我的安息日,他们的心随从自己的偶像。
17 ତଥାପି ସେମାନଙ୍କୁ ବିନାଶ କରିବା ପାଇଁ ଆମ୍ଭର ଲଜ୍ଜ୍ୟା ହେଲା, ଏଣୁ ଆମ୍ଭେ ପ୍ରାନ୍ତରରେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ସଂହାର କଲୁ ନାହିଁ।
虽然如此,我眼仍顾惜他们,不毁灭他们,不在旷野将他们灭绝净尽。
18 ପୁଣି, ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ସନ୍ତାନଗଣକୁ କହିଲୁ, ତୁମ୍ଭେମାନେ ଆପଣାମାନଙ୍କର ପିତୃଗଣର ବିଧି ଅନୁସାରେ ଚାଲ ନାହିଁ କିଅବା ସେମାନଙ୍କର ଶାସନସକଳ ମାନ ନାହିଁ, ଅଥବା ସେମାନଙ୍କ ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ;
“我在旷野对他们的儿女说:不要遵行你们父亲的律例,不要谨守他们的恶规,也不要因他们的偶像玷污自己。
19 ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ; ଆମ୍ଭର ବିଧିରୂପ ପଥରେ ଚାଲ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କର;
我是耶和华—你们的 神,你们要顺从我的律例,谨守遵行我的典章,
20 ପୁଣି, ଆମ୍ଭର ବିଶ୍ରାମ ଦିନସକଳ ପବିତ୍ର କର; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତାହାସବୁ ଆମ୍ଭ ଓ ତୁମ୍ଭମାନଙ୍କ ମଧ୍ୟରେ ଏକ ଚିହ୍ନସ୍ୱରୂପ ହେବ।
且以我的安息日为圣。这日在我与你们中间为证据,使你们知道我是耶和华—你们的 神。
21 ମାତ୍ର ସେହି ସନ୍ତାନଗଣ ଆମ୍ଭର ବିଦ୍ରୋହାଚରଣ କଲେ; ସେମାନେ ଆମ୍ଭର ବିଧିରୂପ ପଥରେ ଚାଲିଲେ ନାହିଁ ଓ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କଲେ ନାହିଁ, ମନୁଷ୍ୟ ତାହା ପାଳନ କଲେ, ତହିଁରେ ସେ ବଞ୍ଚିବ; ସେମାନେ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ; ତହିଁରେ ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ବିରୁଦ୍ଧରେ ଆପଣା କ୍ରୋଧ ସାଧିବା ପାଇଁ ସେମାନଙ୍କ ଉପରେ ଆପଣା କୋପ ଢାଳିବା ବୋଲି କହିଲୁ।
只是他们的儿女悖逆我,不顺从我的律例,也不谨守遵行我的典章(人若遵行就必因此活着),干犯我的安息日。 “我就说,要将我的忿怒倾在他们身上,在旷野向他们成就我怒中所定的。
22 ତଥାପି ଯେଉଁମାନଙ୍କ ସାକ୍ଷାତରେ ଆମ୍ଭେ ସେମାନଙ୍କୁ ବାହାର କରି ଆଣିଲୁ, ସେହି ଗୋଷ୍ଠୀୟମାନଙ୍କ ନିକଟରେ ଆମ୍ଭର ନାମ ଯେପରି ଅପବିତ୍ର ନ ହୁଏ, ଏଥିପାଇଁ ଆମ୍ଭେ ଆପଣା ହସ୍ତ ସମ୍ବରଣ କଲୁ ଓ ଆପଣା ନାମ ନିମନ୍ତେ କାର୍ଯ୍ୟ କଲୁ।
虽然如此,我却为我名的缘故缩手没有这样行,免得我的名在我领他们出埃及的列国人眼前被亵渎。
23 ମାତ୍ର ଆମ୍ଭେ ନାନା ଗୋଷ୍ଠୀୟ ମଧ୍ୟରେ ସେମାନଙ୍କୁ ଛିନ୍ନଭିନ୍ନ ଓ ନାନା ଦେଶରେ ସେମାନଙ୍କୁ ନିକ୍ଷେପ କରିବୁ ବୋଲି ସେମାନଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଇଲୁ;
并且我在旷野向他们起誓,必将他们分散在列国,四散在列邦;
24 କାରଣ ସେମାନେ ଆମ୍ଭର ଶାସନସକଳ ପାଳନ କଲେ ନାହିଁ, ମାତ୍ର ଆମ୍ଭର ବିଧିସକଳ ଅଗ୍ରାହ୍ୟ କଲେ ଓ ଆମ୍ଭର ବିଶ୍ରାମ ଦିନସକଳ ଅପବିତ୍ର କଲେ, ପୁଣି, ସେମାନଙ୍କ ପିତୃବର୍ଗର ପ୍ରତିମାଗଣ ପ୍ରତି ସେମାନଙ୍କର ଦୃଷ୍ଟି ରହିଲା।
因为他们不遵行我的典章,竟厌弃我的律例,干犯我的安息日,眼目仰望他们父亲的偶像。
25 ଆହୁରି ମଧ୍ୟ ଯାହା ସେମାନଙ୍କର ମଙ୍ଗଳଜନକ ନୁହେଁ, ଏପରି ବିଧି ଓ ଯହିଁରେ ସେମାନେ ବଞ୍ଚିବେ ନାହିଁ, ଏପରି ଶାସନସବୁ ଆମ୍ଭେ ସେମାନଙ୍କୁ ଦେଲୁ;
我也任他们遵行不美的律例,谨守不能使人活着的恶规。
26 ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଯେପରି ସେମାନେ ଜାଣିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ବିନାଶ କରିବା ନିମନ୍ତେ, ସେମାନେ ଗର୍ଭାଶୟ ମୁକ୍ତକାରୀ ସମସ୍ତ ସନ୍ତାନକୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ଦ୍ୱାରା ଯେଉଁ ଉପହାର ପ୍ରଦାନ କଲେ, ତହିଁରେ ଆମ୍ଭେ ସେମାନଙ୍କୁ ଅଶୁଚି କରାଇଲୁ।
因他们将一切头生的经火,我就任凭他们在这供献的事上玷污自己,好叫他们凄凉,使他们知道我是耶和华。
27 ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ସଙ୍ଗେ କଥା କହି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନଙ୍କର ପିତୃପୁରୁଷମାନେ ଏଥିରେ ମଧ୍ୟ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଆମ୍ଭର ନିନ୍ଦା କରିଅଛନ୍ତି।
“人子啊,你要告诉以色列家说,主耶和华如此说:你们的列祖在得罪我的事上亵渎我;
28 କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେହି ସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୁଗନ୍ଧିଯୁକ୍ତ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ।
因为我领他们到了我起誓应许赐给他们的地,他们看见各高山、各茂密树,就在那里献祭,奉上惹我发怒的供物,也在那里焚烧馨香的祭牲,并浇上奠祭。
29 ତହିଁରେ ଆମ୍ଭେ ସେମାନଙ୍କୁ କହିଲୁ, ତୁମ୍ଭେମାନେ ଯେଉଁ ଉଚ୍ଚସ୍ଥଳୀକି ଯାଅ, ତାହାର ଅଭିପ୍ରାୟ ଏହି କି? ଏଣୁ ଆଜି ପର୍ଯ୍ୟନ୍ତ ତହିଁର ନାମ ବାମା (ଉଚ୍ଚସ୍ଥଳୀ) ରହିଅଛି।
我就对他们说:你们所上的那高处叫什么呢?(那高处的名字叫巴麻直到今日。)
30 ଏଣୁକରି ତୁମ୍ଭେ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ କି ଆପଣାମାନଙ୍କର ପୂର୍ବପୁରୁଷଗଣର ରୀତି ଅନୁସାରେ ଆପଣାମାନଙ୍କୁ ଅଶୁଚି କରୁଅଛ? ଓ ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ ବ୍ୟଭିଚାରୀ ହେଉଅଛ?
所以你要对以色列家说,主耶和华如此说:你们仍照你们列祖所行的玷污自己吗?仍照他们可憎的事行邪淫吗?
31 ଆଉ, ଯେତେବେଳେ ତୁମ୍ଭେମାନେ ଆପଣା ଆପଣା ଉପହାର ଦାନ କରୁଅଛ, ଆପଣା ଆପଣା ସନ୍ତାନଗଣକୁ ଅଗ୍ନି ମଧ୍ୟଦେଇ ଗମନ କରାଉଅଛ, ସେତେବେଳେ ତୁମ୍ଭେମାନେ କି ଆଜି ପର୍ଯ୍ୟନ୍ତ ଆପଣା ଆପଣା ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରୁ ନାହଁ? ତେବେ ହେ ଇସ୍ରାଏଲ ବଂଶ, ଆମ୍ଭେ କି ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା? ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବା ପାଇଁ ଦେବା ନାହିଁ;
你们奉上供物使你们儿子经火的时候,仍将一切偶像玷污自己,直到今日吗?以色列家啊,我岂被你们求问吗?主耶和华说:我指着我的永生起誓,我必不被你们求问。
32 ପୁଣି, ‘ଆମ୍ଭେମାନେ କାଷ୍ଠ ଓ ପ୍ରସ୍ତରର ସେବା କରି ଅନ୍ୟଦେଶୀୟମାନଙ୍କର ଓ ନାନା ଦେଶ ନିବାସୀ ଗୋଷ୍ଠୀମାନଙ୍କ ତୁଲ୍ୟ ହେବା ବୋଲି ଏହି ଯେଉଁ କଥା ତୁମ୍ଭମାନଙ୍କ ମନରେ ଉଠୁଅଛି ଓ ଯାହା ତୁମ୍ଭେମାନେ କହୁଅଛ,’ ତାହା କେବେ ଘଟିବ ନାହିଁ।
“你们说:我们要像外邦人和列国的宗族一样,去事奉木头与石头。你们所起的这心意万不能成就。”
33 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ନିଶ୍ଚୟ ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ କୋପବର୍ଷଣ ଦ୍ୱାରା ଆମ୍ଭେ ତୁମ୍ଭମାନଙ୍କ ଉପରେ ରାଜା ହେବା;
主耶和华说:“我指着我的永生起誓,我总要作王,用大能的手和伸出来的膀臂,并倾出来的忿怒,治理你们。
34 ପୁଣି, ଆମ୍ଭେ ବଳବାନ ହସ୍ତ, ବିସ୍ତୀର୍ଣ୍ଣ ବାହୁ ଓ କୋପବର୍ଷଣ ଦ୍ୱାରା ତୁମ୍ଭମାନଙ୍କୁ ଗୋଷ୍ଠୀଗଣ ମଧ୍ୟରୁ ବାହାର କରି ଆଣିବା ଓ ତୁମ୍ଭେମାନେ ଯେଉଁ ଯେଉଁ ଦେଶରେ ଛିନ୍ନଭିନ୍ନ ହୋଇଅଛ, ସେହି ସବୁ ସ୍ଥାନରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା;
我必用大能的手和伸出来的膀臂,并倾出来的忿怒,将你们从万民中领出来,从分散的列国内聚集你们。
35 ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗୋଷ୍ଠୀସମୂହର ପ୍ରାନ୍ତରକୁ ଆଣି ସମ୍ମୁଖାସମ୍ମୁଖୀ ହୋଇ ତୁମ୍ଭମାନଙ୍କ ସହିତ ବିଚାର କରିବା।
我必带你们到外邦人的旷野,在那里当面刑罚你们。
36 ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ମିସର ଦେଶର ପ୍ରାନ୍ତରରେ ଯେପରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ସହିତ ବିଚାର କରିଥିଲୁ, ସେହିପରି ତୁମ୍ଭମାନଙ୍କ ସହିତ ବିଚାର କରିବା।
我怎样在埃及地的旷野刑罚你们的列祖,也必照样刑罚你们。这是主耶和华说的。
37 ଆଉ, ଆମ୍ଭେ ତୁମ୍ଭମାନଙ୍କୁ ପାଞ୍ଚଣ ତଳେ ଗମନ କରାଇବା ଓ ଆମ୍ଭେ ତୁମ୍ଭମାନଙ୍କୁ ନିୟମରୂପ ବନ୍ଧନରେ ଆବଦ୍ଧ କରିବା;
我必使你们从杖下经过,使你们被约拘束。
38 ପୁଣି, ଆମ୍ଭେ ବିଦ୍ରୋହୀମାନଙ୍କୁ ଓ ଆମ୍ଭ ବିରୁଦ୍ଧରେ ଅପରାଧକାରୀମାନଙ୍କୁ ତୁମ୍ଭମାନଙ୍କ ମଧ୍ୟରୁ ଝାଡ଼ି ଦୂର କରିଦେବା; ସେମାନେ ଯେଉଁ ଦେଶରେ ପ୍ରବାସ କରୁଅଛନ୍ତି, ସେ ଦେଶରୁ ଆମ୍ଭେ ସେମାନଙ୍କୁ ବାହାର କରି ଆଣିବା, ମାତ୍ର ସେମାନେ ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
我必从你们中间除净叛逆和得罪我的人,将他们从所寄居的地方领出来,他们却不得入以色列地。你们就知道我是耶和华。
39 ହେ ଇସ୍ରାଏଲ ବଂଶ, ପ୍ରଭୁ, ସଦାପ୍ରଭୁ ତୁମ୍ଭମାନଙ୍କ ବିଷୟରେ ଏହି କଥା କହନ୍ତି; ତୁମ୍ଭେମାନେ ଯଦି ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ତୁମ୍ଭେମାନେ ପ୍ରତ୍ୟେକେ ଯାଇ ଏବେ ଓ ଏଥିଉତ୍ତାରେ ମଧ୍ୟ ଆପଣା ଆପଣା ପ୍ରତିମାଗଣର ସେବା କର; ମାତ୍ର ତୁମ୍ଭେମାନେ ଆପଣାମାନଙ୍କର ଉପହାର ଓ ପ୍ରତିମାଗଣ ଦ୍ୱାରା ଆମ୍ଭର ପବିତ୍ର ନାମ ଆଉ ଅପବିତ୍ର କରିବ ନାହିଁ।
“以色列家啊,至于你们,主耶和华如此说:从此以后若不听从我,就任凭你们去事奉偶像,只是不可再因你们的供物和偶像亵渎我的圣名。
40 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭର ପବିତ୍ର ପର୍ବତରେ, ଇସ୍ରାଏଲର ଉଚ୍ଚତମ ପର୍ବତରେ, ସମୁଦାୟ ଇସ୍ରାଏଲ ବଂଶ, ସେମାନଙ୍କର ସମସ୍ତେ ହିଁ ସେଠାରେ ଦେଶ ମଧ୍ୟରେ ଆମ୍ଭର ସେବା କରିବେ; ସେହି ସ୍ଥାନରେ ଆମ୍ଭେ ସେମାନଙ୍କୁ ଗ୍ରାହ୍ୟ କରିବା ଓ ସେହି ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କର ଯାବତୀୟ ପବିତ୍ର ବସ୍ତୁ ସହିତ ତୁମ୍ଭମାନଙ୍କ ଉପହାର ଓ ପ୍ରଥମଜାତ ଫଳର ନୈବେଦ୍ୟ ଚାହିଁବା।
“主耶和华说:在我的圣山,就是以色列高处的山,所有以色列的全家都要事奉我。我要在那里悦纳你们,向你们要供物和初熟的土产,并一切的圣物。
41 ଯେଉଁ ସମୟରେ ଆମ୍ଭେ ଗୋଷ୍ଠୀଗଣ ମଧ୍ୟରୁ ତୁମ୍ଭମାନଙ୍କୁ ବାହାର କରି ଆଣିବା ଓ ଯେଉଁ ଯେଉଁ ଦେଶରେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ରହିଅଛ, ସେହି ସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ସେହି ସମୟରେ ଆମ୍ଭେ ତୁମ୍ଭମାନଙ୍କୁ ସୁଗନ୍ଧିଯୁକ୍ତ ଆଘ୍ରାଣାର୍ଥକ ଦ୍ରବ୍ୟ ତୁଲ୍ୟ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କଠାରେ ଗୋଷ୍ଠୀଗଣର ସାକ୍ଷାତରେ ପବିତ୍ରୀକୃତ ହେବା।
我从万民中领你们出来,从分散的列国内聚集你们,那时我必悦纳你们好像馨香之祭,要在外邦人眼前在你们身上显为圣。
42 ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଲୁ, ଇସ୍ରାଏଲର ସେହି ଦେଶକୁ ଆମ୍ଭେ ଯେତେବେଳେ ତୁମ୍ଭମାନଙ୍କୁ ଆଣିବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
我领你们进入以色列地,就是我起誓应许赐给你们列祖之地,那时你们就知道我是耶和华。
43 ଆଉ, ଯହିଁରେ ତୁମ୍ଭେମାନେ ଆପଣାମାନଙ୍କୁ ଅଶୁଚି କରିଅଛ, ଆପଣାମାନଙ୍କର ସେହି ଆଚାର ବ୍ୟବହାର ଓ କ୍ରିୟାସକଳ ତୁମ୍ଭେମାନେ ସେଠାରେ ସ୍ମରଣ କରିବ ଓ ଆପଣାମାନଙ୍କର କୃତ ସମସ୍ତ କୁକ୍ରିୟା ସକାଶୁ ଆପଣାମାନଙ୍କୁ ଘୃଣା କରିବ।
你们在那里要追念玷污自己的行动作为,又要因所做的一切恶事厌恶自己。
44 ପୁଣି, ହେ ଇସ୍ରାଏଲ ବଂଶ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେତେବେଳେ ତୁମ୍ଭମାନଙ୍କର ଦୁଷ୍ଟ ଆଚାର ବ୍ୟବହାରାନୁସାରେ ନୁହେଁ, କିଅବା ତୁମ୍ଭମାନଙ୍କର ଭ୍ରଷ୍ଟ କ୍ରିୟାନୁସାରେ ନୁହେଁ, ମାତ୍ର ଆପଣା ନାମ ନିମନ୍ତେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା, ସେତେବେଳେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”
主耶和华说:以色列家啊,我为我名的缘故,不照着你们的恶行和你们的坏事待你们;你们就知道我是耶和华。”
45 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
耶和华的话临到我说:
46 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦକ୍ଷିଣ ଦିଗ ପ୍ରତି ଆପଣା ମୁଖ ରଖ ଓ ଦକ୍ଷିଣ ଦିଗ ପ୍ରତି ଆପଣା ବାକ୍ୟ ବର୍ଷଣ କର, ଆଉ ଦକ୍ଷିଣ ପ୍ରାନ୍ତରସ୍ଥ ଅରଣ୍ୟ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର;
“人子啊,你要面向南方,向南滴下预言攻击南方田野的树林。
47 ପୁଣି, ଦକ୍ଷିଣ ଦିଗର ଅରଣ୍ୟକୁ କୁହ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଦେଖ, ଆମ୍ଭେ ତୁମ୍ଭ ମଧ୍ୟରେ ଅଗ୍ନି ଜ୍ୱଳାଇବା, ତାହା ତୁମ୍ଭ ମଧ୍ୟସ୍ଥିତ ପ୍ରତ୍ୟେକ ସତେଜ ଓ ଶୁଷ୍କ ବୃକ୍ଷକୁ ଗ୍ରାସ କରିବ; ସେହି ଜ୍ୱଳନ୍ତ ଅଗ୍ନିଶିଖା ନିର୍ବାପିତ ହେବ ନାହିଁ ଓ ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ମୁଖ ତଦ୍ଦ୍ୱାରା ଦଗ୍ଧ ହେବ।
对南方的树林说,要听耶和华的话。主耶和华如此说:我必使火在你中间着起,烧灭你中间的一切青树和枯树,猛烈的火焰必不熄灭。从南到北,人的脸面都被烧焦。
48 ତହିଁରେ ଆମ୍ଭେ ସଦାପ୍ରଭୁ ସେହି ଅଗ୍ନି ଯେ ଜ୍ୱଳାଇଅଛୁ, ଏହା ସମସ୍ତ ପ୍ରାଣୀ ଦେଖିବେ, ତହିଁର ନିର୍ବାଣ ନୋହିବ।”
凡有血气的都必知道是我—耶和华使火着起,这火必不熄灭。”
49 ଏଥିରେ ମୁଁ କହିଲି, “ହେ ପ୍ରଭୁ, ସଦାପ୍ରଭୁ, ସେମାନେ ମୋʼ ବିଷୟରେ କହନ୍ତି, ସେ ଲୋକ କି ଦୃଷ୍ଟାନ୍ତ-ବାକ୍ୟବାଦୀ ନୁହେଁ?”
于是我说:“哎!主耶和华啊,人都指着我说:他岂不是说比喻的吗?”

< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 20 >