< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 21 >

1 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
I dođe mi riječ Jahvina:
2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମ ପ୍ରତି ଆପଣା ମୁଖ ରଖ, ପବିତ୍ର ସ୍ଥାନ ସମୂହର ପ୍ରତି ଆପଣା ବାକ୍ୟ ବର୍ଷଣ କର ଓ ଇସ୍ରାଏଲ ଦେଶ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର,
“Sine čovječji, okreni lice prema Jeruzalemu i prospi besjedu protiv njegova Svetišta i prorokuj protiv zemlje Izraelove.
3 ଆଉ, ଇସ୍ରାଏଲ ଦେଶକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ଆପଣା ଖଡ୍ଗ କୋଷରୁ ବାହାର କରି ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ବଧ କରିବା।
Reci zemlji Izraelovoj: 'Ovako govori Jahve Gospod: Evo me na te! Trgnut ću mač iz korica, istrijebit ću iz tebe sve - i pravedna i bezbožna!
4 ଆମ୍ଭେ ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ବଧ କରିବା, ଏଥିପାଇଁ ଆମ୍ଭର ଖଡ୍ଗ କୋଷରୁ ବାହାରି ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ପ୍ରାଣୀର ବିରୁଦ୍ଧରେ ଯିବ;
Da iz tebe istrijebim pravedna i bezbožna, trgnut ću evo mač iz korica na svako tijelo, od sjevera do juga.
5 ତହିଁରେ ସମସ୍ତ ପ୍ରାଣୀ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ ଆପଣା ଖଡ୍ଗ କୋଷରୁ ବାହାର କରିଅଛୁ; ତାହା ଆଉ ଫେରିବ ନାହିଁ।
I svako će tijelo spoznati da sam ja, Jahve, isukao mač svoj iz korica i da ga više neću u njih vratiti!
6 ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦୀର୍ଘ ନିଃଶ୍ୱାସ ଛାଡ଼; ତୁମ୍ଭେ ଆପଣା କଟି ଭାଙ୍ଗି ମନସ୍ତାପପୂର୍ବକ ସେମାନଙ୍କ ସାକ୍ଷାତରେ ଦୀର୍ଘ ନିଃଶ୍ୱାସ ଛାଡ଼ିବ।
A ti, sine čovječji, kukaj kao da su ti sva rebra polomljena, kukaj gorko, njima na oči!
7 ଆଉ, ‘ତୁମ୍ଭେ କାହିଁକି ଦୀର୍ଘ ନିଃଶ୍ୱାସ ଛାଡ଼ୁଅଛ?’ ଏ କଥା ଯଦି ସେମାନେ ତୁମ୍ଭକୁ ପଚାରିବେ, ତେବେ ତୁମ୍ଭେ କହିବ, ‘ସମ୍ବାଦ ସକାଶେ, କାରଣ ତାହା ଆସୁଅଛି; ତହିଁରେ ପ୍ରତ୍ୟେକ ହୃଦୟ ତରଳି ଯିବ ଓ ସକଳ ହସ୍ତ ଦୁର୍ବଳ ହେବ, ପ୍ରତ୍ୟେକ ମନ କ୍ଳାନ୍ତ ହେବ ଓ ସମସ୍ତ ଆଣ୍ଠୁ ଜଳ ପରି ହେବ; ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ,’” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Ako li te zapitaju: 'Što toliko kukaš?' reci im: 'Zbog vijesti koja stiže, od koje će sva srca zamrijeti i sve ruke klonuti, svaki duh biti utučen i svako koljeno klecati. Evo, dolazi, već je tu!' Tako govori Jahve Gospod.”
8 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
I dođe mi riječ Jahvina:
9 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି; କୁହ, ଖଡ୍ଗ, ଖଡ୍ଗ, ତାହା ଶାଣିତ ଓ ମଧ୍ୟ ମାର୍ଜିତ ହୋଇଅଛି;
“Sine čovječji, prorokuj! Ovako govori Jahve Gospod. Reci: 'Mač! Mač! Naoštren i osvjetlan!
10 ହତ୍ୟା କରିବା ନିମନ୍ତେ ତାହା ଶାଣିତ ହୋଇଅଛି, ବିଜୁଳି ପରି ହେବା ପାଇଁ ତାହା ମାର୍ଜିତ ହୋଇଅଛି; ତେବେ ଆମ୍ଭେମାନେ କି ଆମୋଦ ପ୍ରମୋଦ କରିବା? ଆମ୍ଭ ପୁତ୍ରର ରାଜଦଣ୍ଡ ଯାବତୀୟ କାଷ୍ଠକୁ ତୁଚ୍ଛ କରେ।
Za klanje naoštren, osvjetlan da sijeva.
11 ପୁଣି, ହାତରେ ଧରାଯିବା ନିମନ୍ତେ ତାହା ମାର୍ଜିତ ହେବା ପାଇଁ ଦିଆଯାଇଅଛି; ହନ୍ତାର ହସ୍ତରେ ଦେବା ନିମନ୍ତେ ଖଡ୍ଗ ଶାଣିତ ଓ ମାର୍ଜିତ ହୋଇଅଛି।
Osvjetlan da ga ruka prihvati, mač naoštren, osvjetlan da se stavi u ruke ubojici.
12 ହେ ମନୁଷ୍ୟ-ସନ୍ତାନ, କ୍ରନ୍ଦନ ଓ ହାହାକାର କର; କାରଣ ତାହା ଆମ୍ଭର ଲୋକମାନଙ୍କ ବିରୁଦ୍ଧରେ, ଇସ୍ରାଏଲର ସମସ୍ତ ଅଧିପତିଗଣର ବିରୁଦ୍ଧରେ ଉପସ୍ଥିତ ହୋଇଅଛି; ସେମାନେ ଆମ୍ଭ ଲୋକମାନଙ୍କ ସହିତ ଖଡ୍ଗରେ ସମର୍ପିତ ହୋଇଅଛନ୍ତି, ଏଣୁ ତୁମ୍ଭେ ଆପଣା ଊରୁ ଦେଶରେ ଆଘାତ କର।
A ti, sine čovječji, plači, nariči! Jer, evo, mač je već na narod moj isukan, mač na izraelske knezove: svi su oni s mojim narodom maču izručeni! Udri se stoga u slabine!'
13 କାରଣ ପରୀକ୍ଷା ଗୋଟିଏ ଅଛି, ପୁଣି, ସେହି ତୁଚ୍ଛକାରୀ ରାଜଦଣ୍ଡ ଆଉ ନ ରହେ, ତେବେ ତହିଁରେ ହିଁ କି? ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Dođe kušnja, i odbačenoga žezla više biti neće - riječ je Jahve Gospoda.
14 ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ଓ ତୁମ୍ଭ ଦୁଇ ହସ୍ତ ଏକତ୍ର ମାର; ସେହି ଖଡ୍ଗ, ଆହତ ଲୋକମାନଙ୍କର ଖଡ୍ଗ ଦୁଇଗୁଣ, ତିନିଗୁଣ ହେଉ; ତାହା ଆହତ ମହତ ଲୋକର ଖଡ୍ଗ, ତାହା ସେମାନଙ୍କ ଭିତର କୋଠରିରେ ପ୍ରବେଶ କରେ।
A ti, sine čovječji, prorokuj i rukama plješći. Neka se udvostruči, neka se utrostruči taj mač pokolja, mač pokolja golema što ih odasvud okružuje.
15 ସେମାନଙ୍କର ଅନ୍ତଃକରଣ ଯେପରି ତରଳି ଯାଏ ଓ ସେମାନଙ୍କର ଅନେକ ବିଘ୍ନ ଜନ୍ମେ, ଏଥିପାଇଁ ଆମ୍ଭେ ସେମାନଙ୍କର ସକଳ ନଗର-ଦ୍ୱାର ବିରୁଦ୍ଧରେ ଖଡ୍ଗର ଅଗ୍ରଭାଗ ରଖିଅଛୁ; ଆଃ! ତାହା ବିଜୁଳି ତୁଲ୍ୟ ନିର୍ମିତ, ହତ୍ୟା କରିବା ନିମନ୍ତେ ତାହା ତୀକ୍ଷ୍ଣ କରାଯାଇଅଛି।
Da zadršću srca, da bude žrtava nebrojenih, na svaka sam vrata postavio mač, pripravljen da k'o munja sijeva, za pokolje naoštren.
16 ତୁମ୍ଭେ ଆପଣାକୁ ଏକତ୍ର କର, ଡାହାଣକୁ ଯାଅ, ଆପଣାକୁ ସଜାଇ ବାମ ପ୍ରତି ଯାଅ; ଯେକୌଣସି ପ୍ରତି ତୁମ୍ଭର ମୁଖ ରଖାଯାଇଅଛି (ଆପଣାକୁ ପ୍ରସ୍ତୁତ କର)।
Natrag! Desno! Naprijed! Lijevo!
17 ଆମ୍ଭେ ମଧ୍ୟ ଆପଣାର ଦୁଇ ହସ୍ତ ଏକତ୍ର ମାରିବା ଓ ଆମ୍ଭେ ଆପଣା କୋପକୁ ତୃପ୍ତ କରାଇବା,” ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।
I ja ću pljeskati rukama, iskaliti gnjev svoj na njima! Ja, Jahve, rekoh!”
18 ପୁନର୍ବାର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
I dođe mi riječ Jahvina:
19 “ହେ ମନୁଷ୍ୟ-ସନ୍ତାନ, ବାବିଲ ରାଜାର ଖଡ୍ଗ ଆସିବା ପାଇଁ ତୁମ୍ଭେ ଆହୁରି ଦୁଇ ପଥ ନିରୂପଣ କର; ସେ ଦୁଇ ପଥ ଏକ ଦେଶରୁ ଆସିବ; ଆଉ, ତୁମ୍ଭେ ଏକ ସ୍ଥାନ ଚିହ୍ନିତ କର, ନଗରଗାମୀ ପଥ ମୁଣ୍ଡରେ ଚିହ୍ନିତ କର।
“Sine čovječji, zacrtaj dva puta kuda da pođe mač kralja babilonskoga. Neka oba puta izlaze iz iste zemlje! Na raskršću puta ka gradu stavi putokaz.
20 ଅମ୍ମୋନ-ସନ୍ତାନଗଣର ରବ୍ବାକୁ ଓ ପ୍ରାଚୀର-ବେଷ୍ଟିତ ଯିରୂଶାଲମସ୍ଥ ଯିହୁଦାକୁ ଖଡ୍ଗ ଆସିବା ନିମନ୍ତେ ତୁମ୍ଭେ ପଥ ପ୍ରସ୍ତୁତ କର।
Zacrtaj maču put da dođe u Rabat Bene Amon i u Judeju, u utvrđeni Jeruzalem.
21 କାରଣ ବାବିଲ ରାଜା ମନ୍ତ୍ର ପାଠ କରିବା ନିମନ୍ତେ ଦୁଇ ପଥର ସଙ୍ଗମ ସ୍ଥାନରେ, ଅର୍ଥାତ୍‍, ଦୁଇ ପଥର ମୁଣ୍ଡରେ ଠିଆ ହେଲା; ସେ ତୀରସବୁ ଏଣେତେଣେ ହଲାଇଲା, ସେ ଠାକୁରମାନଙ୍କୁ ମନ୍ତ୍ରଣା ପଚାରିଲା, ସେ ଯକୃତ ନିରୀକ୍ଷଣ କଲା।
Jer kralj babilonski stoji na početku puta, na raspuću dvaju putova, i pita znamenja - miješa strijele, ispituje terafime i motri jetru.
22 ତାହାର ଦକ୍ଷିଣ ହସ୍ତରେ ଯିରୂଶାଲମ ନାମରେ, ଅର୍ଥାତ୍‍, ସେହି ସ୍ଥାନରେ ପ୍ରାଚୀର-ଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବଧଆଜ୍ଞା ଦେବାକୁ, ଉଚ୍ଚସ୍ୱରରେ ସିଂହନାଦ କରିବାକୁ, ନଗରର ଦ୍ୱାରସମୂହର ବିରୁଦ୍ଧରେ ପ୍ରାଚୀର-ଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବନ୍ଧ ବାନ୍ଧିବାକୁ ଓ ଦୁର୍ଗ ନିର୍ମାଣ କରିବାକୁ ଯିରୂଶାଲମର ନାମରେ ମନ୍ତ୍ର ଉଠିଲା।
Znamenja mu u desnici kažu: na Jeruzalem; da ondje namjesti zidodere, da naredi pokolj, da podigne zidodere protiv vrata, da naspe nasip i sagradi opsadne kule.
23 ମାତ୍ର ସେମାନଙ୍କ ପ୍ରତି, ଅର୍ଥାତ୍‍, ଯେଉଁମାନେ ଥରକୁଥର ସେମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେମାନଙ୍କ ଦୃଷ୍ଟିରେ ତାହା ମିଥ୍ୟା ବୋଧ ହେବ; ତଥାପି ସେମାନେ ଯେପରି ଧରାଯିବେ, ଏଥିପାଇଁ ସେ ସେମାନଙ୍କର ଅଧର୍ମ ସ୍ମରଣରେ ଆଣିବେ।
Ali će se njima učiniti da je znamenje lažno, jer mu se zakleše na vjernost. Ali će ih on tada podsjetiti na njihovo vjerolomstvo u koje se uloviše.
24 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନଙ୍କର ଆଜ୍ଞା-ଲଙ୍ଘନସବୁ ଅନାବୃତ ହେବାରେ ତୁମ୍ଭେମାନେ ଆପଣାମାନଙ୍କର ଅଧର୍ମ ସ୍ମରଣ କରାଇଅଛ, ଏଥିପାଇଁ ତୁମ୍ଭମାନଙ୍କର ସକଳ କ୍ରିୟାରେ ତୁମ୍ଭମାନଙ୍କର ପାପ ପ୍ରକାଶ ପାଏ; ତୁମ୍ଭେମାନେ ସ୍ମରଣରେ ଆସିବାରୁ ତୁମ୍ଭେମାନେ ହସ୍ତରେ ଧରାଯିବ।
Zato, ovako govori Jahve Gospod: 'Jer bez prestanka podsjećate na svoja bezakonja otkrivajući opačine i pokazujući grijehe u svim svojim djelima - da, jer bez prestanka na njih podsjećate, u njih ćete se uloviti.
25 ପୁଣି, ହେ ଆହତ ଦୁଷ୍ଟ ଇସ୍ରାଏଲୀୟ ଅଧିପତି, ଅନ୍ତିମ ଅପରାଧ ସମୟରେ ତୁମ୍ଭର ଦିନ ଉପସ୍ଥିତ ହୋଇଅଛି;
A tebi, nečasni i bezbožnički kneže izraelski, tebi dođe dan i čas posljednjega zločina.'
26 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଶିରୋଭୂଷଣ ଦୂର କର, ରାଜମୁକୁଟ କାଢ଼ି ପକାଅ; ଏହା ସେହିପରି ଆଉ ରହିବ ନାହିଁ; ଯାହା ନୀଚ, ତାହାକୁ ଉଚ୍ଚ କର ଓ ଯାହା ଉଚ୍ଚ, ତାହାକୁ ନୀଚ କର।
Ovako govori Jahve Gospod: 'Skini mitru s glave i odloži kraljevski vijenac! Jer sve se mijenja: tko bi dolje, bit će uzvišen, a tko bi gore, bit će ponižen.
27 ଆମ୍ଭେ ତାହା ଓଲଟାଇ ପକାଇବା, ଓଲଟାଇ ପକାଇବା, ଓଲଟାଇ ପକାଇବା; ଯେ ଅଧିକାରୀ ଅଟନ୍ତି, ସେ ନ ଆସିବା ପର୍ଯ୍ୟନ୍ତ ଏହା ମଧ୍ୟ ଆଉ ରହିବ ନାହିଁ, ତହୁଁ ଆମ୍ଭେ ତାହାଙ୍କୁ ଏହା ଦେବା।
Ruševine, ruševine, ruševine ću postaviti kakvih nije bilo, dok ne dođe onaj koji ima suditi, jer ja ću mu predati sud.'
28 ପୁଣି ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଅମ୍ମୋନ-ସନ୍ତାନଗଣ ବିଷୟରେ ଓ ସେମାନଙ୍କ ଅପମାନ ବିଷୟରେ ଏହି କଥା କହନ୍ତି; ତୁମ୍ଭେ କୁହ, ଅନ୍ତିମ ଅଧର୍ମ ସମୟରେ ଯେଉଁମାନଙ୍କର ଦିନ ଉପସ୍ଥିତ ହୋଇଅଛି, ଏପରି ଆହତ ଦୁଷ୍ଟ ଲୋକମାନଙ୍କର ଗ୍ରୀବା ଉପରେ ତୁମ୍ଭକୁ ଥୋଇବା ନିମନ୍ତେ ଲୋକମାନେ ତୁମ୍ଭ ପାଇଁ ଅସାର ଦର୍ଶନ ପାଇଲେ ହେଁ ଓ ତୁମ୍ଭ ନିକଟରେ ମିଥ୍ୟା ମନ୍ତ୍ର ପାଠ କଲେ ହେଁ,
Sine čovječji, prorokuj: Ovako govori Jahve Gospod sinovima Amonovim o njihovoj sramoti. Reci: 'Mač! Mač za pokolj isukan i naoštren da siječe, da kao munja sijeva,
29 ଖଡ୍ଗ, ଖଡ୍ଗ ନିଷ୍କୋଷ ହୋଇଅଛି, ହତ୍ୟା ଓ ଗ୍ରାସ କରିବା ନିମନ୍ତେ ତାହା ଯେପରି ବିଦ୍ୟୁତ୍ ପରି ହେବ, ଏଥିପାଇଁ ତାହା ମାର୍ଜିତ ହୋଇଅଛି।
a tebi dotle isprazno viđaju, laž proriču - da se stavi pod vrat zlikovcima zloglasnim, kojima, eto, dođe dan i čas posljednjega zločina!
30 ତାକୁ ପୁନର୍ବାର ତାହାର କୋଷକୁ ଫେରାଇ ଆଣ। ତୁମ୍ଭେ ଯେଉଁ ସ୍ଥାନରେ ସୃଷ୍ଟ ହୋଇଥିଲ ଓ ଯେଉଁ ଦେଶରେ ତୁମ୍ଭେ ଜନ୍ମ ହୋଇଥିଲ, ସେଠାରେ ଆମ୍ଭେ ତୁମ୍ଭର ବିଚାର କରିବା।
Ali vrati mač u korice! U mjestu gdje si nastao i u zemlji gdje si se rodio ja ću ti suditi.
31 ଆଉ, ଆମ୍ଭେ ତୁମ୍ଭ ଉପରେ ଆପଣା କ୍ରୋଧ ଢାଳିବା; ଆମ୍ଭେ ତୁମ୍ଭ ଉପରେ ଆପଣା କୋପରୂପ ଅଗ୍ନି ଫୁଙ୍କିବା; ପୁଣି, ଆମ୍ଭେ ପଶୁବତ୍‍ ଓ ବିନାଶ କରିବାକୁ ନିପୁଣ ଲୋକମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା।
Ondje ću na te gnjev svoj izliti i raspiriti protiv tebe plamen srdžbe svoje i predati te u ruke okrutnim ljudima, vještim zatornicima.
32 ତୁମ୍ଭେ ଅଗ୍ନି ପାଇଁ ଜାଳ ସ୍ୱରୂପ ହେବ; ତୁମ୍ଭର ରକ୍ତ ଦେଶ ମଧ୍ୟରେ ପତିତ ହେବ; ତୁମ୍ଭେ ଆଉ ସ୍ମୃତିପଥରେ ଆସିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।”
I bit ćeš hrana ognju, a krv će tvoja zemljom protjecati. I nitko te živ više neće spominjati! Jer ja, Jahve, tako rekoh.'”

< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 21 >