< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 21 >
1 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
Maganar Ubangiji ta zo mini cewa,
2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମ ପ୍ରତି ଆପଣା ମୁଖ ରଖ, ପବିତ୍ର ସ୍ଥାନ ସମୂହର ପ୍ରତି ଆପଣା ବାକ୍ୟ ବର୍ଷଣ କର ଓ ଇସ୍ରାଏଲ ଦେଶ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର,
“Ɗan mutum, ka kafa fuskarka gāba da Urushalima ka kuma yi wa’azi a kan wuri mai tsarki. Ka yi annabci gāba da ƙasar Isra’ila
3 ଆଉ, ଇସ୍ରାଏଲ ଦେଶକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ଆପଣା ଖଡ୍ଗ କୋଷରୁ ବାହାର କରି ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ବଧ କରିବା।
ka faɗa mata, ‘Ga abin da Ubangiji ya ce ina gāba da ke. Zan ja takobina daga kubensa in karkashe adalai da mugaye daga cikinki.
4 ଆମ୍ଭେ ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ବଧ କରିବା, ଏଥିପାଇଁ ଆମ୍ଭର ଖଡ୍ଗ କୋଷରୁ ବାହାରି ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ପ୍ରାଣୀର ବିରୁଦ୍ଧରେ ଯିବ;
Domin zan karkashe adalai da kuma mugaye, ba zan rufe takobina a kan kowa daga kudu zuwa arewa ba.
5 ତହିଁରେ ସମସ୍ତ ପ୍ରାଣୀ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ ଆପଣା ଖଡ୍ଗ କୋଷରୁ ବାହାର କରିଅଛୁ; ତାହା ଆଉ ଫେରିବ ନାହିଁ।
Sa’an nan duka mutane za su san cewa Ni Ubangiji na ja takobina daga kubensa; ba zai sāke koma kuma ba.’
6 ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦୀର୍ଘ ନିଃଶ୍ୱାସ ଛାଡ଼; ତୁମ୍ଭେ ଆପଣା କଟି ଭାଙ୍ଗି ମନସ୍ତାପପୂର୍ବକ ସେମାନଙ୍କ ସାକ୍ଷାତରେ ଦୀର୍ଘ ନିଃଶ୍ୱାସ ଛାଡ଼ିବ।
“Saboda ka yi nishi, ɗan mutum! Yi nishi a gabansu da ajiyar zuciya da ɓacin rai.
7 ଆଉ, ‘ତୁମ୍ଭେ କାହିଁକି ଦୀର୍ଘ ନିଃଶ୍ୱାସ ଛାଡ଼ୁଅଛ?’ ଏ କଥା ଯଦି ସେମାନେ ତୁମ୍ଭକୁ ପଚାରିବେ, ତେବେ ତୁମ୍ଭେ କହିବ, ‘ସମ୍ବାଦ ସକାଶେ, କାରଣ ତାହା ଆସୁଅଛି; ତହିଁରେ ପ୍ରତ୍ୟେକ ହୃଦୟ ତରଳି ଯିବ ଓ ସକଳ ହସ୍ତ ଦୁର୍ବଳ ହେବ, ପ୍ରତ୍ୟେକ ମନ କ୍ଳାନ୍ତ ହେବ ଓ ସମସ୍ତ ଆଣ୍ଠୁ ଜଳ ପରି ହେବ; ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ,’” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Kuma sa’ad da suka tambaye ka, ‘Me ya sa kake nishi?’ Sai ka ce musu, ‘Domin labarun da suke fitowa. Kowace zuciya za tă narke kowane hannu kuma ya gurgunta; kowane ruhu zai sume kowane gwiwa kuma ta rasa ƙarfi kamar ruwa.’ Yana zuwa! Tabbatacce zai faru, in ji Ubangiji Mai Iko Duka.”
8 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
Maganar Ubangiji ta zo mini cewa,
9 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି; କୁହ, ଖଡ୍ଗ, ଖଡ୍ଗ, ତାହା ଶାଣିତ ଓ ମଧ୍ୟ ମାର୍ଜିତ ହୋଇଅଛି;
“Ɗan mutum, yi annabci ka ce, ‘Ga abin da Ubangiji ya faɗa, “‘Takobi, takobi, wasasshe da kuma gogagge,
10 ହତ୍ୟା କରିବା ନିମନ୍ତେ ତାହା ଶାଣିତ ହୋଇଅଛି, ବିଜୁଳି ପରି ହେବା ପାଇଁ ତାହା ମାର୍ଜିତ ହୋଇଅଛି; ତେବେ ଆମ୍ଭେମାନେ କି ଆମୋଦ ପ୍ରମୋଦ କରିବା? ଆମ୍ଭ ପୁତ୍ରର ରାଜଦଣ୍ଡ ଯାବତୀୟ କାଷ୍ଠକୁ ତୁଚ୍ଛ କରେ।
wasasshe don kisa, gogagge har yana walwal kamar walƙiya! “‘Kada ku yi farin ciki, hukunci yana zuwa, domin kowa ya ƙi jin abin da na yi gargaɗi a kai.
11 ପୁଣି, ହାତରେ ଧରାଯିବା ନିମନ୍ତେ ତାହା ମାର୍ଜିତ ହେବା ପାଇଁ ଦିଆଯାଇଅଛି; ହନ୍ତାର ହସ୍ତରେ ଦେବା ନିମନ୍ତେ ଖଡ୍ଗ ଶାଣିତ ଓ ମାର୍ଜିତ ହୋଇଅଛି।
“‘An ba da wannan takobi don a goge, don a kama da hannu; an washe shi aka kuma goge, shiryayye don a yi kisa da shi.
12 ହେ ମନୁଷ୍ୟ-ସନ୍ତାନ, କ୍ରନ୍ଦନ ଓ ହାହାକାର କର; କାରଣ ତାହା ଆମ୍ଭର ଲୋକମାନଙ୍କ ବିରୁଦ୍ଧରେ, ଇସ୍ରାଏଲର ସମସ୍ତ ଅଧିପତିଗଣର ବିରୁଦ୍ଧରେ ଉପସ୍ଥିତ ହୋଇଅଛି; ସେମାନେ ଆମ୍ଭ ଲୋକମାନଙ୍କ ସହିତ ଖଡ୍ଗରେ ସମର୍ପିତ ହୋଇଅଛନ୍ତି, ଏଣୁ ତୁମ୍ଭେ ଆପଣା ଊରୁ ଦେଶରେ ଆଘାତ କର।
Ka yi kuka ka yi makoki, ɗan mutum, gama yana gāba da dukan sarakunan Isra’ila. An jefa su ga takobi tare da jama’ata. Saboda haka ku buga ƙirjinku.
13 କାରଣ ପରୀକ୍ଷା ଗୋଟିଏ ଅଛି, ପୁଣି, ସେହି ତୁଚ୍ଛକାରୀ ରାଜଦଣ୍ଡ ଆଉ ନ ରହେ, ତେବେ ତହିଁରେ ହିଁ କି? ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
“‘Gwaji tabbatacce zai zo. Kuma a ce sandan Yahuda, wanda takobi ya ƙi, ya ci gaba? In ji Ubangiji Mai Iko Duka.’
14 ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ଓ ତୁମ୍ଭ ଦୁଇ ହସ୍ତ ଏକତ୍ର ମାର; ସେହି ଖଡ୍ଗ, ଆହତ ଲୋକମାନଙ୍କର ଖଡ୍ଗ ଦୁଇଗୁଣ, ତିନିଗୁଣ ହେଉ; ତାହା ଆହତ ମହତ ଲୋକର ଖଡ୍ଗ, ତାହା ସେମାନଙ୍କ ଭିତର କୋଠରିରେ ପ୍ରବେଶ କରେ।
“Saboda haka fa, ɗan mutum ka yi annabci ka kuma tafa hannuwanka. Bari takobi ya yi sara sau biyu, har sau uku ma. Takobin kisa ne, takobi ne don kisa mai girma, zai kewaye su a kowane gefe.
15 ସେମାନଙ୍କର ଅନ୍ତଃକରଣ ଯେପରି ତରଳି ଯାଏ ଓ ସେମାନଙ୍କର ଅନେକ ବିଘ୍ନ ଜନ୍ମେ, ଏଥିପାଇଁ ଆମ୍ଭେ ସେମାନଙ୍କର ସକଳ ନଗର-ଦ୍ୱାର ବିରୁଦ୍ଧରେ ଖଡ୍ଗର ଅଗ୍ରଭାଗ ରଖିଅଛୁ; ଆଃ! ତାହା ବିଜୁଳି ତୁଲ୍ୟ ନିର୍ମିତ, ହତ୍ୟା କରିବା ନିମନ୍ତେ ତାହା ତୀକ୍ଷ୍ଣ କରାଯାଇଅଛି।
Domin zukata su narke da yawa kuma su fāɗi, na tsai da takobin kisa a dukan ƙofofinsu. Kash! A sa ya haska kamar walƙiya, ana riƙe da shi don kisa.
16 ତୁମ୍ଭେ ଆପଣାକୁ ଏକତ୍ର କର, ଡାହାଣକୁ ଯାଅ, ଆପଣାକୁ ସଜାଇ ବାମ ପ୍ରତି ଯାଅ; ଯେକୌଣସି ପ୍ରତି ତୁମ୍ଭର ମୁଖ ରଖାଯାଇଅଛି (ଆପଣାକୁ ପ୍ରସ୍ତୁତ କର)।
Ya takobi, yi sara zuwa dama ka yi kuma zuwa hagu, duk inda aka juya ka.
17 ଆମ୍ଭେ ମଧ୍ୟ ଆପଣାର ଦୁଇ ହସ୍ତ ଏକତ୍ର ମାରିବା ଓ ଆମ୍ଭେ ଆପଣା କୋପକୁ ତୃପ୍ତ କରାଇବା,” ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।
Zan tafa hannuwana, fushina kuwa zai sauka. Ni Ubangiji na faɗa.”
18 ପୁନର୍ବାର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
Sai maganar Ubangiji ta zo mini cewa,
19 “ହେ ମନୁଷ୍ୟ-ସନ୍ତାନ, ବାବିଲ ରାଜାର ଖଡ୍ଗ ଆସିବା ପାଇଁ ତୁମ୍ଭେ ଆହୁରି ଦୁଇ ପଥ ନିରୂପଣ କର; ସେ ଦୁଇ ପଥ ଏକ ଦେଶରୁ ଆସିବ; ଆଉ, ତୁମ୍ଭେ ଏକ ସ୍ଥାନ ଚିହ୍ନିତ କର, ନଗରଗାମୀ ପଥ ମୁଣ୍ଡରେ ଚିହ୍ନିତ କର।
“Ɗan mutum, ka nuna hanyoyi biyu inda takobin sarkin Babilon zai bi, duka biyun su fara daga ƙasa guda. Ka kafa shaida inda hanyar za tă rabu zuwa cikin birni.
20 ଅମ୍ମୋନ-ସନ୍ତାନଗଣର ରବ୍ବାକୁ ଓ ପ୍ରାଚୀର-ବେଷ୍ଟିତ ଯିରୂଶାଲମସ୍ଥ ଯିହୁଦାକୁ ଖଡ୍ଗ ଆସିବା ନିମନ୍ତେ ତୁମ୍ଭେ ପଥ ପ୍ରସ୍ତୁତ କର।
Ka nuna hanya guda wadda takobi zai fāɗo wa Rabba ta Ammonawa ɗayan kuma da zai fāɗo a kan Yahuda da kuma Urushalima mai katanga.
21 କାରଣ ବାବିଲ ରାଜା ମନ୍ତ୍ର ପାଠ କରିବା ନିମନ୍ତେ ଦୁଇ ପଥର ସଙ୍ଗମ ସ୍ଥାନରେ, ଅର୍ଥାତ୍, ଦୁଇ ପଥର ମୁଣ୍ଡରେ ଠିଆ ହେଲା; ସେ ତୀରସବୁ ଏଣେତେଣେ ହଲାଇଲା, ସେ ଠାକୁରମାନଙ୍କୁ ମନ୍ତ୍ରଣା ପଚାରିଲା, ସେ ଯକୃତ ନିରୀକ୍ଷଣ କଲା।
Gama sarkin Babilon zai tsaya a mararrabar hanya, a inda hanyar ta rabu biyu, don yă yi duba. Zai jefa ƙuri’a da kibiyoyinsa, zai nemi shawarar gumakansa, zai bincike hanta.
22 ତାହାର ଦକ୍ଷିଣ ହସ୍ତରେ ଯିରୂଶାଲମ ନାମରେ, ଅର୍ଥାତ୍, ସେହି ସ୍ଥାନରେ ପ୍ରାଚୀର-ଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବଧଆଜ୍ଞା ଦେବାକୁ, ଉଚ୍ଚସ୍ୱରରେ ସିଂହନାଦ କରିବାକୁ, ନଗରର ଦ୍ୱାରସମୂହର ବିରୁଦ୍ଧରେ ପ୍ରାଚୀର-ଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବନ୍ଧ ବାନ୍ଧିବାକୁ ଓ ଦୁର୍ଗ ନିର୍ମାଣ କରିବାକୁ ଯିରୂଶାଲମର ନାମରେ ମନ୍ତ୍ର ଉଠିଲା।
A hannunsa na dama ƙuri’a don Urushalima za tă fito, inda zai kafa dundurusai, ya ba da umarni kisa, a yi kururuwar yaƙi, a kafa dundurusai a kan ƙofofi, a gina mahaurai a kuma yi ƙawanya.
23 ମାତ୍ର ସେମାନଙ୍କ ପ୍ରତି, ଅର୍ଥାତ୍, ଯେଉଁମାନେ ଥରକୁଥର ସେମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେମାନଙ୍କ ଦୃଷ୍ଟିରେ ତାହା ମିଥ୍ୟା ବୋଧ ହେବ; ତଥାପି ସେମାନେ ଯେପରି ଧରାଯିବେ, ଏଥିପାଇଁ ସେ ସେମାନଙ୍କର ଅଧର୍ମ ସ୍ମରଣରେ ଆଣିବେ।
Zai zama kamar duban ƙarya ne ga waɗanda suka yi rantsuwar yin masa biyayya, amma zai tunashe su game da laifinsu ya kuma kama su.
24 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନଙ୍କର ଆଜ୍ଞା-ଲଙ୍ଘନସବୁ ଅନାବୃତ ହେବାରେ ତୁମ୍ଭେମାନେ ଆପଣାମାନଙ୍କର ଅଧର୍ମ ସ୍ମରଣ କରାଇଅଛ, ଏଥିପାଇଁ ତୁମ୍ଭମାନଙ୍କର ସକଳ କ୍ରିୟାରେ ତୁମ୍ଭମାନଙ୍କର ପାପ ପ୍ରକାଶ ପାଏ; ତୁମ୍ଭେମାନେ ସ୍ମରଣରେ ଆସିବାରୁ ତୁମ୍ଭେମାନେ ହସ୍ତରେ ଧରାଯିବ।
“Saboda haka ga abin da Ubangiji Mai Iko Duka yana cewa, ‘Domin ku mutanen nan kun tuna da laifinku ta wurin tawaye, kun kuma bayyana zunubanku cikin dukan abin da kuke yi, domin kun yi haka, za a kama ku.
25 ପୁଣି, ହେ ଆହତ ଦୁଷ୍ଟ ଇସ୍ରାଏଲୀୟ ଅଧିପତି, ଅନ୍ତିମ ଅପରାଧ ସମୟରେ ତୁମ୍ଭର ଦିନ ଉପସ୍ଥିତ ହୋଇଅଛି;
“‘Ya kai ƙazantaccen mugu, yerima Isra’ila, wanda kwanansa ta zo, wanda lokacin hukuncinsa ya cika fal,
26 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଶିରୋଭୂଷଣ ଦୂର କର, ରାଜମୁକୁଟ କାଢ଼ି ପକାଅ; ଏହା ସେହିପରି ଆଉ ରହିବ ନାହିଁ; ଯାହା ନୀଚ, ତାହାକୁ ଉଚ୍ଚ କର ଓ ଯାହା ଉଚ୍ଚ, ତାହାକୁ ନୀଚ କର।
ga abin da Ubangiji Mai Iko Duka yana cewa ka kunce rawanin, ka ɗauke rawanin nan. Ba zai zama kamar yadda yake ba. Za a ɗaukaka ƙasƙantacce, amma a ƙasƙantar da mai girma.
27 ଆମ୍ଭେ ତାହା ଓଲଟାଇ ପକାଇବା, ଓଲଟାଇ ପକାଇବା, ଓଲଟାଇ ପକାଇବା; ଯେ ଅଧିକାରୀ ଅଟନ୍ତି, ସେ ନ ଆସିବା ପର୍ଯ୍ୟନ୍ତ ଏହା ମଧ୍ୟ ଆଉ ରହିବ ନାହିଁ, ତହୁଁ ଆମ୍ଭେ ତାହାଙ୍କୁ ଏହା ଦେବା।
Hallaka! Hallaka! Zan hallaka shi! Ba za a maido da shi ba sai ya ga ainihin mai shi; gare shi zan bayar da shi.’
28 ପୁଣି ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଅମ୍ମୋନ-ସନ୍ତାନଗଣ ବିଷୟରେ ଓ ସେମାନଙ୍କ ଅପମାନ ବିଷୟରେ ଏହି କଥା କହନ୍ତି; ତୁମ୍ଭେ କୁହ, ଅନ୍ତିମ ଅଧର୍ମ ସମୟରେ ଯେଉଁମାନଙ୍କର ଦିନ ଉପସ୍ଥିତ ହୋଇଅଛି, ଏପରି ଆହତ ଦୁଷ୍ଟ ଲୋକମାନଙ୍କର ଗ୍ରୀବା ଉପରେ ତୁମ୍ଭକୁ ଥୋଇବା ନିମନ୍ତେ ଲୋକମାନେ ତୁମ୍ଭ ପାଇଁ ଅସାର ଦର୍ଶନ ପାଇଲେ ହେଁ ଓ ତୁମ୍ଭ ନିକଟରେ ମିଥ୍ୟା ମନ୍ତ୍ର ପାଠ କଲେ ହେଁ,
“Kai kuma, ɗan mutum, ka yi annabci ka ce, ‘Ga abin da Ubangiji Mai Iko Duka yana cewa game da Ammonawa da kuma zarginsu. “‘Takobi, takobi, an ja don kisa, an goge don cinyewa yana haske kamar walƙiya!
29 ଖଡ୍ଗ, ଖଡ୍ଗ ନିଷ୍କୋଷ ହୋଇଅଛି, ହତ୍ୟା ଓ ଗ୍ରାସ କରିବା ନିମନ୍ତେ ତାହା ଯେପରି ବିଦ୍ୟୁତ୍ ପରି ହେବ, ଏଥିପାଇଁ ତାହା ମାର୍ଜିତ ହୋଇଅଛି।
Duk da wahayin ƙarya game da kai, duban ƙarya game da kai, za a sa shi a wuyan mugaye waɗanda za a kashe, waɗanda kwanansu ta zo, waɗanda lokacin hukuncinsu ya cika fal.
30 ତାକୁ ପୁନର୍ବାର ତାହାର କୋଷକୁ ଫେରାଇ ଆଣ। ତୁମ୍ଭେ ଯେଉଁ ସ୍ଥାନରେ ସୃଷ୍ଟ ହୋଇଥିଲ ଓ ଯେଉଁ ଦେଶରେ ତୁମ୍ଭେ ଜନ୍ମ ହୋଇଥିଲ, ସେଠାରେ ଆମ୍ଭେ ତୁମ୍ଭର ବିଚାର କରିବା।
“‘Ka mai da takobi a kubensa. A inda aka halicce ka, a ƙasar kakanninka, zan hukunta ka.
31 ଆଉ, ଆମ୍ଭେ ତୁମ୍ଭ ଉପରେ ଆପଣା କ୍ରୋଧ ଢାଳିବା; ଆମ୍ଭେ ତୁମ୍ଭ ଉପରେ ଆପଣା କୋପରୂପ ଅଗ୍ନି ଫୁଙ୍କିବା; ପୁଣି, ଆମ୍ଭେ ପଶୁବତ୍ ଓ ବିନାଶ କରିବାକୁ ନିପୁଣ ଲୋକମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା।
Zan zub da hasalata a kanka in hura maka wutar fushina; Zan ba da kai a hannun mugayen mutanen da suka gwanince a hallakarwa.
32 ତୁମ୍ଭେ ଅଗ୍ନି ପାଇଁ ଜାଳ ସ୍ୱରୂପ ହେବ; ତୁମ୍ଭର ରକ୍ତ ଦେଶ ମଧ୍ୟରେ ପତିତ ହେବ; ତୁମ୍ଭେ ଆଉ ସ୍ମୃତିପଥରେ ଆସିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।”
Za ka zama itacen wuta, za a zub da jininka a ƙasarka, ba za a ƙara tuna da kai ba; gama Ni Ubangiji na faɗa.’”