< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 21 >
1 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
ヱホバの言われにのぞみて言ふ
2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଯିରୂଶାଲମ ପ୍ରତି ଆପଣା ମୁଖ ରଖ, ପବିତ୍ର ସ୍ଥାନ ସମୂହର ପ୍ରତି ଆପଣା ବାକ୍ୟ ବର୍ଷଣ କର ଓ ଇସ୍ରାଏଲ ଦେଶ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର,
人の子よ汝の面をヱルサレムに向け聖き處々にむかひて言を垂れイスラエルの地にむかひて預言し
3 ଆଉ, ଇସ୍ରାଏଲ ଦେଶକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ଆପଣା ଖଡ୍ଗ କୋଷରୁ ବାହାର କରି ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ବଧ କରିବା।
イスラエルの地に言ふべしヱホバかく言ふ視よ我汝を責め吾刀を鞘より拔はなし義者と惡者とを汝の中より絕ん
4 ଆମ୍ଭେ ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ବଧ କରିବା, ଏଥିପାଇଁ ଆମ୍ଭର ଖଡ୍ଗ କୋଷରୁ ବାହାରି ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ପ୍ରାଣୀର ବିରୁଦ୍ଧରେ ଯିବ;
我義者と惡者とを汝の中より絕んとすればわが刀鞘より脱出て南より北までの凡て肉ある者を責ん
5 ତହିଁରେ ସମସ୍ତ ପ୍ରାଣୀ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ ଆପଣା ଖଡ୍ଗ କୋଷରୁ ବାହାର କରିଅଛୁ; ତାହା ଆଉ ଫେରିବ ନାହିଁ।
肉ある者みな我ヱホバのその刀を鞘より拔はなちしを知らん是は歸りをさまらざるべし
6 ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଦୀର୍ଘ ନିଃଶ୍ୱାସ ଛାଡ଼; ତୁମ୍ଭେ ଆପଣା କଟି ଭାଙ୍ଗି ମନସ୍ତାପପୂର୍ବକ ସେମାନଙ୍କ ସାକ୍ଷାତରେ ଦୀର୍ଘ ନିଃଶ୍ୱାସ ଛାଡ଼ିବ।
人の子よ腰の碎くるまでに歎き彼らの目のまへにて痛く歎け
7 ଆଉ, ‘ତୁମ୍ଭେ କାହିଁକି ଦୀର୍ଘ ନିଃଶ୍ୱାସ ଛାଡ଼ୁଅଛ?’ ଏ କଥା ଯଦି ସେମାନେ ତୁମ୍ଭକୁ ପଚାରିବେ, ତେବେ ତୁମ୍ଭେ କହିବ, ‘ସମ୍ବାଦ ସକାଶେ, କାରଣ ତାହା ଆସୁଅଛି; ତହିଁରେ ପ୍ରତ୍ୟେକ ହୃଦୟ ତରଳି ଯିବ ଓ ସକଳ ହସ୍ତ ଦୁର୍ବଳ ହେବ, ପ୍ରତ୍ୟେକ ମନ କ୍ଳାନ୍ତ ହେବ ଓ ସମସ୍ତ ଆଣ୍ଠୁ ଜଳ ପରି ହେବ; ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ,’” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
人汝に何て歎くやと言ば汝言べし來るところの風聞のためなり心みな鎔け手みな痿え魂みな弱り膝みな水とならん視よ事いたれりかならず成ん主ヱホバこれを言ふ
8 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
ヱホバの言我にのぞみて言ふ
9 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି; କୁହ, ଖଡ୍ଗ, ଖଡ୍ଗ, ତାହା ଶାଣିତ ଓ ମଧ୍ୟ ମାର୍ଜିତ ହୋଇଅଛି;
人の子よ預言して言ふべしヱホバかく言ふ劍あり研ぎ且磨きたる劍あり
10 ହତ୍ୟା କରିବା ନିମନ୍ତେ ତାହା ଶାଣିତ ହୋଇଅଛି, ବିଜୁଳି ପରି ହେବା ପାଇଁ ତାହା ମାର୍ଜିତ ହୋଇଅଛି; ତେବେ ଆମ୍ଭେମାନେ କି ଆମୋଦ ପ୍ରମୋଦ କରିବା? ଆମ୍ଭ ପୁତ୍ରର ରାଜଦଣ୍ଡ ଯାବତୀୟ କାଷ୍ଠକୁ ତୁଚ୍ଛ କରେ।
是は大に殺す事をなさんがために研てあり光り閃かんがために磨きてあり我子の杖は萬の樹を藐視ずとて我等喜ぶべけんや
11 ପୁଣି, ହାତରେ ଧରାଯିବା ନିମନ୍ତେ ତାହା ମାର୍ଜିତ ହେବା ପାଇଁ ଦିଆଯାଇଅଛି; ହନ୍ତାର ହସ୍ତରେ ଦେବା ନିମନ୍ତେ ଖଡ୍ଗ ଶାଣିତ ଓ ମାର୍ଜିତ ହୋଇଅଛି।
是を手に執んために與へて磨かしむ是劍は殺す者の手に付さんために之を研かつ磨かしむるなり
12 ହେ ମନୁଷ୍ୟ-ସନ୍ତାନ, କ୍ରନ୍ଦନ ଓ ହାହାକାର କର; କାରଣ ତାହା ଆମ୍ଭର ଲୋକମାନଙ୍କ ବିରୁଦ୍ଧରେ, ଇସ୍ରାଏଲର ସମସ୍ତ ଅଧିପତିଗଣର ବିରୁଦ୍ଧରେ ଉପସ୍ଥିତ ହୋଇଅଛି; ସେମାନେ ଆମ୍ଭ ଲୋକମାନଙ୍କ ସହିତ ଖଡ୍ଗରେ ସମର୍ପିତ ହୋଇଅଛନ୍ତି, ଏଣୁ ତୁମ୍ଭେ ଆପଣା ଊରୁ ଦେଶରେ ଆଘାତ କର।
人の子よ叫び哭け其は是わが民の上に臨みイスラエルの諸の牧伯等の上に臨めばなり彼らはわが民とともに劍に仆る故に汝腿を撃べし
13 କାରଣ ପରୀକ୍ଷା ଗୋଟିଏ ଅଛି, ପୁଣି, ସେହି ତୁଚ୍ଛକାରୀ ରାଜଦଣ୍ଡ ଆଉ ନ ରହେ, ତେବେ ତହିଁରେ ହିଁ କି? ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
その試すでに成る若かの藐視ずるところの杖きたらずば如何ぞや主ヱホバこれを言ふ
14 ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ଓ ତୁମ୍ଭ ଦୁଇ ହସ୍ତ ଏକତ୍ର ମାର; ସେହି ଖଡ୍ଗ, ଆହତ ଲୋକମାନଙ୍କର ଖଡ୍ଗ ଦୁଇଗୁଣ, ତିନିଗୁଣ ହେଉ; ତାହା ଆହତ ମହତ ଲୋକର ଖଡ୍ଗ, ତାହା ସେମାନଙ୍କ ଭିତର କୋଠରିରେ ପ୍ରବେଶ କରେ।
人の子よ汝預言し手を拍べし劍人を刺透すところの劍三倍に働かん是は人を刺透し大なる者を殺すところの劍にして彼らを責る者なり
15 ସେମାନଙ୍କର ଅନ୍ତଃକରଣ ଯେପରି ତରଳି ଯାଏ ଓ ସେମାନଙ୍କର ଅନେକ ବିଘ୍ନ ଜନ୍ମେ, ଏଥିପାଇଁ ଆମ୍ଭେ ସେମାନଙ୍କର ସକଳ ନଗର-ଦ୍ୱାର ବିରୁଦ୍ଧରେ ଖଡ୍ଗର ଅଗ୍ରଭାଗ ରଖିଅଛୁ; ଆଃ! ତାହା ବିଜୁଳି ତୁଲ୍ୟ ନିର୍ମିତ, ହତ୍ୟା କରିବା ନିମନ୍ତେ ତାହା ତୀକ୍ଷ୍ଣ କରାଯାଇଅଛି।
彼らの心を鎔し礙く物を増んがために我拔身の劍をその諸の門に立つ嗚呼是は光ひらめき脱いでて人を殺さんとす
16 ତୁମ୍ଭେ ଆପଣାକୁ ଏକତ୍ର କର, ଡାହାଣକୁ ଯାଅ, ଆପଣାକୁ ସଜାଇ ବାମ ପ୍ରତି ଯାଅ; ଯେକୌଣସି ପ୍ରତି ତୁମ୍ଭର ମୁଖ ରଖାଯାଇଅଛି (ଆପଣାକୁ ପ୍ରସ୍ତୁତ କର)।
汝合して右に向へ進んで左に向へ汝の刃の向ふところに隨ヘ
17 ଆମ୍ଭେ ମଧ୍ୟ ଆପଣାର ଦୁଇ ହସ୍ତ ଏକତ୍ର ମାରିବା ଓ ଆମ୍ଭେ ଆପଣା କୋପକୁ ତୃପ୍ତ କରାଇବା,” ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।
我また吾手を拍ちわが怒を靜めん我ヱホバこれを言ふなり
18 ପୁନର୍ବାର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
ヱホバの言また我にのぞみて言ふ
19 “ହେ ମନୁଷ୍ୟ-ସନ୍ତାନ, ବାବିଲ ରାଜାର ଖଡ୍ଗ ଆସିବା ପାଇଁ ତୁମ୍ଭେ ଆହୁରି ଦୁଇ ପଥ ନିରୂପଣ କର; ସେ ଦୁଇ ପଥ ଏକ ଦେଶରୁ ଆସିବ; ଆଉ, ତୁମ୍ଭେ ଏକ ସ୍ଥାନ ଚିହ୍ନିତ କର, ନଗରଗାମୀ ପଥ ମୁଣ୍ଡରେ ଚିହ୍ନିତ କର।
人の子よバビロンの王の劍の由て來るべき二の途を設けよ其二の途を一の國より出しめて道標の記號を畵き邑の途の首處にこれを畵くべし
20 ଅମ୍ମୋନ-ସନ୍ତାନଗଣର ରବ୍ବାକୁ ଓ ପ୍ରାଚୀର-ବେଷ୍ଟିତ ଯିରୂଶାଲମସ୍ଥ ଯିହୁଦାକୁ ଖଡ୍ଗ ଆସିବା ନିମନ୍ତେ ତୁମ୍ଭେ ପଥ ପ୍ରସ୍ତୁତ କର।
汝またアンモンの子孫のラバとユダの堅き城の邑ヱルサレムとに劍のきたるべき途を設けよ
21 କାରଣ ବାବିଲ ରାଜା ମନ୍ତ୍ର ପାଠ କରିବା ନିମନ୍ତେ ଦୁଇ ପଥର ସଙ୍ଗମ ସ୍ଥାନରେ, ଅର୍ଥାତ୍, ଦୁଇ ପଥର ମୁଣ୍ଡରେ ଠିଆ ହେଲା; ସେ ତୀରସବୁ ଏଣେତେଣେ ହଲାଇଲା, ସେ ଠାକୁରମାନଙ୍କୁ ମନ୍ତ୍ରଣା ପଚାରିଲା, ସେ ଯକୃତ ନିରୀକ୍ଷଣ କଲା।
バビロンの王その道の首處その途の岐處に止りて占卜をなし箭を搖りテラピムに問ひ肝を察べをるなり
22 ତାହାର ଦକ୍ଷିଣ ହସ୍ତରେ ଯିରୂଶାଲମ ନାମରେ, ଅର୍ଥାତ୍, ସେହି ସ୍ଥାନରେ ପ୍ରାଚୀର-ଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବଧଆଜ୍ଞା ଦେବାକୁ, ଉଚ୍ଚସ୍ୱରରେ ସିଂହନାଦ କରିବାକୁ, ନଗରର ଦ୍ୱାରସମୂହର ବିରୁଦ୍ଧରେ ପ୍ରାଚୀର-ଭେଦକ ଯନ୍ତ୍ର ସ୍ଥାପନ କରିବାକୁ, ବନ୍ଧ ବାନ୍ଧିବାକୁ ଓ ଦୁର୍ଗ ନିର୍ମାଣ କରିବାକୁ ଯିରୂଶାଲମର ନାମରେ ମନ୍ତ୍ର ଉଠିଲା।
彼の右にヱルサレムといふ占卜いづ云く破城槌を備へ口をひらきて喊き殺し聲をあげて吶喊を作り門にむかひて破城槌を備へ壘をきづき雲梯を建べしと
23 ମାତ୍ର ସେମାନଙ୍କ ପ୍ରତି, ଅର୍ଥାତ୍, ଯେଉଁମାନେ ଥରକୁଥର ସେମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେମାନଙ୍କ ଦୃଷ୍ଟିରେ ତାହା ମିଥ୍ୟା ବୋଧ ହେବ; ତଥାପି ସେମାନେ ଯେପରି ଧରାଯିବେ, ଏଥିପାଇଁ ସେ ସେମାନଙ୍କର ଅଧର୍ମ ସ୍ମରଣରେ ଆଣିବେ।
是はかれらの目には虛僞の占考と見ゆ聖き誓言かれらに在ばなり然れども彼罪を憶ひおこさしむ即ちかれらは取るべし
24 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନଙ୍କର ଆଜ୍ଞା-ଲଙ୍ଘନସବୁ ଅନାବୃତ ହେବାରେ ତୁମ୍ଭେମାନେ ଆପଣାମାନଙ୍କର ଅଧର୍ମ ସ୍ମରଣ କରାଇଅଛ, ଏଥିପାଇଁ ତୁମ୍ଭମାନଙ୍କର ସକଳ କ୍ରିୟାରେ ତୁମ୍ଭମାନଙ୍କର ପାପ ପ୍ରକାଶ ପାଏ; ତୁମ୍ଭେମାନେ ସ୍ମରଣରେ ଆସିବାରୁ ତୁମ୍ଭେମାନେ ହସ୍ତରେ ଧରାଯିବ।
是故に主ヱホバかく言ふ汝ら旣にその罪を憶おこさしめて汝らの愆著明になりたれば汝らの罪その諸の行爲に顯る汝ら旣に憶いださるれば必ず手に執へらるべし
25 ପୁଣି, ହେ ଆହତ ଦୁଷ୍ଟ ଇସ୍ରାଏଲୀୟ ଅଧିପତି, ଅନ୍ତିମ ଅପରାଧ ସମୟରେ ତୁମ୍ଭର ଦିନ ଉପସ୍ଥିତ ହୋଇଅଛି;
汝刺透さるる者罪人イスラエルの君主よ汝の罪その終を來らしめて汝の罰せらるる日至る
26 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଶିରୋଭୂଷଣ ଦୂର କର, ରାଜମୁକୁଟ କାଢ଼ି ପକାଅ; ଏହା ସେହିପରି ଆଉ ରହିବ ନାହିଁ; ଯାହା ନୀଚ, ତାହାକୁ ଉଚ୍ଚ କର ଓ ଯାହା ଉଚ୍ଚ, ତାହାକୁ ନୀଚ କର।
主ヱホバかく言ふ冕旒を去り冠冕を除り離せ是は是ならざるべし卑き者は高くせられ高き者は卑くせられん
27 ଆମ୍ଭେ ତାହା ଓଲଟାଇ ପକାଇବା, ଓଲଟାଇ ପକାଇବା, ଓଲଟାଇ ପକାଇବା; ଯେ ଅଧିକାରୀ ଅଟନ୍ତି, ସେ ନ ଆସିବା ପର୍ଯ୍ୟନ୍ତ ଏହା ମଧ୍ୟ ଆଉ ରହିବ ନାହିଁ, ତହୁଁ ଆମ୍ଭେ ତାହାଙ୍କୁ ଏହା ଦେବା।
我顚覆をなし顚覆をなし顚覆を爲ん權威を持べき者の來る時まで是は有ことなし彼に我之を與ふ
28 ପୁଣି ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଅମ୍ମୋନ-ସନ୍ତାନଗଣ ବିଷୟରେ ଓ ସେମାନଙ୍କ ଅପମାନ ବିଷୟରେ ଏହି କଥା କହନ୍ତି; ତୁମ୍ଭେ କୁହ, ଅନ୍ତିମ ଅଧର୍ମ ସମୟରେ ଯେଉଁମାନଙ୍କର ଦିନ ଉପସ୍ଥିତ ହୋଇଅଛି, ଏପରି ଆହତ ଦୁଷ୍ଟ ଲୋକମାନଙ୍କର ଗ୍ରୀବା ଉପରେ ତୁମ୍ଭକୁ ଥୋଇବା ନିମନ୍ତେ ଲୋକମାନେ ତୁମ୍ଭ ପାଇଁ ଅସାର ଦର୍ଶନ ପାଇଲେ ହେଁ ଓ ତୁମ୍ଭ ନିକଟରେ ମିଥ୍ୟା ମନ୍ତ୍ର ପାଠ କଲେ ହେଁ,
人の子よ汝預言して言べし主ヱホバ、アンモンの子孫とその嘲笑につきて斯言ふと即ち汝言べし劍あり劍あり是殺すことのために拔てあり滅すことのために磨きありて光ひらめくなり
29 ଖଡ୍ଗ, ଖଡ୍ଗ ନିଷ୍କୋଷ ହୋଇଅଛି, ହତ୍ୟା ଓ ଗ୍ରାସ କରିବା ନିମନ୍ତେ ତାହା ଯେପରି ବିଦ୍ୟୁତ୍ ପରି ହେବ, ଏଥିପାଇଁ ତାହା ମାର୍ଜିତ ହୋଇଅଛି।
人なんぢに虛淨を預言し汝に假僞の占考を示して汝をその殺さるる惡人の頸の上に置んとす彼らの罪その終を來らしめて彼らの罰せらるる日いたる
30 ତାକୁ ପୁନର୍ବାର ତାହାର କୋଷକୁ ଫେରାଇ ଆଣ। ତୁମ୍ଭେ ଯେଉଁ ସ୍ଥାନରେ ସୃଷ୍ଟ ହୋଇଥିଲ ଓ ଯେଉଁ ଦେଶରେ ତୁମ୍ଭେ ଜନ୍ମ ହୋଇଥିଲ, ସେଠାରେ ଆମ୍ଭେ ତୁମ୍ଭର ବିଚାର କରିବା।
これをその鞘にかへし納めよ汝の造られし處なんぢの生れし地にて我汝を鞫き
31 ଆଉ, ଆମ୍ଭେ ତୁମ୍ଭ ଉପରେ ଆପଣା କ୍ରୋଧ ଢାଳିବା; ଆମ୍ଭେ ତୁମ୍ଭ ଉପରେ ଆପଣା କୋପରୂପ ଅଗ୍ନି ଫୁଙ୍କିବା; ପୁଣି, ଆମ୍ଭେ ପଶୁବତ୍ ଓ ବିନାଶ କରିବାକୁ ନିପୁଣ ଲୋକମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା।
わが怒を汝に斟ぎ吾憤恨の火を汝にむかひて燃し狂暴人滅すことに巧なる者の手に汝を付すべし
32 ତୁମ୍ଭେ ଅଗ୍ନି ପାଇଁ ଜାଳ ସ୍ୱରୂପ ହେବ; ତୁମ୍ଭର ରକ୍ତ ଦେଶ ମଧ୍ୟରେ ପତିତ ହେବ; ତୁମ୍ଭେ ଆଉ ସ୍ମୃତିପଥରେ ଆସିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।”
汝は火の薪となり汝の血は國の中にあらん汝は重ねて憶えらるることなかるべし我ヱホバこれを言ばなり