< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 22 >

1 ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
ויהי דבר יהוה אלי לאמר׃
2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ବିଚାର କରିବ? ତୁମ୍ଭେ କି ଏହି ରକ୍ତମୟୀ ନଗରୀର ବିଚାର କରିବ? ତେବେ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ତାହାକୁ ଜ୍ଞାତ କରାଅ।
ואתה בן אדם התשפט התשפט את עיר הדמים והודעתה את כל תועבותיה׃
3 ପୁଣି, ତୁମ୍ଭେ ତାହାକୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହେ ନଗରୀ! ତୁମ୍ଭେ ଆପଣାର କାଳ ଉପସ୍ଥିତ କରାଇବା ନିମନ୍ତେ ଆପଣା ମଧ୍ୟରେ ରକ୍ତପାତ କରୁଅଛ ଓ ଆପଣାକୁ ଅଶୁଚି କରିବା ନିମନ୍ତେ ଆପଣା ପାଇଁ ପ୍ରତିମାଗଣ ନିର୍ମାଣ କରୁଅଛ।
ואמרת כה אמר אדני יהוה עיר שפכת דם בתוכה לבוא עתה ועשתה גלולים עליה לטמאה׃
4 ତୁମ୍ଭେ ଯେଉଁ ରକ୍ତପାତ କରିଅଛ, ତଦ୍ଦ୍ୱାରା ଦୋଷୀ ହୋଇଅଛ ଓ ତୁମ୍ଭେ ଯେଉଁ ପ୍ରତିମାଗଣ ନିର୍ମାଣ କରିଅଛ, ତଦ୍ଦ୍ୱାରା ଅଶୁଚି ହୋଇଅଛ; ଆଉ, ତୁମ୍ଭେ ଆପଣାର ଦିନ ନିକଟବର୍ତ୍ତୀ କରାଇଅଛ ଓ ମଧ୍ୟ ଆପଣା ଆୟୁର ଶେଷାଂଶରେ ଉପସ୍ଥିତ ହୋଇଅଛ; ଏଣୁ ଆମ୍ଭେ ତୁମ୍ଭକୁ ଗୋଷ୍ଠୀଗଣ ନିକଟରେ ନିନ୍ଦାର ପାତ୍ର ଓ ସବୁ ଦେଶ ନିକଟରେ ପରିହାସର ପାତ୍ର କରିଅଛୁ।
בדמך אשר שפכת אשמת ובגלוליך אשר עשית טמאת ותקריבי ימיך ותבוא עד שנותיך על כן נתתיך חרפה לגוים וקלסה לכל הארצות׃
5 ହେ ଦୁର୍ନାମୀ ଓ କଳହପୂର୍ଣ୍ଣେ, ତୁମ୍ଭର ନିକଟସ୍ଥ ଓ ଦୂରସ୍ଥ ସମସ୍ତେ ତୁମ୍ଭକୁ ପରିହାସ କରିବେ।
הקרבות והרחקות ממך יתקלסו בך טמאת השם רבת המהומה׃
6 ଦେଖ, ଇସ୍ରାଏଲର ଅଧିପତିଗଣ ପ୍ରତ୍ୟେକେ ଆପଣା ଆପଣା ପରାକ୍ରମ ଅନୁସାରେ ରକ୍ତପାତ କରିବା ନିମନ୍ତେ ତୁମ୍ଭ ମଧ୍ୟରେ ରହିଅଛନ୍ତି।
הנה נשיאי ישראל איש לזרעו היו בך למען שפך דם׃
7 ତୁମ୍ଭ ମଧ୍ୟରେ ଲୋକମାନେ ପିତାମାତାଙ୍କୁ ଅବଜ୍ଞା କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ବିଦେଶୀ ପ୍ରତି ଉପଦ୍ରବ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ପିତୃହୀନ ଓ ବିଧବା ପ୍ରତି ଅନ୍ୟାୟ କରିଅଛନ୍ତି।
אב ואם הקלו בך לגר עשו בעשק בתוכך יתום ואלמנה הונו בך׃
8 ତୁମ୍ଭେ ଆମ୍ଭର ପବିତ୍ର ବସ୍ତୁସକଳ ତୁଚ୍ଛ କରିଅଛ ଓ ଆମ୍ଭର ବିଶ୍ରାମ ଦିନସବୁ ଅପବିତ୍ର କରିଅଛ।
קדשי בזית ואת שבתתי חללת׃
9 ରକ୍ତପାତ କରିବା ପାଇଁ ନିନ୍ଦକମାନେ ତୁମ୍ଭ ମଧ୍ୟରେ ରହିଅଛନ୍ତି ଓ ତୁମ୍ଭ ମଧ୍ୟରେ ଲୋକମାନେ ପର୍ବତ ଉପରେ ଭୋଜନ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ଲମ୍ପଟାଚରଣ କରିଅଛନ୍ତି।
אנשי רכיל היו בך למען שפך דם ואל ההרים אכלו בך זמה עשו בתוכך׃
10 ତୁମ୍ଭ ମଧ୍ୟରେ ଲୋକମାନେ ଆପଣା ଆପଣା ପିତାର ଆବରଣୀୟ ଅନାବୃତ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ଋତୁ ସମୟରେ ଅଶୁଚି ଥିବା ସ୍ତ୍ରୀକୁ ବଳାତ୍କାର କରିଅଛନ୍ତି।
ערות אב גלה בך טמאת הנדה ענו בך׃
11 ପୁଣି, କେହି କେହି ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି, ପୁଣି, ଅନ୍ୟ କେହି କେହି ଲମ୍ପଟତାପୂର୍ବକ ଆପଣା ପୁତ୍ରବଧୂକୁ ଅଶୁଚି କରିଅଛନ୍ତି; ଆଉ, ତୁମ୍ଭ ମଧ୍ୟରେ ଅନ୍ୟ କେହି କେହି ଆପଣା ଆପଣା ଭଗିନୀକୁ, ଆପଣା ପିତାର କନ୍ୟାକୁ ବଳାତ୍କାର କରିଅଛନ୍ତି।
ואיש את אשת רעהו עשה תועבה ואיש את כלתו טמא בזמה ואיש את אחתו בת אביו ענה בך׃
12 ତୁମ୍ଭ ମଧ୍ୟରେ ଲୋକମାନେ ରକ୍ତପାତ କରିବା ପାଇଁ ଲାଞ୍ଚ ନେଇଅଛନ୍ତି; ତୁମ୍ଭେ ସୁଧ ଓ ବୃଦ୍ଧି ଗ୍ରହଣ କରିଅଛ, ଆଉ ତୁମ୍ଭେ ଲୋଭରେ ଉପଦ୍ରବ କରି ଆପଣା ପ୍ରତିବାସୀଠାରୁ ଲାଭ ନେଇଅଛ, ପୁଣି, ଆମ୍ଭକୁ ପାସୋରିଅଛ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
שחד לקחו בך למען שפך דם נשך ותרבית לקחת ותבצעי רעיך בעשק ואתי שכחת נאם אדני יהוה׃
13 ଏଥିପାଇଁ ଦେଖ, ତୁମ୍ଭର ଅନ୍ୟାୟ ଲାଭ ଓ ତୁମ୍ଭ ମଧ୍ୟରେ ଯେଉଁ ରକ୍ତପାତ ହୋଇଅଛି, ତହିଁ ନିମନ୍ତେ ଆମ୍ଭେ ଆପଣା ହସ୍ତ ଦେଇଅଛୁ।
והנה הכיתי כפי אל בצעך אשר עשית ועל דמך אשר היו בתוכך׃
14 ଯେଉଁ ଦିନ ଆମ୍ଭେ ତୁମ୍ଭଠାରୁ ନିକାଶ ନେବା, ସେହି ଦିନ ତୁମ୍ଭ ଅନ୍ତଃକରଣ କି ସହି ପାରିବ, ଅବା ତୁମ୍ଭର ହସ୍ତ କି ସବଳ ହୋଇ ପାରିବ? ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ଏହା ସିଦ୍ଧ କରିବା।
היעמד לבך אם תחזקנה ידיך לימים אשר אני עשה אותך אני יהוה דברתי ועשיתי׃
15 ପୁଣି, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ତୁମ୍ଭକୁ ନିକ୍ଷେପ କରିବା; ଆଉ, ଆମ୍ଭେ ତୁମ୍ଭର ଅଶୁଚିତା ତୁମ୍ଭଠାରୁ ନାଶ କରିବା।
והפיצותי אותך בגוים וזריתיך בארצות והתמתי טמאתך ממך׃
16 ଆଉ, ତୁମ୍ଭେ ଗୋଷ୍ଠୀଗଣର ସାକ୍ଷାତରେ ଆପଣା ସକାଶୁ ଅପବିତ୍ର ହେବ,” ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ।
ונחלת בך לעיני גוים וידעת כי אני יהוה׃
17 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
ויהי דבר יהוה אלי לאמר׃
18 “ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶ ଆମ୍ଭ ନିକଟରେ ଖାଦ ସ୍ୱରୂପ ହୋଇଅଛନ୍ତି; ସେମାନେ ସମସ୍ତେ ଉହ୍ମେଇ ମଧ୍ୟରେ ପିତ୍ତଳ, ଦସ୍ତା, ଲୁହା ଓ ସୀସା ସ୍ୱରୂପ ହୋଇଅଛନ୍ତି; ସେମାନେ ରୂପାର ଖାଦ ସ୍ୱରୂପ,
בן אדם היו לי בית ישראל לסוג כלם נחשת ובדיל וברזל ועופרת בתוך כור סגים כסף היו׃
19 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସମସ୍ତେ ଖାଦ ସ୍ୱରୂପ ହୋଇଅଛ, ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ଯିରୂଶାଲମ ମଧ୍ୟରେ ଏକତ୍ର କରିବା।
לכן כה אמר אדני יהוה יען היות כלכם לסגים לכן הנני קבץ אתכם אל תוך ירושלם׃
20 ଯେପରି ଲୋକମାନେ ଉହ୍ମେଇ ମଧ୍ୟରେ ରୂପା, ପିତ୍ତଳ ଓ ଲୁହା, ସୀସା ଓ ଦସ୍ତା ଏକତ୍ର କରି, ତରଳାଇବା ପାଇଁ ତହିଁ ଉପରେ ଅଗ୍ନି ରଖି ଫୁଙ୍କନ୍ତି; ସେହିପରି ଆମ୍ଭେ ତୁମ୍ଭମାନଙ୍କୁ ଆପଣା କ୍ରୋଧ ଓ ଆପଣା କୋପରେ ଏକତ୍ର କରି ସେହି ସ୍ଥାନରେ ରଖିବା ଓ ତୁମ୍ଭମାନଙ୍କୁ ତରଳାଇବା।
קבצת כסף ונחשת וברזל ועופרת ובדיל אל תוך כור לפחת עליו אש להנתיך כן אקבץ באפי ובחמתי והנחתי והתכתי אתכם׃
21 ହଁ, ଆମ୍ଭେ ତୁମ୍ଭମାନଙ୍କୁ ଏକତ୍ର କରି ଆପଣା କ୍ରୋଧରୂପ ଅଗ୍ନିରେ ତୁମ୍ଭମାନଙ୍କୁ ଫୁଙ୍କିବା, ତହୁଁ ତୁମ୍ଭେମାନେ ତହିଁ ମଧ୍ୟରେ ତରଳି ଯିବ।
וכנסתי אתכם ונפחתי עליכם באש עברתי ונתכתם בתוכה׃
22 ଯେପରି ରୂପା ଉହ୍ମେଇ ମଧ୍ୟରେ ତରଳାଯାଏ, ସେହିପରି ତୁମ୍ଭେମାନେ ତହିଁ ମଧ୍ୟରେ ତରଳା ଯିବ; ତହିଁରେ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଯେ ଆପଣା କୋପ ଢାଳିଅଛୁ, ଏହା ତୁମ୍ଭେମାନେ ଜାଣିବ।”
כהתוך כסף בתוך כור כן תתכו בתוכה וידעתם כי אני יהוה שפכתי חמתי עליכם׃
23 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
ויהי דבר יהוה אלי לאמר׃
24 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ତାହାକୁ କୁହ, ଯେଉଁ ଦେଶ ପରିଷ୍କୃତ ହୋଇ ନାହିଁ, କିଅବା କ୍ରୋଧର ଦିନରେ ଯହିଁ ଉପରେ ବୃଷ୍ଟି ହୋଇ ନାହିଁ, ତୁମ୍ଭେ ଏପରି ଦେଶ ଅଟ।
בן אדם אמר לה את ארץ לא מטהרה היא לא גשמה ביום זעם׃
25 ତାହାର ଭବିଷ୍ୟଦ୍‍ବକ୍ତାମାନେ ତହିଁ ମଧ୍ୟରେ ଚକ୍ରାନ୍ତ କରନ୍ତି, ସେମାନେ ମୃଗୟା ବିଦାରିବାକୁ ଉତ୍ସୁକ ଗର୍ଜ୍ଜନକାରୀ ସିଂହ ପରି; ସେମାନେ ପ୍ରାଣୀମାନଙ୍କୁ ଗ୍ରାସ କରିଅଛନ୍ତି; ସେମାନେ ଧନ ଓ ବହୁମୂଲ୍ୟ ବସ୍ତ୍ର ହରଣ କରନ୍ତି; ସେମାନେ ତହିଁ ମଧ୍ୟରେ ଅନେକଙ୍କୁ ବିଧବା କରିଅଛନ୍ତି।
קשר נביאיה בתוכה כארי שואג טרף טרף נפש אכלו חסן ויקר יקחו אלמנותיה הרבו בתוכה׃
26 ତାହାର ଯାଜକମାନେ ଆମ୍ଭ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି ଓ ଆମ୍ଭର ପବିତ୍ର ବସ୍ତୁସବୁ ଅପବିତ୍ର କରିଅଛନ୍ତି; ସେମାନେ ପବିତ୍ର ଓ ସାମାନ୍ୟ ବିଷୟ ମଧ୍ୟରେ କିଛି ହିଁ ପ୍ରଭେଦ ରଖି ନାହାନ୍ତି, କିଅବା ଶୁଚି ଅଶୁଚି ମଧ୍ୟରେ ବିଶେଷ କରିବା ପାଇଁ ଲୋକମାନଙ୍କୁ ଶିଖାଇ ନାହାନ୍ତି, ପୁଣି, ଆମ୍ଭ ବିଶ୍ରାମ ଦିନ ପ୍ରତି ସେମାନଙ୍କ ଚକ୍ଷୁ ମୁଦ୍ରିତ କରିଅଛନ୍ତି, ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଅପବିତ୍ରୀକୃତ ହେଉଅଛୁ।
כהניה חמסו תורתי ויחללו קדשי בין קדש לחל לא הבדילו ובין הטמא לטהור לא הודיעו ומשבתותי העלימו עיניהם ואחל בתוכם׃
27 ତାହାର ଅଧିପତିମାନେ ଅନ୍ୟାୟ ଲାଭର ଚେଷ୍ଟାରେ ରକ୍ତପାତ ଓ ପ୍ରାଣୀମାନଙ୍କୁ ବିନାଶ କରିବା ପାଇଁ ମୃଗୟା ବିଦାରିବାକୁ ଉତ୍ସୁକ, କେନ୍ଦୁଆଗଣ ପରି ତହିଁ ମଧ୍ୟରେ ଅଛନ୍ତି।
שריה בקרבה כזאבים טרפי טרף לשפך דם לאבד נפשות למען בצע בצע׃
28 ପୁଣି, ତାହାର ଭବିଷ୍ୟଦ୍‍ବକ୍ତାମାନେ ଅସାର ଦର୍ଶନ ପାଇ ଓ ସଦାପ୍ରଭୁ କହି ନ ଥିଲେ ହେଁ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହିଅଛନ୍ତି’ ବୋଲି ସେମାନଙ୍କ ନିକଟରେ ମିଥ୍ୟା ମନ୍ତ୍ର ପାଠ କରି ଅମିଶ୍ରିତ ମସଲାରେ ସେମାନଙ୍କ କାନ୍ଥ ଲେପନ କରିଅଛନ୍ତି।
ונביאיה טחו להם תפל חזים שוא וקסמים להם כזב אמרים כה אמר אדני יהוה ויהוה לא דבר׃
29 ଦେଶସ୍ଥ ଲୋକମାନେ ଉପଦ୍ରବ କରିଅଛନ୍ତି ଓ ପରର ଦ୍ରବ୍ୟ ବଳପୂର୍ବକ ଅପହରଣ କରିଅଛନ୍ତି; ହଁ, ସେମାନେ ଦରିଦ୍ର ଓ ଦୀନହୀନକୁ କ୍ଳେଶ ଦେଇଅଛନ୍ତି ଓ ବିଦେଶୀ ପ୍ରତି ଅନ୍ୟାୟପୂର୍ବକ ଉପଦ୍ରବ କରିଅଛନ୍ତି।
עם הארץ עשקו עשק וגזלו גזל ועני ואביון הונו ואת הגר עשקו בלא משפט׃
30 ପୁଣି, ଆମ୍ଭେ ଯେପରି ଦେଶ ବିନଷ୍ଟ ନ କରୁ, ଏଥିପାଇଁ ଯେ ପ୍ରାଚୀର ଦୃଢ଼ କରି ପାରିବ ଓ ଫାଟ ସ୍ଥାନରେ ଆମ୍ଭ ସମ୍ମୁଖରେ ଦେଶର ସପକ୍ଷରେ ଠିଆ ହେବ, ଏପରି ଏକ ପୁରୁଷ ଆମ୍ଭେ ଅନ୍ଵେଷଣ କଲୁ, ମାତ୍ର ଜଣେ ସୁଦ୍ଧା ପାଇଲୁ ନାହିଁ।
ואבקש מהם איש גדר גדר ועמד בפרץ לפני בעד הארץ לבלתי שחתה ולא מצאתי׃
31 ଏହେତୁ ଆମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି ଦେଇଅଛୁ; ଆମ୍ଭେ ଆପଣା କୋପାଗ୍ନିରେ ସେମାନଙ୍କୁ ସଂହାର କରିଅଛୁ; ସେମାନଙ୍କ ନିଜ କାର୍ଯ୍ୟର ଫଳ ସେମାନଙ୍କର ମସ୍ତକରେ ବର୍ତ୍ତାଇଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
ואשפך עליהם זעמי באש עברתי כליתים דרכם בראשם נתתי נאם אדני יהוה׃

< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 22 >