< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 22 >
1 ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
Neno la Bwana likanijia kusema:
2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ବିଚାର କରିବ? ତୁମ୍ଭେ କି ଏହି ରକ୍ତମୟୀ ନଗରୀର ବିଚାର କରିବ? ତେବେ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ତାହାକୁ ଜ୍ଞାତ କରାଅ।
“Mwanadamu, je, wewe utauhukumu? Je, utauhukumu huu mji umwagao damu? Basi uujulishe juu ya matendo yake yote ya machukizo
3 ପୁଣି, ତୁମ୍ଭେ ତାହାକୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହେ ନଗରୀ! ତୁମ୍ଭେ ଆପଣାର କାଳ ଉପସ୍ଥିତ କରାଇବା ନିମନ୍ତେ ଆପଣା ମଧ୍ୟରେ ରକ୍ତପାତ କରୁଅଛ ଓ ଆପଣାକୁ ଅଶୁଚି କରିବା ନିମନ୍ତେ ଆପଣା ପାଇଁ ପ୍ରତିମାଗଣ ନିର୍ମାଣ କରୁଅଛ।
uuambie: ‘Hili ndilo Bwana Mwenyezi asemalo: Ee mji ule ujileteao maangamizi wenyewe kwa kumwaga damu ndani yake na kujinajisi wenyewe kwa kutengeneza sanamu,
4 ତୁମ୍ଭେ ଯେଉଁ ରକ୍ତପାତ କରିଅଛ, ତଦ୍ଦ୍ୱାରା ଦୋଷୀ ହୋଇଅଛ ଓ ତୁମ୍ଭେ ଯେଉଁ ପ୍ରତିମାଗଣ ନିର୍ମାଣ କରିଅଛ, ତଦ୍ଦ୍ୱାରା ଅଶୁଚି ହୋଇଅଛ; ଆଉ, ତୁମ୍ଭେ ଆପଣାର ଦିନ ନିକଟବର୍ତ୍ତୀ କରାଇଅଛ ଓ ମଧ୍ୟ ଆପଣା ଆୟୁର ଶେଷାଂଶରେ ଉପସ୍ଥିତ ହୋଇଅଛ; ଏଣୁ ଆମ୍ଭେ ତୁମ୍ଭକୁ ଗୋଷ୍ଠୀଗଣ ନିକଟରେ ନିନ୍ଦାର ପାତ୍ର ଓ ସବୁ ଦେଶ ନିକଟରେ ପରିହାସର ପାତ୍ର କରିଅଛୁ।
umekuwa na hatia kwa sababu ya damu uliyomwaga na umetiwa unajisi kwa sanamu ulizotengeneza. Umejiletea mwisho wa siku zako na mwisho wa miaka yako umewadia. Kwa hiyo nitakufanya kitu cha kudharauliwa kwa mataifa na kitu cha mzaha kwa nchi zote.
5 ହେ ଦୁର୍ନାମୀ ଓ କଳହପୂର୍ଣ୍ଣେ, ତୁମ୍ଭର ନିକଟସ୍ଥ ଓ ଦୂରସ୍ଥ ସମସ୍ତେ ତୁମ୍ଭକୁ ପରିହାସ କରିବେ।
Wale walio karibu na wale walio mbali watakudhihaki, Ewe mji wenye sifa mbaya, uliyejaa ghasia.
6 ଦେଖ, ଇସ୍ରାଏଲର ଅଧିପତିଗଣ ପ୍ରତ୍ୟେକେ ଆପଣା ଆପଣା ପରାକ୍ରମ ଅନୁସାରେ ରକ୍ତପାତ କରିବା ନିମନ୍ତେ ତୁମ୍ଭ ମଧ୍ୟରେ ରହିଅଛନ୍ତି।
“‘Ona jinsi kila mkuu wa Israeli aliyeko ndani yako anavyotumia nguvu zake kumwaga damu.
7 ତୁମ୍ଭ ମଧ୍ୟରେ ଲୋକମାନେ ପିତାମାତାଙ୍କୁ ଅବଜ୍ଞା କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ବିଦେଶୀ ପ୍ରତି ଉପଦ୍ରବ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ପିତୃହୀନ ଓ ବିଧବା ପ୍ରତି ଅନ୍ୟାୟ କରିଅଛନ୍ତି।
Ndani yako wamewadharau baba na mama, ndani yako wamewatendea wageni udhalimu na kuwaonea yatima na wajane.
8 ତୁମ୍ଭେ ଆମ୍ଭର ପବିତ୍ର ବସ୍ତୁସକଳ ତୁଚ୍ଛ କରିଅଛ ଓ ଆମ୍ଭର ବିଶ୍ରାମ ଦିନସବୁ ଅପବିତ୍ର କରିଅଛ।
Mmedharau vitu vyangu vitakatifu na kuzinajisi Sabato zangu.
9 ରକ୍ତପାତ କରିବା ପାଇଁ ନିନ୍ଦକମାନେ ତୁମ୍ଭ ମଧ୍ୟରେ ରହିଅଛନ୍ତି ଓ ତୁମ୍ଭ ମଧ୍ୟରେ ଲୋକମାନେ ପର୍ବତ ଉପରେ ଭୋଜନ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ଲମ୍ପଟାଚରଣ କରିଅଛନ୍ତି।
Ndani yako wako watu wasingiziaji, watu walio tayari kumwaga damu, ndani yako wako wale wanaokula vyakula vilivyotolewa mahali pa ibada za miungu kwenye milima, na kutenda matendo ya uasherati.
10 ତୁମ୍ଭ ମଧ୍ୟରେ ଲୋକମାନେ ଆପଣା ଆପଣା ପିତାର ଆବରଣୀୟ ଅନାବୃତ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ଋତୁ ସମୟରେ ଅଶୁଚି ଥିବା ସ୍ତ୍ରୀକୁ ବଳାତ୍କାର କରିଅଛନ୍ତି।
Ndani yako wako wale wanaovunjia heshima vitanda vya baba zao, ndani yako wamo wale wanaowatendea wanawake jeuri wakiwa katika hedhi, wakati wakiwa si safi.
11 ପୁଣି, କେହି କେହି ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି, ପୁଣି, ଅନ୍ୟ କେହି କେହି ଲମ୍ପଟତାପୂର୍ବକ ଆପଣା ପୁତ୍ରବଧୂକୁ ଅଶୁଚି କରିଅଛନ୍ତି; ଆଉ, ତୁମ୍ଭ ମଧ୍ୟରେ ଅନ୍ୟ କେହି କେହି ଆପଣା ଆପଣା ଭଗିନୀକୁ, ଆପଣା ପିତାର କନ୍ୟାକୁ ବଳାତ୍କାର କରିଅଛନ୍ତି।
Ndani yako mtu hufanya mambo ya machukizo na mke wa jirani yake, mwingine kwa aibu kubwa hukutana kimwili na mke wa mwanawe, mwingine humtenda jeuri dada yake, binti wa baba yake hasa.
12 ତୁମ୍ଭ ମଧ୍ୟରେ ଲୋକମାନେ ରକ୍ତପାତ କରିବା ପାଇଁ ଲାଞ୍ଚ ନେଇଅଛନ୍ତି; ତୁମ୍ଭେ ସୁଧ ଓ ବୃଦ୍ଧି ଗ୍ରହଣ କରିଅଛ, ଆଉ ତୁମ୍ଭେ ଲୋଭରେ ଉପଦ୍ରବ କରି ଆପଣା ପ୍ରତିବାସୀଠାରୁ ଲାଭ ନେଇଅଛ, ପୁଣି, ଆମ୍ଭକୁ ପାସୋରିଅଛ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Ndani yako watu hupokea rushwa ili kumwaga damu, mnapokea riba na faida ya ziada na kupata faida isiyokuwa halali kutoka kwa jirani ili kupata faida kubwa kupita kiasi. Nawe umenisahau mimi, asema Bwana Mwenyezi.
13 ଏଥିପାଇଁ ଦେଖ, ତୁମ୍ଭର ଅନ୍ୟାୟ ଲାଭ ଓ ତୁମ୍ଭ ମଧ୍ୟରେ ଯେଉଁ ରକ୍ତପାତ ହୋଇଅଛି, ତହିଁ ନିମନ୍ତେ ଆମ୍ଭେ ଆପଣା ହସ୍ତ ଦେଇଅଛୁ।
“‘Hakika nitapiga makofi kwa ajili ya faida isiyo halali uliyojipatia na kwa damu uliyoimwaga ndani yako.
14 ଯେଉଁ ଦିନ ଆମ୍ଭେ ତୁମ୍ଭଠାରୁ ନିକାଶ ନେବା, ସେହି ଦିନ ତୁମ୍ଭ ଅନ୍ତଃକରଣ କି ସହି ପାରିବ, ଅବା ତୁମ୍ଭର ହସ୍ତ କି ସବଳ ହୋଇ ପାରିବ? ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ଏହା ସିଦ୍ଧ କରିବା।
Je, ujasiri wako utadumu au mikono yako itakuwa na nguvu siku hiyo nitakapokushughulikia? Mimi Bwana nimesema na nitalifanya.
15 ପୁଣି, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ତୁମ୍ଭକୁ ନିକ୍ଷେପ କରିବା; ଆଉ, ଆମ୍ଭେ ତୁମ୍ଭର ଅଶୁଚିତା ତୁମ୍ଭଠାରୁ ନାଶ କରିବା।
Nitakutawanya miongoni mwa mataifa na kukutapanya katika nchi mbalimbali nami nitakomesha unajisi wako.
16 ଆଉ, ତୁମ୍ଭେ ଗୋଷ୍ଠୀଗଣର ସାକ୍ଷାତରେ ଆପଣା ସକାଶୁ ଅପବିତ୍ର ହେବ,” ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ।
Ukiisha kunajisika mbele ya mataifa, utajua kuwa Mimi ndimi Bwana.’”
17 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
Ndipo neno la Bwana likanijia kusema:
18 “ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶ ଆମ୍ଭ ନିକଟରେ ଖାଦ ସ୍ୱରୂପ ହୋଇଅଛନ୍ତି; ସେମାନେ ସମସ୍ତେ ଉହ୍ମେଇ ମଧ୍ୟରେ ପିତ୍ତଳ, ଦସ୍ତା, ଲୁହା ଓ ସୀସା ସ୍ୱରୂପ ହୋଇଅଛନ୍ତି; ସେମାନେ ରୂପାର ଖାଦ ସ୍ୱରୂପ,
“Mwanadamu, nyumba ya Israeli imekuwa kwangu takataka ya chuma, wote kwangu wamekuwa shaba, bati, chuma na risasi iliyoachwa kalibuni. Wao ni taka ya madini ya fedha tu.
19 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସମସ୍ତେ ଖାଦ ସ୍ୱରୂପ ହୋଇଅଛ, ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ଯିରୂଶାଲମ ମଧ୍ୟରେ ଏକତ୍ର କରିବା।
Kwa hiyo hili ndilo Bwana Mwenyezi asemalo: ‘Kwa kuwa wote mmekuwa takataka ya chuma, nitawakusanya Yerusalemu.
20 ଯେପରି ଲୋକମାନେ ଉହ୍ମେଇ ମଧ୍ୟରେ ରୂପା, ପିତ୍ତଳ ଓ ଲୁହା, ସୀସା ଓ ଦସ୍ତା ଏକତ୍ର କରି, ତରଳାଇବା ପାଇଁ ତହିଁ ଉପରେ ଅଗ୍ନି ରଖି ଫୁଙ୍କନ୍ତି; ସେହିପରି ଆମ୍ଭେ ତୁମ୍ଭମାନଙ୍କୁ ଆପଣା କ୍ରୋଧ ଓ ଆପଣା କୋପରେ ଏକତ୍ର କରି ସେହି ସ୍ଥାନରେ ରଖିବା ଓ ତୁମ୍ଭମାନଙ୍କୁ ତରଳାଇବା।
Kama vile watu wakusanyavyo fedha, shaba, chuma, risasi na bati kalibuni ili kuyeyusha kwa moto mkali, ndivyo nitakavyowakusanya katika hasira yangu na ghadhabu yangu kuwaweka ndani ya mji na kuwayeyusha.
21 ହଁ, ଆମ୍ଭେ ତୁମ୍ଭମାନଙ୍କୁ ଏକତ୍ର କରି ଆପଣା କ୍ରୋଧରୂପ ଅଗ୍ନିରେ ତୁମ୍ଭମାନଙ୍କୁ ଫୁଙ୍କିବା, ତହୁଁ ତୁମ୍ଭେମାନେ ତହିଁ ମଧ୍ୟରେ ତରଳି ଯିବ।
Nitawakusanya na kupuliza juu yenu moto wa hasira yangu na ghadhabu yangu nanyi mtayeyushwa ndani ya huo mji.
22 ଯେପରି ରୂପା ଉହ୍ମେଇ ମଧ୍ୟରେ ତରଳାଯାଏ, ସେହିପରି ତୁମ୍ଭେମାନେ ତହିଁ ମଧ୍ୟରେ ତରଳା ଯିବ; ତହିଁରେ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଯେ ଆପଣା କୋପ ଢାଳିଅଛୁ, ଏହା ତୁମ୍ଭେମାନେ ଜାଣିବ।”
Kama fedha iyeyukavyo kalibuni, ndivyo mtakavyoyeyuka ndani ya huo mji, nanyi mtajua kuwa Mimi Bwana nimemwaga ghadhabu yangu juu yenu.’”
23 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
Neno la Bwana likanijia tena kusema:
24 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ତାହାକୁ କୁହ, ଯେଉଁ ଦେଶ ପରିଷ୍କୃତ ହୋଇ ନାହିଁ, କିଅବା କ୍ରୋଧର ଦିନରେ ଯହିଁ ଉପରେ ବୃଷ୍ଟି ହୋଇ ନାହିଁ, ତୁମ୍ଭେ ଏପରି ଦେଶ ଅଟ।
“Mwanadamu, iambie nchi, ‘Wewe ni nchi ambayo haijapata mvua wala manyunyu katika siku ya ghadhabu.’
25 ତାହାର ଭବିଷ୍ୟଦ୍ବକ୍ତାମାନେ ତହିଁ ମଧ୍ୟରେ ଚକ୍ରାନ୍ତ କରନ୍ତି, ସେମାନେ ମୃଗୟା ବିଦାରିବାକୁ ଉତ୍ସୁକ ଗର୍ଜ୍ଜନକାରୀ ସିଂହ ପରି; ସେମାନେ ପ୍ରାଣୀମାନଙ୍କୁ ଗ୍ରାସ କରିଅଛନ୍ତି; ସେମାନେ ଧନ ଓ ବହୁମୂଲ୍ୟ ବସ୍ତ୍ର ହରଣ କରନ୍ତି; ସେମାନେ ତହିଁ ମଧ୍ୟରେ ଅନେକଙ୍କୁ ବିଧବା କରିଅଛନ୍ତି।
Kuna hila mbaya ya wakuu ndani yake kama simba angurumaye akirarua mawindo yake, wanakula watu, wanachukua hazina na vitu vya thamani na kuongeza idadi ya wajane ndani yake.
26 ତାହାର ଯାଜକମାନେ ଆମ୍ଭ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି ଓ ଆମ୍ଭର ପବିତ୍ର ବସ୍ତୁସବୁ ଅପବିତ୍ର କରିଅଛନ୍ତି; ସେମାନେ ପବିତ୍ର ଓ ସାମାନ୍ୟ ବିଷୟ ମଧ୍ୟରେ କିଛି ହିଁ ପ୍ରଭେଦ ରଖି ନାହାନ୍ତି, କିଅବା ଶୁଚି ଅଶୁଚି ମଧ୍ୟରେ ବିଶେଷ କରିବା ପାଇଁ ଲୋକମାନଙ୍କୁ ଶିଖାଇ ନାହାନ୍ତି, ପୁଣି, ଆମ୍ଭ ବିଶ୍ରାମ ଦିନ ପ୍ରତି ସେମାନଙ୍କ ଚକ୍ଷୁ ମୁଦ୍ରିତ କରିଅଛନ୍ତି, ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଅପବିତ୍ରୀକୃତ ହେଉଅଛୁ।
Makuhani wake wameihalifu sheria yangu na kunajisi vitu vyangu vitakatifu, hawatofautishi kati ya vitu vitakatifu na vitu vya kawaida. Wanafundisha kuwa hakuna tofauti kati ya vitu vilivyo najisi na visivyo najisi, nao wanafumba macho yao katika kutunza Sabato zangu, hivyo katikati yao nimetiwa unajisi.
27 ତାହାର ଅଧିପତିମାନେ ଅନ୍ୟାୟ ଲାଭର ଚେଷ୍ଟାରେ ରକ୍ତପାତ ଓ ପ୍ରାଣୀମାନଙ୍କୁ ବିନାଶ କରିବା ପାଇଁ ମୃଗୟା ବିଦାରିବାକୁ ଉତ୍ସୁକ, କେନ୍ଦୁଆଗଣ ପରି ତହିଁ ମଧ୍ୟରେ ଅଛନ୍ତି।
Maafisa wake walioko ndani yake ni kama mbwa mwitu wararuao mawindo yao, wanamwaga damu na kuua watu ili kupata faida ya udhalimu.
28 ପୁଣି, ତାହାର ଭବିଷ୍ୟଦ୍ବକ୍ତାମାନେ ଅସାର ଦର୍ଶନ ପାଇ ଓ ସଦାପ୍ରଭୁ କହି ନ ଥିଲେ ହେଁ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହିଅଛନ୍ତି’ ବୋଲି ସେମାନଙ୍କ ନିକଟରେ ମିଥ୍ୟା ମନ୍ତ୍ର ପାଠ କରି ଅମିଶ୍ରିତ ମସଲାରେ ସେମାନଙ୍କ କାନ୍ଥ ଲେପନ କରିଅଛନ୍ତି।
Manabii wake wanapaka chokaa matendo haya kwa maono ya uongo na utabiri wa udanganyifu. Wanasema, ‘Hili ndilo Bwana Mwenyezi asemalo,’ wakati Bwana hajasema.
29 ଦେଶସ୍ଥ ଲୋକମାନେ ଉପଦ୍ରବ କରିଅଛନ୍ତି ଓ ପରର ଦ୍ରବ୍ୟ ବଳପୂର୍ବକ ଅପହରଣ କରିଅଛନ୍ତି; ହଁ, ସେମାନେ ଦରିଦ୍ର ଓ ଦୀନହୀନକୁ କ୍ଳେଶ ଦେଇଅଛନ୍ତି ଓ ବିଦେଶୀ ପ୍ରତି ଅନ୍ୟାୟପୂର୍ବକ ଉପଦ୍ରବ କରିଅଛନ୍ତି।
Watu wa nchi wanatoza kwa nguvu na kufanya unyangʼanyi, wanawatenda jeuri maskini na wahitaji na kuwaonea wageni, wakiwanyima haki.
30 ପୁଣି, ଆମ୍ଭେ ଯେପରି ଦେଶ ବିନଷ୍ଟ ନ କରୁ, ଏଥିପାଇଁ ଯେ ପ୍ରାଚୀର ଦୃଢ଼ କରି ପାରିବ ଓ ଫାଟ ସ୍ଥାନରେ ଆମ୍ଭ ସମ୍ମୁଖରେ ଦେଶର ସପକ୍ଷରେ ଠିଆ ହେବ, ଏପରି ଏକ ପୁରୁଷ ଆମ୍ଭେ ଅନ୍ଵେଷଣ କଲୁ, ମାତ୍ର ଜଣେ ସୁଦ୍ଧା ପାଇଲୁ ନାହିଁ।
“Nami nikatafuta mtu miongoni mwao, ambaye angejenga ukuta na kusimama mbele zangu mahali palipobomoka kwa ajili ya watu wa nchi ili nisije nikaiangamiza, lakini sikumwona mtu yeyote.
31 ଏହେତୁ ଆମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି ଦେଇଅଛୁ; ଆମ୍ଭେ ଆପଣା କୋପାଗ୍ନିରେ ସେମାନଙ୍କୁ ସଂହାର କରିଅଛୁ; ସେମାନଙ୍କ ନିଜ କାର୍ଯ୍ୟର ଫଳ ସେମାନଙ୍କର ମସ୍ତକରେ ବର୍ତ୍ତାଇଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
Hivyo nitaimwaga ghadhabu yangu juu yao na kuwateketeza kwa moto wa hasira yangu, nikiyaleta juu ya vichwa vyao yale yote waliyotenda, asema Bwana Mwenyezi.”