< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 23 >

1 ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
And the word of the Lord came to me, saying:
2 “ହେ ମନୁଷ୍ୟ-ସନ୍ତାନ, ଦୁଇ ସ୍ତ୍ରୀ ଥିଲେ, ସେମାନେ ଏକ ମାତାର କନ୍ୟା;
“Son of man, two women were daughters of one mother,
3 ପୁଣି, ସେମାନେ ମିସରରେ ବ୍ୟଭିଚାର କଲେ; ସେମାନେ ଯୌବନ କାଳରେ ବ୍ୟଭିଚାର କଲେ; ସେହି ସ୍ଥାନରେ ସେମାନଙ୍କର ସ୍ତନ ମର୍ଦ୍ଦିତ ହେଲା, ଆଉ ସେହି ସ୍ଥାନରେ ଲୋକମାନେ ସେମାନଙ୍କର କୌମାର୍ଯ୍ୟକାଳୀନ କୁଚାଗ୍ର ଟିପିଲେ।
and they fornicated in Egypt; they committed fornication in their youth. In that place, their breasts were conquered; the breasts of their adolescence were subdued.
4 ସେମାନଙ୍କ ମଧ୍ୟରେ ଜ୍ୟେଷ୍ଠାର ନାମ ଅହଲା (ତାହାର ତମ୍ବୁ) ଓ ତାହାର ଭଗିନୀର ନାମ ଅହଲୀବା (ତାହାର ମଧ୍ୟରେ ଆମ୍ଭର ତମ୍ବୁ); ସେମାନେ ଆମ୍ଭର ହେଲେ ଓ ପୁତ୍ରକନ୍ୟା ପ୍ରସବ କଲେ। ପୁଣି, ନାମାନୁସାରେ ଶମରୀୟା ଅହଲା ଓ ଯିରୂଶାଲମ ଅହଲୀବା ଅଟେ।
Now their names were Oholah, the elder, and Oholibah, her younger sister. And I held them, and they bore sons and daughters. As for their names: Oholah is Samaria, and Oholibah is Jerusalem.
5 ଆଉ, ଅହଲା ଆମ୍ଭର ହୋଇଥିବା ସମୟରେ ବ୍ୟଭିଚାର କଲା ଓ ଆପଣାର ପ୍ରତିବାସୀ ଅଶୂରୀୟ ପ୍ରେମିକଗଣଠାରେ ଆସକ୍ତା ହେଲା,
And then, Oholah committed fornication against me, and she acted madly with her lovers, with the Assyrians who approached her,
6 ସେମାନେ ନୀଳାମ୍ବର ପରିହିତ, ଦେଶାଧ୍ୟକ୍ଷ, ଶାସନକର୍ତ୍ତୃଗଣ ଓ ସମସ୍ତେ ମନୋହର ଯୁବା ଲୋକ ଓ ଅଶ୍ୱାରୋହୀ ଥିଲେ।
who were clothed with hyacinth: rulers and magistrates, passionate youths and all of the horsemen, mounted on horses.
7 ପୁଣି, ସେ ସେମାନଙ୍କର, ଅର୍ଥାତ୍‍, ଅଶୂରର ମନୋନୀତ ସକଳ ଲୋକଙ୍କ ସଙ୍ଗରେ ବ୍ୟଭିଚାର କଲା ଓ ସେ ଯେକୌଣସି ଲୋକ ପ୍ରତି ପ୍ରେମରେ ଆସକ୍ତ ଥିଲା, ତାହାର ପ୍ରତିମାଗଣ ଦ୍ୱାରା ଆପଣାକୁ ଭ୍ରଷ୍ଟା କଲା।
And she distributed her fornications to those chosen men, all of them sons of the Assyrians. And she defiled herself with the uncleanness of all those whom she madly desired.
8 ଆଉ, ସେ ମିସର ଦେଶର ସମୟଠାରୁ ଆପଣା ବ୍ୟଭିଚାର ବୃତ୍ତି ତ୍ୟାଗ କରି ନାହିଁ; କାରଣ ତାହାର ଯୌବନାବସ୍ଥାରେ ସେମାନେ ତାହା ସଙ୍ଗେ ଶୟନ କଲେ ଓ ତାହାର କୌମାର୍ଯ୍ୟକାଳୀନ କୁଚାଗ୍ର ଟିପିଲେ; ଆଉ, ତାହା ସହିତ ଅତିଶୟ ବ୍ୟଭିଚାର କଲେ।
Moreover, she also did not abandon her fornications, which she had done in Egypt. For they also slept with her in her youth, and they bruised the breasts of her virginity, and they poured out their fornication upon her.
9 ଏଥିପାଇଁ ଆମ୍ଭେ ତାହାର ପ୍ରେମିକଗଣର ହସ୍ତରେ, ଅର୍ଥାତ୍‍, ଯେଉଁମାନଙ୍କ ପ୍ରତି ସେ ପ୍ରେମରେ ଆସକ୍ତା ହୋଇଥିଲା, ସେହି ଅଶୂରୀୟମାନଙ୍କ ହସ୍ତରେ ତାହାକୁ ସମର୍ପଣ କଲୁ।
Because of this, I have delivered her into the hands of her lovers, into the hands of the sons of the Assur, whom she has lustfully desired.
10 ସେମାନେ ତାହାର ଉଲଙ୍ଗତା ଅନାବୃତ କଲେ; ତାହାର ପୁତ୍ର ଓ କନ୍ୟାଗଣକୁ ନେଲେ ଓ ତାହାଙ୍କୁ ସେମାନେ ଖଡ୍ଗରେ ବଧ କଲେ; ତହିଁରେ ସେ ସ୍ତ୍ରୀମାନଙ୍କ ମଧ୍ୟରେ ଉପହାସର ବିଷୟ ହେଲା; କାରଣ ଲୋକମାନେ ତାହା ଉପରେ ଦଣ୍ଡାଜ୍ଞା ସଫଳ କଲେ।
They uncovered her shame; they took away her sons and daughters; and they slew her with the sword. And they became infamous women. And they carried out judgments in her.
11 ଆଉ, ତାହାର ଭଗିନୀ ଅହଲୀବା ଏହା ଦେଖିଲା; ତଥାପି ଆପଣା ପ୍ରେମାସକ୍ତିରେ ଓ ବେଶ୍ୟା କ୍ରିୟାରେ ତାହା ଅପେକ୍ଷା ଅଧିକ ଭ୍ରଷ୍ଟା ହେଲା, ତାହାର ଭଗିନୀର ବେଶ୍ୟା କ୍ରିୟା ଅପେକ୍ଷା ତାହାର ବେଶ୍ୟା କ୍ରିୟା ଅଧିକ ଥିଲା।
And when her sister, Oholibah, had seen this, she was even more mad with lust than the other. And her fornication was beyond the fornication of her sister.
12 ସେ ଆପଣା ପ୍ରତିବାସୀ ଅଶୂରୀୟ ଦେଶାଧ୍ୟକ୍ଷ ଓ ଶାସନକର୍ତ୍ତୃଗଣ ପ୍ରତି ପ୍ରେମରେ ଆସକ୍ତା ହେଲା, ସେମାନେ ଅତ୍ୟନ୍ତ ସୁନ୍ଦର ବସ୍ତ୍ର ପରିହିତ, ଅଶ୍ୱାରୋହୀ ଓ ସମସ୍ତେ ମନୋହର ଯୁବା ଲୋକ ଥିଲେ।
She shamelessly offered herself to the sons of the Assyrians, to the rulers and magistrates who brought themselves to her clothed with colorful garments, to the horsemen who were carried by horses, and to the youths, all of them exceptional in appearance.
13 ଆଉ, ଆମ୍ଭେ ଦେଖିଲୁ, ସେ ଭ୍ରଷ୍ଟା ହେଲା; ସେ ଦୁହେଁ ଏକ ପଥଗାମିନୀ ହେଲେ।
And I saw that she had been defiled, and that they both took the same path.
14 ପୁଣି, ସେ ଆପଣା ବେଶ୍ୟା କ୍ରିୟା ବଢ଼ାଇଲା; କାରଣ ସେ କାନ୍ଥରେ ଚିତ୍ରିତ ପୁରୁଷମାନଙ୍କର, ଅର୍ଥାତ୍‍, କଲ୍‍ଦୀୟମାନଙ୍କର ସିନ୍ଦୂରଚିତ୍ରିତ ମୂର୍ତ୍ତି ଦେଖିଲା,
And she increased her fornications. And when she had seen men depicted on the wall, the images of the Chaldeans, expressed in colors,
15 ସେମାନଙ୍କ କଟିରେ ପଟୁକା ବନ୍ଧା, ମସ୍ତକରେ ରଙ୍ଗ ଚିତ୍ରିତ ଭୂଷଣ ଥିଲା, ସେମାନେ ସମସ୍ତେ ଦେଖିବାକୁ କଲ୍‍ଦୀୟ ଦେଶଜାତ ବାବିଲୀୟମାନଙ୍କ ରୂପବିଶିଷ୍ଟ ଅଧିପତିଗଣର ତୁଲ୍ୟ ଥିଲେ।
with belts wrapped around the waist, and with dyed headdresses on their heads, having seen the appearance of all the rulers, the likenesses of the sons of Babylon and of the land of the Chaldeans in which they were born,
16 ପୁଣି, ସେ ସେମାନଙ୍କୁ ଦେଖିବାମାତ୍ର ସେମାନଙ୍କ ପ୍ରତି ପ୍ରେମରେ ଆସକ୍ତା ହେଲା ଓ କଲ୍‍ଦୀୟ ଦେଶକୁ ସେମାନଙ୍କ ନିକଟକୁ ବାର୍ତ୍ତାବାହକ ପଠାଇଲା।
she became mad for them with the desire of her eyes, and she sent messengers to them in Chaldea.
17 ତହିଁରେ ବାବିଲୀୟ ଲୋକମାନେ ତାହାର ନିକଟକୁ ଆସି ପ୍ରେମ ଶଯ୍ୟାରେ ଶୟନ କଲେ ଓ ଆପଣମାନଙ୍କର ବ୍ୟଭିଚାର କ୍ରିୟା ଦ୍ୱାରା ତାହାକୁ ଅଶୁଚି କଲେ, ପୁଣି, ସେମାନଙ୍କ ଦ୍ୱାରା ଭ୍ରଷ୍ଟା ହେଲା ଉତ୍ତାରେ ତାହାର ପ୍ରାଣ ସେମାନଙ୍କଠାରୁ ବିମୁଖ ହେଲା।
And when the sons of Babylon had gone to her, to the bed of breasts, they defiled her with their fornications, and she was polluted by them, and her soul was gorged by them.
18 ଏହିରୂପେ ସେ ଆପଣା ବେଶ୍ୟା କ୍ରିୟା ପ୍ରକାଶ କଲା ଓ ଆପଣା ଉଲଙ୍ଗତା ଅନାବୃତ କଲା; ତହୁଁ ଆମ୍ଭର ପ୍ରାଣ ଯେପରି ତାହାର ଭଗିନୀଠାରୁ ବିମୁଖ ହୋଇଥିଲା, ସେହିପରି ତାହାଠାରୁ ମଧ୍ୟ ବିମୁଖ ହେଲା।
Also, her fornications were uncovered, and her shame was revealed. And my soul withdrew from her, as my soul had withdrawn from her sister.
19 ତଥାପି ସେ ଆପଣା ଯୌବନ କାଳରେ ମିସର ଦେଶରେ ଯେଉଁ ବେଶ୍ୟା କର୍ମ କରିଥିଲା, ତାହା ସ୍ମରଣ କରି ଆପଣାର ବେଶ୍ୟା କ୍ରିୟା ବଢ଼ାଇଲା।
For she multiplied her fornications, remembering the days of her youth, in which she fornicated in the land of Egypt.
20 ଆଉ, ଗର୍ଦ୍ଦଭଗଣର ପରି ମାଂସବିଶିଷ୍ଟ ଓ ଅଶ୍ୱଗଣର ପରି ରେତଃବିଶିଷ୍ଟ, ସେମାନଙ୍କ ଉପପତିମାନଙ୍କଠାରେ ସେ ଆସକ୍ତା ହେଲା।
And she was mad with lust after lying with them, whose flesh is like the flesh of donkeys, and whose flow is like the flow of horses.
21 ଏହି ପ୍ରକାରେ ମିସରୀୟମାନେ ଯେଉଁ ସମୟରେ ଯୌବନକାଳୀନ ସ୍ତନ ବୋଲି ତୁମ୍ଭର କୁଚାଗ୍ର ଟିପିଥିଲେ, ତୁମ୍ଭେ ଆପଣା ଯୌବନ କାଳର ସେହି ଲମ୍ପଟାଚରଣ ସ୍ମରଣ କରୁଅଛ।”
And you have revisited the crimes of your youth, when your breasts were conquered in Egypt, and the breasts of your adolescence were subdued.
22 ଏନିମନ୍ତେ ହେ ଅହଲୀବା, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଯେଉଁମାନଙ୍କଠାରୁ ତୁମ୍ଭର ପ୍ରାଣ ବିମୁଖ ହୋଇଅଛି, ତୁମ୍ଭର ସେହି ପ୍ରେମିକମାନଙ୍କୁ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଉଠାଇବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ତୁମ୍ଭ ବିରୁଦ୍ଧରେ ଆଣିବା;
Because of this, Oholibah, thus says the Lord God: Behold, I will raise up against you all of your lovers, with whom your soul has been gorged. And I will gather them together against you all around:
23 ବାବିଲୀୟମାନଙ୍କୁ ଓ ସମୁଦାୟ କଲ୍‍ଦୀୟ ଲୋକଙ୍କୁ, ପକୋଦ, ଶୋୟା, କୋୟା ଓ ସେମାନଙ୍କ ସଙ୍ଗେ ସମୁଦାୟ ଅଶୂରୀୟ ଲୋକଙ୍କୁ ଆଣିବା; ସେମାନେ ସମସ୍ତେ ମନୋହର ଯୁବା ଲୋକ। ଦେଶାଧ୍ୟକ୍ଷ ଓ ଶାସନକର୍ତ୍ତା, ଅଧିପତିଗଣ ଓ ବିଖ୍ୟାତ ଲୋକ, ସମସ୍ତେ ଅଶ୍ୱାରୋହୀ।
the sons of Babylon, and all the Chaldeans, the nobles, the sovereigns and princes, all the sons of the Assyrians, youths of exceptional form, all the rulers and magistrates, the leaders among leaders, and the renowned riders of horses.
24 ପୁଣି, ସେମାନେ ଅସ୍ତ୍ରଶସ୍ତ୍ର, ରଥ, ଶକଟ ଓ ଗୋଷ୍ଠୀଗଣର ସମାଜ ନେଇ ତୁମ୍ଭ ବିରୁଦ୍ଧରେ ଆସିବେ; ସେମାନେ ସାନ ଓ ବଡ଼ ଢାଲ ଓ ଟୋପର ଧରି ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରେ ଆପଣାମାନଙ୍କୁ ସଜାଇବେ; ଆଉ, ଆମ୍ଭେ ସେମାନଙ୍କ ହସ୍ତରେ ବିଚାରର ଭାର ସମର୍ପଣ କରିବା ଓ ସେମାନେ ଆପଣାମାନଙ୍କର ବିଚାରାନୁସାରେ ତୁମ୍ଭର ବିଚାର କରିବେ।
And they will overwhelm you, well-equipped with chariot and wheel, a multitude of peoples. They will be armed against you on every side with armor and shield and helmet. And I will give judgment to their eyes, and they will judge you with their judgments.
25 ପୁଣି, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆମ୍ଭର ଅନ୍ତର୍ଜ୍ୱାଳା ରଖିବା, ତହିଁରେ ସେମାନେ କୋପରେ ତୁମ୍ଭ ପ୍ରତି ବ୍ୟବହାର କରିବେ; ସେମାନେ ତୁମ୍ଭର ନାସିକା ଓ କର୍ଣ୍ଣ କାଟି ପକାଇବେ ଓ ତୁମ୍ଭର ଅବଶିଷ୍ଟ ଲୋକମାନେ ଖଡ୍ଗରେ ପତିତ ହେବେ; ସେମାନେ ତୁମ୍ଭର ପୁତ୍ରକନ୍ୟାଗଣକୁ ନେଇଯିବେ ଓ ତୁମ୍ଭର ଅବଶିଷ୍ଟ ଲୋକମାନେ ଅଗ୍ନି ଦ୍ୱାରା ଗ୍ରାସିତ ହେବେ।
And against you, I will set my zeal, which they will execute upon you with fury. They will cut off your nose and your ears. And what remains will fall by the sword. They will seize your sons and your daughters, and your youngest will be devoured by fire.
26 ସେମାନେ ମଧ୍ୟ ତୁମ୍ଭକୁ ବିବସ୍ତ୍ରା କରିବେ ଓ ତୁମ୍ଭର ସୁନ୍ଦର ଅଳଙ୍କାରସବୁ ନେଇଯିବେ।
And they will strip you of your vestments, and take away the articles of your glory.
27 ଏହିରୂପେ ଆମ୍ଭେ ତୁମ୍ଭର ଲମ୍ପଟାଚରଣ ଓ ମିସର ଦେଶରୁ ଶିକ୍ଷିତ ତୁମ୍ଭର ବ୍ୟଭିଚାର କ୍ରିୟା ନିବୃତ୍ତ କରାଇବା; ତହିଁରେ ତୁମ୍ଭେ ସେମାନଙ୍କ ପ୍ରତି ଆଉ ଅନାଇବ ନାହିଁ, କି ମିସରକୁ ଆଉ ସ୍ମରଣ କରିବ ନାହିଁ।
And I will cause your wickedness to cease from you, and your fornication to cease from the land of Egypt. Neither shall you lift up your eyes toward them, and you shall no longer remember Egypt.
28 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଯେଉଁମାନଙ୍କୁ ତୁମ୍ଭେ ଘୃଣା କରୁଅଛ ଓ ଯେଉଁମାନଙ୍କଠାରୁ ତୁମ୍ଭର ପ୍ରାଣ ବିମୁଖ ହୋଇଅଛି, ସେମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପଣ କରିବା;
For thus says the Lord God: Behold, I will deliver you into the hands of those whom you have hated, into the hands by which your soul has been gorged.
29 ତହିଁରେ ସେମାନେ ଘୃଣା ଭାବରେ ତୁମ୍ଭ ପ୍ରତି ବ୍ୟବହାର କରିବେ ଓ ତୁମ୍ଭର ସକଳ ପରିଶ୍ରମର ଫଳ ହରଣ କରିବେ, ଆଉ ତୁମ୍ଭକୁ ଉଲଙ୍ଗିନୀ ଓ ବିବସ୍ତ୍ର କରି ଛାଡ଼ି ଦେବେ; ତହିଁରେ ତୁମ୍ଭର ବ୍ୟଭିଚାର ଘଟିତ ଉଲଙ୍ଗତା, ତୁମ୍ଭର ଲମ୍ପଟାଚରଣ ଓ ବେଶ୍ୟା କ୍ରିୟା ପ୍ରକାଶିତ ହେବ।
And they will act toward you with hatred, and they will take away all your labors, and they will send you away naked and filled with disgrace. And the shame of your fornication will be revealed: your crimes and your fornications.
30 ତୁମ୍ଭେ ବେଶ୍ୟାର ନ୍ୟାୟ ଅନ୍ୟଦେଶୀୟମାନଙ୍କର ଅନୁଗାମିନୀ ହୋଇଅଛ ଓ ସେମାନଙ୍କର ପ୍ରତିମାଗଣ ଦ୍ୱାରା ଅଶୁଚୀକୃତ ହୋଇଅଛ, ଏଥିପାଇଁ ତୁମ୍ଭ ପ୍ରତି ଏହିସବୁ କରାଯିବ।
They have done these things to you, because you have fornicated after the Gentiles, among whom you were defiled by their idols.
31 ତୁମ୍ଭେ ଆପଣାର ଭଗିନୀର ପଥରେ ଗମନ କରିଅଛ; ଏଥିପାଇଁ ଆମ୍ଭେ ତାହାର ପାନପାତ୍ର ତୁମ୍ଭ ହସ୍ତରେ ଦେବା।
You have walked in the way of your sister, and so I will give her chalice into your hand.
32 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆପଣା ଭଗିନୀର ପାତ୍ରରେ ପାନ କରିବ, ତାହା ଗଭୀର ଓ ବଡ଼; ତୁମ୍ଭେ ହାସ୍ୟ ଓ ଉପହାସର ବିଷୟ ହେବ; ସେହି ପାତ୍ର ବହୁତ ଧାରଣ କରେ।
Thus says the Lord God: You will drink the chalice of your sister, deep and wide. You will be held in derision and in ridicule, to a very great extent.
33 ତୁମ୍ଭେ ମତ୍ତତା ଓ ଶୋକରେ ପରିପୂର୍ଣ୍ଣ ହେବ, ବିସ୍ମୟ ଓ ଧ୍ୱଂସରୂପ ପାତ୍ରରେ, ତୁମ୍ଭ ଭଗିନୀ ଶମରୀୟାର ପାତ୍ରରେ ପରିପୂର୍ଣ୍ଣ ହେବ।
You will be filled with inebriation and sorrow, by the chalice of grief and sadness, by the chalice of your sister Samaria.
34 ତୁମ୍ଭେ ତାହା ନିଗାଡ଼ି ପାନ କରିବ ଓ ତହିଁର ଭଗ୍ନଖଣ୍ଡ ଚୋବାଇ ଆପଣା ସ୍ତନ ବିଦୀର୍ଣ୍ଣ କରିବ; କାରଣ ଆମ୍ଭେ ଏହା କହିଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି;
And you will drink it, and you will empty it, even to the dregs. And you will consume even its particles. And you will wound your own breasts. For I have spoken, says the Lord God.
35 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆମ୍ଭକୁ ପାସୋରିଅଛ ଓ ତୁମ୍ଭ ପଛଆଡ଼େ ଆମ୍ଭକୁ ପକାଇଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଆପଣା ଲମ୍ପଟାଚରଣ ଓ ବ୍ୟଭିଚାର କ୍ରିୟାର ଭାର ବହନ କର।”
Because of this, thus says the Lord God: Since you have forgotten me, and you have cast me behind your body, so also will you bear your wickedness and your fornications.”
36 ସଦାପ୍ରଭୁ ଆହୁରି ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଅହଲାର ଓ ଅହଲୀବାର ବିଚାର କରିବ? ତେବେ ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାସବୁ ସେମାନଙ୍କୁ ଜ୍ଞାତ କରାଅ;
And the Lord spoke to me, saying: “Son of man, should you not judge Oholah and Oholibah, and announce to them their crimes?
37 କାରଣ ସେମାନେ ବ୍ୟଭିଚାର କରିଅଛନ୍ତି ଓ ସେମାନଙ୍କ ହସ୍ତରେ ରକ୍ତ ଅଛି ଓ ସେମାନେ ଆପଣାମାନଙ୍କ ପ୍ରତିମାଗଣ ସହିତ ବ୍ୟଭିଚାର କରିଅଛନ୍ତି; ଆଉ, ସେମାନେ ମଧ୍ୟ ଆମ୍ଭଠାରୁ ଜାତ ଆପଣା ସନ୍ତାନଗଣକୁ ଗ୍ରାସିତ ହେବା ନିମନ୍ତେ ସେମାନଙ୍କ ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟଦେଇ ଗମନ କରାଇଅଛନ୍ତି।
For they are adulteresses, and blood is in their hands, and they have fornicated with their idols. Moreover, they have offered even their children, whom they bore for me, to them to be devoured.
38 ଆହୁରି, ସେମାନେ ଆମ୍ଭ ପ୍ରତି ଏହି କାର୍ଯ୍ୟ କରିଅଛନ୍ତି; ସେମାନେ ଏକ ଦିନରେ ଆମ୍ଭର ଧର୍ମଧାମ ଅଶୁଚି ଓ ଆମ୍ଭର ବିଶ୍ରାମ ଦିନସବୁ ଅପବିତ୍ର କରିଅଛନ୍ତି।
But they have done even this to me: They have defiled my sanctuary on the same day, and they have profaned my Sabbaths.
39 କାରଣ ସେମାନେ ଆପଣାମାନଙ୍କର ପ୍ରତିମାଗଣର ଉଦ୍ଦେଶ୍ୟରେ ଆପଣା ଆପଣା ସନ୍ତାନଗଣକୁ ବଧ କଲା ଉତ୍ତାରେ ସେହି ଦିନ ଆମ୍ଭର ଧର୍ମଧାମ ଅପବିତ୍ର କରିବା ପାଇଁ ତହିଁ ମଧ୍ୟକୁ ଆସିଲେ; ଆଉ, ଦେଖ, ସେମାନେ ଆମ୍ଭ ଗୃହ ମଧ୍ୟରେ ଏହି ପ୍ରକାର କରିଅଛନ୍ତି।
And when they immolated their children to their idols, they also entered my sanctuary on the same day, so that they defiled it. They have done these things, even in the midst of my house.
40 ଆହୁରି, ଦୂରରୁ ଆସିବା ପୁରୁଷମାନଙ୍କ ପାଇଁ ତୁମ୍ଭେମାନେ ଲୋକ ପଠାଇଅଛ; ସେମାନଙ୍କ ନିକଟକୁ ଦୂତ ପ୍ରେରିତ ହେଲା, ଆଉ ଦେଖ, ସେମାନେ ଆସିଲେ; ସେମାନଙ୍କ ନିମନ୍ତେ ତୁମ୍ଭେ ସ୍ନାନ କଲ, ଚକ୍ଷୁରେ ଅଞ୍ଜନ ଦେଲ ଓ ଅଳଙ୍କାରରେ ଆପଣାକୁ ବିଭୂଷିତା କଲ;
They sent for men who were coming from far away, to whom they had sent a messenger. And so, behold, they arrived, those for whom you washed yourself, and smeared cosmetics around your eyes, and were adorned with feminine ornaments.
41 ପୁଣି, ରାଜକୀୟ ଶଯ୍ୟାରେ ବସି ତହିଁର ସମ୍ମୁଖରେ ମେଜ ସଜାଇ ତାହା ଉପରେ ଆମ୍ଭର ଧୂପ ଓ ଆମ୍ଭର ତୈଳ ରଖିଲ।
You sat upon a very beautiful bed, and a table was adorned before you, on which you placed my incense and my ointment.
42 ଆଉ, ତାହା ସଙ୍ଗେ ନିଶ୍ଚିନ୍ତ ଲୋକସମୂହର କଳରବ ଥିଲା ଓ ସାଧାରଣ ଲୋକଙ୍କ ସହିତ ପ୍ରାନ୍ତରରୁ ମଦ୍ୟପାୟୀମାନେ ଅଣାଗଲେ; ପୁଣି, ସେମାନେ ସେମାନଙ୍କ ହସ୍ତରେ କଙ୍କଣ ଓ ସେମାନଙ୍କ ମସ୍ତକରେ ସୁନ୍ଦର ମୁକୁଟ ପିନ୍ଧାଇଲେ।
And the voice of a multitude was exulting within her. And concerning certain men, who were being led out of a multitude of persons, and who were arriving from the desert, they placed bracelets on their hands and beautiful crowns on their heads.
43 ତେବେ ବ୍ୟଭିଚାର କ୍ରିୟାରେ ଜୀର୍ଣ୍ଣା ସ୍ତ୍ରୀ ବିଷୟରେ ଆମ୍ଭେ କହିଲୁ, ଏବେ ସେମାନେ ତାହା ସଙ୍ଗେ ବ୍ୟଭିଚାର କାର୍ଯ୍ୟ କରିବେ ଓ ସେ ସେମାନଙ୍କ ସଙ୍ଗେ କରିବ।
And I said about her, as she was being worn away by her adulteries, ‘Even now, she continues in her fornication!’
44 ପୁଣି, ଲୋକେ ଯେପରି ବେଶ୍ୟା ସହ ଶୟନ କରନ୍ତି, ସେହିପରି ସେମାନେ ତାହା ସହ ଶୟନ କଲେ; ଏହି ପ୍ରକାରେ ସେମାନେ ଅହଲା ଓ ଅହଲୀବା, ଏହି ଲମ୍ପଟା ସ୍ତ୍ରୀମାନଙ୍କ ସହ ଶୟନ କଲେ।
And they entered to her, as if to a kept woman. So did they enter to Oholah and Oholibah, nefarious women.
45 ମାତ୍ର ଧାର୍ମିକ ଲୋକମାନେ ବ୍ୟଭିଚାରିଣୀ ଓ ରକ୍ତପାତକାରିଣୀ ସ୍ତ୍ରୀମାନଙ୍କର ବିଚାରାନୁସାରେ ସେମାନଙ୍କର ବିଚାର କରିବେ; ଯେହେତୁ ସେମାନେ ବ୍ୟଭିଚାରିଣୀ ଓ ସେମାନଙ୍କ ହସ୍ତରେ ରକ୍ତ ଅଛି।”
But there are just men; these shall judge them with the judgment of adulteresses and with the judgment of those who shed blood. For they are adulteresses, and blood is on their hands.
46 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଜନସମାଜ ଆଣିବା, ପୁଣି, ଏଣେତେଣେ ଟଳଟଳ ଓ ଲୁଟିତ ହେବା ପାଇଁ ସେମାନଙ୍କୁ ସମର୍ପଣ କରିବା।
For thus says the Lord God: Lead upon them a multitude, and hand them over to tumult and to pillaging.
47 ପୁଣି, ସେହି ସମାଜ ସେମାନଙ୍କୁ ପ୍ରସ୍ତରାଘାତ କରିବେ ଓ ଖଡ୍ଗରେ ବଧ କରିବେ; ସେମାନେ ସେମାନଙ୍କର ପୁତ୍ରକନ୍ୟାଗଣକୁ ବଧ କରିବେ ଓ ସେମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କରିବେ।
And may they be stoned with the stones of the peoples, and may they be pierced with their own swords. They will put to death their sons and daughters, and they will burn their houses with fire.
48 ଏହିରୂପେ ଆମ୍ଭେ ଦେଶରୁ ଲମ୍ପଟାଚରଣ ନିବୃତ୍ତ କରାଇବା, ତହିଁରେ ସମୁଦାୟ ସ୍ତ୍ରୀଲୋକ ତୁମ୍ଭମାନଙ୍କର ଲମ୍ପଟପଣ ଅନୁସାରେ ଆଚରଣ ନ କରିବା ପାଇଁ ଶିକ୍ଷା ପାଇବେ।
And I will take away wickedness from the land. And all women shall learn not to act according to their wickedness.
49 ପୁଣି, ଲୋକମାନେ ତୁମ୍ଭମାନଙ୍କ ଲମ୍ପଟାଚରଣର ପ୍ରତିଫଳ ତୁମ୍ଭମାନଙ୍କ ଉପରେ ବର୍ତ୍ତାଇବେ ଓ ତୁମ୍ଭେମାନେ ଆପଣାମାନଙ୍କର ପ୍ରତିମାଗଣ ସମ୍ବନ୍ଧୀୟ ପାପସକଳର ଭାର ବୋହିବ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।”
And they will set your own crimes upon you, and you will bear the sins of your idols. And you shall know that I am the Lord God.”

< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 23 >