< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 25 >
1 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
上主的話傳給我說:「
2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଅମ୍ମୋନ-ସନ୍ତାନଗଣର ପ୍ରତି ଆପଣା ମୁଖ ରଖି ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର;
人子,你面向阿孟子民,講預言攻擊他們,
3 ଆଉ, ଅମ୍ମୋନ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭର ଧର୍ମଧାମ ଅପବିତ୍ରୀକୃତ ହେବା ବେଳେ ତାହା ବିରୁଦ୍ଧରେ ଓ ଇସ୍ରାଏଲ ଦେଶ ଧ୍ୱଂସିତ ହେବା ବେଳେ ତାହା ବିରୁଦ୍ଧରେ; ଆଉ, ଯିହୁଦା ବଂଶ ବନ୍ଦୀ ହୋଇ ଯିବା ବେଳେ ସେମାନଙ୍କ ବିରୁଦ୍ଧରେ, ଭଲ ହେଲା, ଭଲ ହେଲା, ବୋଲି ତୁମ୍ଭେ କହିଅଛ;
向阿孟子民說:你們聽吾主上主的話! 吾主上主這樣說:因為你譏笑我的聖殿說:『哈哈! 聖殿可受了褻瀆! 』對以色列地域說:『它可荒蕪了! 』對猶大家族說:『他們可被擄去了! 』
4 ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭକୁ ଅଧିକାର ରୂପେ ପୂର୍ବଦେଶୀୟ ସନ୍ତାନଗଣର ହସ୍ତରେ ସମର୍ପଣ କରିବା, ଆଉ ସେମାନେ ତୁମ୍ଭ ମଧ୍ୟରେ ଆପଣା ଆପଣା ଛାଉଣି ସ୍ଥାପନ କରିବେ ଓ ତୁମ୍ଭ ମଧ୍ୟରେ ଆପଣା ଆପଣା ବାସ ନିର୍ମାଣ କରିବେ; ସେମାନେ ତୁମ୍ଭର ଫଳ ଭୋଜନ କରିବେ ଓ ତୁମ୍ଭର ଦୁଗ୍ଧ ପାନ କରିବେ।
為此,看,我要將你交給東方的子民作為產業,他們要在你那裏設立自己的帳幕,在那裏定居,吃你的果實,喝你的奶。
5 ଆଉ, ଆମ୍ଭେ ରବ୍ବାକୁ ଉଷ୍ଟ୍ରଶାଳା କରିବା ଓ ଅମ୍ମୋନ-ସନ୍ତାନଗଣର ଦେଶକୁ ମେଷାଦି ପଲର ଶୟନ ସ୍ଥାନ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
我要使辣巴成為牧放駱駝之地,使阿孟人的地方成為羊棧;如此你們必承認我是上主。
6 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଇସ୍ରାଏଲ ଦେଶ ବିରୁଦ୍ଧରେ କରତାଳି ଦେଇଅଛ, ପଦାଘାତ କରିଅଛ, ପୁଣି, ଆପଣା ପ୍ରାଣର ସମ୍ପୂର୍ଣ୍ଣ ଘୃଣା ଭାବରେ ଆନନ୍ଦ କରିଅଛ।
因為吾主上主這樣說:因為你們對以色列地方所遭受的一切,曾手舞足蹈,滿心喜歡;
7 ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛୁ ଓ ଲୁଟିତ ଦ୍ରବ୍ୟ ରୂପେ ଗୋଷ୍ଠୀବର୍ଗଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା; ପୁଣି, ଆମ୍ଭେ ଗୋଷ୍ଠୀବର୍ଗଙ୍କ ମଧ୍ୟରୁ ତୁମ୍ଭକୁ କାଟି ପକାଇବା ଓ ଦେଶସମୂହ ମଧ୍ୟରୁ ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ କରିବା, ଆମ୍ଭେ ତୁମ୍ଭକୁ ସଂହାର କରିବା; ଆଉ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ।
因此,看,我要伸手打擊你,將你交給異族作為掠物;我要從人民中剷除你,由各國中消滅你;我要使你滅絕;如此,你必承認我是上主。」
8 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ମୋୟାବ ଓ ସେୟୀର କହୁଅଛନ୍ତି, ଦେଖ, ଯିହୁଦା ବଂଶ ଅନ୍ୟ ସକଳ ଗୋଷ୍ଠୀର ସମାନ,
吾主上主這樣說:「因為摩阿布【和色依爾】說:看猶大家族與所有異民並無不同!
9 ଏଥିପାଇଁ ଦେଖ, ଆମ୍ଭେ ନଗର ସମୂହଠାରୁ ମୋୟାବର ପାର୍ଶ୍ୱ ମୁକ୍ତ କରିବା, ଅର୍ଥାତ୍, ତାହାର ସୀମାନ୍ତବର୍ତ୍ତୀ ଓ ଦେଶର ଗୌରବ ସ୍ୱରୂପ ବେଥ୍-ଯିଶିମୋତ ବାଲ୍-ମୀୟୋନ୍ ଓ କିରୀୟାଥୟିମ୍ ପ୍ରତି,
為此,看,我要暴露摩阿布的山區,以及她邊垂的城池,暴露她全國的精華,如貝特耶史摩特,巴耳默紅和克黎雅塔殷。
10 ପୂର୍ବଦେଶୀୟ ସନ୍ତାନଗଣର ପାଇଁ (ମୁକ୍ତ କରିବା), ସେମାନେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଯାତ୍ରା କରିବେ, ପୁଣି, ଆମ୍ଭେ ସେମାନଙ୍କ ହସ୍ତରେ ଅମ୍ମୋନ-ସନ୍ତାନଗଣକୁ ଅଧିକାର ରୂପେ ସମର୍ପଣ କରିବା, ତହିଁରେ ଗୋଷ୍ଠୀଗଣ ମଧ୍ୟରେ ସେମାନେ ଆଉ ସ୍ମରଣ କରାଯିବେ ନାହିଁ;
我要將他們同阿孟子民一起交給東方的子民作為產業,使他們在異民中再不被人提及。
11 ଆମ୍ଭେ ମୋୟାବ ଉପରେ ଦଣ୍ଡାଜ୍ଞା ସଫଳ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
我要向摩阿布施行懲罰:如此,他們必承認我是上主。」
12 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଇଦୋମ ପ୍ରତିଶୋଧ ନେବା ଦ୍ୱାରା ଯିହୁଦା ବଂଶ ବିରୁଦ୍ଧରେ ଦୁର୍ବ୍ୟବହାର କରିଅଛି ଓ ସେମାନଙ୍କ ଉପରେ ପ୍ରତିହିଂସା ସାଧି ଅତ୍ୟନ୍ତ ଅପରାଧ କରିଅଛି,
吾主上主這樣說:「因為厄東曾對猶大家族復仇雪恥,因對他們復仇而犯了重罪;
13 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଇଦୋମ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା; ଆଉ, ଆମ୍ଭେ ତୈମନ୍ଠାରୁ ତାହା ଧ୍ୱଂସର ସ୍ଥାନ କରିବା; ଦଦାନ ପର୍ଯ୍ୟନ୍ତ ହିଁ ଲୋକମାନେ ଖଡ୍ଗରେ ପତିତ ହେବେ।
為此,吾主上主這樣說:我要伸手打擊厄東,將人與走獸由境內剷除,使她成為曠野,從特曼到德丹的人都要死於刀下。
14 ପୁଣି, ଆମ୍ଭେ ଆପଣାର ଲୋକ ଇସ୍ରାଏଲର ହସ୍ତ ଦ୍ୱାରା ଆମ୍ଭର ପ୍ରତିଶୋଧରୂପ ଭାର ଇଦୋମର ଉପରେ ଥୋଇବା; ତହିଁରେ ସେମାନେ ଆମ୍ଭର କ୍ରୋଧ ଓ ଆମ୍ଭର କୋପ ଅନୁସାରେ ଇଦୋମ ମଧ୍ୟରେ କାର୍ଯ୍ୟ କରିବେ; ପୁଣି, ସେମାନେ ଆମ୍ଭର ଦତ୍ତ ପରିଶୋଧ ଜ୍ଞାତ ହେବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
我要藉我的百姓以色列的手替我報復厄東,他們要按我的怒氣和憤恨對待厄東,如此他們便知道這是我的報復──吾主上主的斷語。」
15 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ପଲେଷ୍ଟୀୟ ଲୋକମାନେ ପ୍ରତିହିଂସା ସାଧିବାର ବ୍ୟବହାର କରିଅଛନ୍ତି; ପୁଣି, ଚିର ଶତ୍ରୁତାରେ ବିନାଶ କରିବା ପାଇଁ ପ୍ରାଣର ଘୃଣାରେ ପ୍ରତିଶୋଧ ନେଇଅଛନ୍ତି,
吾主上主這樣說:「因為培肋舍特人以極殘忍的報復心來施行報復,為了他們的世仇,企圖消滅以色列;
16 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ କରେଥୀୟ ଲୋକମାନଙ୍କୁ ଉଚ୍ଛିନ୍ନ କରିବା ଓ ସମୁଦ୍ରତୀରସ୍ଥ ଅବଶିଷ୍ଟ ସକଳକୁ ନଷ୍ଟ କରିବା।
為此吾主上主這樣說:我要伸手打擊培肋舍特人,剷除革勒提人,毀滅殘留在海濱的人。
17 ପୁଣି, ଆମ୍ଭେ ପ୍ରଚଣ୍ଡ ଭର୍ତ୍ସନା ସହିତ ସେମାନଙ୍କଠାରୁ ଭାରୀ ପ୍ରତିଶୋଧ ନେବା; ଆଉ, ଯେଉଁ ସମୟରେ ଆମ୍ଭେ ଆପଣା ଦତ୍ତ ପ୍ରତିଶୋଧର ଭାର ସେମାନଙ୍କ ଉପରେ ଥୋଇବା, ସେହି ସମୟରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
我要在他們身上以盛怒的懲罰施行嚴厲的報復;當我在他們身上施行報復時,他們便承認我是上主。」