< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 25 >

1 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
The word of the LORD came again unto me, saying,
2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଅମ୍ମୋନ-ସନ୍ତାନଗଣର ପ୍ରତି ଆପଣା ମୁଖ ରଖି ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର;
Son of man, set your face against the Ammonites, and prophesy against them;
3 ଆଉ, ଅମ୍ମୋନ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭର ଧର୍ମଧାମ ଅପବିତ୍ରୀକୃତ ହେବା ବେଳେ ତାହା ବିରୁଦ୍ଧରେ ଓ ଇସ୍ରାଏଲ ଦେଶ ଧ୍ୱଂସିତ ହେବା ବେଳେ ତାହା ବିରୁଦ୍ଧରେ; ଆଉ, ଯିହୁଦା ବଂଶ ବନ୍ଦୀ ହୋଇ ଯିବା ବେଳେ ସେମାନଙ୍କ ବିରୁଦ୍ଧରେ, ଭଲ ହେଲା, ଭଲ ହେଲା, ବୋଲି ତୁମ୍ଭେ କହିଅଛ;
And say unto the Ammonites, Hear the word of the Lord GOD; Thus says the Lord GOD; Because you said, Aha, against my sanctuary, when it was profaned; and against the land of Israel, when it was desolate; and against the house of Judah, when they went into captivity;
4 ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭକୁ ଅଧିକାର ରୂପେ ପୂର୍ବଦେଶୀୟ ସନ୍ତାନଗଣର ହସ୍ତରେ ସମର୍ପଣ କରିବା, ଆଉ ସେମାନେ ତୁମ୍ଭ ମଧ୍ୟରେ ଆପଣା ଆପଣା ଛାଉଣି ସ୍ଥାପନ କରିବେ ଓ ତୁମ୍ଭ ମଧ୍ୟରେ ଆପଣା ଆପଣା ବାସ ନିର୍ମାଣ କରିବେ; ସେମାନେ ତୁମ୍ଭର ଫଳ ଭୋଜନ କରିବେ ଓ ତୁମ୍ଭର ଦୁଗ୍ଧ ପାନ କରିବେ।
Behold, therefore I will deliver you to the men of the east for a possession, and they shall set their palaces in you, and make their dwellings in you: they shall eat your fruit, and they shall drink your milk.
5 ଆଉ, ଆମ୍ଭେ ରବ୍ବାକୁ ଉଷ୍ଟ୍ରଶାଳା କରିବା ଓ ଅମ୍ମୋନ-ସନ୍ତାନଗଣର ଦେଶକୁ ମେଷାଦି ପଲର ଶୟନ ସ୍ଥାନ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
And I will make Rabbah a stable for camels, and the Ammonites a couching place for flocks: and all of you shall know that I am the LORD.
6 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଇସ୍ରାଏଲ ଦେଶ ବିରୁଦ୍ଧରେ କରତାଳି ଦେଇଅଛ, ପଦାଘାତ କରିଅଛ, ପୁଣି, ଆପଣା ପ୍ରାଣର ସମ୍ପୂର୍ଣ୍ଣ ଘୃଣା ଭାବରେ ଆନନ୍ଦ କରିଅଛ।
For thus says the Lord GOD; Because you have clapped your hands, and stamped with the feet, and rejoiced in heart with all your despite against the land of Israel;
7 ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛୁ ଓ ଲୁଟିତ ଦ୍ରବ୍ୟ ରୂପେ ଗୋଷ୍ଠୀବର୍ଗଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା; ପୁଣି, ଆମ୍ଭେ ଗୋଷ୍ଠୀବର୍ଗଙ୍କ ମଧ୍ୟରୁ ତୁମ୍ଭକୁ କାଟି ପକାଇବା ଓ ଦେଶସମୂହ ମଧ୍ୟରୁ ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ କରିବା, ଆମ୍ଭେ ତୁମ୍ଭକୁ ସଂହାର କରିବା; ଆଉ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ।
Behold, therefore I will stretch out mine hand upon you, and will deliver you for a spoil to the heathen; and I will cut you off from the people, and I will cause you to perish out of the countries: I will destroy you; and you shall know that I am the LORD.
8 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ମୋୟାବ ଓ ସେୟୀର କହୁଅଛନ୍ତି, ଦେଖ, ଯିହୁଦା ବଂଶ ଅନ୍ୟ ସକଳ ଗୋଷ୍ଠୀର ସମାନ,
Thus says the Lord GOD; Because that Moab and Seir do say, Behold, the house of Judah is like unto all the heathen;
9 ଏଥିପାଇଁ ଦେଖ, ଆମ୍ଭେ ନଗର ସମୂହଠାରୁ ମୋୟାବର ପାର୍ଶ୍ୱ ମୁକ୍ତ କରିବା, ଅର୍ଥାତ୍‍, ତାହାର ସୀମାନ୍ତବର୍ତ୍ତୀ ଓ ଦେଶର ଗୌରବ ସ୍ୱରୂପ ବେଥ୍-ଯିଶିମୋତ ବାଲ୍‍-ମୀୟୋନ୍‍ ଓ କିରୀୟାଥୟିମ୍‍ ପ୍ରତି,
Therefore, behold, I will open the side of Moab from the cities, from his cities which are on his frontiers, the glory of the country, Bethjeshimoth, Baalmeon, and Kiriathaim,
10 ପୂର୍ବଦେଶୀୟ ସନ୍ତାନଗଣର ପାଇଁ (ମୁକ୍ତ କରିବା), ସେମାନେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଯାତ୍ରା କରିବେ, ପୁଣି, ଆମ୍ଭେ ସେମାନଙ୍କ ହସ୍ତରେ ଅମ୍ମୋନ-ସନ୍ତାନଗଣକୁ ଅଧିକାର ରୂପେ ସମର୍ପଣ କରିବା, ତହିଁରେ ଗୋଷ୍ଠୀଗଣ ମଧ୍ୟରେ ସେମାନେ ଆଉ ସ୍ମରଣ କରାଯିବେ ନାହିଁ;
Unto the men of the east with the Ammonites, and will give them in possession, that the Ammonites may not be remembered among the nations.
11 ଆମ୍ଭେ ମୋୟାବ ଉପରେ ଦଣ୍ଡାଜ୍ଞା ସଫଳ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
And I will execute judgments upon Moab; and they shall know that I am the LORD.
12 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଇଦୋମ ପ୍ରତିଶୋଧ ନେବା ଦ୍ୱାରା ଯିହୁଦା ବଂଶ ବିରୁଦ୍ଧରେ ଦୁର୍ବ୍ୟବହାର କରିଅଛି ଓ ସେମାନଙ୍କ ଉପରେ ପ୍ରତିହିଂସା ସାଧି ଅତ୍ୟନ୍ତ ଅପରାଧ କରିଅଛି,
Thus says the Lord GOD; Because that Edom has dealt against the house of Judah by taking vengeance, and has greatly offended, and revenged himself upon them;
13 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଇଦୋମ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା; ଆଉ, ଆମ୍ଭେ ତୈମନ୍‍ଠାରୁ ତାହା ଧ୍ୱଂସର ସ୍ଥାନ କରିବା; ଦଦାନ ପର୍ଯ୍ୟନ୍ତ ହିଁ ଲୋକମାନେ ଖଡ୍ଗରେ ପତିତ ହେବେ।
Therefore thus says the Lord GOD; I will also stretch out mine hand upon Edom, and will cut off man and beast from it; and I will make it desolate from Teman; and they of Dedan shall fall by the sword.
14 ପୁଣି, ଆମ୍ଭେ ଆପଣାର ଲୋକ ଇସ୍ରାଏଲର ହସ୍ତ ଦ୍ୱାରା ଆମ୍ଭର ପ୍ରତିଶୋଧରୂପ ଭାର ଇଦୋମର ଉପରେ ଥୋଇବା; ତହିଁରେ ସେମାନେ ଆମ୍ଭର କ୍ରୋଧ ଓ ଆମ୍ଭର କୋପ ଅନୁସାରେ ଇଦୋମ ମଧ୍ୟରେ କାର୍ଯ୍ୟ କରିବେ; ପୁଣି, ସେମାନେ ଆମ୍ଭର ଦତ୍ତ ପରିଶୋଧ ଜ୍ଞାତ ହେବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
And I will lay my vengeance upon Edom by the hand of my people Israel: and they shall do in Edom according to mine anger and according to my fury; and they shall know my vengeance, says the Lord GOD.
15 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ପଲେଷ୍ଟୀୟ ଲୋକମାନେ ପ୍ରତିହିଂସା ସାଧିବାର ବ୍ୟବହାର କରିଅଛନ୍ତି; ପୁଣି, ଚିର ଶତ୍ରୁତାରେ ବିନାଶ କରିବା ପାଇଁ ପ୍ରାଣର ଘୃଣାରେ ପ୍ରତିଶୋଧ ନେଇଅଛନ୍ତି,
Thus says the Lord GOD; Because the Philistines have dealt by revenge, and have taken vengeance with a despiteful heart, to destroy it for the old hatred;
16 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ କରେଥୀୟ ଲୋକମାନଙ୍କୁ ଉଚ୍ଛିନ୍ନ କରିବା ଓ ସମୁଦ୍ରତୀରସ୍ଥ ଅବଶିଷ୍ଟ ସକଳକୁ ନଷ୍ଟ କରିବା।
Therefore thus says the Lord GOD; Behold, I will stretch out mine hand upon the Philistines, and I will cut off the Cherethims, and destroy the remnant of the sea coast.
17 ପୁଣି, ଆମ୍ଭେ ପ୍ରଚଣ୍ଡ ଭର୍ତ୍ସନା ସହିତ ସେମାନଙ୍କଠାରୁ ଭାରୀ ପ୍ରତିଶୋଧ ନେବା; ଆଉ, ଯେଉଁ ସମୟରେ ଆମ୍ଭେ ଆପଣା ଦତ୍ତ ପ୍ରତିଶୋଧର ଭାର ସେମାନଙ୍କ ଉପରେ ଥୋଇବା, ସେହି ସମୟରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
And I will execute great vengeance upon them with furious rebukes; and they shall know that I am the LORD, when I shall lay my vengeance upon them.

< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 25 >