< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 26 >

1 ଏଥିଉତ୍ତାରେ ଏକାଦଶ ବର୍ଷର ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
十一年十一月一日,上主的話傳給我說:「
2 “ହେ ମନୁଷ୍ୟ-ସନ୍ତାନ, ଯିରୂଶାଲମ ବିରୁଦ୍ଧରେ ସୋର ସହର କହିଅଛି, ‘ଭଲ ହେଲା, ଭଲ ହେଲା, ଯେ ଗୋଷ୍ଠୀୟମାନଙ୍କର ନଗର-ଦ୍ୱାର ସ୍ୱରୂପ ଥିଲା, ସେ ଭଗ୍ନ ହୋଇ ଯାଇଅଛି; ସେ ଆମ୍ଭ ପ୍ରତି ଫେରିଅଛି; ସେ ଏବେ ଶୂନ୍ୟ ହେବାରୁ ଆମ୍ଭେ ପରିପୂର୍ଣ୍ଣ ହେବା;’
人子,因為提洛譏笑耶路撒冷說:『哈哈! 眾民的門戶已破壞,已轉讓與我;我要富強,她反要荒蕪。』
3 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ସମୁଦ୍ର ଯେପରି ତରଙ୍ଗ ଉଠାଏ, ସେହିପରି ଆମ୍ଭେ ତୁମ୍ଭ ବିରୁଦ୍ଧରେ ଅନେକ ଗୋଷ୍ଠୀଙ୍କୁ ଉଠାଇବା।
為此吾主上主這樣說:提洛,看,我要攻擊你,引領眾民像滾來的海潮來攻擊你。
4 ତହିଁରେ ସେମାନେ ସୋରର ପ୍ରାଚୀର ନଷ୍ଟ କରିବେ ଓ ତାହାର ଦୁର୍ଗସବୁ ଭାଙ୍ଗି ପକାଇବେ, ଆମ୍ଭେ ମଧ୍ୟ ତାହାର ଧୂଳିସବୁ ଚାଞ୍ଛି ପକାଇ ତାକୁ ଶୁଷ୍କ ଶୈଳ କରିବା।
他們要破壞提洛的城牆,蕩平角樓,而我要掃除其中的塵土,使她成為光滑的磐石,
5 ସେ ସମୁଦ୍ର ମଧ୍ୟରେ ଜାଲ ପ୍ରସାରିବାର ସ୍ଥାନ ହେବ; କାରଣ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଏହା କହିଅଛୁ; ଆଉ, ସେ ଗୋଷ୍ଠୀୟମାନଙ୍କ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ।
作為海中曬網的地方:這是我,上主親自說的──吾主上主的斷語──她必成為異民的掠物。
6 ପୁଣି, କ୍ଷେତ୍ରସ୍ଥିତ ତାହାର କନ୍ୟାଗଣ ଖଡ୍ଗରେ ହତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
那在陸地上的屬城,必毀於刀劍:如此,他們要承認我是上主。
7 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଉତ୍ତର ଦିଗରୁ ଅଶ୍ୱ, ରଥ, ଅଶ୍ୱାରୋହୀଗଣ, ସମାଜ ଓ ଅନେକ ଲୋକ ସହିତ ରାଜାଧିରାଜ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ସୋର ବିରୁଦ୍ଧରେ ଆଣିବା।
因為吾主上主這樣說:看,我要使王中之王,巴比倫王拿步高,從北方率領戰馬、戰車、騎兵和龐大的聯軍來攻打提洛。
8 ସେ କ୍ଷେତ୍ରସ୍ଥିତ ତୁମ୍ଭର କନ୍ୟାଗଣକୁ ଖଡ୍ଗରେ ବଧ କରିବ; ଆଉ, ସେ ତୁମ୍ଭ ବିରୁଦ୍ଧରେ ଦୁର୍ଗ ନିର୍ମାଣ କରିବ, ତୁମ୍ଭ ବିରୁଦ୍ଧରେ ବନ୍ଧ ବାନ୍ଧିବ ଓ ତୁମ୍ଭ ବିରୁଦ୍ଧରେ ଢାଲ ଉଠାଇବ।
他要用刀劍屠殺你陸上的屬城,豎起攻你的雲梯,築起攻你的高台,設立攻你的高楯,
9 ପୁଣି, ସେ ତୁମ୍ଭ ପ୍ରାଚୀରରେ ଦୁର୍ଗଭେଦକ ଯନ୍ତ୍ର ସ୍ଥାପନ କରିବ ଓ ତାହାର ଅସ୍ତ୍ରଶସ୍ତ୍ର ଦ୍ୱାରା ସେ ତୁମ୍ଭର ଗଡ଼ସବୁ ଭାଙ୍ଗି ପକାଇବ।
支起破城機撞擊你的城牆,用鐵器擊毀你的角樓。
10 ତାହାର ଅଶ୍ୱଗଣର ବାହୁଲ୍ୟ ସକାଶୁ ସେମାନଙ୍କର ଧୂଳି ତୁମ୍ଭକୁ ଆଚ୍ଛାଦନ କରିବ; ଲୋକେ ଭଗ୍ନ ପ୍ରାଚୀର ବିଶିଷ୍ଟ ନଗରରେ ପ୍ରବେଶ କଲା ପରି, ଯେତେବେଳେ ସେ ତୁମ୍ଭ ନଗର-ଦ୍ୱାରରେ ପ୍ରବେଶ କରିବ, ସେତେବେଳେ ଅଶ୍ୱାରୋହୀଗଣର, ଶଗଡ଼ ଓ ରଥସମୂହର ଶବ୍ଦରେ ତୁମ୍ଭର ପ୍ରାଚୀରସବୁ କମ୍ପି ଉଠିବ।
你要為他大批戰馬所掀起的塵土所掩蓋,你的城牆要為他的騎兵、車輪和戰車的轟轟聲所震動;當他進入你的城門時,好像進入一座已征服的城。
11 ସେ ଆପଣା ଅଶ୍ୱଗଣର ଖୁରାରେ ତୁମ୍ଭର ସଡ଼କସବୁ ଦଳି ପକାଇବ; ସେ ତୁମ୍ଭ ଲୋକମାନଙ୍କୁ ଖଡ୍ଗରେ ବଧ କରିବ ଓ ତୁମ୍ଭର ପରାକ୍ରମସୂଚକ ସ୍ତମ୍ଭସକଳ ଭୂମିସାତ୍‍ କରିବ।
他戰馬的鐵蹄要踏遍你的街道,他將用刀劍屠殺你的人民,且把你的神柱推倒在地。
12 ପୁଣି, ସେମାନେ ତୁମ୍ଭ ସମ୍ପତ୍ତିସବୁ ଲୁଟି ନେବେ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ହରଣ କରିବେ; ଆଉ, ସେମାନେ ତୁମ୍ଭର ପ୍ରାଚୀର ଭାଙ୍ଗି ପକାଇବେ ଓ ତୁମ୍ଭର ମନୋରମ ଗୃହସବୁ ଧ୍ୱଂସ କରିବେ; ଆଉ, ସେମାନେ ତୁମ୍ଭର ପ୍ରସ୍ତର, କାଷ୍ଠ ଓ ଧୂଳିସବୁ ଜଳରେ ନିକ୍ଷେପ କରିବେ।
他們要搶掠你的財富,劫奪你的貨品,破壞你的城垣,拆毀你豪華的宮室,並把你的石頭、木材和瓦礫拋到海中。
13 ପୁଣି, ଆମ୍ଭେ ତୁମ୍ଭର ଗାୟନ ଶବ୍ଦ ନିବୃତ୍ତ କରାଇବା ଓ ତୁମ୍ଭ ବୀଣାର ଧ୍ୱନି ଆଉ ଶୁଣାଯିବ ନାହିଁ।
我要使你的歌聲停止,再也聽不到你的琴聲。
14 ପୁଣି, ଆମ୍ଭେ ତୁମ୍ଭକୁ ଶୁଷ୍କ ଶୈଳ କରିବା; ତୁମ୍ଭେ ଜାଲ ପ୍ରସାରିବାର ସ୍ଥାନ ହେବ; ତୁମ୍ଭେ ଆଉ ନିର୍ମିତ ନୋହିବ କାରଣ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
我要使你成為光滑的磐石,成為曬網的乾地;你將永不得重建,因為是我,上主說的──吾主上主的斷語。
15 ପ୍ରଭୁ, ସଦାପ୍ରଭୁ ସୋରକୁ ଏହି କଥା କହନ୍ତି; ଯେତେବେଳେ ତୁମ୍ଭ ମଧ୍ୟରେ ଆହତ ଲୋକମାନେ କାତରୋକ୍ତି କରିବେ ଓ ସଂହାର ହେବ, ତୁମ୍ଭର ସେହି ପତନ ସମୟର ଶବ୍ଦରେ କିମ୍ବା ଦ୍ୱୀପସମୂହ କମ୍ପିବେ ନାହିଁ?
吾主上主論提洛這樣說:當屠刀在你中間屠殺之時,受傷者呻吟之際,你傾倒之聲,群島聽了,豈不震動﹖
16 ସେତେବେଳେ ସମୁଦ୍ରର ଅଧିପତିସକଳ ଆପଣା ଆପଣା ସିଂହାସନରୁ ଓହ୍ଲାଇବେ ଓ ଆପଣା ଆପଣା ଚୋଗା ତ୍ୟାଗ କରି ଶିଳ୍ପକର୍ମର ବସ୍ତ୍ର ଫିଟାଇ ପକାଇବେ; ସେମାନେ ତ୍ରାସରୂପ ବସ୍ତ୍ର ପରିଧାନ କରିବେ; ସେମାନେ ଭୂମିରେ ବସିବେ ଓ ଅନୁକ୍ଷଣ ତ୍ରାସଯୁକ୍ତ ହେବେ ଓ ତୁମ୍ଭ ବିଷୟରେ ବିସ୍ମିତ ହେବେ।
所有海上的王子都要由寶座上下來,除去朝服,脫下錦衣,皆為恐怖所籠罩,坐在地上,不停地戰慄,為你而驚駭。
17 ପୁଣି, ସେମାନେ ତୁମ୍ଭ ବିଷୟରେ ବିଳାପ କରି ତୁମ୍ଭକୁ କହିବେ, ‘ହେ ସମୁଦ୍ର ବ୍ୟବସାୟୀମାନଙ୍କର ନିବାସଭୂମି ପ୍ରସିଦ୍ଧ ନଗରୀ, ତୁମ୍ଭେ କିପରି ବିନଷ୍ଟ ହୋଇଅଛ! ସେ ତ ସମୁଦ୍ରରେ ପରାକ୍ରାନ୍ତ ଥିଲା; ସେ ଓ ତାହାର ନିବାସୀଗଣ ସେଠାରେ ଗତାୟାତକାରୀ ସମସ୍ତଙ୍କ ପ୍ରତି ଭୟଜନକ ଥିଲେ।
他們且作哀歌憑弔你說:你這居於水上,海上稱霸的名城,你和你的居民曾威脅過陸上的居民,怎麼滅亡了呢﹖
18 ଏବେ ତୁମ୍ଭର ପତନ ଦିନରେ ଦ୍ୱୀପସମୂହ କମ୍ପମାନ ହେବେ; ହଁ, ତୁମ୍ଭ ପ୍ରସ୍ଥାନରେ ସମୁଦ୍ରବର୍ତ୍ତୀ ଦ୍ୱୀପସବୁ ବିହ୍ୱଳ ହେବେ।’
現今,群島在你傾覆之日大為震動,海中島嶼為了你的結局,甚為恐懼。
19 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସମୟରେ ଆମ୍ଭେ ତୁମ୍ଭକୁ ନିବାସୀବିହୀନ ନଗରସମୂହର ତୁଲ୍ୟ ଉଚ୍ଛିନ୍ନ-ନଗର କରିବା; ଯେଉଁ ସମୟରେ ଆମ୍ଭେ ଗଭୀର ସାଗରକୁ ତୁମ୍ଭ ଉପରକୁ ଆଣିବା ଓ ମହାଜଳରାଶି ତୁମ୍ଭକୁ ଆଚ୍ଛାଦନ କରିବ:
因為吾主上主這樣說:當我使你成為一座荒蕪,像無人居住的城池時,當我使深淵上升,使大水淹沒你時,
20 ସେହି ସମୟରେ ଆମ୍ଭେ ଗର୍ତ୍ତଗାମୀମାନଙ୍କ ସହିତ, ପୁରାତନ କାଳର ଲୋକମାନଙ୍କ ନିକଟକୁ ତୁମ୍ଭକୁ ଓହ୍ଲାଇ ଆଣିବା ଓ ପୃଥିବୀର ଅଧୋଭାଗରେ, ଚିରକାଳରୁ ଉତ୍ସନ୍ନ ସ୍ଥାନମାନଙ୍କରେ ଗର୍ତ୍ତଗାମୀମାନଙ୍କ ସଙ୍ଗରେ ତୁମ୍ଭକୁ ବାସ କରାଇବା, ତହିଁରେ ତୁମ୍ଭର ବସତି ସ୍ଥାନ ରହିବ ନାହିଁ; ପୁଣି, ଜୀବିତମାନଙ୍କ ଦେଶରେ ଆମ୍ଭେ ଶୋଭା ସ୍ଥାପନ କରିବା;
我要把你推下,與先前下到陰府的古人在一起;我要使你住在極深之處,即住在久已荒蕪之地;與下到陰府的人在一起,以致你再不得返回,在生活的大地上復興。
21 ଆମ୍ଭେ ତୁମ୍ଭକୁ ଭୟଙ୍କରୀ କରିବା, ତୁମ୍ଭେ ଆଉ ନ ଥିବ; ଯଦ୍ୟପି ତୁମ୍ଭର ଅନ୍ଵେଷଣ କରାଯିବ, ତଥାପି ତୁମ୍ଭର ଉଦ୍ଦେଶ୍ୟ ଆଉ କେବେ ମିଳିବ ନାହିଁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
我要使你成為恐怖的對象,永不復存在;即便人找你,也永遠再找不到──吾主上主的斷語。」

< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 26 >