< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 27 >

1 ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
Opet mi doðe rijeè Gospodnja govoreæi:
2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋର ବିଷୟରେ ବିଳାପ କର;
I ti, sine èovjeèji, narièi za Tirom,
3 ଆଉ, ସୋରକୁ କୁହ, ହେ ସମୁଦ୍ରର ପ୍ରବେଶ ସ୍ଥାନ ନିବାସିନୀ; ଅନେକ ଦ୍ୱୀପରେ ଗୋଷ୍ଠୀଗଣର ବାଣିଜ୍ୟକାରିଣୀ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ତୁମ୍ଭେ କହିଅଛ, ମୁଁ ପରମସୁନ୍ଦରୀ,
I reci Tiru, koji stoji na ulasku morskom, koji trguje s narodima na mnogim ostrvima: ovako veli Gospod Gospod: Tire, ti govoraše: ja sam sasvijem lijep.
4 ସମୁଦ୍ରଗଣର ମଧ୍ୟସ୍ଥଳରେ ତୁମ୍ଭର ସୀମା, ତୁମ୍ଭର ନିର୍ମାଣକାରୀମାନେ ତୁମ୍ଭର ସୌନ୍ଦର୍ଯ୍ୟ ସିଦ୍ଧ କରିଅଛନ୍ତି।”
Meðe su ti u srcu morskom; koji te zidaše, naèiniše te sasvijem lijep.
5 ସେମାନେ ସନୀରୀୟ ଦେବଦାରୁ କାଷ୍ଠରେ ତୁମ୍ଭର ତକ୍ତା କାଠପଟା ସବୁ ପ୍ରସ୍ତୁତ କରିଅଛନ୍ତି, ସେମାନେ ତୁମ୍ଭର ମାସ୍ତୁଲ ପ୍ରସ୍ତୁତ କରିବା ପାଇଁ ଲିବାନୋନରୁ ଏରସ କାଷ୍ଠ ନେଇଅଛନ୍ତି।
Od jela Senirskih gradiše ti daske, kedre s Livana uzimaše da ti grade stupove.
6 ବାଶନର ଅଲୋନ କାଷ୍ଠରେ ସେମାନେ ତୁମ୍ଭର ଆହୁଲା ପ୍ରସ୍ତୁତ କରିଅଛନ୍ତି; ସେମାନେ କିତ୍ତୀମ ଦ୍ୱୀପରୁ ଆନୀତ ତାଶୂର କାଷ୍ଠରେ ଖଚିତ ହସ୍ତୀଦନ୍ତ ଦ୍ୱାରା ତୁମ୍ଭର ଆସନ ନିର୍ମାଣ କରିଅଛନ୍ତି।
Od hrastova Vasanskih gradiše ti vesla, sjedišta ti gradiše od slonove kosti i od šimšira s ostrva Kitejskih.
7 ତୁମ୍ଭର ଧ୍ୱଜା ହେବା ପାଇଁ ମିସର ଦେଶରୁ ଆନୀତ ସୂଚୀକର୍ମରେ ଚିତ୍ରିତ ଶୁଭ୍ର କ୍ଷୌମବସ୍ତ୍ରରେ ତୁମ୍ଭର ପାଲ ପ୍ରସ୍ତୁତ ହୋଇଥିଲା; ତୁମ୍ଭର ଚାନ୍ଦୁଆ ଇଲୀଶା ଦ୍ୱୀପସମୂହର ନୀଳ ଓ ଧୂମ୍ରବର୍ଣ୍ଣ ବସ୍ତ୍ରରେ ପ୍ରସ୍ତୁତ ହୋଇଥିଲା।
Tanko platno Misirsko izmetano razapinjao si da su ti jedra; porfirom i skerletom s ostrva Eliskih pokrivao si se.
8 ସୀଦୋନ ଓ ଅର୍ବଦ ନିବାସୀମାନେ ତୁମ୍ଭର ଆହୁଲା ମାରିବାର ଲୋକ ଥିଲେ; ହେ ସୋର, ତୁମ୍ଭର ଜ୍ଞାନୀ ଲୋକ ତୁମ୍ଭ ମଧ୍ୟରେ ଥିଲେ, ସେମାନେ ତୁମ୍ଭର କର୍ଣ୍ଣଧାର ହୋଇଥିଲେ।
Stanovnici Sidonski i Arvadski bijahu ti veslari; mudarci tvoji, Tire, što bijahu u tebi, bijahu ti krmari.
9 ତୁମ୍ଭର ମଧ୍ୟବର୍ତ୍ତୀ ଗବାଲର ପ୍ରାଚୀନବର୍ଗ ଓ ତହିଁର ଜ୍ଞାନୀମାନେ ତୁମ୍ଭର ନୌକା ବଟାଳିବା ଲୋକ ହୋଇଥିଲେ; ସମୁଦ୍ରର ଯାବତୀୟ ଜାହାଜ ଓ ସେମାନଙ୍କର ନାବିକଗଣ ବାଣିଜ୍ୟ ଦ୍ରବ୍ୟ ଧରିବା ନିମନ୍ତେ ତୁମ୍ଭ ମଧ୍ୟରେ ଥିଲେ।
Starješine i mudarci Gevalski opravljahu u tebi što bi ti se pokvarilo; sve laðe morske i laðari bijahu u tebi trgujuæi s tobom.
10 ପାରସ୍ୟ, ଲୁଦ୍‍ ଓ ପୂଟ୍‍ ଦେଶୀୟମାନେ ତୁମ୍ଭ ସୈନ୍ୟସାମନ୍ତ ମଧ୍ୟରେ ତୁମ୍ଭର ଯୋଦ୍ଧା ଥିଲେ; ସେମାନେ ତୁମ୍ଭ ମଧ୍ୟରେ ଢାଲ ଓ ଟୋପର ଟଙ୍ଗାଇ ରଖିଲେ; ସେମାନେ ତୁମ୍ଭର ଶୋଭା ପ୍ରକାଶ କଲେ।
Persijanci i Ludeji i Puteji bijahu u vojsci tvojoj tvoji vojnici; štitove i šljemove vješahu u tebi; oni te ukrašavahu.
11 ଅର୍ବଦର ଲୋକମାନେ ତୁମ୍ଭ ସୈନ୍ୟସାମନ୍ତ ସଙ୍ଗରେ ତୁମ୍ଭ ପ୍ରାଚୀରର ଉପରେ ଚତୁର୍ଦ୍ଦିଗରେ ଥିଲେ ଓ ଗାମ୍ମାଦୀୟମାନେ ତୁମ୍ଭର ସବୁ ଗଡ଼ ଉପରେ ଥିଲେ; ସେମାନେ ତୁମ୍ଭ ପ୍ରାଚୀର ଉପରେ ଚତୁର୍ଦ୍ଦିଗରେ ଆପଣା ଆପଣା ଢାଲ ଟଙ୍ଗାଇଲେ; ସେମାନେ ତୁମ୍ଭର ସୌନ୍ଦର୍ଯ୍ୟ ସିଦ୍ଧ କରିଅଛନ୍ତି।
Sinovi Arvadski s tvojom vojskom bijahu na zidovima tvojim unaokolo, i Gamadeji bijahu u kulama tvojim, štitove svoje vješahu na zidovima tvojim unaokolo, oni ti dovršivahu ljepotu.
12 “ସବୁ ପ୍ରକାର ଧନର ବାହୁଲ୍ୟ ସକାଶୁ ତର୍ଶୀଶ ତୁମ୍ଭର ବଣିକ ଥିଲା, ସେମାନେ ରୂପା, ଲୁହା, ଦସ୍ତା ଓ ସୀସା ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
Tarsis trgovaše s tobom mnogim svakojakim blagom; sa srebrom, s gvožðem, s kositerom i s olovom dolažahu na sajme tvoje.
13 ଯବନ, ତୁବଲ୍‍ ଓ ମେଶକ୍‍ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମନୁଷ୍ୟ ଓ ପିତ୍ତଳର ପାତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
Javan, Tuval i Meseh bijahu tvoji trgovci; s dušama ljudskim i sudima mjedenijem dolažahu na sajme tvoje.
14 ତୋଗର୍ମା ବଂଶୀୟ ଲୋକମାନେ ଅଶ୍ୱ, ଯୁଦ୍ଧାଶ୍ୱ ଓ ଖଚର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
A koji su od doma Togarmina, s konjma i konjicima i mazgama dolažahu na sajme tvoje.
15 ଦଦାନର ଲୋକମାନେ ତୁମ୍ଭର ବ୍ୟବସାୟୀ ଥିଲେ; ଅନେକ ଦ୍ୱୀପ ତୁମ୍ଭର ହସ୍ତଗତ ଗଞ୍ଜ ଥିଲା, ସେମାନେ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବଦଳେ ହାତୀର ଦନ୍ତ ଶୃଙ୍ଗ ଓ ଅବଲୁସ୍‍ କାଷ୍ଠ ଆଣିଲେ।
Sinovi Dedanovi bijahu trgovci tvoji, mnogih ostrva trgovina bijaše u tvojim rukama; kosti slonove i drvo evenovo donošahu ti u promjenu.
16 ତୁମ୍ଭ ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ହେତୁ ଅରାମ ତୁମ୍ଭର ବଣିକ ଥିଲା; ସେମାନେ ତାମ୍ରମଣି, ଧୂମ୍ରବର୍ଣ୍ଣ ଓ ବୁଟାଦାର ବସ୍ତ୍ର, କ୍ଷୌମବସ୍ତ୍ର ଆଉ ପ୍ରବାଳ ଓ ପଦ୍ମରାଗ ମଣି ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
Sirija trgovaše s tobom mnoštvom djela tvojih, dolažaše na sajme tvoje sa smaragdom i porfirom i uzvodom i tankim platnom, i koralom i ahatom.
17 ଯିହୁଦା ଓ ଇସ୍ରାଏଲ ଦେଶ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମିନ୍ନୀତର ଗହମ ଓ ମିଷ୍ଟାନ୍ନ, ମଧୁ, ତୈଳ ଓ ଗୁଗ୍ଗୁଳ ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
Juda i zemlja Izrailjeva bijahu tvoji trgovci, dolažahu na sajme tvoje sa pšenicom Minitskom i Finièkom i medom i uljem i balsamom.
18 ସର୍ବପ୍ରକାର ଧନର ବାହୁଲ୍ୟ କ୍ରମେ, ତୁମ୍ଭର ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ସକାଶୁ ଦମ୍ମେଶକ ତୁମ୍ଭର ବଣିକ ଥିଲା, ସେମାନେ ହିଲ୍‍ବୋନର ଦ୍ରାକ୍ଷାରସ ଓ ଶୁଭ୍ର ମେଷଲୋମ ଦେଲେ।
Damasak trgovaše s tobom mnoštvom djela tvojih, mnoštvom svakoga blaga, vinom Helvonskim i bijelom vunom.
19 ବଦାନ ଓ ଯବନ ଲୋମନିର୍ମିତ ସୂତ୍ର ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ; ତୁମ୍ଭ ବାଣିଜ୍ୟ ଦ୍ରବ୍ୟ ମଧ୍ୟରେ କାନ୍ତଲୌହ, ଗୁଡ଼ତ୍ୱକ୍‍ ଓ ସୁଗନ୍ଧି ବଚ ଥିଲା।
I Dan i Javan i Mosel dolažahu na sajme tvoje; uraðeno gvožðe i kasiju i cimet mijenjahu s tobom.
20 ଦଦାନ ବାହନର ଉପଯୋଗୀ ବହୁମୂଲ୍ୟ ବସ୍ତ୍ରାଦିରେ ତୁମ୍ଭର ବ୍ୟବସାୟୀ ଥିଲା।
Dedan trgovaše s tobom skupocjenijem prostirkama za kola.
21 ଆରବ ଓ କେଦାରର ଅଧିପତି ସମସ୍ତେ ତୁମ୍ଭର ହସ୍ତଗତ ବଣିକ ଥିଲେ; ମେଷଶାବକ, ମେଷ ଓ ଛାଗ, ଏସକଳ ବିଷୟରେ ସେମାନେ ତୁମ୍ଭର ବଣିକ ଥିଲେ।
Arapi i svi knezovi Kidarski trgovahu s tobom; s jaganjcima i ovnovima i jarcima dolažahu na sajme tvoje.
22 ଶିବାର ଓ ରୟମାର ବ୍ୟବସାୟୀମାନେ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ସର୍ବପ୍ରକାର ଶ୍ରେଷ୍ଠ ଗନ୍ଧଦ୍ରବ୍ୟ ଓ ସର୍ବପ୍ରକାର ବହୁମୂଲ୍ୟ ପ୍ରସ୍ତର, ଆଉ ସୁବର୍ଣ୍ଣ ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।
Trgovci Savski i Ramski trgovahu s tobom; dolažahu na sajme tvoje sa svakojakim mirisima i svakojakim dragim kamenjem i zlatom.
23 ହାରଣ ଓ କନ୍ନୀ ଓ ଏଦନ, ଶିବାର ଏହି ବ୍ୟବସାୟୀମାନେ, ପୁଣି ଅଶୂର ଓ କିଲ୍ମଦ୍‍ ତୁମ୍ଭର ବ୍ୟବସାୟୀ ଥିଲେ।
Haran i Kana i Eden, trgovci Savski, Asur i Hilmad trgovahu s tobom.
24 ଏମାନେ ବାଣିଜ୍ୟ ଦ୍ରବ୍ୟ ମଧ୍ୟରେ ଉତ୍କୃଷ୍ଟ ନାନା ଦ୍ରବ୍ୟ, ନୀଳବର୍ଣ୍ଣ ଓ ବୁଟାଦାର ଆବରଣୀୟ ବସ୍ତ୍ର ଓ ବହୁମୂଲ୍ୟ ବସ୍ତ୍ର, ରଜ୍ଜୁରେ ବନ୍ଧା ଏରସ କାଷ୍ଠନିର୍ମିତ ସିନ୍ଦୁକରେ ତୁମ୍ଭର ବ୍ୟବସାୟୀ ଥିଲେ।
Ti trgovahu s tobom svakojakim stvarima, porfirom i uzvodom i kovèezima bogatijeh nakita, koji se svezivahu užima i bijahu od kedra.
25 ତର୍ଶୀଶର ଜାହାଜସକଳ ତୁମ୍ଭର ବ୍ୟବସାୟକାରୀ ପଥିକ ସ୍ୱରୂପ ଥିଲେ; ପୁଣି, ତୁମ୍ଭେ ପରିପୂର୍ଣ୍ଣା ଓ ସମୁଦ୍ରର ମଧ୍ୟସ୍ଥଳରେ ଅତିଶୟ ପ୍ରତାପାନ୍ୱିତା ଥିଲ।
Laðe Tarsiske bijahu prve u tvojoj trgovini, i ti bijaše veoma pun i veoma slavan u srcu morskom.
26 ତୁମ୍ଭର ନାବିକମାନେ ତୁମ୍ଭକୁ ଗଭୀର ଜଳ ମଧ୍ୟକୁ ଆଣିଅଛନ୍ତି; ପୂର୍ବୀୟ ବାୟୁ ସମୁଦ୍ରମାନଙ୍କ ମଧ୍ୟସ୍ଥଳରେ ତୁମ୍ଭକୁ ଭାଙ୍ଗି ପକାଇଅଛି।
Veslari tvoji odvezoše te na puèinu; vjetar istoèni razbi te usred mora.
27 ତୁମ୍ଭର ଧନ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ, ତୁମ୍ଭର ବାଣିଜ୍ୟ, ତୁମ୍ଭର ନାବିକଗଣ ଓ ତୁମ୍ଭର କର୍ଣ୍ଣଧାରମାନେ, ତୁମ୍ଭର ଛିଦ୍ର ବଟାଳିବା ଲୋକମାନେ ଓ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ଧରିବା ଲୋକମାନେ, ଆଉ ତୁମ୍ଭର ମଧ୍ୟବର୍ତ୍ତୀ ଯୋଦ୍ଧା ସମସ୍ତେ ତୁମ୍ଭର ମଧ୍ୟବର୍ତ୍ତୀ ସମସ୍ତ ସମାଜ ସହିତ ତୁମ୍ଭର ପତନ ଦିନ ସମୁଦ୍ରମାନଙ୍କ ମଧ୍ୟସ୍ଥଳରେ ପତିତ ହେବେ।
Blago tvoje i sajmi tvoji, trgovina tvoja, laðari tvoji i krmari tvoji i koji opravljahu kvarne laðe tvoje, i trgovci tvoji i svi vojnici tvoji i sav narod što bješe u tebi pašæe u srce moru kad ti propadneš.
28 ତୁମ୍ଭ କର୍ଣ୍ଣଧାରଗଣର କ୍ରନ୍ଦନ ଶବ୍ଦରେ ଉପନଗରସମୂହ କମ୍ପିତ ହେବେ।
Od vike tvojih krmara uskolebaæe se vali morski.
29 ପୁଣି, ଆହୁଲା ଧରିବା ସମସ୍ତ ଲୋକ, ନାବିକମାନେ ଓ ସମୁଦ୍ରସ୍ଥ କର୍ଣ୍ଣଧାର ସମସ୍ତେ ଆପଣା ଆପଣା ଜାହାଜରୁ ଓହ୍ଲାଇ ଆସି ସ୍ଥଳରେ ଠିଆ ହେବେ,
I izaæi æe iz laða svojih svi veslari, laðari, svi krmari morski, i staæe na zemlju.
30 ପୁଣି, ତୁମ୍ଭ ଉଦ୍ଦେଶ୍ୟରେ ଆପଣାମାନଙ୍କ ଶବ୍ଦ ଶୁଣାଇ ଅତିଶୟ କ୍ରନ୍ଦନ କରିବେ ଓ ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇ ଭସ୍ମରେ ଗଡ଼ିବେ;
I povikaæe za tobom iza glasa i zaridati gorko, i posuæe prahom glave svoje i po pepelu æe se valjati.
31 ଆଉ, ସେମାନେ ତୁମ୍ଭ ସକାଶୁ ମସ୍ତକ ମୁଣ୍ଡନ କରି କଟିଦେଶରେ ଚଟ ବାନ୍ଧିବେ, ଆଉ ତୁମ୍ଭ ସକାଶୁ ପ୍ରାଣର ବିକଳତାରେ ରୋଦନ କରି ଅତିଶୟ ବିଳାପ କରିବେ।
I za tobom æe se naèiniti æelavi, i pripasaæe kostrijet, i plakaæe za tobom gorko iz srca, i gorko æe ridati.
32 ପୁଣି, ସେମାନେ ଆପଣାମାନଙ୍କର ଶୋକ ସମୟରେ ତୁମ୍ଭ ଉଦ୍ଦେଶ୍ୟରେ ବିଳାପ କରି ତୁମ୍ଭ ବିଷୟରେ ଏହି କଥା କହି ବିଳାପ କରିବେ, ‘ସୋର ପରି, ଯେ ସମୁଦ୍ର ମଧ୍ୟସ୍ଥାନରେ ନିସ୍ତବ୍ଧା ହେଲା, ତାହା ପରି କିଏ ଅଛି?
I za tobom æe zapijevati u žalosti svojoj i naricaæe za tobom: ko je bio kao Tir, oboreni usred mora?
33 ଯେତେବେଳେ ତୁମ୍ଭର ବାଣିଜ୍ୟ ଦ୍ରବ୍ୟସବୁ ସମୁଦ୍ରମାନଙ୍କ ମଧ୍ୟରୁ ବାହାରିଗଲା, ସେତେବେଳେ ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ପରିପୂର୍ଣ୍ଣ କଲ; ତୁମ୍ଭେ ଆପଣା ଧନ ଓ ବାଣିଜ୍ୟ ଦ୍ରବ୍ୟର ବାହୁଲ୍ୟରେ ପୃଥିବୀର ରାଜାଗଣକୁ ଧନୀ କଲ।
Kad izlažahu trgovi tvoji iz mora, sitio si mnoge narode, mnoštvom svojega bogatstva i trgovine svoje obogaæavao si careve zemaljske.
34 ତୁମ୍ଭେ ସମୁଦ୍ର ଦ୍ୱାରା ଗଭୀର ଜଳରାଶିରେ ଭଗ୍ନ ହେବା ସମୟରେ ତୁମ୍ଭର ବାଣିଜ୍ୟ ଦ୍ରବ୍ୟ ଓ ତୁମ୍ଭର ସମସ୍ତ ସମାଜ ତୁମ୍ଭ ମଧ୍ୟରେ ପତିତ ହେଲେ।
Kad te razbi more na dubokoj vodi, trgovina tvoja i sav narod tvoj u tebi pade.
35 ଦ୍ୱୀପସମୂହର ନିବାସୀ ସମସ୍ତେ ତୁମ୍ଭ ବିଷୟରେ ବିସ୍ମିତ ହୋଇଅଛନ୍ତି ଓ ସେମାନଙ୍କର ରାଜାଗଣ ଅତ୍ୟନ୍ତ ଭୀତ ହୋଇଅଛନ୍ତି ଓ ସେମାନଙ୍କର ବଦନ ବିଷଣ୍ଣ ହୋଇଅଛି।
Svi ostrvljani prepadoše se od tebe, i carevi njihovi uzdrktaše se i preblijediše u licu.
36 ଗୋଷ୍ଠୀଗଣର ମଧ୍ୟବର୍ତ୍ତୀ ବଣିକମାନେ ତୁମ୍ଭ ଉଦ୍ଦେଶ୍ୟରେ ଶୀଷ୍‍ ଶବ୍ଦ କରନ୍ତି; ତୁମ୍ଭେ ଭୟଙ୍କର ହୋଇଅଛ, ପୁଣି, ତୁମ୍ଭେ ଆଉ କେବେ ସ୍ଥାପିତ ହେବ ନାହିଁ।’”
Trgovci po narodima zazviždaše nad tobom: postao si strahota, i neæe te biti dovijeka.

< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 27 >