< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 29 >
1 ଦଶମ ବର୍ଷର ଦଶମ ମାସ, ମାସର ଦ୍ୱାଦଶ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
十年十月十二日,上主的話傳給我說:「
2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋ ବିରୁଦ୍ଧରେ ଆପଣା ମୁଖ ରଖ, ପୁଣି, ତାହା ବିରୁଦ୍ଧରେ ଓ ସମୁଦାୟ ମିସର ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର;
人子,你面向埃及王法郎,講預言攻擊他和埃及全國。
3 ଏହି କଥା କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ମିସରର ରାଜା ଫାରୋ, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ, ତୁମ୍ଭେ ଆପଣା ସ୍ରୋତସମୂହ ମଧ୍ୟରେ ଶୟନକାରୀ ପ୍ରକାଣ୍ଡ କୁମ୍ଭୀର, ତୁମ୍ଭେ କହିଅଛ, ‘ମୋର ନଦୀ ମୋର, ମୁଁ ଆପଣା ପାଇଁ ତାହା ସୃଷ୍ଟି କରିଅଛି।’
你應發言說:吾主上主這樣說:埃及王法郎,你這臥在河中的大鱷魚! 看,我要攻擊你;你曾說過:『河是我的,是我造成的。』
4 ମାତ୍ର ଆମ୍ଭେ ତୁମ୍ଭ କଳପାଟିରେ ଅଙ୍କୁଶ ଦେବା ଓ ଆମ୍ଭେ ତୁମ୍ଭ ସ୍ରୋତସମୂହରେ ମତ୍ସ୍ୟସକଳକୁ ତୁମ୍ଭ ଦେହର କାତିରେ ଲଗାଇବା; ଆଉ, ଆମ୍ଭେ ତୁମ୍ଭ ସ୍ରୋତସମୂହର ମଧ୍ୟରୁ ତୁମ୍ଭକୁ ଓ ତୁମ୍ଭ କାତିରେ ଲାଗିଥିବା ତୁମ୍ଭ ସ୍ରୋତସମୂହର ମତ୍ସ୍ୟସକଳକୁ ବାହାର କରି ଉପରକୁ ଆଣିବା।
但是我要用鉤子鉤住你的鰓,使你河中的魚都附在你的鱗上,將你和你河中所有附在你鱗上的魚,從河中拉上來;
5 ପୁଣି, ଆମ୍ଭେ ତୁମ୍ଭକୁ, ହଁ, ତୁମ୍ଭକୁ ତୁମ୍ଭ ସ୍ରୋତସମୂହର ମତ୍ସ୍ୟସକଳକୁ ପ୍ରାନ୍ତରରେ ପକାଇ ଛାଡ଼ିଦେବା; ତୁମ୍ଭେ ପଦାରେ ପଡ଼ି ରହିବ; ତୁମ୍ଭେ ଆଉ ସଂଗୃହୀତ କିମ୍ବା ସଞ୍ଚିତ ହେବ ନାହିଁ; ଆମ୍ଭେ ତୁମ୍ଭକୁ ଭୂଚର ପଶୁଗଣର ଓ ଖେଚର ପକ୍ଷୀଗଣର ଖାଦ୍ୟ ହେବା ନିମନ୍ତେ ସମର୍ପି ଦେଇଅଛୁ।
將你和你河中的魚拋在曠野;你要倒斃在地面上,而無人收殮,也無人掩埋;我要把你交給地上的走獸和空中的飛鳥作食物;
6 ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ମିସରନିବାସୀ ସମସ୍ତେ ଜାଣିବେ। କାରଣ ସେମାନେ ଇସ୍ରାଏଲ ବଂଶ ପ୍ରତି ନଳର ଯଷ୍ଟି ହୋଇଅଛନ୍ତି।
如此,所有埃及的居民便承認我是上主,因為你曾作過支持以色列家族的蘆葦,
7 ଯେତେବେଳେ ସେମାନେ ତୁମ୍ଭର ହସ୍ତ ଧରିଲେ, ସେତେବେଳେ ତୁମ୍ଭେ ଭଗ୍ନ ହୋଇ ସେମାନଙ୍କର ସ୍କନ୍ଧସବୁ ବିଦୀର୍ଣ୍ଣ କଲ; ଆଉ, ଯେତେବେଳେ ସେମାନେ ତୁମ୍ଭ ଉପରେ ଆଉଜିଲେ, ସେତେବେଳେ ତୁମ୍ଭେ ଭଗ୍ନ ହୋଇ ସେମାନଙ୍କର ସମସ୍ତ କଟିଦେଶ ଅଚଳ କଲ।
當他們手中握著你時,你就破裂了,刺傷了他們的手掌;他們依靠你時,你就折斷了,使他們的腰顫慄;
8 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଖଡ୍ଗ ଆଣିବା ଓ ତୁମ୍ଭ ମଧ୍ୟରୁ ମନୁଷ୍ୟ ଓ ପଶୁ ଉଚ୍ଛିନ୍ନ କରିବା।
為此,吾主上主這樣說:看,我要使刀臨於你,消滅你境內的人和獸,
9 ପୁଣି, ମିସର ଦେଶ ଧ୍ୱଂସିତ ଓ ଶୂନ୍ୟସ୍ଥାନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ; ଯେହେତୁ ସେ କହିଅଛି, ‘ନଦୀ ମୋର ଓ ମୁଁ ତାହା ସୃଷ୍ଟି କରିଅଛି।’
埃及地將成為荒野沙漠:這樣,他們便承認我是上主;因為你說過:『河是我的,是我造成的。』
10 ଏହେତୁ ଦେଖ, ଆମ୍ଭେ ତୁମ୍ଭର ଓ ତୁମ୍ଭ ନଦୀସମୂହର ପ୍ରତିକୂଳ ଅଟୁ, ପୁଣି, ଆମ୍ଭେ ମିଗ୍ଦୋଲଠାରୁ ସିବେନୀ ଦୁର୍ଗ ପୁଣି କୂଶ ଦେଶର ସୀମା ପର୍ଯ୍ୟନ୍ତ ମିସର ଦେଶକୁ ନିତାନ୍ତ ଶୂନ୍ୟ ଓ ଧ୍ୱଂସସ୍ଥାନ କରିବା।
為此,看,我要攻擊你和你的河,我要使埃及地,由米革多耳到色威乃,直到雇士邊界,都成為荒野和沙漠。
11 କୌଣସି ମନୁଷ୍ୟର ପାଦ ତହିଁ ମଧ୍ୟରେ ଗତାୟାତ କରିବ ନାହିଁ, କିଅବା ପଶୁର ପାଦ ତହିଁ ମଧ୍ୟରେ ଗତାୟାତ କରିବ ନାହିଁ ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ତାହା ବସତି ସ୍ଥାନ ନୋହିବ।
人足不再經過那裏,獸蹄也不從那裏踏過;無人居住凡四十年之久。
12 ପୁଣି, ଆମ୍ଭେ ମିସର ଦେଶକୁ ଧ୍ୱଂସିତ ଦେଶସମୂହର ମଧ୍ୟରେ ଧ୍ୱଂସସ୍ଥାନ କରିବା ଓ ତାହାର ନଗରସମୂହ ଉଚ୍ଛିନ୍ନ ନଗରସମୂହ ମଧ୍ୟରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଧ୍ୱଂସସ୍ଥାନ ହୋଇ ରହିବ; ପୁଣି, ଆମ୍ଭେ ମିସରୀୟମାନଙ୍କୁ ନାନା ଦେଶୀୟମାନଙ୍କ ମଧ୍ୟରେ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବା।
我要使埃及地成為荒蕪地中最荒蕪的,使她的城變為荒廢城中最荒廢的,凡四十年之久;我便要把埃及人分散到外邦,散佈在各地。
13 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ମିସରୀୟମାନେ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଚାଳିଶ ବର୍ଷର ଶେଷରେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା;
因為吾主上主這樣說:過了四十年,我必從各民族中把四散的埃及人聚集起來,
14 ଆଉ, ଆମ୍ଭେ ମିସରର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ସେମାନଙ୍କର ଜନ୍ମସ୍ଥାନ ପଥ୍ରୋଷ ଦେଶକୁ ସେମାନଙ୍କୁ ଫେରାଇ ଆଣିବା, ପୁଣି, ସେଠାରେ ସେମାନେ ଗୋଟିଏ ନୀଚ ରାଜ୍ୟ ହୋଇ ରହିବେ।
我要轉變埃及人的命運,領他們回到他們出生的帕特洛斯地方,他們要在那裏成立一個小國。
15 ନାନା ରାଜ୍ୟ ମଧ୍ୟରେ ତାହା ନୀଚତମ ହେବ ଓ ନାନା ଗୋଷ୍ଠୀୟମାନଙ୍କ ମଧ୍ୟରେ ସେ ଆପଣାକୁ ଆଉ ଉନ୍ନତ କରିବ ନାହିଁ; ପୁଣି, ଆମ୍ଭେ ସେମାନଙ୍କୁ ନ୍ୟୂନ କରିବା, ତହିଁରେ ସେମାନେ ଗୋଷ୍ଠୀଗଣ ଉପରେ ଆଉ କର୍ତ୍ତୃତ୍ୱ କରିବେ ନାହିଁ।
在萬國中她是最小的,再也不得高踞萬民之上;我還要減少他們的人數,使她不再統治列國,
16 ଆଉ, ଇସ୍ରାଏଲ ବଂଶ ମିସରୀୟମାନଙ୍କର ଅନୁସରଣ କରିବା ପାଇଁ ଫେରିବା ବେଳେ ମିସର, ସେମାନଙ୍କର ଅପରାଧ ସ୍ମରଣାର୍ଥକ ବିଶ୍ୱାସଭୂମି ଆଉ ହେବ ନାହିଁ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
也不再做以色列家族的靠山,卻使以色列記起求救於他們的罪行:如此,他們必承認我是上主。」
17 ଏଥିଉତ୍ତାରେ ସତାଇଶ ବର୍ଷର ପ୍ରଥମ ମାସରେ, ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
二十七年一月一日,上主的話傳給我說:「
18 “ହେ ମନୁଷ୍ୟ-ସନ୍ତାନ, ବାବିଲର ରାଜା ନବୂଖଦ୍ନିତ୍ସର ଆପଣା ସୈନ୍ୟସାମନ୍ତକୁ ସୋର ବିରୁଦ୍ଧରେ ଭାରୀ ପରିଶ୍ରମ କରାଇଅଛି; ପ୍ରତ୍ୟେକ ମସ୍ତକ ଟାଙ୍ଗରା ହେଲା ଓ ପ୍ରତ୍ୟେକ କାନ୍ଧର ଚର୍ମ ଛିଡ଼ିଗଲା; ତଥାପି ସେ ସୋର ବିରୁଦ୍ଧରେ ଯେଉଁ ପରିଶ୍ରମ କରିଥିଲା, ତହିଁ ପାଇଁ ସେ କିଅବା ତାହାର ସୈନ୍ୟସାମନ୍ତ ସୋରଠାରୁ କିଛି ବେତନ ପାଇଲେ ନାହିଁ;
人子,巴比倫王拿步高為攻打提洛,使自己的軍隊服了重役,他們的頭都禿了肩也磨破了;但是他和他的軍隊為攻打提洛所服的重役,從提洛卻沒有報酬;
19 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ବାବିଲର ରାଜା ନବୂଖଦ୍ନିତ୍ସରକୁ ମିସର ଦେଶ ଦେବା; ତହିଁରେ ସେ ତାହାର ମହାଜନତାକୁ ନେଇଯିବ ଓ ତାହାର ଦ୍ରବ୍ୟ ଲୁଟି ନେବ, ଆଉ ତାହାର ସମ୍ପତ୍ତି ଅପହରଣ କରିବ; ପୁଣି, ଏହା ତାହାର ସୈନ୍ୟସାମନ୍ତର ବେତନ ହେବ।
為此吾主上主這樣說:看,我必將埃及地交給巴比倫王拿步高,他要運走她的財富,奪去她的掠物,搶去她的戰利品,作為自己軍隊的報酬。
20 ସେ ଯହିଁ ପାଇଁ ପରିଶ୍ରମ କଲା, ତାହାର ସେହି ପୁରସ୍କାର ରୂପେ ଆମ୍ଭେ ତାହାକୁ ମିସର ଦେଶ ଦେଇଅଛୁ, କାରଣ ସେମାନେ ଆମ୍ଭ ନିମନ୍ତେ କାର୍ଯ୍ୟ କଲେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
我將埃及地賜給他,作為他服役的報酬,因為他們為我而工作──吾主上主的斷語──
21 ସେହି ଦିନ ଆମ୍ଭେ ଇସ୍ରାଏଲ ବଂଶ ନିମନ୍ତେ ଗୋଟିଏ ଶୃଙ୍ଗ ଅଙ୍କୁରିତ କରାଇବା, ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ତୁମ୍ଭର ମୁଖ ମୁକ୍ତ କରିବା: ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
在那一天我要給以色列興起一位大能者,我要使你在他們中間開口:如此他們必承認我是上主。」