< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 3 >

1 ଏଥିଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ନିକଟରେ ଯାହା ଉପସ୍ଥିତ ତାହା ଭୋଜନ କର; ଏହି ନଳାକାର ପୁସ୍ତକ ଭୋଜନ କର ଓ ଯାଇ ଇସ୍ରାଏଲ ବଂଶ ସହିତ କଥା କୁହ।”
ויאמר אלי--בן אדם את אשר תמצא אכול אכול את המגלה הזאת ולך דבר אל בית ישראל
2 ତହିଁରେ ମୁଁ ଆପଣା ମୁଖ ଫିଟାନ୍ତେ, ସେ ମୋତେ ସେହି ନଳାକାର ପୁସ୍ତକ ଭୋଜନ କରାଇଲେ।
ואפתח את פי ויאכילני את המגלה הזאת
3 ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯେଉଁ ନଳାକାର ପୁସ୍ତକ ଦେଉ, ତାହା ତୁମ୍ଭେ ଜଠରରେ ଗ୍ରହଣ କରି ଆପଣା ଉଦର ପୂର୍ଣ୍ଣ କର!” ତହିଁରେ ମୁଁ ତାହା ଭୋଜନ କଲି; ଆଉ, ମିଷ୍ଟତା ସକାଶୁ ତାହା ମୋʼ ମୁଖକୁ ମଧୁପରି ଲାଗିଲା।
ויאמר אלי בן אדם בטנך תאכל ומעיך תמלא את המגלה הזאת אשר אני נתן אליך ואכלה ותהי בפי כדבש למתוק
4 ଏଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ନିକଟକୁ ଯାଇ ସେମାନଙ୍କୁ ଆମ୍ଭର ବାକ୍ୟସକଳ କୁହ।
ויאמר אלי בן אדם לך בא אל בית ישראל ודברת בדברי אליהם
5 କାରଣ ତୁମ୍ଭେ କୌଣସି ବିଦେଶୀୟ ଓ କଠିନ ଭାଷାବାଦୀ ଗୋଷ୍ଠୀ ନିକଟକୁ ପ୍ରେରିତ ନ ହୋଇ ଇସ୍ରାଏଲ ବଂଶ ନିକଟକୁ ପ୍ରେରିତ ହେଉଅଛ;
כי לא אל עם עמקי שפה וכבדי לשון--אתה שלוח אל בית ישראל
6 ଯେଉଁମାନଙ୍କର ଭାଷା ତୁମ୍ଭେ ବୁଝି ନ ପାର, ଏପରି ବିଦେଶୀୟ ଓ କଠିନ ଭାଷାବାଦୀ ଅନେକ ଗୋଷ୍ଠୀ ନିକଟକୁ ତୁମ୍ଭେ ପ୍ରେରିତ ହେଉ ନାହଁ। ଆମ୍ଭେ ସେମାନଙ୍କ ନିକଟକୁ ତୁମ୍ଭକୁ ପଠାଇଲେ, ସେମାନେ ନିଶ୍ଚୟ ତୁମ୍ଭର କଥା ଶୁଣନ୍ତେ।
לא אל עמים רבים עמקי שפה וכבדי לשון אשר לא תשמע דבריהם אם לא אליהם שלחתיך המה ישמעו אליך
7 ମାତ୍ର ଇସ୍ରାଏଲ ବଂଶ ତୁମ୍ଭ କଥା ଶୁଣିବେ ନାହିଁ; କାରଣ ସେମାନେ ଆମ୍ଭ କଥା ଶୁଣିବେ ନାହିଁ; ସମୁଦାୟ ଇସ୍ରାଏଲ ବଂଶ ଶକ୍ତଗ୍ରୀବ ଓ କଠିନ ଚିତ୍ତ ଅଟନ୍ତି।
ובית ישראל לא יאבו לשמע אליך--כי אינם אבים לשמע אלי כי כל בית ישראל חזקי מצח וקשי לב המה
8 ଦେଖ, ଆମ୍ଭେ ସେମାନଙ୍କ ମୁଖର ପ୍ରତିକୂଳରେ ତୁମ୍ଭର ମୁଖ ଓ ସେମାନଙ୍କ କପାଳର ପ୍ରତିକୂଳରେ ତୁମ୍ଭର କପାଳ ଦୃଢ଼ କରିଅଛୁ।
הנה נתתי את פניך חזקים לעמת פניהם ואת מצחך חזק לעמת מצחם
9 ଆମ୍ଭେ ଚକ୍‍ମକି ପ୍ରସ୍ତର ଅପେକ୍ଷା ଦୃଢ଼ ହୀରକ ତୁଲ୍ୟ ତୁମ୍ଭର କପାଳ କରିଅଛୁ; ସେମାନେ ବିଦ୍ରୋହୀ ବଂଶ ହେଲେ ହେଁ ସେମାନଙ୍କୁ ଭୟ କର ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍‍ବିଗ୍ନ ହୁଅ ନାହିଁ।”
כשמיר חזק מצר נתתי מצחך לא תירא אותם ולא תחת מפניהם כי בית מרי המה
10 ଆହୁରି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା କହିବା, ଆମ୍ଭର ସେହି ସବୁ କଥା ତୁମ୍ଭେ ଆପଣା ଅନ୍ତଃକରଣରେ ଗ୍ରହଣ କର ଓ ଆପଣା କର୍ଣ୍ଣରେ ଶ୍ରବଣ କର।
ויאמר אלי בן אדם--את כל דברי אשר אדבר אליך קח בלבבך ובאזניך שמע
11 ପୁଣି, ତୁମ୍ଭ ଲୋକଙ୍କର ନିର୍ବାସିତ ସନ୍ତାନଗଣ ନିକଟକୁ ଯାଇ ସେମାନଙ୍କୁ କୁହ; ସେମାନେ ଶୁଣନ୍ତୁ ଅବା ନ ଶୁଣନ୍ତୁ, ସେମାନଙ୍କୁ ଜଣାଅ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି।’”
ולך בא אל הגולה אל בני עמך ודברת אליהם ואמרת אליהם כה אמר אדני יהוה אם ישמעו ואם יחדלו
12 ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇଲେ, ତହିଁରେ ମୁଁ ଆପଣା ପଶ୍ଚାତରେ, “ଧନ୍ୟ ସଦାପ୍ରଭୁଙ୍କର ମହିମା,” ଏହି କଥା ମହା ଖରତର ଶବ୍ଦର ନ୍ୟାୟ ତାହାଙ୍କ ସ୍ଥାନରୁ ଶୁଣିଲି।
ותשאני רוח--ואשמע אחרי קול רעש גדול ברוך כבוד יהוה ממקומו
13 ପୁଣି, ସେହି ଜୀବିତ ପ୍ରାଣୀମାନଙ୍କ ପକ୍ଷ ପରସ୍ପର ସ୍ପର୍ଶ କରନ୍ତେ, ମୁଁ ତହିଁର ଶବ୍ଦ ଓ ସେମାନଙ୍କ ପାର୍ଶ୍ୱସ୍ଥ ଚକ୍ରର ଶବ୍ଦ, ଏହି ମହା ଖରତର ଶବ୍ଦ ଶୁଣିଲି।
וקול כנפי החיות משיקות אשה אל אחותה וקול האופנים לעמתם וקול רעש גדול
14 ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲେ; ତହୁଁ ମୁଁ ଦୁଃଖିତ ଓ ପରମେଶ୍ୱରଙ୍କ ଆତ୍ମାରେ ତାପିତ ହୋଇ ଗମନ କଲି, ପୁଣି, ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ପ୍ରବଳ ଥିଲା।
ורוח נשאתני ותקחני ואלך מר בחמת רוחי ויד יהוה עלי חזקה
15 ତେବେ ମୁଁ ତେଲଆବୀବକୁ, କବାର ନଦୀତୀର ନିବାସୀ ନିର୍ବାସିତ ଲୋକମାନଙ୍କ ନିକଟକୁ ଆସିଲି ଓ ସେମାନେ ଯେଉଁ ସ୍ଥାନରେ ବାସ କଲେ, ସେହି ସ୍ଥାନରେ ସେମାନଙ୍କ ମଧ୍ୟରେ ସ୍ତବ୍ଧ ହୋଇ ସାତ ଦିନ ବସି ରହିଲି।
ואבוא אל הגולה תל אביב הישבים אל נהר כבר ואשר (ואשב)--המה יושבים שם ואשב שם שבעת ימים משמים בתוכם
16 ଏଥିଉତ୍ତାରେ ସାତ ଦିନ ସମାପ୍ତ ହେଲା ପରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା:
ויהי מקצה שבעת ימים ויהי דבר יהוה אלי לאמר
17 “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲ ବଂଶ ପ୍ରତି ତୁମ୍ଭକୁ ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ଆମ୍ଭ ମୁଖର କଥା ଶୁଣ ଓ ଆମ୍ଭ ନାମରେ ସେମାନଙ୍କୁ ଚେତନା ଦିଅ।
בן אדם צפה נתתיך לבית ישראל ושמעת מפי דבר והזהרת אותם ממני
18 ‘ତୁମ୍ଭେ ନିଶ୍ଚୟ ମରିବ,’ ଏହି କଥା ଯେତେବେଳେ ଆମ୍ଭେ ଦୁଷ୍ଟକୁ କହୁ; ସେତେବେଳେ ତୁମ୍ଭେ ଯଦି ତାହାକୁ ଚେତନା ନ ଦିଅ, କିଅବା ତାହାର ପ୍ରାଣ ରକ୍ଷା ନିମନ୍ତେ ଚେତନା ଦେବା ପାଇଁ ସେହି ଦୁଷ୍ଟ ଲୋକକୁ ତାହାର କୁପଥ ବିଷୟରେ କିଛି ନ କୁହ; ତେବେ ସେହି ଦୁଷ୍ଟ ଲୋକ ଆପଣା ଅଧର୍ମରେ ମରିବ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା।
באמרי לרשע מות תמות ולא הזהרתו ולא דברת להזהיר רשע מדרכו הרשעה לחיתו--הוא רשע בעונו ימות ודמו מידך אבקש
19 ତଥାପି ତୁମ୍ଭେ ଯଦି ଦୁଷ୍ଟକୁ ଚେତନା ଦିଅ, ଆଉ ସେ ଆପଣା ଦୁଷ୍ଟତାରୁ ଓ ଆପଣା କୁପଥରୁ ନ ଫେରେ, ସେ ନିଜ ଅଧର୍ମରେ ମରିବ, ମାତ୍ର ତୁମ୍ଭେ ଆପଣା ପ୍ରାଣ ରକ୍ଷା କରିବ।
ואתה כי הזהרת רשע ולא שב מרשעו ומדרכו הרשעה--הוא בעונו ימות ואתה את נפשך הצלת
20 ପୁନର୍ବାର କୌଣସି ଧାର୍ମିକ ଲୋକ ଯଦି ଆପଣା ଧର୍ମରୁ ଫେରି ଅଧର୍ମ କରେ ଓ ଆମ୍ଭେ ତାହା ସମ୍ମୁଖରେ ବାଧା ରଖୁ, ତେବେ ସେ ମରିବ; ତୁମ୍ଭେ ତାହାକୁ ଚେତନା ନ ଦେବା ସକାଶୁ ସେ ଆପଣା ପାପରେ ମରିବ ଓ ତାହାର ଧର୍ମକର୍ମସବୁ ସ୍ମରଣ କରାଯିବ ନାହିଁ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା।
ובשוב צדיק מצדקו ועשה עול ונתתי מכשול לפניו הוא ימות כי לא הזהרתו בחטאתו ימות ולא תזכרן צדקתו אשר עשה ודמו מידך אבקש
21 ତଥାପି ଧାର୍ମିକ ଲୋକ ଯେପରି ପାପ ନ କରିବ, ଏଥିପାଇଁ ତୁମ୍ଭେ ଧାର୍ମିକ ଲୋକକୁ ଚେତନା ଦେଲେ, ସେ ଯଦି ପାପ ନ କରେ, ତେବେ ସେ ଚେତନା ଗ୍ରହଣ କରିବା ସକାଶୁ ନିଶ୍ଚୟ ବଞ୍ଚିବ ଓ ତୁମ୍ଭେ ଆପଣା ପ୍ରାଣ ରକ୍ଷା କରିବ।”
ואתה כי הזהרתו צדיק לבלתי חטא צדיק--והוא לא חטא חיו יחיה כי נזהר ואתה את נפשך הצלת
22 ଏଥିଉତ୍ତାରେ ସେହି ସ୍ଥାନରେ ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠାନ କଲା; ପୁଣି, ସେ ମୋତେ କହିଲେ, “ତୁମ୍ଭେ ଉଠି ପଦାଭୂମିକୁ ବାହାରି ଯାଅ, ଆଉ ଆମ୍ଭେ ସେଠାରେ ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିବା!”
ותהי עלי שם יד יהוה ויאמר אלי קום צא אל הבקעה ושם אדבר אותך
23 ତହିଁରେ ମୁଁ ଉଠି ପଦାଭୂମିକୁ ବାହାରିଗଲି; ଆଉ ଦେଖ, କବାର ନଦୀ କୂଳରେ ମୁଁ ଯେଉଁ ମହିମା ଦେଖିଥିଲି, ତାହାର ତୁଲ୍ୟ ସଦାପ୍ରଭୁଙ୍କର ମହିମା ସେହି ସ୍ଥାନରେ ଉପସ୍ଥିତ ହେଲା; ତହୁଁ ମୁଁ ଉବୁଡ଼ ହେଲି।
ואקום ואצא אל הבקעה והנה שם כבוד יהוה עמד ככבוד אשר ראיתי על נהר כבר ואפל על פני
24 ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋʼ ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ପୁଣି, ସେ ମୋʼ ସଙ୍ଗେ କଥାବାର୍ତ୍ତା କରି ମୋତେ କହିଲେ, “ଯାଅ, ତୁମ୍ଭେ ଆପଣା ଗୃହ ଭିତରେ ଆପଣାକୁ ରୁଦ୍ଧ କରି ରଖ।
ותבא בי רוח ותעמדני על רגלי וידבר אתי ויאמר אלי בא הסגר בתוך ביתך
25 ମାତ୍ର ହେ ମନୁଷ୍ୟ-ସନ୍ତାନ, ଦେଖ, ଲୋକମାନେ ତୁମ୍ଭ ଉପରେ ରଜ୍ଜୁ ଦେଇ ତଦ୍ଦ୍ୱାରା ତୁମ୍ଭକୁ ବାନ୍ଧିବେ, ତହିଁରେ ତୁମ୍ଭେ ବାହାରି ସେମାନଙ୍କ ମଧ୍ୟରେ ଯିବ ନାହିଁ;
ואתה בן אדם הנה נתנו עליך עבותים ואסרוך בהם ולא תצא בתוכם
26 ପୁଣି, ଆମ୍ଭେ ତୁମ୍ଭ ଜିହ୍ୱାକୁ ତୁମ୍ଭ ମୁଖର ତାଳୁରେ ଯୁକ୍ତ କରିବା, ତହିଁରେ ତୁମ୍ଭେ ଘୁଙ୍ଗା ହେବ ଓ ସେମାନଙ୍କର ଭର୍ତ୍ସନାକାରୀ ହେବ ନାହିଁ; କାରଣ ସେମାନେ ବିଦ୍ରୋହୀ ବଂଶ ଅଟନ୍ତି।
ולשונך אדביק אל חכך ונאלמת ולא תהיה להם לאיש מוכיח כי בית מרי המה
27 ମାତ୍ର ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା ସମୟରେ ତୁମ୍ଭ ମୁଖ ଫିଟାଇବା, ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି;’ ଯେ ଶୁଣେ, ସେ ଶୁଣୁ ଓ ଯେ ନ ଶୁଣେ, ସେ ନ ଶୁଣୁ; କାରଣ ସେମାନେ ବିଦ୍ରୋହୀ ବଂଶ!”
ובדברי אותך אפתח את פיך ואמרת אליהם כה אמר אדני יהוה השמע ישמע והחדל יחדל כי בית מרי המה

< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 3 >