< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 30 >

1 ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;
Yehova anandiyankhula kuti:
2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଆଉ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ହାହାକାର କରି କୁହ, ହାୟ ହାୟ, ସେହି ଦିନ!
“Iwe mwana wa munthu, nenera ndipo ulengeze zimene Ine Ambuye Yehova ndikunena. “‘Ufuwule mawu awa akuti, ‘Kalanga, tsiku lafika!’
3 କାରଣ ସେହି ଦିନ ନିକଟବର୍ତ୍ତୀ, ହଁ, ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ, ସେହି ଦିନ ମେଘାଚ୍ଛନ୍ନ ଦିନ; ତାହା ଅନ୍ୟଦେଶୀୟମାନଙ୍କର କାଳ ହେବ।
Pakuti tsiku layandikira, tsiku la Yehova lili pafupi, tsiku la mitambo yakuda, tsiku lachiwonongeko cha mitundu ya anthu.
4 ପୁଣି, ମିସର ବିରୁଦ୍ଧରେ ଖଡ୍ଗ ଆସିବ ଓ ମିସର ଦେଶରେ ହତ ଲୋକମାନେ ପତିତ ହେଲେ କୂଶ ମଧ୍ୟରେ ଯାତନା ହେବ; ଆଉ, ସେମାନେ ତାହାର ଧନସମ୍ପତ୍ତି ଘେନିଯିବେ ଓ ତାହାର ଭିତ୍ତିମୂଳସକଳ ଭଗ୍ନ ହେବ।
Lupanga lidzabwera kudzalimbana ndi Igupto ndipo mavuto adzafika pa Kusi. Pamene anthu ambiri adzaphedwa mu Igupto, chuma chake chidzatengedwa ndipo maziko ake adzagumuka.
5 କୂଶ ଓ ପୂଟ୍‍ ଓ ଲୁଦ୍‍, ଆଉ ମିଶ୍ରିତ ଲୋକ ସମସ୍ତେ, ପୁଣି, କୂବ୍‍ ଓ ମିତ୍ରଦେଶୀୟ ଲୋକ ସମସ୍ତେ ସେମାନଙ୍କ ସଙ୍ଗେ ଖଡ୍ଗରେ ପତିତ ହେବେ।
Kusi, Puti, Ludi ndi Arabiya yense, Libiya ndiponso anthu a mʼdziko logwirizana naye adzaphedwa ndi lupanga pamodzi ndi Igupto.
6 ସଦାପ୍ରଭୁ ଏହି କଥା କହନ୍ତି, ମିସରର ସହାୟକାରୀମାନେ ପତିତ ହେବେ ଓ ତାହାର ପରାକ୍ରମର ଗର୍ବ ଖର୍ବ ହେବ; ମିଗ୍‍ଦୋଲଠାରୁ ସିବେନୀ ଦୁର୍ଗ ପର୍ଯ୍ୟନ୍ତ ଲୋକ ସମସ୍ତେ ତହିଁ ମଧ୍ୟରେ ଖଡ୍ଗ ଦ୍ୱାରା ପତିତ ହେବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
“‘Ine Ambuye Yehova ndikuti: “‘Onse othandiza Igupto adzaphedwa ndipo kunyadira mphamvu zake kudzatheratu. Adzaphedwa ndi lupanga kuyambira ku Migidoli mpaka ku mzinda wa Asiwani,’” ndikutero Ine Ambuye Yehova.
7 ପୁଣି, ସେମାନେ ଧ୍ୱଂସିତ ନଗରସମୂହ ମଧ୍ୟରେ ଧ୍ୱଂସିତ ହେବେ ଓ ତାହାର ନଗରସକଳ ଉତ୍ସନ୍ନ ନଗରସମୂହର ମଧ୍ୟରେ ଥିବ।
“‘Dziko la Igupto lidzasanduka bwinja kupambana mabwinja ena onse opasuka, ndipo mizinda yake idzakhala yopasuka kupambana mizinda ina yonse.
8 ଆଉ, ଆମ୍ଭେ ମିସରରେ ଅଗ୍ନି ଲଗାଇଲା ଉତ୍ତାରେ ଓ ତାହାର ସହାୟକାରୀ ସମସ୍ତେ ବିନଷ୍ଟ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
Nditatha kutentha Igupto ndi kupha onse omuthandiza, pamenepo adzadziwa kuti Ine ndine Yehova.
9 ସେହି ଦିନ ନିଶ୍ଚିନ୍ତ କୂଶୀୟମାନଙ୍କୁ ଭୀତ କରାଇବା ପାଇଁ ଦୂତମାନେ ଆମ୍ଭ ସମ୍ମୁଖରୁ ଜାହାଜରେ ଯିବେ; ପୁଣି, ମିସରର ଦିନରେ ଯେପରି ହୋଇଥିଲା, ସେହିପରି ସେମାନଙ୍କର ଯାତନା ହେବ; କାରଣ ଦେଖ, ତାହା ଆସୁଅଛି।
“‘Nthawi imeneyo ikadzafika, amithenga adzapita mofulumira kuchokera kwa Ine kukaopseza Kusi, iwowo osadziwako kanthu. Ndipo adzada nkhawa pa tsiku limene Igupto adzawonongedwa, chifukwa tsikulo lidzafika ndithu.
10 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ମଧ୍ୟ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତ ଦ୍ୱାରା ମିସରର ଲୋକସମୂହ ଶେଷ କରିବା।
“‘Ine Ambuye Yehova ndikuti, “‘Ndidzagwiritsa ntchito Nebukadinezara, mfumu ya ku Babuloni kuti ndithetse gulu lankhondo la Igupto.
11 ସେ ଓ ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ତାହାର ଲୋକମାନେ ତାହା ସଙ୍ଗେ ଦେଶ ବିନାଶାର୍ଥେ ଅଣାଯିବେ; ଆଉ, ସେମାନେ ମିସରର ବିରୁଦ୍ଧରେ ଆପଣା ଆପଣା ଖଡ୍ଗ ନିଷ୍କୋଷ କରି ହତ ଲୋକରେ ଦେଶ ପୂର୍ଣ୍ଣ କରିବେ।
Iye ndi gulu lake lankhondo, mtundu wa anthu ankhanza kwambiri aja adzabwera kudzawononga dzikolo. Adzasolola malupanga awo kulimbana ndi Igupto ndipo dziko lidzadzaza ndi mitembo.
12 ପୁଣି, ଆମ୍ଭେ ସ୍ରୋତସମୂହ ଶୁଷ୍କ କରିବା ଓ ମନ୍ଦ ଲୋକମାନଙ୍କ ହସ୍ତରେ ଦେଶ ବିକ୍ରୟ କରିବା; ଆଉ, ଆମ୍ଭେ ବିଦେଶୀମାନଙ୍କ ହସ୍ତ ଦ୍ୱାରା ଦେଶ ଓ ତନ୍ମଧ୍ୟସ୍ଥ ଯାବତୀୟ ବିଷୟ ଧ୍ୱଂସ କରିବା; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।
Ndidzawumitsa mtsinje wa Nailo ndi kugulitsa dziko la Igupto kwa anthu oyipa. Ndidzagwiritsa ntchito anthu achilendo kuti ndiwononge dzikolo pamodzi ndi zonse zili mʼmenemo. Ine Yehova ndayankhula.
13 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦେବତାଗଣକୁ ହିଁ ବିନାଶ କରିବା ଓ ଆମ୍ଭେ ନୋଫରୁ ପ୍ରତିମାସକଳ ଶେଷ କରାଇବା, ପୁଣି, ମିସର ଦେଶରୁ ଆଉ ଅଧିପତି ଉତ୍ପନ୍ନ ନୋହିବ ଓ ଆମ୍ଭେ ମିସର ଦେଶରେ ଭୟ ଜନ୍ମାଇବା।
“‘Ine Ambuye Yehova ndikuti, “‘Ndidzawononga mafano ndi kuthetsa milungu yosema ya ku Mefisi. Simudzakhalanso mfumu mu Igupto, ndipo ndidzaopseza dziko lonse.
14 ପୁଣି, ଆମ୍ଭେ ପଥ୍ରୋଷକୁ ଧ୍ୱଂସ କରିବା ଓ ସୋୟନରେ ଅଗ୍ନି ଲଗାଇବା, ଆଉ ନୋ-ନଗରରେ ଦଣ୍ଡାଜ୍ଞା ସଫଳ କରିବା।
Ndidzasandutsa chipululu mzinda wa Patirosi, ndi kutentha mzinda wa Zowani. Ndidzalanga mzinda wa Thebesi.
15 ପୁଣି, ଆମ୍ଭେ ମିସରର ଦୃଢ଼ ଦୁର୍ଗ ସୀନ ଉପରେ ଆପଣା କୋପ ଢାଳି ଦେବା ଓ ଆମ୍ଭେ ନୋ-ନଗରର ଲୋକସମୂହକୁ ଉଚ୍ଛିନ୍ନ କରିବା।
Ndidzakhuthulira ukali wanga pa mzinda wa Peluziumu, linga lolimba la Igupto, ndi kuwononga gulu lankhondo la Thebesi.
16 ଆଉ, ଆମ୍ଭେ ମିସରରେ ଅଗ୍ନି ଲଗାଇବା; ସୀନ ମହାଯାତନାଗ୍ରସ୍ତ ହେବ ଓ ନୋ-ନଗର ଭଗ୍ନ ହେବ; ଆଉ, ଦିବସ ସମୟରେ ନୋଫର ବିପକ୍ଷମାନେ ଉତ୍ପାତ କରିବେ।
Ndidzatentha ndi moto dziko la Igupto; Peluziumu adzazunzika ndi ululu. Malinga a Thebesi adzagumuka, ndipo mzindawo udzasefukira ndi madzi.
17 ଓନ୍‍ ଓ ପୀବେଶହର ଯୁବାମାନେ ଖଡ୍ଗରେ ପତିତ ହେବେ ଓ ନଗରସବୁ ବନ୍ଦୀତ୍ୱ ସ୍ଥାନକୁ ଯିବେ।
Anyamata a ku Oni ndi ku Pibeseti adzaphedwa ndi lupanga ndipo okhala mʼmizinda yake adzatengedwa ukapolo.
18 ଆମ୍ଭେ ଯେତେବେଳେ ତଫନ୍‍ହେଷରେ ମିସରର ଯୁଆଳିସବୁ ଭାଙ୍ଗିବା ଓ ତାହାର ପରାକ୍ରମର ଦର୍ପ ତାହା ମଧ୍ୟରେ ଶେଷ ହେବ, ସେତେବେଳେ ସେଠାରେ ଦିବସ ଆପେ ଅପସରି ଯିବ; ଆଉ, ସେ ନିଜେ ମେଘାଚ୍ଛନ୍ନ ହେବ ଓ ତାହାର କନ୍ୟାଗଣ ବନ୍ଦୀତ୍ୱ ସ୍ଥାନକୁ ଯିବେ।
Ku Tehafinehezi kudzakhala mdima pamene ndidzathyola goli la Igupto; motero kunyada kwake kudzatha. Iye adzaphimbidwa ndi mitambo yakuda, ndipo okhala mʼmizinda yake adzapita ku ukapolo.
19 ଏହିରୂପେ ଆମ୍ଭେ ମିସରରେ ଦଣ୍ଡାଜ୍ଞା ସଫଳ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
Kotero ndidzalanga dziko la Igupto, ndipo iwo adzadziwa kuti Ine ndine Yehova.’”
20 ଏଥିଉତ୍ତାରେ ଏକାଦଶ ବର୍ଷର ପ୍ରଥମ ମାସ, ମାସର ସପ୍ତମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
Pa tsiku lachisanu ndi chiwiri la mwezi woyamba wa chaka chakhumi ndi chimodzi, Yehova anandiyankhula kuti:
21 “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ମିସରର ରାଜା ଫାରୋର ବାହୁ ଭାଙ୍ଗିଅଛୁ; ଆଉ ଦେଖ, ଖଡ୍ଗ ଧରିବା ନିମନ୍ତେ ତାହା ଯେପରି ସବଳ ହେବ, ଏଥିପାଇଁ ସ୍ୱାସ୍ଥ୍ୟଜନକ ଔଷଧ ଦେଇ ପଟି ଲଗାଇ ତାହା ବନ୍ଧାଯାଇ ନାହିଁ।
“Iwe mwana wa munthu, ndathyola dzanja la Farao mfumu ya Igupto. Taona, silinamangidwe kuti lipole, ngakhale kulilimbitsa ndi nsalu kuti lithe kugwiranso lupanga.
22 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ମିସରର ରାଜା ଫାରୋର ପ୍ରତିକୂଳ ଅଟୁ, ଆଉ ତାହାର ବଳବାନ ଓ ଭଗ୍ନ, ଉଭୟ ବାହୁ ଭାଙ୍ଗି ପକାଇବା ଓ ଆମ୍ଭେ ତାହାର ହସ୍ତରୁ ଖଡ୍ଗ ଖସାଇ ପକାଇବା।
Nʼchifukwa chake Ine Ambuye Yehova ndikuti, Ine ndikudana ndi Farao mfumu ya Igupto. Ndidzathyola manja ake onse; dzanja labwino pamodzi ndi lothyokalo, ndipo lupanga lidzagwa mʼmanja mwake.
23 ପୁଣି, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ମିସରୀୟମାନଙ୍କୁ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବା।
Ndidzamwaza Aigupto pakati pa mitundu ya anthu ndikuwabalalitsira ku mayiko ambiri.
24 ଆଉ, ଆମ୍ଭେ ବାବିଲ ରାଜାର ବାହୁଦ୍ୱୟ ସବଳ କରିବା ଓ ତାହା ହସ୍ତରେ ଆମ୍ଭର ଖଡ୍ଗ ଦେବା; ମାତ୍ର ଆମ୍ଭେ ଫାରୋର ବାହୁଦ୍ୱୟ ଭାଙ୍ଗି ପକାଇବା, ତହିଁରେ ସେ ପ୍ରାଣନାଶକ କ୍ଷତପ୍ରାପ୍ତ ଲୋକର କାତରୋକ୍ତି ତୁଲ୍ୟ କାତରୋକ୍ତି ତାହା ସାକ୍ଷାତରେ କରିବ।
Ndidzalimbitsa manja a mfumu ya ku Babuloni, ndipo mʼmanja mwake ndidzayikamo lupanga langa. Koma ndidzathyola manja a Farao, ndipo adzabuwula ngati wolasidwa koopsa pamaso pa mfumu ya ku Babuloniyo.
25 ପୁଣି, ଆମ୍ଭେ ବାବିଲ ରାଜାର ବାହୁଦ୍ୱୟ ଟେକି ଧରିବା ଓ ଫାରୋର ବାହୁଦ୍ୱୟ ତଳକୁ ଓହଳି ପଡ଼ିବ; ଆଉ, ଆମ୍ଭେ ଯେତେବେଳେ ବାବିଲ ରାଜାର ହସ୍ତରେ ଆମ୍ଭର ଖଡ୍ଗ ଦେବା ଓ ସେ ମିସର ଦେଶ ବିରୁଦ୍ଧରେ ତାହା ବିସ୍ତାର କରିବ, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
Ndidzalimbitsa manja a mfumu ya ku Babuloni, koma manja a Farao adzafowoka. Motero anthu adzadziwa kuti Ine ndine Yehova, ndikadzayika lupanga langa mʼmanja mwa mfumu ya ku Babuloni. Ndipo adzaligwiritsa ntchito pothira nkhondo dziko la Igupto.
26 ପୁଣି, ଆମ୍ଭେ ମିସରୀୟମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
Ndidzamwaza Aigupto pakati pa mitundu ya anthu, ndikuwabalalitsira ku mayiko ambiri. Motero adzadziwa kuti Ine ndine Yehova.”

< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 30 >