< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 30 >
1 ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;
E veio a mim a palavra do SENHOR, dizendo:
2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଆଉ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ହାହାକାର କରି କୁହ, ହାୟ ହାୟ, ସେହି ଦିନ!
Filho do homem, profetiza, e dize: Assim diz o Senhor DEUS: Gritai: Ai daquele dia!
3 କାରଣ ସେହି ଦିନ ନିକଟବର୍ତ୍ତୀ, ହଁ, ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ, ସେହି ଦିନ ମେଘାଚ୍ଛନ୍ନ ଦିନ; ତାହା ଅନ୍ୟଦେଶୀୟମାନଙ୍କର କାଳ ହେବ।
Porque perto está o dia, perto está o dia do Senhor; dia de nuvens; será o tempo das nações.
4 ପୁଣି, ମିସର ବିରୁଦ୍ଧରେ ଖଡ୍ଗ ଆସିବ ଓ ମିସର ଦେଶରେ ହତ ଲୋକମାନେ ପତିତ ହେଲେ କୂଶ ମଧ୍ୟରେ ଯାତନା ହେବ; ଆଉ, ସେମାନେ ତାହାର ଧନସମ୍ପତ୍ତି ଘେନିଯିବେ ଓ ତାହାର ଭିତ୍ତିମୂଳସକଳ ଭଗ୍ନ ହେବ।
E a espada virá ao Egito, e haverá grande dor em Cuxe, quando caírem os mortos no Egito; e tomarão sua multidão, e serão destruídos seus fundamentos.
5 କୂଶ ଓ ପୂଟ୍ ଓ ଲୁଦ୍, ଆଉ ମିଶ୍ରିତ ଲୋକ ସମସ୍ତେ, ପୁଣି, କୂବ୍ ଓ ମିତ୍ରଦେଶୀୟ ଲୋକ ସମସ୍ତେ ସେମାନଙ୍କ ସଙ୍ଗେ ଖଡ୍ଗରେ ପତିତ ହେବେ।
Cuxe, Pute, Lude, e todo o povo misturado, e Cube, e os filhos da terra do pacto cairão com eles à espada.
6 ସଦାପ୍ରଭୁ ଏହି କଥା କହନ୍ତି, ମିସରର ସହାୟକାରୀମାନେ ପତିତ ହେବେ ଓ ତାହାର ପରାକ୍ରମର ଗର୍ବ ଖର୍ବ ହେବ; ମିଗ୍ଦୋଲଠାରୁ ସିବେନୀ ଦୁର୍ଗ ପର୍ଯ୍ୟନ୍ତ ଲୋକ ସମସ୍ତେ ତହିଁ ମଧ୍ୟରେ ଖଡ୍ଗ ଦ୍ୱାରା ପତିତ ହେବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Assim diz o SENHOR: Também cairão os que sustentam ao Egito, e a soberba de sua força irá abaixo; desde Migdol e Sevene cairão nele à espada, diz o Senhor DEUS.
7 ପୁଣି, ସେମାନେ ଧ୍ୱଂସିତ ନଗରସମୂହ ମଧ୍ୟରେ ଧ୍ୱଂସିତ ହେବେ ଓ ତାହାର ନଗରସକଳ ଉତ୍ସନ୍ନ ନଗରସମୂହର ମଧ୍ୟରେ ଥିବ।
E serão assolados no meio das terras assoladas, e suas cidades estarão no meio das cidades desertas.
8 ଆଉ, ଆମ୍ଭେ ମିସରରେ ଅଗ୍ନି ଲଗାଇଲା ଉତ୍ତାରେ ଓ ତାହାର ସହାୟକାରୀ ସମସ୍ତେ ବିନଷ୍ଟ ହେଲା ଉତ୍ତାରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
E saberão que eu sou o SENHOR, quando puser fogo ao Egito, e forem destruídos todos os que o ajudavam.
9 ସେହି ଦିନ ନିଶ୍ଚିନ୍ତ କୂଶୀୟମାନଙ୍କୁ ଭୀତ କରାଇବା ପାଇଁ ଦୂତମାନେ ଆମ୍ଭ ସମ୍ମୁଖରୁ ଜାହାଜରେ ଯିବେ; ପୁଣି, ମିସରର ଦିନରେ ଯେପରି ହୋଇଥିଲା, ସେହିପରି ସେମାନଙ୍କର ଯାତନା ହେବ; କାରଣ ଦେଖ, ତାହା ଆସୁଅଛି।
Naquele dia sairão de diante de mim mensageiros em navios, para espantarem a confiante Cuxe, e haverá grandes dores neles, como no dia do Egito; porque eis que está vindo.
10 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ମଧ୍ୟ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତ ଦ୍ୱାରା ମିସରର ଲୋକସମୂହ ଶେଷ କରିବା।
Assim diz o Senhor DEUS: Farei cessar a multidão do Egito pela mão de Nabucodonosor, rei da Babilônia.
11 ସେ ଓ ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ତାହାର ଲୋକମାନେ ତାହା ସଙ୍ଗେ ଦେଶ ବିନାଶାର୍ଥେ ଅଣାଯିବେ; ଆଉ, ସେମାନେ ମିସରର ବିରୁଦ୍ଧରେ ଆପଣା ଆପଣା ଖଡ୍ଗ ନିଷ୍କୋଷ କରି ହତ ଲୋକରେ ଦେଶ ପୂର୍ଣ୍ଣ କରିବେ।
Ele, e com ele seu povo, os mais terríveis das nações, serão trazidos para destruir a terra; e desembainharão suas espadas contra o Egito, e encherão a terra de mortos.
12 ପୁଣି, ଆମ୍ଭେ ସ୍ରୋତସମୂହ ଶୁଷ୍କ କରିବା ଓ ମନ୍ଦ ଲୋକମାନଙ୍କ ହସ୍ତରେ ଦେଶ ବିକ୍ରୟ କରିବା; ଆଉ, ଆମ୍ଭେ ବିଦେଶୀମାନଙ୍କ ହସ୍ତ ଦ୍ୱାରା ଦେଶ ଓ ତନ୍ମଧ୍ୟସ୍ଥ ଯାବତୀୟ ବିଷୟ ଧ୍ୱଂସ କରିବା; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।
E secarei os rios, entregarei a terra em mãos de malignos, e destruirei a terra e tudo o que ela contém pela mão de estrangeiros; eu, o SENHOR falei.
13 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦେବତାଗଣକୁ ହିଁ ବିନାଶ କରିବା ଓ ଆମ୍ଭେ ନୋଫରୁ ପ୍ରତିମାସକଳ ଶେଷ କରାଇବା, ପୁଣି, ମିସର ଦେଶରୁ ଆଉ ଅଧିପତି ଉତ୍ପନ୍ନ ନୋହିବ ଓ ଆମ୍ଭେ ମିସର ଦେଶରେ ଭୟ ଜନ୍ମାଇବା।
Assim diz o Senhor DEUS: Também destruirei aos ídolos, e darei fim às imagens idolátricas de Mênfis; não haverá mais príncipe da terra do Egito, e porei medo na terra do Egito.
14 ପୁଣି, ଆମ୍ଭେ ପଥ୍ରୋଷକୁ ଧ୍ୱଂସ କରିବା ଓ ସୋୟନରେ ଅଗ୍ନି ଲଗାଇବା, ଆଉ ନୋ-ନଗରରେ ଦଣ୍ଡାଜ୍ଞା ସଫଳ କରିବା।
E desolarei a Patros, porei fogo a Zoã, e farei juízos em Nô.
15 ପୁଣି, ଆମ୍ଭେ ମିସରର ଦୃଢ଼ ଦୁର୍ଗ ସୀନ ଉପରେ ଆପଣା କୋପ ଢାଳି ଦେବା ଓ ଆମ୍ଭେ ନୋ-ନଗରର ଲୋକସମୂହକୁ ଉଚ୍ଛିନ୍ନ କରିବା।
E derramarei minha ira sobre Pelúsio, a fortaleza do Egito, e exterminarei a multidão de Nô.
16 ଆଉ, ଆମ୍ଭେ ମିସରରେ ଅଗ୍ନି ଲଗାଇବା; ସୀନ ମହାଯାତନାଗ୍ରସ୍ତ ହେବ ଓ ନୋ-ନଗର ଭଗ୍ନ ହେବ; ଆଉ, ଦିବସ ସମୟରେ ନୋଫର ବିପକ୍ଷମାନେ ଉତ୍ପାତ କରିବେ।
E porei fogo ao Egito; Pelúsio terá grande dor, Nô será destroçada, e Mênfis terá angústias contínuas.
17 ଓନ୍ ଓ ପୀବେଶହର ଯୁବାମାନେ ଖଡ୍ଗରେ ପତିତ ହେବେ ଓ ନଗରସବୁ ବନ୍ଦୀତ୍ୱ ସ୍ଥାନକୁ ଯିବେ।
Os rapazes de Áven e de Pibesete cairão à espada; e elas irão em cativeiro.
18 ଆମ୍ଭେ ଯେତେବେଳେ ତଫନ୍ହେଷରେ ମିସରର ଯୁଆଳିସବୁ ଭାଙ୍ଗିବା ଓ ତାହାର ପରାକ୍ରମର ଦର୍ପ ତାହା ମଧ୍ୟରେ ଶେଷ ହେବ, ସେତେବେଳେ ସେଠାରେ ଦିବସ ଆପେ ଅପସରି ଯିବ; ଆଉ, ସେ ନିଜେ ମେଘାଚ୍ଛନ୍ନ ହେବ ଓ ତାହାର କନ୍ୟାଗଣ ବନ୍ଦୀତ୍ୱ ସ୍ଥାନକୁ ଯିବେ।
E em Tafnes o dia se escurecerá, quando eu quebrar ali o jugo do Egito, e nela cessar a soberba de sua força; uma nuvem a cobrirá, e suas filhas irão em cativeiro.
19 ଏହିରୂପେ ଆମ୍ଭେ ମିସରରେ ଦଣ୍ଡାଜ୍ଞା ସଫଳ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
Pois farei julgamentos no Egito, e saberão que eu sou o SENHOR.
20 ଏଥିଉତ୍ତାରେ ଏକାଦଶ ବର୍ଷର ପ୍ରଥମ ମାସ, ମାସର ସପ୍ତମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
E sucedeu no décimo primeiro ano, no primeiro [mês], aos sete do mês, que veio a mim a palavra do SENHOR, dizendo:
21 “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ମିସରର ରାଜା ଫାରୋର ବାହୁ ଭାଙ୍ଗିଅଛୁ; ଆଉ ଦେଖ, ଖଡ୍ଗ ଧରିବା ନିମନ୍ତେ ତାହା ଯେପରି ସବଳ ହେବ, ଏଥିପାଇଁ ସ୍ୱାସ୍ଥ୍ୟଜନକ ଔଷଧ ଦେଇ ପଟି ଲଗାଇ ତାହା ବନ୍ଧାଯାଇ ନାହିଁ।
Filho do homem, quebrei o braço de Faraó, rei do Egito; e eis que não será enfaixado com remédios, nem lhe porão faixa para o envolver, a fim de curá-lo para que possa segurar espada.
22 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ମିସରର ରାଜା ଫାରୋର ପ୍ରତିକୂଳ ଅଟୁ, ଆଉ ତାହାର ବଳବାନ ଓ ଭଗ୍ନ, ଉଭୟ ବାହୁ ଭାଙ୍ଗି ପକାଇବା ଓ ଆମ୍ଭେ ତାହାର ହସ୍ତରୁ ଖଡ୍ଗ ଖସାଇ ପକାଇବା।
Portanto, assim diz o Senhor DEUS: Eis que sou contra Faraó, rei do Egito, e quebrarei seus braços, tanto o forte como o quebrado; e farei cair a espada de sua mão.
23 ପୁଣି, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ମିସରୀୟମାନଙ୍କୁ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବା।
E espalharei os egípcios entre as nações, e os dispersarei pelas terras.
24 ଆଉ, ଆମ୍ଭେ ବାବିଲ ରାଜାର ବାହୁଦ୍ୱୟ ସବଳ କରିବା ଓ ତାହା ହସ୍ତରେ ଆମ୍ଭର ଖଡ୍ଗ ଦେବା; ମାତ୍ର ଆମ୍ଭେ ଫାରୋର ବାହୁଦ୍ୱୟ ଭାଙ୍ଗି ପକାଇବା, ତହିଁରେ ସେ ପ୍ରାଣନାଶକ କ୍ଷତପ୍ରାପ୍ତ ଲୋକର କାତରୋକ୍ତି ତୁଲ୍ୟ କାତରୋକ୍ତି ତାହା ସାକ୍ଷାତରେ କରିବ।
E fortalecerei os braços do rei da Babilônia, e porei minha espada em sua mão; porém quebrarei os braços de Faraó, e diante dele gemerá com gemidos de ferido de morte.
25 ପୁଣି, ଆମ୍ଭେ ବାବିଲ ରାଜାର ବାହୁଦ୍ୱୟ ଟେକି ଧରିବା ଓ ଫାରୋର ବାହୁଦ୍ୱୟ ତଳକୁ ଓହଳି ପଡ଼ିବ; ଆଉ, ଆମ୍ଭେ ଯେତେବେଳେ ବାବିଲ ରାଜାର ହସ୍ତରେ ଆମ୍ଭର ଖଡ୍ଗ ଦେବା ଓ ସେ ମିସର ଦେଶ ବିରୁଦ୍ଧରେ ତାହା ବିସ୍ତାର କରିବ, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
Fortalecerei, pois, os braços do rei de Babilônia, enquanto que os braços de Faraó cairão; e saberão que eu sou o SENHOR, quando eu tiver posto minha espada na mão do rei da Babilônia, e ele a estender sobre a terra do Egito.
26 ପୁଣି, ଆମ୍ଭେ ମିସରୀୟମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରିବା ଓ ନାନା ଦେଶରେ ସେମାନଙ୍କୁ ବିକ୍ଷିପ୍ତ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
E espalharei os egípcios entre as nações, e os dispersarei pelas terras; assim saberão que eu sou o SENHOR.