< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 31 >

1 ଏଥିଉତ୍ତାରେ ଏକାଦଶ ବର୍ଷର ତୃତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;
A jedanaeste godine, treæega mjeseca, prvoga dana, doðe mi rijeè Gospodnja govoreæi:
2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋକୁ ଓ ତାହାର ଲୋକମାନଙ୍କୁ କୁହ; ତୁମ୍ଭେ ଆପଣା ମହତ୍ତ୍ୱରେ କାହାର ତୁଲ୍ୟ?
Sine èovjeèji, kaži Faraonu caru Misirskom i narodu njegovu: na što si nalik u velièini svojoj?
3 ଦେଖ, ଅଶୂର ଲିବାନୋନସ୍ଥ ଏରସ ବୃକ୍ଷ ସ୍ୱରୂପ ଥିଲା, ତାହାର ସୁନ୍ଦର ଘନଚ୍ଛାୟାଦାୟକ ଓ ଉଚ୍ଚାକୃତି ଶାଖାମାନ ଥିଲା ଓ ତାହାର ଶିଖର ଗହଳିଆ ଡାଳ ମଧ୍ୟରେ ଥିଲା।
Eto, Asirac bješe kedar na Livanu, lijepijeh grana i debela hlada i visoka rasta, kojemu vrhovi bijahu meðu gustijem granama.
4 ଅପାର ଜଳ ତାହାକୁ ପୁଷ୍ଟ କଲା, ଜଳଧି ତାହାକୁ ବର୍ଦ୍ଧିତ କଲା; ତାହାର ସ୍ରୋତସମୂହ ତାହାର ରୋପଣ ସ୍ଥାନର ଚତୁର୍ଦ୍ଦିଗରେ ବହିଲା ଓ ସେ କ୍ଷେତ୍ରସ୍ଥ ବୃକ୍ଷସକଳର ନିକଟକୁ ଆପଣା ଜଳପ୍ରଣାଳୀ ପଠାଇଲା।
Voda ga odgoji, bezdana ga uzvisi; ona rijekama svojim tecijaše oko njegova stabla i puštaše potoke svoje k svijem drvetima poljskim.
5 ଏସକାଶୁ କ୍ଷେତ୍ରସ୍ଥ ବୃକ୍ଷସକଳ ଅପେକ୍ଷା ସେ ଉଚ୍ଚୀକୃତ ହେଲା ଓ ତାହାର ଡାଳସବୁ ବହୁସଂଖ୍ୟକ ହେଲା; ଆଉ ସେ ଆପଣା ଶାଖା ମେଲିବା ବେଳେ ଅପାର ଜଳ ହେତୁ ସେହି ସବୁ ଦୀର୍ଘ ହେଲା।
Zato rast njegov nadvisi sva drveta poljska, i umnožiše se grane njegove, i od mnoštva vode raširiše se odvode njegove kad ih puštaše.
6 ତାହାର ଡାଳରେ ଆକାଶର ପକ୍ଷୀସକଳ ବସା କଲେ ଓ ତାହାର ଶାଖା ତଳେ କ୍ଷେତ୍ରସ୍ଥ ପଶୁସକଳ ପ୍ରସବ କଲେ, ପୁଣି, ତାହାର ଛାୟା ତଳେ ମହାଗୋଷ୍ଠୀସବୁ ବାସ କଲେ।
Na granama njegovijem vijahu gnijezda sve ptice nebeske, i pod granama njegovijem sve zvijeri poljske lezijahu se, i u hladu njegovu sjeðahu svi veliki narodi.
7 ଏହି ପ୍ରକାରେ ସେ ଆପଣା ମହତ୍ତ୍ୱରେ, ତାହାର ଶାଖାସକଳର ଦୀର୍ଘତାରେ ମନୋହର ହେଲା; କାରଣ ପ୍ରଚୁର ଜଳ ନିକଟରେ ତାହାର ମୂଳ ଥିଲା।
I bijaše lijep velièinom svojom i dužinom grana svojih, jer mu korijen bijaše kod velike vode.
8 ପରମେଶ୍ୱରଙ୍କ ଉଦ୍ୟାନସ୍ଥ ଏରସ ବୃକ୍ଷସବୁ ତାହାକୁ ଲୁଚାଇ ପାରିଲେ ନାହିଁ; ଦେବଦାରୁ ବୃକ୍ଷସବୁ ତାହାର ଡାଳ ପରି ଓ ଅର୍ମୋନ୍‍ ବୃକ୍ଷସବୁ ତାହାର ଶାଖା ପରି ନ ଥିଲେ, ଅଥବା ପରମେଶ୍ୱରଙ୍କ ଉଦ୍ୟାନସ୍ଥିତ କୌଣସି ବୃକ୍ଷ ସୌନ୍ଦର୍ଯ୍ୟରେ ତାହା ପରି ନ ଥିଲା।
Kedri u vrtu Božijem ne mogahu ga zakloniti, jele ne mogahu se izjednaèiti s njegovijem granama, i javori ne bijahu kao ogranci njegovi; nijedno drvo u vrtu Božijem ne bješe na ljepotu tako kao on.
9 ଆମ୍ଭେ ବହୁସଂଖ୍ୟକ ଶାଖା ଦ୍ୱାରା ତାକୁ ମନୋହର କଲୁ; ଏଥିପାଇଁ ପରମେଶ୍ୱରଙ୍କ ଉଦ୍ୟାନସ୍ଥିତ ଏଦନର ସକଳ ବୃକ୍ଷ ତାହାକୁ ଈର୍ଷା କଲେ।
Uèinih ga lijepa mnoštvom grana da mu zaviðahu sva drveta Edemska što bijahu u vrtu Božijem.
10 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ସେ ବୃକ୍ଷ ଦୀର୍ଘତାରେ ଉଚ୍ଚୀକୃତ ହୋଇଅଛି ଓ ଗହଳିଆ ଡାଳସମୂହ ମଧ୍ୟରେ ସେ ଆପଣା ଶିଖର ରଖିଅଛି, ଆଉ ଆପଣାର ଉଚ୍ଚତାରେ ତାହାର ଅନ୍ତଃକରଣ ଗର୍ବିତ ହୋଇଅଛି,
Zato ovako veli Gospod Gospod: što je visok narastao, i digao vrh svoj meðu guste grane, i srce se njegovo ponijelo visinom njegovom,
11 ଏଥିପାଇଁ ଆମ୍ଭେ ତାହାକୁ ନାନା ଗୋଷ୍ଠୀ ମଧ୍ୟରେ ବଳବାନର ହସ୍ତରେ ସମର୍ପଣ କରିବା, ସେ ନିଶ୍ଚୟ ତାହା ସହିତ ଉଚିତ ବ୍ୟବହାର କରିବ, ଆମ୍ଭେ ତାହାର ଦୁଷ୍ଟତା ସକାଶୁ ତାହାକୁ ତଡ଼ି ଦେଇଅଛୁ।
Zato ga dadoh u ruku najsilnijemu meðu narodima da èini s njim što hoæe, odvrgoh ga za bezbožnost njegovu.
12 ପୁଣି, ଗୋଷ୍ଠୀୟମାନଙ୍କ ମଧ୍ୟରେ ଭୟଙ୍କର ବିଦେଶୀମାନେ ତାହାକୁ କାଟି ପକାଇ ଛାଡ଼ି ଯାଇଅଛନ୍ତି; ପର୍ବତମାନଙ୍କ ଉପରେ ଓ ସକଳ ଉପତ୍ୟକାରେ ତାହାର ଶାଖାସବୁ ପଡ଼ିଅଛି, ଆଉ ଦେଶର ସକଳ ଜଳପ୍ରବାହର ନିକଟରେ ତାହାର ଡାଳସବୁ ଭଙ୍ଗା ଯାଇଅଛି; ପୁଣି, ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ତାହାର ଛାୟା ତଳୁ ଯାଇଅଛନ୍ତି ଓ ତାହାକୁ ତ୍ୟାଗ କରିଅଛନ୍ତି।
I tuðinci, najljuæi izmeðu naroda, posjekoše ga i ostaviše ga; grane mu popadaše po gorama i po svijem dolinama, i ogranci mu se izlomiše po svijem potocima na zemlji; i svi narodi zemaljski otidoše iz hlada njegova i ostaviše ga.
13 ଜଳରାଶିର ନିକଟବର୍ତ୍ତୀ ସକଳ ବୃକ୍ଷ ମଧ୍ୟରୁ କୌଣସି ବୃକ୍ଷ ଯେପରି ଆପଣା ଦୀର୍ଘତାରେ ଦର୍ପ ନ କରେ, କିଅବା ଗହଳିଆ ଡାଳମାନଙ୍କ ମଧ୍ୟରେ ଆପଣା ଶିଖର ନ ରଖେ, ଅଥବା ଜଳପାୟୀ ବିକ୍ରମୀସକଳ ଯେପରି ଆପଣା ଆପଣା ଉଚ୍ଚତାରେ ଠିଆ ନ ହୁଅନ୍ତି;
Na izvaljenom panju njegovu stanuju sve ptice nebeske, i na granama su njegovijem sve zvijeri poljske,
14 ଏହି ଅଭିପ୍ରାୟରେ ତାହାର ଭଗ୍ନାବଶିଷ୍ଟାଂଶ ଉପରେ ଆକାଶର ପକ୍ଷସକଳ ବାସ କରିବେ ଓ କ୍ଷେତ୍ରସ୍ଥ ପଶୁସକଳ ତାହାର ଶାଖାମାନଙ୍କ ଉପରେ ରହିବେ; କାରଣ ମନୁଷ୍ୟ-ସନ୍ତାନଗଣ ମଧ୍ୟରେ ଗର୍ତ୍ତଗାମୀମାନଙ୍କ ସହିତ ସେମାନେ ସମସ୍ତେ ମୃତ୍ୟୁୁରେ ଅଧୋଭୁବନରେ ସମର୍ପିତ ହୋଇଅଛନ୍ତି।
Da se ne ponosi visinom svojom nijedno drvo kraj vode i ne diže vrha svojega meðu guste grane, i od svijeh što se natapaju da se nijedno ne uzda u se radi svoje velièine; jer su svi predani na smrt, baèeni u najdonji kraj zemlje meðu sinove ljudske s onima koji slaze u jamu.
15 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେ ପାତାଳକୁ ଓହ୍ଲାଇ ଯିବା ଦିନ ଆମ୍ଭେ ଶୋକ ନିରୂପଣ କଲୁ, ଆମ୍ଭେ ତାହା ସକାଶୁ ଜଳଧିକୁ ଆଚ୍ଛାଦିତ କଲୁ ଓ ଆମ୍ଭେ ତହିଁର ସ୍ରୋତସମୂହକୁ ନିବୃତ୍ତ କଲୁ, ତହିଁରେ ମହାଜଳରାଶି ରୁଦ୍ଧ ହେଲା; ପୁଣି, ଆମ୍ଭେ ତାହା ନିମନ୍ତେ ଲିବାନୋନକୁ ଶୋକ କରାଇଲୁ ଓ କ୍ଷେତ୍ରସ୍ଥ ବୃକ୍ଷସକଳ ତାହା ଲାଗି ମ୍ଳାନ ହେଲେ। (Sheol h7585)
Ovako veli Gospod Gospod: u koji dan side u grob, uèinih žalost, pokrih bezdanu njega radi, i ustavih rijeke njezine, i velika voda stade, i rascvijelih za njim Livan, i sva drveta poljska povenuše za njim. (Sheol h7585)
16 ଆମ୍ଭେ ତାହାକୁ ଗର୍ତ୍ତ ଅବରୋହଣକାରୀମାନଙ୍କ ସହିତ ପାତାଳକୁ ପକାଇଦେବା ବେଳେ, ତାହାର ପତନ ଶବ୍ଦରେ ଗୋଷ୍ଠୀୟମାନଙ୍କୁ କମ୍ପିତ କରାଇଲୁ; ପୁଣି, ଏଦନର, ଅର୍ଥାତ୍‍, ଲିବାନୋନର ମନୋନୀତ ଓ ସର୍ବୋତ୍ତମ ଜଳପାୟୀ ବୃକ୍ଷସକଳ ଅଧୋଭୁବନରେ ସାନ୍ତ୍ୱନା ପାଇଲେ। (Sheol h7585)
Praskom padanja njegova ustresoh narode, kad ga svalih u grob s onima koji slaze u jamu; i utješiše se na najdonjoj strani zemlje sva drveta Edemska, što je najbolje i najljepše na Livanu, sva što se natapahu. (Sheol h7585)
17 ସେମାନେ ହିଁ ତାହା ସହିତ ପାତାଳକୁ, ଖଡ୍ଗରେ ହତ ଲୋକମାନଙ୍କ ନିକଟକୁ ଓହ୍ଲାଇ ଗଲେ; ହଁ, ସେମାନେ ତାହାର ବାହୁ ସ୍ୱରୂପ ହୋଇ ତାହାର ଛାୟା ତଳେ ଗୋଷ୍ଠୀୟମାନଙ୍କ ମଧ୍ୟରେ ବାସ କରିଥିଲେ। (Sheol h7585)
I oni sidoše s njim u grob k onima što su pobijeni maèem, i mišica njegova, i koji sjeðahu u hladu njegovu meðu narodima. (Sheol h7585)
18 ଏହିରୂପେ ତୁମ୍ଭେ ଐଶ୍ୱର୍ଯ୍ୟରେ ଓ ମହତ୍ତ୍ୱରେ ଏଦନସ୍ଥ ବୃକ୍ଷସମୂହର ମଧ୍ୟରେ କାହାର ତୁଲ୍ୟ? ତଥାପି ତୁମ୍ଭେ ଏଦନସ୍ଥ ବୃକ୍ଷଗଣର ସହିତ ଅଧୋଭୁବନକୁ ଅଣାଯିବ; ତୁମ୍ଭେ ଅସୁନ୍ନତ ଲୋକମାନଙ୍କ ମଧ୍ୟରେ ଖଡ୍ଗହତ ଲୋକମାନଙ୍କ ସହିତ ଶୟନ କରିବ। ଏହି ଫାରୋ ଓ ତାହାର ସମସ୍ତ ଲୋକ ଏପରି ଅଟନ୍ତି, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
Na koje si meðu drvetima Edemskim nalik slavom i velièinom? Ali æeš biti oboren s drvetima Edemskim u najdonji kraj zemlje, meðu neobrezanima æeš ležati s onima koji su pobijeni maèem. To je Faraon i sav narod njegov, govori Gospod Gospod.

< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 31 >