< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 32 >

1 ଏଥିଉତ୍ତାରେ ଦ୍ୱାଦଶ ବର୍ଷର ଦ୍ୱାଦଶ ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
ויהי בשתי עשרה שנה בשני עשר חדש באחד לחדש היה דבר יהוה אלי לאמר
2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋ ନିମନ୍ତେ ବିଳାପ କର, ଆଉ ତାହାକୁ କୁହ, ତୁମ୍ଭେ ଗୋଷ୍ଠୀୟମାନଙ୍କର ଯୁବା ସିଂହ ସଙ୍ଗେ ତୁଳନା କରାଯାଇଥିଲ, ତଥାପି ତୁମ୍ଭେ ଜଳଚର କୁମ୍ଭୀର ସଦୃଶ ଅଟ; ପୁଣି, ତୁମ୍ଭେ ଆପଣା ନଦୀସମୂହର ଜଳ ଅତିକ୍ରମ କରି ଓ ଆପଣା ପାଦରେ ଜଳ ହଲାଇ ସେମାନଙ୍କର ନଦୀସମୂହକୁ ଗୋଳିଆ କରିଅଛ।
בן אדם שא קינה על פרעה מלך מצרים ואמרת אליו כפיר גוים נדמית ואתה כתנים בימים ותגח בנהרותיך ותדלח מים ברגליך ותרפס נהרותם
3 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ଅନେକ ଗୋଷ୍ଠୀର ଏକ ସମାଜ ନେଇ ତୁମ୍ଭ ଉପରେ ଆମ୍ଭ ଜାଲ ପ୍ରସାରିବା ଓ ସେମାନେ ଆମ୍ଭ ଜାଲରେ ତୁମ୍ଭକୁ ଉପରକୁ ଆଣିବେ।
כה אמר אדני יהוה ופרשתי עליך את רשתי בקהל עמים רבים והעלוך בחרמי
4 ପୁଣି, ଆମ୍ଭେ ତୁମ୍ଭକୁ ସ୍ଥଳରେ ଛାଡ଼ିଦେବା, ଆମ୍ଭେ ତୁମ୍ଭକୁ ପଦାରେ ପକାଇଦେବା ଓ ଆକାଶର ପକ୍ଷସକଳକୁ ତୁମ୍ଭ ଉପରେ ବସାଇବା ଓ ସମୁଦାୟ ପୃଥିବୀର ପଶୁଗଣକୁ ତୁମ୍ଭ ଦ୍ୱାରା ତୃପ୍ତ କରାଇବା।
ונטשתיך בארץ על פני השדה אטילך והשכנתי עליך כל עוף השמים והשבעתי ממך חית כל הארץ
5 ଆମ୍ଭେ ପର୍ବତଗଣର ଉପରେ ତୁମ୍ଭର ମାଂସ ପକାଇବା ଓ ତୁମ୍ଭର ଦୀର୍ଘ ଶବରେ ଉପତ୍ୟକାସକଳ ପୂର୍ଣ୍ଣ କରିବା।
ונתתי את בשרך על ההרים ומלאתי הגאיות רמותך
6 ଆହୁରି, ତୁମ୍ଭେ ଯେଉଁ ଦେଶରେ ପହଁରୁଅଛ, ସେହି ଦେଶକୁ ପର୍ବତ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭ ରକ୍ତରେ ସିକ୍ତ କରିବା ଓ ଜଳପ୍ରଣାଳୀସକଳ ତୁମ୍ଭ ରକ୍ତରେ ପରିପୂର୍ଣ୍ଣ ହେବ।
והשקיתי ארץ צפתך מדמך אל ההרים ואפקים ימלאון ממך
7 ପୁଣି, ଆମ୍ଭେ ତୁମ୍ଭକୁ ନିର୍ବାଣ କରିବା ସମୟରେ ଆକାଶକୁ ଆଚ୍ଛନ୍ନ କରିବା ଓ ତହିଁର ନକ୍ଷତ୍ରଗଣକୁ ଅନ୍ଧକାରମୟ କରିବା; ଆମ୍ଭେ ସୂର୍ଯ୍ୟକୁ ମେଘାଚ୍ଛନ୍ନ କରିବା ଓ ଚନ୍ଦ୍ର ଆପଣାର ଜ୍ୟୋତ୍ସ୍ନା ଦେବ ନାହିଁ।
וכסיתי בכבותך שמים והקדרתי את ככביהם שמש בענן אכסנו וירח לא יאיר אורו
8 ଆକାଶର ସକଳ ଉଜ୍ଜ୍ୱଳ ଜ୍ୟୋତିକୁ ଆମ୍ଭେ ତୁମ୍ଭ ଉପରେ ଅନ୍ଧକାରମୟ କରିବା ଓ ତୁମ୍ଭ ଦେଶ ଉପରେ ଅନ୍ଧକାର ସ୍ଥାପନ କରିବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
כל מאורי אור בשמים אקדירם עליך ונתתי חשך על ארצך נאם אדני יהוה
9 ଆହୁରି ଆମ୍ଭେ ତୁମ୍ଭର ଅଜ୍ଞାତ ଦେଶସମୂହ ପର୍ଯ୍ୟନ୍ତ ନାନା ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭର ବିନାଶ ଘଟାଇବା ବେଳେ ଅନେକ ଗୋଷ୍ଠୀର ହୃଦୟ ବ୍ୟସ୍ତ କରିବା।
והכעסתי--לב עמים רבים בהביאי שברך בגוים על ארצות אשר לא ידעתם
10 ହଁ, ଆମ୍ଭେ ଅନେକ ଗୋଷ୍ଠୀକୁ ତୁମ୍ଭର ବିଷୟରେ ଚମତ୍କୃତ କରାଇବା, ଆଉ ସେମାନଙ୍କ ରାଜାଗଣର ସାକ୍ଷାତରେ ଆମ୍ଭେ ଆପଣା ଖଡ୍ଗ ଚଳାଇବା ବେଳେ ସେମାନେ ଅତିଶୟ ଭୀତ ହେବେ; ଆଉ, ତୁମ୍ଭର ପତନ ଦିନ ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରାଣ ବିଷୟରେ ଭୟରେ କମ୍ପିତ ହେବେ।
והשמותי עליך עמים רבים ומלכיהם ישערו עליך שער בעופפי חרבי על פניהם וחרדו לרגעים איש לנפשו ביום מפלתך
11 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ବାବିଲ ରାଜାର ଖଡ୍ଗ ତୁମ୍ଭକୁ ଆକ୍ରମଣ କରିବ।
כי כה אמר אדני יהוה חרב מלך בבל תבואך
12 ଆମ୍ଭେ ତୁମ୍ଭର ଲୋକ ସମସ୍ତଙ୍କୁ ବୀରଗଣର ଖଡ୍ଗ ଦ୍ୱାରା ନିପାତ କରିବା; ସେମାନେ ସମସ୍ତେ ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ଅଟନ୍ତି; ଆଉ, ସେମାନେ ମିସରର ଗର୍ବ ଚୂର୍ଣ୍ଣ କରିବେ ଓ ତହିଁର ଲୋକ ସମସ୍ତେ ବିନଷ୍ଟ ହେବେ।
בחרבות גבורים אפיל המונך עריצי גוים כלם ושדדו את גאון מצרים ונשמד כל המונה
13 ଆହୁରି, ଆମ୍ଭେ ଅପାର ଜଳ ନିକଟରୁ ତହିଁର ସମସ୍ତ ପଶୁ ବିନାଶ କରିବା; ତହିଁରେ ମନୁଷ୍ୟର ଚରଣ ତାହା ଆଉ ହଲାଇବ ନାହିଁ, ଅବା ପଶୁଗଣର ଖୁରା ତାହା ଚହଲାଇବ ନାହିଁ।
והאבדתי את כל בהמתה מעל מים רבים ולא תדלחם רגל אדם עוד ופרסות בהמה לא תדלחם
14 ସେତେବେଳେ ଆମ୍ଭେ ସେମାନଙ୍କର ଜଳ ନିର୍ମଳ କରିବା ଓ ସେମାନଙ୍କର ନଦୀସମୂହକୁ ତୈଳ ପରି ବହାଇବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
אז אשקיע מימיהם ונהרותם כשמן אוליך--נאם אדני יהוה
15 ଯେତେବେଳେ ଆମ୍ଭେ ମିସର ଦେଶକୁ ଧ୍ୱଂସସ୍ଥାନ ଓ ଶୂନ୍ୟ କରିବା, ଯହିଁରେ ସେ ପରିପୂର୍ଣ୍ଣ ହୋଇଥିଲା, ସେହି ସବୁ ତହିଁରୁ ରହିତ କରିବା, ଯେତେବେଳେ ଆମ୍ଭେ ତନ୍ନିବାସୀ ସମସ୍ତଙ୍କୁ ଆଘାତ କରିବା, ସେତେବେଳେ ଆମ୍ଭେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
בתתי את ארץ מצרים שממה ונשמה ארץ ממלאה--בהכותי את כל יושבי בה וידעו כי אני יהוה
16 ଏହି ବିଳାପ ଗୀତ ଲୋକେ ଗାନ କରିବେ; ଗୋଷ୍ଠୀୟମାନଙ୍କର କନ୍ୟାଗଣ ବିଳାପ କରି ଏହା ଗାନ କରିବେ; ମିସରର ଉଦ୍ଦେଶ୍ୟରେ ଓ ତାହାର ସକଳ ଲୋକସମୂହର ଉଦ୍ଦେଶ୍ୟରେ ବିଳାପ କରି ଗାନ କରିବେ ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
קינה היא וקוננוה בנות הגוים תקוננה אותה על מצרים ועל כל המונה תקוננה אותה נאם אדני יהוה
17 ଦ୍ୱାଦଶ ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
ויהי בשתי עשרה שנה בחמשה עשר לחדש היה דבר יהוה אלי לאמר
18 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ଲୋକମାନଙ୍କ ବିଷୟରେ ହାହାକାର କର, ପୁଣି, ସେମାନଙ୍କୁ, ଅର୍ଥାତ୍‍, ତାହାକୁ ଓ ବିଖ୍ୟାତ ଗୋଷ୍ଠୀୟମାନଙ୍କର କନ୍ୟାଗଣକୁ ଗର୍ତ୍ତଗାମୀମାନଙ୍କ ସହିତ ଅଧୋଭୁବନରେ ପକାଇଦିଅ।
בן אדם--נהה על המון מצרים והורדהו אותה ובנות גוים אדרם אל ארץ תחתיות--את יורדי בור
19 ତୁମ୍ଭେ ସୌନ୍ଦର୍ଯ୍ୟରେ କାହା ଅପେକ୍ଷା ଅଧିକ? ତଳକୁ ଯାଅ ଓ ଅସୁନ୍ନତ ଲୋକମାନଙ୍କ ସହିତ ଶୟନ କର।
ממי נעמת רדה והשכבה את ערלים
20 ସେମାନେ ଖଡ୍ଗ ଦ୍ୱାରା ହତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସେ ଖଡ୍ଗରେ ସମର୍ପିତ ହୋଇଅଛି; ତାହାକୁ ଓ ତାହାର ସମସ୍ତ ଲୋକଙ୍କୁ ଟାଣି ନିଅ।
בתוך חללי חרב יפלו חרב נתנה משכו אותה וכל המוניה
21 ବୀରଗଣ ମଧ୍ୟରେ ବଳବାନମାନେ ପାତାଳ ମଧ୍ୟରୁ ତାହାକୁ ଓ ତାହାର ସହାୟକାରୀମାନଙ୍କୁ କଥା କହିବେ; ସେମାନେ, ଅର୍ଥାତ୍‍, ଖଡ୍ଗ ଦ୍ୱାରା ହତ ଅସୁନ୍ନତ ଲୋକମାନେ ଓହ୍ଲାଇ ଯାଇଅଛନ୍ତି; ସେମାନେ ସ୍ଥିର ହୋଇ ଶୟନ କରନ୍ତି। (Sheol h7585)
ידברו לו אלי גבורים מתוך שאול--את עזריו ירדו שכבו הערלים חללי חרב (Sheol h7585)
22 ଅଶୂର ଓ ତାହାର ସମସ୍ତ ଜନସମାଜ ସେଠାରେ ଅଛନ୍ତି; ତାହାର କବରସକଳ ତାହାର ଚତୁର୍ଦ୍ଦିଗରେ ଅଛି; ସେମାନେ ସମସ୍ତେ ହତ, ଖଡ୍ଗ ଦ୍ୱାରା ପତିତ ହୋଇଅଛନ୍ତି;
שם אשור וכל קהלה סביבותיו קברתיו כלם חללים הנפלים בחרב
23 ଗର୍ତ୍ତର ଶେଷ ସୀମାରେ ସେମାନଙ୍କୁ କବର ଦିଆଯାଇଅଛି ଓ ତାହାର ଜନସମାଜ ତାହାର କବରର ଚତୁର୍ଦ୍ଦିଗରେ ଅଛି; ଯେଉଁମାନେ ଜୀବିତମାନଙ୍କ ଦେଶରେ ଭୟ ଜନ୍ମାଇଲେ ସେମାନେ ସମସ୍ତେ ହତ, ଖଡ୍ଗ ଦ୍ୱାରା ପତିତ ହୋଇଅଛନ୍ତି।
אשר נתנו קברתיה בירכתי בור ויהי קהלה סביבות קברתה כלם חללים נפלים בחרב אשר נתנו חתית בארץ חיים
24 ସେହି ସ୍ଥାନରେ ଏଲମ୍‍ ଓ ତାହାର କବରର ଚତୁର୍ଦ୍ଦିଗରେ ତାହାର ସମସ୍ତ ଲୋକସମୂହ ଅଛି; ଯେଉଁମାନେ ଜୀବିତମାନଙ୍କ ଦେଶରେ ଭୟ ଜନ୍ମାଇଲେ, ସେମାନେ ସମସ୍ତେ ହତ, ଖଡ୍ଗ ଦ୍ୱାରା ପତିତ ହୋଇ ଅସୁନ୍ନତ ଅବସ୍ଥାରେ ଅଧୋଭୁବନକୁ ଓହ୍ଲାଇ ଯାଇଅଛନ୍ତି ଓ ଗର୍ତ୍ତଗାମୀମାନଙ୍କ ସହିତ ଆପଣାମାନଙ୍କ ଅପମାନ ଭୋଗ କରିଅଛନ୍ତି।
שם עילם וכל המונה סביבות קברתה כלם חללים הנפלים בחרב אשר ירדו ערלים אל ארץ תחתיות אשר נתנו חתיתם בארץ חיים וישאו כלמתם את יורדי בור
25 ହତ ଲୋକମାନଙ୍କ ମଧ୍ୟରେ ସେମାନେ ତାହାର ଓ ତାହା ସହିତ ତାହାର ସମସ୍ତ ଜନସମାଜର ଶଯ୍ୟା ପାତିଅଛନ୍ତି, ତାହାର ଚତୁର୍ଦ୍ଦିଗରେ ତାହାର କବରସବୁ ଅଛି; ସେମାନେ ସମସ୍ତେ ଅସୁନ୍ନତ ଅବସ୍ଥାରେ ଖଡ୍ଗ ଦ୍ୱାରା ପତିତ ହୋଇଅଛନ୍ତି; କାରଣ ସେମାନେ ଜୀବିତମାନଙ୍କ ଦେଶରେ ଭୟ ଜନ୍ମାଇଥିଲେ, ଏବେ ଗର୍ତ୍ତଗାମୀମାନଙ୍କ ସହିତ ଆପଣାମାନଙ୍କର ଅପମାନ ଭୋଗ କରିଅଛନ୍ତି; ସେ ହତ ଲୋକମାନଙ୍କ ମଧ୍ୟରେ ରଖାଯାଇଅଛି।
בתוך חללים נתנו משכב לה בכל המונה--סביבותיו קברתה כלם ערלים חללי חרב כי נתן חתיתם בארץ חיים וישאו כלמתם את יורדי בור בתוך חללים נתן
26 ସେହି ସ୍ଥାନରେ ମେଶକ୍‍, ତୁବଲ୍‍ ଓ ତାହାର ସମସ୍ତ ଜନସମାଜ ଅଛନ୍ତି; ତାହାର ଚତୁର୍ଦ୍ଦିଗରେ ତାହାର କବରସବୁ ଅଛି; ସେମାନେ ସମସ୍ତେ ଅସୁନ୍ନତ ଅବସ୍ଥାରେ ଖଡ୍ଗ ଦ୍ୱାରା ପତିତ ହେଲେ; କାରଣ ସେମାନେ ଜୀବିତ ଲୋକମାନଙ୍କ ଦେଶରେ ଭୟ ଜନ୍ମାଇଥିଲେ।
שם משך תבל וכל המונה סביבותיו קברותיה כלם ערלים מחללי חרב כי נתנו חתיתם בארץ חיים
27 ପୁଣି, ଅସୁନ୍ନତ ଲୋକମାନଙ୍କ ମଧ୍ୟରୁ ଯେଉଁ ବୀରମାନେ ପତିତ ହୋଇଅଛନ୍ତି, ଯେଉଁମାନେ ଆପଣା ଆପଣା ଯୁଦ୍ଧାସ୍ତ୍ର ସହିତ ପାତାଳକୁ ଓହ୍ଲାଇ ଯାଇଅଛନ୍ତି ଓ ଆପଣା ଆପଣା ଖଡ୍ଗ ଆପଣା ଆପଣା ମସ୍ତକର ତଳେ ରଖିଅଛନ୍ତି ଓ ସେମାନଙ୍କ ଅଧର୍ମ ସେମାନଙ୍କ ଅସ୍ଥି ଉପରେ ଅଛି, ସେମାନଙ୍କ ସହିତ ଏମାନେ ଶୟନ କରିବେ ନାହିଁ; କାରଣ ସେମାନେ ଜୀବିତମାନଙ୍କ ଦେଶରେ ବୀରଗଣର ପ୍ରତି ଭୟର ବିଷୟ ହୋଇଥିଲେ। (Sheol h7585)
ולא ישכבו את גבורים נפלים מערלים אשר ירדו שאול בכלי מלחמתם ויתנו את חרבותם תחת ראשיהם ותהי עונתם על עצמותם--כי חתית גבורים בארץ חיים (Sheol h7585)
28 ମାତ୍ର ତୁମ୍ଭେ ଅସୁନ୍ନତମାନଙ୍କ ମଧ୍ୟରେ ଭଗ୍ନ ହେବ ଓ ଖଡ୍ଗ ଦ୍ୱାରା ହତ ଲୋକମାନଙ୍କ ସହିତ ଶୟନ କରିବ।
ואתה בתוך ערלים תשבר ותשכב--את חללי חרב
29 ସେହି ସ୍ଥାନରେ ଇଦୋମ, ତାହାର ରାଜାଗଣ ଓ ତାହାର ଅଧିପତିସକଳ ଅଛନ୍ତି, ସେମାନେ ଆପଣାମାନଙ୍କର ପରାକ୍ରମରେ ଖଡ୍ଗ ଦ୍ୱାରା ହତ ଲୋକମାନଙ୍କ ସହିତ ରଖା ଯାଇଅଛନ୍ତି; ସେମାନେ ଅସୁନ୍ନତ ଲୋକମାନଙ୍କ ଓ ଗର୍ତ୍ତଗାମୀମାନଙ୍କ ସହିତ ଶୟନ କରିବେ।
שמה אדום מלכיה וכל נשיאיה אשר נתנו בגבורתם את חללי חרב המה את ערלים ישכבו ואת ירדי בור
30 ସେହି ସ୍ଥାନରେ ଉତ୍ତର ଦେଶୀୟ ଅଧିପତିମାନେ, ସେମାନଙ୍କର ସମସ୍ତେ ଓ ଯାବତୀୟ ସୀଦୋନୀୟ ଲୋକ ଅଛନ୍ତି, ସେମାନେ ହତ ଲୋକମାନଙ୍କ ସହିତ ଓହ୍ଲାଇ ଯାଇଅଛନ୍ତି; ସେମାନେ ଆପଣାମାନଙ୍କର ପରାକ୍ରମ ଦ୍ୱାରା ଯେଉଁ ଭୟ ଜନ୍ମାଇଲେ, ତହିଁ ବିଷୟରେ ଲଜ୍ଜିତ ହୋଇଅଛନ୍ତି; ଆଉ, ଅସୁନ୍ନତ ଅବସ୍ଥାରେ ସେମାନେ ଖଡ୍ଗ ଦ୍ୱାରା ହତ ଲୋକମାନଙ୍କ ସହିତ ଶୟନ କରନ୍ତି ଓ ଗର୍ତ୍ତଗାମୀମାନଙ୍କ ସହିତ ଆପଣାମାନଙ୍କର ଅପମାନ ଭୋଗ କରନ୍ତି।
שמה נסיכי צפון כלם וכל צדני אשר ירדו את חללים בחתיתם מגבורתם בושים וישכבו ערלים את חללי חרב וישאו כלמתם את יורדי בור
31 ଫାରୋ ସେମାନଙ୍କୁ ଦେଖିବ ଓ ଆପଣାର ଲୋକସମୂହ ସମସ୍ତର ବିଷୟରେ ସାନ୍ତ୍ୱନା ପାଇବ; ହଁ, ଫାରୋ ଓ ତାହାର ସମସ୍ତ ସୈନ୍ୟ ଖଡ୍ଗ ଦ୍ୱାରା ହତ ହୋଇଅଛନ୍ତି, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
אותם יראה פרעה ונחם על כל המונה--חללי חרב פרעה וכל חילו נאם אדני יהוה
32 କାରଣ ଆମ୍ଭେ ଜୀବିତମାନଙ୍କ ଦେଶରେ ତାହା ବିଷୟରେ ଭୟ ଜନ୍ମାଇଅଛୁ; ଆଉ ସେ, ଅର୍ଥାତ୍‍, ଫାରୋ ଓ ତାହାର ଲୋକସମୂହ ସମସ୍ତେ ଖଡ୍ଗ ଦ୍ୱାରା ହତ ଲୋକମାନଙ୍କ ସହିତ ଅସୁନ୍ନତ ଲୋକମାନଙ୍କ ମଧ୍ୟରେ ରଖାଯିବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
כי נתתי את חתיתו (חתיתי) בארץ חיים והשכב בתוך ערלים את חללי חרב פרעה וכל המונה--נאם אדני יהוה

< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 32 >