< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 33 >
1 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;
Опет ми дође реч Господња говорећи:
2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଆପଣା ଲୋକମାନଙ୍କର ସନ୍ତାନଗଣକୁ କୁହ ଓ ସେମାନଙ୍କୁ କୁହ, ଆମ୍ଭେ କୌଣସି ଦେଶ ବିରୁଦ୍ଧରେ ଖଡ୍ଗ ଆଣିଲେ, ସେ ଦେଶର ଲୋକମାନେ ଯଦି ଆପଣାମାନଙ୍କ ମଧ୍ୟରୁ କୌଣସି ଏକ ବ୍ୟକ୍ତିକୁ ନେଇ ତାହାକୁ ଆପଣାମାନଙ୍କର ପ୍ରହରୀ କରି ନିଯୁକ୍ତ କରନ୍ତି;
Сине човечји, говори синовима народа свог, и кажи им: Кад пустим на коју земљу мач, ако народ оне земље узме кога између себе, и поставе га себи за стражара,
3 ସେହି ବ୍ୟକ୍ତି ଦେଶ ବିରୁଦ୍ଧରେ ଖଡ୍ଗ ଆସିବାର ଦେଖିଲେ, ଯଦି ତୂରୀ ବଜାଏ ଓ ଲୋକମାନଙ୍କୁ ସଚେତନ କରାଏ;
И он видевши мач где иде на земљу затруби у трубу, и опомене народ,
4 ତେବେ ଯେକେହି ତହିଁରେ ତୂରୀର ଶବ୍ଦ ଶୁଣି ସଚେତନ ନ ହୁଏ, ପୁଣି, ଖଡ୍ଗ ଉପସ୍ଥିତ ହୋଇ ତାହାକୁ ସଂହାର କରେ, ତେବେ ତାହାର ରକ୍ତ ତାହାର ନିଜ ମସ୍ତକରେ ବର୍ତ୍ତିବ।
Ако се ко чувши трубу не узме на ум, и мач дошавши погуби га, крв ће његова бити на његовој глави.
5 ସେ ତୂରୀର ଶବ୍ଦ ଶୁଣି ସଚେତନ ହେଲା ନାହିଁ; ତାହାର ରକ୍ତ ତାହାରି ଉପରେ ବର୍ତ୍ତିବ; ଯେହେତୁ ସେ ସଚେତନ ହୋଇଥିଲେ, ଆପଣା ପ୍ରାଣ ବଞ୍ଚାଇ ଥାʼନ୍ତା।
Јер чу глас трубни, и не узе се на ум, крв ће његова бити на њему; да се узе на ум, сачувао би душу своју.
6 ମାତ୍ର ସେ ପ୍ରହରୀ ଯଦି ଖଡ୍ଗ ଆସିବାର ଦେଖି ତୂରୀ ନ ବଜାଏ, ପୁଣି, ଲୋକମାନେ ସଚେତନ ନ ହୁଅନ୍ତି, ଆଉ ଖଡ୍ଗ ଆସି ସେମାନଙ୍କ ମଧ୍ୟରୁ କୌଣସି ଲୋକକୁ ସଂହାର କରେ; ତେବେ ସେ ନିଜ ଅଧର୍ମରେ ସଂହାରିତ ହେଲା, ମାତ୍ର ଆମ୍ଭେ ତାହାର ରକ୍ତର ପରିଶୋଧ ସେହି ପ୍ରହରୀର ହସ୍ତରୁ ନେବା।
Ако ли стражар видевши мач где иде не затруби у трубу и народ не буде опоменут, а мач дошав погуби кога између њих, тај ће погинути за своје безакоње, али ћу крв његову искати из руке стражареве.
7 ଏହିରୂପେ ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଇସ୍ରାଏଲ ବଂଶର ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ତୁମ୍ଭେ ଆମ୍ଭ ମୁଖରୁ ବାକ୍ୟ ଶୁଣି ଆମ୍ଭ ପକ୍ଷରୁ ସେମାନଙ୍କୁ ସଚେତନ କର।
И тебе, сине човечји, тебе поставих стражарем дому Израиљевом; слушај дакле реч из мојих уста и опомињи их од мене.
8 ଆମ୍ଭେ ଯେତେବେଳେ ଦୁଷ୍ଟକୁ କହୁ, ‘ହେ ଦୁଷ୍ଟ ଲୋକ, ତୁମ୍ଭେ ନିଶ୍ଚୟ ମରିବ,’ ସେତେବେଳେ ତୁମ୍ଭେ ତାହାର ପଥ ବିଷୟରେ ସେହି ଦୁଷ୍ଟ ଲୋକକୁ ସଚେତନ କରିବା ପାଇଁ ଯଦି କିଛି ନ କୁହ; ତେବେ ସେହି ଦୁଷ୍ଟ ନିଜ ଅଧର୍ମରେ ମରିବ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପରିଶୋଧ ନେବା।
Кад кажем безбожнику: Безбожниче, погинућеш; а ти не проговориш и не опоменеш безбожника да се прође пута свог; тај ће безбожник погинути за своје безакоње; али ћу крв његову искати из твоје руке.
9 ତଥାପି ତୁମ୍ଭେ ସେହି ଦୁଷ୍ଟକୁ ତାହାର ପଥରୁ ଫେରିବା ନିମନ୍ତେ ତଦ୍ବିଷୟରେ ସଚେତନ କଲେ, ଯଦି ସେ ନ ଫେରେ, ତେବେ ସେ ନିଜ ଅଧର୍ମରେ ମରିବ, ମାତ୍ର ତୁମ୍ଭେ ଆପଣା ପ୍ରାଣ ବଞ୍ଚାଇବ।
Ако ли ти опоменеш безбожника да се врати са свог пута, а он се не врати са свог пута, он ће погинути за своје безакоње, а ти ћеш сачувати душу своју.
10 ଆଉ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶକୁ କୁହ; ତୁମ୍ଭେମାନେ ଏପ୍ରକାର କହୁଅଛ, ‘ଆମ୍ଭମାନଙ୍କର ଆଜ୍ଞାଲଙ୍ଘନ ଓ ଆମ୍ଭମାନଙ୍କର ପାପର ଭାର ଆମ୍ଭମାନଙ୍କ ଉପରେ ଅଛି ଓ ଆମ୍ଭେମାନେ ତହିଁରେ ହିଁ କ୍ଷୟ ପାଉଅଛୁ; ତେବେ ଆମ୍ଭେମାନେ କିପରି କରି ବଞ୍ଚିବା?’
Зато ти, сине човечји, реци дому Израиљевом: Ви говорите овако и кажете: Преступи наши и греси наши на нама су, и с њих пропадамо; како бисмо живели?
11 ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣରେ ଆମ୍ଭର ସନ୍ତୋଷ ନାହିଁ, ମାତ୍ର ଦୁଷ୍ଟ ଯେପରି ଫେରି ବଞ୍ଚେ, ଏଥିରେ ହିଁ ଆମ୍ଭର ସନ୍ତୋଷ ଅଛି; ତୁମ୍ଭେମାନେ ଫେର, ଆପଣା ଆପଣା କୁପଥରୁ ଫେର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ?
Реци им: Тако био ја жив, говори Господ Господ, није ми мило да умре безбожник, него да се врати безбожник са свог пута и буде жив; вратите се, вратите се са злих путева својих, јер зашто да мрете, доме Израиљев?
12 ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଆପଣା ଲୋକଙ୍କ ସନ୍ତାନଗଣକୁ କୁହ, ଧାର୍ମିକର ଧାର୍ମିକତା ତାହାର ଆଜ୍ଞାଲଙ୍ଘନ କରିବା ଦିନ ତାହାକୁ ରକ୍ଷା କରିବ ନାହିଁ ଓ ଯେଉଁ ଦିନ ଦୁଷ୍ଟ ଲୋକ ଆପଣା ଦୁଷ୍ଟତାରୁ ଫେରେ, ସେହି ଦିନ ସେ ଆପଣା ଦୁଷ୍ଟତା ଦ୍ୱାରା ପତିତ ହେବ ନାହିଁ; କିଅବା ଧାର୍ମିକ ଲୋକ ଯେଉଁ ଦିନ ପାପ କରେ, ସେହି ଦିନ ସେ ଆପଣା ଧାର୍ମିକତା ଦ୍ୱାରା ବଞ୍ଚି ପାରିବ ନାହିଁ।
Зато ти, сине човечји, реци синовима народа свог: Праведног неће избавити правда његова кад згреши, и безбожник неће пропасти са безбожности своје кад се врати од безбожности своје, као што праведник не може с ње живети кад згреши.
13 ସେ ଅବଶ୍ୟ ବଞ୍ଚିବ, ଏହି କଥା ଆମ୍ଭେ ଧାର୍ମିକକୁ କହିଲେ, ସେ ଯଦି ଆପଣା ଧର୍ମରେ ନିର୍ଭର ରଖି ଅଧର୍ମ କରେ, ତେବେ ତାହାର କୌଣସି ଧର୍ମକର୍ମ ସ୍ମରଣ କରାଯିବ ନାହିଁ, ମାତ୍ର ସେ ଯେଉଁ ଅଧର୍ମ କରିଅଛି, ତହିଁରେ ହିଁ ସେ ମରିବ।
Кад кажем праведнику да ће доиста живети, а он се поузда у правду своју па учини неправду, од све правде његове ништа се неће споменути, него ће погинути с неправде своје коју учини.
14 ପୁନଶ୍ଚ ତୁମ୍ଭେ ଅବଶ୍ୟ ମରିବ, ଏହି କଥା ଆମ୍ଭେ ଦୁଷ୍ଟ ଲୋକକୁ କହିଲେ, ସେ ଯଦି ଆପଣା ପାପରୁ ଫେରି ନ୍ୟାୟ ଓ ଧର୍ମାଚରଣ କରେ;
А кад кажем безбожнику: Доиста ћеш погинути, а он се обрати од грех свог и стане чинити суд и правду,
15 ସେହି ଦୁଷ୍ଟ ଲୋକ ଯଦି ବନ୍ଧକି ଦ୍ରବ୍ୟ ଫେରାଇ ଦିଏ, ସେ ଯାହା ଅପହରଣ କରିଥିଲା, ତାହା ପରିଶୋଧ କରେ, କୌଣସି ଅଧର୍ମ ନ କରି ଜୀବନଦାୟକ ବିଧିରୂପ ପଥରେ ଚାଲେ; ତେବେ ସେ ଅବଶ୍ୟ ବଞ୍ଚିବ, ସେ ମରିବ ନାହିଁ।
И врати безбожник залог, и врати шта је отео, и стане ходити по уредбама животним не чинећи безакоња, доиста ће бити жив, неће умрети.
16 ତାହାର କୃତ କୌଣସି ପାପ ତାହା ବିରୁଦ୍ଧରେ ସ୍ମରଣ କରାଯିବ ନାହିଁ; ସେ ନ୍ୟାୟ ଓ ଧର୍ମାଚରଣ କରିଅଛି; ସେ ଅବଶ୍ୟ ବଞ୍ଚିବ।
Од свих греха што је згрешио ништа му се неће споменути; чинио је суд и правду, доиста ће жив бити.
17 ତଥାପି ତୁମ୍ଭ ଲୋକଙ୍କର ସନ୍ତାନଗଣ କହୁଅଛନ୍ତି, ପ୍ରଭୁଙ୍କର ପଥ ସରଳ ନୁହେଁ; ମାତ୍ର ପ୍ରକୃତରେ ସେମାନଙ୍କର ପଥ ସରଳ ନୁହେଁ।
А синови народа твог говоре: Није прав пут Господњи; а њихов пут није прав.
18 ଧାର୍ମିକ ଲୋକ ଆପଣା ଧାର୍ମିକତାରୁ ଫେରି ଅଧର୍ମ କଲେ, ସେ ତହିଁରେ ହିଁ ମରିବ।
Кад се праведник одврати од правде своје и учини неправду, погинуће с тога.
19 ପୁଣି, ଦୁଷ୍ଟ ଲୋକ ଆପଣା ଦୁଷ୍ଟତାରୁ ଫେରି ନ୍ୟାୟ ଓ ଧର୍ମାଚରଣ କଲେ, ସେ ତହିଁରେ ବଞ୍ଚିବ।
А кад се безбожник одврати од своје безбожности и учини суд и правду, он ће жив бити с тога.
20 ତଥାପି ତୁମ୍ଭେମାନେ କହୁଅଛ, ପ୍ରଭୁଙ୍କର ପଥ ସରଳ ନୁହେଁ। ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଆଚାର ବ୍ୟବହାର ଅନୁସାରେ ବିଚାର କରିବା।”
А ви говорите: Није прав пут Господњи. Судићу вам, доме Израиљев, свакоме по путевима његовим.
21 ଏଥିଉତ୍ତାରେ ଆମ୍ଭମାନଙ୍କ ନିର୍ବାସନର ଦ୍ୱାଦଶ ବର୍ଷର ଦଶମ ମାସର ପଞ୍ଚମ ଦିନରେ ଯିରୂଶାଲମରୁ ପଳାତକ ଏକ ଜଣ ମୋʼ ନିକଟକୁ ଆସି କହିଲା, “ନଗର ପରାଜିତ ହୋଇଅଛି।”
А дванаесте године робовања нашег, десетог месеца, петог дана дође к мени један који утече из Јерусалима, и рече: Узе се град.
22 ସେହି ପଳାତକ ଆସିବାର ପୂର୍ବେ ସନ୍ଧ୍ୟା ସମୟରେ ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଥିଲା; ଆଉ, ପ୍ରାତଃକାଳରେ ସେ ପଳାତକ ଆସିବା ପର୍ଯ୍ୟନ୍ତ ସେ ମୋର ମୁଖ ଫିଟାଇଥିଲେ; ତେବେଠାରୁ ମୋର ମୁଖ ଫିଟା ରହିଲା ଓ ଆଉ ମୁଁ ଘୁଙ୍ଗା ହୋଇ ରହିଲି ନାହିଁ।
А рука Господња дође нада ме увече пре него дође онај што побеже, и отвори ми уста докле онај дође к мени ујутру; отворише ми се уста, те више не ћутах.
23 ଏଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;
И дође ми реч Господња говорећи:
24 “ହେ ମନୁଷ୍ୟ-ସନ୍ତାନ, ଯେଉଁମାନେ ଇସ୍ରାଏଲ ଦେଶର, ସେହି ସକଳ ଉତ୍ସନ୍ନ ସ୍ଥାନରେ ବାସ କରନ୍ତି, ସେମାନେ କହୁଅଛନ୍ତି, ଅବ୍ରହାମ ଏକମାତ୍ର ଥିଲେ, ଆଉ ସେ ଦେଶ ଅଧିକାର କଲେ; ମାତ୍ର ଆମ୍ଭେମାନେ ଅନେକ ଲୋକ; ଆମ୍ଭମାନଙ୍କୁ ଏହି ଦେଶ ଅଧିକାରାର୍ଥେ ଦତ୍ତ ହୋଇଅଛି।
Сине човечји, који живе у оним пустолинама у земљи Израиљевој говоре и кажу: Аврам беше један, и наследи ову земљу; а нас је много; нама је дата ова земља у наследство.
25 ଏଥିପାଇଁ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ରକ୍ତ ସହିତ ମାଂସ ଖାଉଅଛ ଓ ଆପଣା ଆପଣା ପ୍ରତିମାଗଣ ପ୍ରତି ଦୃଷ୍ଟି ଟେକୁଅଛ ଓ ରକ୍ତପାତ କରୁଅଛ; ଆଉ, ତୁମ୍ଭେମାନେ କି ଦେଶ ଅଧିକାର କରିବ?
Зато им реци: Овако вели Господ Господ: Једете с крвљу, и очи своје подижете ка гадним боговима својим, и крв проливате, и хоћете да наследите земљу?
26 ତୁମ୍ଭେମାନେ ଆପଣା ଆପଣା ଖଡ୍ଗରେ ନିର୍ଭର କରୁଅଛ ଓ ଘୃଣାଯୋଗ୍ୟ କର୍ମ କରୁଅଛ ଓ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଅଶୁଚି କରୁଅଛ, ଆଉ ତୁମ୍ଭେମାନେ କି ଦେଶ ଅଧିକାର କରିବ?
Опирете се на мач свој, чините гадове, и скврните сваки жену ближњег свог, и хоћете да наследите земљу?
27 ଏହି ପ୍ରକାରେ ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଜୀବିତ ଥିବା ପ୍ରମାଣେ ଉତ୍ସନ୍ନ ସ୍ଥାନ ସକଳରେ ଥିବା ଲୋକମାନେ ନିଶ୍ଚୟ ଖଡ୍ଗ ଦ୍ୱାରା ପତିତ ହେବେ ଓ ଯେଉଁ ଜନ ପଡ଼ିଆରେ ଅଛି, ଆମ୍ଭେ ତାହାକୁ ଭକ୍ଷ୍ୟ ରୂପେ ପଶୁମାନଙ୍କୁ ଦେବା, ଆଉ ଯେଉଁମାନେ ଦୃଢ଼ ଦୁର୍ଗରେ ଓ ଗୁହାରେ ଥାʼନ୍ତି, ସେମାନେ ମହାମାରୀରେ ମରିବେ।
Овако им реци: Овако вели Господ Господ: Тако ја жив био, који су у пустолинама, пашће од мача; и који је у пољу, зверима ћу га дати да га изједу; а који су по градовима и по пећинама, од помора ће помрети.
28 ପୁଣି, ଆମ୍ଭେ ଦେଶକୁ ଧ୍ୱଂସିତ ଓ ବିସ୍ମୟର ସ୍ଥାନ କରିବା, ତହିଁରେ ତାହାର ପରାକ୍ରମର ଗର୍ବ ଲୁପ୍ତ ହେବ; ପୁଣି, ଇସ୍ରାଏଲର ପର୍ବତଗଣ ଧ୍ୱଂସିତ ହେବ, ତହିଁରେ କେହି ତହିଁ ମଧ୍ୟଦେଇ ଗମନ କରିବେ ନାହିଁ।
Тако ћу сасвим опустети ту земљу, и нестаће поноса силе њене, и опустеће горе Израиљеве да неће нико пролазити.
29 ଆମ୍ଭେ ସେମାନଙ୍କର କୃତ ସକଳ ଘୃଣାଯୋଗ୍ୟ କ୍ରିୟା ସକାଶୁ ଯେତେବେଳେ ଦେଶକୁ ଧ୍ୱଂସିତ ଓ ନିର୍ଜନ ସ୍ଥାନ କରିବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
И они ће познати да сам ја Господ кад земљу сасвим опустим за све гадове њихове што чинише.
30 ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ଲୋକଙ୍କର ସନ୍ତାନମାନେ କାନ୍ଥ ନିକଟରେ ଓ ଗୃହମାନଙ୍କର ସକଳ ଦ୍ୱାରଦେଶରେ ତୁମ୍ଭ ବିଷୟରେ କଥାବାର୍ତ୍ତା କରନ୍ତି, ଆଉ ପରସ୍ପର, ପ୍ରତ୍ୟେକେ ଆପଣା ଭ୍ରାତାକୁ କହନ୍ତି, ‘ଆସ, ଆମ୍ଭେମାନେ ସଦାପ୍ରଭୁଙ୍କଠାରୁ ଆଗତ କଥା ଶୁଣୁ।’
А о теби, сине човечји, синови народа твог казују о теби уза зидове и на вратима кућним, и говоре један другом, сваки брату свом, и веле: Ходите и чујте каква реч дође од Господа.
31 ପୁଣି, ସେମାନେ ଲୋକମାନଙ୍କ ପରି ତୁମ୍ଭ ନିକଟକୁ ଆସନ୍ତି ଓ ଆମ୍ଭ ଲୋକଙ୍କ ପରି ତୁମ୍ଭ ସମ୍ମୁଖରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ; କାରଣ ସେମାନେ ମୁଖରେ ବହୁତ ପ୍ରେମ ଦେଖାନ୍ତି, ମାତ୍ର ସେମାନଙ୍କର ଅନ୍ତଃକରଣ ସେମାନଙ୍କର ଲାଭର ଅନୁଗାମୀ ହୁଏ।
И долазе к теби као кад се народ скупља, и народ мој седа пред тобом, и слуша речи твоје, али их не извршује; у устима су им љупке, а срце њихово иде за својим лакомством.
32 ଆଉ ଦେଖ, ଯାହାର ମଧୁର ସ୍ୱର ଅଛି ଓ ଯେ ଉତ୍ତମ ରୂପେ ବାଦ୍ୟଯନ୍ତ୍ର ବଜାଇ ପାରେ, ଏପରି ଲୋକର ଅତି ମନୋହର ଗୀତ ସ୍ୱରୂପ ତୁମ୍ଭେ ସେମାନଙ୍କ ନିକଟରେ ଅଟ; କାରଣ ସେମାନେ ତୁମ୍ଭର କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ।
И гле, ти си им као љупка песма, као човек лепог гласа и који добро свира; слушају речи твоје, али их не извршују.
33 ପୁଣି, ଏହା ଯେତେବେଳେ ଘଟିବ, ଦେଖ, ଘଟିବାର ନିକଟ ହେଲାଣି, ସେତେବେଳେ ସେମାନଙ୍କ ମଧ୍ୟରେ ଯେ ଜଣେ ଭବିଷ୍ୟଦ୍ବକ୍ତା ଥିଲେ, ଏହା ସେମାନେ ଜାଣିବେ।”
Али кад то дође, а ево иде, онда ће познати да је био пророк међу њима.