< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 34 >

1 ଏଥିଉତ୍ତାରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;
וַיְהִ֥י דְבַר־יְהוָ֖ה אֵלַ֥י לֵאמֹֽר׃
2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପାଳକମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର ଓ ସେହି ପାଳକମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଇସ୍ରାଏଲର ଯେଉଁ ପାଳକମାନେ ଆପଣାମାନଙ୍କୁ ପାଳନ କରୁଅଛନ୍ତି, ସେମାନେ ସନ୍ତାପର ପାତ୍ର! ମେଷଗଣକୁ ପାଳନ କରିବାର କି ପାଳକମାନଙ୍କର କର୍ତ୍ତବ୍ୟ ନୁହେଁ?
בֶּן־אָדָ֕ם הִנָּבֵ֖א עַל־רוֹעֵ֣י יִשְׂרָאֵ֑ל הִנָּבֵ֣א וְאָמַרְתָּ֩ אֲלֵיהֶ֨ם לָרֹעִ֜ים כֹּ֥ה אָמַ֣ר ׀ אֲדֹנָ֣י יְהוִ֗ה ה֤וֹי רֹעֵֽי־יִשְׂרָאֵל֙ אֲשֶׁ֤ר הָיוּ֙ רֹעִ֣ים אוֹתָ֔ם הֲל֣וֹא הַצֹּ֔אן יִרְע֖וּ הָרֹעִֽים׃
3 ତୁମ୍ଭେମାନେ ମେଦ ଖାଉଅଛ ଓ ତୁମ୍ଭେମାନେ ମେଷର ଲୋମ ପରିଧାନ କରୁଅଛ, ତୁମ୍ଭେମାନେ ହୃଷ୍ଟପୁଷ୍ଟ ଜନ୍ତୁ ମାରୁଅଛ, ମାତ୍ର ତୁମ୍ଭେମାନେ ମେଷଗଣକୁ ପାଳନ କରୁ ନାହଁ।
אֶת־הַחֵ֤לֶב תֹּאכֵ֙לוּ֙ וְאֶת־הַצֶּ֣מֶר תִּלְבָּ֔שׁוּ הַבְּרִיאָ֖ה תִּזְבָּ֑חוּ הַצֹּ֖אן לֹ֥א תִרְעֽוּ׃
4 ତୁମ୍ଭେମାନେ ଅସୁସ୍ଥମାନଙ୍କୁ ସବଳ କରି ନାହଁ ଓ ପୀଡ଼ିତମାନଙ୍କର ଚିକିତ୍ସା କରି ନାହଁ ଓ ଭଗ୍ନାଙ୍ଗର କ୍ଷତ ବାନ୍ଧି ନାହଁ ଓ ଯେ ତାଡ଼ିତ ହେଲା, ତାହାକୁ ଫେରାଇ ଆଣି ନାହଁ, କିଅବା ଯେ ହଜିଗଲା, ତୁମ୍ଭେମାନେ ତାକୁ ଖୋଜି ନାହଁ; ମାତ୍ର ତୁମ୍ଭେମାନେ ବଳରେ ଓ କଠୋରତାରେ ସେମାନଙ୍କ ଉପରେ ଶାସନ କରିଅଛ।
אֶֽת־הַנַּחְלוֹת֩ לֹ֨א חִזַּקְתֶּ֜ם וְאֶת־הַחוֹלָ֣ה לֹֽא־רִפֵּאתֶ֗ם וְלַנִּשְׁבֶּ֙רֶת֙ לֹ֣א חֲבַשְׁתֶּ֔ם וְאֶת־הַנִּדַּ֙חַת֙ לֹ֣א הֲשֵׁבֹתֶ֔ם וְאֶת־הָאֹבֶ֖דֶת לֹ֣א בִקַּשְׁתֶּ֑ם וּבְחָזְקָ֛ה רְדִיתֶ֥ם אֹתָ֖ם וּבְפָֽרֶךְ׃
5 ପୁଣି, କେହି ପାଳକ ନ ଥିବାରୁ ସେମାନେ ଛିନ୍ନଭିନ୍ନ ହୋଇଗଲେ ଓ କ୍ଷେତ୍ରସ୍ଥ ପଶୁଗଣର ଖାଦ୍ୟ ହୋଇ ଛିନ୍ନଭିନ୍ନ ହେଲେ।
וַתְּפוּצֶ֖ינָה מִבְּלִ֣י רֹעֶ֑ה וַתִּהְיֶ֧ינָה לְאָכְלָ֛ה לְכָל־חַיַּ֥ת הַשָּׂדֶ֖ה וַתְּפוּצֶֽינָה׃
6 ଆମ୍ଭର ମେଷଗଣ ପର୍ବତ ସକଳରେ ଓ ପ୍ରତ୍ୟେକ ଉଚ୍ଚ ଗିରିରେ ଭ୍ରମଣ କଲେ; ହଁ, ଆମ୍ଭର ମେଷମାନେ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ ହୋଇଗଲେ; ପୁଣି, ସେମାନଙ୍କୁ ଖୋଜିବାକୁ ଓ ସେମାନଙ୍କର ପଛେ ପଛେ ଅନୁସନ୍ଧାନ କରିବାକୁ କେହି ନ ଥିଲା।
יִשְׁגּ֤וּ צֹאנִי֙ בְּכָל־הֶ֣הָרִ֔ים וְעַ֖ל כָּל־גִּבְעָ֣ה רָמָ֑ה וְעַ֨ל כָּל־פְּנֵ֤י הָאָ֙רֶץ֙ נָפֹ֣צוּ צֹאנִ֔י וְאֵ֥ין דּוֹרֵ֖שׁ וְאֵ֥ין מְבַקֵּֽשׁ׃
7 ଏହେତୁ ହେ ପାଳକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
לָכֵ֣ן רֹעִ֔ים שִׁמְע֖וּ אֶת־דְּבַ֥ר יְהוָֽה׃
8 ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ, ନିଶ୍ଚୟ କେହି ପାଳକ ନ ଥିବାରୁ ଆମ୍ଭର ମେଷମାନେ ଲୁଟିତ ହେଲେ ଓ ଆମ୍ଭର ମେଷମାନେ କ୍ଷେତ୍ରସ୍ଥ ପଶୁସକଳର ଖାଦ୍ୟ ହେଲେ, ପୁଣି, ଆମ୍ଭର ପାଳକଗଣ ଆମ୍ଭର ମେଷମାନଙ୍କୁ ଖୋଜିଲେ ନାହିଁ, ମାତ୍ର ପାଳକଗଣ ଆପଣାମାନଙ୍କୁ ପାଳନ କରି ଆମ୍ଭ ମେଷମାନଙ୍କୁ ପାଳନ କଲେ ନାହିଁ;
חַי־אָ֜נִי נְאֻ֣ם ׀ אֲדֹנָ֣י יְהוִ֗ה אִם־לֹ֣א יַ֣עַן הֱיֽוֹת־צֹאנִ֣י ׀ לָבַ֡ז וַתִּֽהְיֶינָה֩ צֹאנִ֨י לְאָכְלָ֜ה לְכָל־חַיַּ֤ת הַשָּׂדֶה֙ מֵאֵ֣ין רֹעֶ֔ה וְלֹֽא־דָרְשׁ֥וּ רֹעַ֖י אֶת־צֹאנִ֑י וַיִּרְע֤וּ הָֽרֹעִים֙ אוֹתָ֔ם וְאֶת־צֹאנִ֖י לֹ֥א רָעֽוּ׃ ס
9 ଏଥିପାଇଁ ହେ ପାଳକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
לָכֵן֙ הָֽרֹעִ֔ים שִׁמְע֖וּ דְּבַר־יְהוָֽה׃
10 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ପାଳକମାନଙ୍କର ପ୍ରତିକୂଳ ଅଟୁ; ଆମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭ ମେଷଗଣକୁ ଆଦାୟ କରିବା, ଆଉ ସେମାନଙ୍କୁ ମେଷପାଳନ କର୍ମରୁ ଚ୍ୟୁତ କରିବା ଓ ସେହି ପାଳକମାନେ ଆଉ ଆପଣାମାନଙ୍କୁ ପାଳନ କରିବେ ନାହିଁ; ପୁଣି, ସେମାନଙ୍କ ମୁଖରୁ ଆମ୍ଭେ ଆମ୍ଭର ମେଷଗଣକୁ ଉଦ୍ଧାର କରିବା, ତହିଁରେ ସେମାନେ ସେମାନଙ୍କ ପାଇଁ ଭକ୍ଷ୍ୟ ହେବେ ନାହିଁ।
כֹּה־אָמַ֞ר אֲדֹנָ֣י יְהוִ֗ה הִנְנִ֨י אֶֽל־הָרֹעִ֜ים וְֽדָרַשְׁתִּ֧י אֶת־צֹאנִ֣י מִיָּדָ֗ם וְהִשְׁבַּתִּים֙ מֵרְע֣וֹת צֹ֔אן וְלֹא־יִרְע֥וּ ע֛וֹד הָרֹעִ֖ים אוֹתָ֑ם וְהִצַּלְתִּ֤י צֹאנִי֙ מִפִּיהֶ֔ם וְלֹֽא־תִהְיֶ֥יןָ לָהֶ֖ם לְאָכְלָֽה׃ ס
11 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ନିଜେ, ଆମ୍ଭେ ହିଁ ନିଜ ମେଷଗଣର ଅନ୍ୱେଷଣ କରି ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରିବା।
כִּ֛י כֹּ֥ה אָמַ֖ר אֲדֹנָ֣י יְהוִ֑ה הִנְנִי־אָ֕נִי וְדָרַשְׁתִּ֥י אֶת־צֹאנִ֖י וּבִקַּרְתִּֽים׃
12 କୌଣସି ପାଳକ ଆପଣା ଛିନ୍ନଭିନ୍ନ ମେଷଗଣର ମଧ୍ୟରେ ଥିବା ଦିନ ଯେପରି ଆପଣା ପଲର ତତ୍ତ୍ୱାନୁସନ୍ଧାନ କରେ, ସେହିପରି ଆମ୍ଭେ ଆପଣା ମେଷଗଣର ତତ୍ତ୍ୱାନୁସନ୍ଧାନ କରିବା; ଆଉ, ମେଘାଚ୍ଛନ୍ନ ଓ ଅନ୍ଧକାର ଦିନରେ ସେମାନେ ଯେଉଁ ଯେଉଁ ସ୍ଥାନରେ ଛିନ୍ନଭିନ୍ନ ହୋଇଅଛନ୍ତି, ସେହି ସକଳ ସ୍ଥାନରୁ ସେମାନଙ୍କୁ ଉଦ୍ଧାର କରିବା।
כְּבַקָּרַת֩ רֹעֶ֨ה עֶדְר֜וֹ בְּיוֹם־הֱיוֹת֤וֹ בְתוֹךְ־צֹאנוֹ֙ נִפְרָשׁ֔וֹת כֵּ֖ן אֲבַקֵּ֣ר אֶת־צֹאנִ֑י וְהִצַּלְתִּ֣י אֶתְהֶ֗ם מִכָּל־הַמְּקוֹמֹת֙ אֲשֶׁ֣ר נָפֹ֣צוּ שָׁ֔ם בְּי֥וֹם עָנָ֖ן וַעֲרָפֶֽל׃
13 ଆଉ, ଆମ୍ଭେ ନାନା ଗୋଷ୍ଠୀୟମାନଙ୍କ ମଧ୍ୟରୁ ସେମାନଙ୍କୁ ବାହାର କରି ଆଣିବା ଓ ନାନା ଦେଶରୁ ସେମାନଙ୍କୁ ସଂଗ୍ରହ କରି ସେମାନଙ୍କୁ ନିଜ ଦେଶକୁ ଆଣିବା, ପୁଣି ଆମ୍ଭେ ସେମାନଙ୍କୁ ଇସ୍ରାଏଲର ପର୍ବତ ସକଳରେ, ଜଳପ୍ରବାହର ନିକଟରେ ଓ ଦେଶର ସକଳ ବସତି ସ୍ଥାନରେ ଚରାଇବା।
וְהוֹצֵאתִ֣ים מִן־הָעַמִּ֗ים וְקִבַּצְתִּים֙ מִן־הָ֣אֲרָצ֔וֹת וַהֲבִיאֹתִ֖ים אֶל־אַדְמָתָ֑ם וּרְעִיתִים֙ אֶל־הָרֵ֣י יִשְׂרָאֵ֔ל בָּאֲפִיקִ֕ים וּבְכֹ֖ל מוֹשְׁבֵ֥י הָאָֽרֶץ׃
14 ଆମ୍ଭେ ଉତ୍ତମ ଚରାଣୀ ସ୍ଥାନରେ ସେମାନଙ୍କୁ ଚରାଇବା, ପୁଣି ଇସ୍ରାଏଲର ଉଚ୍ଚସ୍ଥଳୀର ପର୍ବତଗଣର ଉପରେ ସେମାନଙ୍କର ଖୁଆଡ଼ ହେବ; ସେହି ସ୍ଥାନରେ ସେମାନେ ଉତ୍ତମ ଖୁଆଡ଼ ମଧ୍ୟରେ ଶୟନ କରିବେ ଓ ଇସ୍ରାଏଲର ପର୍ବତମାନର ଉପରେ ପୁଷ୍ଟିକର ଚରାଣୀ ସ୍ଥାନରେ ସେମାନେ ଚରିବେ।
בְּמִרְעֶה־טּוֹב֙ אֶרְעֶ֣ה אֹתָ֔ם וּבְהָרֵ֥י מְרֽוֹם־יִשְׂרָאֵ֖ל יִהְיֶ֣ה נְוֵהֶ֑ם שָׁ֤ם תִּרְבַּ֙צְנָה֙ בְּנָ֣וֶה טּ֔וֹב וּמִרְעֶ֥ה שָׁמֵ֛ן תִּרְעֶ֖ינָה אֶל־הָרֵ֥י יִשְׂרָאֵֽל׃
15 ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ନିଜେ ଆପଣା ମେଷଗଣକୁ ଚରାଇବା ଓ ଆମ୍ଭେ ସେମାନଙ୍କୁ ଶୟନ କରାଇବା।
אֲנִ֨י אֶרְעֶ֤ה צֹאנִי֙ וַאֲנִ֣י אַרְבִּיצֵ֔ם נְאֻ֖ם אֲדֹנָ֥י יְהוִֽה׃
16 ଯେ ହଜିଥିଲା, ଆମ୍ଭେ ତାହାର ଅନ୍ଵେଷଣ କରିବା ଓ ଯେ ତାଡ଼ିତ ହୋଇଥିଲା, ତାହାକୁ ପୁନର୍ବାର ଆଣିବା, ପୁଣି, ଭଗ୍ନାଙ୍ଗର କ୍ଷତ ବାନ୍ଧିବା ଓ ପୀଡ଼ିତକୁ ସବଳ କରିବା, ଆଉ ହୃଷ୍ଟପୁଷ୍ଟ ଓ ବଳବାନକୁ ସଂହାର କରିବା; ଆମ୍ଭେ ନ୍ୟାୟମତେ ସେମାନଙ୍କୁ ପାଳନ କରିବା।
אֶת־הָאֹבֶ֤דֶת אֲבַקֵּשׁ֙ וְאֶת־הַנִּדַּ֣חַת אָשִׁ֔יב וְלַנִּשְׁבֶּ֣רֶת אֶחֱבֹ֔שׁ וְאֶת־הַחוֹלָ֖ה אֲחַזֵּ֑ק וְאֶת־הַשְּׁמֵנָ֧ה וְאֶת־הַחֲזָקָ֛ה אַשְׁמִ֖יד אֶרְעֶ֥נָּה בְמִשְׁפָּֽט׃
17 ପୁଣି, ହେ ଆମ୍ଭର ପଲ, ତୁମ୍ଭମାନଙ୍କ ବିଷୟରେ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ପଶୁ ଓ ପଶୁର ମଧ୍ୟରେ, ମେଷ ଓ ଛାଗଗଣର ମଧ୍ୟରେ ବିଚାର କରୁ।
וְאַתֵּ֣נָה צֹאנִ֔י כֹּ֥ה אָמַ֖ר אֲדֹנָ֣י יְהוִ֑ה הִנְנִ֤י שֹׁפֵט֙ בֵּֽין־שֶׂ֣ה לָשֶׂ֔ה לָאֵילִ֖ים וְלָעַתּוּדִֽים׃
18 ଉତ୍ତମ ଚରାଣୀ ସ୍ଥାନରେ ଚରିବାର, ମାତ୍ର ଚରାଣୀର ଅବଶିଷ୍ଟାଂଶ ପାଦ ତଳେ ଦଳିବାର ଓ ନିର୍ମଳ ଜଳ ପାନ କରିବାର, ମାତ୍ର ତହିଁର ଅବଶିଷ୍ଟାଂଶ ଆପଣା ପାଦରେ ଗୋଳିଆ କରିବାର, ଏହା କି ତୁମ୍ଭମାନଙ୍କୁ କ୍ଷୁଦ୍ର ବିଷୟ ଦିଶୁଅଛି?
הַמְעַ֣ט מִכֶּ֗ם הַמִּרְעֶ֤ה הַטּוֹב֙ תִּרְע֔וּ וְיֶ֙תֶר֙ מִרְעֵיכֶ֔ם תִּרְמְס֖וּ בְּרַגְלֵיכֶ֑ם וּמִשְׁקַע־מַ֣יִם תִּשְׁתּ֔וּ וְאֵת֙ הַנּ֣וֹתָרִ֔ים בְּרַגְלֵיכֶ֖ם תִּרְפֹּשֽׂוּן׃
19 ମାତ୍ର ତୁମ୍ଭେମାନେ ଯାହା ପାଦରେ ଦଳିଅଛ, ଆମ୍ଭର ମେଷଗଣ ତାହା ଭୋଜନ କରନ୍ତି ଓ ଯାହା ତୁମ୍ଭେମାନେ ପାଦରେ ଗୋଳିଆ କରିଅଛ, ତାହା ସେମାନେ ପାନ କରନ୍ତି।
וְצֹאנִ֑י מִרְמַ֤ס רַגְלֵיכֶם֙ תִּרְעֶ֔ינָה וּמִרְפַּ֥שׂ רַגְלֵיכֶ֖ם תִּשְׁתֶּֽינָה׃ ס
20 ଏହେତୁ ସେମାନଙ୍କୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ ଆମ୍ଭେ, ଆମ୍ଭେ ହିଁ ହୃଷ୍ଟପୁଷ୍ଟ ମେଣ୍ଢା ଓ କ୍ଷୀଣ ମେଣ୍ଢା ମଧ୍ୟରେ ବିଚାର କରିବା।
לָכֵ֗ן כֹּ֥ה אָמַ֛ר אֲדֹנָ֥י יְהוִ֖ה אֲלֵיהֶ֑ם הִנְנִי־אָ֕נִי וְשָֽׁפַטְתִּי֙ בֵּֽין־שֶׂ֣ה בִרְיָ֔ה וּבֵ֥ין שֶׂ֖ה רָזָֽה׃
21 ତୁମ୍ଭେମାନେ ପାର୍ଶ୍ୱରେ ଓ ସ୍କନ୍ଧରେ ପୀଡ଼ିତମାନଙ୍କୁ ଠେଲି ଦେଉଅଛ ଓ ବାହାରେ ସେମାନଙ୍କୁ ଛିନ୍ନଭିନ୍ନ ନ କରିବା ପର୍ଯ୍ୟନ୍ତ ସେସମସ୍ତଙ୍କୁ ଆପଣା ଶୃଙ୍ଗରେ ପେଲି ଦେଉଅଛ;
יַ֗עַן בְּצַ֤ד וּבְכָתֵף֙ תֶּהְדֹּ֔פוּ וּבְקַרְנֵיכֶ֥ם תְּנַגְּח֖וּ כָּל־הַנַּחְל֑וֹת עַ֣ד אֲשֶׁ֧ר הֲפִיצוֹתֶ֛ם אוֹתָ֖נָה אֶל־הַחֽוּצָה׃
22 ଏଥିପାଇଁ ଆମ୍ଭେ ଆପଣା ପଲକୁ ରକ୍ଷା କରିବା, ତହିଁରେ ସେମାନେ ଆଉ ଲୁଟିତ ହେବେ ନାହିଁ; ପୁଣି, ଆମ୍ଭେ ମେଷର ଓ ମେଷର ମଧ୍ୟରେ ବିଚାର କରିବା।
וְהוֹשַׁעְתִּ֣י לְצֹאנִ֔י וְלֹֽא־תִהְיֶ֥ינָה ע֖וֹד לָבַ֑ז וְשָׁ֣פַטְתִּ֔י בֵּ֥ין שֶׂ֖ה לָשֶֽׂה׃
23 ଆଉ, ଆମ୍ଭେ ସେମାନଙ୍କ ଉପରେ ଏକ ପାଳକ, ଅର୍ଥାତ୍‍, ଆମ୍ଭର ଦାସ ଦାଉଦଙ୍କୁ ନିଯୁକ୍ତ କରିବା, ତହିଁରେ ସେ ସେମାନଙ୍କୁ ଚରାଇବ ଓ ସେ ସେମାନଙ୍କର ପାଳକ ହେବ।
וַהֲקִמֹתִ֨י עֲלֵיהֶ֜ם רֹעֶ֤ה אֶחָד֙ וְרָעָ֣ה אֶתְהֶ֔ן אֵ֖ת עַבְדִּ֣י דָוִ֑יד ה֚וּא יִרְעֶ֣ה אֹתָ֔ם וְהֽוּא־יִהְיֶ֥ה לָהֶ֖ן לְרֹעֶֽה׃
24 ପୁଣି, ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ହେବା ଓ ଆମ୍ଭର ଦାସ ଦାଉଦ ସେମାନଙ୍କ ମଧ୍ୟରେ ଅଧିପତି ହେବ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।
וַאֲנִ֣י יְהוָ֗ה אֶהְיֶ֤ה לָהֶם֙ לֵֽאלֹהִ֔ים וְעַבְדִּ֥י דָוִ֖ד נָשִׂ֣יא בְתוֹכָ֑ם אֲנִ֥י יְהוָ֖ה דִּבַּֽרְתִּי׃
25 ଆଉ, ଆମ୍ଭେ ସେମାନଙ୍କ ପକ୍ଷରେ ଶାନ୍ତିର ନିୟମ ସ୍ଥିର କରିବା ଓ ହିଂସ୍ରକ ପଶୁଗଣକୁ ଦେଶରୁ ଶେଷ କରିବା; ତହିଁରେ ସେମାନେ ନିରାପଦରେ ପ୍ରାନ୍ତରରେ ବାସ କରିବେ ଓ ବନରେ ଶୟନ କରିବେ।
וְכָרַתִּ֤י לָהֶם֙ בְּרִ֣ית שָׁל֔וֹם וְהִשְׁבַּתִּ֥י חַיָּֽה־רָעָ֖ה מִן־הָאָ֑רֶץ וְיָשְׁב֤וּ בַמִּדְבָּר֙ לָבֶ֔טַח וְיָשְׁנ֖וּ בַּיְּעָרִֽים׃
26 ପୁଣି, ଆମ୍ଭେ ସେମାନଙ୍କୁ ଓ ଆମ୍ଭ ପର୍ବତର ଚତୁର୍ଦ୍ଦିଗସ୍ଥିତ ସ୍ଥାନକୁ ଆଶୀର୍ବାଦ ସ୍ୱରୂପ କରିବା; ଆଉ, ଆମ୍ଭେ ଯଥା ସମୟରେ ଜଳଧାରା ବର୍ଷାଇବା; ତାହା ଆଶୀର୍ବାଦର ଜଳଧାରା ହେବ।
וְנָתַתִּ֥י אוֹתָ֛ם וּסְבִיב֥וֹת גִּבְעָתִ֖י בְּרָכָ֑ה וְהוֹרַדְתִּ֤י הַגֶּ֙שֶׁם֙ בְּעִתּ֔וֹ גִּשְׁמֵ֥י בְרָכָ֖ה יִֽהְיֽוּ׃
27 ଆଉ, କ୍ଷେତ୍ରସ୍ଥ ବୃକ୍ଷଗୁଡ଼ିକ ଫଳ ଉତ୍ପନ୍ନ କରିବେ ଓ ଭୂମି ଶସ୍ୟଗୁଡ଼ିକ ଉତ୍ପନ୍ନ କରିବ, ପୁଣି, ସେମାନେ ଆପଣାମାନଙ୍କ ଦେଶରେ ନିରାପଦରେ ରହିବେ; ଆଉ, ଆମ୍ଭେ ସେମାନଙ୍କ ଯୁଆଳିର ଖିଲ ଭାଙ୍ଗିଲେ ଓ ସେମାନଙ୍କୁ ଦାସତ୍ୱ କରାଇବା ଲୋକମାନଙ୍କ ହସ୍ତରୁ ଉଦ୍ଧାର କଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
וְנָתַן֩ עֵ֨ץ הַשָּׂדֶ֜ה אֶת־פִּרְי֗וֹ וְהָאָ֙רֶץ֙ תִּתֵּ֣ן יְבוּלָ֔הּ וְהָי֥וּ עַל־אַדְמָתָ֖ם לָבֶ֑טַח וְֽיָדְע֞וּ כִּי־אֲנִ֣י יְהוָ֗ה בְּשִׁבְרִי֙ אֶת־מֹט֣וֹת עֻלָּ֔ם וְהִ֨צַּלְתִּ֔ים מִיַּ֖ד הָעֹבְדִ֥ים בָּהֶֽם׃
28 ପୁଣି, ସେମାନେ ଆଉ ଅନ୍ୟଦେଶୀୟମାନଙ୍କର ଲୁଟ ସ୍ୱରୂପ ହେବେ ନାହିଁ, କିଅବା ପୃଥିବୀସ୍ଥ ପଶୁମାନେ ସେମାନଙ୍କୁ ଗ୍ରାସ କରିବେ ନାହିଁ; ମାତ୍ର ସେମାନେ ନିରାପଦରେ ବାସ କରିବେ ଓ କେହି ସେମାନଙ୍କୁ ଭୟ ଦେଖାଇବେ ନାହିଁ।
וְלֹא־יִהְי֨וּ ע֥וֹד בַּז֙ לַגּוֹיִ֔ם וְחַיַּ֥ת הָאָ֖רֶץ לֹ֣א תֹאכְלֵ֑ם וְיָשְׁב֥וּ לָבֶ֖טַח וְאֵ֥ין מַחֲרִֽיד׃
29 ପୁଣି, ଆମ୍ଭେ ସେମାନଙ୍କର ସୁଖ୍ୟାତି ନିମନ୍ତେ ଏକ ଉଦ୍ୟାନ ଉତ୍ପନ୍ନ କରିବା, ତହିଁରେ ସେମାନେ ଦେଶରେ ଦୁର୍ଭିକ୍ଷ ସକାଶୁ ଆଉ କ୍ଷୟ ପାଇବେ ନାହିଁ, କିଅବା ଅନ୍ୟଦେଶୀୟମାନଙ୍କର ଅପମାନ ଆଉ ଭୋଗ କରିବେ ନାହିଁ।
וַהֲקִמֹתִ֥י לָהֶ֛ם מַטָּ֖ע לְשֵׁ֑ם וְלֹֽא־יִהְי֨וּ ע֜וֹד אֲסֻפֵ֤י רָעָב֙ בָּאָ֔רֶץ וְלֹֽא־יִשְׂא֥וּ ע֖וֹד כְּלִמַּ֥ת הַגּוֹיִֽם׃
30 ତହିଁରେ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଯେ ସେମାନଙ୍କର ସହବର୍ତ୍ତୀ ଅଟୁ ଓ ସେମାନେ, ଅର୍ଥାତ୍‍, ଇସ୍ରାଏଲ ବଂଶ ଯେ ଆମ୍ଭର ଲୋକ ଅଟନ୍ତି, ଏହା ସେମାନେ ଜାଣିବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
וְיָדְע֗וּ כִּ֣י אֲנִ֧י יְהוָ֛ה אֱלֹהֵיהֶ֖ם אִתָּ֑ם וְהֵ֗מָּה עַמִּי֙ בֵּ֣ית יִשְׂרָאֵ֔ל נְאֻ֖ם אֲדֹנָ֥י יְהוִֽה׃
31 ପୁଣି, ଆମ୍ଭର ମେଷ, ଆମ୍ଭର ଚରାଣୀ ସ୍ଥାନର ମେଷ ଯେ ତୁମ୍ଭେମାନେ, ତୁମ୍ଭେମାନେ ମନୁଷ୍ୟ ଅଟ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
וְאַתֵּ֥ן צֹאנִ֛י צֹ֥אן מַרְעִיתִ֖י אָדָ֣ם אַתֶּ֑ם אֲנִי֙ אֱלֹ֣הֵיכֶ֔ם נְאֻ֖ם אֲדֹנָ֥י יְהוִֽה׃ פ

< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 34 >