< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 35 >

1 ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;
LA parola del Signore mi fu ancora [indirizzata], dicendo:
2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସେୟୀର ପର୍ବତ ବିରୁଦ୍ଧରେ ମୁଖ ରଖ ଓ ତାହା ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ତାହାକୁ କୁହ,
Figliuol d'uomo, volgi la tua faccia verso il monte di Seir, e profetizza contro ad esso, e digli:
3 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସେୟୀର ପର୍ବତ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ ତୁମ୍ଭକୁ ଧ୍ୱଂସ ଓ ଶୂନ୍ୟର ସ୍ଥାନ କରିବା।
Così ha detto il Signore Iddio: Eccomi a te, o monte di Seir, e stenderò la mia mano sopra te, e ti ridurrò in desolazione, e in deserto.
4 ଆମ୍ଭେ ତୁମ୍ଭର ନଗରସବୁ ଶୂନ୍ୟ କରିବା ଓ ତୁମ୍ଭେ ଧ୍ୱଂସସ୍ଥାନ ହେବ, ଆଉ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ।
Io metterò le tue città in deserto, e tu sarai desolato, e conoscerai che io [sono] il Signore.
5 ତୁମ୍ଭର ଚିରକାଳ ଶତ୍ରୁତାଭାବ ଅଛି ଓ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ବିପଦ ସମୟରେ, ଅର୍ଥାତ୍‍, ସେମାନଙ୍କର ଶେଷ ଅଧର୍ମର ସମୟରେ ଖଡ୍ଗର ପରାକ୍ରମରେ ସେମାନଙ୍କୁ ସମର୍ପଣ କରିଅଛ;
Perciocchè tu hai avuta nimicizia antica, ed hai atterrati i figliuoli d'Israele per la spada, nel tempo della lor calamità, nel tempo del colmo dell'iniquità.
6 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭକୁ ରକ୍ତପାତ ନିମନ୍ତେ ପ୍ରସ୍ତୁତ କରିବା ଓ ରକ୍ତ ତୁମ୍ଭ ପଛେ ପଛେ ଗୋଡ଼ାଇବ; ତୁମ୍ଭେ ରକ୍ତ ଘୃଣା କରି ନାହଁ, ଏଥିପାଇଁ ରକ୍ତ ତୁମ୍ଭ ପଛେ ପଛେ ଗୋଡ଼ାଇବ।
Perciò, [come] io vivo, dice il Signore Iddio, io ti metterò tutto in sangue, e il sangue ti perseguiterà; se tu non hai avuto in odio il sangue, il sangue altresì ti perseguiterà.
7 ଏହି ପ୍ରକାର ଆମ୍ଭେ ସେୟୀର ପର୍ବତକୁ ଶୂନ୍ୟ ଓ ଧ୍ୱଂସର ସ୍ଥାନ କରିବା ଓ ଆମ୍ଭେ ତହିଁ ମଧ୍ୟଦେଇ ଗମନକାରୀକୁ ଓ ଫେରିବା ଲୋକକୁ ଉଚ୍ଛିନ୍ନ କରିବା।
E metterò il monte di Seir in desolazione, e in deserto; e farò che non vi sarà più chi vada, nè chi venga.
8 ପୁଣି, ଆମ୍ଭେ ତାହାର ହତ ଲୋକରେ ତାହାର ପର୍ବତଗଣକୁ ପୂର୍ଣ୍ଣ କରିବା; ତୁମ୍ଭର ଉପପର୍ବତରେ ଓ ଉପତ୍ୟକାରେ ଓ ଜଳପ୍ରବାହ ସ୍ଥାନରେ ଖଡ୍ଗ ଦ୍ୱାରା ହତ ଲୋକମାନେ ପତିତ ହେବେ।
Ed empierò i suoi monti de' suoi uccisi; gli uccisi con la spada caderanno sopra i tuoi colli, nelle tue valli, e per tutte le tue pendici.
9 ଆମ୍ଭେ ତୁମ୍ଭକୁ ସଦାକାଳ ଧ୍ୱଂସସ୍ଥାନ କରିବା ଓ ତୁମ୍ଭର ନଗରସକଳ ନିବାସୀହୀନ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Io ti ridurrò in deserti eterni, e le tue città non saranno [giammai più] ristorate; e voi conoscerete che io [sono] il Signore.
10 ସେସ୍ଥାନରେ ସଦାପ୍ରଭୁ ଥିଲେ ହେଁ ତୁମ୍ଭେ କହିଅଛ, ‘ଏହି ଦୁଇ ଗୋଷ୍ଠୀ ଓ ଏହି ଦୁଇ ଦେଶ ମୋʼ ର ହେବ’ ଓ ଆମ୍ଭେମାନେ ତାହା ଅଧିକାର କରିବା,
Perciocchè tu hai detto: Quelle due nazioni, e que' due paesi saranno miei; e noi le possederemo (benchè il Signore sia stato quivi);
11 ଏହେତୁ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭେ ଆପଣା ଘୃଣାଭାବ ସକାଶୁ ସେମାନଙ୍କ ପ୍ରତି ଯେପରି କରିଅଛ, ଆମ୍ଭେ ତୁମ୍ଭର ସେହି କ୍ରୋଧ ଓ ସେହି ଈର୍ଷାନୁସାରେ ତୁମ୍ଭ ପ୍ରତି କର୍ମ କରିବା ଓ ଆମ୍ଭେ ଯେତେବେଳେ ତୁମ୍ଭର ବିଚାର କରିବା, ସେତେବେଳେ ସେମାନଙ୍କ ମଧ୍ୟରେ ଆପଣାର ପରିଚୟ ଦେବା।
perciò, [come] io vivo, dice il Signore Iddio, io opererò secondo la tua ira, e secondo la tua gelosia, onde hai prodotti gli effetti, per lo grande odio tuo contro a loro; e sarò conosciuto fra loro, quando ti avrò giudicato.
12 ଆଉ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ବିରୁଦ୍ଧରେ ଯେଉଁ ସକଳ ନିନ୍ଦାର କଥା କହିଅଛ, ଅର୍ଥାତ୍‍, ‘ସେହି ସବୁ ଧ୍ୱଂସସ୍ଥାନ ଓ ସେହି ସବୁ ଗ୍ରାସାର୍ଥେ ଆମ୍ଭମାନଙ୍କୁ ଦତ୍ତ ହୋଇଅଛି ବୋଲି କହିଅଛ, ତାହା ଆମ୍ଭେ ସଦାପ୍ରଭୁ ଯେ ଶୁଣିଅଛୁ, ଏହା ତୁମ୍ଭେ ଜାଣିବ।’
E tu conoscerai che io, il Signore, ho udito tutti i tuoi oltraggi, che tu hai detti contro a' monti d'Israele, dicendo: Eglino son deserti, ci son dati per divorar[li];
13 ପୁଣି, ତୁମ୍ଭେମାନେ ଆପଣା ମୁଖରେ ଆମ୍ଭ ବିରୁଦ୍ଧରେ ଆପଣାମାନଙ୍କୁ ବଡ଼ କରିଅଛ ଓ ଆମ୍ଭ ବିରୁଦ୍ଧରେ କଥା ବଢ଼ାଇଅଛ; ଆମ୍ଭେ ତାହା ଶୁଣିଅଛୁ।
e che altresì ho udito [come] voi vi siete magnificati contro a me con la vostra bocca, e avete moltiplicate le vostre parole contro a me.
14 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସମୁଦାୟ ପୃଥିବୀର ଆନନ୍ଦ କାଳରେ ଆମ୍ଭେ ତୁମ୍ଭକୁ ଧ୍ୱଂସ କରିବା।
Così ha detto il Signore Iddio: Quando tutta la terra si rallegrerà, io ti ridurrò in desolazione.
15 ଇସ୍ରାଏଲ ବଂଶର ଅଧିକାର ଧ୍ୱଂସ ହେବାରୁ ତୁମ୍ଭେ ଯେପରି ଆନନ୍ଦ କରିଥିଲ, ସେହିପରି ଆମ୍ଭେ ତୁମ୍ଭ ପ୍ରତି କରିବା; ହେ ସେୟୀର ପର୍ବତ, ହେ ସମୁଦାୟ ଇଦୋମ, ତୁମ୍ଭେ ଧ୍ୱଂସ ହେବ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ; ଏହା ଲୋକମାନେ ଜାଣିବେ।”
Siccome tu ti sei rallegrato per l'eredità della casa d'Israele, per ciò ch'era deserta; così ancora io opererò inverso te; tu sarai desolato, o monte di Seir; anzi Edom tutto quanto; e si conoscerà che io [sono] il Signore.

< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 35 >