< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 36 >

1 “ଆଉ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପର୍ବତଗଣକୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ହେ ଇସ୍ରାଏଲର ପର୍ବତଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।
Y tú, o! hijo del hombre, profetiza sobre los montes de Israel, y dí: Montes de Israel, oíd palabra de Jehová.
2 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଶତ୍ରୁ ତୁମ୍ଭ ବିରୁଦ୍ଧରେ କହିଅଛି, ‘ଭଲ ହେଲା, ଭଲ ହେଲା! ଓ ସେହି ପ୍ରାଚୀନ ଉଚ୍ଚସ୍ଥଳୀସକଳ ଆମ୍ଭମାନଙ୍କର ଅଧିକୃତ ହେଲା,’
Así dijo el Señor Jehová: Por cuanto el enemigo dijo sobre vosotros: Hala; también las alturas perpetuas nos han sido por heredad:
3 ଏଥିପାଇଁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭମାନଙ୍କୁ ଗୋଷ୍ଠୀୟମାନଙ୍କ ଅବଶିଷ୍ଟାଂଶ ଅଧିକାର କରିବା ପାଇଁ ଲୋକମାନେ ତୁମ୍ଭମାନଙ୍କୁ ଧ୍ୱଂସ ଓ ଚତୁର୍ଦ୍ଦିଗରେ ଗ୍ରାସ କରିଅଛନ୍ତି, ଆଉ ତୁମ୍ଭେମାନେ ବକୁଆମାନଙ୍କ ଓଷ୍ଠଗତ ଓ ଲୋକମାନଙ୍କ ନିନ୍ଦାର ପାତ୍ର ହୋଇଅଛ;
Por tanto profetiza, y dí: Así dijo el Señor Jehová: Por cuanto, por cuanto asolándoos y tragándoos de todas partes, para que fueseis heredad a las otras gentes, habéis subido en bocas de lenguas, e infamia del pueblo:
4 ଏହେତୁ ହେ ଇସ୍ରାଏଲର ପର୍ବତଗଣ, ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ଇସ୍ରାଏଲର ଯେସକଳ ପର୍ବତ ଓ ଉପପର୍ବତଗଣ, ଜଳପ୍ରବାହ ଓ ଉପତ୍ୟକାସକଳ, ଧ୍ୱଂସ ଶୂନ୍ୟସ୍ଥାନସକଳ ଓ ତ୍ୟକ୍ତ ନଗରସମୂହ, ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀୟମାନଙ୍କର ଅବଶିଷ୍ଟାଂଶର ପ୍ରତି ଲୁଟିତ ଦ୍ରବ୍ୟ ଓ ହାସ୍ୟାସ୍ପଦ ହୋଇଅଛି, ସେହି ସବୁକୁ ସଦାପ୍ରଭୁ ଏହି କଥା କହନ୍ତି;
Por tanto, montes de Israel, oíd palabra del Señor Jehová: Así dijo el Señor Jehová a los montes, y a los collados, a los arroyos, y a los valles, a las ruinas y asolamientos, y a las ciudades desamparadas que fueron puestas a saco, y en escarnio a las otras gentes al derredor:
5 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେଉଁମାନେ ଆପଣାମାନଙ୍କ ସର୍ବାନ୍ତଃକରଣର ଆନନ୍ଦରେ ଓ ପ୍ରାଣର ଈର୍ଷାରେ, ଲୁଟିତ ଦ୍ରବ୍ୟ ରୂପେ ନିକ୍ଷେପ କରିବା ପାଇଁ ଆମ୍ଭ ଦେଶକୁ ଆପଣାମାନଙ୍କର ଅଧିକାର ବୋଲି ନିରୂପଣ କରିଅଛନ୍ତି, ଗୋଷ୍ଠୀୟମାନଙ୍କର ସେହି ଅବଶିଷ୍ଟାଂଶର ବିରୁଦ୍ଧରେ ଓ ସମୁଦାୟ ଇଦୋମର ବିରୁଦ୍ଧରେ ଆମ୍ଭେ ନିତାନ୍ତ ଆପଣା ଅନ୍ତରାଗ୍ନିର ଜ୍ୱାଳାରେ କହିଅଛୁ;
Por tanto así dijo el Señor Jehová: Si no he hablado en el fuego de mi zelo contra las demás gentes, y contra toda Idumea, que se pusieron mi tierra por heredad con alegría de todo corazón, con menosprecio de ánimo echándola a saco:
6 ଏଣୁ ଇସ୍ରାଏଲର ଦେଶ ବିଷୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଆଉ ପର୍ବତ ଓ ଉପପର୍ବତଗଣକୁ, ଜଳପ୍ରବାହ ଓ ଉପତ୍ୟକାସକଳକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କଠାରୁ ଅପମାନ ଭୋଗ କରିବାରୁ ଆମ୍ଭେ ଆପଣା ଅନ୍ତର୍ଜ୍ୱାଳାରେ ଓ କୋପରେ କଥା କହିଅଛୁ;
Por tanto profetiza sobre la tierra de Israel, y di a los montes y a los collados, a los arroyos y a los valles: Así dijo el Señor Jehová: He aquí que en mi zelo, y en mi furor he hablado, por cuanto habéis llevado la injuria de las gentes:
7 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଆପଣା ହସ୍ତ ଉଠାଇ କହିଅଛୁ, ତୁମ୍ଭମାନଙ୍କର ଚତୁର୍ଦ୍ଦିଗସ୍ଥିତ ଅନ୍ୟ ଦେଶୀୟମାନେ ନିଶ୍ଚୟ ଆପଣାମାନଙ୍କ ଅପମାନ ଭୋଗ କରିବେ।
Por tanto así dijo el Señor Jehová: Yo he alzado mi mano, que las gentes que os están al derredor llevarán su vergüenza.
8 ମାତ୍ର ହେ ଇସ୍ରାଏଲର ପର୍ବତଗଣ, ତୁମ୍ଭେମାନେ ଆପଣାମାନଙ୍କର ଶାଖା ବାହାର କରିବ ଓ ଆମ୍ଭର ଇସ୍ରାଏଲର ଲୋକଙ୍କ ନିମନ୍ତେ ଆପଣା ଆପଣାର ଫଳ ଉତ୍ପନ୍ନ କରିବ; କାରଣ ସେମାନଙ୍କର ଆଗମନ ସନ୍ନିକଟ।
Y vosotros, o! montes de Israel, daréis vuestros ramos, y llevaréis vuestro fruto a mi pueblo Israel; porque cerca están para venir.
9 ଯେହେତୁ ଦେଖ, ଆମ୍ଭେ ତୁମ୍ଭମାନଙ୍କର ସପକ୍ଷ ଅଟୁ ଓ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା, ତହିଁରେ ତୁମ୍ଭେମାନେ ଚାଷ କରାଯାଇ ବୁଣାଯିବ।
Porque he aquí que yo a vosotros; y me volveré a vosotros, y seréis labrados y sembrados.
10 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ମନୁଷ୍ୟମାନଙ୍କୁ, ସମସ୍ତ ଇସ୍ରାଏଲ ବଂଶକୁ, ତହିଁର ସମଗ୍ରକୁ ବୃଦ୍ଧି କରିବା; ତହିଁରେ ନଗରସମୂହ ବସତି ସ୍ଥାନ ହେବ ଓ ଧ୍ୱଂସସ୍ଥାନ ସକଳ ପୁନଃନିର୍ମିତ ହେବ;
Y haré multiplicar sobre vosotros hombres a toda la casa de Israel, toda; y habitarse han las ciudades, y las ruinas serán edificadas.
11 ପୁଣି, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ମନୁଷ୍ୟ ଓ ପଶୁକୁ ବୃଦ୍ଧି କରିବା, ତହିଁରେ ସେମାନେ ବର୍ଦ୍ଧିଷ୍ଣୁ ହୋଇ ସନ୍ତାନସନ୍ତତି ବିଶିଷ୍ଟ ହେବେ; ଆଉ, ଆମ୍ଭେ ତୁମ୍ଭମାନଙ୍କୁ ପୂର୍ବକାଳର ନ୍ୟାୟ ବସତି କରାଇବା ଓ ତୁମ୍ଭମାନଙ୍କ ପ୍ରତି ଆଦ୍ୟ କାଳ ଅପେକ୍ଷା ଅଧିକ ମଙ୍ଗଳ କରିବା। ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Y multiplicaré sobre vosotros hombres y bestias, y serán multiplicados, y crecerán; y haceros he que moréis como solíais antiguamente, y haceros he más bien que en vuestros principios; y sabréis que yo soy Jehová.
12 ଆହୁରି, ଆମ୍ଭେ ତୁମ୍ଭମାନଙ୍କ ଉପରେ ମନୁଷ୍ୟମାନଙ୍କୁ, ଅର୍ଥାତ୍‍, ଆମ୍ଭର ଇସ୍ରାଏଲ ଲୋକଙ୍କୁ ଗତାୟାତ କରାଇବା ଓ ସେମାନେ ତୁମ୍ଭମାନଙ୍କୁ ଭୋଗ କରିବେ, ଆଉ ତୁମ୍ଭେ ସେମାନଙ୍କର ଅଧିକାର ସ୍ୱରୂପ ହେବ, ପୁଣି, ତୁମ୍ଭେ ଏହି ସମୟଠାରୁ ଆଉ ସେମାନଙ୍କୁ ସନ୍ତାନବିହୀନ କରିବ ନାହିଁ।
Y haré andar hombres sobre vosotros, a mi pueblo Israel, y poseerte han, y serles has por heredad; y nunca más les matarás los hijos.
13 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେମାନେ ତୁମ୍ଭକୁ କହନ୍ତି, ‘ହେ ଦେଶ, ତୁମ୍ଭେ ମନୁଷ୍ୟ ଗ୍ରାସକ ଓ ନିଜ ଦେଶୀୟମାନଙ୍କର ନାଶକ ହୋଇଅଛ,’
Así dijo el Señor Jehová: Por cuanto dicen de vosotros: Comedora de hombres, y matadora de los hijos de tus gentes has sido:
14 ଏଥିପାଇଁ ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେ ଆଉ ମନୁଷ୍ୟମାନଙ୍କୁ ଗ୍ରାସ କରିବ ନାହିଁ କିଅବା ତୁମ୍ଭ ଦେଶୀୟମାନଙ୍କର ନାଶ ଆଉ କରିବ ନାହିଁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି;
Por tanto no comerás más hombres, y nunca más matarás los hijos a tus gentes, dijo el Señor Jehová.
15 ଅଥବା ଆମ୍ଭେ ତୁମ୍ଭକୁ ଅନ୍ୟଦେଶୀୟମାନଙ୍କର ଅପମାନ ବାକ୍ୟ ଆଉ ଶୁଣାଇବା ନାହିଁ ଓ ତୁମ୍ଭେ ଗୋଷ୍ଠୀୟମାନଙ୍କର ନିନ୍ଦାବାକ୍ୟର ଭାର ଆଉ ବହିବ ନାହିଁ ଓ ନିଜ ଦେଶୀୟମାନଙ୍କର ବିଘ୍ନ ଆଉ ଜନ୍ମାଇବ ନାହିଁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Y nunca más te haré oír injuria de las gentes, ni más llevarás denuestos de pueblos, ni más matarás los hijos a tus gentes, dijo el Señor Jehová.
16 ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;
Y fue palabra de Jehová a mí, diciendo:
17 “ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶ ନିଜ ଦେଶରେ ବାସ କରିବା ବେଳେ ସେମାନେ ଆପଣାମାନଙ୍କର ଆଚରଣ ଓ କ୍ରିୟା ଦ୍ୱାରା ତାହା ଅଶୁଚି କଲେ; ସେମାନଙ୍କର ଆଚରଣ ଆମ୍ଭ ସାକ୍ଷାତରେ ସ୍ତ୍ରୀଲୋକର ପୃଥକ ସ୍ଥିତିକାଳୀନ ଅଶୌଚର ତୁଲ୍ୟ ଥିଲା।
Hijo del hombre, la casa de Israel que moran en su tierra, la han contaminado con sus caminos y con sus obras: como inmundicia de menstruosa fue su camino delante de mí.
18 ଏନିମନ୍ତେ ସେମାନେ ଦେଶରେ ରକ୍ତ ଢାଳିବା ସକାଶୁ ଓ ଆପଣାମାନଙ୍କର ପ୍ରତିମାଗଣ ଦ୍ୱାରା ତାହା ଅଶୁଚି କରିବା ସକାଶୁ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ଢାଳିଲୁ,
Y derramé mi ira sobre ellos por las sangres que ellos derramaron sobre la tierra; y con sus ídolos la contaminaron.
19 ଆଉ, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କୁ ଛିନ୍ନଭିନ୍ନ କଲୁ ଓ ସେମାନେ ନାନା ଦେଶରେ ବିକ୍ଷିପ୍ତ ହେଲେ; ସେମାନଙ୍କର ଆଚରଣ ଅନୁସାରେ ଓ ସେମାନଙ୍କର କ୍ରିୟାନୁସାରେ ଆମ୍ଭେ ସେମାନଙ୍କର ବିଚାର କଲୁ।
Y yo los esparcí por las gentes, y fueron aventados por las tierras: conforme a sus caminos, y conforme a sus obras los juzgué.
20 ପୁଣି, ଯେଉଁ ସ୍ଥାନକୁ ସେମାନେ ଗଲେ, ସେହି ସ୍ଥାନରେ ଗୋଷ୍ଠୀୟମାନଙ୍କ ମଧ୍ୟକୁ ଯାଇ ସେମାନେ ଆମ୍ଭର ପବିତ୍ର ନାମ ଅପବିତ୍ର କଲେ; ତହିଁରେ ଲୋକମାନେ ସେମାନଙ୍କ ବିଷୟରେ କହିଲେ, ‘ଏମାନେ ସଦାପ୍ରଭୁଙ୍କର ଲୋକ ଓ ତାହାଙ୍କ ଦେଶରୁ ବାହାରି ଯାଇଅଛନ୍ତି।’
Y entrados a las gentes donde vinieron, contaminaron mi santo nombre, diciéndose de ellos: Pueblo de Jehová son estos; y de su tierra: De él salieron.
21 ତଥାପି ଇସ୍ରାଏଲ ବଂଶ ନାନା ଗୋଷ୍ଠୀୟମାନଙ୍କ ମଧ୍ୟକୁ ଯାଇ ଆମ୍ଭର ଯେଉଁ ପବିତ୍ର ନାମ ଅପବିତ୍ର କଲେ, ସେହି ପବିତ୍ର ନାମ ସକାଶୁ ଆମ୍ଭର ଦୟା ଜାତ ହେଲା।
Y tuve mancilla de mi santo nombre, al cual contaminaron la casa de Israel en las gentes adonde vinieron.
22 ଏହେତୁ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଏପରି କରୁ ନାହୁଁ, ମାତ୍ର ତୁମ୍ଭେମାନେ ନାନା ଗୋଷ୍ଠୀ ମଧ୍ୟକୁ ଯାଇ ଯାହା ଅପବିତ୍ର କରିଅଛ, ଆମ୍ଭ ନିଜର ସେହି ପବିତ୍ର ନାମ ସକାଶୁ କରୁଅଛୁ।
Por tanto di a la casa de Israel: Así dijo el Señor Jehová: No lo hago por vosotros, o! casa de Israel, mas por causa de mi santo nombre, el cual vosotros contaminasteis en las gentes adonde venisteis.
23 ପୁଣି, ଯାହା ନାନା ଗୋଷ୍ଠୀ ମଧ୍ୟରେ ଅପବିତ୍ରୀକୃତ ହୋଇଅଛି, ଯାହା ତୁମ୍ଭେମାନେ ସେମାନଙ୍କ ମଧ୍ୟରେ ଅପବିତ୍ର କରିଅଛ, ଆମ୍ଭେ ଆପଣାର ସେହି ମହାନାମ ପବିତ୍ର କରିବା; ଆଉ, ଯେତେବେଳେ ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ପବିତ୍ରୀକୃତ ହେବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
Y santificaré mi grande nombre contaminado en las gentes, el cual vosotros contaminasteis entre ellas; y sabrán las gentes que yo soy Jehová, dijo el Señor Jehová, cuando fuere santificado en vosotros delante de vuestros ojos.
24 କାରଣ ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କୁ ଗ୍ରହଣ କରିବା ଓ ସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ତୁମ୍ଭମାନଙ୍କର ନିଜ ଦେଶକୁ ତୁମ୍ଭମାନଙ୍କୁ ଆଣିବା।
Y yo os tomaré de las gentes, y os juntaré de todas las tierras, y os traeré a vuestra tierra.
25 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା।
Y esparciré sobre vosotros agua limpia, y seréis limpiados de todas vuestras inmundicias, y de todos vuestros ídolos os limpiaré.
26 ଆହୁରି, ଆମ୍ଭେ ତୁମ୍ଭମାନଙ୍କୁ ଏକ ନୂତନ ହୃଦୟ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା; ଆଉ, ଆମ୍ଭେ ତୁମ୍ଭମାନଙ୍କ ମାଂସ ମଧ୍ୟରୁ ପ୍ରସ୍ତରମୟ ହୃଦୟ କାଢ଼ି ନେବା ଓ ଆମ୍ଭେ ତୁମ୍ଭମାନଙ୍କୁ ମାଂସମୟ ହୃଦୟ ଦେବା।
Y os daré corazón nuevo, y pondré espíritu nuevo dentro de vosotros; y quitaré de vuestra carne el corazón de piedra, y daros he corazón de carne.
27 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଆମ୍ଭର ପରମେଶ୍ୱରଙ୍କ ଆତ୍ମା ସ୍ଥାପନ କରିବା ଓ ତୁମ୍ଭମାନଙ୍କୁ ଆମ୍ଭର ବିଧିରୂପ ପଥରେ ଚଳାଇବା, ତହିଁରେ ତୁମ୍ଭେମାନେ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କରିବ।
Y pondré dentro de vosotros mi Espíritu, y haré que andéis en mis mandamientos, y guardéis mis derechos, y los hagáis.
28 ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଲୁ, ତହିଁରେ ତୁମ୍ଭେମାନେ ବାସ କରିବ ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା।
Y habitaréis en la tierra que di a vuestros padres; y vosotros me seréis por pueblo, y yo seré a vosotros por Dios.
29 ଆଉ, ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ସକଳ ଅଶୌଚରୁ ପରିତ୍ରାଣ କରିବା ଓ ଆମ୍ଭେ ଶସ୍ୟକୁ ଆହ୍ୱାନ କରି ତାହା ବୃଦ୍ଧି କରିବା ଓ ତୁମ୍ଭମାନଙ୍କ ଉପରେ ଦୁର୍ଭିକ୍ଷ ପକାଇବା ନାହିଁ।
Y os guardaré de todas vuestras inmundicias; y llamaré al trigo, y lo multiplicaré, y no os daré hambre.
30 ପୁଣି, ଆମ୍ଭେ ବୃକ୍ଷର ଫଳ ଓ କ୍ଷେତ୍ରର ଶସ୍ୟ ବୃଦ୍ଧି କରିବା, ତହିଁରେ ତୁମ୍ଭେମାନେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଦୁର୍ଭିକ୍ଷ ସକାଶୁ ଆଉ ନିନ୍ଦା ପାଇବ ନାହିଁ।
Y multiplicaré el fruto de los árboles, y el fruto de los campos, porque nunca más recibáis oprobrio de hambre en las gentes.
31 ସେହି ସମୟରେ ତୁମ୍ଭେମାନେ ଆପଣାମାନଙ୍କର ମନ୍ଦ ଆଚରଣ ଓ ଯାହା ଉତ୍ତମ ନ ଥିଲା, ଏପରି କ୍ରିୟାସକଳ ସ୍ମରଣ କରିବ; ଆଉ, ତୁମ୍ଭେମାନେ ଆପଣାମାନଙ୍କର ଅଧର୍ମ ସକାଶୁ ଓ ଆପଣାମାନଙ୍କର ଘୃଣାଯୋଗ୍ୟ କ୍ରିୟା ସକାଶୁ ଆପଣାମାନଙ୍କର ଦୃଷ୍ଟିରେ ଆପେ ଘୃଣାସ୍ପଦ ହେବ।
Y acordaros heis de vuestros malos caminos, y de vuestras obras que no fueron buenas, y seréis confusos en vuestra misma presencia por vuestras iniquidades, y por vuestras abominaciones.
32 ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଜ୍ଞାତ ହୁଅ ଯେ, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଏହା କରୁ ନାହୁଁ; ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ ଆପଣା ଆପଣାର ଆଚରଣ ସକାଶୁ ଲଜ୍ଜିତ ଓ ବିଷଣ୍ଣ ହୁଅ।
No lo hago yo por vosotros, dijo el Señor Jehová, séaos notorio: avergonzáos, y confundíos de vuestras iniquidades, casa de Israel.
33 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେଉଁ ଦିନ ଆମ୍ଭେ ତୁମ୍ଭମାନଙ୍କର ସକଳ ଅଧର୍ମରୁ ତୁମ୍ଭମାନଙ୍କୁ ଶୁଚି କରିବା, ସେହି ଦିନ ଆମ୍ଭେ ନଗରସକଳକୁ ବସତିବିଶିଷ୍ଟ କରାଇବା ଓ ଉତ୍ସନ୍ନ ସ୍ଥାନସକଳ ନିର୍ମିତ ହେବ।
Así dijo el Señor Jehová: El día que os limpiaré de todas vuestras iniquidades, haré también habitar las ciudades, y las asoladas serán edificadas.
34 ପୁଣି, ଯେଉଁ ଦେଶ ପଥିକସକଳର ଦୃଷ୍ଟିରେ ଧ୍ୱଂସସ୍ଥାନ ହୋଇଥିଲା, ତହିଁରେ କୃଷିକାର୍ଯ୍ୟ କରାଯିବ।
Y la tierra asolada será labrada en lugar de haber sido asolada en ojos de todos los que pasaron:
35 ତହିଁରେ ଲୋକମାନେ କହିବେ, ‘ଏହି ଧ୍ୱଂସିତ ଦେଶ ଏଦନ ଉଦ୍ୟାନ ତୁଲ୍ୟ ହୋଇଅଛି; ଆଉ, ଏହି ଶୂନ୍ୟ, ଧ୍ୱଂସିତ ଓ ଉତ୍ପାଟିତ ନଗରସକଳ ପ୍ରାଚୀର-ବେଷ୍ଟିତ ଓ ବସତି ସ୍ଥାନ ହୋଇଅଛି।’
Los cuales dijeron: Esta tierra asolada, fue como huerto de Edén; y estas ciudades desiertas, y asoladas, y arruinadas, fortalecidas estuvieron.
36 ସେତେବେଳେ ଆମ୍ଭେ ସଦାପ୍ରଭୁ ଯେ ଉତ୍ପାଟିତ ସ୍ଥାନସବୁ ନିର୍ମାଣ କରିଅଛୁ ଓ ଧ୍ୱଂସିତ ସ୍ଥାନରେ ରୋପଣ କରିଅଛୁ, ଏହା ତୁମ୍ଭମାନଙ୍କର ଚତୁର୍ଦ୍ଦିଗସ୍ଥିତ ଅବଶିଷ୍ଟ ଗୋଷ୍ଠୀୟମାନେ ଜ୍ଞାତ ହେବେ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ଆମ୍ଭେ ଏହା ସଫଳ କରିବା।
Y las gentes que fueron dejadas en vuestros al derredores sabrán que yo Jehová edifiqué las derribadas, y planté las asoladas: yo Jehová hablé, y hice.
37 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତଥାପି ଆମ୍ଭେ ଯେପରି ଇସ୍ରାଏଲ ବଂଶ ପକ୍ଷରେ ଏହା ସଫଳ କରିବା, ଏଥିପାଇଁ ଆମ୍ଭ ନିକଟରେ ସେମାନଙ୍କୁ ପ୍ରାର୍ଥନା କରିବାକୁ ହେବ; ଆମ୍ଭେ ପଲ ପରି ସେମାନଙ୍କର ପୁରୁଷଗଣଙ୍କୁ ବୃଦ୍ଧି କରିବା।
Así dijo el Señor Jehová: Aun en esto seré requerido de la casa de Israel para hacer a ellos: yo los multiplicaré de hombres como de ovejas.
38 ଯେପରି ବଳିଯୋଗ୍ୟ ମେଷପଲ, ଯେପରି ନିରୂପିତ ପର୍ବମାନର ସମୟରେ ଯିରୂଶାଲମର ପଲ; ସେହିପରି ଶୂନ୍ୟ ନଗରସକଳ ପଲ ପଲ ମନୁଷ୍ୟରେ ପରିପୂର୍ଣ୍ଣ ହେବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
Como las ovejas santas, como las ovejas de Jerusalem en sus solemnidades, así las ciudades desiertas serán llenas de rebaños de hombres; y sabrán que yo soy Jehová.

< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 36 >