< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 38 >

1 ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;
καὶ ἐγένετο λόγος κυρίου πρός με λέγων
2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗେଶର, ମେଶକ୍‍ର ଓ ତୁବଲ୍‍ର ଅଧିପତି ମାଗୋଗ୍‍ ଦେଶୀୟ ଗୋଗ୍‍ ପ୍ରତି ମୁଖ ରଖି ତାହା ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ,
υἱὲ ἀνθρώπου στήρισον τὸ πρόσωπόν σου ἐπὶ Γωγ καὶ τὴν γῆν τοῦ Μαγωγ ἄρχοντα Ρως Μοσοχ καὶ Θοβελ καὶ προφήτευσον ἐπ’ αὐτὸν
3 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଗେଶର, ମେଶକ୍‍ର ଓ ତୁବଲ୍‍ର ଅଧିପତି ଗୋଗ୍‍, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ।
καὶ εἰπὸν αὐτῷ τάδε λέγει κύριος κύριος ἰδοὺ ἐγὼ ἐπὶ σὲ Γωγ ἄρχοντα Ρως Μοσοχ καὶ Θοβελ
4 ପୁଣି, ଆମ୍ଭେ ତୁମ୍ଭକୁ ବୁଲାଇବା ଓ ତୁମ୍ଭ କଳପାଟିରେ ଅଙ୍କୁଶ ଦେବା, ଆଉ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ସୈନ୍ୟ ସମସ୍ତଙ୍କୁ, ଅଶ୍ୱ ଓ ଅଶ୍ୱାରୋହୀଗଣଙ୍କୁ ବାହାର କରି ଆଣିବା, ସେମାନେ ସମସ୍ତେ ସମ୍ପୂର୍ଣ୍ଣ ଯୁଦ୍ଧ ସଜ୍ଜାରେ ସୁସଜ୍ଜିତ, ଫଳକ ଓ ଢାଲଧାରୀ ମହାସମାଜ, ସେମାନଙ୍କର ସମସ୍ତେ ଖଡ୍ଗଧାରୀ ଅଟନ୍ତି;
καὶ συνάξω σε καὶ πᾶσαν τὴν δύναμίν σου ἵππους καὶ ἱππεῖς ἐνδεδυμένους θώρακας πάντας συναγωγὴ πολλή πέλται καὶ περικεφαλαῖαι καὶ μάχαιραι
5 ସେମାନଙ୍କ ସଙ୍ଗେ ପାରସ୍ୟ, କୂଶ ଓ ପୂଟ୍‍; ସେମାନେ ସମସ୍ତେ ଢାଲ ଓ ଟୋପରଧାରୀ;
Πέρσαι καὶ Αἰθίοπες καὶ Λίβυες πάντες περικεφαλαίαις καὶ πέλταις
6 ଗୋମର ଓ ତାହାର ସମସ୍ତ ଲୋକଦଳ; ଉତ୍ତର ଦିଗର ପ୍ରାନ୍ତସୀମାସ୍ଥିତ ତୋଗର୍ମାର ବଂଶ ଓ ତାହାର ସମସ୍ତ ଲୋକଦଳକୁ; ଏହି ପ୍ରକାର ଅନେକ ଗୋଷ୍ଠୀୟମାନଙ୍କୁ ତୁମ୍ଭ ସଙ୍ଗେ ଆଣିବା।
Γομερ καὶ πάντες οἱ περὶ αὐτόν οἶκος τοῦ Θεργαμα ἀπ’ ἐσχάτου βορρᾶ καὶ πάντες οἱ περὶ αὐτόν καὶ ἔθνη πολλὰ μετὰ σοῦ
7 ତୁମ୍ଭେ ପ୍ରସ୍ତୁତ ହୁଅ, ତୁମ୍ଭେ ଆପଣାକୁ ଓ ତୁମ୍ଭ ନିକଟରେ ଏକତ୍ରିତ ତୁମ୍ଭର ସମସ୍ତ ସମାଜକୁ ପ୍ରସ୍ତୁତ କର, ଆଉ ତୁମ୍ଭେ ସେମାନଙ୍କର ରକ୍ଷକ ହୁଅ।
ἑτοιμάσθητι ἑτοίμασον σεαυτὸν σὺ καὶ πᾶσα ἡ συναγωγή σου οἱ συνηγμένοι μετὰ σοῦ καὶ ἔσῃ μοι εἰς προφυλακήν
8 ଅନେକ ଦିନ ଉତ୍ତାରେ ତୁମ୍ଭର ତତ୍ତ୍ୱାନୁସନ୍ଧାନ କରାଯିବ; ଶେଷ ବର୍ଷମାନର ମଧ୍ୟରେ ତୁମ୍ଭେ, ଖଡ୍ଗରୁ ପୁନରାନୀତ, ଅନେକ ଗୋଷ୍ଠୀ ମଧ୍ୟରୁ ସଂଗୃହୀତ ଦେଶକୁ, ଇସ୍ରାଏଲର ଚିର ଉତ୍ସନ୍ନ ପର୍ବତ ସକଳକୁ ଆସିବ; ମାତ୍ର ତାହା ନାନା ଗୋଷ୍ଠୀ ମଧ୍ୟରୁ ବାହାରେ ଆନୀତ ହୋଇଅଛି, ଆଉ ସେମାନେ, ସେମାନଙ୍କର ସମସ୍ତେ ନିରାପଦରେ ବାସ କରିବେ।
ἀφ’ ἡμερῶν πλειόνων ἑτοιμασθήσεται καὶ ἐπ’ ἐσχάτου ἐτῶν ἐλεύσεται καὶ ἥξει εἰς τὴν γῆν τὴν ἀπεστραμμένην ἀπὸ μαχαίρας συνηγμένων ἀπὸ ἐθνῶν πολλῶν ἐπὶ γῆν Ισραηλ ἣ ἐγενήθη ἔρημος δῑ ὅλου καὶ οὗτος ἐξ ἐθνῶν ἐξελήλυθεν καὶ κατοικήσουσιν ἐπ’ εἰρήνης ἅπαντες
9 ପୁଣି, ତୁମ୍ଭେ ଉପରକୁ ଉଠି, ବତାସ ପରି ଆସିବ, ଦେଶକୁ ଆଚ୍ଛନ୍ନ କରିବା ପାଇଁ ତୁମ୍ଭେ, ଆଉ ତୁମ୍ଭର ସମସ୍ତ ସୈନ୍ୟଦଳ ଓ ତୁମ୍ଭ ସଙ୍ଗେ ଅନେକ ଗୋଷ୍ଠୀ ମେଘ ତୁଲ୍ୟ ହେବେ।
καὶ ἀναβήσῃ ὡς ὑετὸς καὶ ἥξεις ὡς νεφέλη κατακαλύψαι γῆν καὶ ἔσῃ σὺ καὶ πάντες οἱ περὶ σὲ καὶ ἔθνη πολλὰ μετὰ σοῦ
10 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେହି ସମୟରେ ନାନା ବିଷୟ ତୁମ୍ଭ ମନରେ ପଡ଼ିବ ଓ ତୁମ୍ଭେ ଗୋଟିଏ ଅନିଷ୍ଟ ସଂକଳ୍ପ କରିବ;
τάδε λέγει κύριος κύριος καὶ ἔσται ἐν τῇ ἡμέρᾳ ἐκείνῃ ἀναβήσεται ῥήματα ἐπὶ τὴν καρδίαν σου καὶ λογιῇ λογισμοὺς πονηροὺς
11 ପୁଣି, ତୁମ୍ଭେ କହିବ, ଆମ୍ଭେ ପ୍ରାଚୀରହୀନ ଗ୍ରାମ ବିଶିଷ୍ଟ ଦେଶକୁ ଯିବା; ଯେଉଁମାନେ ଶାନ୍ତିରେ ଅଛନ୍ତି, ନିରାପଦରେ ଓ ପ୍ରାଚୀରହୀନ ସ୍ଥାନରେ ବାସ କରନ୍ତି ଓ ଯେଉଁମାନଙ୍କର ଅର୍ଗଳ କି କବାଟ ନାହିଁ;
καὶ ἐρεῖς ἀναβήσομαι ἐπὶ γῆν ἀπερριμμένην ἥξω ἐπὶ ἡσυχάζοντας ἐν ἡσυχίᾳ καὶ οἰκοῦντας ἐπ’ εἰρήνης πάντας κατοικοῦντας γῆν ἐν ᾗ οὐχ ὑπάρχει τεῖχος οὐδὲ μοχλοί καὶ θύραι οὐκ εἰσὶν αὐτοῖς
12 ଲୁଟିବାକୁ ଓ ଦ୍ରବ୍ୟ ଅପହରଣ କରିବାକୁ ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯାତ୍ରା କରିବା; ଯେଉଁ ସକଳ ଉତ୍ସନ୍ନ ସ୍ଥାନ ଏବେ ବସତିବିଶିଷ୍ଟ ହୋଇଅଛି, ତହିଁର ବିରୁଦ୍ଧରେ ଓ ଯେଉଁ ଗୋଷ୍ଠୀ ନାନା ଦେଶୀୟମାନଙ୍କ ମଧ୍ୟରୁ ସଂଗୃହୀତ ହୋଇଅଛନ୍ତି, ପଶୁ ଓ ଦ୍ରବ୍ୟାଦି ପ୍ରାପ୍ତ ହୋଇ ପୃଥିବୀର ମଧ୍ୟଭାଗରେ ବାସ କରୁଅଛନ୍ତି, ସେମାନଙ୍କ ବିରୁଦ୍ଧରେ ହସ୍ତାର୍ପଣ କରିବା ପାଇଁ (ତୁମ୍ଭେ ଯିବ)।
προνομεῦσαι προνομὴν καὶ σκυλεῦσαι σκῦλα αὐτῶν τοῦ ἐπιστρέψαι χεῖρά σου εἰς τὴν ἠρημωμένην ἣ κατῳκίσθη καὶ ἐπ’ ἔθνος συνηγμένον ἀπὸ ἐθνῶν πολλῶν πεποιηκότας κτήσεις κατοικοῦντας ἐπὶ τὸν ὀμφαλὸν τῆς γῆς
13 ଶିବା, ଦଦାନ ଓ ତର୍ଶୀଶର ବଣିକଗଣ, ଆଉ ସେଠାସ୍ଥିତ ସକଳ ଗ୍ରାମ ତୁମ୍ଭକୁ କହିବେ, ‘ତୁମ୍ଭେ କି ଲୁଟିବାକୁ ଆସିଅଛ? ତୁମ୍ଭେ କି ଦ୍ରବ୍ୟ ଅପହରଣ କରିବା ପାଇଁ ଆପଣାର ଜନସମାଜ ଏକତ୍ର କରିଅଛ? ରୂପା, ସୁନା ବୋହି ନେବାର, ପଶୁ ଓ ଦ୍ରବ୍ୟାଦି ପ୍ରଚୁର ଲୁଟି ନେଇଯିବାର କି ତୁମ୍ଭର ଅଭିପ୍ରାୟ?’
Σαβα καὶ Δαιδαν καὶ ἔμποροι Καρχηδόνιοι καὶ πᾶσαι αἱ κῶμαι αὐτῶν ἐροῦσίν σοι εἰς προνομὴν τοῦ προνομεῦσαι σὺ ἔρχῃ καὶ σκυλεῦσαι σκῦλα συνήγαγες συναγωγήν σου λαβεῖν ἀργύριον καὶ χρυσίον ἀπενέγκασθαι κτῆσιν τοῦ σκυλεῦσαι σκῦλα
14 ଏଥିପାଇଁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ଗୋଗ୍‍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ସେହି ଦିନ ଯେତେବେଳେ ଆମ୍ଭ ଇସ୍ରାଏଲର ଲୋକମାନେ ନିରାପଦରେ ବାସ କରିବେ, ସେତେବେଳେ ତୁମ୍ଭେ କି ତାହା ଜାଣିବ ନାହିଁ?
διὰ τοῦτο προφήτευσον υἱὲ ἀνθρώπου καὶ εἰπὸν τῷ Γωγ τάδε λέγει κύριος οὐκ ἐν τῇ ἡμέρᾳ ἐκείνῃ ἐν τῷ κατοικισθῆναι τὸν λαόν μου Ισραηλ ἐπ’ εἰρήνης ἐγερθήσῃ
15 ପୁଣି, ତୁମ୍ଭେ ଆପଣା ସ୍ଥାନ, ଉତ୍ତର ଦିଗସ୍ଥ ପ୍ରାନ୍ତଭାଗରୁ ଆସିବ, ତୁମ୍ଭେ ଓ ତୁମ୍ଭ ସଙ୍ଗେ ଅନେକ ଗୋଷ୍ଠୀ ଆସିବେ, ସେମାନେ ସମସ୍ତେ ଅଶ୍ୱାରୋହୀ ମହାସମାଜ ଓ ବିକ୍ରମୀ ସୈନ୍ୟସାମନ୍ତ;
καὶ ἥξεις ἐκ τοῦ τόπου σου ἀπ’ ἐσχάτου βορρᾶ καὶ ἔθνη πολλὰ μετὰ σοῦ ἀναβάται ἵππων πάντες συναγωγὴ μεγάλη καὶ δύναμις πολλή
16 ଆଉ, ତୁମ୍ଭେ ଦେଶକୁ ମେଘ ତୁଲ୍ୟ ଆଚ୍ଛାଦନ କରିବା ପାଇଁ ଆମ୍ଭ ଇସ୍ରାଏଲ ଲୋକଙ୍କ ବିରୁଦ୍ଧରେ ଆସିବ; ହେ ଗୋଗ୍‍, ଶେଷ କାଳରେ ଏହା ଘଟିବ ଯେ, ଗୋଷ୍ଠୀୟମାନେ ଯେପରି ଆମ୍ଭକୁ ଜାଣିବେ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଆମ୍ଭ ଦେଶ ବିରୁଦ୍ଧରେ ଆଣିବା, ସେତେବେଳେ ଆମ୍ଭେ ଗୋଷ୍ଠୀୟମାନଙ୍କ ଦୃଷ୍ଟିରେ ତୁମ୍ଭ ମଧ୍ୟରେ ପବିତ୍ରୀକୃତ ହେବା।
καὶ ἀναβήσῃ ἐπὶ τὸν λαόν μου Ισραηλ ὡς νεφέλη καλύψαι γῆν ἐπ’ ἐσχάτων τῶν ἡμερῶν ἔσται καὶ ἀνάξω σε ἐπὶ τὴν γῆν μου ἵνα γνῶσιν πάντα τὰ ἔθνη ἐμὲ ἐν τῷ ἁγιασθῆναί με ἐν σοὶ ἐνώπιον αὐτῶν
17 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ତୁମ୍ଭକୁ ସେମାନଙ୍କ ବିରୁଦ୍ଧରେ ଆଣିବା ବୋଲି ଯାହାର ବିଷୟରେ ପ୍ରାଚୀନ କାଳରେ ଆପଣା ଦାସଗଣ ଦ୍ୱାରା, ଅର୍ଥାତ୍‍, ଯେଉଁମାନେ ସେହି କାଳରେ ଅନେକ ବର୍ଷ ଯାଏ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଥିଲେ, ଏପରି ଯେ ଇସ୍ରାଏଲ ଭବିଷ୍ୟଦ୍‍ବକ୍ତାଗଣ, ସେମାନଙ୍କ ଦ୍ୱାରା ଆମ୍ଭେ କହିଥିଲୁ, ତୁମ୍ଭେ କି ସେହି ବ୍ୟକ୍ତି?
τάδε λέγει κύριος κύριος τῷ Γωγ σὺ εἶ περὶ οὗ ἐλάλησα πρὸ ἡμερῶν τῶν ἔμπροσθεν διὰ χειρὸς τῶν δούλων μου προφητῶν τοῦ Ισραηλ ἐν ταῖς ἡμέραις ἐκείναις καὶ ἔτεσιν τοῦ ἀγαγεῖν σε ἐπ’ αὐτούς
18 ପୁଣି, ପ୍ରଭୁ, ସଦାପ୍ରଭୁ କହନ୍ତି, ଯେଉଁ ଦିନ ଗୋଗ୍‍ ଇସ୍ରାଏଲ ଦେଶ ବିରୁଦ୍ଧରେ ଆସିବ, ସେହି ସମୟରେ ଆମ୍ଭର କୋପ ଆମ୍ଭର ନାସାରନ୍ଧ୍ରକୁ ଉଠିବ।
καὶ ἔσται ἐν τῇ ἡμέρᾳ ἐκείνῃ ἐν ἡμέρᾳ ᾗ ἂν ἔλθῃ Γωγ ἐπὶ τὴν γῆν τοῦ Ισραηλ λέγει κύριος κύριος ἀναβήσεται ὁ θυμός μου
19 କାରଣ ଆମ୍ଭେ ଆପଣା ଅନ୍ତର୍ଜ୍ୱାଳା ଓ କୋପାନଳରେ କହିଅଛୁ, ଅବଶ୍ୟ ସେହି ଦିନ ଇସ୍ରାଏଲ ଦେଶରେ ମହାକମ୍ପ ହେବ;
καὶ ὁ ζῆλός μου ἐν πυρὶ τῆς ὀργῆς μου ἐλάλησα εἰ μὴν ἐν τῇ ἡμέρᾳ ἐκείνῃ ἔσται σεισμὸς μέγας ἐπὶ γῆς Ισραηλ
20 ତହିଁରେ ସମୁଦ୍ରର ମତ୍ସ୍ୟଗଣ, ଆକାଶର ପକ୍ଷୀଗଣ ଓ କ୍ଷେତ୍ରର ପଶୁଗଣ ଓ ଭୂଚର ଉରୋଗାମୀ ଜନ୍ତୁସମସ୍ତ, ଆଉ ପୃଥିବୀସ୍ଥ ମନୁଷ୍ୟ ସକଳ ଆମ୍ଭ ସାକ୍ଷାତରେ କମ୍ପମାନ ହେବେ ଓ ପର୍ବତସବୁ ଉତ୍ପାଟିତ ହେବେ, ଆଉ ଗଡ଼ନ୍ତି ସ୍ଥାନସବୁ ପଡ଼ିଯିବ ଓ ପ୍ରତ୍ୟେକ ପ୍ରାଚୀର ଭୂମିସାତ୍‍ ହେବ।
καὶ σεισθήσονται ἀπὸ προσώπου κυρίου οἱ ἰχθύες τῆς θαλάσσης καὶ τὰ πετεινὰ τοῦ οὐρανοῦ καὶ τὰ θηρία τοῦ πεδίου καὶ πάντα τὰ ἑρπετὰ τὰ ἕρποντα ἐπὶ τῆς γῆς καὶ πάντες οἱ ἄνθρωποι οἱ ἐπὶ προσώπου τῆς γῆς καὶ ῥαγήσεται τὰ ὄρη καὶ πεσοῦνται αἱ φάραγγες καὶ πᾶν τεῖχος ἐπὶ τὴν γῆν πεσεῖται
21 ପୁଣି, ଆମ୍ଭେ ତାହାର ବିରୁଦ୍ଧରେ ଖଡ୍ଗ ପାଇଁ ଆମ୍ଭର ପର୍ବତ ସକଳକୁ ଆହ୍ୱାନ କରିବା; ଏହା ପ୍ରଭୁ, ସଦାପ୍ରଭୁ କହନ୍ତି; ପ୍ରତ୍ୟେକ ଲୋକର ଖଡ୍ଗ ତାହାର ଭ୍ରାତାର ପ୍ରତିକୂଳ ହେବ।
καὶ καλέσω ἐπ’ αὐτὸν πᾶν φόβον λέγει κύριος μάχαιρα ἀνθρώπου ἐπὶ τὸν ἀδελφὸν αὐτοῦ ἔσται
22 ପୁଣି, ଆମ୍ଭେ ମହାମାରୀ ଓ ରକ୍ତ ଦ୍ୱାରା ତାହା ବିରୁଦ୍ଧରେ ପ୍ରତିବାଦ କରିବା; ଆଉ, ଆମ୍ଭେ ତାହା ଉପରେ ଓ ତାହାର ସୈନ୍ୟଦଳର ଉପରେ ଓ ତାହାର ସଙ୍ଗୀ ଅନେକ ଗୋଷ୍ଠୀର ଉପରେ ପ୍ଲାବନକାରୀ ବୃଷ୍ଟି, ବୃହତ ବୃହତ ଶିଳା, ଅଗ୍ନି ଓ ଗନ୍ଧକ ବର୍ଷାଇବା।
καὶ κρινῶ αὐτὸν θανάτῳ καὶ αἵματι καὶ ὑετῷ κατακλύζοντι καὶ λίθοις χαλάζης καὶ πῦρ καὶ θεῖον βρέξω ἐπ’ αὐτὸν καὶ ἐπὶ πάντας τοὺς μετ’ αὐτοῦ καὶ ἐπ’ ἔθνη πολλὰ μετ’ αὐτοῦ
23 ପୁଣି, ଆମ୍ଭେ ଆପଣାକୁ ମହାନ କରିବା ଓ ଆପଣାକୁ ପବିତ୍ରୀକୃତ କରିବା, ଆଉ ଅନେକ ଗୋଷ୍ଠୀର ସାକ୍ଷାତରେ ଆପଣାର ପରିଚୟ ଦେବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
καὶ μεγαλυνθήσομαι καὶ ἁγιασθήσομαι καὶ ἐνδοξασθήσομαι καὶ γνωσθήσομαι ἐναντίον ἐθνῶν πολλῶν καὶ γνώσονται ὅτι ἐγώ εἰμι κύριος

< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 38 >