< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 38 >
1 ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;
Y vino Palabra del SEÑOR a mí, diciendo:
2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗେଶର, ମେଶକ୍ର ଓ ତୁବଲ୍ର ଅଧିପତି ମାଗୋଗ୍ ଦେଶୀୟ ଗୋଗ୍ ପ୍ରତି ମୁଖ ରଖି ତାହା ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ,
Hijo de hombre, pon tu rostro contra Gog en tierra de Magog, príncipe de la cabecera de Mesec y Tubal, y profetiza sobre él.
3 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଗେଶର, ମେଶକ୍ର ଓ ତୁବଲ୍ର ଅଧିପତି ଗୋଗ୍, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ।
Y di: Así dijo el Señor DIOS: He aquí, yo voy a ti, oh Gog, príncipe de la cabecera de Mesec y Tubal.
4 ପୁଣି, ଆମ୍ଭେ ତୁମ୍ଭକୁ ବୁଲାଇବା ଓ ତୁମ୍ଭ କଳପାଟିରେ ଅଙ୍କୁଶ ଦେବା, ଆଉ ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ସୈନ୍ୟ ସମସ୍ତଙ୍କୁ, ଅଶ୍ୱ ଓ ଅଶ୍ୱାରୋହୀଗଣଙ୍କୁ ବାହାର କରି ଆଣିବା, ସେମାନେ ସମସ୍ତେ ସମ୍ପୂର୍ଣ୍ଣ ଯୁଦ୍ଧ ସଜ୍ଜାରେ ସୁସଜ୍ଜିତ, ଫଳକ ଓ ଢାଲଧାରୀ ମହାସମାଜ, ସେମାନଙ୍କର ସମସ୍ତେ ଖଡ୍ଗଧାରୀ ଅଟନ୍ତି;
Y yo te quebrantaré, y pondré anzuelos en tus quijadas, y te sacaré a ti, y a todo tu ejército, caballos y caballeros, vestidos de todo todos ellos, gran multitud con paveses y escudos, teniendo todos ellos espadas;
5 ସେମାନଙ୍କ ସଙ୍ଗେ ପାରସ୍ୟ, କୂଶ ଓ ପୂଟ୍; ସେମାନେ ସମସ୍ତେ ଢାଲ ଓ ଟୋପରଧାରୀ;
Persia, y Etiopía, y Libia con ellos; todos ellos con escudos y almetes;
6 ଗୋମର ଓ ତାହାର ସମସ୍ତ ଲୋକଦଳ; ଉତ୍ତର ଦିଗର ପ୍ରାନ୍ତସୀମାସ୍ଥିତ ତୋଗର୍ମାର ବଂଶ ଓ ତାହାର ସମସ୍ତ ଲୋକଦଳକୁ; ଏହି ପ୍ରକାର ଅନେକ ଗୋଷ୍ଠୀୟମାନଙ୍କୁ ତୁମ୍ଭ ସଙ୍ଗେ ଆଣିବା।
Gomer, y todas sus compañías; la casa de Togarma, que habitan a los lados del norte, y todas sus compañías; muchos pueblos contigo.
7 ତୁମ୍ଭେ ପ୍ରସ୍ତୁତ ହୁଅ, ତୁମ୍ଭେ ଆପଣାକୁ ଓ ତୁମ୍ଭ ନିକଟରେ ଏକତ୍ରିତ ତୁମ୍ଭର ସମସ୍ତ ସମାଜକୁ ପ୍ରସ୍ତୁତ କର, ଆଉ ତୁମ୍ଭେ ସେମାନଙ୍କର ରକ୍ଷକ ହୁଅ।
Aparéjate, y apercíbete, tú, y toda tu multitud que se ha reunido a ti, y séles por guarda.
8 ଅନେକ ଦିନ ଉତ୍ତାରେ ତୁମ୍ଭର ତତ୍ତ୍ୱାନୁସନ୍ଧାନ କରାଯିବ; ଶେଷ ବର୍ଷମାନର ମଧ୍ୟରେ ତୁମ୍ଭେ, ଖଡ୍ଗରୁ ପୁନରାନୀତ, ଅନେକ ଗୋଷ୍ଠୀ ମଧ୍ୟରୁ ସଂଗୃହୀତ ଦେଶକୁ, ଇସ୍ରାଏଲର ଚିର ଉତ୍ସନ୍ନ ପର୍ବତ ସକଳକୁ ଆସିବ; ମାତ୍ର ତାହା ନାନା ଗୋଷ୍ଠୀ ମଧ୍ୟରୁ ବାହାରେ ଆନୀତ ହୋଇଅଛି, ଆଉ ସେମାନେ, ସେମାନଙ୍କର ସମସ୍ତେ ନିରାପଦରେ ବାସ କରିବେ।
De aquí a muchos días tú serás visitado; al cabo de años vendrás a la tierra quebrantada por espada, recogida de muchos pueblos, a los montes de Israel, que siempre fueron para asolamiento; y ella de pueblos fue sacada, y todos ellos morarán confiadamente.
9 ପୁଣି, ତୁମ୍ଭେ ଉପରକୁ ଉଠି, ବତାସ ପରି ଆସିବ, ଦେଶକୁ ଆଚ୍ଛନ୍ନ କରିବା ପାଇଁ ତୁମ୍ଭେ, ଆଉ ତୁମ୍ଭର ସମସ୍ତ ସୈନ୍ୟଦଳ ଓ ତୁମ୍ଭ ସଙ୍ଗେ ଅନେକ ଗୋଷ୍ଠୀ ମେଘ ତୁଲ୍ୟ ହେବେ।
Y tú subirás, vendrás como tempestad; como nublado para cubrir la tierra serás tú, y todas tus compañías, y muchos pueblos contigo.
10 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେହି ସମୟରେ ନାନା ବିଷୟ ତୁମ୍ଭ ମନରେ ପଡ଼ିବ ଓ ତୁମ୍ଭେ ଗୋଟିଏ ଅନିଷ୍ଟ ସଂକଳ୍ପ କରିବ;
Así dijo el Señor DIOS: Y será en aquel día, que subirán palabras en tu corazón, y concebirás mal pensamiento;
11 ପୁଣି, ତୁମ୍ଭେ କହିବ, ଆମ୍ଭେ ପ୍ରାଚୀରହୀନ ଗ୍ରାମ ବିଶିଷ୍ଟ ଦେଶକୁ ଯିବା; ଯେଉଁମାନେ ଶାନ୍ତିରେ ଅଛନ୍ତି, ନିରାପଦରେ ଓ ପ୍ରାଚୀରହୀନ ସ୍ଥାନରେ ବାସ କରନ୍ତି ଓ ଯେଉଁମାନଙ୍କର ଅର୍ଗଳ କି କବାଟ ନାହିଁ;
y dirás: Subiré contra la tierra de aldeas sin muros, iré contra los reposados, y que habitan confiadamente; todos ellos habitan sin muro, no tienen cerrojos ni puertas;
12 ଲୁଟିବାକୁ ଓ ଦ୍ରବ୍ୟ ଅପହରଣ କରିବାକୁ ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯାତ୍ରା କରିବା; ଯେଉଁ ସକଳ ଉତ୍ସନ୍ନ ସ୍ଥାନ ଏବେ ବସତିବିଶିଷ୍ଟ ହୋଇଅଛି, ତହିଁର ବିରୁଦ୍ଧରେ ଓ ଯେଉଁ ଗୋଷ୍ଠୀ ନାନା ଦେଶୀୟମାନଙ୍କ ମଧ୍ୟରୁ ସଂଗୃହୀତ ହୋଇଅଛନ୍ତି, ପଶୁ ଓ ଦ୍ରବ୍ୟାଦି ପ୍ରାପ୍ତ ହୋଇ ପୃଥିବୀର ମଧ୍ୟଭାଗରେ ବାସ କରୁଅଛନ୍ତି, ସେମାନଙ୍କ ବିରୁଦ୍ଧରେ ହସ୍ତାର୍ପଣ କରିବା ପାଇଁ (ତୁମ୍ଭେ ଯିବ)।
para arrebatar despojos y para tomar presa; para tornar tu mano sobre las tierras desiertas ya pobladas, y sobre el pueblo recogido de los gentiles, que ya hace ganados y posesiones, que moran en el ombligo de la tierra.
13 ଶିବା, ଦଦାନ ଓ ତର୍ଶୀଶର ବଣିକଗଣ, ଆଉ ସେଠାସ୍ଥିତ ସକଳ ଗ୍ରାମ ତୁମ୍ଭକୁ କହିବେ, ‘ତୁମ୍ଭେ କି ଲୁଟିବାକୁ ଆସିଅଛ? ତୁମ୍ଭେ କି ଦ୍ରବ୍ୟ ଅପହରଣ କରିବା ପାଇଁ ଆପଣାର ଜନସମାଜ ଏକତ୍ର କରିଅଛ? ରୂପା, ସୁନା ବୋହି ନେବାର, ପଶୁ ଓ ଦ୍ରବ୍ୟାଦି ପ୍ରଚୁର ଲୁଟି ନେଇଯିବାର କି ତୁମ୍ଭର ଅଭିପ୍ରାୟ?’
Sabá, y Dedán, y los mercaderes de Tarsis, y todos sus leoncillos, te dirán: ¿Has venido a arrebatar despojos? ¿Has reunido tu multitud para tomar presa, para quitar plata y oro, para tomar ganados y posesiones, para tomar grandes despojos?
14 ଏଥିପାଇଁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ଗୋଗ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ସେହି ଦିନ ଯେତେବେଳେ ଆମ୍ଭ ଇସ୍ରାଏଲର ଲୋକମାନେ ନିରାପଦରେ ବାସ କରିବେ, ସେତେବେଳେ ତୁମ୍ଭେ କି ତାହା ଜାଣିବ ନାହିଁ?
Por tanto, profetiza, hijo de hombre, y di a Gog: Así dijo el Señor DIOS: En aquel tiempo, cuando mi pueblo Israel habitará seguramente, ¿no lo sabrás tú?
15 ପୁଣି, ତୁମ୍ଭେ ଆପଣା ସ୍ଥାନ, ଉତ୍ତର ଦିଗସ୍ଥ ପ୍ରାନ୍ତଭାଗରୁ ଆସିବ, ତୁମ୍ଭେ ଓ ତୁମ୍ଭ ସଙ୍ଗେ ଅନେକ ଗୋଷ୍ଠୀ ଆସିବେ, ସେମାନେ ସମସ୍ତେ ଅଶ୍ୱାରୋହୀ ମହାସମାଜ ଓ ବିକ୍ରମୀ ସୈନ୍ୟସାମନ୍ତ;
Y vendrás de tu lugar, de las partes del norte, tú y muchos pueblos contigo, todos ellos a caballo, gran compañía y poderoso ejército;
16 ଆଉ, ତୁମ୍ଭେ ଦେଶକୁ ମେଘ ତୁଲ୍ୟ ଆଚ୍ଛାଦନ କରିବା ପାଇଁ ଆମ୍ଭ ଇସ୍ରାଏଲ ଲୋକଙ୍କ ବିରୁଦ୍ଧରେ ଆସିବ; ହେ ଗୋଗ୍, ଶେଷ କାଳରେ ଏହା ଘଟିବ ଯେ, ଗୋଷ୍ଠୀୟମାନେ ଯେପରି ଆମ୍ଭକୁ ଜାଣିବେ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଆମ୍ଭ ଦେଶ ବିରୁଦ୍ଧରେ ଆଣିବା, ସେତେବେଳେ ଆମ୍ଭେ ଗୋଷ୍ଠୀୟମାନଙ୍କ ଦୃଷ୍ଟିରେ ତୁମ୍ଭ ମଧ୍ୟରେ ପବିତ୍ରୀକୃତ ହେବା।
y subirás contra mi pueblo Israel como nublado para cubrir la tierra; será al cabo de los días; y yo te traeré sobre mi tierra, para que los gentiles me conozcan, cuando fuere santificado en ti, oh Gog, delante de sus ojos.
17 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ତୁମ୍ଭକୁ ସେମାନଙ୍କ ବିରୁଦ୍ଧରେ ଆଣିବା ବୋଲି ଯାହାର ବିଷୟରେ ପ୍ରାଚୀନ କାଳରେ ଆପଣା ଦାସଗଣ ଦ୍ୱାରା, ଅର୍ଥାତ୍, ଯେଉଁମାନେ ସେହି କାଳରେ ଅନେକ ବର୍ଷ ଯାଏ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଥିଲେ, ଏପରି ଯେ ଇସ୍ରାଏଲ ଭବିଷ୍ୟଦ୍ବକ୍ତାଗଣ, ସେମାନଙ୍କ ଦ୍ୱାରା ଆମ୍ଭେ କହିଥିଲୁ, ତୁମ୍ଭେ କି ସେହି ବ୍ୟକ୍ତି?
Así dijo el Señor DIOS: ¿No eres tú aquél de quien hablé yo en los días pasados por mis siervos los profetas de Israel, los cuales profetizaron en aquellos tiempos que yo te había de traer sobre ellos?
18 ପୁଣି, ପ୍ରଭୁ, ସଦାପ୍ରଭୁ କହନ୍ତି, ଯେଉଁ ଦିନ ଗୋଗ୍ ଇସ୍ରାଏଲ ଦେଶ ବିରୁଦ୍ଧରେ ଆସିବ, ସେହି ସମୟରେ ଆମ୍ଭର କୋପ ଆମ୍ଭର ନାସାରନ୍ଧ୍ରକୁ ଉଠିବ।
Y será en aquel tiempo, cuando vendrá Gog contra la tierra de Israel, dijo el Señor DIOS, que mi ira subirá por mi enojo.
19 କାରଣ ଆମ୍ଭେ ଆପଣା ଅନ୍ତର୍ଜ୍ୱାଳା ଓ କୋପାନଳରେ କହିଅଛୁ, ଅବଶ୍ୟ ସେହି ଦିନ ଇସ୍ରାଏଲ ଦେଶରେ ମହାକମ୍ପ ହେବ;
Porque he hablado en mi celo, y en el fuego de mi ira: Que en aquel día habrá gran temblor sobre la tierra de Israel;
20 ତହିଁରେ ସମୁଦ୍ରର ମତ୍ସ୍ୟଗଣ, ଆକାଶର ପକ୍ଷୀଗଣ ଓ କ୍ଷେତ୍ରର ପଶୁଗଣ ଓ ଭୂଚର ଉରୋଗାମୀ ଜନ୍ତୁସମସ୍ତ, ଆଉ ପୃଥିବୀସ୍ଥ ମନୁଷ୍ୟ ସକଳ ଆମ୍ଭ ସାକ୍ଷାତରେ କମ୍ପମାନ ହେବେ ଓ ପର୍ବତସବୁ ଉତ୍ପାଟିତ ହେବେ, ଆଉ ଗଡ଼ନ୍ତି ସ୍ଥାନସବୁ ପଡ଼ିଯିବ ଓ ପ୍ରତ୍ୟେକ ପ୍ରାଚୀର ଭୂମିସାତ୍ ହେବ।
que los peces del mar, y las aves del cielo, y las bestias del campo, y toda serpiente que se anda arrastrando sobre la tierra, y todos los hombres que están sobre la faz de la tierra, temblarán delante de mi presencia; y se arruinarán los montes, y las gradas caerán, y todo muro caerá a tierra.
21 ପୁଣି, ଆମ୍ଭେ ତାହାର ବିରୁଦ୍ଧରେ ଖଡ୍ଗ ପାଇଁ ଆମ୍ଭର ପର୍ବତ ସକଳକୁ ଆହ୍ୱାନ କରିବା; ଏହା ପ୍ରଭୁ, ସଦାପ୍ରଭୁ କହନ୍ତି; ପ୍ରତ୍ୟେକ ଲୋକର ଖଡ୍ଗ ତାହାର ଭ୍ରାତାର ପ୍ରତିକୂଳ ହେବ।
Y en todos mis montes llamaré cuchillo contra él, dijo el Señor DIOS: el cuchillo de cada cual será contra su hermano.
22 ପୁଣି, ଆମ୍ଭେ ମହାମାରୀ ଓ ରକ୍ତ ଦ୍ୱାରା ତାହା ବିରୁଦ୍ଧରେ ପ୍ରତିବାଦ କରିବା; ଆଉ, ଆମ୍ଭେ ତାହା ଉପରେ ଓ ତାହାର ସୈନ୍ୟଦଳର ଉପରେ ଓ ତାହାର ସଙ୍ଗୀ ଅନେକ ଗୋଷ୍ଠୀର ଉପରେ ପ୍ଲାବନକାରୀ ବୃଷ୍ଟି, ବୃହତ ବୃହତ ଶିଳା, ଅଗ୍ନି ଓ ଗନ୍ଧକ ବର୍ଷାଇବା।
Y yo litigaré con él con pestilencia y con sangre; y haré llover sobre él, y sobre sus compañías, y sobre los muchos pueblos que están con él, impetuosa lluvia, y piedras de granizo, fuego y azufre.
23 ପୁଣି, ଆମ୍ଭେ ଆପଣାକୁ ମହାନ କରିବା ଓ ଆପଣାକୁ ପବିତ୍ରୀକୃତ କରିବା, ଆଉ ଅନେକ ଗୋଷ୍ଠୀର ସାକ୍ଷାତରେ ଆପଣାର ପରିଚୟ ଦେବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
Y seré engrandecido y santificado, y seré conocido en ojos de muchos gentiles; y sabrán que yo soy el SEÑOR.