< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 39 >
1 “ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗୋଗ୍ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହେ ଗେଶର, ମେଶକ୍ର ଓ ତୁବଲ୍ର ଅଧିପତି ଗୋଗ୍, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ;
「人子,你講預言攻斥哥格說:吾主上主這樣說:默舍客和突巴耳的最高領袖哥格,看,我要攻擊你,
2 ପୁଣି, ଆମ୍ଭେ ତୁମ୍ଭକୁ ବୁଲାଇବା ଓ ତୁମ୍ଭକୁ କଢ଼ାଇ ନେବା, ଆଉ ଉତ୍ତର ଦିଗର ପ୍ରାନ୍ତଭାଗରୁ ତୁମ୍ଭକୁ ଅଣାଇବା; ଆଉ, ଆମ୍ଭେ ଇସ୍ରାଏଲର ପର୍ବତସମୂହର ଉପରକୁ ତୁମ୍ଭକୁ ଆଣିବା;
我要引誘你,挾持你,使你從極北之地上來,領你到以色列的山上,
3 ପୁଣି, ଆମ୍ଭେ ଆଘାତ କରି ତୁମ୍ଭ ବାମ ହସ୍ତରୁ ତୁମ୍ଭ ଧନୁ ଖସାଇବା ଓ ତୁମ୍ଭର ଦକ୍ଷିଣ ହସ୍ତରୁ ତୁମ୍ଭ ତୀରସବୁ କଢ଼ାଇ ପକାଇବା।
在那裏我要打掉你左手上的弓,打落你右手上的箭。
4 ଇସ୍ରାଏଲର ପର୍ବତଗଣ ଉପରେ ତୁମ୍ଭେ ପତିତ ହେବ, ତୁମ୍ଭର ସକଳ ସୈନ୍ୟଦଳ ଓ ତୁମ୍ଭ ସଙ୍ଗୀ ଗୋଷ୍ଠୀଗଣ ପତିତ ହେବେ; ଆମ୍ଭେ ସବୁ ପ୍ରକାର ହିଂସ୍ରକ ପକ୍ଷୀଗୁଡ଼ିକୁ ଓ କ୍ଷେତ୍ରସ୍ଥ ପଶୁଗଣର ଗ୍ରାସର ନିମନ୍ତେ ତୁମ୍ଭକୁ ସମର୍ପଣ କରିବା।
你和你所有的軍隊,以及同你聯合的眾民,都要喪亡在以色列的山上;我要使你成為各種猛禽和野獸的食物。
5 ତୁମ୍ଭେ ପଡ଼ିଆରେ ପତିତ ହେବ; କାରଣ ଆମ୍ଭେ ଏହା କହିଅଛୁ, ପ୍ରଭୁ, ସଦାପ୍ରଭୁ ଏହା କହନ୍ତି।
你要喪亡在原野之上,這原是我親口說的──吾主上主的斷語──
6 ପୁଣି, ଆମ୍ଭେ ମାଗୋଗ୍ର ଉପରେ ଓ ଦ୍ୱୀପସମୂହରେ ନିରାପଦରେ ବାସକାରୀମାନଙ୍କ ଉପରେ ଅଗ୍ନି ପ୍ରେରଣ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
我要使火降到瑪哥格和那些安居在群島的人們身上:如此,他們必承認我是上主。
7 ଆଉ, ଆମ୍ଭେ ଆମ୍ଭର ଇସ୍ରାଏଲ ଲୋକଙ୍କ ମଧ୍ୟରେ ଆପଣା ପବିତ୍ର ନାମ ଜ୍ଞାତ କରାଇବା ଓ ଆମ୍ଭର ପବିତ୍ର ନାମ ଆଉ ଅପବିତ୍ରୀକୃତ ହେବାକୁ ଦେବା ନାହିଁ, ତହିଁରେ ଆମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପବିତ୍ର ସଦାପ୍ରଭୁ ଅଟୁ, ଏହା ଗୋଷ୍ଠୀୟମାନେ ଜାଣିବେ।
我也要在我的百姓以色列中間,顯揚我的聖名,再不讓我的名受到褻瀆:如此,異民便承認我是上主,是以色列的聖者。
8 ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି; ଯେଉଁ ଦିନର ବିଷୟ ଆମ୍ଭେ କହିଅଛୁ, ଏହା ସେହି ଦିନ।
看,我所說的那一天,已經來近,必要實現──吾主上主的斷語。
9 ପୁଣି, ଇସ୍ରାଏଲର ନଗରସମୂହରେ ବାସକାରୀ ଲୋକମାନେ ବାହାରେ ଯାଇ, ଢାଲ ଓ ଫଳକ, ଧନୁ ଓ ତୀର, ଆଉ ଯଷ୍ଟି ଓ ବର୍ଚ୍ଛା, ଏହି ସକଳ ଅସ୍ତ୍ରଶସ୍ତ୍ର ଅଗ୍ନିରେ ଜଳାଇବେ, ସେମାନେ ସାତ ବର୍ଷ ପର୍ଯ୍ୟନ୍ତ ସେହି ସବୁ ନେଇ ଅଗ୍ନିରେ ଜ୍ୱଳାଇବେ;
那時住在以色列各城的人必要出來,點火焚燒武器:有大小盾牌、弓、箭、槍和茅;他們將用來燒火,七年之久。
10 ଏହିରୂପେ ସେମାନେ ପଦାରୁ କାଠ ଆଣିବେ ନାହିଁ; କି ବନରୁ କିଛି କାଟିବେ ନାହିଁ; କାରଣ ସେମାନେ ଅସ୍ତ୍ରଶସ୍ତ୍ର ନେଇ ଅଗ୍ନିରେ ଜ୍ୱଳାଇବେ; ଆଉ, ଆପଣା ଲୁଣ୍ଠନକାରୀମାନଙ୍କର ଧନ ଲୁଣ୍ଠନ କରିବେ ଓ ଯେଉଁମାନେ ସେମାନଙ୍କର ସମ୍ପତ୍ତି ଅପହରଣ କଲେ, ସେମାନଙ୍କର ସମ୍ପତ୍ତି ଅପହରଣ କରିବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
他們不必到田間拾柴,也不必到林中伐木,因為也武器可作柴燒;他們還要搶奪那些搶奪過他們的人,劫掠那些劫掠過他們的人──吾主上主的斷語──
11 ପୁଣି, ଆମ୍ଭେ ସେହି ଦିନ ଗୋଗ୍କୁ ଇସ୍ରାଏଲ ମଧ୍ୟରେ କବର ସ୍ଥାନ ନିମନ୍ତେ, ସମୁଦ୍ରର ପୂର୍ବଦିଗସ୍ଥ ପଥିକମାନଙ୍କ ଉପତ୍ୟକା ଦେବା; ତାହା ପଥିକମାନଙ୍କର ଗମନ ରୋଧ କରିବ ଓ ସେତୁ ସ୍ଥାନରେ ଲୋକମାନେ ଗୋଗ୍କୁ ଓ ତାହାର ସମସ୍ତ ଲୋକସମୂହକୁ କବର ଦେବେ; ଆଉ, ସେହି ସ୍ଥାନକୁ ସେମାନେ ହାମୋନ-ଗୋଗ୍ର ଉପତ୍ୟକା ବୋଲି ନାମ ଦେବେ।
在那一天,我要在以色列把一出名的地方,即死海以東阿巴陵山谷,給哥格作墳地;這山谷使過路的人止步,哥格和他的一切軍隊要埋在那裏,因此人叫那地方為『哥格群眾谷。』
12 ପୁଣି, ଦେଶକୁ ଶୁଚି କରିବା ନିମନ୍ତେ ସେମାନଙ୍କୁ କବର ଦେବା ପାଇଁ ଇସ୍ରାଏଲ ବଂଶକୁ ସାତ ମାସ ଲାଗିବ।
以色列家族埋葬他們,為清除此地,要費時七個月。
13 ହଁ, ଦେଶର ସମସ୍ତ ଲୋକ ସେମାନଙ୍କୁ କବର ଦେବେ; ପୁଣି, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଗୌରବାନ୍ୱିତ ହେବା ଦିନ ସେମାନଙ୍କ ପକ୍ଷରେ ତାହା ଯଶ ସ୍ୱରୂପ ହେବ।
那地方的全體百姓都要埋葬他們。在我顯示光榮的日子,為他們也要光榮──吾主上主的斷語──
14 ପୁଣି, ସେମାନେ ନିତ୍ୟ କାର୍ଯ୍ୟରେ ନିଯୁକ୍ତ ଲୋକମାନଙ୍କୁ ପୃଥକ କରିବେ, ସେହି ଲୋକମାନେ ଦେଶ ଶୁଚି କରିବା ପାଇଁ, ପଥିକମାନଙ୍କ ମଧ୍ୟରୁ ଭୂମିରେ ଅବଶିଷ୍ଟ ଥିବା ଲୋକମାନଙ୍କୁ କବର ଦେବା ନିମନ୍ତେ ଦେଶ ମଧ୍ୟଦେଇ ଗମନ କରିବେ; ସାତ ମାସ ଶେଷ ହେଲା ଉତ୍ତାରେ ସେମାନେ ଅନୁସନ୍ଧାନ କରିବେ।
他們還要派定一些人不斷巡邏那地,尋找在那地方遺留下的屍體,為清除那地;七個月之後它們仍繼續尋找。
15 ପୁଣି, ସେହି ଗମନକାରୀମାନେ ଦେଶ ମଧ୍ୟଦେଇ ଗମନ କରିବେ ଓ କେହି ମନୁଷ୍ୟର ଅସ୍ଥି ଦେଖିଲେ ସେ ତାହା ନିକଟରେ ଗୋଟିଏ ଚିହ୍ନ ରଖିବ, ତହୁଁ କବର ଦେବା ଲୋକମାନେ ହାମୋନ-ଗୋଗ୍ ଉପତ୍ୟକାରେ ତାହାର କବର ଦେବେ।
過路的人經過那地的時候,若發見一個人的骨骸,就在他旁邊放一個記號,等待埋葬的人將他埋葬在『哥格群眾谷。』
16 ଆହୁରି, ଏକ ନଗରର ନାମ ‘ହାମୋନା’ (ଲୋକସମୂହ) ହେବ। ଏହିରୂପେ ସେମାନେ ଦେଶ ଶୁଚି କରିବେ।
那裏有一座城,要叫哈摩納。他們就這樣清除了那地。
17 ପୁଣି, ହେ ମନୁଷ୍ୟ-ସନ୍ତାନ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସବୁ ପ୍ରକାର ପକ୍ଷୀଗଣକୁ ଓ ପ୍ରତ୍ୟେକ ବନ୍ୟ ପଶୁକୁ କୁହ, ତୁମ୍ଭେମାନେ ଏକତ୍ର ହୋଇ ଆସ; ତୁମ୍ଭେମାନେ ମାଂସ ଖାଇବା ନିମନ୍ତେ ଓ ରକ୍ତ ପିଇବା ନିମନ୍ତେ ଆମ୍ଭ ଯଜ୍ଞର ଚାରିଆଡ଼େ ଏକତ୍ର ହୁଅ, ଆମ୍ଭେ ଇସ୍ରାଏଲର ପର୍ବତଗଣ ଉପରେ ତୁମ୍ଭମାନଙ୍କ ନିମନ୍ତେ ଯଜ୍ଞ, ଏକ ମହାଯଜ୍ଞ କରୁଅଛୁ।
吾主上主這樣說:人子,你要向各種飛鳥,各樣野獸說:你們應集合前來,從四方來參加我給你們在以色列山上所準備的隆重祭餐,你們要吃肉飲血。
18 ତୁମ୍ଭେମାନେ ବୀରମାନଙ୍କର ମାଂସ ଖାଇବ ଓ ଭୂପତିମାନଙ୍କର ରକ୍ତ ପିଇବ, ସେମାନେ ସମସ୍ତେ ବାଶନ ଦେଶୀୟ ହୃଷ୍ଟପୁଷ୍ଟ ମେଷ, ମେଷବତ୍ସ, ଛାଗ ଓ ବୃଷ ସ୍ୱରୂପ ଅଟନ୍ତି।
你們要吃將士的肉,飲各地王侯的血;還有山羊、綿羊、公山羊、牛犢,都是巴商的肥畜。
19 ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ଯେଉଁ ଯଜ୍ଞ କରୁଅଛୁ, ଆମ୍ଭର ସେହି ଯଜ୍ଞରୁ ତୁମ୍ଭେମାନେ ତୃପ୍ତ ହେବା ପର୍ଯ୍ୟନ୍ତ ମେଦ ଖାଇବ ଓ ମତ୍ତ ହେବା ପର୍ଯ୍ୟନ୍ତ ରକ୍ତ ପିଇବ।
你們要在我給你們準備的祭餐中,吃肉吃到飽,飲血飲到醉。
20 ଆଉ, ତୁମ୍ଭେମାନେ ଆମ୍ଭ ମେଜରେ ଅଶ୍ୱ, ରଥ, ବୀର ଓ ସବୁ ଯୋଦ୍ଧାମାନଙ୍କୁ ଖାଇ ତୃପ୍ତ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
你們在我的宴席上要飽食馬肉,戰馬、將士和所有軍人的肉──吾主上主的斷語。
21 ପୁଣି, ଆମ୍ଭେ ଗୋଷ୍ଠୀଗଣଙ୍କ ମଧ୍ୟରେ ଆପଣାର ଗୌରବ ସ୍ଥାପନ କରିବା, ତହିଁରେ ଆମ୍ଭେ ଯାହା ସଫଳ କରିଅଛୁ, ଆମ୍ଭର ସେହି ଶାସନ ଓ ଆମ୍ଭେ ସେମାନଙ୍କ ଉପରେ ଆପଣାର ଯେଉଁ ହସ୍ତ ଥୋଇଅଛୁ, ତାହା ସକଳ ଗୋଷ୍ଠୀ ଦେଖିବେ।
我要在異民中顯示我的光榮,萬民要看見我所施行的懲罰,看見是我舉手打擊了他們。
22 ଏହିରୂପେ ସେହି ଦିନ ଓ ସେହି ଦିନଠାରୁ ଇସ୍ରାଏଲ ବଂଶ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ, ସେମାନଙ୍କର ପରମେଶ୍ୱର ଅଟୁ।
從那天起,以色列家族必要承認我,上主是他們的天主。
23 ପୁଣି, ଗୋଷ୍ଠୀଗଣ ଜାଣିବେ ଯେ, ଇସ୍ରାଏଲ ବଂଶ ନିଜ ଅଧର୍ମ ସକାଶୁ ବନ୍ଦୀ ହୋଇ ଯାଇଥିଲେ, କାରଣ ସେମାନେ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ ଅପରାଧ କରିବାରୁ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇଲୁ; ତହୁଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ବିପକ୍ଷଗଣର ହସ୍ତରେ ସମର୍ପଣ କଲୁ, ତହିଁରେ ସେମାନେ ସମସ୍ତେ ଖଡ୍ଗ ଦ୍ୱାରା ହତ ହେଲେ।
異民也要知道以色列家族充軍,是為了他們的罪惡,因為他們違背了我,我遂掩面不顧他們,把他們交在敵人手中,全都喪身刀下。
24 ସେମାନଙ୍କର ଅଶୁଚିତା, ଆଉ ସେମାନଙ୍କର ଅପରାଧ ଅନୁସାରେ ଆମ୍ଭେ ସେମାନଙ୍କ ପ୍ରତି ବ୍ୟବହାର କଲୁ ଓ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇଲୁ।
我按他們的罪過和惡行對待了他們,掩面不看他們。
25 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଏବେ ଆମ୍ଭେ ଯାକୁବର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ସମୁଦାୟ ଇସ୍ରାଏଲ ବଂଶ ପ୍ରତି ଦୟା କରିବା; ଆଉ, ଆମ୍ଭେ ଆପଣା ପବିତ୍ର ନାମ ପକ୍ଷରେ ଉଦ୍ଯୋଗୀ ହେବା।
為此吾主上主這樣說:現今我要轉變雅各伯的命運,憐恤以色列家族。為我的聖名而大發妒火。
26 ପୁଣି, ସେମାନେ ଯେତେବେଳେ ଆପଣାମାନଙ୍କ ଦେଶରେ ନିରାପଦରେ ବାସ କରିବେ ଓ କେହି ସେମାନଙ୍କୁ ଭୟ ନ ଦେଖାଇବ, ଯେତେବେଳେ ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରୁ ସେମାନଙ୍କୁ ପୁନର୍ବାର ଆଣିବା ଓ ସେମାନଙ୍କ ଶତ୍ରୁଗଣର ଦେଶରୁ ସେମାନଙ୍କୁ ସଂଗ୍ରହ କରିବା, ଆଉ ଅନେକ ଗୋଷ୍ଠୀ ସାକ୍ଷାତରେ ସେମାନଙ୍କ ମଧ୍ୟରେ ପବିତ୍ରୀକୃତ ହେବା;
當他們安居在自己的地域中,沒有人來驚擾時,他們將忘記自己的恥辱和違背我所犯的一切抗命之罪。
27 ସେତେବେଳେ ସେମାନେ ଆପଣାମାନଙ୍କର ଅପମାନ ଓ ଆମ୍ଭ ବିରୁଦ୍ଧରେ ଯେଉଁସବୁ ସତ୍ୟ-ଲଙ୍ଘନ କଲେ, ସେହି ସକଳ ସତ୍ୟ-ଲଙ୍ଘନର ଫଳ ଭୋଗ କରିବେ।
當我從各民族中把他們領回,從他們敵人的地方聚集他們,在眾異民眼前,在他們身上顯聖時,
28 ପୁଣି, ଆମ୍ଭେ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ, ଆମ୍ଭେ ନାନା ଗୋଷ୍ଠୀ ମଧ୍ୟରେ ସେମାନଙ୍କୁ ନିର୍ବାସିତ କରାଇଲୁ ଓ ପୁନର୍ବାର ସେମାନଙ୍କ ନିଜ ଦେଶରେ ସେମାନଙ୍କୁ ସଂଗ୍ରହ କରିଅଛୁ, ଏହା ସେମାନେ ଜାଣିବେ; ପୁଣି, ଆମ୍ଭେ ସେମାନଙ୍କର କାହାକୁ ହିଁ ଆଉ ସେଠାରେ ଅବଶିଷ୍ଟ ରଖିବା ନାହିଁ।
他們必承認我上主是他們的天主,因為我將他們放逐於異民之中以後,又把他們聚集到自己的地方,一個也沒有留在異民中。
29 ଆଉ, ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଆଉ ଲୁଚାଇବା ନାହିଁ; କାରଣ ଆମ୍ଭେ ଇସ୍ରାଏଲ ବଂଶ ଉପରେ ନିଜ ଆତ୍ମା ଢାଳିଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
我不再掩面不看他們,因為我將我的神已傾注於以色列家族──吾主上主的斷語。」