< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 40 >

1 ଆମ୍ଭମାନଙ୍କ ନିର୍ବାସନର ପଚିଶ ବର୍ଷରେ, ବର୍ଷର ଆରମ୍ଭରେ ମାସର ଦଶମ ଦିନରେ, ଅର୍ଥାତ୍‍, ନଗର ନିପାତିତ ହେଲା ଉତ୍ତାରେ ଚତୁର୍ଦ୍ଦଶ ବର୍ଷର ଉକ୍ତ ଦିବସରେ ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠିତ ଥିଲା ଓ ସେ ମୋତେ ସେହି ସ୍ଥାନରେ ଉପସ୍ଥିତ କରାଇଲେ।
われわれが捕え移されてから二十五年、都が打ち破られて後十四年、その年の初めの月の十日、その日に主の手がわたしに臨み、わたしをかの所に携えて行った。
2 ଈଶ୍ୱରୀୟ ଦର୍ଶନରେ ସେ ମୋତେ ଇସ୍ରାଏଲ ଦେଶକୁ ଆଣି ଅତି ଉଚ୍ଚ ଏକ ପର୍ବତରେ ବସାଇଲେ, ତହିଁ ଉପରେ, ଦକ୍ଷିଣ ଦିଗରେ ଗୋଟିଏ ନଗର ତୁଲ୍ୟ ଆକୃତି ଥିଲା।
すなわち神は幻のうちに、わたしをイスラエルの地に携えて行って、非常に高い山の上におろされた。その山の上に、わたしと相対して、一つの町のような建物があった。
3 ସେ ମୋତେ ସେହି ସ୍ଥାନକୁ ନେଇଗଲେ, ଆଉ ଦେଖ, ସେଠାରେ ଏକ ପୁରୁଷ ଥିଲେ, ପିତ୍ତଳର ଆଭା ତୁଲ୍ୟ ତାଙ୍କର ଆଭା, ତାଙ୍କ ହସ୍ତରେ ଛଣପଟର ଏକ ରଜ୍ଜୁ ଓ ପରିମାପକ ଏକ ନଳ ଥିଲା ଓ ସେ ଦ୍ୱାରରେ ଠିଆ ହୋଇଥିଲେ।
神がわたしをそこに携えて行かれると、見よ、ひとりの人がいた。その姿は青銅の形のようで、手に麻のなわと、測りざおとを持って門に立っていた。
4 ଏଥିରେ ସେ ପୁରୁଷ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା ଦେଖାଇବା, ସେହି ସବୁ ତୁମ୍ଭେ ଆପଣା ଚକ୍ଷୁରେ ଦେଖ ଓ ଆପଣା କର୍ଣ୍ଣରେ ଶୁଣ ଓ ତହିଁରେ ମନୋନିବେଶ କର; କାରଣ ଆମ୍ଭେ ଯେପରି ସେହି ସବୁ ତୁମ୍ଭକୁ ଦେଖାଉ, ଏ ଅଭିପ୍ରାୟରେ ତୁମ୍ଭେ ଏଠାକୁ ଆନୀତ ହୋଇଅଛ; ତୁମ୍ଭେ ଯାହା ଯାହା ଦେଖିବ, ତାହାସବୁ ଇସ୍ରାଏଲ ବଂଶକୁ ଜ୍ଞାତ କରାଅ।”
その人はわたしに言った、「人の子よ、目で見、耳で聞き、わたしがあなたに示す、すべての事を心にとめよ。あなたをここに携えて来たのは、これをあなたに示すためである。あなたの見ることを、ことごとくイスラエルの家に告げよ」。
5 ଆଉ ଦେଖ, ଗୃହର ବାହାରେ ଚତୁର୍ଦ୍ଦିଗରେ ଏକ ପ୍ରାଚୀର ଥିଲା ଓ ସେହି ପୁରୁଷଙ୍କ ହସ୍ତରେ ଏକ ପରିମାପକ ଦଣ୍ଡ ଥିଲା, ତାହା ଛଅ ହାତ ଦୀର୍ଘ, ପ୍ରତ୍ୟେକ ହାତ ଏକ ହାତ ଚାରି ଅଙ୍ଗୁଳି ପରିମିତ; ତହିଁରେ ସେ ଗୃହର ସ୍ଥୂଳତା ଏକ ହାତ ଓ ଉଚ୍ଚତା ଏକ ହାତ ମାପିଲେ।
見よ、宮の外の周囲に、かきがあり、その人の手に六キュビトの測りざおがあった。そのキュビトは、おのおの一キュビトと一手幅とである。彼が、そのかきの厚さを測ると、一さおあり、高さも一さおあった。
6 ଏଉତ୍ତାରେ ସେ ପୂର୍ବାଭିମୁଖ ଦ୍ୱାରକୁ ଆସି ତହିଁର ପାବଚ୍ଛ ଦେଇ ଉପରକୁ ଉଠିଲେ; ଆଉ, ଦ୍ୱାରର ସମ୍ମୁଖ ସ୍ଥାନର ପ୍ରସ୍ଥ ଏକ ହାତ ଓ ଅନ୍ୟ ସମ୍ମୁଖ ସ୍ଥାନର ପ୍ରସ୍ଥ ଏକ ହାତ ମାପିଲେ।
彼が東向きの門に行き、その階段を上って、門の敷居を測ると、その厚さは一さおあり、
7 ପୁଣି, ପ୍ରତ୍ୟେକ କ୍ଷୁଦ୍ର କୋଠରି ଏକ ହାତ ଦୀର୍ଘ ଓ ଏକ ହାତ ପ୍ରସ୍ଥ ଥିଲା; ଆଉ, ପ୍ରତ୍ୟେକ କ୍ଷୁଦ୍ର କୋଠରିର ମଧ୍ୟରେ ପାଞ୍ଚ ପାଞ୍ଚ ହାତ ଛଡ଼ା ଥିଲା ଓ ଗୃହାଭିମୁଖ ଦ୍ୱାରର ବାରଣ୍ଡା ନିକଟସ୍ଥ ଦ୍ୱାରର ସମ୍ମୁଖ ସ୍ଥାନ ଏକ ହାତ ଥିଲା।
その詰め所は長さ一さお、幅一さお、詰め所と、詰め所との間は五キュビトあり、内の門の廊のかたわらの門の敷居は一さおあった。
8 ଗୃହାଭିମୁଖ ଦ୍ୱାରର ବାରଣ୍ଡା ମଧ୍ୟ ସେ ଏକ ହାତ ମାପିଲେ।
門の廊を測ると八キュビトあり、
9 ତହୁଁ ସେ ଦ୍ୱାରର ବାରଣ୍ଡା ଆଠ ହାତ ମାପିଲେ ଓ ତହିଁର ଉପସ୍ତମ୍ଭସକଳ ଦୁଇ ହାତ ଥିଲା; ପୁଣି, ଦ୍ୱାରର ବାରଣ୍ଡା ଗୃହ ପ୍ରତି ଥିଲା।
その脇柱は二キュビト、門の廊は内側にあった。
10 ଆଉ, ପୂର୍ବାଭିମୁଖ ଦ୍ୱାରର କ୍ଷୁଦ୍ର କୋଠରି ଏପାଖରେ ତିନି ଓ ସେପାଖରେ ତିନି ଥିଲା; ସେ ତିନିର ମାପ ଏକ ସମାନ ଥିଲା; ଆଉ, ଏପାଖ ଓ ସେପାଖ ସ୍ତମ୍ଭସବୁର ଏକ ସମାନ ମାପ ଥିଲା।
東向きの門の詰め所は、こなたに三つ、かなたに三つあり、三つとも同じ寸法である。脇柱もまた、こなたかなたともに同じ寸法である。
11 ପୁଣି, ସେ ଦ୍ୱାରର ପ୍ରବେଶ ସ୍ଥାନର ପ୍ରସ୍ଥ ଦଶ ହାତ ଓ ଦ୍ୱାରର ଦୀର୍ଘତା ତେର ହାତ ମାପିଲେ,
門の入口の広さを測ると十キュビトあり、門の長さは十三キュビトあった。
12 ଆଉ କ୍ଷୁଦ୍ର କୋଠରିସକଳର ସମ୍ମୁଖରେ, ଏପାଖରେ ଏକ ହାତ, ସେପାଖରେ ଏକ ହାତ ଧାର ଥିଲା ଓ ପ୍ରତ୍ୟେକ କ୍ଷୁଦ୍ର କୋଠରି ଏକ ପାଖରେ ଛଅ ହାତ, ଅନ୍ୟ ପାଖରେ ଛଅ ହାତ ଥିଲା।
詰め所の前の境は一キュビト、かなたの境も一キュビトで、詰め所は、こなたかなたともに六キュビトあった。
13 ପୁଣି, ସେ ଏକ କ୍ଷୁଦ୍ର କୋଠରିର ଛାତଠାରୁ ଅନ୍ୟ କ୍ଷୁଦ୍ର କୋଠରିର ଛାତ ପର୍ଯ୍ୟନ୍ତ ଦ୍ୱାରର ପ୍ରସ୍ଥ ପଚିଶ ହାତ ମାପିଲେ; ଦ୍ୱାର ସମ୍ମୁଖରେ ଦ୍ୱାର ଥିଲା।
彼がまたこの詰め所の裏から、かの詰め所の裏まで、門を測ると、入口から入口まで二十五キュビトあった。
14 ଉପସ୍ତମ୍ଭସକଳ ମଧ୍ୟ ସେ ଷାଠିଏ ହାତ ମାପିଲେ; ପୁଣି, ପ୍ରାଙ୍ଗଣ ଉପସ୍ତମ୍ଭ ପର୍ଯ୍ୟନ୍ତ ଗଲା, ଚାରିଆଡ଼େ ଦ୍ୱାର ଥିଲା।
彼がまた廊を測ると二十キュビトあり、門の廊の周囲は、すべて庭である。
15 ପୁଣି, ପ୍ରବେଶାର୍ଥକ ଦ୍ୱାରର ଅଗ୍ରଭାଗରୁ ଅନ୍ତରସ୍ଥ ବାରଣ୍ଡାର ଅଗ୍ରଭାଗ ପର୍ଯ୍ୟନ୍ତ ପଚାଶ ହାତ ଥିଲା।
入口の門の前から内の門の廊の前まで五十キュビトあり、
16 ପୁଣି, ଦ୍ୱାର ଭିତରେ ଚାରିଆଡ଼େ କ୍ଷୁଦ୍ର କୋଠରି ଓ ଉପସ୍ତମ୍ଭସକଳର ବନ୍ଦ ଜଳାକବାଟି ଥିଲା ଓ ମଣ୍ଡପସକଳରେ ମଧ୍ୟ ତଦ୍ରୂପ ଥିଲା, ଆଉ ଜଳାକବାଟିସବୁ ଭିତରେ ଚାରିଆଡ଼େ ଥିଲା ଓ ପ୍ରତ୍ୟେକ ଉପସ୍ତମ୍ଭ ଉପରେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା।
詰め所と、門の内側の周囲の脇柱とに窓があり、廊の内側の周囲にも、同様に窓があり、脇柱には、しゅろがあった。
17 ତହୁଁ ସେ ମୋତେ ବାହାର ପ୍ରାଙ୍ଗଣକୁ ଆଣିଲେ, ଆଉ ଦେଖ, ପ୍ରାଙ୍ଗଣର ଚାରିଆଡ଼େ କେତେକ କୋଠରି ଓ ନିର୍ମିତ ଚଟାଣ ଥିଲା; ସେହି ଚଟାଣ ଉପରେ ତିରିଶ କୋଠରି ଥିଲା।
彼がまたわたしを外庭に携え入れると、見よ、庭の周囲に設けた室と、敷石とがあり、敷石の上に三十の室があった。
18 ପୁଣି, ସେହି ଚଟାଣ ଦ୍ୱାରସକଳର ପାର୍ଶ୍ୱରେ, ଦ୍ୱାରର ଦୀର୍ଘତାନୁସାରେ ଥିଲା, ଏହା ନିମ୍ନତର ଚଟାଣ।
敷石は門のわきにあり、門と同じ長さで、これは下の敷石である。
19 ତେବେ ସେ ନିମ୍ନତର ଦ୍ୱାରର ଅଗ୍ରଭାଗଠାରୁ ଭିତର ପ୍ରାଙ୍ଗଣର ଅଗ୍ରଭାଗ ପର୍ଯ୍ୟନ୍ତ ବାହାର ପ୍ରସ୍ଥ ମାପିଲେ, ପୂର୍ବ ଓ ଉତ୍ତର ଉଭୟ ଦିଗରେ ଏକ ଶହ ହାତ।
彼が下の門の内の前から、内庭の外の前までの距離を測ると、百キュビトあった。
20 ପୁଣି, ସେ ବାହାର ପ୍ରାଙ୍ଗଣର ଉତ୍ତରାଭିମୁଖ ଦ୍ୱାରର ଦୀର୍ଘତା ଓ ପ୍ରସ୍ଥ ମାପିଲେ।
また彼はわたしに先だって北へ行った。見よ、そこに外庭に属する北向きの門があった。彼はその長さと幅とを測った。
21 ଆଉ, ତହିଁର ଏକ ପାର୍ଶ୍ୱରେ ତିନି, ଅନ୍ୟ ପାର୍ଶ୍ୱରେ ତିନି କ୍ଷୁଦ୍ର କୋଠରି ଓ ତହିଁର ଉପସ୍ତମ୍ଭ ଓ ମଣ୍ଡପସକଳର ପରିମାଣ ପ୍ରଥମ ଦ୍ୱାରର ପରିମାଣ ତୁଲ୍ୟ, ଅର୍ଥାତ୍‍, ତହିଁର ଦୀର୍ଘତା ପଚାଶ ହାତ ଓ ପ୍ରସ୍ଥ ପଚିଶ ହାତ ଥିଲା।
その詰め所が、こなたに三つ、かなたに三つあり、また脇柱と廊とがあった。これらは初めの門と同じ寸法で、長さは五十キュビト、幅は二十五キュビトである。
22 ପୁଣି, ତହିଁର ଜଳାକବାଟି, ମଣ୍ଡପ ଓ ଖର୍ଜ୍ଜୁର ବୃକ୍ଷର ଆକୃତିସକଳ ପୂର୍ବାଭିମୁଖ ଦ୍ୱାରର ପରିମାଣାନୁସାରେ ଥିଲା; ଲୋକମାନେ ସାତ ପାହାଚ ଦେଇ ତହିଁ ଉପରକୁ ଗଲେ ଓ ତହିଁର ମଣ୍ଡପ ତହିଁ ସମ୍ମୁଖରେ ଥିଲା।
その窓と、廊と、しゅろとは、東向きの門にあるものと同じ寸法である。そして七段の階段を経て、それに上ると、廊は内側にあった。
23 ଆଉ, ଉତ୍ତର ଓ ପୂର୍ବ ଦୁଇଆଡ଼େ, ଅନ୍ୟ ଦ୍ୱାରର ସମ୍ମୁଖରେ ଭିତର ପ୍ରାଙ୍ଗଣକୁ ଗୋଟିଏ ଦ୍ୱାର ଥିଲା; ପୁଣି, ସେ ଏକ ଦ୍ୱାରଠାରୁ ଅନ୍ୟ ଦ୍ୱାର ପର୍ଯ୍ୟନ୍ତ ଏକ ଶହ ହାତ ମାପିଲେ।
内庭の門は北と東の門に向かっていた。彼が門から門までを測ると、百キュビトあった。
24 ଏଥିଉତ୍ତାରେ ସେ ମୋତେ ଦକ୍ଷିଣ ଦିଗକୁ ନେଇଗଲେ, ଆଉ ଦେଖ, ଦକ୍ଷିଣ ଆଡ଼େ ଏକ ଦ୍ୱାର ଥିଲା; ଆଉ, ସେ ଉପରୋକ୍ତ ପରିମାଣାନୁସାରେ ତହିଁର ଉପସ୍ତମ୍ଭ ଓ ମଣ୍ଡପସକଳ ପରିମାଣ କଲେ।
彼がまたわたしを南へ行かせると、見よ、南向きの門があった。その脇柱と廊を測ると、他と同じ寸法であった。
25 ପୁଣି, ତହିଁରେ ଓ ତହିଁର ମଣ୍ଡପସକଳର ଚାରିଆଡ଼େ ପୂର୍ବୋକ୍ତ ଜଳାକବାଟି ପରି ଜଳାକବାଟି ଥିଲା; ଦୀର୍ଘତା ପଚାଶ ହାତ ଓ ପ୍ରସ୍ଥ ପଚିଶ ହାତ ଥିଲା।
これと、その廊の周囲とに、他の窓のような窓があって、その長さは五十キュビト、幅は二十五キュビトあった。
26 ତହିଁ ଉପରକୁ ଯିବା ପାଇଁ ସାତୋଟି ପାବଚ୍ଛ ଥିଲା ଓ ତହିଁର ମଣ୍ଡପ ତହିଁ ସମ୍ମୁଖରେ ଥିଲା; ପୁଣି, ତହିଁର ଉପସ୍ତମ୍ଭସକଳର ଏପାଖରେ ସେପାଖରେ ଏକ ଏକ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା।
これを上るのに七段の階段があり、その廊は内側にあった。その脇柱の上には、こなたに一つ、かなたに一つのしゅろがあった。
27 ଆଉ, ଦକ୍ଷିଣ ଆଡ଼ ଭିତର ପ୍ରାଙ୍ଗଣକୁ ଏକ ଦ୍ୱାର ଥିଲା; ତହୁଁ ସେ ଦକ୍ଷିଣ ଆଡ଼ର ଏକ ଦ୍ୱାରଠାରୁ ଅନ୍ୟ ଦ୍ୱାର ପର୍ଯ୍ୟନ୍ତ ଏକ ଶହ ହାତ ମାପିଲେ।
内庭には南向きの門があり、門から門まで南の方へ測ると、百キュビトあった。
28 ଏଉତ୍ତାରେ ସେ ମୋତେ ଦକ୍ଷିଣ ଦ୍ୱାର ଦେଇ ଭିତର ପ୍ରାଙ୍ଗଣକୁ ଆଣିଲେ ଓ ସେ ପୂର୍ବୋକ୍ତ ପରିମାଣାନୁସାରେ ଦକ୍ଷିଣ ଦ୍ୱାର ମାପିଲେ;
彼がわたしを南の門から内庭にはいらせ、南の門を測ると、さきのものと、同じ寸法であった。
29 ଆଉ, ତହିଁର କ୍ଷୁଦ୍ର କୋଠରି ଓ ଉପସ୍ତମ୍ଭ ଓ ମଣ୍ଡପସକଳ ସେହି ପରିମାଣାନୁସାରେ ମାପିଲେ; ଆଉ, ତହିଁରେ ଓ ତହିଁର ମଣ୍ଡପରେ ଚାରିଆଡ଼େ ଜଳାକବାଟି ଥିଲା; ତାହା ପଚାଶ ହାତ ଦୀର୍ଘ ଓ ପଚିଶ ହାତ ପ୍ରସ୍ଥ ଥିଲା।
その詰め所と、脇柱と、廊とは、他のものと同じ寸法で、その門と、廊の周囲とには窓があり、門の長さは五十キュビト、幅は二十五キュビトであった。
30 ପୁଣି, ତହିଁର ଚାରିଆଡ଼େ ପଚିଶ ହାତ ଦୀର୍ଘ ପାଞ୍ଚ ହାତ ପ୍ରସ୍ଥ ମଣ୍ଡପ ଥିଲା।
周囲に廊があって、その長さは二十五キュビト、幅は五キュビトである。
31 ଆଉ, ତହିଁର ମଣ୍ଡପସକଳ ବାହାର ପ୍ରାଙ୍ଗଣର ଅଭିମୁଖରେ ଥିଲା ଓ ତହିଁର ଉପସ୍ତମ୍ଭସକଳର ଉପରେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା; ଆଉ, ତହିଁ ଉପରକୁ ଯିବା ପାଇଁ ଆଠଟି ପାବଚ୍ଛ ଥିଲା।
その廊は外庭に面して、脇柱の上にしゅろがあり、その階段は八段であった。
32 ଏଥିଉତ୍ତାରେ ସେ ମୋତେ ପୂର୍ବ ଦିଗର ଭିତର ପ୍ରାଙ୍ଗଣ ମଧ୍ୟକୁ ଆଣିଲେ ଓ ସେ ପୂର୍ବୋକ୍ତ ପରିମାଣ ଅନୁସାରେ ଦ୍ୱାର ମାପିଲେ।
彼はまたわたしを内庭の東の方に携えて行って、門を測った。それは他と同じ寸法であった。
33 ଆଉ, ତହିଁର କ୍ଷୁଦ୍ର କୋଠରି ଓ ଉପସ୍ତମ୍ଭ ଓ ମଣ୍ଡପସକଳ ସେହି ପରିମାଣାନୁସାରେ ମାପିଲେ; ପୁଣି, ତହିଁରେ ଓ ତହିଁର ମଣ୍ଡପସକଳର ଚାରିଆଡ଼େ ଜଳାକବାଟି ଥିଲା; ତାହା ଦୀର୍ଘରେ ପଚାଶ ହାତ ଓ ପ୍ରସ୍ଥରେ ପଚିଶ ହାତ।
その詰め所と、脇柱と、廊とは、他と同じ寸法で、その門と、その廊の周囲とに窓があり、門の長さは五十キュビト、幅は二十五キュビトである。
34 ଆଉ, ତହିଁର ମଣ୍ଡପସକଳ ବାହାର ପ୍ରାଙ୍ଗଣର ଅଭିମୁଖରେ ଥିଲା ଓ ତହିଁର ଉପସ୍ତମ୍ଭସକଳର ଏପାଖେ ସେପାଖେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା; ପୁଣି, ତହିଁ ଉପରକୁ ଯିବା ପାଇଁ ଆଠଟି ପାବଚ୍ଛ ଥିଲା।
その廊は外庭に面し、その脇柱の上には、こなたかなたに、しゅろがあり、その階段は八段であった。
35 ତହୁଁ ସେ ମୋତେ ଉତ୍ତର ଦ୍ୱାରକୁ ଆଣିଲେ ଓ ସେ ପୂର୍ବୋକ୍ତ ପରିମାଣାନୁସାରେ ତାହା ମାପିଲେ;
彼がまたわたしを北の門に携えて行って、これを測ると、それは他と同じ寸法であった。
36 ତହିଁର କ୍ଷୁଦ୍ର କୋଠରି, ଉପସ୍ତମ୍ଭ ଓ ମଣ୍ଡପସକଳ ମାପିଲେ; ଆଉ, ତହିଁରେ ଚାରିଆଡ଼େ ଜଳାକବାଟି ଥିଲା; ତାହା ଦୀର୍ଘରେ ପଚାଶ ହାତ ଓ ପ୍ରସ୍ଥରେ ପଚିଶ ହାତ।
その詰め所と、脇柱と、廊とは、他と同じ寸法で、その周囲に窓があり、門の長さは五十キュビト、幅は二十五キュビトである。
37 ପୁଣି, ତହିଁର ଉପସ୍ତମ୍ଭସକଳ ତାହାର ପ୍ରାଙ୍ଗଣର ଅଭିମୁଖରେ ଥିଲା; ଆଉ, ସେହି ଉପସ୍ତମ୍ଭସକଳର ଉପରେ ଏପାଖେ ସେପାଖେ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା; ପୁଣି, ତହିଁ ଉପରକୁ ଯିବା ପାଇଁ ଆଠଟି ପାବଚ୍ଛ ଥିଲା।
その廊は外庭に面し、その脇柱の上には、こなたかなたに、しゅろがあり、その階段は八段であった。
38 ପୁଣି, ଦ୍ୱାରମାନର ନିକଟସ୍ଥ ଉପସ୍ତମ୍ଭସକଳର ପାଖରେ ଦ୍ୱାରବିଶିଷ୍ଟ ଏକ କୋଠରି ଥିଲା; ସେଠାରେ ସେମାନେ ହୋମବଳି ଧୌତ କଲେ
門の廊に戸のある室があって、そこは燔祭の物を洗う所である。
39 ଆଉ, ତହିଁ ଉପରେ ହୋମାର୍ଥକ, ପାପାର୍ଥକ ଓ ଦୋଷାର୍ଥକ ବଳି ବଧ କରିବା ପାଇଁ ଦ୍ୱାର ବାରଣ୍ଡାର ଏପାଖରେ ଦୁଇ ମେଜ ଓ ସେପାଖରେ ଦୁଇ ମେଜ ଥିଲା।
門の廊に、こなたに二つの台、かなたに二つの台があり、その上で、燔祭、罪祭、愆祭の物をほふるのであった。
40 ପୁଣି, ଦ୍ୱାରର ପାର୍ଶ୍ୱରେ ବାହାରେ ଓ ଉତ୍ତର ଦ୍ୱାର ଉପରକୁ ଯିବାର ପ୍ରବେଶ ସ୍ଥାନ ନିକଟରେ ଏପାଖରେ ଦୁଇ ମେଜ ଥିଲା ଓ ଦ୍ୱାର ବାରଣ୍ଡାର ସେପାଖରେ ଦୁଇ ମେଜ ଥିଲା;
北の門の入口にある廊の外の片側に、二つの台があり、門の廊の他の側にも、二つの台があり、
41 ଦ୍ୱାର ପାର୍ଶ୍ୱର ଏପାଖରେ ଚାରି ମେଜ, ସେପାଖରେ ଚାରି ମେଜ ଥିଲା; ଏହିରୂପେ ଆଠ ମେଜ ଥିଲା, ତହିଁ ଉପରେ ବଳି ବଧ କରାଗଲା।
門のかたわら、内側に四つの台、外側に四つの台があって、合わせて八つの台である。その上で、犠牲の物をほふるのである。
42 ଆଉ, ହୋମବଳି ନିମନ୍ତେ କଟା ପ୍ରସ୍ତରର ଚାରି ମେଜ ଥିଲା, ତହିଁର ଦୀର୍ଘତା ଦେଢ଼ ହାତ ଓ ପ୍ରସ୍ଥ ଦେଢ଼ ହାତ ଓ ଉଚ୍ଚ ଏକ ହାତ; ତହିଁ ଉପରେ ହୋମ ଓ ପ୍ରାୟଶ୍ଚିତ୍ତାର୍ଥକ ବଳି ବଧ କରିବାର ଅସ୍ତ୍ର ରଖାଗଲା।
そこにまた燔祭のために四つの切り石の台があり、その長さは一キュビト半、幅は一キュビト半、高さは一キュビト、その上に燔祭および犠牲をほふる器を置くのである。
43 ପୁଣି, ଚାରି ଅଙ୍ଗୁଳି ଦୀର୍ଘ ଆଙ୍କୁଡ଼ିମାନ ଭିତର ଚାରିଆଡ଼େ ଲଗା ହୋଇଥିଲା; ଆଉ, ମେଜମାନର ଉପରେ ଉପହାରାର୍ଥକ ମାଂସ ରଖାଗଲା।
内の周囲に、一手幅の折り釘が打ちつけてあって、供え物の肉は、台の上に置かれるのである。
44 ଆଉ, ଭିତର ଦ୍ୱାରର ବାହାରେ ଭିତର ପ୍ରାଙ୍ଗଣରେ ଗାୟକମାନଙ୍କ ପାଇଁ କୋଠରି ଥିଲା, ସେହି ସବୁ ଉତ୍ତର ଦ୍ୱାରର ପାର୍ଶ୍ୱସ୍ଥିତ ଓ ସେହି ସବୁର ମୁଖ ଦକ୍ଷିଣ ପ୍ରତି ଥିଲା; ପୂର୍ବ-ଦ୍ୱାରର ପାର୍ଶ୍ୱସ୍ଥିତ ଗୋଟିଏ କୋଠରିର ମୁଖ ଉତ୍ତର ପ୍ରତି ଥିଲା।
彼はまたわたしを、外から内庭に連れてはいった。見よ、内庭に二つの室があり、一つは北の門のかたわらにあって南に向かい、一つは南の門のかたわらにあって、北に向かっていた。
45 ପୁଣି, ସେ ମୋତେ କହିଲେ, “ଏହି ଦକ୍ଷିଣାଭିମୁଖ କୋଠରିଗୃହର ରକ୍ଷଣୀୟ ରକ୍ଷାକାରୀ ଯାଜକମାନଙ୍କ ପାଇଁ ଅଛି।
彼はわたしに言った、この南向きの室は、宮を守る祭司のためのもの、
46 ଆଉ, ଯେଉଁ କୋଠରିର ମୁଖ ଉତ୍ତର ଆଡ଼େ ଅଛି, ତାହା ଯଜ୍ଞବେଦିର ରକ୍ଷଣୀୟ ରକ୍ଷାକାରୀ ଯାଜକମାନଙ୍କ ପାଇଁ ଅଛି; ଏମାନେ ସାଦୋକର ସନ୍ତାନ, ଲେବୀର ସନ୍ତାନଗଣ ମଧ୍ୟରୁ ଏମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ତାହାଙ୍କ ନିକଟକୁ ଆସନ୍ତି।”
また北向きの室は、祭壇を守る祭司のためのものである。その人たちは、レビの子孫のうちのザドクの子孫であって、主に近く仕える者たちである。
47 ଏଉତ୍ତାରେ ସେ ପ୍ରାଙ୍ଗଣ ମାପିଲେ, ତାହା ଏକ ଶହ ହାତ ଦୀର୍ଘ, ଏକ ଶହ ହାତ ପ୍ରସ୍ଥ, ଚାରିଆଡ଼େ ଏକ ସମାନ ଥିଲା ଓ ଗୃହ ସମ୍ମୁଖରେ ଯଜ୍ଞବେଦି ଥିଲା।
そして彼が庭を測ると、その長さは百キュビト、幅も百キュビトで四角である。宮の前には祭壇があった。
48 ତେବେ ସେ ମୋତେ ଗୃହର ବାରଣ୍ଡାକୁ ଆଣି ବାରଣ୍ଡାରେ ସ୍ଥିତ ପ୍ରତ୍ୟେକ ଉପସ୍ତମ୍ଭ ମାପିଲେ, ସେ ପ୍ରତ୍ୟେକ ଏପାଖେ ପାଞ୍ଚ ହାତ, ସେପାଖେ ପାଞ୍ଚ ହାତ; ପୁଣି, ଦ୍ୱାରର ପ୍ରସ୍ଥ ଏପାଖେ ତିନି ହାତ, ସେପାଖେ ତିନି ହାତ ଥିଲା।
彼がわたしを宮の廊に連れて行って、廊の脇柱を測ると、こなたも五キュビト、かなたも五キュビトであり、門の幅は十四キュビトである。門の壁は、こなたも三キュビト、かなたも三キュビトである。
49 ବାରଣ୍ଡାର ଦୀର୍ଘ କୋଡ଼ିଏ ହାତ; ତହିଁର ପ୍ରସ୍ଥ ଏଗାର ହାତ ଓ ପାବଚ୍ଛ ଦେଇ ଲୋକମାନେ ଉପରକୁ ଗଲେ, ଆଉ ଉପସ୍ତମ୍ଭମାନଙ୍କ ନିକଟରେ ଏପାଖେ ଏକ ଓ ସେପାଖେ ଏକ ସ୍ତମ୍ଭ ଥିଲା।
廊の長さは二十キュビト、幅は十二キュビトであり、十の階段によって上るのである。脇柱に沿って、こなたに一つ、かなたに一つの柱があった。

< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 40 >