< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 43 >

1 ଏଥିଉତ୍ତାରେ ସେ ମୋତେ ଦ୍ୱାରକୁ, ଅର୍ଥାତ୍‍, ପୂର୍ବାଭିମୁଖ ଦ୍ୱାର ନିକଟକୁ ଆଣିଲେ;
Derpå førte han mig hen til Østporten.
2 ଆଉ ଦେଖ, ପୂର୍ବଦିଗସ୍ଥ ପଥରୁ ଇସ୍ରାଏଲର ପରମେଶ୍ୱରଙ୍କର ପ୍ରତାପ ଆସୁଅଛି; ତାହାଙ୍କର ଶବ୍ଦ ଜଳରାଶିର ଶବ୍ଦ ତୁଲ୍ୟ ଓ ତାହାଙ୍କର ପ୍ରତାପରେ ଭୂମି ଦୀପ୍ତିମୟ ହେଲା।
Og se Israels Guds Herlighed kom østerfra, og det lød som mange Vandes Brus, og Jorden lyste af hans Herlighed.
3 ପୁଣି, ମୁଁ ଯେଉଁ ଦର୍ଶନ ଦେଖିଥିଲି, ଅର୍ଥାତ୍‍, ନଗର ବିନାଶାର୍ଥେ ଆସିବା ସମୟରେ ଯେଉଁ ଦର୍ଶନ ଦେଖିଥିଲି, ଏ ତଦ୍ରୂପ ଦର୍ଶନ ଓ ମୁଁ କବାର ନଦୀ ତୀରରେ ଯେଉଁ ଦର୍ଶନ ଦେଖିଥିଲି, ଏହିସବୁ ଦର୍ଶନ ତାହାର ତୁଲ୍ୟ; ତହୁଁ ମୁଁ ଉବୁଡ଼ ହୋଇ ପଡ଼ିଲି।
Synet var som det, jeg havde set, da han kom for at ødelægge Byen, og Vognen så ud som den, jeg havde set ved Floden Kebar. Da faldt jeg på mit Ansigt.
4 ପୁଣି, ପୂର୍ବାଭିମୁଖ ଦ୍ୱାରର ପଥ ଦେଇ ସଦାପ୍ରଭୁଙ୍କର ପ୍ରତାପ ଗୃହ ମଧ୍ୟରେ ପ୍ରବେଶ କଲା।
Og HERRENs Herlighed drog ind i Templet gennem den Port, hvis Forside vendte mod Øst.
5 ଏଥିଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉଠାଇ ଭିତର ପ୍ରାଙ୍ଗଣକୁ ଆଣିଲେ; ଆଉ ଦେଖ, ସଦାପ୍ରଭୁଙ୍କ ପ୍ରତାପ ଗୃହକୁ ପରିପୂର୍ଣ୍ଣ କଲା।
Men Ånden løftede mig op og bragte mig ind i den indre Forgård, og se, HERRENs Herlighed fyldte Templet.
6 ପୁଣି, ଗୃହ ମଧ୍ୟରୁ ଏକ ଜଣ ମୋତେ କହିବାର ଶୁଣିଲି ଓ ଏକ ବ୍ୟକ୍ତି ମୋʼ ପାଖରେ ଠିଆ ହେଲେ।
Og jeg hørte en tale til mig ud fra Templet, medens Manden stod ved Siden af mig,
7 ଆଉ, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହା ଆମ୍ଭ ସିଂହାସନର ସ୍ଥାନ ଓ ଆମ୍ଭ ପାଦପୀଠର ସ୍ଥାନ, ଏହି ସ୍ଥାନରେ ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସଦାକାଳ ବାସ କରିବା; ଆଉ, ଇସ୍ରାଏଲ ବଂଶ, ଅର୍ଥାତ୍‍, ସେମାନେ ଓ ସେମାନଙ୍କ ରାଜାଗଣ ଆପଣାମାନଙ୍କର ବ୍ୟଭିଚାର ଓ ଉଚ୍ଚସ୍ଥଳୀରେ ଆପଣାମାନଙ୍କ ରାଜାଗଣର ଶବ ଦ୍ୱାରା ଆମ୍ଭର ପବିତ୍ର ନାମ ଆଉ ଅଶୁଚି କରିବେ ନାହିଁ।
og han sagde: Menneskesøn! Her er min Trones og mine Fodsålers Sted, hvor jeg vil bo midt iblandt Israeliterne til evig Tid. Israels Hus skal ikke mere vanhellige mit hellige Navn, hverken de eller deres konger, med deres Bolen eller deres kongers Lig,
8 ସେମାନେ ଆମ୍ଭର ଦ୍ୱାର-ପ୍ରବେଶ ସ୍ଥାନ ନିକଟରେ ଆପଣାମାନଙ୍କର ଦ୍ୱାର-ପ୍ରବେଶ ସ୍ଥାନ ଓ ଆମ୍ଭ ଦ୍ୱାରବନ୍ଧ ନିକଟରେ ଆପଣାମାନଙ୍କର ଦ୍ୱାରବନ୍ଧ ରଖିବାରୁ ଆମ୍ଭର ଓ ସେମାନଙ୍କ ମଧ୍ୟରେ କେବଳ ଏକ କାନ୍ଥ ଥିଲା, ପୁଣି, ଆପଣାମାନଙ୍କର କୃତ ଘୃଣାଯୋଗ୍ୟ କ୍ରିୟା ଦ୍ୱାରା ଆମ୍ଭର ପବିତ୍ର ନାମ ସେମାନେ ଅପବିତ୍ର କରିଅଛନ୍ତି; ଏନିମନ୍ତେ ଆମ୍ଭେ ଆପଣାର କ୍ରୋଧରେ ସେମାନଙ୍କୁ ଗ୍ରାସ କରିଅଛୁ।
de, som satte deres Tærskel lige ved min og deres Dørstolper lige ved mine, kun med en Mur imellem mig og dem, og vanhelligede mit hellige Navn ved de Vederstyggeligheder, de øvede, så jeg måtte tilintetgøre dem i min Vrede.
9 ଏବେ ସେମାନେ ଆପଣାମାନଙ୍କର ବ୍ୟଭିଚାର କ୍ରିୟା ଓ ଆପଣାମାନଙ୍କର ରାଜାଗଣର ଶବ ଆମ୍ଭ ନିକଟରୁ ଦୂର କରନ୍ତୁ, ତହିଁରେ ଆମ୍ଭେ ସଦାକାଳ ସେମାନଙ୍କ ମଧ୍ୟରେ ବାସ କରିବା।
Nu skal de fri mig for deres Bolen og deres Kongers Lig, så jeg kan bo iblandt dem til evig Tid.
10 ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶ ଯେପରି ଆପଣା ଆପଣା ଅଧର୍ମ ହେତୁ ଲଜ୍ଜିତ ହେବେ, ଏଥିପାଇଁ ତୁମ୍ଭେ ସେମାନଙ୍କୁ ଏହି ଗୃହ ଦେଖାଅ; ଆଉ, ସେମାନେ ସେହି ଗୃହର ଆଦର୍ଶ ପରିମାଣ କରନ୍ତୁ।
Men du, Menneskesøn, giv Israels Hus en Beskrivelse af Templet, dets Udseende og Form, at de må skamme sig over deres Misgerninger.
11 ପୁଣି, ସେମାନେ ଯଦି ଆପଣାମାନଙ୍କ କୃତ ସମସ୍ତ କର୍ମ ହେତୁ ଲଜ୍ଜିତ ହୁଅନ୍ତି, ତେବେ ସେମାନେ ଯେପରି ଗୃହର ସକଳ ଆକୃତି ଓ ତହିଁର ସମସ୍ତ ବିଧି ରକ୍ଷା କରି ତଦନୁସାରେ କର୍ମ କରିବେ, ଏଥିପାଇଁ ସେମାନଙ୍କୁ ଗୃହର ଆକାର, ତହିଁର ଗଠନ, ନିର୍ଗମନ-ସ୍ଥାନ ଓ ପ୍ରବେଶ ସ୍ଥାନ, ସକଳ ଆକୃତି ଓ ତହିଁର ସମସ୍ତ ବିଧି, ସମସ୍ତ ଆକୃତି ଓ ତହିଁର ସକଳ ବ୍ୟବସ୍ଥା ସେମାନଙ୍କୁ ଜ୍ଞାତ କରାଅ, ଆଉ ସେମାନଙ୍କ ସାକ୍ଷାତରେ ତାହା ଲେଖ।
Og dersom de skammer sig over alt, hvad de har gjort, så kundgør dem Templets Omrids og Indretning, dets Udgange og Indgange, et helt Billede deraf; ligeledes alle Vedtægter og Love derom; og skriv det op for deres Øjne, at de må mærke sig Billedet i sin Helhed og alle Vedtægterne og holde dem.
12 ଗୃହର ବ୍ୟବସ୍ଥା ଏହି, ପର୍ବତ ଶୃଙ୍ଗର ଉପରିସ୍ଥ ଚତୁର୍ଦ୍ଦିଗର ସମୁଦାୟ ସୀମା ମହାପବିତ୍ର ହେବ। ଦେଖ, ଏହା ହିଁ ଗୃହର ବ୍ୟବସ୍ଥା।
Dette er Loven om Templet: På Bjergets Tinde skal alt dets Område til alle Sider være højhelligt; se, det er Loven om Templet.
13 ପୁଣି, ହାତ ଅନୁସାରେ ଯଜ୍ଞବେଦିର ପରିମାଣ ଏହି; (ପ୍ରତି ହାତ ଏକ ହାତ ଚାରି ଅଙ୍ଗୁଳି ପରିମିତ) ବେଦିର ମୂଳ ଏକ ହାତ ଓ ପ୍ରସ୍ଥ ଏକ ହାତ, ଆଉ ଚତୁର୍ଦ୍ଦିଗରେ ତହିଁର ପ୍ରାନ୍ତ ଧାର ଏକ ଚାଖଣ୍ଡ ପରିମିତ ହେବ; ଏହା ଯଜ୍ଞବେଦିର ତଳଭାଗ।
Følgende er Alterets Mål i Alen, en Alen en Håndsbred længere end sædvanlig: Foden var en Alen høj og en Alen bred, Kantlisten Randen rundt et Spand høj. Om Alterets Højde gælder følgende:
14 ପୁଣି, ଭୂମିସ୍ଥ ମୂଳଠାରୁ ତଳ ଥାକ ପର୍ଯ୍ୟନ୍ତ ଦୁଇ ହାତ ଓ ପ୍ରସ୍ଥ ଏକ ହାତ ହେବ। ଆଉ, ସେହି କ୍ଷୁଦ୍ରତର ଥାକଠାରୁ ବଡ଼ ଥାକ ପର୍ଯ୍ୟନ୍ତ ଚାରି ହାତ ଓ ପ୍ରସ୍ଥ ଏକ ହାତ ହେବ।
Fra Foden underneden op til det nederste Fremspring to Alen med en Alens Bredde; og fra det lille Fremspring til det store fire Alen med en Alens Bredde.
15 ପୁଣି, ଉପରିସ୍ଥ ଯଜ୍ଞବେଦି ଚାରି ହାତ ହେବ ଓ ଯଜ୍ଞବେଦିର ଅଗ୍ନିସ୍ଥାନଠାରୁ ଉପର ଆଡ଼କୁ ଚାରି ଶୃଙ୍ଗ ହେବ।
Ildstedet var fire Alen højt, og fra Ildstedet ragede fire Horn i Vejret.
16 ଯଜ୍ଞବେଦିର ଅଗ୍ନିସ୍ଥାନ ବାର ହାତ ଦୀର୍ଘ ଓ ବାର ହାତ ପ୍ରସ୍ଥ; ତହିଁର ଚାରି ଦିଗ ସମାନ ହେବ।
Ildstedet var tolv Alen langt og tolv Alen bredt, så det dannede en ligesidet Firkant.
17 ପୁଣି, ଥାକର ଚାରି ପାଖେ ଚଉଦ ହାତ ଦୀର୍ଘ, ପ୍ରସ୍ଥ ଚଉଦ ହାତ ହେବ, ଆଉ ତହିଁର ଧାର ଚାରି ଦିଗରେ ଅଧ ହାତ ଓ ତହିଁର ମୂଳ ଚାରିଆଡ଼େ ଏକ ହାତ ପରିମିତ ହେବ; ପୁଣି, ତହିଁର ପାବଚ୍ଛସବୁ ପୂର୍ବାଭିମୁଖ ହେବ।”
Det store Fremspring var fjorten Alen langt og fjorten Alen bredt på alle fire Sider; det lille Fremspring seksten Alen langt og seksten Alen bredt på alle fire Sider; Kantlisten rundt om en halv Alen bred og Foden en Alen bred rundt om. Trappen var på Østsiden.
18 ଆଉ, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ପୁଣି, ଯେଉଁ ସମୟରେ ତହିଁ ଉପରେ ସେମାନେ ହୋମ ବଳିଦାନ ଓ ରକ୍ତ ସିଞ୍ଚନ କରିବା ନିମନ୍ତେ ଯଜ୍ଞବେଦି ନିର୍ମାଣ କରିବେ, ସେହି ସମୟରେ ତହିଁ ସମ୍ବନ୍ଧୀୟ ବିଧି ଏହି।
Og han sagde til mig: Menneskesøn! Så siger den Herre HERREN: Følgende er Vedtægteme om Alteret, på den Dag det bygges til at ofre Brændofre og sprænge Blod på:
19 ପ୍ରଭୁ, ସଦାପ୍ରଭୁ କହନ୍ତି, ସାଦୋକ ବଂଶଜାତ ଯେଉଁ ଲେବୀୟ ଯାଜକଗଣ ଆମ୍ଭର ପରିଚର୍ଯ୍ୟା କରିବା ପାଇଁ ଆମ୍ଭର ନିକଟବର୍ତ୍ତୀ ଅଟନ୍ତି, ସେମାନଙ୍କୁ ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ଗୋଟିଏ ଯୁବା ବୃଷ ଦେବ।
Så lyder det fra den Herre HERREN: Levitpræsterne, som nedstammer fra Zadok og må nærme sig mig for at gøre Tjeneste for mig, skal du give en ung Tyr til Syndoffer;
20 ପୁଣି, ତୁମ୍ଭେ ତହିଁର ରକ୍ତ ନେଇ ଚାରି ଶୃଙ୍ଗ ଉପରେ ଓ ଥାକର ଚାରି କୋଣ ଉପରେ ଓ ଧାରର ଚାରିଆଡ଼େ ଦେବ, ଏହି ପ୍ରକାର ତୁମ୍ଭେ ବେଦିକୁ ଶୁଚି କରି ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।
og du skal tage noget af dens Blod og stryge det på Alterets fire Horn, på Fremspringets fire Hjørner og på Kantlisten rundt om og således rense det for Synd og fuldbyrde Soningen for det.
21 ଆହୁରି, ତୁମ୍ଭେ ପାପାର୍ଥକ ବୃଷ ନେବ ଓ ସେ ପବିତ୍ର ସ୍ଥାନର ବାହାରେ ଗୃହର ନିରୂପିତ ସ୍ଥାନରେ ତାହା ଦଗ୍ଧ କରିବ।
Og du skal tage Syndoffertyren og brænde den ved Tempelvagten uden for Helligdommen.
22 ପୁଣି, ତୁମ୍ଭେ ଦ୍ୱିତୀୟ ଦିନରେ ପାପାର୍ଥକ ବଳି ରୂପେ ଏକ ନିର୍ଦ୍ଦୋଷ ଛାଗ ଉତ୍ସର୍ଗ କରିବ; ଆଉ, ସେମାନେ ବୃଷ ନେଇ ଯେପରି କରିଥିଲେ, ସେହିପରି ଯଜ୍ଞବେଦିକୁ ଶୁଚି କରିବେ।
Næste Dag skal du bringe en lydefri Gedebuk som Syndoffer, og de skal rense Alteret for Synd, ligesom de rensede det med Tyren.
23 ତୁମ୍ଭେ ତାହା ଶୁଚି କରିବାର ସମାପ୍ତ କଲା ଉତ୍ତାରେ ଗୋଟିଏ ନିର୍ଦ୍ଦୋଷ ଯୁବା ବୃଷ ଓ ପଲରୁ ଏକ ନିର୍ଦ୍ଦୋଷ ମେଷ ଉତ୍ସର୍ଗ କରିବ।
Og når du er til Ende med at rense det for Synd, skal du bringe en lydefri ung Tyr og en lydefri Væder af Småkvæget;
24 ପୁଣି, ତୁମ୍ଭେ ସେହି ସବୁକୁ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣିବ ଓ ଯାଜକମାନେ ସେହି ସବୁର ଉପରେ ଲବଣ ସିଞ୍ଚନ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସବୁକୁ ହୋମବଳି ରୂପେ ଉତ୍ସର୍ଗ କରିବେ।
du skal bringe dem for HERRENs Åsyn, og Præsterne skal strø Salt på dem og ofre dem som Brændoffer for HERREN.
25 ସାତ ଦିନ ପର୍ଯ୍ୟନ୍ତ ପ୍ରତିଦିନ ପାପାର୍ଥକ ବଳି ରୂପେ ତୁମ୍ଭେ ଏକ ଛାଗ ଉତ୍ସର୍ଗ କରିବ; ସେମାନେ ମଧ୍ୟ ନିର୍ଦ୍ଦୋଷ ଏକ ଯୁବା ବୃଷ ଓ ପଲରୁ ଏକ ନିର୍ଦ୍ଦୋଷ ମେଷ ଉତ୍ସର୍ଗ କରିବେ।
Syv Dage skal du daglig ofre en Syndofferbuk, og man skal ofre en ung Tyr og en Væder af Småkvæget, lydefri Dyr;
26 ସାତ ଦିନ ପର୍ଯ୍ୟନ୍ତ ସେମାନେ ଯଜ୍ଞବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ତାହା ଶୁଚି କରିବେ, ଏହିରୂପେ ସେମାନେ ତାହା ପ୍ରତିଷ୍ଠା କରିବେ।
i syv Dage skal man fuldbyrde Soningen for Alteret og rense det og indvie det.
27 ପୁଣି, ସେମାନେ ସେସକଳ ଦିନ ସମାପ୍ତ କଲା ଉତ୍ତାରେ ଅଷ୍ଟମ ଦିନଠାରୁ ଯାଜକମାନେ ଯଜ୍ଞବେଦି ଉପରେ ତୁମ୍ଭମାନଙ୍କର ହୋମାର୍ଥକ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ, ତହିଁରେ ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
Således skal man bære sig ad i disse Dage. Og på den ottende Dag og siden hen skal Præsterne ofre eders Brændofre og Takofre på Alteret; og jeg vil have Behag i eder, lyder det fra den Herre HERREN.

< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 43 >