< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 44 >

1 ଏଉତ୍ତାରେ ସେ ମୋତେ ପବିତ୍ର ସ୍ଥାନର ପୂର୍ବାଭିମୁଖ ବାହାର ଦ୍ୱାର ବାଟରେ ଫେରାଇ ଆଣିଲେ, ପୁଣି, ଦ୍ୱାର ବନ୍ଦ ଥିଲା।
Y tornóme hacia la puerta del santuario de afuera, la cual mira hacia el oriente, la cual estaba cerrada.
2 ପୁଣି, ସଦାପ୍ରଭୁ ମୋତେ କହିଲେ, “ଏହି ଦ୍ୱାର ବନ୍ଦ ରହିବ, ତାହା ମୁକ୍ତ ହେବ ନାହିଁ, କିଅବା କୌଣସି ମନୁଷ୍ୟ ତାହା ଦେଇ ପ୍ରବେଶ କରିବ ନାହିଁ, କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ତାହା ଦେଇ ପ୍ରବେଶ କରିଅଛନ୍ତି; ଏଥିପାଇଁ ତାହା ବନ୍ଦ ରହିବ।
Y díjome Jehová: Esta puerta será cerrada: no se abrirá, ni entrará por ella hombre; porque Jehová Dios de Israel entró por ella, y será cerrada.
3 କେବଳ ଅଧିପତି, ଅଧିପତି ବୋଲି ସଦାପ୍ରଭୁଙ୍କ ସମ୍ମୁଖରେ ଆହାର କରିବା ପାଇଁ ତହିଁ ମଧ୍ୟରେ ବସିବେ; ସେ ଦ୍ୱାରର ବାରଣ୍ଡା ପଥ ଦେଇ ପ୍ରବେଶ କରିବେ ଓ ସେହି ପଥ ଦେଇ ବାହାରି ଯିବେ।”
El príncipe, el príncipe, él se asentará en ella para comer pan delante de Jehová: por el camino de la entrada de la puerta entrará, y por el camino de ella saldrá.
4 ତେବେ ସେ ଉତ୍ତର ଦ୍ୱାର ପଥରେ ମୋତେ ଗୃହ ସମ୍ମୁଖକୁ ଆଣିଲେ; ତହିଁରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସଦାପ୍ରଭୁଙ୍କ ଗୃହ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ଥିଲା; ତହିଁରେ ମୁଁ ମୁହଁ ମାଡ଼ି ପଡ଼ିଲି।
Y llevóme hacia la puerta del norte por delante de la casa, y miré y he aquí que la gloria de Jehová había henchido la casa de Jehová; y caí sobre mi rostro.
5 ପୁଣି, ସଦାପ୍ରଭୁ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ସଦାପ୍ରଭୁଙ୍କ ଗୃହର ସକଳ ବିଧି ଓ ତହିଁର ସକଳ ବ୍ୟବସ୍ଥା ବିଷୟରେ ଯାହା ଯାହା ଆମ୍ଭେ ତୁମ୍ଭକୁ କହିଅଛୁ, ତୁମ୍ଭେ ଉତ୍ତମ ରୂପେ ମନୋଯୋଗ କରି ତାହା ଆପଣା ଚକ୍ଷୁରେ ଦେଖ ଓ ଆପଣା କର୍ଣ୍ଣରେ ଶୁଣ ଓ ଗୃହରେ ପ୍ରବେଶ କରିବାର ଓ ପବିତ୍ର ସ୍ଥାନରୁ ବାହାରିବାର ସକଳ ବିଷୟରେ ଉତ୍ତମ ରୂପେ ମନୋଯୋଗ କର।
Y díjome Jehová: Hijo del hombre, pon tu corazón, y mira con tus ojos, y oye con tus oídos todo lo que yo hablo contigo de todas las ordenanzas de la casa de Jehová, y de todas sus leyes; y pon tu corazón a las entradas de la casa, y a todas las salidas del santuario.
6 ପୁଣି, ତୁମ୍ଭେ ବିଦ୍ରୋହୀମାନଙ୍କୁ, ଅର୍ଥାତ୍‍, ଇସ୍ରାଏଲ ବଂଶକୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ହେ ଇସ୍ରାଏଲ ବଂଶ, ତୁମ୍ଭମାନଙ୍କ କୃତ ଘୃଣାଯୋଗ୍ୟ କ୍ରିୟାସକଳ ତୁମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ହେଉ,
Y dirás a la rebelde, a la casa de Israel: Así dijo el Señor Jehová: Os basten todas vuestras abominaciones, o! casa de Israel:
7 କାରଣ ତୁମ୍ଭେମାନେ ଅସୁନ୍ନତ ହୃଦୟ ଓ ଅସୁନ୍ନତ ମାଂସବିଶିଷ୍ଟ ବିଦେଶୀୟ ଲୋକମାନଙ୍କୁ ଆମ୍ଭ ପବିତ୍ର ସ୍ଥାନରେ ରହିବା ପାଇଁ ତୁମ୍ଭେମାନେ ଆମ୍ଭର ଭକ୍ଷ୍ୟ, ମେଦ ଓ ରକ୍ତ ଉତ୍ସର୍ଗ କଲା ବେଳେ ଆମ୍ଭର ସେହି ଗୃହକୁ ଅପବିତ୍ର କରିବା ପାଇଁ ସେମାନଙ୍କୁ ଭିତରକୁ ଆଣିଅଛ ଓ ତୁମ୍ଭମାନଙ୍କର ଅଧର୍ମସକଳ ବୃଦ୍ଧି କରିବା ନିମନ୍ତେ ସେମାନେ ଆମ୍ଭର ନିୟମ ଭଗ୍ନ କରିଅଛନ୍ତି।
De haber vosotros traído extranjeros, incircuncisos de corazón, e incircuncisos de carne, para estar en mi santuario, para contaminar mi casa: de haber ofrecido mi pan, el sebo, y la sangre; e invalidaron mi concierto por todas vuestras abominaciones.
8 ପୁଣି, ତୁମ୍ଭେମାନେ ଆମ୍ଭର ପବିତ୍ର ବସ୍ତୁସକଳର ରକ୍ଷଣୀୟ ରକ୍ଷା କରି ନାହଁ, ମାତ୍ର ତୁମ୍ଭେମାନେ ଆମ୍ଭର ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବା ପାଇଁ ଆପଣାମାନଙ୍କ ନିମନ୍ତେ ରକ୍ଷକ ନିଯୁକ୍ତ କରିଅଛ।
Y no guardasteis la observancia de mis santificaciones, mas vosotros os pusisteis guardas de mi observancia en mi santuario.
9 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଯେସକଳ ବିଦେଶୀୟ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରୁ ଅସୁନ୍ନତ ହୃଦୟ ଓ ଅସୁନ୍ନତ ମାଂସବିଶିଷ୍ଟ କୌଣସି ବିଦେଶୀୟ ଲୋକ ଆମ୍ଭ ପବିତ୍ର ସ୍ଥାନରେ ପ୍ରବେଶ କରିବ ନାହିଁ।
Así dijo el Señor Jehová: Ningún hijo de extranjero incircunciso de corazón, e incircunciso de carne, entrará en mi santuario, de todos los hijos de extranjeros que están entre los hijos de Israel.
10 ମାତ୍ର ଇସ୍ରାଏଲ ବିପଥଗମନ କରିବା ସମୟରେ ଯେଉଁ ଲେବୀୟମାନେ ଆମ୍ଭଠାରୁ ଦୂରକୁ ଯାଇଥିଲେ, ଆପଣା ଆପଣା ଦେବଗଣର ପଶ୍ଚାଦ୍‍ଗାମୀ ହୋଇ ଆମ୍ଭଠାରୁ ବିପଥରେ ଗମନ କରିଥିଲେ, ସେମାନେ ଆପଣା ଆପଣା ଅଧର୍ମ ବହନ କରିବେ।
Y los Levitas que se apartaron lejos de mí cuando Israel erró, el cual erró apartándose de mí en pos de sus ídolos, llevarán su iniquidad.
11 ତଥାପି ସେମାନେ ଗୃହର ଦ୍ୱାରସକଳର ଦ୍ୱାରୀ ହୋଇ ଓ ଗୃହରେ ପରିଚର୍ଯ୍ୟା କରି ଆମ୍ଭ ପବିତ୍ର ସ୍ଥାନର ପରିଚାରକ ହେବେ; ସେମାନେ ଲୋକମାନଙ୍କ ନିମନ୍ତେ ହୋମବଳି ଓ ପ୍ରାୟଶ୍ଚିତ୍ତାର୍ଥକ ବଳି ବଧ କରିବେ ଓ ଲୋକମାନଙ୍କର ପରିଚର୍ଯ୍ୟା କରିବା ନିମନ୍ତେ ସେମାନଙ୍କ ସମ୍ମୁଖରେ ଠିଆ ହେବେ।
Y serán ministros en mi santuario, porteros a las puertas de la casa, y sirvientes en la casa: ellos matarán el holocausto y la víctima al pueblo, y ellos estarán delante de ellos para servirles:
12 କାରଣ ପ୍ରତିମାଗଣର ସାକ୍ଷାତରେ ସେମାନେ ଲୋକମାନଙ୍କର ପରିଚର୍ଯ୍ୟା କଲେ ଓ ଇସ୍ରାଏଲ ବଂଶର ଅଧର୍ମଜନକ ବିଘ୍ନ ସ୍ୱରୂପ ହେଲେ। ଏଥିପାଇଁ ଆମ୍ଭେ ସେମାନଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଉଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି ଓ ସେମାନେ ଆପଣାମାନଙ୍କର ଅଧର୍ମ ବହନ କରିବେ।
Por cuanto les sirvieron delante de sus ídolos, y fueron a la casa de Israel por tropezadero de maldad: por tanto yo alcé mi mano acerca de ellos, dijo el Señor Jehová, que llevarán su iniquidad.
13 ପୁଣି, ସେମାନେ ଆମ୍ଭ ଯାଜକର କର୍ମ ସାଧନ କରିବା ନିମନ୍ତେ ଆମ୍ଭ ନିକଟକୁ ଆସିବେ ନାହିଁ ଅଥବା ସେମାନେ ଆମ୍ଭର ପବିତ୍ର ଦ୍ରବ୍ୟସକଳର ମଧ୍ୟରୁ କୌଣସି ପବିତ୍ର ଦ୍ରବ୍ୟ ନିକଟକୁ, ଅତି ପବିତ୍ର ଦ୍ରବ୍ୟସକଳ ନିକଟକୁ ଆସିବେ ନାହିଁ; ମାତ୍ର ସେମାନେ ଆପଣାମାନଙ୍କର ଅପମାନ ଓ ଆପଣାମାନଙ୍କ କୃତ ଘୃଣାଯୋଗ୍ୟ କ୍ରିୟାର ଭାର ବହନ କରିବେ।
No serán allegados a mí para serme sacerdotes, ni se allegarán a ninguna de mis santificaciones, a las santidades de santidades: mas llevarán su vergüenza, y sus abominaciones que hicieron.
14 ତଥାପି ଗୃହର ସବୁ ସେବାକାର୍ଯ୍ୟ ନିମନ୍ତେ ଓ ତହିଁ ମଧ୍ୟରେ ଯେସକଳ କାର୍ଯ୍ୟ କରାଯିବ, ତହିଁ ନିମନ୍ତେ ଆମ୍ଭେ ସେମାନଙ୍କୁ ଗୃହର ରକ୍ଷଣୀୟ ବିଷୟର ରକ୍ଷକ କରିବା।
Y yo los pondré por guardas de la guarda de la casa, y en todo su servicio, y en todas las cosas que en ella se hicieren.
15 ମାତ୍ର ଇସ୍ରାଏଲ ସନ୍ତାନମାନେ ଆମ୍ଭଠାରୁ ବିପଥଗମନ କରିବା ସମୟରେ ସାଦୋକର ସନ୍ତାନ ଯେଉଁ ଲେବୀୟ ଯାଜକଗଣ ଆମ୍ଭ ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କଲେ, ସେମାନେ ଆମ୍ଭ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ନିମନ୍ତେ ଆମ୍ଭ ନିକଟକୁ ଆସିବେ ଓ ଆମ୍ଭ ଉଦ୍ଦେଶ୍ୟରେ ମେଦ ଓ ରକ୍ତ; ଉତ୍ସର୍ଗ କରିବା ନିମନ୍ତେ ଆମ୍ଭ ସମ୍ମୁଖରେ ଠିଆ ହେବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି;
Mas los sacerdotes Levitas, hijos de Sadoc, que guardaron la observancia de mi santuario; cuando los hijos de Israel erraron apartándose de mí, ellos serán allegados a mí para ministrarme, y estarán delante de mí, para ofrecerme el sebo y la sangre, dijo el Señor Jehová.
16 ସେମାନେ ଆମ୍ଭ ପବିତ୍ର ସ୍ଥାନରେ ପ୍ରବେଶ କରିବେ ଓ ଆମ୍ଭ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ନିମନ୍ତେ ଆମ୍ଭ ମେଜ ନିକଟକୁ ଆସିବେ, ଆଉ ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିବେ।
Ellos entrarán en mi santuario, y ellos se allegarán a mi mesa para ministrarme, y guardarán mi observancia.
17 ପୁଣି, ସେମାନେ ଭିତର ପ୍ରାଙ୍ଗଣର ଦ୍ୱାରରେ ପ୍ରବେଶ କରିବା ସମୟରେ ମସିନାର ବସ୍ତ୍ର ପରିଧାନ କରିବେ, ସେମାନେ ଭିତର ପ୍ରାଙ୍ଗଣର ଦ୍ୱାରରେ ଓ ଭିତରେ ପରିଚର୍ଯ୍ୟା କଲା ବେଳେ କୌଣସି ଲୋମନିର୍ମିତ ବସ୍ତ୍ର ପରିଧାନ କରିବେ ନାହିଁ।
Y será, que cuando entraren por las puertas del patio de adentro, se vestirán de vestimentos de lino: no subirá sobre ellos lana cuando ministraren en las puertas del patio de adentro, y adentro.
18 ସେମାନଙ୍କ ମସ୍ତକରେ ମସିନା ବସ୍ତ୍ରର ଶିରୋଭୂଷଣ ଓ କଟିଦେଶରେ ମସିନା ଜଙ୍ଘିଆ ଥିବ; ଯଦ୍ଦ୍ୱାରା ଝାଳ ଜାତ ହୁଏ, ଏପରି କୌଣସି ବନ୍ଧନୀରେ ସେମାନେ ଆପଣା କଟି ବାନ୍ଧିବେ ନାହିଁ।
Mitras de lino tendrán en sus cabezas, y pañetes de lino en sus lomos: no se ceñirán por los sudaderos.
19 ପୁଣି, ଯେତେବେଳେ ସେମାନେ ବାହାର ପ୍ରାଙ୍ଗଣକୁ, ଅର୍ଥାତ୍‍, ବାହାର ପ୍ରାଙ୍ଗଣରେ ଲୋକମାନଙ୍କ ନିକଟକୁ ଯିବେ, ସେତେବେଳେ ସେମାନେ ଆପଣାମାନଙ୍କ ପରିଚର୍ଯ୍ୟାର୍ଥକ ବସ୍ତ୍ର କାଢ଼ି ପବିତ୍ର କୋଠରିରେ ରଖିବେ ଓ ଆପଣାମାନଙ୍କ ସେହି ବସ୍ତ୍ର ଦ୍ୱାରା ଯେପରି ଲୋକମାନଙ୍କୁ ପବିତ୍ର ନ କରନ୍ତି, ଏଥିପାଇଁ ଅନ୍ୟ ବସ୍ତ୍ର ପରିଧାନ କରିବେ।
Y cuando salieren al patio de afuera, al patio de afuera al pueblo, desnudarse han de sus vestimentos con que ministraron, y dejarlos han en las cámaras del santuario; y vestirse han de otros vestidos, y no santificarán el pueblo con sus vestimentos.
20 ସେମାନେ ଆପଣାମାନଙ୍କର ମସ୍ତକ କ୍ଷୌର କରିବେ ନାହିଁ କିଅବା ଆପଣାମାନଙ୍କର କେଶ ଦୀର୍ଘ ହେବାକୁ ଦେବେ ନାହିଁ; ସେମାନେ କେବଳ କେଶ କର୍ତ୍ତନ କରିବେ।
Y no raparán su cabeza, ni dejarán crecer el cabello, mas trasquilando trasquilarán sus cabezas.
21 ଭିତର ପ୍ରାଙ୍ଗଣରେ ପ୍ରବେଶ କରିବା ସମୟରେ କୌଣସି ଯାଜକ ଦ୍ରାକ୍ଷାରସ ପାନ କରିବେ ନାହିଁ।
Y ninguno de los sacerdotes beberá vino cuando hubieren de entrar en el patio de adentro.
22 ପୁଣି, ସେମାନେ ବିଧବା କିଅବା ପରିତ୍ୟକ୍ତା ସ୍ତ୍ରୀକୁ ବିବାହ କରିବେ ନାହିଁ; ମାତ୍ର ଇସ୍ରାଏଲ ବଂଶଜାତ ଅନୂଢ଼ା ସ୍ତ୍ରୀକୁ ଅଥବା ମୃତ ଯାଜକର ବିଧବାକୁ ବିବାହ କରିବେ।
Ni viuda, ni repudiada se tomarán por mujeres: mas tomarán vírgenes del linaje de la casa de Israel; o viuda, que fuere viuda de sacerdote.
23 ପୁଣି, ସେମାନେ ଆମ୍ଭ ଲୋକମାନଙ୍କୁ ପବିତ୍ର ଓ ସାମାନ୍ୟର, ଆଉ, ଅଶୁଚି ଓ ଶୁଚିର ପ୍ରଭେଦ ଶିଖାଇବେ।
Y enseñarán a mi pueblo a hacer diferencia entre lo santo y lo profano; y entre lo limpio y lo no limpio les enseñarán a discernir.
24 ଆଉ, ବିବାଦ ଉପସ୍ଥିତ ହେଲେ, ସେମାନେ ବିଚାର କରିବା ପାଇଁ ଠିଆ ହେବେ; ଆମ୍ଭର ସକଳ ଶାସନାନୁସାରେ ସେମାନେ ବିଚାର ନିଷ୍ପନ୍ନ କରିବେ; ପୁଣି, ସେମାନେ ଆମ୍ଭର ନିରୂପିତ ସମସ୍ତ ପର୍ବରେ ଆମ୍ଭର ବ୍ୟବସ୍ଥା ଓ ଆମ୍ଭ ବିଧିସବୁ ପାଳନ କରିବେ ଓ ସେମାନେ ଆମ୍ଭର ବିଶ୍ରାମ ଦିନସକଳ ପବିତ୍ର କରିବେ।
Y en el pleito ellos estarán para juzgar: por mis derechos lo juzgarán; y mis leyes y mis decretos guardarán en todas mis solemnidades, y mis sábados santificarán.
25 ପୁଣି, ସେମାନେ ଆପଣାମାନଙ୍କୁ ଅଶୁଚି କରିବା ପାଇଁ କୌଣସି ମୃତ ଲୋକର ଶବ ନିକଟକୁ ଆସିବେ ନାହିଁ; ମାତ୍ର ପିତା ଅବା ମାତା ଅବା ପୁତ୍ର ଅବା କନ୍ୟା, ଭ୍ରାତା ଅବା ଅବିବାହିତା ଭଗିନୀ ନିମନ୍ତେ ସେମାନେ ଆପଣାମାନଙ୍କୁ ଅଶୁଚି କରି ପାରିବେ।
Y a hombre muerto no entrará el sacerdote para contaminarse: mas sobre padre, o madre, o hijo, o hija, hermano, o hermana, que no haya tenido marido, se contaminará.
26 ଯାଜକ ଶୁଚି ହେଲା ଉତ୍ତାରେ ତାହା ପାଇଁ ସାତ ଦିନ ଗଣିତ ହେବ।
Y después de su expiación, contarle han aun siete días.
27 ପୁଣି, ପ୍ରଭୁ, ସଦାପ୍ରଭୁ କହନ୍ତି, ଯେଉଁ ଦିନ ସେ ପବିତ୍ର ସ୍ଥାନରେ ପରିଚର୍ଯ୍ୟା କରିବା ପାଇଁ ପବିତ୍ର ସ୍ଥାନର ଭିତର ପ୍ରାଙ୍ଗଣକୁ ଯାଏ, ସେହି ଦିନ ସେ ଆପଣାର ପାପାର୍ଥକ ବଳି ଉତ୍ସର୍ଗ କରିବ।
Y el día que entrare al santuario, al patio de adentro, para ministrar en el santuario, ofrecerá su expiación, dijo el Señor Jehová.
28 ଆଉ, ସେମାନେ ଏକ ଉତ୍ତରାଧିକାର ପ୍ରାପ୍ତ ହେବେ; ଆମ୍ଭେ ସେମାନଙ୍କର ଉତ୍ତରାଧିକାର ଓ ତୁମ୍ଭେମାନେ ଇସ୍ରାଏଲ ମଧ୍ୟରେ ସେମାନଙ୍କୁ କୌଣସି ଅଧିକାର ଦେବ ନାହିଁ, ଆମ୍ଭେ ସେମାନଙ୍କର ଅଧିକାର ଅଟୁ।
Y esto será a ellos por heredad: yo seré su heredad; y no les daréis posesión en Israel: yo soy su posesión.
29 ସେମାନେ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ଭୋଜନ କରିବେ; ଆଉ, ଇସ୍ରାଏଲ ମଧ୍ୟରେ ଯାବତୀୟ ବର୍ଜିତ ଦ୍ରବ୍ୟ ସେମାନଙ୍କର ହେବ।
El presente, y el sacrificio por la expiación, y por el pecado comerán; y toda cosa dedicada a Dios en Israel, será de ellos.
30 ପୁଣି, ସବୁ ଦ୍ରବ୍ୟର ପ୍ରଥମ ଫଳର ଅଗ୍ରିମାଂଶ ଓ ତୁମ୍ଭମାନଙ୍କର ଯାବତୀୟ ଉପହାର ମଧ୍ୟରେ ପ୍ରତ୍ୟେକ ଉପହାର ଯାଜକମାନଙ୍କର ହେବ; ମଧ୍ୟ ତୁମ୍ଭେମାନେ ଆପଣା ଆପଣା ଗୃହରେ ଆଶୀର୍ବାଦ ଅବସ୍ଥିତି କରାଇବା ପାଇଁ ଯାଜକକୁ ଆପଣା ଆପଣା ସୁଜିର ଅଗ୍ରିମାଂଶ ଦେବ।
Y las primicias de todos primeros frutos de todo, y toda ofrenda de todo lo que se ofreciere de todas vuestras ofrendas será de los sacerdotes; y las primicias de todas vuestras masas daréis al sacerdote, para que haga reposar la bendición en vuestras casas.
31 ସ୍ୱୟଂମୃତ ଅବା ବିଦୀର୍ଣ୍ଣ କୌଣସି ପକ୍ଷୀ କିମ୍ବା ପଶୁ ଯାଜକମାନେ ଭୋଜନ କରିବେ ନାହିଁ।
Ninguna cosa mortecina, ni arrebatada, así de aves como de animales, comerán los sacerdotes.

< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 44 >