< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 45 >

1 ଆହୁରି, ଯେଉଁ ସମୟରେ ତୁମ୍ଭେମାନେ ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ, ସେହି ସମୟରେ ଦେଶର ଏକ ପବିତ୍ର ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ରୂପେ ଉତ୍ସର୍ଗ କରିବ; ତହିଁର ଦୀର୍ଘତା ପଚିଶ ହଜାର ଓ ପ୍ରସ୍ଥ ଦଶ ହଜାର ହାତ ହେବ; ତାହା ଚତୁର୍ଦ୍ଦିଗରେ ତହିଁର ସମସ୍ତ ସୀମା ମଧ୍ୟରେ ପବିତ୍ର ହେବ।
너희는 제비 뽑아 땅을 나누어 기업을 삼을 때에 한 구역을 거룩한 땅으로 삼아 여호와께 예물로 드릴지니 그 장은 이만 오천척이요 광은 일만척이라 그 구역 안 전부가 거룩하리라
2 ତହିଁ ମଧ୍ୟରୁ ପାଞ୍ଚ ଶହ ନଳ ଦୀର୍ଘ, ପାଞ୍ଚ ଶହ ଦଣ୍ଡ ପ୍ରସ୍ଥ ସମଚତୁଷ୍କୋଣ ହୋଇ ପବିତ୍ର ସ୍ଥାନ ନିମନ୍ତେ ରହିବ ଓ ଚାରିଆଡ଼େ ପଚାଶ ହାତ ପରିମିତ ତଳଭୂମି ରହିବ।
그 중에서 성소에 속할 땅은 장이 오백척이요 광이 오백척이니 네모 반듯하며 그 외에 사면 오십척으로 뜰이 되게 하되
3 ଆଉ, ଏହି ପରିମିତ ଅଂଶରୁ ତୁମ୍ଭେ ପଚିଶ ହଜାର ଦଣ୍ଡ ଦୀର୍ଘ ଓ ଦଶ ହଜାର ଦଣ୍ଡ ପ୍ରସ୍ଥ ଭୂମି ମାପିବ; ପୁଣି, ତହିଁ ମଧ୍ୟରେ ଧର୍ମଧାମ, ମହାପବିତ୍ର ସ୍ଥାନ ହେବ।
이 척량한 중에서 장 이만 오천척과 광 일만 척을 척량하고 그 가운데 성소를 둘지니 지극히 거룩한 곳이요
4 ଦେଶର ଏହି ଅଂଶ ପବିତ୍ର ଅଟେ; ଯେଉଁ ଯାଜକମାନେ, ପବିତ୍ର ସ୍ଥାନର ପରିଚାରକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ପାଇଁ ନିକଟକୁ ଆସନ୍ତି, ଏହି ସ୍ଥାନ ସେମାନଙ୍କର ହେବ ଓ ଏହା ସେମାନଙ୍କ ଗୃହ ନିର୍ମାଣର ସ୍ଥାନ ଓ ଧର୍ମଧାମର ନିମନ୍ତେ ପବିତ୍ର ସ୍ଥାନ ହେବ।
그 땅의 거룩한 구역이라 여호와께 가까이 나아가서 성소에서 수종드는 제사장에게 돌려 그 집을 위하여 있는 곳이 되게 하며 성소를 위하여 있는 거룩한 곳이 되게 하고
5 ପୁଣି, ପଚିଶ ହଜାର ଦଣ୍ଡ ଦୀର୍ଘ ଓ ଦଶ ହଜାର ଦଣ୍ଡ ପ୍ରସ୍ଥ ଭୂମି କୋଡ଼ିଏ କୋଠରି ସକାଶୁ ଗୃହର ପରିଚାରକ ଲେବୀୟମାନଙ୍କର ଅଧିକାରର୍ଥେ ହେବ।
또 장 이만 오천척과 광 일만 척을 척량하여 전에서 수종드는 레위 사람에게 돌려 그들의 산업을 삼아 촌 이십을 세우게 하고
6 ଆଉ, ନଗରର ଅଧିକାର ନିମନ୍ତେ ତୁମ୍ଭେମାନେ ପବିତ୍ର ଉପହାର ରୂପ ଅଂଶର ପାଖେ ପାଖେ ପାଞ୍ଚ ହଜାର ଦଣ୍ଡ ପ୍ରସ୍ଥ ଓ ପଚିଶ ହଜାର ଦଣ୍ଡ ଦୀର୍ଘ ଭୂମି ନିରୂପଣ କରିବ; ତାହା ସମୁଦାୟ ଇସ୍ରାଏଲ ବଂଶର ନିମନ୍ତେ ହେବ।
구별한 거룩한 구역 옆에 광 오천척과 장 이만 오천척을 척량하여 성읍의 기지를 삼아 이스라엘 온 족속에게 돌리고
7 ପୁଣି, ଅଧିପତିର ନିମନ୍ତେ ଯାହା ହେବ, ସେ ଭୂମି ପବିତ୍ର ଉପହାର ଓ ନଗର ଅଧିକାର ଭୂମିର ଏପାଖରେ ଓ ସେପାଖରେ ରହିବ, ତାହା ପବିତ୍ର ଉପହାରର ଓ ନଗର ଅଧିକାରର ସମ୍ମୁଖବର୍ତ୍ତୀ ହୋଇ ପଶ୍ଚିମ ପାର୍ଶ୍ୱରେ ପଶ୍ଚିମ ପ୍ରତି ଓ ପୂର୍ବ ପାର୍ଶ୍ୱରେ ପୂର୍ବ ପ୍ରତି ବିସ୍ତୃତ ହେବ; ଆଉ, ତାହା ଦୀର୍ଘତାରେ ପଶ୍ଚିମ ସୀମାଠାରୁ ପୂର୍ବ ସୀମା ପର୍ଯ୍ୟନ୍ତ ଅଂଶମାନର ମଧ୍ୟରୁ ଏକ ଅଂଶର ସମାନ ହେବ।
드린바 거룩한 구역과 성읍의 기지 된 땅의 좌우편 곧 드린바 거룩한 구역의 옆과 성읍의 기지 옆의 땅을 왕에게 돌리되 서편으로 향하여 서편 국경까지와 동편으로 향하여 동편 국경까지니 그장이 구역 하나와 서로 같을지니라
8 ଏହା ଦେଶ ମଧ୍ୟରେ ତାହାର, ଅର୍ଥାତ୍‍, ଇସ୍ରାଏଲ ମଧ୍ୟରେ ତାହାର ଅଧିକାରାର୍ଥେ ହେବ; ପୁଣି, ଆମ୍ଭର ଅଧିପତିମାନେ ଆମ୍ଭ ଲୋକମାନଙ୍କ ପ୍ରତି ଆଉ ଉପଦ୍ରବ କରିବେ ନାହିଁ; ମାତ୍ର ଇସ୍ରାଏଲ ବଂଶକୁ ସେମାନଙ୍କର ଗୋଷ୍ଠୀ ଅନୁସାରେ ଦେଶ ଦେବେ।
이 땅으로 왕에게 돌려 이스라엘 중에 기업을 삼게 하면 나의 왕들이 다시는 내 백성을 압제하지 아니하리라 그 나머지 땅은 이스라엘 족속에게 그 지파대로 나눠 줄지니라
9 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଇସ୍ରାଏଲର ଅଧିପତିମାନେ, ତୁମ୍ଭମାନଙ୍କ ନିମନ୍ତେ ଏହା ଯଥେଷ୍ଟ ହେଉ; ତୁମ୍ଭେମାନେ ଦୌରାତ୍ମ୍ୟ ଓ ଧନାପହାର ଦୂର କର, ଆଉ ନ୍ୟାୟ ଓ ଯଥାର୍ଥ ବିଚାର କର; ତୁମ୍ଭେମାନେ ଆମ୍ଭ ଲୋକମାନଙ୍କଠାରୁ ବଳପୂର୍ବକ ଅପହରଣ କରିବାର ଦୂର କର, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
나 주 여호와가 말하노라 이스라엘의 치리자들아 너희에게 족하니라 너희는 강포와 겁탈을 제하여 버리고 공평과 공의를 행하여내 백성에게 토색함을 그칠지니라 나 주 여호와의 말이니라
10 ତୁମ୍ଭେମାନେ ଯଥାର୍ଥ ତରାଜୁ, ଯଥାର୍ଥ ଐଫା ଓ ଯଥାର୍ଥ ବାତ୍‍ ରଖିବ।
너희는 공평한 저울과, 공평한 에바와, 공평한 밧을 쓸지니
11 ବାତ୍‍ ଯେପରି ହୋମରର ଦଶମାଂଶ ହେବ ଓ ଐଫା ହୋମରର ଦଶମାଂଶ ହେବ, ଏଥିପାଇଁ ଐଫା ଓ ବାତ୍‍ର ଏକ ସମାନ ପରିମାଣ ହେବ; ତହିଁର ପରିମାଣ ହୋମର ଅନୁସାରେ ହେବ।
에바와 밧은 그 용량을 동일히 하되 호멜의 용량을 따라 밧은 호멜 십분지 일을 담게 하고 에바도 호멜 십분지 일을 담게 할 것이며
12 ପୁଣି, ଶେକଲ କୋଡ଼ିଏ ଗେରା ହେବ; କୋଡ଼ିଏ ଶେକଲ, ପଚିଶ ଶେକଲ, ପନ୍ଦର ଶେକଲ ତୁମ୍ଭମାନଙ୍କ ନିମନ୍ତେ ଏକ ମୀନା ହେବ।
세겔은 이십 게라니 이십 세겔과, 이십 오 세겔과, 십 오 세겔로 너희 마네가 되게 하라
13 ତୁମ୍ଭେମାନେ ଏହି ଉପହାର ଉତ୍ସର୍ଗ କରିବ; ଗହମର ଏକ ହୋମରରୁ ଏକ ଐଫାର ଷଷ୍ଠାଂଶ ଓ ଯବର ଏକ ହୋମରରୁ ଏକ ଐଫାର ଷଷ୍ଠାଂଶ ଦେବ;
너희의 마땅히 드릴 예물이 이러하니 밀 한 호멜에서는 에바 육분지 일을 드리고 보리 한 호멜에서도 에바 육분지 일을 드리며
14 ପୁଣି, ବାତ୍‍ ସମ୍ବନ୍ଧୀୟ ତୈଳର ନିରୂପିତ ଅଂଶ କୋରରୁ ଏକ ବାତ୍‍ର ଦଶମାଂଶ ହେବ, କୋର ଦଶ ବାତ୍‍, ଅର୍ଥାତ୍‍, ଏକ ହୋମର; କାରଣ ଦଶ ବାତ୍‍ରେ ଏକ ହୋମର ହୁଏ;
기름은 정한 규례대로 한 고르에서 밧 십분지 일을 드릴지니 기름의 밧으로 말하면 한 고르는 십 밧 곧 한 호멜이며(십 밧은 한호멜이라)
15 ଆଉ, ଇସ୍ରାଏଲର ଉତ୍ତମ ଚରାଣୀ ସ୍ଥାନରୁ ପଲର ଦୁଇ ଶହ ମେଷ ମଧ୍ୟରୁ ଏକ ମେଷ (ନେବ); ତାହା ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ଭକ୍ଷ୍ୟ ନୈବେଦ୍ୟ, ହୋମବଳି ଓ ମଙ୍ଗଳାର୍ଥକ ବଳି ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
또 이스라엘 윤택한 초장의 떼 이백 마리에서는 한 어린 양을 드릴 것이라 백성을 속죄하기 위하여 이것들로 소제와 번제와 감사 제물을 삼을지니라 나 주 여호와의 말이니라
16 ଦେଶର ସମସ୍ତ ଲୋକ ଇସ୍ରାଏଲର ଅଧିପତିର ଏହି ଉପହାର ନିମନ୍ତେ ଦେବେ।
이 땅 모든 백성은 이 예물로 이스라엘 왕에게 드리고
17 ପୁଣି, ପର୍ବାଦିରେ, ଅମାବାସ୍ୟାରେ ଓ ବିଶ୍ରାମବାର ସକଳରେ, ଇସ୍ରାଏଲ ବଂଶର ସକଳ ନିରୂପିତ ପର୍ବ ସମୟରେ ହୋମବଳି, ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ଉତ୍ସର୍ଗ କରିବାର ଅଧିପତିର ବାଣ୍ଟ ହେବ; ସେ ଇସ୍ରାଏଲ ବଂଶ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ଓ ଭକ୍ଷ୍ୟ ନୈବେଦ୍ୟ, ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ।
왕은 본분대로 번제와 소제와 전제를 절기와 월삭과 안식일과 이스라엘 족속의 모든 정한 절기에 드릴지니 이스라엘 족속을 속죄하기 위하여 이 속죄제와 소제와 번제와 감사 제물을 갖출지니라
18 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ପ୍ରଥମ ମାସର ପ୍ରଥମ ଦିନ ତୁମ୍ଭେ ଏକ ନିର୍ଦ୍ଦୋଷ ଗୋବତ୍ସ ନେଇ ପବିତ୍ର ସ୍ଥାନ ଶୁଚି କରିବ।
나 여호와가 말하노라 정월 초 하룻날에 흠없는 수송아지 하나를 취하여 성소를 정결케 하되
19 ପୁଣି, ଯାଜକ ପାପାର୍ଥକ ବଳିର ରକ୍ତରୁ କିଛି ନେଇ ଗୃହର ଚୌକାଠମାନର ଉପରେ ଓ ଯଜ୍ଞବେଦି ଥାକର ଚାରି କୋଣର ଉପରେ, ଆଉ ଭିତର ପ୍ରାଙ୍ଗଣର ଦ୍ୱାର ଚୌକାଠର ଉପରେ ଲଗାଇବ।
제사장이 그 속죄제 희생의 피를 취하여 전 문설주와 제단 아랫층 네 모퉁이와 안 뜰 문설주에 바를 것이요
20 ଆଉ, ଯେ ପ୍ରତ୍ୟେକ ଲୋକ ଭ୍ରାନ୍ତିରେ କୌଣସି କାର୍ଯ୍ୟ କରେ, ତାହାର ପାଇଁ ଓ ଯେଉଁ ଲୋକ ଅସତର୍କ, ତାହାର ପାଇଁ ତୁମ୍ଭେ ମାସର ସପ୍ତମ ଦିନରେ ଏହି ପ୍ରକାର କରିବ; ଏରୂପେ ତୁମ୍ଭେମାନେ ଗୃହ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।
그 달 칠일에도 모든 그릇 범죄한 자와 부지중 범죄한 자를 위하여 역시 그렇게 하여 전을 속죄할지니라
21 ପ୍ରଥମ ମାସର ଚତୁର୍ଦ୍ଦଶ ଦିନ ତୁମ୍ଭମାନଙ୍କ ନିସ୍ତାର ପର୍ବ ହେବ, ତାହା ସାତ ଦିନର ପର୍ବ ହେବ; ତାଡ଼ିଶୂନ୍ୟ ରୁଟି ଭୋଜନ କରାଯିବ।
정월 십 사일에는 유월절 곧 칠일 절기를 지키며 누룩 없는 떡을 먹을 것이라
22 ପୁଣି, ସେହି ଦିନ ଅଧିପତି ଆପଣା ନିମନ୍ତେ ଓ ଦେଶସ୍ଥ ସକଳ ଲୋକଙ୍କ ନିମନ୍ତେ ପାପାର୍ଥକ ବଳି ରୂପେ ଏକ ବୃଷ ଉତ୍ସର୍ଗ କରିବେ।
그 날에 왕은 자기와 이 땅 모든 백성을 위하여 송아지 하나를 갖추어 속죄제를 드릴 것이요
23 ଆଉ, ପର୍ବର ସାତ ଦିନ ପର୍ଯ୍ୟନ୍ତ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବେ, ସାତ ଦିନ ପର୍ଯ୍ୟନ୍ତ ପ୍ରତିଦିନ ନିର୍ଦ୍ଦୋଷ ସାତ ବୃଷ ଓ ସାତ ମେଷ, ଆଉ ପାପାର୍ଥକ ବଳି ରୂପେ ପ୍ରତିଦିନ ଏକ ଛାଗ ଉତ୍ସର୍ଗ କରିବେ।
또 절기 칠일 동안에는 그가 나 여호와를 위하여 번제를 갖추되 곧 칠일 동안에 매일 흠 없는 수송아지 일곱과 수양 일곱이며 또 매일 수염소 하나를 갖추어 속죄제를 드릴 것이며
24 ପୁଣି, ସେ ଏକ ଏକ ବୃଷ ସଙ୍ଗେ ଏକ ଏକ ଐଫା, ଏକ ଏକ ମେଷ ସଙ୍ଗେ ଏକ ଏକ ଐଫା ଓ ପ୍ରତ୍ୟେକ ଐଫା ସଙ୍ଗେ ଏକ ଏକ ହୀନ୍‍ ତୈଳର ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବେ।
또 소제를 갖추되 수송아지 하나에는 밀가루 한 에바요 수양 하나에도 한 에바며 밀가루 한 에바에는 기름 한 힌씩이며
25 ସପ୍ତମ ମାସର ପଞ୍ଚଦଶ ଦିନ ପର୍ବ ସମୟରେ ସେ ସାତ ଦିନ ପର୍ଯ୍ୟନ୍ତ ଏହିରୂପ, ଅର୍ଥାତ୍‍, ପାପାର୍ଥକ ବଳିର, ହୋମାର୍ଥକ ବଳିର ଓ ଭକ୍ଷ୍ୟ ନୈବେଦ୍ୟର, ଆଉ ତୈଳଦାନର ବିଧି ଅନୁଯାୟୀ ଉତ୍ସର୍ଗ କରିବେ।
칠월 십 오일 절기 칠일 동안에도 이대로 행하여 속죄제와 번제며 그 밀가루와 기름을 드릴지니라

< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 45 >