< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 46 >

1 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଭିତର ପ୍ରାଙ୍ଗଣର ପୂର୍ବାଭିମୁଖ ଦ୍ୱାର କାର୍ଯ୍ୟ କରିବାର ଛଅ ଦିନସାରା ବନ୍ଦ ରହିବ; ମାତ୍ର ବିଶ୍ରାମ ଦିନ ଖୋଲା ହେବ ଓ ଅମାବାସ୍ୟା ଦିନ ଖୋଲା ହେବ।
“परमेश्वर यहोवा यह कहता है: भीतरी आँगन का पूर्वमुखी फाटक काम-काज के छः दिन बन्द रहे, परन्तु विश्रामदिन को खुला रहे। और नये चाँद के दिन भी खुला रहे।
2 ପୁଣି, ଅଧିପତି ବାହାର ଦ୍ୱାରର ବାରଣ୍ଡା ପଥ ଦେଇ ପ୍ରବେଶ କରି ଦ୍ୱାର-ଚୌକାଠ ନିକଟରେ ଠିଆ ହେବେ ଓ ଯାଜକମାନେ ତାଙ୍କର ହୋମାର୍ଥକ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ, ଆଉ ସେ ଦ୍ୱାର-ପ୍ରବେଶ ସ୍ଥାନରେ ପ୍ରଣାମ କରିବେ ଓ ତହିଁ ଉତ୍ତାରେ ବାହାରି ଯିବେ; ମାତ୍ର ସନ୍ଧ୍ୟା ପର୍ଯ୍ୟନ୍ତ ଦ୍ୱାର ବନ୍ଦ କରାଯିବ ନାହିଁ।
प्रधान बाहर से फाटक के ओसारे के मार्ग से आकर फाटक के एक खम्भे के पास खड़ा हो जाए, और याजक उसका होमबलि और मेलबलि तैयार करें; और वह फाटक की डेवढ़ी पर दण्डवत् करे; तब वह बाहर जाए, और फाटक साँझ से पहले बन्द न किया जाए।
3 ଆଉ, ଦେଶର ଲୋକମାନେ ବିଶ୍ରାମବାରରେ ଓ ଅମାବାସ୍ୟାରେ ସେହି ଦ୍ୱାର-ପ୍ରବେଶ ସ୍ଥାନ ନିକଟରେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରଣାମ କରିବେ।
लोग विश्राम और नये चाँद के दिनों में उस फाटक के द्वार में यहोवा के सामने दण्डवत् करें।
4 ପୁଣି, ଅଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ହୋମବଳି ଉତ୍ସର୍ଗ କରିବେ, ତାହା ବିଶ୍ରାମ ଦିନରେ ନିର୍ଦ୍ଦୋଷ ଛଅଗୋଟି ମେଷଶାବକ ଓ ନିର୍ଦ୍ଦୋଷ ଏକଗୋଟି ମେଷ ହେବ।
विश्रामदिन में जो होमबलि प्रधान यहोवा के लिये चढ़ाए, वह भेड़ के छः निर्दोष बच्चे और एक निर्दोष मेढ़े का हो।
5 ଆଉ, ଭକ୍ଷ୍ୟ ନୈବେଦ୍ୟ ରୂପେ ମେଷ ସଙ୍ଗେ ଏକ ଐଫା ଦେବେ ଓ ମେଷଶାବକମାନଙ୍କ ସଙ୍ଗେ ସେ ଆପଣା ଶକ୍ତି ଅନୁସାରେ ଭକ୍ଷ୍ୟ ନୈବେଦ୍ୟ ଦେବେ, ପୁଣି ଏକ ଏକ ଐଫା ପାଇଁ ଏକ ଏକ ହିନ୍‍ ତୈଳ ଦେବେ।
अन्नबलि यह हो: अर्थात् मेढ़े के साथ एपा भर अन्न और भेड़ के बच्चों के साथ यथाशक्ति अन्न और एपा पीछे हीन भर तेल।
6 ଆଉ, ଅମାବାସ୍ୟା ଦିନ (ହୋମବଳି ନିମନ୍ତେ) ଏକ ନିର୍ଦ୍ଦୋଷ ଗୋବତ୍ସ ହେବ, ଛଅ ମେଷଶାବକ ଓ ଏକ ମେଷ ହେବ; ଏସବୁ ନିର୍ଦ୍ଦୋଷ ହେବେ;
नये चाँद के दिन वह एक निर्दोष बछड़ा और भेड़ के छः बच्चे और एक मेढ़ा चढ़ाए; ये सब निर्दोष हों।
7 ଆଉ, ସେ ଭକ୍ଷ୍ୟ ନୈବେଦ୍ୟ ରୂପେ ଗୋବତ୍ସ ସଙ୍ଗେ ଏକ ଐଫା, ମେଷ ସଙ୍ଗେ ଏକ ଐଫା ଓ ମେଷଶାବକମାନଙ୍କ ସଙ୍ଗେ ଆପଣା ଶକ୍ତି ଅନୁସାରେ ଦେବେ, ଆଉ ଏକ ଏକ ଐଫା ପାଇଁ ଏକ ଏକ ହିନ୍‍ ତୈଳ ଦେବେ।
बछड़े और मेढ़े दोनों के साथ वह एक-एक एपा अन्नबलि तैयार करे, और भेड़ के बच्चों के साथ यथाशक्ति अन्न, और एपा पीछे हीन भर तेल।
8 ପୁଣି, ଅଧିପତି ଯେତେବେଳେ ପ୍ରବେଶ କରିବେ, ସେତେବେଳେ ସେ ଦ୍ୱାର ବାରଣ୍ଡା ପଥ ଦେଇ ଭିତରେ ପ୍ରବେଶ କରିବେ ଓ ସେହି ପଥ ଦେଇ ବାହାରି ଯିବେ।
जब प्रधान भीतर जाए तब वह फाटक के ओसारे से होकर जाए, और उसी मार्ग से निकल जाए।
9 ମାତ୍ର ନିରୂପିତ ପର୍ବମାନର ସମୟରେ ଯେତେବେଳେ ଦେଶର ଲୋକମାନେ ସଦାପ୍ରଭୁଙ୍କ ଛାମୁକୁ ଆସିବେ, ସେତେବେଳେ ଯେଉଁ ଲୋକ ପ୍ରଣାମ କରିବା ପାଇଁ ଉତ୍ତର ଦ୍ୱାରର ପଥ ଦେଇ ଭିତରକୁ ଆସେ, ସେ ଦକ୍ଷିଣ ଦ୍ୱାରର ପଥ ଦେଇ ବାହାରି ଯିବ ଓ ଯେଉଁ ଲୋକ ଦକ୍ଷିଣ ଦ୍ୱାର ଦେଇ ଭିତରେ ପ୍ରବେଶ କରେ, ସେ ଉତ୍ତର ଦ୍ୱାରର ପଥ ଦେଇ ବାହାରି ଯିବ; ସେ ଯେଉଁ ଦ୍ୱାରର ପଥ ଦେଇ ଭିତରକୁ ଆସିଲା, ସେହି ପଥ ଦେଇ ଫେରିବ ନାହିଁ, ମାତ୍ର ଆପଣା ସମ୍ମୁଖସ୍ଥ ପଥ ଦେଇ ବାହାରି ଯିବ।
“जब साधारण लोग नियत समयों में यहोवा के सामने दण्डवत् करने आएँ, तब जो उत्तरी फाटक से होकर दण्डवत् करने को भीतर आए, वह दक्षिणी फाटक से होकर निकले, और जो दक्षिणी फाटक से होकर भीतर आए, वह उत्तरी फाटक से होकर निकले, अर्थात् जो जिस फाटक से भीतर आया हो, वह उसी फाटक से न लौटे, अपने सामने ही निकल जाए।
10 ପୁଣି, ଲୋକମାନେ ଯେତେବେଳେ ଭିତରକୁ ଯିବେ, ସେତେବେଳେ ଅଧିପତି ସେମାନଙ୍କ ମଧ୍ୟରେ ଥାଇ ଭିତରକୁ ଯିବେ ଓ ବାହାରି ଯିବା ବେଳେ ସେମାନେ ଏକତ୍ର ହୋଇ ବାହାରି ଯିବେ।
१०जब वे भीतर आएँ तब प्रधान उनके बीच होकर आएँ, और जब वे निकलें, तब वे एक साथ निकलें।
11 ଆଉ, ପର୍ବ ଓ ଉତ୍ସବାଦି ସମୟରେ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଗୋବତ୍ସ ସଙ୍ଗେ ଏକ ଐଫା ଓ ଏକ ମେଷ ସଙ୍ଗେ ଏକ ଐଫା, ଆଉ ମେଷଶାବକମାନଙ୍କ ସଙ୍ଗେ ସେ ଆପଣା ଶକ୍ତି ଅନୁସାରେ ଓ ଏକ ଏକ ଐଫା ସଙ୍ଗେ ଏକ ଏକ ହିନ୍‍ ତୈଳ ଦେବେ।
११“पर्वों और अन्य नियत समयों का अन्नबलि बछड़े पीछे एपा भर, और मेढ़े पीछे एपा भर का हो; और भेड़ के बच्चों के साथ यथाशक्ति अन्न और एपा पीछे हीन भर तेल।
12 ପୁଣି, ଅଧିପତି ଯେତେବେଳେ ସ୍ଵେଚ୍ଛାଦତ୍ତ ଉପହାର, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଅବା ମଙ୍ଗଳାର୍ଥକ ବଳି ସ୍ଵେଚ୍ଛାଦତ୍ତ ଉପହାର ରୂପେ ଉତ୍ସର୍ଗ କରିବେ, ସେତେବେଳେ ତାଙ୍କ ପାଇଁ ପୂର୍ବାଭିମୁଖ ଦ୍ୱାର ଫିଟାଯିବ, ଆଉ ସେ ବିଶ୍ରାମ ଦିନରେ ଯେପରି କରନ୍ତି, ସେହିପରି ଆପଣା ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ। ତହୁଁ ସେ ବାହାରି ଯିବେ ଓ ବାହାରିଗଲା ଉତ୍ତାରେ ଦ୍ୱାର ବନ୍ଦ କରାଯିବ।
१२फिर जब प्रधान होमबलि या मेलबलि को स्वेच्छाबलि करके यहोवा के लिये तैयार करे, तब पूर्वमुखी फाटक उनके लिये खोला जाए, और वह अपना होमबलि या मेलबलि वैसे ही तैयार करे जैसे वह विश्रामदिन को करता है; तब वह निकले, और उसके निकलने के पीछे फाटक बन्द किया जाए।
13 ପୁଣି, ତୁମ୍ଭେ ପ୍ରତିଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ଏକ ବର୍ଷୀୟ ନିର୍ଦ୍ଦୋଷ ଏକ ମେଷଶାବକ ଉତ୍ସର୍ଗ କରିବ; ପ୍ରତି ପ୍ରଭାତ ତୁମ୍ଭେ ତାହା ଉତ୍ସର୍ଗ କରିବ।
१३“प्रतिदिन तू वर्ष भर का एक निर्दोष भेड़ का बच्चा यहोवा के होमबलि के लिये तैयार करना, यह प्रति भोर को तैयार किया जाए।
14 ଆଉ, ତହିଁ ସଙ୍ଗେ ତୁମ୍ଭେ ପ୍ରତି ପ୍ରଭାତ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଐଫାର ଷଷ୍ଠାଂଶ ଓ ସରୁ ମଇଦାକୁ ତିନ୍ତାଇବା ପାଇଁ ଏକ ହିନ୍‍ର ତୃତୀୟାଂଶ ତୈଳ ଉତ୍ସର୍ଗ କରିବ; ଏହା ନିତ୍ୟସ୍ଥାୟୀ ବିଧି ଅନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଚିରକାଳୀନ ଭକ୍ଷ୍ୟ ନୈବେଦ୍ୟ ଅଟେ।
१४प्रति भोर को उसके साथ एक अन्नबलि तैयार करना, अर्थात् एपा का छठवाँ अंश और मैदा में मिलाने के लिये हीन भर तेल की तिहाई यहोवा के लिये सदा का अन्नबलि नित्य विधि के अनुसार चढ़ाया जाए।
15 ଏହିରୂପେ ଲୋକମାନେ ନିତ୍ୟ ହୋମବଳି ରୂପେ ପ୍ରତି ପ୍ରଭାତ ମେଷ, ଭକ୍ଷ୍ୟ ନୈବେଦ୍ୟ ଓ ତୈଳ ଉତ୍ସର୍ଗ କରିବେ।
१५भेड़ का बच्चा, अन्नबलि और तेल, प्रति भोर को नित्य होमबलि करके चढ़ाया जाए।
16 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଅଧିପତି ଯଦି ଆପଣା ପୁତ୍ରଗଣ ମଧ୍ୟରୁ କାହାକୁ କିଛି ଦାନ କରନ୍ତି, ତେବେ ତାହା ତାଙ୍କ ଉତ୍ତରାଧିକାର, ତାହା ତାଙ୍କ ପୁତ୍ରଗଣର ହେବ; ସେମାନେ ଉତ୍ତରାଧିକାର କ୍ରମେ ତାହା ଭୋଗ କରିବେ।
१६“परमेश्वर यहोवा यह कहता है: यदि प्रधान अपने किसी पुत्र को कुछ दे, तो वह उसका भाग होकर उसके पोतों को भी मिले; भाग के नियम के अनुसार वह उनका भी निज धन ठहरे।
17 ମାତ୍ର ସେ ଯଦି ଆପଣାର ଦାସମାନଙ୍କ ମଧ୍ୟରୁ ଜଣକୁ ଆପଣା ଉତ୍ତରାଧିକାରରୁ କିଛି ଦାନ କରନ୍ତି, ତେବେ ତାହା ମୁକ୍ତି ବର୍ଷ ପର୍ଯ୍ୟନ୍ତ ତାହାର ହେବ; ତହିଁ ଉତ୍ତାରେ ତାହା ଅଧିପତିଙ୍କର ହେବ; ତାଙ୍କ ଉତ୍ତରାଧିକାରୀତ୍ତ୍ୱ କେବଳ ତାଙ୍କ ପୁତ୍ରଗଣର ହେବ।
१७परन्तु यदि वह अपने भाग में से अपने किसी कर्मचारी को कुछ दे, तो स्वतंत्रता के वर्ष तक तो वह उसका बना रहे, परन्तु उसके बाद प्रधान को लौटा दिया जाए; और उसका निज भाग ही उसके पुत्रों को मिले।
18 ଆହୁରି, ଅଧିପତି ଲୋକମାନଙ୍କୁ ସେମାନଙ୍କ ଅଧିକାରରୁ ଚ୍ୟୁତ କରିବା ନିମନ୍ତେ ସେମାନଙ୍କ ଉତ୍ତରାଧିକାର ହରଣ କରିବେ ନାହିଁ; ଆମ୍ଭର ଲୋକମାନେ ଆପଣା ଆପଣା ଅଧିକାରରୁ ଯେପରି ଛିନ୍ନଭିନ୍ନ ହୋଇ ନ ଯାʼନ୍ତି, ଏଥିପାଇଁ ସେ ଆପଣା ଅଧିକାର ମଧ୍ୟରୁ ଆପଣା ପୁତ୍ରମାନଙ୍କୁ ଉତ୍ତରାଧିକାର ଦାନ କରିବେ।”
१८प्रजा का ऐसा कोई भाग प्रधान न ले, जो अंधेर से उनकी निज भूमि से छीना हो; अपने पुत्रों को वह अपनी ही निज भूमि में से भाग दे; ऐसा न हो कि मेरी प्रजा के लोग अपनी-अपनी निज भूमि से तितर-बितर हो जाएँ।”
19 ଏଉତ୍ତାରେ ସେ ଦ୍ୱାର ପାର୍ଶ୍ୱସ୍ଥ ପ୍ରବେଶ ପଥ ଦେଇ ମୋତେ ଯାଜକମାନଙ୍କର ଉତ୍ତରାଭିମୁଖ ପବିତ୍ର କୋଠରି-ଶ୍ରେଣୀକୁ ଆଣିଲେ; ଆଉ ଦେଖ, ସେଠାରେ ପଶ୍ଚିମ ଦିଗର ପଶ୍ଚାତ ଭାଗରେ ଏକ ସ୍ଥାନ ଥିଲା।
१९फिर वह मुझे फाटक के एक ओर के द्वार से होकर याजकों की उत्तरमुखी पवित्र कोठरियों में ले गया; वहाँ पश्चिम ओर के कोने में एक स्थान था।
20 ପୁଣି, ସେ ମୋତେ କହିଲେ, “ଏହି ସ୍ଥାନରେ ଯାଜକମାନେ ଦୋଷାର୍ଥକ ବଳି, ପାପାର୍ଥକ ବଳି ସିଦ୍ଧ କରିବେ ଓ ଭକ୍ଷ୍ୟ ନୈବେଦ୍ୟ ପାକ କରିବେ; ସେମାନେ ଲୋକମାନଙ୍କୁ ଶୁଚି କରିବା ନିମନ୍ତେ ବାହାର ପ୍ରାଙ୍ଗଣକୁ ତାହାସବୁ ଆଣିବେ ନାହିଁ।”
२०तब उसने मुझसे कहा, “यह वह स्थान है जिसमें याजक लोग दोषबलि और पापबलि के माँस को पकाएँ और अन्नबलि को पकाएँ, ऐसा न हो कि उन्हें बाहरी आँगन में ले जाने से साधारण लोग पवित्र ठहरें।”
21 ଏଉତ୍ତାରେ ସେ ମୋତେ ବାହାର ପ୍ରାଙ୍ଗଣକୁ ଆଣି ସେହି ପ୍ରାଙ୍ଗଣର ଚାରି କୋଣ ଦେଇ ଗମନ କରାଇଲେ; ଆଉ ଦେଖ, ସେହି ପ୍ରାଙ୍ଗଣର ପ୍ରତ୍ୟେକ କୋଣରେ ଗୋଟିଏ ଗୋଟିଏ ପ୍ରାଙ୍ଗଣ ଥିଲା।
२१तब उसने मुझे बाहरी आँगन में ले जाकर उस आँगन के चारों कोनों में फिराया, और आँगन के हर एक कोने में एक-एक ओट बना था,
22 ପ୍ରାଙ୍ଗଣର ଚାରି କୋଣରେ ଚାଳିଶ ହାତ ଦୀର୍ଘ ଓ ତିରିଶ ହାତ ପ୍ରସ୍ଥ ପ୍ରାଚୀର-ବେଷ୍ଟିତ ଏକ ଏକ ପ୍ରାଙ୍ଗଣ ଥିଲା; କୋଣମାନର ଏହି ଚାରି ପ୍ରାଙ୍ଗଣର ସମାନ ମାପ ଥିଲା।
२२अर्थात् आँगन के चारों कोनों में चालीस हाथ लम्बे और तीस हाथ चौड़े ओट थे; चारों कोनों के ओटों की एक ही माप थी।
23 ପୁଣି, ସେହି ଚାରିର ଭିତରେ ଚାରିଆଡ଼େ ଏକ ଏକ ଧାଡ଼ି ଗାନ୍ଥୁନୀ ଥିଲା, ଆଉ ସେହି ସବୁ ଧାଡ଼ିର ତଳେ ଚାରିଆଡ଼େ ପାକ ସ୍ଥାନ ନିର୍ମିତ ହୋଇଥିଲା।
२३भीतर चारों ओर दीवार थी, और दीवारों के नीचे पकाने के चूल्हे बने हुए थे।
24 ଏଥିରେ ସେ ମୋତେ କହିଲେ, “ସବୁ ପାକ ଗୃହ, ଏହି ସ୍ଥାନରେ ଗୃହର ପରିଚାରକମାନେ ଲୋକମାନଙ୍କ ବଳି ସିଦ୍ଧ କରିବେ।”
२४तब उसने मुझसे कहा, “पकाने के घर, जहाँ भवन के टहलुए लोगों के बलिदानों को पकाएँ, वे ये ही हैं।”

< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 46 >