< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 47 >
1 ଏଥିଉତ୍ତାରେ ସେ ମୋତେ ଫେରାଇ ଗୃହର ଦ୍ୱାର ନିକଟକୁ ଆଣିଲେ; ଆଉ ଦେଖ, ଗୃହ-ପ୍ରବେଶ ସ୍ଥାନର ତଳରୁ ଜଳ ନିର୍ଗତ ହୋଇ ପୂର୍ବ ଦିଗରେ ବହିଲା, କାରଣ ଗୃହର ଅଗ୍ରଭାଗ ପୂର୍ବାଭିମୁଖ ଥିଲା; ଆଉ, ସେହି ଜଳ ତଳରୁ ଗୃହର ଦକ୍ଷିଣ ପାର୍ଶ୍ୱ ଦେଇ ଯଜ୍ଞବେଦିର ଦକ୍ଷିଣ ଦିଗରେ ବହିଲା।
Derpå førte han mig tilbage til tempelets indgang, og se, vand sprang ud under tempelets Tærskel i østlig Retning, thi Templets Forside vendte mod Øst; og Vandet løb ned under Templets Sydside sønden for Alteret.
2 ତେବେ ସେ ମୋତେ ଉତ୍ତର ଦ୍ୱାରର ପଥ ଦେଇ ବାହାର କରାଇ ଆଣିଲେ, ଆଉ ବାହାର ପଥ ଦେଇ ବୁଲାଇ ପୂର୍ବାଭିମୁଖ ଦ୍ୱାରର ପଥ ଦେଇ ବାହାର ଦ୍ୱାରକୁ ନେଇଗଲେ; ଆଉ ଦେଖ, ସେହି ସ୍ଥାନରେ ଦକ୍ଷିଣ ପାର୍ଶ୍ୱରେ ଜଳ ବହୁଥିଲା।
Så førte han mig ud gennenm Nordporten og rundt udenom til den ydre Østport, og se, Vand rislede frem fra Sydsiden.
3 ସେହି ବ୍ୟକ୍ତି ଯେତେବେଳେ ପରିମାପକ ରଜ୍ଜୁ ଆପଣା ହସ୍ତରେ ଧରି ପୂର୍ବ ଆଡ଼େ ବାହାରିଲେ, ସେତେବେଳେ ସେ ଏକ ହଜାର ହାତ ମାପିଲେ, ପୁଣି, ମୋତେ ଜଳ ମଧ୍ୟଦେଇ ଗମନ କରାଇଲେ, ଜଳ ବଳାଗଣ୍ଠି ପର୍ଯ୍ୟନ୍ତ ହେଲା।
Derpå gik Manden ud mod Øst med en Målesnor i Hånden, og da han havde målt 1000 Alen, lod han mig gå gennem Vandet, Vand til Anklerne.
4 ପୁନର୍ବାର ସେ ଏକ ହଜାର ହାତ ମାପିଲେ ଓ ମୋତେ ଜଳ ମଧ୍ୟଦେଇ ଗମନ କରାଇଲେ, ଜଳ ଆଣ୍ଠୁ ପର୍ଯ୍ୟନ୍ତ ହେଲା। ପୁନର୍ବାର ସେ ଏକ ହଜାର ହାତ ମାପିଲେ, ଜଳ ମଧ୍ୟଦେଇ ମୋତେ ଗମନ କରାଇଲେ, ଜଳ କଟି ପର୍ଯ୍ୟନ୍ତ ହେଲା।
Da han atter havde målt 1000 Alen, lod han mig på ny gå gennem Vandet, Vand til Knæene; og da han atter havde målt 1000 Alen, lod han mig på ny gå gennem Vandet, som der nåede til Hoften.
5 ତହିଁ ଉତ୍ତାରେ ସେ ଏକ ହଜାର ହାତ ମାପିଲେ; ସେତେବେଳେ ତାହା ଗୋଟିଏ ନଦୀ ହେଲା, ମୁଁ ତହିଁ ମଧ୍ୟଦେଇ ଗମନ କରି ପାରିଲି ନାହିଁ, କାରଣ ଜଳ ବଢ଼ି ଉଠିଥିଲା, ତାହା ପହଁରିବା ଭଳି ଜଳ, ପାର ହେବାକୁ ଅଗମ୍ୟ ନଦୀ ହୋଇଥିଲା।
Da han atter havde målt 1000 Alen, var det en Strøm, som jeg ikke kunde vade over, thi Vandet gik så højt, at man måtte svømme over; det var en Strøm, man ikke kunde vade over,
6 ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ?” ତହିଁରେ ସେ ମୋତେ ଫେରାଇ ନଦୀତୀରକୁ ଆଣିଲେ।
Da sagde han til mig: "Har du set det, Menneskesøn?" Og han førte mig tilbage langs Strømmens Bred.
7 ମୁଁ ଫେରି ଆସିଲା ବେଳେ ଦେଖ, ନଦୀତୀରର ଏପାଖରେ ଓ ସେପାଖରେ ଅନେକ ଅନେକ ବୃକ୍ଷ ଥିଲା।
Da jeg kom tilbage, se, da var der ved Strømmens Bred en stor Mængde Træer på begge Sider;
8 ତହିଁରେ ସେ ମୋତେ କହିଲେ, “ଏହି ଜଳସବୁ ପୂର୍ବ ଅଞ୍ଚଳ ଆଡ଼େ ବହୁଅଛି ଓ ତାହା ଗଡ଼ି ଆରବାକୁ ଯିବ; ଆଉ, ତାହା ସମୁଦ୍ର ଆଡ଼କୁ ଯିବ; ଯେଉଁ ଜଳସବୁ ନିର୍ଗତ ହେଲା, ତାହାସବୁ ସମୁଦ୍ରରେ ପ୍ରବେଶ କରିବ; ତହୁଁ ସେ ଜଳ ଉତ୍ତମ ହେବ।
og han sagde til mig: "Dette Vand løber ud i Østerkredsen og ned i Araba, og når det falder ud i Havet, Salthavet, bliver Vandet der sundt;
9 ପୁଣି, ଏହି ନଦୀସବୁ ଯେସକଳ ସ୍ଥାନ ଦେଇ ବହିବ, ସେସ୍ଥାନସ୍ଥିତ ବହୁସଂଖ୍ୟକ ଜୀବଜନ୍ତୁ ସବୁ ବଞ୍ଚିବେ ଓ ସେହି ସ୍ଥାନରେ ଅପାର ମତ୍ସ୍ୟ ହେବେ; କାରଣ ଏହିସବୁ ଜଳ ସେସ୍ଥାନକୁ ଆସିଅଛି ଓ ସମୁଦ୍ରର ଜଳ ଉତ୍ତମ ହେବ, ଆଉ ଯେକୌଣସି ସ୍ଥାନ ଦେଇ ଏହି ନଦୀ ବହେ, ସେସ୍ଥାନର ସକଳ ହିଁ ସଞ୍ଜୀବିତ ହେବେ।
alle de levende Væsener, hvoraf det vrimler, skal leve, overalt hvor Strømmen kommer hen, og der skal være en stor Mængde Fisk; thi når dette Vand kommer derhen, bliver Havvandet sundt, og alt skal leve, hvor Strømmen kommer hen.
10 ଆଉ, ତହିଁ ନିକଟରେ ମତ୍ସ୍ୟଧାରୀମାନେ ଠିଆ ହେବେ; ଐନଗଦୀଠାରୁ ଐନଇଗ୍ଳଇମ୍ ପର୍ଯ୍ୟନ୍ତ ଜାଲ ପ୍ରସାରିବାର ସ୍ଥାନ ହେବ ଓ ମତ୍ସ୍ୟସବୁ ସ୍ୱ ସ୍ୱ ଜାତି ଅନୁସାରେ ମହାସମୁଦ୍ରର ମତ୍ସ୍ୟନ୍ୟାୟ ସଂଖ୍ୟାରେ ଅତିଶୟ ହେବେ।
Fiskere skal stå ved det fra En-Gedi til En-Eglajim; et Sted til at udspænde Fiskegarn skal det være; dels Fisk skal være som det store Havs Fisk, såre mange.
11 ମାତ୍ର ତହିଁର ପଙ୍କ ସ୍ଥାନ ଓ ଝିଲ ଭୂମିସକଳ ଉତ୍ତମ ହେବ ନାହିଁ; ସେହି ସବୁ ଲବଣ ପାଇଁ ସମର୍ପିତ ହେବ।
Men dets Sumpe og Vandhuller skal ikke blive sunde; af dem skal udvindes Salt.
12 ଆଉ, ନଦୀ ନିକଟରେ ତହିଁର ତୀର ଉପରେ, ଏପାଖରେ ଓ ସେପାଖରେ ସର୍ବପ୍ରକାର ଭୋଜନାର୍ଥ ଫଳବୃକ୍ଷ ହେବ, ତହିଁର ପତ୍ର ମଳିନ ହେବ ନାହିଁ, କିଅବା ତହିଁର ଫଳର ଅଭାବ ହେବ ନାହିଁ; ସେହି ଜଳସବୁ ପବିତ୍ର ସ୍ଥାନରୁ ନିର୍ଗତ ହେବା ସକାଶୁ ବୃକ୍ଷ ପ୍ରତି ମାସ ନୂତନ ଫଳ ଫଳିବ ଓ ତହିଁର ଫଳ ଆହାରାର୍ଥେ ଓ ତହିଁର ପତ୍ର ଆରୋଗ୍ୟାର୍ଥେ ହେବ।”
På begge Flodens Bredder skal der vokse alle Hånde Frugttræer, hvis Blade ikke falder af, og hvis Frugter aldrig får Ende; hver Måned bærer de nye Frugter; thi dens Vand udspringer i Helligdommen. Frugterne skal tjene til Føde og Bladene til Lægedom."
13 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: “ତୁମ୍ଭେମାନେ ଇସ୍ରାଏଲ ବଂଶର ଦ୍ୱାଦଶ ଗୋଷ୍ଠୀର ଅନୁସାରେ ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ବିଭାଗ କରିବ, ତାହାର ସୀମା ଏହି; ଯୋଷେଫ ଏକରୁ ଅଧିକ ଅଂଶ ପାଇବ।
Så siger den Herre HERREN: Dette er den Grænse, inden for hvilken I skal udskifte Landet imellem eder efter Israels tolv Stammer; Josef skal have to Lodder.
14 ଆଉ, ତୁମ୍ଭମାନଙ୍କର ଏକ ଯେପରି, ଅନ୍ୟ ସେହିପରି, ତାହା ଉତ୍ତରାଧିକାର ରୂପେ ପାଇବ; ତଦ୍ବିଷୟରେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ତାହା ଦେବା ପାଇଁ ଆମ୍ଭେ ଆପଣା ହସ୍ତ ଉଠାଇଲୁ ଓ ଏହି ଦେଶ ଉତ୍ତରାଧିକାର ନିମନ୍ତେ ତୁମ୍ଭମାନଙ୍କର ହେବ।
I skal alle uden Undtagelse tage det Land i Eje, som jeg med løftet Hånd svor at give eders Fædre; det skal nu tilfalde eder som Arvelod.
15 ପୁଣି, ଦେଶର ସୀମା ଏହି ହେବ; ଉତ୍ତର ଦିଗରେ, ହିତ୍ଲୋନ ପଥ ନିକଟସ୍ଥ ମହାସମୁଦ୍ରଠାରୁ ସଦାଦ୍ର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ;
Således skal Landets Nordgrænse være: Fra det store Hav i Retning af Hetlon til det Sted, hvor Vejen går til Zedad,
16 ହମାତ୍, ବରୋଥା, ଦମ୍ମେଶକର ଓ ହମାତ୍ର ସୀମାର ମଧ୍ୟସ୍ଥିତ ସିବ୍ରୟିମ; ହୌରଣର ସୀମା ନିକଟସ୍ଥ ହତ୍ତ୍ସରହତ୍ତୀକୋନ୍।
Hamat, Berota, Sibrajim, mellem Damaskuss og Hamats Områder, Hazar-Enon ved Haurans Grænse.
17 ପୁଣି, ସମୁଦ୍ରଠାରୁ ସୀମା ଦମ୍ମେଶକ ସୀମା ନିକଟସ୍ଥ ହତ୍ସର-ଐନନ୍ ହେବ, ଆଉ ଉତ୍ତର ଦିଗରେ ଉତ୍ତରରେ ହମାତ୍ର ସୀମା। ଏହା ଉତ୍ତର ସୀମା।
Grænsen går fra det store Hav til Hazar-Enon, således at Damaskuss Område ligger norden for ved Siden af Hamat. Det er Nordgrænsen.
18 ଆଉ, ପୂର୍ବ ଦିଗରେ ହୌରଣ, ଦମ୍ମେଶକ ଓ ଗିଲୀୟଦ, ଆଉ ଇସ୍ରାଏଲ ଦେଶର ମଧ୍ୟବର୍ତ୍ତୀ ଯର୍ଦ୍ଦନ ହେବ; ତୁମ୍ଭେମାନେ ଉତ୍ତର ସୀମାରୁ ପୂର୍ବ ସମୁଦ୍ର ପର୍ଯ୍ୟନ୍ତ ମାପିବ। ଏହା ପୂର୍ବ ସୀମା।
Østgrænsen: Fra Hazar-Enon mellem Hauran og Damaskus danner Jordan Grænse mellem Gilead og Israels Land til Havet i Øst, hen til Tamar. Det er Øsfgrænsen.
19 ଆଉ, ଦକ୍ଷିଣ ଦିଗରେ ଦକ୍ଷିଣ ସୀମା ତାମରଠାରୁ ମରୀବତ୍-କାଦେଶସ୍ଥ ଜଳ, ମିସରର ସ୍ରୋତୋମାର୍ଗ ଓ ମହାସମୁଦ୍ର ପର୍ଯ୍ୟନ୍ତ ହେବ। ଏହା ଦକ୍ଷିଣ ଦିଗର ଦକ୍ଷିଣ ସୀମା।
Sydgrænsen: Fra Tamar over Meribas Vand ved Kadesj til Bækken, ud til det store Hav. Det er Sydgrænsen.
20 ପୁଣି, ଦକ୍ଷିଣ ସୀମାଠାରୁ ହମାତ୍ର ସମ୍ମୁଖ ସ୍ଥାନ ପର୍ଯ୍ୟନ୍ତ ମହାସମୁଦ୍ର ପଶ୍ଚିମ ସୀମା ହେବ। ଏହା ପଶ୍ଚିମ ସୀମା।
Vestgrænsen: Det store Hav danner Grænse til tværs over for det Sted, hvor Vejen går til Hamat. Det er Vestgrænsen.
21 ଏହିରୂପେ ତୁମ୍ଭେମାନେ ଇସ୍ରାଏଲର ଗୋଷ୍ଠୀ ଅନୁସାରେ ଆପଣାମାନଙ୍କ ମଧ୍ୟରେ ଏହି ଦେଶ ବିଭାଗ କରିବ।
Dette Land skal I udskifte iblandt eder efter Israels Stammer;
22 ପୁଣି, ତୁମ୍ଭେମାନେ ଆପଣାମାନଙ୍କର ଓ ଯେଉଁ ବିଦେଶୀ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସ କରନ୍ତି ଓ ତୁମ୍ଭମାନଙ୍କ ମଧ୍ୟରେ ସନ୍ତାନସନ୍ତତି ଉତ୍ପନ୍ନ କରିବେ, ସେମାନଙ୍କର ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ; ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଇସ୍ରାଏଲ-ସନ୍ତାନଗଣର ମଧ୍ୟରେ ଗୃହଜାତ ସନ୍ତାନଗଣର ତୁଲ୍ୟ ହେବେ; ସେମାନେ ତୁମ୍ଭମାନଙ୍କର ସହିତ ଇସ୍ରାଏଲର ଗୋଷ୍ଠୀଗଣ ମଧ୍ୟରେ ଉତ୍ତରାଧିକାର ପ୍ରାପ୍ତ ହେବେ।
I skal ved Lodkastning udskifte det som Arvelod mellem eder og de fremmede, som bor iblandt eder og der har avlet Sønner og Døtre; de skal være eder som ind fødte Israeliter og kaste Lod med eder om Arvelod blandt Israels Stammer.
23 ଆଉ, ବିଦେଶୀୟ ଲୋକ ଯେଉଁ ଗୋଷ୍ଠୀ ମଧ୍ୟରେ ପ୍ରବାସ କରେ, ସେହି ସ୍ଥାନରେ ତୁମ୍ଭେମାନେ ତାହାକୁ ଅଧିକାର ଦେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
I den Stamme, hvor den fremmede bor, skal I give ham hans Arvelod, lyder det fra den Herre HERREN.