< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 47 >

1 ଏଥିଉତ୍ତାରେ ସେ ମୋତେ ଫେରାଇ ଗୃହର ଦ୍ୱାର ନିକଟକୁ ଆଣିଲେ; ଆଉ ଦେଖ, ଗୃହ-ପ୍ରବେଶ ସ୍ଥାନର ତଳରୁ ଜଳ ନିର୍ଗତ ହୋଇ ପୂର୍ବ ଦିଗରେ ବହିଲା, କାରଣ ଗୃହର ଅଗ୍ରଭାଗ ପୂର୍ବାଭିମୁଖ ଥିଲା; ଆଉ, ସେହି ଜଳ ତଳରୁ ଗୃହର ଦକ୍ଷିଣ ପାର୍ଶ୍ୱ ଦେଇ ଯଜ୍ଞବେଦିର ଦକ୍ଷିଣ ଦିଗରେ ବହିଲା।
Mutumin ya komo da ni zuwa mashigin haikalin, sai na kuwa ga ruwa yana malalowa daga ƙarƙashin madogarar ƙofar haikalin wajen gabas (gama haikalin yana fuskantar gabas). Ruwan yana malalowa daga ƙarƙashin gefen kudun haikalin, kudu da bagaden.
2 ତେବେ ସେ ମୋତେ ଉତ୍ତର ଦ୍ୱାରର ପଥ ଦେଇ ବାହାର କରାଇ ଆଣିଲେ, ଆଉ ବାହାର ପଥ ଦେଇ ବୁଲାଇ ପୂର୍ବାଭିମୁଖ ଦ୍ୱାରର ପଥ ଦେଇ ବାହାର ଦ୍ୱାରକୁ ନେଇଗଲେ; ଆଉ ଦେଖ, ସେହି ସ୍ଥାନରେ ଦକ୍ଷିଣ ପାର୍ଶ୍ୱରେ ଜଳ ବହୁଥିଲା।
Sai ya fitar da ni ta ƙofar arewa ya kewaye da ni ta waje zuwa ƙofar da take waje mai fuskantar gabas, ruwan kuwa yana malalowa daga wajen kudu.
3 ସେହି ବ୍ୟକ୍ତି ଯେତେବେଳେ ପରିମାପକ ରଜ୍ଜୁ ଆପଣା ହସ୍ତରେ ଧରି ପୂର୍ବ ଆଡ଼େ ବାହାରିଲେ, ସେତେବେଳେ ସେ ଏକ ହଜାର ହାତ ମାପିଲେ, ପୁଣି, ମୋତେ ଜଳ ମଧ୍ୟଦେଇ ଗମନ କରାଇଲେ, ଜଳ ବଳାଗଣ୍ଠି ପର୍ଯ୍ୟନ୍ତ ହେଲା।
Yayinda mutumin ya yi wajen gabas da karan awo a hannunsa, sai ya auna kamu dubu ya kuma bi da ni ta ruwan da zurfinsa ya kama ni a idon ƙafa.
4 ପୁନର୍ବାର ସେ ଏକ ହଜାର ହାତ ମାପିଲେ ଓ ମୋତେ ଜଳ ମଧ୍ୟଦେଇ ଗମନ କରାଇଲେ, ଜଳ ଆଣ୍ଠୁ ପର୍ଯ୍ୟନ୍ତ ହେଲା। ପୁନର୍ବାର ସେ ଏକ ହଜାର ହାତ ମାପିଲେ, ଜଳ ମଧ୍ୟଦେଇ ମୋତେ ଗମନ କରାଇଲେ, ଜଳ କଟି ପର୍ଯ୍ୟନ୍ତ ହେଲା।
Ya auna wani kamu dubu ya kuma bi da ni a ruwan da zurfinsa ya kai ni gwiwa. Ya sāke auna kamu dubu ya kuma bi da ni a ruwan da zurfinsa kama ni a gindi.
5 ତହିଁ ଉତ୍ତାରେ ସେ ଏକ ହଜାର ହାତ ମାପିଲେ; ସେତେବେଳେ ତାହା ଗୋଟିଏ ନଦୀ ହେଲା, ମୁଁ ତହିଁ ମଧ୍ୟଦେଇ ଗମନ କରି ପାରିଲି ନାହିଁ, କାରଣ ଜଳ ବଢ଼ି ଉଠିଥିଲା, ତାହା ପହଁରିବା ଭଳି ଜଳ, ପାର ହେବାକୁ ଅଗମ୍ୟ ନଦୀ ହୋଇଥିଲା।
Ya auna wani kamu dubu, amma a yanzu ruwan ya zama kogin da ban iya hayewa ba, domin ruwan ya taso ya kuma yi zurfin da ya isa a yi iyo a ciki, kogin da ba za a iya hayewa ba.
6 ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ?” ତହିଁରେ ସେ ମୋତେ ଫେରାଇ ନଦୀତୀରକୁ ଆଣିଲେ।
Sai ya ce mini, “Ɗan mutum, ka ga wannan?” Sa’an nan ya komo da ni zuwa bakin kogin.
7 ମୁଁ ଫେରି ଆସିଲା ବେଳେ ଦେଖ, ନଦୀତୀରର ଏପାଖରେ ଓ ସେପାଖରେ ଅନେକ ଅନେକ ବୃକ୍ଷ ଥିଲା।
Sa’ad da na iso can, sai na ga itatuwa masu yawa a kowane gefen kogin.
8 ତହିଁରେ ସେ ମୋତେ କହିଲେ, “ଏହି ଜଳସବୁ ପୂର୍ବ ଅଞ୍ଚଳ ଆଡ଼େ ବହୁଅଛି ଓ ତାହା ଗଡ଼ି ଆରବାକୁ ଯିବ; ଆଉ, ତାହା ସମୁଦ୍ର ଆଡ଼କୁ ଯିବ; ଯେଉଁ ଜଳସବୁ ନିର୍ଗତ ହେଲା, ତାହାସବୁ ସମୁଦ୍ରରେ ପ୍ରବେଶ କରିବ; ତହୁଁ ସେ ଜଳ ଉତ୍ତମ ହେବ।
Sai ya ce mini, “Wannan ruwa yana malalowa zuwa yankin gabas ya kuma gangaro zuwa cikin Araba, inda zai shiga Teku. Sa’ad da ya shiga cikin Tekun sai ruwan a can ya zama mai daɗi.
9 ପୁଣି, ଏହି ନଦୀସବୁ ଯେସକଳ ସ୍ଥାନ ଦେଇ ବହିବ, ସେସ୍ଥାନସ୍ଥିତ ବହୁସଂଖ୍ୟକ ଜୀବଜନ୍ତୁ ସବୁ ବଞ୍ଚିବେ ଓ ସେହି ସ୍ଥାନରେ ଅପାର ମତ୍ସ୍ୟ ହେବେ; କାରଣ ଏହିସବୁ ଜଳ ସେସ୍ଥାନକୁ ଆସିଅଛି ଓ ସମୁଦ୍ରର ଜଳ ଉତ୍ତମ ହେବ, ଆଉ ଯେକୌଣସି ସ୍ଥାନ ଦେଇ ଏହି ନଦୀ ବହେ, ସେସ୍ଥାନର ସକଳ ହିଁ ସଞ୍ଜୀବିତ ହେବେ।
Tarin halittu masu rai za su rayu a duk inda ruwan ya malalo. Za a kasance da kifi masu yawa, domin wannan ruwa yana malalowa a can yana kuma mai da ruwan gishiri yă zama ruwa mai daɗi; saboda haka duk inda ruwan ya malalo, kome zai rayu.
10 ଆଉ, ତହିଁ ନିକଟରେ ମତ୍ସ୍ୟଧାରୀମାନେ ଠିଆ ହେବେ; ଐନଗଦୀଠାରୁ ଐନଇଗ୍ଳଇମ୍‍ ପର୍ଯ୍ୟନ୍ତ ଜାଲ ପ୍ରସାରିବାର ସ୍ଥାନ ହେବ ଓ ମତ୍ସ୍ୟସବୁ ସ୍ୱ ସ୍ୱ ଜାତି ଅନୁସାରେ ମହାସମୁଦ୍ରର ମତ୍ସ୍ୟନ୍ୟାୟ ସଂଖ୍ୟାରେ ଅତିଶୟ ହେବେ।
Masunta za su tsaya a gaɓar; daga En Gedi zuwa En Eglayim, za a kasance da wuraren jefa abin kamun kifi. Za a sami kifayen iri-iri, kamar kifaye Bahar Rum.
11 ମାତ୍ର ତହିଁର ପଙ୍କ ସ୍ଥାନ ଓ ଝିଲ ଭୂମିସକଳ ଉତ୍ତମ ହେବ ନାହିଁ; ସେହି ସବୁ ଲବଣ ପାଇଁ ସମର୍ପିତ ହେବ।
Amma fadamun da tafkunan ba za su zama masu daɗi ba; za a bar su a gishirinsu.
12 ଆଉ, ନଦୀ ନିକଟରେ ତହିଁର ତୀର ଉପରେ, ଏପାଖରେ ଓ ସେପାଖରେ ସର୍ବପ୍ରକାର ଭୋଜନାର୍ଥ ଫଳବୃକ୍ଷ ହେବ, ତହିଁର ପତ୍ର ମଳିନ ହେବ ନାହିଁ, କିଅବା ତହିଁର ଫଳର ଅଭାବ ହେବ ନାହିଁ; ସେହି ଜଳସବୁ ପବିତ୍ର ସ୍ଥାନରୁ ନିର୍ଗତ ହେବା ସକାଶୁ ବୃକ୍ଷ ପ୍ରତି ମାସ ନୂତନ ଫଳ ଫଳିବ ଓ ତହିଁର ଫଳ ଆହାରାର୍ଥେ ଓ ତହିଁର ପତ୍ର ଆରୋଗ୍ୟାର୍ଥେ ହେବ।”
’Ya’yan itatuwa na kowane iri za su yi girma a kowane gefen kogin. Ganyayensu ba su bushe ba, ba kuwa za su fasa yin’ya’ya ba. Kowane wata za su ba da’ya’ya domin ruwa daga wuri mai tsarki yana malalo musu.’Ya’yansu za su zama abinci, ganyayensu kuma za su zama magani.”
13 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: “ତୁମ୍ଭେମାନେ ଇସ୍ରାଏଲ ବଂଶର ଦ୍ୱାଦଶ ଗୋଷ୍ଠୀର ଅନୁସାରେ ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ବିଭାଗ କରିବ, ତାହାର ସୀମା ଏହି; ଯୋଷେଫ ଏକରୁ ଅଧିକ ଅଂଶ ପାଇବ।
Ga abin da Ubangiji Mai Iko Duka yana cewa, “Waɗannan su ne iyakokin da za ku raba ƙasar gādo cikin kabilan Isra’ila goma sha biyu, da rabo biyu don Yusuf.
14 ଆଉ, ତୁମ୍ଭମାନଙ୍କର ଏକ ଯେପରି, ଅନ୍ୟ ସେହିପରି, ତାହା ଉତ୍ତରାଧିକାର ରୂପେ ପାଇବ; ତଦ୍‍ବିଷୟରେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ତାହା ଦେବା ପାଇଁ ଆମ୍ଭେ ଆପଣା ହସ୍ତ ଉଠାଇଲୁ ଓ ଏହି ଦେଶ ଉତ୍ତରାଧିକାର ନିମନ୍ତେ ତୁମ୍ଭମାନଙ୍କର ହେବ।
Za ku raba ta daidai a cikinsu. Gama na ɗaga hannu na rantse zan ba da ita ga kakanninku, wannan ƙasa za tă zama gādonku.
15 ପୁଣି, ଦେଶର ସୀମା ଏହି ହେବ; ଉତ୍ତର ଦିଗରେ, ହିତ୍‍ଲୋନ ପଥ ନିକଟସ୍ଥ ମହାସମୁଦ୍ରଠାରୁ ସଦାଦ୍‍ର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ;
“Wannan ce za tă zama iyakar ƙasa. “A wajen arewa za tă fara daga Bahar Rum ta hanyar Hetlon ta wuce Lebo Hamat zuwa Zedad,
16 ହମାତ୍‍, ବରୋଥା, ଦମ୍ମେଶକର ଓ ହମାତ୍‍ର ସୀମାର ମଧ୍ୟସ୍ଥିତ ସିବ୍ରୟିମ; ହୌରଣର ସୀମା ନିକଟସ୍ଥ ହତ୍‍ତ୍ସରହତ୍ତୀକୋନ୍‍।
Berota da Sibrayim (wadda take a iyaka tsakanin Damaskus da Hamat), har zuwa Hazer-Hattikon, wadda take a iyakar Hauran.
17 ପୁଣି, ସମୁଦ୍ରଠାରୁ ସୀମା ଦମ୍ମେଶକ ସୀମା ନିକଟସ୍ଥ ହତ୍‍ସର-ଐନନ୍‍ ହେବ, ଆଉ ଉତ୍ତର ଦିଗରେ ଉତ୍ତରରେ ହମାତ୍‍ର ସୀମା। ଏହା ଉତ୍ତର ସୀମା।
Iyakar za tă miƙe daga teku zuwa Hazar-Enon, ta iyakar Damaskus, da iyakar Hamat a arewa. Wannan ita ce iyakar a wajen arewa.
18 ଆଉ, ପୂର୍ବ ଦିଗରେ ହୌରଣ, ଦମ୍ମେଶକ ଓ ଗିଲୀୟଦ, ଆଉ ଇସ୍ରାଏଲ ଦେଶର ମଧ୍ୟବର୍ତ୍ତୀ ଯର୍ଦ୍ଦନ ହେବ; ତୁମ୍ଭେମାନେ ଉତ୍ତର ସୀମାରୁ ପୂର୍ବ ସମୁଦ୍ର ପର୍ଯ୍ୟନ୍ତ ମାପିବ। ଏହା ପୂର୍ବ ସୀମା।
A wajen gabas iyakar za tă kama tsakanin Hauran da Damaskus, ta bi ta Urdun tsakanin Gileyad da ƙasar Isra’ila, zuwa tekun gabas har zuwa Tamar. Wannan ita ce iyakar a wajen gabas.
19 ଆଉ, ଦକ୍ଷିଣ ଦିଗରେ ଦକ୍ଷିଣ ସୀମା ତାମରଠାରୁ ମରୀବତ୍‍-କାଦେଶସ୍ଥ ଜଳ, ମିସରର ସ୍ରୋତୋମାର୍ଗ ଓ ମହାସମୁଦ୍ର ପର୍ଯ୍ୟନ୍ତ ହେବ। ଏହା ଦକ୍ଷିଣ ଦିଗର ଦକ୍ଷିଣ ସୀମା।
A wajen kudu za tă fara daga Tamar har zuwa ruwan Meriba Kadesh, sa’an nan ta bi Rafin Masar zuwa Bahar Rum. Wannan ita ce iyakar a wajen kudu.
20 ପୁଣି, ଦକ୍ଷିଣ ସୀମାଠାରୁ ହମାତ୍‍ର ସମ୍ମୁଖ ସ୍ଥାନ ପର୍ଯ୍ୟନ୍ତ ମହାସମୁଦ୍ର ପଶ୍ଚିମ ସୀମା ହେବ। ଏହା ପଶ୍ଚିମ ସୀମା।
A wajen yamma, Bahar Rum ne zai zama iyakar zuwa wani wuri ɗaura da Lebo Hamat. Wannan ita ce iyakar a wajen yamma.
21 ଏହିରୂପେ ତୁମ୍ଭେମାନେ ଇସ୍ରାଏଲର ଗୋଷ୍ଠୀ ଅନୁସାରେ ଆପଣାମାନଙ୍କ ମଧ୍ୟରେ ଏହି ଦେଶ ବିଭାଗ କରିବ।
“Za ku rarraba wannan ƙasa a tsakaninku bisa ga kabilan Isra’ila.
22 ପୁଣି, ତୁମ୍ଭେମାନେ ଆପଣାମାନଙ୍କର ଓ ଯେଉଁ ବିଦେଶୀ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସ କରନ୍ତି ଓ ତୁମ୍ଭମାନଙ୍କ ମଧ୍ୟରେ ସନ୍ତାନସନ୍ତତି ଉତ୍ପନ୍ନ କରିବେ, ସେମାନଙ୍କର ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ; ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଇସ୍ରାଏଲ-ସନ୍ତାନଗଣର ମଧ୍ୟରେ ଗୃହଜାତ ସନ୍ତାନଗଣର ତୁଲ୍ୟ ହେବେ; ସେମାନେ ତୁମ୍ଭମାନଙ୍କର ସହିତ ଇସ୍ରାଏଲର ଗୋଷ୍ଠୀଗଣ ମଧ୍ୟରେ ଉତ୍ତରାଧିକାର ପ୍ରାପ୍ତ ହେବେ।
Za ku raba ta kamar gādo wa kanku da kuma wa baƙin da suka zauna a cikinku waɗanda suke da’ya’ya. Za ku ɗauka su kamar’yan ƙasa haifaffun Isra’ilawa; za su yi gādo tare da ku a cikin kabilan Isra’ila.
23 ଆଉ, ବିଦେଶୀୟ ଲୋକ ଯେଉଁ ଗୋଷ୍ଠୀ ମଧ୍ୟରେ ପ୍ରବାସ କରେ, ସେହି ସ୍ଥାନରେ ତୁମ୍ଭେମାନେ ତାହାକୁ ଅଧିକାର ଦେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
A duk kabilar da baƙon yake zama, a can za ku ba shi gādonsa,” in ji Ubangiji Mai Iko Duka.

< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 47 >