< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 47 >

1 ଏଥିଉତ୍ତାରେ ସେ ମୋତେ ଫେରାଇ ଗୃହର ଦ୍ୱାର ନିକଟକୁ ଆଣିଲେ; ଆଉ ଦେଖ, ଗୃହ-ପ୍ରବେଶ ସ୍ଥାନର ତଳରୁ ଜଳ ନିର୍ଗତ ହୋଇ ପୂର୍ବ ଦିଗରେ ବହିଲା, କାରଣ ଗୃହର ଅଗ୍ରଭାଗ ପୂର୍ବାଭିମୁଖ ଥିଲା; ଆଉ, ସେହି ଜଳ ତଳରୁ ଗୃହର ଦକ୍ଷିଣ ପାର୍ଶ୍ୱ ଦେଇ ଯଜ୍ଞବେଦିର ଦକ୍ଷିଣ ଦିଗରେ ବହିଲା।
फिर वह पुरुष मुझे भवन के द्वार पर लौटा ले गया; और भवन की डेवढ़ी के नीचे से एक सोता निकलकर पूर्व की ओर बह रहा था। भवन का द्वार तो पूर्वमुखी था, और सोता भवन के पूर्व और वेदी के दक्षिण, नीचे से निकलता था।
2 ତେବେ ସେ ମୋତେ ଉତ୍ତର ଦ୍ୱାରର ପଥ ଦେଇ ବାହାର କରାଇ ଆଣିଲେ, ଆଉ ବାହାର ପଥ ଦେଇ ବୁଲାଇ ପୂର୍ବାଭିମୁଖ ଦ୍ୱାରର ପଥ ଦେଇ ବାହାର ଦ୍ୱାରକୁ ନେଇଗଲେ; ଆଉ ଦେଖ, ସେହି ସ୍ଥାନରେ ଦକ୍ଷିଣ ପାର୍ଶ୍ୱରେ ଜଳ ବହୁଥିଲା।
तब वह मुझे उत्तर के फाटक से होकर बाहर ले गया, और बाहर-बाहर से घुमाकर बाहरी अर्थात् पूर्वमुखी फाटक के पास पहुँचा दिया; और दक्षिणी ओर से जल पसीजकर बह रहा था।
3 ସେହି ବ୍ୟକ୍ତି ଯେତେବେଳେ ପରିମାପକ ରଜ୍ଜୁ ଆପଣା ହସ୍ତରେ ଧରି ପୂର୍ବ ଆଡ଼େ ବାହାରିଲେ, ସେତେବେଳେ ସେ ଏକ ହଜାର ହାତ ମାପିଲେ, ପୁଣି, ମୋତେ ଜଳ ମଧ୍ୟଦେଇ ଗମନ କରାଇଲେ, ଜଳ ବଳାଗଣ୍ଠି ପର୍ଯ୍ୟନ୍ତ ହେଲା।
जब वह पुरुष हाथ में मापने की डोरी लिए हुए पूर्व की ओर निकला, तब उसने भवन से लेकर, हजार हाथ तक उस सोते को मापा, और मुझे जल में से चलाया, और जल टखनों तक था।
4 ପୁନର୍ବାର ସେ ଏକ ହଜାର ହାତ ମାପିଲେ ଓ ମୋତେ ଜଳ ମଧ୍ୟଦେଇ ଗମନ କରାଇଲେ, ଜଳ ଆଣ୍ଠୁ ପର୍ଯ୍ୟନ୍ତ ହେଲା। ପୁନର୍ବାର ସେ ଏକ ହଜାର ହାତ ମାପିଲେ, ଜଳ ମଧ୍ୟଦେଇ ମୋତେ ଗମନ କରାଇଲେ, ଜଳ କଟି ପର୍ଯ୍ୟନ୍ତ ହେଲା।
उसने फिर हजार हाथ मापकर मुझे जल में से चलाया, और जल घुटनों तक था, फिर और हजार हाथ मापकर मुझे जल में से चलाया, और जल कमर तक था।
5 ତହିଁ ଉତ୍ତାରେ ସେ ଏକ ହଜାର ହାତ ମାପିଲେ; ସେତେବେଳେ ତାହା ଗୋଟିଏ ନଦୀ ହେଲା, ମୁଁ ତହିଁ ମଧ୍ୟଦେଇ ଗମନ କରି ପାରିଲି ନାହିଁ, କାରଣ ଜଳ ବଢ଼ି ଉଠିଥିଲା, ତାହା ପହଁରିବା ଭଳି ଜଳ, ପାର ହେବାକୁ ଅଗମ୍ୟ ନଦୀ ହୋଇଥିଲା।
तब फिर उसने एक हजार हाथ मापे, और ऐसी नदी हो गई जिसके पार मैं न जा सका, क्योंकि जल बढ़कर तैरने के योग्य था; अर्थात् ऐसी नदी थी जिसके पार कोई न जा सकता था।
6 ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ?” ତହିଁରେ ସେ ମୋତେ ଫେରାଇ ନଦୀତୀରକୁ ଆଣିଲେ।
तब उसने मुझसे पूछा, “हे मनुष्य के सन्तान, क्या तूने यह देखा है?” फिर उसने मुझे नदी के किनारे-किनारे लौटाकर पहुँचा दिया।
7 ମୁଁ ଫେରି ଆସିଲା ବେଳେ ଦେଖ, ନଦୀତୀରର ଏପାଖରେ ଓ ସେପାଖରେ ଅନେକ ଅନେକ ବୃକ୍ଷ ଥିଲା।
लौटकर मैंने क्या देखा, कि नदी के दोनों तटों पर बहुत से वृक्ष हैं।
8 ତହିଁରେ ସେ ମୋତେ କହିଲେ, “ଏହି ଜଳସବୁ ପୂର୍ବ ଅଞ୍ଚଳ ଆଡ଼େ ବହୁଅଛି ଓ ତାହା ଗଡ଼ି ଆରବାକୁ ଯିବ; ଆଉ, ତାହା ସମୁଦ୍ର ଆଡ଼କୁ ଯିବ; ଯେଉଁ ଜଳସବୁ ନିର୍ଗତ ହେଲା, ତାହାସବୁ ସମୁଦ୍ରରେ ପ୍ରବେଶ କରିବ; ତହୁଁ ସେ ଜଳ ଉତ୍ତମ ହେବ।
तब उसने मुझसे कहा, “यह सोता पूर्वी देश की ओर बह रहा है, और अराबा में उतरकर ताल की ओर बहेगा; और यह भवन से निकला हुआ सीधा ताल में मिल जाएगा; और उसका जल मीठा हो जाएगा।
9 ପୁଣି, ଏହି ନଦୀସବୁ ଯେସକଳ ସ୍ଥାନ ଦେଇ ବହିବ, ସେସ୍ଥାନସ୍ଥିତ ବହୁସଂଖ୍ୟକ ଜୀବଜନ୍ତୁ ସବୁ ବଞ୍ଚିବେ ଓ ସେହି ସ୍ଥାନରେ ଅପାର ମତ୍ସ୍ୟ ହେବେ; କାରଣ ଏହିସବୁ ଜଳ ସେସ୍ଥାନକୁ ଆସିଅଛି ଓ ସମୁଦ୍ରର ଜଳ ଉତ୍ତମ ହେବ, ଆଉ ଯେକୌଣସି ସ୍ଥାନ ଦେଇ ଏହି ନଦୀ ବହେ, ସେସ୍ଥାନର ସକଳ ହିଁ ସଞ୍ଜୀବିତ ହେବେ।
जहाँ-जहाँ यह नदी बहे, वहाँ-वहाँ सब प्रकार के बहुत अण्डे देनेवाले जीवजन्तु जीएँगे और मछलियाँ भी बहुत हो जाएँगी; क्योंकि इस सोते का जल वहाँ पहुँचा है, और ताल का जल मीठा हो जाएगा; और जहाँ कहीं यह नदी पहुँचेगी वहाँ सब जन्तु जीएँगे।
10 ଆଉ, ତହିଁ ନିକଟରେ ମତ୍ସ୍ୟଧାରୀମାନେ ଠିଆ ହେବେ; ଐନଗଦୀଠାରୁ ଐନଇଗ୍ଳଇମ୍‍ ପର୍ଯ୍ୟନ୍ତ ଜାଲ ପ୍ରସାରିବାର ସ୍ଥାନ ହେବ ଓ ମତ୍ସ୍ୟସବୁ ସ୍ୱ ସ୍ୱ ଜାତି ଅନୁସାରେ ମହାସମୁଦ୍ରର ମତ୍ସ୍ୟନ୍ୟାୟ ସଂଖ୍ୟାରେ ଅତିଶୟ ହେବେ।
१०ताल के तट पर मछुए खड़े रहेंगे, और एनगदी से लेकर एनएगलैम तक वे जाल फैलाए जाएँगे, और उन्हें महासागर की सी भाँति-भाँति की अनगिनत मछलियाँ मिलेंगी।
11 ମାତ୍ର ତହିଁର ପଙ୍କ ସ୍ଥାନ ଓ ଝିଲ ଭୂମିସକଳ ଉତ୍ତମ ହେବ ନାହିଁ; ସେହି ସବୁ ଲବଣ ପାଇଁ ସମର୍ପିତ ହେବ।
११परन्तु ताल के पास जो दलदल और गड्ढे हैं, उनका जल मीठा न होगा; वे खारे ही रहेंगे।
12 ଆଉ, ନଦୀ ନିକଟରେ ତହିଁର ତୀର ଉପରେ, ଏପାଖରେ ଓ ସେପାଖରେ ସର୍ବପ୍ରକାର ଭୋଜନାର୍ଥ ଫଳବୃକ୍ଷ ହେବ, ତହିଁର ପତ୍ର ମଳିନ ହେବ ନାହିଁ, କିଅବା ତହିଁର ଫଳର ଅଭାବ ହେବ ନାହିଁ; ସେହି ଜଳସବୁ ପବିତ୍ର ସ୍ଥାନରୁ ନିର୍ଗତ ହେବା ସକାଶୁ ବୃକ୍ଷ ପ୍ରତି ମାସ ନୂତନ ଫଳ ଫଳିବ ଓ ତହିଁର ଫଳ ଆହାରାର୍ଥେ ଓ ତହିଁର ପତ୍ର ଆରୋଗ୍ୟାର୍ଥେ ହେବ।”
१२नदी के दोनों किनारों पर भाँति-भाँति के खाने योग्य फलदाई वृक्ष उपजेंगे, जिनके पत्ते न मुर्झाएँगे और उनका फलना भी कभी बन्द न होगा, क्योंकि नदी का जल पवित्रस्थान से निकला है। उनमें महीने-महीने, नये-नये फल लगेंगे। उनके फल तो खाने के, और पत्ते औषधि के काम आएँगे।”
13 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: “ତୁମ୍ଭେମାନେ ଇସ୍ରାଏଲ ବଂଶର ଦ୍ୱାଦଶ ଗୋଷ୍ଠୀର ଅନୁସାରେ ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ବିଭାଗ କରିବ, ତାହାର ସୀମା ଏହି; ଯୋଷେଫ ଏକରୁ ଅଧିକ ଅଂଶ ପାଇବ।
१३परमेश्वर यहोवा यह कहता है: “जिस सीमा के भीतर तुम को यह देश अपने बारहों गोत्रों के अनुसार बाँटना पड़ेगा, वह यह है: यूसुफ को दो भाग मिलें।
14 ଆଉ, ତୁମ୍ଭମାନଙ୍କର ଏକ ଯେପରି, ଅନ୍ୟ ସେହିପରି, ତାହା ଉତ୍ତରାଧିକାର ରୂପେ ପାଇବ; ତଦ୍‍ବିଷୟରେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ତାହା ଦେବା ପାଇଁ ଆମ୍ଭେ ଆପଣା ହସ୍ତ ଉଠାଇଲୁ ଓ ଏହି ଦେଶ ଉତ୍ତରାଧିକାର ନିମନ୍ତେ ତୁମ୍ଭମାନଙ୍କର ହେବ।
१४उसे तुम एक दूसरे के समान निज भाग में पाओगे, क्योंकि मैंने शपथ खाई कि उसे तुम्हारे पितरों को दूँगा, इसलिए यह देश तुम्हारा निज भाग ठहरेगा।
15 ପୁଣି, ଦେଶର ସୀମା ଏହି ହେବ; ଉତ୍ତର ଦିଗରେ, ହିତ୍‍ଲୋନ ପଥ ନିକଟସ୍ଥ ମହାସମୁଦ୍ରଠାରୁ ସଦାଦ୍‍ର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ;
१५“देश की सीमा यह हो, अर्थात् उत्तर ओर की सीमा महासागर से लेकर हेतलोन के पास से सदाद की घाटी तक पहुँचे,
16 ହମାତ୍‍, ବରୋଥା, ଦମ୍ମେଶକର ଓ ହମାତ୍‍ର ସୀମାର ମଧ୍ୟସ୍ଥିତ ସିବ୍ରୟିମ; ହୌରଣର ସୀମା ନିକଟସ୍ଥ ହତ୍‍ତ୍ସରହତ୍ତୀକୋନ୍‍।
१६और उस सीमा के पास हमात बेरोता, और सिब्रैम जो दमिश्क और हमात की सीमाओं के बीच में है, और हसर्हत्तीकोन तक, जो हौरान की सीमा पर है।
17 ପୁଣି, ସମୁଦ୍ରଠାରୁ ସୀମା ଦମ୍ମେଶକ ସୀମା ନିକଟସ୍ଥ ହତ୍‍ସର-ଐନନ୍‍ ହେବ, ଆଉ ଉତ୍ତର ଦିଗରେ ଉତ୍ତରରେ ହମାତ୍‍ର ସୀମା। ଏହା ଉତ୍ତର ସୀମା।
१७यह सीमा समुद्र से लेकर दमिश्क की सीमा के पास के हसरेनोन तक पहुँचे, और उसकी उत्तरी ओर हमात हो। उत्तर की सीमा यही हो।
18 ଆଉ, ପୂର୍ବ ଦିଗରେ ହୌରଣ, ଦମ୍ମେଶକ ଓ ଗିଲୀୟଦ, ଆଉ ଇସ୍ରାଏଲ ଦେଶର ମଧ୍ୟବର୍ତ୍ତୀ ଯର୍ଦ୍ଦନ ହେବ; ତୁମ୍ଭେମାନେ ଉତ୍ତର ସୀମାରୁ ପୂର୍ବ ସମୁଦ୍ର ପର୍ଯ୍ୟନ୍ତ ମାପିବ। ଏହା ପୂର୍ବ ସୀମା।
१८पूर्वी सीमा जिसकी एक ओर हौरान दमिश्क; और यरदन की ओर गिलाद और इस्राएल का देश हो; उत्तरी सीमा से लेकर पूर्वी ताल तक उसे मापना। पूर्वी सीमा तो यही हो।
19 ଆଉ, ଦକ୍ଷିଣ ଦିଗରେ ଦକ୍ଷିଣ ସୀମା ତାମରଠାରୁ ମରୀବତ୍‍-କାଦେଶସ୍ଥ ଜଳ, ମିସରର ସ୍ରୋତୋମାର୍ଗ ଓ ମହାସମୁଦ୍ର ପର୍ଯ୍ୟନ୍ତ ହେବ। ଏହା ଦକ୍ଷିଣ ଦିଗର ଦକ୍ଷିଣ ସୀମା।
१९दक्षिणी सीमा तामार से लेकर मरीबा-कादेश नामक सोते तक अर्थात् मिस्र के नाले तक, और महासागर तक पहुँचे। दक्षिणी सीमा यही हो।
20 ପୁଣି, ଦକ୍ଷିଣ ସୀମାଠାରୁ ହମାତ୍‍ର ସମ୍ମୁଖ ସ୍ଥାନ ପର୍ଯ୍ୟନ୍ତ ମହାସମୁଦ୍ର ପଶ୍ଚିମ ସୀମା ହେବ। ଏହା ପଶ୍ଚିମ ସୀମା।
२०पश्चिमी सीमा दक्षिणी सीमा से लेकर हमात की घाटी के सामने तक का महासागर हो। पश्चिमी सीमा यही हो।
21 ଏହିରୂପେ ତୁମ୍ଭେମାନେ ଇସ୍ରାଏଲର ଗୋଷ୍ଠୀ ଅନୁସାରେ ଆପଣାମାନଙ୍କ ମଧ୍ୟରେ ଏହି ଦେଶ ବିଭାଗ କରିବ।
२१“इस प्रकार देश को इस्राएल के गोत्रों के अनुसार आपस में बाँट लेना।
22 ପୁଣି, ତୁମ୍ଭେମାନେ ଆପଣାମାନଙ୍କର ଓ ଯେଉଁ ବିଦେଶୀ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସ କରନ୍ତି ଓ ତୁମ୍ଭମାନଙ୍କ ମଧ୍ୟରେ ସନ୍ତାନସନ୍ତତି ଉତ୍ପନ୍ନ କରିବେ, ସେମାନଙ୍କର ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ; ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଇସ୍ରାଏଲ-ସନ୍ତାନଗଣର ମଧ୍ୟରେ ଗୃହଜାତ ସନ୍ତାନଗଣର ତୁଲ୍ୟ ହେବେ; ସେମାନେ ତୁମ୍ଭମାନଙ୍କର ସହିତ ଇସ୍ରାଏଲର ଗୋଷ୍ଠୀଗଣ ମଧ୍ୟରେ ଉତ୍ତରାଧିକାର ପ୍ରାପ୍ତ ହେବେ।
२२इसको आपस में और उन परदेशियों के साथ बाँट लेना, जो तुम्हारे बीच रहते हुए बालकों को जन्माएँ। वे तुम्हारी दृष्टि में देशी इस्राएलियों के समान ठहरें, और तुम्हारे गोत्रों के बीच अपना-अपना भाग पाएँ।
23 ଆଉ, ବିଦେଶୀୟ ଲୋକ ଯେଉଁ ଗୋଷ୍ଠୀ ମଧ୍ୟରେ ପ୍ରବାସ କରେ, ସେହି ସ୍ଥାନରେ ତୁମ୍ଭେମାନେ ତାହାକୁ ଅଧିକାର ଦେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
२३जो परदेशी जिस गोत्र के देश में रहता हो, उसको वहीं भाग देना, परमेश्वर यहोवा की यही वाणी है।

< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 47 >