< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 48 >

1 ଗୋଷ୍ଠୀବର୍ଗଙ୍କର ଏହି ଏହି ନାମ: ହମାତ୍‍ର ପ୍ରବେଶ ସ୍ଥାନକୁ ଯିବାର ହିତ୍‍ଲୋନର ପଥ ନିକଟସ୍ଥ ଉତ୍ତର ପ୍ରାନ୍ତ ସୀମାଠାରୁ ଦମ୍ମେଶକର ସୀମା ନିକଟସ୍ଥ ହତ୍‍ସର-ଐନନ୍‍, ହମାତ୍‍ ପାର୍ଶ୍ୱସ୍ଥ ଉତ୍ତର ଦିଗ ପର୍ଯ୍ୟନ୍ତ; ଆଉ, ତହିଁର ପୂର୍ବ ଓ ପଶ୍ଚିମ ସୀମା ହେବ; ଦାନ୍, ଏକ ଅଂଶ।
イスラエルの部族の名は次のとおりである。北の果からヘテロンの道を経て、ハマテの入口に至り、ハマテに相対するダマスコの北の境にあるハザル・エノンに及び、東の方から西の方へのびる地方、これがダンの分である。
2 ଆଉ, ଦାନ୍‍ର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଆଶେର, ଏକ ଅଂଶ।
ダンの領地に沿って、東の方から西の方へのびる地方、これがアセルの分である。
3 ପୁଣି, ଆଶେରର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ନପ୍ତାଲି, ଏକ ଅଂଶ
アセルの領地に沿って、東の方から西の方へのびる地方、これがナフタリの分である。
4 ଓ ନପ୍ତାଲିର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ମନଃଶି, ଏକ ଅଂଶ।
ナフタリの領地に沿って、東の方から西の方へのびる地方、これがマナセの分である。
5 ଆଉ, ମନଃଶିର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଇଫ୍ରୟିମ, ଏକ ଅଂଶ।
マナセの領地に沿って、東の方から西の方へのびる地方、これがエフライムの分である。
6 ଇଫ୍ରୟିମର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ରୁବେନ୍‍, ଏକ ଅଂଶ।
エフライムの領地に沿って、東の方から西の方へのびる地方、これがルベンの分である。
7 ଆଉ, ରୁବେନ୍‍ର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଯିହୁଦା, ଏକ ଅଂଶ।
ルベンの領地に沿って、東の方から西の方へのびる地方、これがユダの分である。
8 ପୁଣି, ଯିହୁଦାର ସୀମା ନିକଟରେ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଦତ୍ତ ଉପହାର ଭୂମି ରହିବ, ତାହା ପ୍ରସ୍ଥରେ ପଚିଶ ହଜାର ଦଣ୍ଡ ଓ ପୂର୍ବଠାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ ଦୀର୍ଘତାରେ ଅନ୍ୟାନ୍ୟ ଅଂଶର ସମାନ ହେବ; ପୁଣି, ତହିଁର ମଧ୍ୟସ୍ଥାନରେ ଧର୍ମଧାମ ହେବ।
ユダの領地に沿って、東の方から西の方へのびる地方は、あなたがたのささげる献納地とせよ。その幅は二万五千キュビト、その東の方から西の方へのびる長さは、部族の一つの分に同じで、聖所はその中にある。
9 ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଭୂମି ନିବେଦନ କରିବ, ତାହା ଦୀର୍ଘରେ ପଚିଶ ହଜାର ଓ ପ୍ରସ୍ଥରେ ଦଶ ହଜାର ନଳ ହେବ।
すなわちあなたがたの主にささげる献納地は長さ二万五千キュビト、幅二万キュビトとである。
10 ସେହି ପବିତ୍ର ଉପହାର ଭୂମି ଏମାନଙ୍କ ପାଇଁ, ଅର୍ଥାତ୍‍, ଯାଜକମାନଙ୍କ ପାଇଁ ହେବ; ତାହା ଉତ୍ତର ଆଡ଼େ ପଚିଶ ହଜାର ନଳ ଦୀର୍ଘ ଓ ପଶ୍ଚିମ ଆଡ଼େ ଦଶ ହଜାର ନଳ ପ୍ରସ୍ଥ, ପୂର୍ବ ଆଡ଼େ ଦଶ ହଜାର ନଳ ପ୍ରସ୍ଥ ଓ ଦକ୍ଷିଣ ଆଡ଼େ ପଚିଶ ହଜାର ନଳ ଦୀର୍ଘ ହେବ; ତହିଁର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ଧର୍ମଧାମ ହେବ।
これが祭司への聖なる献納地である。すなわち祭司の分は、北は二万五千キュビト、西は幅一万キュビト、東は幅一万キュビト、南は長さ二万五千キュビトである。主の聖所はその中にある。
11 ତାହା ସାଦୋକର ସନ୍ତାନଗଣ ମଧ୍ୟରୁ ପବିତ୍ରୀକୃତ ଯାଜକମାନଙ୍କ ନିମନ୍ତେ ହେବ, ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିଅଛନ୍ତି; ଇସ୍ରାଏଲର ସନ୍ତାନଗଣ ବିପଥଗାମୀ ହେବା ସମୟରେ ଲେବୀୟମାନେ ଯେପରି ବିପଥଗାମୀ ହେଲେ, ସେମାନେ ସେହିପରି ବିପଥଗାମୀ ହେଲେ ନାହିଁ।
これはイスラエルの人々が迷い出た時、レビびとが迷ったように迷ったことはなく、わが務を守り通したザドクの子孫のうちから、聖別された祭司に属する。
12 ଲେବୀୟମାନଙ୍କ ସୀମା ନିକଟସ୍ଥ ଦେଶର ଉପହାର ଭୂମିରୁ ସେମାନେ ଉପହାର ଭୂମି ପାଇବେ, ତାହା ମହାପବିତ୍ର ହେବ।
このようにレビびとの境に沿って、いと聖なる地、すなわち聖なる献納地が、特別な分として彼らに帰属する。
13 ଆଉ, ଯାଜକମାନଙ୍କର ସୀମାନୁସାରେ, ଲେବୀୟମାନେ ପଚିଶ ହଜାର ନଳ ଦୀର୍ଘ ଓ ଦଶ ହଜାର ନଳ ପ୍ରସ୍ଥ ଭୂମି ପାଇବେ; ସମୁଦାୟ ଭୂମିର ଦୀର୍ଘତା ପଚିଶ ହଜାର ଓ ପ୍ରସ୍ଥ ଦଶ ହଜାର ନଳ ହେବ।
レビびとの分は祭司の所有地の境に沿って、長さ二万五千キュビト、幅一万キュビト、すなわち、そのすべての長さ二万五千キュビト、幅二万キュビトである。
14 ପୁଣି, ସେମାନେ ସେହି ଭୂମିରୁ କିଛି ବିକ୍ରୟ କରିବେ ନାହିଁ; କିଅବା ତାହା ପରିବର୍ତ୍ତନ କରିବେ ନାହିଁ, ଅଥବା ଦେଶର ପ୍ରଥମଜାତ ଫଳ ହସ୍ତାନ୍ତରିତ ହେବ ନାହିଁ; କାରଣ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ।
彼らはこれを売ってはならない、また交換してはならない、またその大事な分を手ばなしてはならない。これは主に属する聖なる物だからである。
15 ଆଉ, ପଚିଶ ହଜାର ନଳ ଭୂମିର ସମ୍ମୁଖରେ ପ୍ରସ୍ଥ ପରିମାଣରେ ଯେଉଁ ପାଞ୍ଚ ହଜାର ନଳ ଅବଶିଷ୍ଟ ରହେ, ତାହା ସାଧାରଣ ବ୍ୟବହାର, ନଗର, ବସତି ସ୍ଥାନ ଓ ତଳଭୂମି ନିମନ୍ତେ ରହିବ ଓ ନଗର ତହିଁ ମଧ୍ୟସ୍ଥାନରେ ହେବ।
その残りの地すなわち幅五千キュビト、長さ二万五千キュビトは町のため、すみかのため、また郊外のための一般人の地所とせよ。町はその中に置け。
16 ପୁଣି, ତହିଁର ପରିମାଣ ଏହିରୂପ ହେବ; ଉତ୍ତର ସୀମା ଚାରି ହଜାର ପାଞ୍ଚ ଶହ ନଳ, ଦକ୍ଷିଣ ସୀମା ଚାରି ହଜାର ପାଞ୍ଚ ଶହ, ପୂର୍ବ ସୀମା ଚାରି ହଜାର ପାଞ୍ଚ ଶହ ଓ ପଶ୍ଚିମ ସୀମା ଚାରି ହଜାର ପାଞ୍ଚ ଶହ ନଳ ହେବ।
一般人の地所の広さは次のとおりである。すなわち北の方四千五百キュビト、南の方四千五百キュビト、東の方四千五百キュビト、西の方四千五百キュビトである。
17 ଆଉ, ନଗରର ତଳଭୂମି ରହିବ; ଉତ୍ତର ଆଡ଼େ ଦୁଇ ଶହ ପଚାଶ ନଳ, ଦକ୍ଷିଣ ଆଡ଼େ ଦୁଇ ଶହ ପଚାଶ, ପୂର୍ବ ଆଡ଼େ ଦୁଇ ଶହ ପଚାଶ ଓ ପଶ୍ଚିମ ଆଡ଼େ ଦୁଇ ଶହ ପଚାଶ ନଳ ଭୂମି ରହିବ।
町は郊外を含む。郊外は北二百五十キュビト、南二百五十キュビト、東二百五十キュビト、西二百五十キュビトである。
18 ପୁଣି, ପବିତ୍ର ଉପହାର ଭୂମି ଦୀର୍ଘତାନୁସାରେ ଯେଉଁ ଅବଶିଷ୍ଟ ଭୂମି, ତାହା ପୂର୍ବ ପ୍ରତି ଦଶ ହଜାର; ପଶ୍ଚିମ ପ୍ରତି ଦଶ ହଜାର ନଳ ହେବ ଓ ତାହା ପବିତ୍ର ଉପହାର ଭୂମିର ସମ୍ମୁଖବର୍ତ୍ତୀ ହେବ ଓ ତଦ୍ୟୁତ୍ପନ୍ନ ଦ୍ରବ୍ୟ ନଗରର ପରିଶ୍ରମକାରୀମାନଙ୍କ ଭକ୍ଷ୍ୟ ନିମନ୍ତେ ହେବ।
聖なる献納地に沿っている残りの地の長さは東へ一万キュビト、西へ一万キュビトである。これは聖なる献納地に沿っており、その産物は町の働き人の食物となる。
19 ଆଉ, ଇସ୍ରାଏଲର ଯାବତୀୟ ଗୋଷ୍ଠୀ ମଧ୍ୟରୁ ନଗରରେ ଶ୍ରମକାରୀମାନେ ତାହା କୃଷି କରିବେ।
町の働き人は、イスラエルのすべての部族から出て、これを耕作するのである。
20 ସମୁଦାୟ ଉପହାର ଭୂମି ପଚିଶ ହଜାର ନଳ ଦୀର୍ଘ ଓ ପଚିଶ ହଜାର ନଳ ପ୍ରସ୍ଥ ହେବ; ତୁମ୍ଭେମାନେ ନଗର ଅଧିକାର ସହିତ ଚତୁଃଷ୍କୋଣ ପବିତ୍ର ଉପହାର ଭୂମି ନିବେଦନ କରିବ।
あなたがたがささげる献納地の全体は二万五千キュビト四方である。これは町の所有地と共に聖なる献納地である。
21 ପୁଣି, ପବିତ୍ର ଉପହାର ଭୂମିର ଓ ନଗର ଅଧିକାରର ଏପାଖରେ ଓ ସେପାଖରେ ଅବଶିଷ୍ଟ ଭୂମି ଅଧିପତିଙ୍କର ହେବ; ଅର୍ଥାତ୍‍, ଅନ୍ୟାନ୍ୟ ଅଂଶର ଅନୁସାରେ ପୂର୍ବ ସୀମା ଆଡ଼େ ପଚିଶ ହଜାର ନଳ ପରିମିତ ଉପହାର ଭୂମିର ସମ୍ମୁଖସ୍ଥ ଭୂମି ଓ ପଶ୍ଚିମ ଦିଗରେ ପଶ୍ଚିମ ଆଡ଼େ ପଚିଶ ହଜାର ନଳ ପରିମିତ ଭୂମିର ସମ୍ମୁଖସ୍ଥ ଭୂମି ଅଧିପତିଙ୍କର ହେବ; ଆଉ, ପବିତ୍ର ଉପହାର ଭୂମି ଓ ଗୃହର ପବିତ୍ର ସ୍ଥାନ ତହିଁର ମଧ୍ୟସ୍ଥିତ ହେବ।
聖なる献納地と町の所有地との、こなたかなたの残りの地は、君たる者に属する。これは聖なる献納地の二万五千キュビトに面して東の境に至り、西はその二万五千キュビトに面して西の境に至り、部族の分に沿うもので、君たる者に属する。聖なる献納地と、宮の聖所とは、その中にある。
22 ଆହୁରି, ଅଧିପତିଙ୍କ ଅଂଶ ମଧ୍ୟସ୍ଥିତ ଲେବୀୟମାନଙ୍କ ଅଧିକାରର ସୀମା ଓ ନଗର ଅଧିକାରର ସୀମାଠାରୁ (ଯେଉଁ ଭୂମି) ଯିହୁଦା ଓ ବିନ୍ୟାମୀନ୍‍ର ସୀମାର ମଧ୍ୟବର୍ତ୍ତୀ ଅଛି, ତାହା ଅଧିପତିଙ୍କ ପାଇଁ ହେବ।
町の所有地は、君たる者に属する部分の中にあり、そして君たる者の分は、ユダの領地と、ベニヤミンの領地との間にある。
23 ଅବଶିଷ୍ଟ ଗୋଷ୍ଠୀମାନଙ୍କ ବିଷୟ: ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ବିନ୍ୟାମୀନ୍‍ର ଏକ ଅଂଶ।
なお残りの部族では東の方から西の方に至る地方、これがベニヤミンの分である。
24 ବିନ୍ୟାମୀନ୍‍ର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଶିମୀୟୋନର ଏକ ଅଂଶ
ベニヤミンの領地に沿って、東の方から西の方に至る地方、これがシメオンの分である。
25 ପୁଣି, ଶିମୀୟୋନର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଇଷାଖରର ଏକ ଅଂଶ।
シメオンの領地に沿って、東の方から西の方に至る地方、これがイッサカルの分である。
26 ଆଉ, ଇଷାଖରର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ସବୂଲୂନର ଏକ ଅଂଶ।
イッサカルの領地に沿って、東の方から西の方に至る地方、これがゼブルンの分である。
27 ସବୂଲୂନର ସୀମା ନିକଟସ୍ଥ ପୂର୍ବ ସୀମାରୁ ପଶ୍ଚିମ ସୀମା ପର୍ଯ୍ୟନ୍ତ; ଗାଦ୍‍ର ଏକ ଅଂଶ।
ゼブルンの領地に沿って、東の方から西の方に至る地方、これがガドの分である。
28 ପୁଣି, ଗାଦ୍‍ର ସୀମା ନିକଟସ୍ଥ ଦକ୍ଷିଣ ଆଡ଼େ ଦକ୍ଷିଣ ସୀମା ନିକଟରେ ତାମରଠାରୁ ମରୀବତ୍‍-କାଦେଶସ୍ଥ ଜଳ ପର୍ଯ୍ୟନ୍ତ, ଅର୍ଥାତ୍‍, ମିସରର ନଦୀ ଓ ମହାସମୁଦ୍ର ପର୍ଯ୍ୟନ୍ତ (ଦେଶର) ସୀମା ହେବ।
南の方はガドの領地に沿って、タマルからメリボテ・カデシの水に至り、そこからエジプトの川に沿って大海に至る。
29 ତୁମ୍ଭେମାନେ ଇସ୍ରାଏଲ ଗୋଷ୍ଠୀଗଣର ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ଗୁଲିବାଣ୍ଟ ଦ୍ୱାରା ବିଭାଗ କରିବ, ତାହା ଏହି ଓ ଏହିସବୁ ସେମାନଙ୍କର ଭିନ୍ନ ଭିନ୍ନ ଅଂଶ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
これはあなたがたが、くじをもってイスラエルの部族のうちに分けて、嗣業とすべき地である。これが彼らの分であると、主なる神は言われる。
30 ଆଉ, ଏହିସବୁ ନଗରର ନିର୍ଗମନ ସ୍ଥାନ ହେବ; ଉତ୍ତର ଆଡ଼େ ଚାରି ହଜାର ପାଞ୍ଚ ଶହ ଦଣ୍ଡ ପରିମିତ ଭୂମି
町の出口は次のとおりである。北の方の長さは四千五百キュビトである。
31 ଓ ନଗରର ଦ୍ୱାରସକଳ ଇସ୍ରାଏଲ ଗୋଷ୍ଠୀଗଣର ନାମାନୁସାରେ ହେବ; ଉତ୍ତର ଆଡ଼େ ତିନି ଦ୍ୱାର ହେବ; ଅର୍ଥାତ୍‍, ରୁବେନ୍‍ର ଏକ ଦ୍ୱାର; ଯିହୁଦାର ଏକ ଦ୍ୱାର; ଲେବୀର ଏକ ଦ୍ୱାର;
町の門はイスラエルの部族の名にしたがい、三つの門になっている。すなわちルベンの門、ユダの門、レビの門である。
32 ପୁଣି, ପୂର୍ବ ଆଡ଼େ ଚାରି ହଜାର ପାଞ୍ଚ ଶହ ଦଣ୍ଡ ଭୂମି ଓ ତିନି ଦ୍ୱାର ହେବ; ଅର୍ଥାତ୍‍, ଯୋଷେଫର ଏକ ଦ୍ୱାର, ବିନ୍ୟାମୀନ୍‍ର ଏକ ଦ୍ୱାର, ଦାନ୍‍ର ଏକ ଦ୍ୱାର;
東の方は四千五百キュビトであって、三つの門がある。すなわちヨセフの門、ベニヤミンの門、ダンの門である。
33 ଆଉ, ଦକ୍ଷିଣ ଆଡ଼େ ଚାରି ହଜାର ପାଞ୍ଚ ଶହ ଦଣ୍ଡ ପରିମିତ ଭୂମି ଓ ତିନି ଦ୍ୱାର ହେବ; ଶିମୀୟୋନର ଏକ ଦ୍ୱାର; ଇଷାଖରର ଏକ ଦ୍ୱାର; ସବୂଲୂନର ଏକ ଦ୍ୱାର;
南の方は四千五百キュビトであって、三つの門がある。すなわちシメオンの門、イッサカルの門、ゼブルンの門である。
34 ପଶ୍ଚିମ ଆଡ଼େ ଚାରି ହଜାର ପାଞ୍ଚ ଶହ ଦଣ୍ଡ ଭୂମି ଓ ତିନି ଦ୍ୱାର ହେବ; ଗାଦ୍‍ର ଏକ ଦ୍ୱାର; ଆଶେରର ଏକ ଦ୍ୱାର; ନପ୍ତାଲିର ଏକ ଦ୍ୱାର ହେବ।
西の方は四千五百キュビトであって、三つの門がある。すなわちガドの門、アセルの門、ナフタリの門である。
35 ଚତୁର୍ଦ୍ଦିଗ ଅଠର ହଜାର ଦଣ୍ଡ ପରିମିତ ହେବ, ଆଉ ‘ସଦାପ୍ରଭୁ ତହିଁ ବିଦ୍ୟମାନ,’ ସେହି ଦିନଠାରୁ ନଗରର ଏହି ନାମ ହେବ।”
町の周囲は一万八千キュビトあり、この日から後、この町の名は『主そこにいます』と呼ばれる」。

< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 48 >