< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 5 >

1 “ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଏକ ତୀକ୍ଷ୍ଣ ଖଡ୍ଗ, ବାରିକର କ୍ଷୁର ପରି ନେଇ ଆପଣା ମସ୍ତକ ଓ ଦାଢ଼ି ଉପରେ ଚଳାଇବ; ତହୁଁ ନିକିତି ନେଇ ସେହି କେଶ ତୌଲି ଭାଗ ଭାଗ କରିବ।
“人子啊,你要拿一把快刀,当作剃头刀,用这刀剃你的头发和你的胡须,用天平将须发平分。
2 ତହିଁର ତୃତୀୟାଂଶ ନେଇ ଅବରୋଧ କାଳ ସମାପ୍ତ ହେଲେ ନଗରର ମଧ୍ୟସ୍ଥାନରେ ଅଗ୍ନିରେ ଦଗ୍ଧ କରିବ; ପୁଣି, ତୃତୀୟାଂଶ ନେଇ ତହିଁର ଚତୁର୍ଦ୍ଦିଗରେ ଖଡ୍ଗରେ କାଟିବ; ଆଉ, ତୃତୀୟାଂଶ ନେଇ ବାୟୁରେ ଉଡ଼ାଇ ଦେବ ଓ ଆମ୍ଭେ ତହିଁର ପଛେ ପଛେ ଖଡ୍ଗ ନିଷ୍କୋଷ କରିବା।
围困城的日子满了,你要将三分之一在城中用火焚烧,将三分之一在城的四围用刀砍碎,将三分之一任风吹散;我也要拔刀追赶。
3 ପୁଣି, ତୁମ୍ଭେ ଅଳ୍ପସଂଖ୍ୟକ କେଶ ନେଇ ଆପଣା ବସ୍ତ୍ରର ଅଞ୍ଚଳରେ ବାନ୍ଧିବ
你要从其中取几根包在衣襟里,
4 ଓ ତହିଁ ମଧ୍ୟରୁ ହିଁ କିଛି ନେଇ ଅଗ୍ନି ମଧ୍ୟରେ ପକାଇ ଦଗ୍ଧ କରିବ, ତହିଁରୁ ଅଗ୍ନି ନିର୍ଗତ ହୋଇ ଇସ୍ରାଏଲ ବଂଶ ମଧ୍ୟକୁ ଆସିବ।
再从这几根中取些扔在火中焚烧,从里面必有火出来烧入以色列全家。
5 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଏ ଯିରୂଶାଲମ; ଆମ୍ଭେ ଏହାକୁ ଗୋଷ୍ଠୀଗଣ ମଧ୍ୟରେ ସ୍ଥାପନ କରିଅଛୁ ଓ ତାହାର ଚତୁର୍ଦ୍ଦିଗରେ ନାନା ଦେଶ ଅଛି।
主耶和华如此说:这就是耶路撒冷。我曾将她安置在列邦之中;列国都在她的四围。
6 ଆଉ, ସେ ଦୁଷ୍ଟତା କରି ସେହି ଗୋଷ୍ଠୀଗଣ ଅପେକ୍ଷା ଆମ୍ଭ ଶାସନାବଳି ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥିତ ଦେଶସମୂହର ଅପେକ୍ଷା ଆମ୍ଭ ବିଧିସକଳର ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛି; କାରଣ ସେମାନେ ଆମ୍ଭର ଶାସନାବଳି ଅଗ୍ରାହ୍ୟ କରିଅଛନ୍ତି ଓ ଆମ୍ଭର ବିଧିରୂପ ପଥରେ ଗମନ କରି ନାହାନ୍ତି!
她行恶,违背我的典章,过于列国;干犯我的律例,过于四围的列邦,因为她弃掉我的典章。至于我的律例,她并没有遵行。
7 ଏହେତୁ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ଅପେକ୍ଷା ଅଧିକ ଗଣ୍ଡଗୋଳକାରୀ ଅଟ ଓ ଆମ୍ଭ ବିଧିରୂପ ପଥରେ ଗମନ କରି ନାହଁ, କିଅବା ଆମ୍ଭର ଶାସନସକଳ ପାଳନ କରି ନାହଁ, ଅଥବା ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣର ବିଧାନାନୁସାରେ କର୍ମ କରି ନାହଁ
所以主耶和华如此说:因为你们纷争过于四围的列国,也不遵行我的律例,不谨守我的典章,并以遵从四围列国的恶规尚不满意,
8 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭର ବିପକ୍ଷ ଅଟୁ ଓ ଆମ୍ଭେ ଗୋଷ୍ଠୀଗଣର ସାକ୍ଷାତରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା।
所以主耶和华如此说:看哪,我与你反对,必在列国的眼前,在你中间,施行审判;
9 ପୁଣି, ଯାହା ଆମ୍ଭେ କରି ନାହୁଁ ଓ ଯହିଁର ତୁଲ୍ୟ ଆଉ ଆମ୍ଭେ କରିବା ନାହିଁ, ଏପରି କର୍ମ, ତୁମ୍ଭମାନଙ୍କର ଘୃଣାଯୋଗ୍ୟ ସକଳ କ୍ରିୟା ସକାଶୁ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ କରିବା।
并且因你一切可憎的事,我要在你中间行我所未曾行的,以后我也不再照着行。
10 ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ପିତୃଗଣ ସନ୍ତାନଗଣକୁ ଭୋଜନ କରିବେ ଓ ସନ୍ତାନମାନେ ଆପଣା ଆପଣା ପିତାକୁ ଭୋଜନ କରିବେ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା ଓ ତୁମ୍ଭର ସମଗ୍ର ଅବଶିଷ୍ଟାଂଶକୁ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା।
在你中间父亲要吃儿子,儿子要吃父亲。我必向你施行审判,我必将你所剩下的分散四方。”
11 ଏହେତୁ ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେ ଆପଣାର ତୁଚ୍ଛ ବସ୍ତୁସକଳ ଦ୍ୱାରା ଓ ଆପଣାର ସବୁ ଘୃଣାଯୋଗ୍ୟ କର୍ମ ଦ୍ୱାରା ଆମ୍ଭର ପବିତ୍ର ସ୍ଥାନ ଅଶୁଚି କରିଅଛ, ଏଥିପାଇଁ ଆମ୍ଭେ ଜୀବିତ ଥିବା ପ୍ରମାଣେ ଆମ୍ଭେ ହିଁ ତୁମ୍ଭକୁ ହ୍ରାସ କରିବା; ଆହୁରି, ଚକ୍ଷୁଲଜ୍ଜା କରିବା ନାହିଁ, ମଧ୍ୟ ଆମ୍ଭେ କିଛି ଦୟା କରିବା ନାହିଁ।
主耶和华说:“我指着我的永生起誓,因你用一切可憎的物、可厌的事玷污了我的圣所,故此,我定要使你人数减少,我眼必不顾惜你,也不可怜你。
12 ତୁମ୍ଭର ତୃତୀୟାଂଶ ମହାମାରୀରେ ମରିବେ, ଆଉ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭ ମଧ୍ୟରେ ସେମାନେ କ୍ଷୟ ପାଇବେ; ପୁଣି, ତୃତୀୟାଂଶ ଖଡ୍ଗ ଦ୍ୱାରା ତୁମ୍ଭ ଚତୁର୍ଦ୍ଦିଗରେ ପତିତ ହେବେ; ଆଉ ତୃତୀୟାଂଶକୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କର ପଶ୍ଚାତ ଖଡ୍ଗ ନିଷ୍କୋଷ କରିବା।
你的民三分之一必遭瘟疫而死,在你中间必因饥荒消灭;三分之一必在你四围倒在刀下;我必将三分之一分散四方,并要拔刀追赶他们。
13 ଏହି ପ୍ରକାରେ ଆମ୍ଭର କ୍ରୋଧ ସଫଳ ହେବ ଓ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସାଧି ଶାନ୍ତ ହେବା; ତହିଁରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସଫଳ କଲା ଉତ୍ତାରେ ଆମ୍ଭେ ସଦାପ୍ରଭୁ, ଆପଣା ଅନ୍ତର୍ଜ୍ୱାଳାରେ ଯେ ଏ କଥା କହିଅଛୁ, ଏହା ସେମାନେ ଜାଣିବେ।
“我要这样成就怒中所定的;我向他们发的忿怒止息了,自己就得着安慰。我在他们身上成就怒中所定的那时,他们就知道我—耶和华所说的是出于热心;
14 ଆହୁରି, ଆମ୍ଭେ ତୁମ୍ଭର ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ମଧ୍ୟରେ ତୁମ୍ଭକୁ ପଥିକମାନଙ୍କ ଦୃଷ୍ଟିରେ ଉତ୍ସନ୍ନ ସ୍ଥାନ ଓ ନିନ୍ଦାର ପାତ୍ର କରିବା।
并且我必使你在四围的列国中,在经过的众人眼前,成了荒凉和羞辱。
15 ଏହିରୂପେ ଯେତେବେଳେ ଆମ୍ଭେ କ୍ରୋଧରେ, କୋପରେ ଓ କୋପଯୁକ୍ତ ଭର୍ତ୍ସନାରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା, ସେତେବେଳେ ତୁମ୍ଭ ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ନିକଟରେ ତାହା ନିନ୍ଦାର, ଉପହାସର, ଶିକ୍ଷାର ଓ ଆଶ୍ଚର୍ଯ୍ୟର ବିଷୟ ହେବ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ;
这样,我必以怒气和忿怒,并烈怒的责备,向你施行审判。那时,你就在四围的列国中成为羞辱、讥刺、警戒、惊骇。这是我—耶和华说的。
16 ଆମ୍ଭେ ସେଠାସ୍ଥିତ ଲୋକମାନଙ୍କ ପ୍ରତି ବିନାଶାର୍ଥକ ଦୁର୍ଭିକ୍ଷରୂପ କ୍ରୂର ତୀରଗୁଡ଼ିକ ପଠାଇବା, ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତାହା ପଠାଇବା ଓ ଆମ୍ଭେ ତୁମ୍ଭମାନଙ୍କ ଉପରେ ଦୁର୍ଭିକ୍ଷ ବୃଦ୍ଧି କରିବା ଓ ତୁମ୍ଭମାନଙ୍କର ଅନ୍ନରୂପ ଯଷ୍ଟି ଭାଙ୍ଗି ପକାଇବା;
那时,我要将灭人、使人饥荒的恶箭,就是射去灭人的,射在你们身上,并要加增你们的饥荒,断绝你们所倚靠的粮食;
17 ଆଉ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୁର୍ଭିକ୍ଷ ଓ ହିଂସ୍ରକ ଜନ୍ତୁମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ନିଃସନ୍ତାନ କରିବେ; ମହାମାରୀ ଓ ରକ୍ତ ତୁମ୍ଭମାନଙ୍କର ମଧ୍ୟଦେଇ ଯିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ଆଣିବା; ଆମ୍ଭେ ସଦାପ୍ରଭୁ ଏହି କଥା କହିଅଛୁ।”
又要使饥荒和恶兽到你那里,叫你丧子,瘟疫和流血的事也必盛行在你那里;我也要使刀剑临到你。这是我—耶和华说的。”

< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 5 >