< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 6 >

1 ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
Yehova anandipatsa uthenga uwu kuti,
2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ପ୍ରତି ଆପଣା ମୁଖ କରି ସେମାନଙ୍କ ପ୍ରତି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର,
“Iwe mwana wa munthu, yangʼana ku mapiri a Israeli; yankhula nawo modzudzula
3 ଆଉ, କୁହ, ହେ ଇସ୍ରାଏଲର ପର୍ବତଗଣ ତୁମ୍ଭେମାନେ ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ପର୍ବତଗଣକୁ ଓ ଉପପର୍ବତଗଣକୁ, ଜଳପ୍ରଣାଳୀ ଓ ଉପତ୍ୟକା ସମୂହକୁ ଏହି କଥା କହନ୍ତି; ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ଖଡ୍ଗ ଆଣିବା ଓ ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚସ୍ଥଳୀସକଳ ବିନଷ୍ଟ କରିବା।
kuti, ‘Inu mapiri a ku Israeli, imvani mawu a Ambuye Yehova. Iye akuwuza mapiri, magomo, mitsinje ndi zigwa kuti: Ine ndizakuthirani nkhondo ndipo ndidzawononga nyumba zanu mʼmene mukupembedzeramo mafano.
4 ପୁଣି, ତୁମ୍ଭମାନଙ୍କର ଯଜ୍ଞବେଦିମାନ ଧ୍ୱଂସ ଓ ତୁମ୍ଭମାନଙ୍କ ସୂର୍ଯ୍ୟପ୍ରତିମାଗଣ ଭଗ୍ନ ହେବେ ଓ ଆମ୍ଭେ ତୁମ୍ଭମାନଙ୍କର ହତ ଲୋକମାନଙ୍କୁ ତୁମ୍ଭମାନଙ୍କ ଦେବତାଗଣର ସମ୍ମୁଖରେ ପକାଇଦେବା।
Maguwa anu ansembe adzagumulidwa ndipo maguwa anu ofukizira lubani adzaphwanyidwa; ndipo ndidzapha anthu anu pamaso pa mafano anu.
5 ଆଉ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣର ଶବ ସେମାନଙ୍କ ପ୍ରତିମାଗଣର ସମ୍ମୁଖରେ ରଖିବା ଓ ତୁମ୍ଭମାନଙ୍କର ଅସ୍ଥିସବୁ ଆମ୍ଭେ ତୁମ୍ଭମାନଙ୍କ ଯଜ୍ଞବେଦିମାନର ଚାରିଆଡ଼େ ବିଞ୍ଚି ଦେବା।
Ine ndidzagoneka mitembo ya Aisraeli pamaso pa mafano awo, ndipo ndidzamwaza mafupa anu mozungulira maguwa anu ansembe.
6 ତୁମ୍ଭମାନଙ୍କର ଯାବତୀୟ ବସତି ସ୍ଥାନର ନଗରସକଳ ଉତ୍ସନ୍ନ ହେବ ଓ ଉଚ୍ଚସ୍ଥଳୀସବୁ ଧ୍ୱଂସ ହେବ, ତହିଁରେ ତୁମ୍ଭମାନଙ୍କର ଯଜ୍ଞବେଦିସବୁ ଉତ୍ସନ୍ନ, ଧ୍ୱଂସ ହେବ ଓ ତୁମ୍ଭମାନଙ୍କର ଦେବତାଗଣ ଭଗ୍ନ ଓ ରହିତ ହେବେ ଓ ତୁମ୍ଭମାନଙ୍କର ସୂର୍ଯ୍ୟପ୍ରତିମାଗଣ ଉଚ୍ଛିନ୍ନ ହେବେ, ଆଉ ତୁମ୍ଭମାନଙ୍କର ହସ୍ତକୃତ କର୍ମସବୁ ଲୁପ୍ତ ହେବ।
Konse kumene mumakhala, mizinda yanu idzasanduka bwinja. Nyumba zanu zopembedzera mafano zidzagumulidwa kotero kuti maguwa anu adzawonongedwa ndi kusakazidwa, mafano anu adzaphwanyidwa ndi kuwonongedwa. Maguwa anu ofukizirapo lubani adzagwetsedwa pansi ndipo zonse zimene munapanga zidzatheratu.
7 ପୁଣି, ହତ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପତିତ ହେବେ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Anthu anu adzaphedwa pakati panu, ndipo mudzadziwa kuti Ine ndine Yehova.’
8 ତଥାପି ଆମ୍ଭେ ଏକ ଅବଶିଷ୍ଟାଂଶ ରଖିବା, ତୁମ୍ଭେମାନେ ନାନା ଦେଶରେ ଛିନ୍ନଭିନ୍ନ ହେବା ସମୟରେ ତୁମ୍ଭମାନଙ୍କର କେତେକ ଲୋକ ଗୋଷ୍ଠୀଗଣ ମଧ୍ୟରେ ଖଡ୍ଗରୁ ରକ୍ଷା ପାଇବେ।
“Komabe ndidzasiya ena pangʼono opulumuka ku nkhondo. Iwowa ndidzawamwazira ku mayiko ena pakati pa anthu a mitundu ina.
9 ପୁଣି, ତୁମ୍ଭମାନଙ୍କର ସେହି ରକ୍ଷାପ୍ରାପ୍ତ ଲୋକମାନେ ଯେଉଁ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟକୁ ବନ୍ଦୀ ଅବସ୍ଥାରେ ନୀତ ହେବେ, ସେମାନଙ୍କ ମଧ୍ୟରେ ଥାଇ ଆମ୍ଭକୁ ସ୍ମରଣ କରିବେ, ଅର୍ଥାତ୍‍, ସେମାନଙ୍କର ଯେଉଁ ବ୍ୟଭିଚାରୀ ହୃଦୟ ଆମ୍ଭକୁ ତ୍ୟାଗ କରି ଯାଇଅଛି ଓ ସେମାନଙ୍କର ଯେଉଁ ଚକ୍ଷୁ ବ୍ୟଭିଚାରୀ ହୋଇ ଦେବତାଗଣର ପଶ୍ଚାତ ଗମନ କରେ, ତହିଁ ସକାଶୁ ଆମ୍ଭେ କିପରି ବିଦୀର୍ଣ୍ଣ ହୋଇଅଛୁ, ଏହା ସେମାନେ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣାର ସକଳ ଘୃଣାଯୋଗ୍ୟ ଆଚାର ବ୍ୟବହାର ଦ୍ୱାରା ଯେଉଁ ଦୁଷ୍କ୍ରିୟା କରିଅଛନ୍ତି, ତହିଁ ନିମନ୍ତେ ସେମାନେ ଆପଣାମାନଙ୍କ ଦୃଷ୍ଟିରେ ଆପଣାମାନଙ୍କୁ ଘୃଣା କରିବେ।
Pamenepo opulumuka mwa inu adzandikumbukira ku mayiko kumene anatengedwa ukapolo. Ndidzawamvetsa chisoni chifukwa cha kusakhulupirika kwawo ndi kundipandukira kuja ndiponso chifukwa kuti anayika mtima wawo pa mafano. Choncho adzachita okha manyazi chifukwa cha zoyipa zimene ankachita ndi miyambo yonyansa imene ankatsata.
10 ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ; ଆମ୍ଭେ ସେମାନଙ୍କ ପ୍ରତି ଏହି ଅମଙ୍ଗଳ ଘଟାଇବାର କଥା ବୃଥା କହି ନାହୁଁ।”
Ndipo iwo adzadziwa kuti ndine Yehova ndi kuti sindinkawaopseza chabe pamene ndinanena kuti ndidzawawononga.
11 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ କରାଘାତ, ପଦାଘାତ କର ଓ ଇସ୍ରାଏଲ ବଂଶର ସକଳ ଘୃଣାଯୋଗ୍ୟ ଦୁଷ୍କ୍ରିୟା ସକାଶୁ କୁହ, ହାୟ ହାୟ! କାରଣ ସେମାନେ ଖଡ୍ଗରେ, ଦୁର୍ଭିକ୍ଷରେ ଓ ମହାମାରୀରେ ପତିତ ହେବେ।
“Ambuye Yehova akuti: Womba mʼmanja mwako ndipo uponde mapazi ako pansi mwamphamvu ndipo ufuwule kuti, ‘Mayo!’ chifukwa cha zonyansa ndi zoyipa zonse zimene Aisraeli achita, pakuti adzaphedwa ndi lupanga, njala ndi mliri.
12 ଯେଉଁ ଲୋକ ଦୂରରେ ଅଛି, ସେ ମହାମାରୀରେ ମରିବ; ଯେଉଁ ଲୋକ ନିକଟରେ ଅଛି, ସେ ଖଡ୍ଗ ଦ୍ୱାରା ପତିତ ହେବ; ଯେଉଁ ଲୋକ ଅବଶିଷ୍ଟ ରହେ ଓ ଅବରୁଦ୍ଧ ହୁଏ, ସେ ଦୁର୍ଭିକ୍ଷରେ ମରିବ; ଏହି ପ୍ରକାରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସମ୍ପନ୍ନ କରିବା।
Amene ali kutali adzafa ndi mliri, ndipo amene ali pafupi adzafa pa nkhondo, ndipo amene adzapulumuke ndi kusaphedwa adzafa ndi njala. Kotero ndidzakwaniritsa ukali wanga pa iwo.
13 ପୁଣି, ଯେତେବେଳେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ, ସକଳ ପର୍ବତ ଶୃଙ୍ଗରେ, ପ୍ରତ୍ୟେକ ହରିତ୍‍ବର୍ଣ୍ଣ ବୃକ୍ଷ ତଳେ ଓ ପ୍ରତ୍ୟେକ ନିବିଡ଼ ଅଲୋନ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନରେ ସେମାନେ ଆପଣା ଆପଣାର ସକଳ ଦେବତା ଉଦ୍ଦେଶ୍ୟରେ ସୌରଭାର୍ଥକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସକଳ ସ୍ଥାନରେ ସେମାନଙ୍କ ଯଜ୍ଞବେଦିର ଚତୁର୍ଦ୍ଦିଗରେ ଦେବତାଗଣର ମଧ୍ୟରେ ସେମାନଙ୍କ ହତ ଲୋକମାନେ ରହିବେ, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Ndipo iwo adzadziwa kuti Ine ndine Yehova, pamene anthu awo adzagona atafa pakati pa mafano awo mozungulira maguwa awo ansembe, pamwamba pa magomo ndi mapiri onse, pansi pa mtengo uliwonse watambalala ndi wa thundu uliwonse wamasamba ambiri, kumalo kumene ankapereka nsembe zonunkhira kwa mafano awo onse.
14 ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ପ୍ରାନ୍ତରଠାରୁ ଦିବ୍ଲା ପର୍ଯ୍ୟନ୍ତ ସେମାନଙ୍କର ସମୁଦାୟ ବସତି-ଦେଶକୁ ଧ୍ୱଂସ ଓ ଶୂନ୍ୟ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
Choncho ndidzawalanga ndi mkono wanga ndi kusandutsa dziko kukhala bwinja. Dziko lonse kumene akukhala kuyambira ku chipululu mpaka ku mzinda wa Ribula ndidzalisandutsa bwinja. Pamenepo adzadziwa kuti Ine ndine Yehova.”

< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 6 >