< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 6 >

1 ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
I stalo se ke mně slovo Hospodinovo, řkoucí:
2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ପ୍ରତି ଆପଣା ମୁଖ କରି ସେମାନଙ୍କ ପ୍ରତି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର,
Synu člověčí, obrať tvář svou proti horám Izraelským, a prorokuj proti nim,
3 ଆଉ, କୁହ, ହେ ଇସ୍ରାଏଲର ପର୍ବତଗଣ ତୁମ୍ଭେମାନେ ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ପର୍ବତଗଣକୁ ଓ ଉପପର୍ବତଗଣକୁ, ଜଳପ୍ରଣାଳୀ ଓ ଉପତ୍ୟକା ସମୂହକୁ ଏହି କଥା କହନ୍ତି; ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ଖଡ୍ଗ ଆଣିବା ଓ ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚସ୍ଥଳୀସକଳ ବିନଷ୍ଟ କରିବା।
A rci: Hory Izraelské, slyšte slovo Panovníka Hospodina: Takto praví Panovník Hospodin horám a pahrbkům, prudkým potokům a údolím: Aj, já, já uvedu na vás meč, a zkazím výsosti vaše.
4 ପୁଣି, ତୁମ୍ଭମାନଙ୍କର ଯଜ୍ଞବେଦିମାନ ଧ୍ୱଂସ ଓ ତୁମ୍ଭମାନଙ୍କ ସୂର୍ଯ୍ୟପ୍ରତିମାଗଣ ଭଗ୍ନ ହେବେ ଓ ଆମ୍ଭେ ତୁମ୍ଭମାନଙ୍କର ହତ ଲୋକମାନଙ୍କୁ ତୁମ୍ଭମାନଙ୍କ ଦେବତାଗଣର ସମ୍ମୁଖରେ ପକାଇଦେବା।
A tak zpustnou oltářové vaši, a ztroskotáni budou sluneční obrazové vaši, a rozmeci zbité vaše před ukydanými bohy vašimi.
5 ଆଉ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣର ଶବ ସେମାନଙ୍କ ପ୍ରତିମାଗଣର ସମ୍ମୁଖରେ ରଖିବା ଓ ତୁମ୍ଭମାନଙ୍କର ଅସ୍ଥିସବୁ ଆମ୍ଭେ ତୁମ୍ଭମାନଙ୍କ ଯଜ୍ଞବେଦିମାନର ଚାରିଆଡ଼େ ବିଞ୍ଚି ଦେବା।
Povrhu také mrtvá těla synů Izraelských před ukydanými bohy jejich, a rozptýlím kosti vaše okolo oltářů vašich.
6 ତୁମ୍ଭମାନଙ୍କର ଯାବତୀୟ ବସତି ସ୍ଥାନର ନଗରସକଳ ଉତ୍ସନ୍ନ ହେବ ଓ ଉଚ୍ଚସ୍ଥଳୀସବୁ ଧ୍ୱଂସ ହେବ, ତହିଁରେ ତୁମ୍ଭମାନଙ୍କର ଯଜ୍ଞବେଦିସବୁ ଉତ୍ସନ୍ନ, ଧ୍ୱଂସ ହେବ ଓ ତୁମ୍ଭମାନଙ୍କର ଦେବତାଗଣ ଭଗ୍ନ ଓ ରହିତ ହେବେ ଓ ତୁମ୍ଭମାନଙ୍କର ସୂର୍ଯ୍ୟପ୍ରତିମାଗଣ ଉଚ୍ଛିନ୍ନ ହେବେ, ଆଉ ତୁମ୍ଭମାନଙ୍କର ହସ୍ତକୃତ କର୍ମସବୁ ଲୁପ୍ତ ହେବ।
Kdekoli bydliti budete, města zpuštěna budou, a výsosti zpustnou. Pročež popléněni budou a zpustnou i oltářové vaši, potroskotáni budou a přestanou ukydaní bohové vaši, a sluneční obrazové vaši zpodtínáni, a tak vyhlazena budou díla vaše.
7 ପୁଣି, ହତ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପତିତ ହେବେ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
I padnou zbití u prostřed vás, a zvíte, že já jsem Hospodin.
8 ତଥାପି ଆମ୍ଭେ ଏକ ଅବଶିଷ୍ଟାଂଶ ରଖିବା, ତୁମ୍ଭେମାନେ ନାନା ଦେଶରେ ଛିନ୍ନଭିନ୍ନ ହେବା ସମୟରେ ତୁମ୍ଭମାନଙ୍କର କେତେକ ଲୋକ ଗୋଷ୍ଠୀଗଣ ମଧ୍ୟରେ ଖଡ୍ଗରୁ ରକ୍ଷା ପାଇବେ।
A pozůstavím některé z vás, kteříž by ušli meče, mezi pohany, když rozptýleni budete do zemí.
9 ପୁଣି, ତୁମ୍ଭମାନଙ୍କର ସେହି ରକ୍ଷାପ୍ରାପ୍ତ ଲୋକମାନେ ଯେଉଁ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟକୁ ବନ୍ଦୀ ଅବସ୍ଥାରେ ନୀତ ହେବେ, ସେମାନଙ୍କ ମଧ୍ୟରେ ଥାଇ ଆମ୍ଭକୁ ସ୍ମରଣ କରିବେ, ଅର୍ଥାତ୍‍, ସେମାନଙ୍କର ଯେଉଁ ବ୍ୟଭିଚାରୀ ହୃଦୟ ଆମ୍ଭକୁ ତ୍ୟାଗ କରି ଯାଇଅଛି ଓ ସେମାନଙ୍କର ଯେଉଁ ଚକ୍ଷୁ ବ୍ୟଭିଚାରୀ ହୋଇ ଦେବତାଗଣର ପଶ୍ଚାତ ଗମନ କରେ, ତହିଁ ସକାଶୁ ଆମ୍ଭେ କିପରି ବିଦୀର୍ଣ୍ଣ ହୋଇଅଛୁ, ଏହା ସେମାନେ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣାର ସକଳ ଘୃଣାଯୋଗ୍ୟ ଆଚାର ବ୍ୟବହାର ଦ୍ୱାରା ଯେଉଁ ଦୁଷ୍କ୍ରିୟା କରିଅଛନ୍ତି, ତହିଁ ନିମନ୍ତେ ସେମାନେ ଆପଣାମାନଙ୍କ ଦୃଷ୍ଟିରେ ଆପଣାମାନଙ୍କୁ ଘୃଣା କରିବେ।
I budou se rozpomínati na mne, kteříž z vás zachováni budou mezi národy, mezi něž budou zajati, že jsem kormoucen byl srdcem jejich smilným, kteréž odstoupilo ode mne, a očima jejich, kteréž smilníce, chodily za ukydanými bohy svými, a tak sami se býti hodné ošklivosti seznají pro nešlechetnosti, kteréž páchali ve všech ohavnostech svých.
10 ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ; ଆମ୍ଭେ ସେମାନଙ୍କ ପ୍ରତି ଏହି ଅମଙ୍ଗଳ ଘଟାଇବାର କଥା ବୃଥା କହି ନାହୁଁ।”
A zvědí, že já jsem Hospodin, a že jsem ne nadarmo mluvil, že na ně uvedu zlé toto.
11 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ କରାଘାତ, ପଦାଘାତ କର ଓ ଇସ୍ରାଏଲ ବଂଶର ସକଳ ଘୃଣାଯୋଗ୍ୟ ଦୁଷ୍କ୍ରିୟା ସକାଶୁ କୁହ, ହାୟ ହାୟ! କାରଣ ସେମାନେ ଖଡ୍ଗରେ, ଦୁର୍ଭିକ୍ଷରେ ଓ ମହାମାରୀରେ ପତିତ ହେବେ।
Takto praví Panovník Hospodin: Tleskni rukou svou, a dupni nohou svou, a rci: Nastojte na dům Izraelský, že pro všecky ohavnosti nejhorší mečem, hladem a morem padnouti mají.
12 ଯେଉଁ ଲୋକ ଦୂରରେ ଅଛି, ସେ ମହାମାରୀରେ ମରିବ; ଯେଉଁ ଲୋକ ନିକଟରେ ଅଛି, ସେ ଖଡ୍ଗ ଦ୍ୱାରା ପତିତ ହେବ; ଯେଉଁ ଲୋକ ଅବଶିଷ୍ଟ ରହେ ଓ ଅବରୁଦ୍ଧ ହୁଏ, ସେ ଦୁର୍ଭିକ୍ଷରେ ମରିବ; ଏହି ପ୍ରକାରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସମ୍ପନ୍ନ କରିବା।
Ten, kdož daleko bude, morem umře, a kdo blízko, mečem padne, ostatní pak a obležený hladem umře, a tak docela vyleji prchlivost svou na ně.
13 ପୁଣି, ଯେତେବେଳେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ, ସକଳ ପର୍ବତ ଶୃଙ୍ଗରେ, ପ୍ରତ୍ୟେକ ହରିତ୍‍ବର୍ଣ୍ଣ ବୃକ୍ଷ ତଳେ ଓ ପ୍ରତ୍ୟେକ ନିବିଡ଼ ଅଲୋନ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନରେ ସେମାନେ ଆପଣା ଆପଣାର ସକଳ ଦେବତା ଉଦ୍ଦେଶ୍ୟରେ ସୌରଭାର୍ଥକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସକଳ ସ୍ଥାନରେ ସେମାନଙ୍କ ଯଜ୍ଞବେଦିର ଚତୁର୍ଦ୍ଦିଗରେ ଦେବତାଗଣର ମଧ୍ୟରେ ସେମାନଙ୍କ ହତ ଲୋକମାନେ ରହିବେ, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
A zvíte, že já jsem Hospodin, když budou zbití jejich u prostřed ukydaných bohů jejich vůkol oltářů jejich, na všelikém pahrbku vysokém, na všech vrších hor, a pod všelikým dřevem zeleným, i pod všelikým dubem hustým, na kterémkoli místě obětovávali vůni libou všelikým ukydaným bohům svým.
14 ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ପ୍ରାନ୍ତରଠାରୁ ଦିବ୍ଲା ପର୍ଯ୍ୟନ୍ତ ସେମାନଙ୍କର ସମୁଦାୟ ବସତି-ଦେଶକୁ ଧ୍ୱଂସ ଓ ଶୂନ୍ୟ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
Nebo vztáhnu ruku svou na ně, a učiním zemi tuto zpustlou, zpustlejší než poušť Diblat, po všech obydlích jejich. I zvědí, že já jsem Hospodin.

< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 6 >