< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 6 >
1 ଏଥିଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
और ख़ुदावन्द का कलाम मुझ पर नाज़िल हुआ।
2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପର୍ବତଗଣ ପ୍ରତି ଆପଣା ମୁଖ କରି ସେମାନଙ୍କ ପ୍ରତି ଭବିଷ୍ୟଦ୍ବାକ୍ୟ ପ୍ରଚାର କର,
कि ऐ आदमज़ाद, इस्राईल के पहाड़ों की तरफ़ मुँह करके उनके ख़िलाफ़ नबुव्वत कर
3 ଆଉ, କୁହ, ହେ ଇସ୍ରାଏଲର ପର୍ବତଗଣ ତୁମ୍ଭେମାନେ ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ପର୍ବତଗଣକୁ ଓ ଉପପର୍ବତଗଣକୁ, ଜଳପ୍ରଣାଳୀ ଓ ଉପତ୍ୟକା ସମୂହକୁ ଏହି କଥା କହନ୍ତି; ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ଖଡ୍ଗ ଆଣିବା ଓ ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚସ୍ଥଳୀସକଳ ବିନଷ୍ଟ କରିବା।
और यूँ कह, कि ऐ इस्राईल के पहाड़ों, खु़दावन्द खु़दा का कलाम सुनो! खु़दावन्द ख़ुदा पहाड़ों और टीलों को और नहरों और वादियों को यूँ फ़रमाता है: कि देखो, मैं, हाँ मैं ही तुम पर तलवार चलाऊँगा, और तुम्हारे ऊँचे मक़ामों को ग़ारत करूँगा।
4 ପୁଣି, ତୁମ୍ଭମାନଙ୍କର ଯଜ୍ଞବେଦିମାନ ଧ୍ୱଂସ ଓ ତୁମ୍ଭମାନଙ୍କ ସୂର୍ଯ୍ୟପ୍ରତିମାଗଣ ଭଗ୍ନ ହେବେ ଓ ଆମ୍ଭେ ତୁମ୍ଭମାନଙ୍କର ହତ ଲୋକମାନଙ୍କୁ ତୁମ୍ଭମାନଙ୍କ ଦେବତାଗଣର ସମ୍ମୁଖରେ ପକାଇଦେବା।
और तुम्हारी कु़र्बानगाहें उजड़ जाएँगी और तुम्हारी सूरज की मूरतें तोड़ डाली जाएगी और मैं तुम्हारे मक़तूलों को तुम्हारे बुतों के आगे डाल दूँगा।
5 ଆଉ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣର ଶବ ସେମାନଙ୍କ ପ୍ରତିମାଗଣର ସମ୍ମୁଖରେ ରଖିବା ଓ ତୁମ୍ଭମାନଙ୍କର ଅସ୍ଥିସବୁ ଆମ୍ଭେ ତୁମ୍ଭମାନଙ୍କ ଯଜ୍ଞବେଦିମାନର ଚାରିଆଡ଼େ ବିଞ୍ଚି ଦେବା।
और बनी — इस्राईल की लाशें उनके बुतों के आगे फेंक दूँगा, और मैं तुम्हारी हड्डियों को तुम्हारी कु़र्बानगाहों के चारों तरफ़ तितर — बितर करूँगा।
6 ତୁମ୍ଭମାନଙ୍କର ଯାବତୀୟ ବସତି ସ୍ଥାନର ନଗରସକଳ ଉତ୍ସନ୍ନ ହେବ ଓ ଉଚ୍ଚସ୍ଥଳୀସବୁ ଧ୍ୱଂସ ହେବ, ତହିଁରେ ତୁମ୍ଭମାନଙ୍କର ଯଜ୍ଞବେଦିସବୁ ଉତ୍ସନ୍ନ, ଧ୍ୱଂସ ହେବ ଓ ତୁମ୍ଭମାନଙ୍କର ଦେବତାଗଣ ଭଗ୍ନ ଓ ରହିତ ହେବେ ଓ ତୁମ୍ଭମାନଙ୍କର ସୂର୍ଯ୍ୟପ୍ରତିମାଗଣ ଉଚ୍ଛିନ୍ନ ହେବେ, ଆଉ ତୁମ୍ଭମାନଙ୍କର ହସ୍ତକୃତ କର୍ମସବୁ ଲୁପ୍ତ ହେବ।
तुम्हारे क़याम के तमाम इलाक़ों के शहर वीरान होंगे और ऊँचे मक़ाम उजाड़े जायेंगे ताकि तुम्हारी क़ुर्बानगाहें ख़राब और वीरान हों और तुम्हारे बुत तोड़े जाएँ और बाक़ी न रहें और तुम्हारी सूरज की मूरतें काट डाली जाएँ और तुम्हारी दस्तकारियाँ हलाक हों।
7 ପୁଣି, ହତ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପତିତ ହେବେ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
और मक़्तूल तुम्हारे बीच गिरेंगे, और तुम जानोगे कि मैं ख़ुदावन्द हूँ।
8 ତଥାପି ଆମ୍ଭେ ଏକ ଅବଶିଷ୍ଟାଂଶ ରଖିବା, ତୁମ୍ଭେମାନେ ନାନା ଦେଶରେ ଛିନ୍ନଭିନ୍ନ ହେବା ସମୟରେ ତୁମ୍ଭମାନଙ୍କର କେତେକ ଲୋକ ଗୋଷ୍ଠୀଗଣ ମଧ୍ୟରେ ଖଡ୍ଗରୁ ରକ୍ଷା ପାଇବେ।
“लेकिन मैं एक बक़िया छोड़ दूँगा, या'नी वह चन्द लोग जो क़ौमों के बीच तलवार से बच निकलेंगे जब तुम ग़ैर मुल्कों में तितर बितर हो जाओगे।
9 ପୁଣି, ତୁମ୍ଭମାନଙ୍କର ସେହି ରକ୍ଷାପ୍ରାପ୍ତ ଲୋକମାନେ ଯେଉଁ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟକୁ ବନ୍ଦୀ ଅବସ୍ଥାରେ ନୀତ ହେବେ, ସେମାନଙ୍କ ମଧ୍ୟରେ ଥାଇ ଆମ୍ଭକୁ ସ୍ମରଣ କରିବେ, ଅର୍ଥାତ୍, ସେମାନଙ୍କର ଯେଉଁ ବ୍ୟଭିଚାରୀ ହୃଦୟ ଆମ୍ଭକୁ ତ୍ୟାଗ କରି ଯାଇଅଛି ଓ ସେମାନଙ୍କର ଯେଉଁ ଚକ୍ଷୁ ବ୍ୟଭିଚାରୀ ହୋଇ ଦେବତାଗଣର ପଶ୍ଚାତ ଗମନ କରେ, ତହିଁ ସକାଶୁ ଆମ୍ଭେ କିପରି ବିଦୀର୍ଣ୍ଣ ହୋଇଅଛୁ, ଏହା ସେମାନେ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣାର ସକଳ ଘୃଣାଯୋଗ୍ୟ ଆଚାର ବ୍ୟବହାର ଦ୍ୱାରା ଯେଉଁ ଦୁଷ୍କ୍ରିୟା କରିଅଛନ୍ତି, ତହିଁ ନିମନ୍ତେ ସେମାନେ ଆପଣାମାନଙ୍କ ଦୃଷ୍ଟିରେ ଆପଣାମାନଙ୍କୁ ଘୃଣା କରିବେ।
और जो तुम में से बच रहेंगे उन क़ौमों के बीच जहाँ जहाँ वह ग़ुलाम होकर जाएँगे मुझको याद करेंगे, जब मैं उनके बेवफ़ा दिलों को जो मुझ से दूर हुए और उनकी आँखों को जो बुतों की पैरवी में नाफ़रमान हुईं, शिकस्त करूँगा और वह ख़ुद अपनी तमाम बद'आमाली की वजह से जो उन्होंने अपने तमाम घिनौने कामों में की, अपनी ही नज़र में नफ़रती ठहरेंगे।
10 ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ; ଆମ୍ଭେ ସେମାନଙ୍କ ପ୍ରତି ଏହି ଅମଙ୍ଗଳ ଘଟାଇବାର କଥା ବୃଥା କହି ନାହୁଁ।”
तब वह जानेंगे कि मैं ख़ुदावन्द हूँ, और मैंने यूँ ही नहीं फ़रमाया था कि मैं उन पर यह बला लाऊँगा।”
11 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ କରାଘାତ, ପଦାଘାତ କର ଓ ଇସ୍ରାଏଲ ବଂଶର ସକଳ ଘୃଣାଯୋଗ୍ୟ ଦୁଷ୍କ୍ରିୟା ସକାଶୁ କୁହ, ହାୟ ହାୟ! କାରଣ ସେମାନେ ଖଡ୍ଗରେ, ଦୁର୍ଭିକ୍ଷରେ ଓ ମହାମାରୀରେ ପତିତ ହେବେ।
ख़ुदावन्द ख़ुदा यूँ फ़रमाता है: कि “हाथ पर हाथ मार और पाँव ज़मीन पर पटक कर कह, कि बनी — इस्राईल के तमाम घिनौने कामों पर अफ़सोस! क्यूँकि वह तलवार और काल और वबा से हलाक होंगे।
12 ଯେଉଁ ଲୋକ ଦୂରରେ ଅଛି, ସେ ମହାମାରୀରେ ମରିବ; ଯେଉଁ ଲୋକ ନିକଟରେ ଅଛି, ସେ ଖଡ୍ଗ ଦ୍ୱାରା ପତିତ ହେବ; ଯେଉଁ ଲୋକ ଅବଶିଷ୍ଟ ରହେ ଓ ଅବରୁଦ୍ଧ ହୁଏ, ସେ ଦୁର୍ଭିକ୍ଷରେ ମରିବ; ଏହି ପ୍ରକାରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସମ୍ପନ୍ନ କରିବା।
जो दूर हैं वह वबा से मरेगा और जो नज़दीक है तलवार से क़त्ल किया जाएगा, और जो बाक़ी रहे और महसूर हो वह काल से मरेगा, और मैं उन पर अपने क़हर को यूँ पूरा करूँगा।
13 ପୁଣି, ଯେତେବେଳେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ, ସକଳ ପର୍ବତ ଶୃଙ୍ଗରେ, ପ୍ରତ୍ୟେକ ହରିତ୍ବର୍ଣ୍ଣ ବୃକ୍ଷ ତଳେ ଓ ପ୍ରତ୍ୟେକ ନିବିଡ଼ ଅଲୋନ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନରେ ସେମାନେ ଆପଣା ଆପଣାର ସକଳ ଦେବତା ଉଦ୍ଦେଶ୍ୟରେ ସୌରଭାର୍ଥକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସକଳ ସ୍ଥାନରେ ସେମାନଙ୍କ ଯଜ୍ଞବେଦିର ଚତୁର୍ଦ୍ଦିଗରେ ଦେବତାଗଣର ମଧ୍ୟରେ ସେମାନଙ୍କ ହତ ଲୋକମାନେ ରହିବେ, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
और जब उनके मक़्तूल हर ऊँचे टीले पर और पहाड़ों की सब चोटियों पर, और हर एक हरे दरख़्त और घने बलूत के नीचे, हर जगह जहाँ वह अपने सब बुतों के लिए ख़ुशबू जलाते थे; उनके बुतों के पास उनकी कु़र्बानगाहों के चारों तरफ़ पड़े हुए होंगे, तब वह पहचानेंगे कि ख़ुदावन्द मैं हूँ।
14 ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ପ୍ରାନ୍ତରଠାରୁ ଦିବ୍ଲା ପର୍ଯ୍ୟନ୍ତ ସେମାନଙ୍କର ସମୁଦାୟ ବସତି-ଦେଶକୁ ଧ୍ୱଂସ ଓ ଶୂନ୍ୟ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
और मैं उन पर हाथ चलाऊँगा, और वीराने से दिबला तक उनके मुल्क की सब बस्तियाँ वीरान और सुनसान करूँगा। तब वह पहचानेंगे कि मैं ख़ुदावन्द हूँ।”