< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 7 >

1 ଆହୁରି, ସଦାପ୍ରଭୁଙ୍କ ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;
And the word of Jehovah came unto me, saying,
2 “ହେ ମନୁଷ୍ୟ-ସନ୍ତାନ, ପ୍ରଭୁ, ସଦାପ୍ରଭୁ ଇସ୍ରାଏଲ ଦେଶ ପ୍ରତି କହନ୍ତି; ଅନ୍ତିମକାଳ, ଦେଶର ଚାରି କୋଣରେ ଅନ୍ତିମକାଳ ଉପସ୍ଥିତ ହୋଇଅଛି।
And thou, son of man, thus saith the Lord Jehovah unto the land of Israel: An end, the end is come upon the four corners of the land.
3 ଏବେ ତୁମ୍ଭର ଅନ୍ତିମକାଳ ଉପସ୍ଥିତ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା କ୍ରୋଧ ପ୍ରେରଣ କରିବା ଓ ତୁମ୍ଭର ଆଚରଣାନୁସାରେ ତୁମ୍ଭର ବିଚାର କରିବା ଓ ତୁମ୍ଭର ଘୃଣାଯୋଗ୍ୟ ସକଳ କର୍ମର ଫଳ ତୁମ୍ଭ ଉପରେ ବର୍ତ୍ତାଇବା।
Now is the end upon thee; and I will send mine anger upon thee, and will judge thee according to thy ways, and will bring upon thee all thine abominations.
4 ଆମ୍ଭେ ତୁମ୍ଭ ପ୍ରତି ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଆମ୍ଭେ ଦୟା କରିବା ନାହିଁ; ମାତ୍ର ତୁମ୍ଭ ଆଚରଣର ଫଳ ଆମ୍ଭେ ତୁମ୍ଭ ଉପରେ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସବୁ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
And mine eye shall not spare thee, neither will I have pity; but I will bring thy ways upon thee, and thine abominations shall be in the midst of thee; and ye shall know that I [am] Jehovah.
5 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଅମଙ୍ଗଳ ହିଁ ଅମଙ୍ଗଳ; ଦେଖ, ତାହା ଆସୁଅଛି।
Thus saith the Lord Jehovah: An evil, an only evil! behold, it is come.
6 ଅନ୍ତିମକାଳ ଉପସ୍ଥିତ, ସେହି ଅନ୍ତିମକାଳ ଉପସ୍ଥିତ, ତାହା ତୁମ୍ଭ ବିରୁଦ୍ଧରେ ଜାଗି ଉଠୁଅଛି; ଦେଖ, ତାହା ଆସୁଅଛି।
The end is come, the end is come; it awaketh against thee: behold, it cometh.
7 ହେ ଦେଶ ନିବାସୀ ଲୋକ, ତୁମ୍ଭର ଶେଷ ବିଚାରାଜ୍ଞା ଉପସ୍ଥିତ, ସେହି ସମୟ ଉପସ୍ଥିତ, ସେହି ଦିନ ସନ୍ନିକଟ; ତାହା କୋଳାହଳର ଦିନ ଓ ପର୍ବତଗଣ ଉପରେ ଆନନ୍ଦ ଧ୍ୱନିର ଦିନ ନୁହେଁ।
The doom is come unto thee, inhabitant of the land; the time is come, the day is near, — tumult, and not the joyous cry from the mountains.
8 ଏବେ ଆମ୍ଭେ ଅବିଳମ୍ବରେ ଆମ୍ଭର କୋପ ତୁମ୍ଭ ଉପରେ ଢାଳି ଦେବା ଓ ତୁମ୍ଭ ବିରୁଦ୍ଧରେ ଆପଣା କ୍ରୋଧ ସଫଳ କରିବା, ଆଉ ତୁମ୍ଭର ଆଚରଣାନୁସାରେ ତୁମ୍ଭର ବିଚାର କରିବା; ଆମ୍ଭେ ତୁମ୍ଭର ଘୃଣାଯୋଗ୍ୟ ସକଳ କ୍ରିୟାର ଫଳ ତୁମ୍ଭ ଉପରେ ବର୍ତ୍ତାଇବା।
Now will I soon pour out my fury upon thee, and accomplish mine anger against thee; and I will judge thee according to thy ways, and will bring upon thee all thine abominations.
9 ପୁଣି, ଆମ୍ଭେ ଚକ୍ଷୁଲଜ୍ଜା କରିବା ନାହିଁ; କିଅବା ଦୟା କରିବା ନାହିଁ; ଆମ୍ଭେ ତୁମ୍ଭର ଆଚରଣାନୁସାରେ ତୁମ୍ଭ ଉପରେ ଫଳ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସକଳ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ସଦାପ୍ରଭୁ ଆଘାତ କରୁ, ଏହା ତୁମ୍ଭେମାନେ ଜାଣିବ।
And mine eye shall not spare, neither will I have pity: I will render unto thee according to thy ways, and thine abominations shall be in the midst of thee; and ye shall know that it is I, Jehovah, that smite.
10 ଦେଖ, ସେହି ଦିନ, ଦେଖ, ତାହା ଆସୁଅଛି; ତୁମ୍ଭର ଶେଷ ବିଚାରାଜ୍ଞା ନିର୍ଗତ ହେଲା; ଯଷ୍ଟି ପୁଷ୍ପିତ ହୋଇଅଛି, ଅହଙ୍କାର ଅଙ୍କୁରିତ ହୋଇଅଛି।
Behold the day, behold, it is come: the doom is gone forth; the rod hath blossomed, pride is full blown.
11 ଦୌରାତ୍ମ୍ୟ ବଢ଼ି ଉଠି ଦୁଷ୍ଟତାରୂପ ଯଷ୍ଟି ହୋଇଅଛି; ସେମାନଙ୍କର କେହି କିଅବା ସେମାନଙ୍କର ଲୋକସମୂହ କିଅବା ସେମାନଙ୍କର ଧନ ରହିବ ନାହିଁ; ଅଥବା ସେମାନଙ୍କ ମଧ୍ୟରେ ଶ୍ରେଷ୍ଠତା ରହିବ ନାହିଁ।
Violence is risen up into a rod of wickedness: nothing of them [shall remain], nor of their multitude, nor of their wealth, nor of the magnificence in the midst of them.
12 ସମୟ ଉପସ୍ଥିତ ହେଲା, ଦିନ ନିକଟବର୍ତ୍ତୀ ହେଉଅଛି; କ୍ରୟକାରୀ ଆନନ୍ଦ ନ କରୁ ଓ ବିକ୍ରୟକାରୀ ଶୋକ ନ କରୁ; କାରଣ ସେହି ସ୍ଥାନର ସମସ୍ତ ଲୋକସମୂହ ଉପରେ କୋପ ଉପସ୍ଥିତ।
The time is come, the day draweth near: let not the buyer rejoice, nor the seller mourn; for fierce anger is upon all the multitude thereof.
13 ଯେହେତୁ ସେମାନେ ଜୀବିତ ଥିଲେ ହେଁ ବିକ୍ରୟକାରୀ ବିକ୍ରୀତ ଅଧିକାରକୁ ଫେରିଯିବ ନାହିଁ; କାରଣ ଏହି ଦର୍ଶନ ସେହି ସ୍ଥାନସ୍ଥ ସମୁଦାୟ ଲୋକସମୂହ ବିଷୟକ ଅଟେ, କେହି ଫେରିଯିବେ ନାହିଁ; ପୁଣି, ଆପଣା ଜୀବନର ଅଧର୍ମରେ କେହି ଆପଣାକୁ ସବଳ କରିବେ ନାହିଁ।
For the seller shall not return to that which is sold, even though he were yet alive amongst the living: for the vision is touching the whole multitude thereof; it shall not be revoked; and none shall through his iniquity assure his life.
14 ସେମାନେ ତୂରୀ ବଜାଇ ସବୁ ପ୍ରସ୍ତୁତ କରିଅଛନ୍ତି; ମାତ୍ର କେହି ଯୁଦ୍ଧକୁ ଯାଏ ନାହିଁ; କାରଣ ସେହି ସ୍ଥାନର ସମସ୍ତ ଲୋକସମୂହ ଉପରେ ଆମ୍ଭର କୋପ ଅଛି।
They have blown the trumpet and made all ready, but none goeth to the battle; for my fierce anger is upon all the multitude thereof.
15 ବାହାରେ ଖଡ୍ଗ, ଭିତରେ ମହାମାରୀ ଓ ଦୁର୍ଭିକ୍ଷ ଅଛି; ଯେଉଁ ଲୋକ କ୍ଷେତ୍ରରେ ଅଛି, ସେ ଖଡ୍ଗରେ ମରିବ ଓ ଯେ ନଗର ମଧ୍ୟରେ ଅଛି, ଦୁର୍ଭିକ୍ଷ ଓ ମହାମାରୀ ତାକୁ ଗ୍ରାସ କରିବ।
The sword is without, and the pestilence and the famine within: he that is in the field shall die by the sword; and he that is in the city, famine and pestilence shall devour him.
16 ମାତ୍ର ସେମାନଙ୍କ ମଧ୍ୟରୁ ଯେଉଁମାନେ ପଳାନ୍ତି, ସେମାନେ ରକ୍ଷା ପାଇବେ ଓ ଉପତ୍ୟକାର ଘୁଘୁ ପରି ପର୍ବତରେ ସମସ୍ତେ ବିଳାପ କରିବେ, ପ୍ରତ୍ୟେକେ ଆପଣା ଆପଣା ଅଧର୍ମ ହେତୁ ବିଳାପ କରିବେ।
And they that escape of them shall escape, and shall be on the mountains like doves of the valleys, all of them moaning, every one for his iniquity.
17 ସମସ୍ତଙ୍କର ହସ୍ତ ଦୁର୍ବଳ ହେବ, ସମସ୍ତଙ୍କର ଆଣ୍ଠୁ ଜଳ ପରି ଦୁର୍ବଳ ହେବ।
All hands shall be feeble, and all knees shall melt into water.
18 ମଧ୍ୟ ସେମାନେ କଟିଦେଶରେ ଚଟବସ୍ତ୍ର ବାନ୍ଧିବେ ଓ ମହାଶଙ୍କା ସେମାନଙ୍କୁ ଆଚ୍ଛନ୍ନ କରିବ; ଆଉ, ସମସ୍ତଙ୍କ ମୁଖ ଲଜ୍ଜିତ ହେବ ଓ ସମସ୍ତଙ୍କର ମସ୍ତକ ଟାଙ୍ଗରା ହେବ।
And they shall gird on sackcloth, and horror shall cover them; and shame shall be upon all faces, and baldness upon all their heads.
19 ସେମାନେ ଆପଣା ଆପଣା ରୂପା ଦାଣ୍ଡରେ ପକାଇଦେବେ ଓ ସେମାନଙ୍କର ସୁନା ଅଶୁଚି ବସ୍ତୁ ତୁଲ୍ୟ ହେବ; ସଦାପ୍ରଭୁଙ୍କ କୋପର ଦିନରେ ସେମାନଙ୍କର ରୂପା ଓ ସୁନା ସେମାନଙ୍କୁ ରକ୍ଷା କରି ପାରିବ ନାହିଁ; ତାହା ସେମାନଙ୍କ ପ୍ରାଣକୁ ତୃପ୍ତ କିଅବା ଉଦର ପୂର୍ଣ୍ଣ କରିବ ନାହିଁ; କାରଣ ତାହା ହିଁ ସେମାନଙ୍କର ଅଧର୍ମଜନକ ବିଘ୍ନ ହୋଇଅଛି।
They shall cast their silver in the streets, and their gold shall be as an impurity: their silver and their gold shall not be able to deliver them in the day of Jehovah's wrath; they shall not satisfy their souls, neither fill their belly; for it hath been the stumbling-block of their iniquity.
20 ସେ ଆପଣାର ଶୋଭାରୂପ ଅଳଙ୍କାର ମହତ୍ତ୍ୱରେ ସ୍ଥାପନ କଲେ; ମାତ୍ର ସେମାନେ ତହିଁ ମଧ୍ୟରେ ଆପଣାମାନଙ୍କର ଅଶୁଚି ଓ ଘୃଣାଯୋଗ୍ୟ ପ୍ରତିମାଗଣ ନିର୍ମାଣ କଲେ; ଏହେତୁ ଆମ୍ଭେ ତାହା ସେମାନଙ୍କ ପ୍ରତି ଅଶୁଚି ବସ୍ତୁ ସ୍ୱରୂପ କରିଅଛୁ।
And he set in majesty his beautiful ornament; but they made therein the images of their abominations [and] of their detestable things: therefore have I made it an impurity unto them.
21 ପୁଣି, ଆମ୍ଭେ ତାହା ମୃଗୟା ସ୍ୱରୂପେ ବିଦେଶୀମାନଙ୍କର ଓ ଲୁଟିତ ଦ୍ରବ୍ୟ ସ୍ୱରୂପେ ପୃଥିବୀର ଦୁଷ୍ଟମାନଙ୍କ ହସ୍ତରେ ସମର୍ପଣ କରିବା; ତହିଁରେ ସେମାନେ ତାହା ଅପବିତ୍ର କରିବେ।
And I will give it into the hands of strangers for a prey, and to the wicked of the earth for a spoil; and they shall profane it.
22 ଆହୁରି, ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଫେରାଇବା, ତହିଁରେ ସେମାନେ ଆମ୍ଭର ନିଭୃତ ସ୍ଥାନ ଅପବିତ୍ର କରିବେ; ଆଉ, ଡକାୟତମାନେ ତହିଁ ମଧ୍ୟରେ ପ୍ରବେଶ କରି ତାହା ଅପବିତ୍ର କରିବେ।
And I will turn my face from them; and they shall profane my secret [place]; and the violent shall enter into it, and profane it.
23 ଶିକୁଳି ପ୍ରସ୍ତୁତ କର; କାରଣ ରକ୍ତପାତରୂପ ଅପରାଧରେ ଦେଶ ପରିପୂର୍ଣ୍ଣ ଓ ଦୌରାତ୍ମ୍ୟରେ ନଗର ପରିପୂର୍ଣ୍ଣ ଅଟେ।
Make the chain; for the land is full of bloody crimes, and the city is full of violence.
24 ଏଥିପାଇଁ ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଦୁଷ୍ଟତମ ଲୋକଙ୍କୁ ଆଣିବା, ତହିଁରେ ସେମାନେ ଏମାନଙ୍କର ଗୃହସବୁ ଅଧିକାର କରିବେ; ମଧ୍ୟ ଆମ୍ଭେ ବଳବାନମାନଙ୍କର ଦର୍ପ ଚୂର୍ଣ୍ଣ କରିବା; ତହିଁରେ ସେମାନଙ୍କର ପବିତ୍ର ସ୍ଥାନସବୁ ଅପବିତ୍ର ହେବ।
Therefore will I bring the worst of the nations, and they shall possess their houses; and I will make the pride of the strong to cease; and their sanctuaries shall be profaned.
25 ବିନାଶ ଆସୁଅଛି; ସେମାନେ ଶାନ୍ତି ଅନ୍ଵେଷଣ କରିବେ; ପୁଣି, କିଛି ପାଇବେ ନାହିଁ।
Destruction cometh; and they shall seek peace, but there shall be none.
26 ବିପଦ ଉପରେ ବିପଦ ଘଟିବ ଓ ଜନରବ ଉପରେ ଜନରବ ହେବ; ତହିଁରେ ସେମାନେ ଭବିଷ୍ୟଦ୍‍ବକ୍ତାର ନିକଟରେ ଦର୍ଶନର ଚେଷ୍ଟା କରିବେ; ମାତ୍ର ଯାଜକର ବ୍ୟବସ୍ଥା-ଜ୍ଞାନ ଓ ପ୍ରାଚୀନ ଲୋକମାନଙ୍କର ପରାମର୍ଶ ଲୋପ ପାଇବ।
Mischief shall come upon mischief, and rumour shall be upon rumour; and they shall seek a vision from a prophet; but the law shall perish from the priest, and counsel from the elders.
27 ରାଜା ଶୋକ କରିବ ଓ ଅଧିପତି ଉତ୍ସନ୍ନତାରୂପ ବସ୍ତ୍ରରେ ପରିହିତ ହେବ ଓ ଦେଶସ୍ଥ ଲୋକମାନଙ୍କର ହସ୍ତ କମ୍ପିତ ହେବ; ଆମ୍ଭେ ସେମାନଙ୍କର ଆଚରଣାନୁସାରେ ସେମାନଙ୍କ ପ୍ରତି ବ୍ୟବହାର କରିବା ଓ ସେମାନଙ୍କର ଯୋଗ୍ୟତାନୁସାରେ ସେମାନଙ୍କର ବିଚାର କରିବା, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”
The king shall mourn, and the prince shall be clothed with dismay, and the hands of the people of the land shall tremble: I will do unto them according to their way, and with their judgments will I judge them; and they shall know that I [am] Jehovah.

< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 7 >