< ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 1 >
1 ତିରିଶ ବର୍ଷର ଚତୁର୍ଥ ମାସର ପଞ୍ଚମ ଦିନରେ ବାବିଲର କବାର ନଦୀ କୂଳରେ ବନ୍ଦୀମାନଙ୍କ ମଧ୍ୟରେ ମୁଁ ଥିବା ସମୟରେ ସ୍ୱର୍ଗ ମୁକ୍ତ ହେଲା, ତହିଁରେ ମୁଁ ପରମେଶ୍ୱରଙ୍କଠାରୁ ଦର୍ଶନମାନ ଦେଖିଲି।
Volt a harmincadik évben, a negyedik hónapban, a hónap ötödikén – én pedig a számkivetettség között voltam a Kebár folyó mellett – megnyíltak az egek és isteni látomásokat láttam.
2 ରାଜା ଯିହୋୟାଖୀନ୍ର ବନ୍ଦୀ ହେବାର ପଞ୍ଚମ ବର୍ଷର, ସେହି ମାସର ପଞ୍ଚମ ଦିନରେ,
A hónap ötödikén – Jójákhín király számkivetésének ötödik éve volt –
3 କଲ୍ଦୀୟମାନଙ୍କ ଦେଶରେ କବାର ନଦୀ କୂଳରେ ବୂଷିର ପୁତ୍ର ଯିହିଜିକଲ ଯାଜକଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା; ପୁଣି, ସେଠାରେ ସଦାପ୍ରଭୁଙ୍କର ହସ୍ତ ତାଙ୍କ ଉପରେ ଥିଲା।
lett az Örökkévaló igéje Jechezkélhez, Búzi fiához, a paphoz, Kaszdím országában, a Kebár folyó mellett, és volt ott rajta az Örökkévaló keze.
4 ଏଥିଉତ୍ତାରେ ମୁଁ ଦୃଷ୍ଟି କଲି, ଆଉ ଦେଖ, ଉତ୍ତର ଦିଗରୁ ଘୂର୍ଣ୍ଣିବାୟୁ ବୃହତ ମେଘ ଓ ଜାଜ୍ୱଲ୍ୟମାନ ଅଗ୍ନି ଆସିଲା, ଆଉ ତାହାର ଚତୁର୍ଦ୍ଦିଗରେ ତେଜ ଓ ତହିଁରେ ମଧ୍ୟସ୍ଥାନରେ ଅଗ୍ନିର ମଧ୍ୟବର୍ତ୍ତୀ ଉତ୍ତପ୍ତ ଧାତୁର ନ୍ୟାୟ ପ୍ରଭା ଥିଲା।
Láttam, íme szélvihar jött északról, nagy felhő egyre czikázó tűzzel és fény körülötte; közepéből pedig mintegy csillogó ércz színe, a tűz közepéből.
5 ପୁଣି, ତହିଁ ମଧ୍ୟରୁ ଜୀବିତ ଚାରି ପ୍ରାଣୀର ମୂର୍ତ୍ତି ପ୍ରକାଶ ପାଇଲା। ସେମାନଙ୍କର ଆକୃତି ମନୁଷ୍ୟ ପରି ଥିଲା।
És közepéből négy állatnak alakja; és ez az ábrázatjuk: emberalakjuk volt nekik
6 ଆଉ, ପ୍ରତ୍ୟେକର ଚାରି ଚାରି ମୁଖ ଓ ପ୍ରତ୍ୟେକର ଚାରି ଚାରି ପକ୍ଷ ଥିଲା।
és négy arcza mindegyiknek, és négy szárnya mindegyiküknek;
7 ସେମାନଙ୍କର ପାଦ ସଳଖ, ଆଉ ସେମାନଙ୍କ ପାଦର ତଳିପା ଗୋବତ୍ସର ତଳିପାର ତୁଲ୍ୟ; ଆଉ, ସେମାନେ ପରିଷ୍କୃତ ପିତ୍ତଳ ପରି ଝଟକିଲେ।
lábaik pedig egyenes lábak, és lábaik talpa olyan, mint borjú lábának a talpa és tündökölnek, mint a simított réznek színe.
8 ଆଉ, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ପକ୍ଷ ତଳେ ମନୁଷ୍ୟର ହସ୍ତ ତୁଲ୍ୟ ହସ୍ତ ଥିଲା; ପୁଣି, ସେହି ଚାରି ପ୍ରାଣୀର ମୁଖ ଓ ସେମାନଙ୍କର ପକ୍ଷ ଏହି ପ୍ରକାର ଥିଲା, ଯଥା;
És emberi kezek szárnyaik alatt négy oldalukon; és arczaik és szárnyaik mindnégyüknek –
9 ସେମାନଙ୍କର ପକ୍ଷ ପରସ୍ପର ସଂଯୁକ୍ତ; ସେମାନେ ଗମନ କରିବା ବେଳେ ପଛକୁ ଫେରିଲେ ନାହିଁ; ମାତ୍ର ପ୍ରତ୍ୟେକେ ସମ୍ମୁଖ ପ୍ରତି ଗମନ କଲେ।
szárnyaik egymáshoz voltak fűzve – nem fordultak meg mentükben, mindegyik arczának irányában mentek.
10 ସେମାନଙ୍କ ମୁଖର ଆକୃତି ଏହିରୂପ, ଯଥା ସେମାନଙ୍କର ଗୋଟିଏ ମନୁଷ୍ୟର ମୁଖ ଥିଲା; ଆଉ, ଡାହାଣ ପାର୍ଶ୍ୱରେ ଚାରି ପ୍ରାଣୀର ସିଂହ-ମୁଖ ଓ ବାମ ପାର୍ଶ୍ୱରେ ଚାରି ପ୍ରାଣୀର ଗୋରୁର ମୁଖ ଥିଲା; ସେହି ଚାରି ପ୍ରାଣୀର ମଧ୍ୟ ଉତ୍କ୍ରୋଶ ପକ୍ଷୀର ମୁଖ ଥିଲା।
Arczuk alakja pedig: ember-arcz és oroszlán-arcz jobbfelől mindnégyüknek és ökör-arcz balfelől mindnégyüknek, és sas-arcz mindnégyüknek.
11 ପୁଣି, ଉପର ଭାଗରେ ସେମାନଙ୍କର ମୁଖ ଓ ପକ୍ଷ ବିଭିନ୍ନ ଥିଲା; ପ୍ରତ୍ୟେକର ଦୁଇ ଦୁଇ ପକ୍ଷ ପରସ୍ପର ସଂଯୁକ୍ତ ଥିଲା ଓ ଦୁଇ ଦୁଇ ପକ୍ଷ ସେମାନଙ୍କର ଶରୀର ଆଚ୍ଛାଦନ କଲା।
Ilyenek arczaik, szárnyaik pedig különválók felülről, mindegyiknek kettő, a másikhoz fűzve, meg kettő, mely befödte testeiket.
12 ପୁଣି, ସେମାନେ ପ୍ରତ୍ୟେକେ ସମ୍ମୁଖ ପ୍ରତି ଗମନ କଲେ; ଯେଉଁଆଡ଼େ ଯିବାକୁ ପରମେଶ୍ୱରଙ୍କ ଆତ୍ମାର ଇଚ୍ଛା ହେଲା, ସେହିଆଡ଼େ ସେମାନେ ଗମନ କଲେ; ଗମନ ସମୟରେ ସେମାନେ ଫେରିଲେ ନାହିଁ।
Mindegyik arczának irányában mentek; a hova indítja, a szellem, hogy menjenek, oda mennek, nem fordulnak meg mentükben.
13 ଏହି ଜୀବିତ ପ୍ରାଣୀମାନଙ୍କ ଆକୃତି ପ୍ରଜ୍ୱଳିତ ଅଙ୍ଗାର ଓ ମଶାଲ ସଦୃଶ ଥିଲା; ତାହା ଜୀବିତ ପ୍ରାଣୀମାନଙ୍କ ମଧ୍ୟରେ ଗମନାଗମନ କଲା ଓ ସେହି ଅଗ୍ନି ତେଜୋମୟ ଓ ସେହି ଅଗ୍ନିରୁ ବିଦ୍ୟୁତ୍ ନିର୍ଗତ ହେଲା।
És az állatok alakja: látszatuk olyan, mint égő tűznek parazsa, olyan mint fáklyák látszata; az mozgott az állatok közt és a tűznek fénye volt és a tűzből villám eredt.
14 ପୁଣି, ସେହି ଜୀବିତ ପ୍ରାଣୀଗଣ ବିଦ୍ୟୁତ୍ର ଆଭା ସଦୃଶ ଦୌଡ଼ିଲେ ଓ ଫେରିଲେ।
És az állatok ide-oda futkostak, olyan mint a villám látszata.
15 ମୁଁ ସେହି ଜୀବିତ ପ୍ରାଣୀମାନଙ୍କୁ ଦର୍ଶନ କଲା ବେଳେ, ଦେଖ, ସେହି ଜୀବିତ ପ୍ରାଣୀମାନଙ୍କ ପାର୍ଶ୍ୱରେ ସେମାନଙ୍କ ଚାରି ମୁଖର ପ୍ରତ୍ୟେକର ପାଇଁ ଭୂମି ଉପରେ ଗୋଟିଏ ଗୋଟିଏ ଚକ୍ର ଥିଲା।
És néztem az állatokat, és íme egy-egy kerék a földön az állatok mellett a négy arcz szerint.
16 ସେହି ଚାରି ଚକ୍ରର ଆକୃତି ଓ ରଚନା ବୈଦୁର୍ଯ୍ୟମଣିର ଆଭା ତୁଲ୍ୟ ଓ ଚାରିର ରୂପ ଏକ-ପ୍ରକାର; ପୁଣି, ସେମାନଙ୍କର ଆକୃତି ଓ ରଚନା ଚକ୍ର ମଧ୍ୟରେ ଚକ୍ର ପରି ଥିଲା।
A kerekek látszata és a művük: olyanok, mint a tarsís színe, és egy alakjuk mindnégyüknek, látszatuk és művük olyan, mintha kerék volna a kereken belül.
17 ଗମନ କଲା ବେଳେ ସେହି ଚାରି ଚକ୍ର ଆପଣା ଆପଣାର ଚାରି ପାର୍ଶ୍ୱରେ ଗମନ କଲେ; ଗମନ କଲା ବେଳେ ସେମାନେ ଫେରିଲେ ନାହିଁ।
Négy oldaluk szerint mennek mentükben, nem fordulnak meg mentükben.
18 ସେମାନଙ୍କର ଘେର ଉଚ୍ଚ ଓ ଭୟଙ୍କର; ପୁଣି, ସେମାନଙ୍କର ସେହି ଚାରି ଘେରର ଚତୁର୍ଦ୍ଦିଗ ଚକ୍ଷୁରେ ପରିପୂର୍ଣ୍ଣ ଥିଲା।
És talpjaik – azoknak fenségük van és félelmetességük – talpjaik szemekkel telvék köröskörül mind a négyüknek.
19 ଆଉ, ସେହି ଜୀବିତ ପ୍ରାଣୀମାନେ ଗମନ କରିବା ବେଳେ ସେହି ଚକ୍ରସବୁ ସେମାନଙ୍କ ପାର୍ଶ୍ୱରେ ଚଳିଲେ; ପୁଣି, ଜୀବିତ ପ୍ରାଣୀମାନେ ଭୂମିରୁ ଉତ୍ଥାପିତ ହେବା ବେଳେ ଚକ୍ରସବୁ ମଧ୍ୟ ଉତ୍ଥାପିତ ହେଲେ।
És midőn mennek az állatok, mellettük mennek a kerekek, és midőn emelkednek az állatok a földről, emelkednek a kerekek.
20 ଯେକୌଣସି ସ୍ଥାନକୁ ଯିବାର ପରମେଶ୍ୱରଙ୍କ ଆତ୍ମାର ଇଚ୍ଛା, ସେସ୍ଥାନକୁ ସେମାନେ ଗଲେ; ଗମନ କରିବାକୁ ପରମେଶ୍ୱରଙ୍କ ଆତ୍ମାର ଇଚ୍ଛା ହେଲେ ସେମାନଙ୍କ ପାର୍ଶ୍ୱରେ ଚକ୍ରସବୁ ଉଠିଲେ; କାରଣ ଜୀବିତ ପ୍ରାଣୀର ପରମେଶ୍ୱରଙ୍କ ଆତ୍ମା ଚକ୍ରରେ ଥିଲା।
A hová indítja a szellem, hogy menjenek, oda mennek, oda indítja a szellem, hogy menjenek; a kerekek pedig emelkedtek velük együtt, mert az állatok szelleme van a kerekekben.
21 ସେମାନେ ଗମନ କଲା ବେଳେ ଏମାନେ ଗମନ କଲେ ଓ ସେମାନେ ଠିଆ ହେବା ବେଳେ ଏମାନେ ଠିଆ ହେଲେ; ଆଉ, ସେମାନେ ଭୂମିରୁ ଉତ୍ଥାପିତ ହେବା ବେଳେ ସେମାନଙ୍କ ପାର୍ଶ୍ୱରେ ଚକ୍ରସବୁ ଉତ୍ଥାପିତ ହେଲେ; କାରଣ ଜୀବିତ ପ୍ରାଣୀର ପରମେଶ୍ୱରଙ୍କ ଆତ୍ମା ଚକ୍ରରେ ଥିଲା।
Mikor azok mennek, mennek, és mikor azok állnak, állnak, és mikor azok emelkednek a földről, velük együtt emelkednek a kerekek, mert az állatok szelleme van a kerekekben.
22 ପୁଣି, ସେହି ଜୀବିତ ପ୍ରାଣୀର ମସ୍ତକ ଉପରେ ଶୂନ୍ୟର ଏକ ଆକୃତି ଥିଲା, ତାହା ଭୟଙ୍କର ସ୍ପଟିକ ତୁଲ୍ୟ ଆଭାବିଶିଷ୍ଟ ହୋଇ ସେମାନଙ୍କ ମସ୍ତକର ଊର୍ଦ୍ଧ୍ୱରେ ବିସ୍ତାରିତ ଥିଲା।
És boltozat alakja volt az állatok fejei felett, olyan, mint a félelmetes jégnek színe, kiterjedve fejeik felett felülről.
23 ଆଉ, ସେହି ଶୂନ୍ୟର ତଳେ ସେମାନଙ୍କର ପକ୍ଷସବୁ ପରସ୍ପର ପ୍ରତି ପ୍ରସାରିତ ହୋଇ ସମାନ ଥିଲା; ପ୍ରତ୍ୟେକର ଶରୀର ଆଚ୍ଛାଦନ କରିବା ପାଇଁ ଏପାଖରେ ଦୁଇ ଓ ପ୍ରତ୍ୟେକର ଗାତ୍ର ଆଚ୍ଛାଦନ କରିବା ପାଇଁ ସେପାଖରେ ଦୁଇ ପକ୍ଷ ଥିଲା।
És a boltozat alatt szárnyaik egyenesen voltak egymáshoz érve, mindegyiknek kettő, mely befedte őket, mindegyiknek kettő, mely befedte őket, a testeiket.
24 ଆଉ, ସେମାନେ ଗମନ କରିବା ବେଳେ ମୁଁ ସେମାନଙ୍କ ପକ୍ଷୀର ଶବ୍ଦ ଶୁଣିଲି, ତାହା ମହା ଜଳରାଶିର କଲ୍ଲୋଳ ତୁଲ୍ୟ, ସର୍ବଶକ୍ତିମାନଙ୍କର ରବ ତୁଲ୍ୟ, ସୈନ୍ୟଦଳର ଶବ୍ଦ ତୁଲ୍ୟ କୋଳାହଳ ଶବ୍ଦ; ସେମାନେ ଠିଆ ହେବା ବେଳେ ଆପଣା ଆପଣା ପକ୍ଷ ସଙ୍କୋଚ କଲେ।
És hallottam szárnyaik hangját, mint nagy vizek hangját, mint a Mindenható hangját, mentükben, tombolás hangját, mint tábor hangját; megálltukban lecsüggesztették szárnyaikat.
25 ପୁଣି, ସେମାନଙ୍କର ମସ୍ତକର ଉପରିସ୍ଥ ଶୂନ୍ୟର ଉପରେ ଏକ ରବ ହେଲା; ସେମାନେ ଠିଆ ହେବା ବେଳେ ଆପଣା ଆପଣା ପକ୍ଷ ସଙ୍କୋଚ କଲେ।
És hang hallatszott a fejükön levő boltozaton fölül – megálltukban lecsüggesztették szárnyaikat.
26 ପୁଣି, ସେମାନଙ୍କ ମସ୍ତକର ଉପରିସ୍ଥ ଶୂନ୍ୟର ଊର୍ଦ୍ଧ୍ୱରେ ନୀଳକାନ୍ତମଣି ସଦୃଶ ଏକ ସିଂହାସନର ଆକୃତି ଥିଲା; ଆଉ, ସେହି ସିଂହାସନର ଆକୃତି ଉପରେ ମନୁଷ୍ୟ ସଦୃଶ୍ୟ ଏକ ଆକୃତି ତହିଁର ଊର୍ଦ୍ଧ୍ୱ ଭାଗରେ ଥିଲା।
És a fejükön levő boltozaton fölül olyan, mint zafírkőnek a látszata trónnak alakja, és a trón alakján egy alak, mint embernek a látszata rajta felülről.
27 ଆଉ, ମୁଁ ତାହାଙ୍କ କଟିଦେଶର ଆକୃତି ଓ ତହିଁର ଊର୍ଦ୍ଧ୍ୱରୁ, ତହିଁର ଭିତରେ ଓ ଚତୁର୍ଦ୍ଦିଗରେ ଅଗ୍ନି ସଦୃଶ ଉତ୍ତପ୍ତ ଧାତୁର ଆଭା ତୁଲ୍ୟ ଆଭା ଦେଖିଲି ଓ ତାହାଙ୍କ କଟିଦେଶର ଆକୃତିଠାରୁ ତଳ ପର୍ଯ୍ୟନ୍ତ ଅଗ୍ନି ସଦୃଶ ଆଭା ଦେଖିଲି ଓ ତାହାଙ୍କ ଚତୁର୍ଦ୍ଦିଗରେ ତେଜ ଥିଲା।
Láttam pedig mintegy csillogó ércznek színét; mint tűznek látszatát, melynek kerete van köröskörül, derekának látszatán fölül; derekának látszatán alul pedig láttam mintegy tűznek a látszatát, és fény volt körülötte:
28 ବୃଷ୍ଟି ଦିନରେ ମେଘରେ ଧନୁର ଯେପରି ଆଭା, ସେହିପରି ସେହି ଚତୁର୍ଦ୍ଦିଗସ୍ଥ ତେଜ ଥିଲା। ଏହା ସଦାପ୍ରଭୁଙ୍କ ପ୍ରତାପର ମୂର୍ତ୍ତିର ଆଭା। ପୁଣି, ମୁଁ ତାହା ଦେଖି ମୁହଁ ମାଡ଼ି ପଡ଼ିଲି, ତହିଁରେ ମୁଁ ବାକ୍ୟବାଦୀ ଏକ ବ୍ୟକ୍ତିଙ୍କର ରବ ଶୁଣିଲି।
mint a szivárvány látszata, mely a felhőben szokott lenni esőnek napján, olyan volt a fénynek látszata köröskörül. Az az Örökkévaló dicsősége alakjának látszata, Láttam és arczomra borultam és hallottam beszélőnek a hangját.