< ଏଜ୍ରା 10 >
1 ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରେ ପ୍ରାର୍ଥନା ଓ ସ୍ୱୀକାର, କ୍ରନ୍ଦନ ଓ ପ୍ରଣାମ କରିବା ସମୟରେ ଇସ୍ରାଏଲ ମଧ୍ୟରୁ ପୁରୁଷ ଓ ସ୍ତ୍ରୀ ଓ ବାଳକ ବାଳିକାର ଏକ ମହାସମାଜ ତାଙ୍କ ନିକଟରେ ଏକତ୍ରିତ ହୋଇଥିଲେ; କାରଣ ଲୋକମାନେ ଅତିଶୟ କ୍ରନ୍ଦନ କଲେ।
Pamene Ezara ankapemphera ndi kuvomereza tchimo lawo, akulira ndipo atadzigwetsa pansi ku Nyumba ya Mulungu, anthu ambiri anabwera kwa iye kudzasonkhana naye. Panali amuna, akazi ndi ana, kuchokera mʼdziko lonse la Israeli ndipo ankalira kwambiri.
2 ଏଥିରେ ଏଲମ୍ର ସନ୍ତାନଗଣ ମଧ୍ୟରୁ ଯିହୀୟେଲର ପୁତ୍ର ଶଖନୀୟ ଏଜ୍ରାଙ୍କୁ ଉତ୍ତର କରି କହିଲା, “ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କର ସ୍ତ୍ରୀମାନଙ୍କୁ ବିବାହ କରିଅଛୁ; ତଥାପି ଏହି ବିଷୟରେ ଏବେ ମଧ୍ୟ ଇସ୍ରାଏଲ ପକ୍ଷରେ ଭରସା ଅଛି।
Ndipo Sekaniya, mwana wa Yehieli, wa fuko la Elamu, anawuza Ezara kuti, “Ife takhala osakhulupirika kwa Mulungu wathu ndipo takhala tikukwatira akazi achilendo a mayiko akunowa. Koma ngakhale zili chomwechi, chikhulupiriro chilipobe pakati pa Aisraeli.
3 ଏହେତୁ ଆମ୍ଭେମାନେ ଏବେ ଆମ୍ଭ ପ୍ରଭୁଙ୍କର ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାରେ କମ୍ପିତ ଲୋକମାନଙ୍କର ମନ୍ତ୍ରଣାନୁସାରେ ଏହି ସକଳ ଭାର୍ଯ୍ୟା ଓ ଏମାନଙ୍କଠାରୁ ଜାତ ସମସ୍ତଙ୍କୁ ଦୂର କରିଦେବା ପାଇଁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସହିତ ନିୟମ କରୁ; ଆଉ, ଏହା ବ୍ୟବସ୍ଥାନୁସାରେ କରାଯାଉ।
Tsopano tiyeni tichite naye pangano Mulungu wathu, kuti tichotse akazi onsewa ndi ana awo, potsata malangizo a inu mbuye wanga ndi wa anthu amene amaopa malamulo a Mulungu wathu. Lolani kuti zichitike motsatira malamulo.
4 ଉଠନ୍ତୁ, କାରଣ ଆପଣଙ୍କ ଉପରେ ଏହି କାର୍ଯ୍ୟର ଭାର ଅଛି ଓ ଆମ୍ଭେମାନେ ଆପଣଙ୍କର ସହକାରୀ ଅଛୁ; ସାହସିକ ହୋଇ ଏହି କାର୍ଯ୍ୟ କରନ୍ତୁ।”
Tsono dzukani, imeneyi ndi ntchito yanu. Ife tikuthandizani. Limbani mtima ndipo gwirani ntchitoyi.”
5 ଏଥିରେ ଏଜ୍ରା ଉଠି ଏହି ବାକ୍ୟାନୁସାରେ କାର୍ଯ୍ୟ କରିବା ପାଇଁ ଯାଜକମାନଙ୍କର, ଲେବୀୟମାନଙ୍କର ଓ ସମଗ୍ର ଇସ୍ରାଏଲର ପ୍ରଧାନବର୍ଗଙ୍କୁ ଶପଥ କରାଇଲେ। ତହିଁରେ ସେମାନେ ଶପଥ କଲେ।
Choncho Ezara anayimirira ndipo analumbiritsa akulu a ansembe, Alevi ndi Aisraeli onse, kuti adzachitedi monga Sekaniya ananenera. Tsono onse analumbira.
6 ତହୁଁ ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରୁ ଉଠି ଇଲୀୟାଶୀବର ପୁତ୍ର ଯିହୋହାନନ୍ର କୋଠରିକୁ ଗଲେ; ଆଉ, ସେଠାରେ ଉପସ୍ଥିତ ହୁଅନ୍ତେ, ରୁଟି ଭୋଜନ କି ଜଳ ପାନ କଲେ ନାହିଁ; କାରଣ ସେ ବନ୍ଦୀତ୍ୱର ଲୋକମାନଙ୍କ ସତ୍ୟ-ଲଙ୍ଘନ ସକାଶୁ ଶୋକ କରୁଥିଲେ।
Ezara anachoka ku Nyumba ya Mulungu napita ku chipinda cha Yehohanani, mwana wa Eliyasibu. Anatandala kumeneko usiku wonse ndipo sanadye chakudya kapena kumwa madzi popeza ankalira chifukwa cha kusankhulupirika kwa anthu obwera ku ukapolo.
7 ଏଥିଉତ୍ତାରେ ଲୋକମାନେ ଯିହୁଦା ଓ ଯିରୂଶାଲମର ସର୍ବତ୍ର ବନ୍ଦୀତ୍ୱର ସନ୍ତାନ ସମସ୍ତଙ୍କ ନିକଟରେ ଘୋଷଣା କରି କହିଲେ ଯେ, ସେମାନେ ଯିରୂଶାଲମରେ ଏକତ୍ରିତ ହେବେ;
Tsono anthu analengeza mʼdziko lonse la Yuda ndi mʼmizinda yonse ya Yerusalemu kwa onse ochokera ku ukapolo aja kuti asonkhane ku Yerusalemu.
8 ଆଉ, ଅଧିପତିମାନଙ୍କର ଓ ପ୍ରାଚୀନବର୍ଗର ମନ୍ତ୍ରଣାନୁସାରେ ଯେକେହି ତିନି ଦିନ ମଧ୍ୟରେ ଉପସ୍ଥିତ ହେବ ନାହିଁ, ତାହାର ସର୍ବସ୍ୱ ହରଣ କରାଯିବ ଓ ସେ ନିଜେ ବନ୍ଦୀତ୍ୱର ସମାଜରୁ ପୃଥକ କରାଯିବ।
Ananena kuti wina aliyense amene saonekera pakutha pa masiku atatu, adzalandidwa katundu wake, potsata malangizo a nduna ndi akuluakulu, ndipo adzachotsedwa mʼgulu la anthu obwerako ku ukapolo.
9 ତହୁଁ ଯିହୁଦା ଓ ବିନ୍ୟାମୀନ୍ର ସମଗ୍ର ଲୋକ ତିନି ଦିନ ମଧ୍ୟରେ ଯିରୂଶାଲମରେ ଏକତ୍ରିତ ହେଲେ, ସେହି ନବମ ମାସର ବିଂଶତିତମ ଦିନ ଥିଲା; ଆଉ, ସମଗ୍ର ଲୋକ ପରମେଶ୍ୱରଙ୍କ ଗୃହର ସମ୍ମୁଖସ୍ଥ ଛକରେ ବସି ଉକ୍ତ ବିଷୟ ଓ ମହାବୃଷ୍ଟି ସକାଶୁ କମ୍ପିତ ହେଉଥିଲେ।
Choncho anthu onse a mʼdziko la Yuda ndi a mʼdziko la Benjamini anasonkhana ku Yerusalemu asanathe masiku atatu. Limeneli linali tsiku la 20 la mwezi wa 9. Anthu onse anakhala pansi pa bwalo la Nyumba ya Mulungu akunjenjemera chifukwa cha mvula yambiri imene inagwa.
10 ତହିଁରେ ଏଜ୍ରା ଯାଜକ ଠିଆ ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସତ୍ୟ-ଲଙ୍ଘନ କରିଅଛ ଓ ଇସ୍ରାଏଲର ଦୋଷ ବଢ଼ାଇବା ପାଇଁ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଅଛ।
Ndipo wansembe Ezara anayimirira nawuza anthuwo kuti, “Inu mwachimwa pomakwatira akazi achikunja ndi kumawonjezera pa tchimo la Aisraeli.
11 ଏହେତୁ ଏବେ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ନିକଟରେ ସ୍ୱୀକାର କର ଓ ତାହାଙ୍କର ସନ୍ତୋଷଜନକ କର୍ମ କର; ଆଉ, ଦେଶସ୍ଥ ଅନ୍ୟ ଗୋଷ୍ଠୀୟମାନଙ୍କଠାରୁ ଓ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ କର।”
Tsopano lapani kwa Yehova, Mulungu wa makolo anu ndi kuchita zimene akufuna. Dzipatuleni kwa anthu a mayiko enawa ndi kwa akazi achikunjawa.”
12 ସେତେବେଳେ ସମଗ୍ର ସମାଜ ଉତ୍ତର କରି ଉଚ୍ଚସ୍ୱରରେ କହିଲେ, “ଆପଣ ଆମ୍ଭମାନଙ୍କ ବିଷୟରେ ଯେପରି କହିଲେ, ଆମ୍ଭମାନଙ୍କୁ ସେପରି କରିବାକୁ ହେବ।
Gulu lonse la anthu linayankha ndi mawu ofuwula kuti, “Nʼzoona! Tichita monga mwaneneramu.
13 ମାତ୍ର ଲୋକ ଅନେକ ଓ ଏବେ ଭାରୀ ବୃଷ୍ଟି ସମୟ, ଆଉ ଆମ୍ଭେମାନେ ବାହାରେ ଠିଆ ହେବାକୁ ଅସମର୍ଥ, କିଅବା ଏହା ଏକ କି ଦୁଇ ଦିନର କାର୍ଯ୍ୟ ନୁହେଁ; ଯେଣୁ ଏହି ବିଷୟରେ ଆମ୍ଭେମାନେ ମହାଅପରାଧ କରିଅଛୁ।
Koma pano pali anthu ambiri ndiponso mvula ikugwa kwambiri, choncho sitingakayime panja. Ndiponso ntchitoyi si ya tsiku limodzi kapena awiri, chifukwa tachimwa kwambiri pa zimene tachitazi.
14 ଏହେତୁ ସମଗ୍ର ସମାଜ ନିମନ୍ତେ ଆମ୍ଭମାନଙ୍କ ଅଧିପତିମାନେ ନିଯୁକ୍ତ ହେଉନ୍ତୁ, ପୁଣି ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଚଣ୍ଡ କୋପ ଆମ୍ଭମାନଙ୍କଠାରୁ ନିବୃତ୍ତ ହେବା ପର୍ଯ୍ୟନ୍ତ ଓ ଏହି ବିଷୟର ନିଷ୍ପତ୍ତି ହେବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ନଗରସ୍ଥ ଯେଉଁ ଲୋକମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଅଛନ୍ତି, ସେସମସ୍ତେ ନିରୂପିତ ସମୟରେ ଆସନ୍ତୁ ଓ ସେମାନଙ୍କ ସଙ୍ଗେ ପ୍ରତ୍ୟେକ ନଗରର ପ୍ରାଚୀନଗଣ ଓ ବିଚାରକର୍ତ୍ତୃଗଣ ଆସନ୍ତୁ।”
Tsono mulole kuti atsogoleri athu ayimirire mʼmalo mwa anthu onse. Aliyense wa mʼmizinda yathu amene anakwatira mkazi wachikunja abwere pa nthawi imene inu munene, ndipo abwere pamodzi ndi akuluakulu ndi oweruza a mzindawo. Choncho mkwiyo wa Mulungu wathu udzatichoka.”
15 ଏହି କଥା ବିରୁଦ୍ଧରେ କେବଳ ଅସାହେଲର ପୁତ୍ର ଯୋନାଥନ ଓ ତିକ୍ବର ପୁତ୍ର ଯହସୀୟ ଉଠିଲେ, ଆଉ ମଶୁଲ୍ଲମ୍ ଓ ଲେବୀୟ ଶବ୍ବଥୟ ସେମାନଙ୍କର ସାହାଯ୍ୟ କଲେ।
Koma Yonatani yekha mwana wa Asaheli ndi Yahazieli mwana wa Tikiva ndiwo anatsutsapo pa zimenezi. Tsono Mesulamu ndi Mlevi Sebetai anawayikira kumbuyo.
16 ମାତ୍ର ବନ୍ଦୀତ୍ୱର ସନ୍ତାନମାନେ ସେହିପରି କର୍ମ କଲେ। ପୁଣି, ଏଜ୍ରା ଯାଜକ ଓ ଆପଣା ଆପଣା ପିତୃବଂଶାନୁସାରେ ଓ ନାମାନୁସାରେ ନିର୍ଦ୍ଦିଷ୍ଟ ପିତୃବଂଶ-ପ୍ରଧାନ କେତେକ ଲୋକ ପୃଥକ କରାଗଲେ; ଆଉ, ସେମାନେ ଦଶମ ମାସର ପ୍ରଥମ ଦିନ ସେହି ବିଷୟ ଅନୁସନ୍ଧାନ କରିବାକୁ ବସିଲେ।
Choncho anthu obwerako ku ukapolo aja anachita zimene zimafunika. Ndipo wansembe Ezara anasankha amuna amene anali atsogoleri a mabanja potsata mafuko awo ndipo onsewo analembedwa mayina awo. Tsiku loyamba la mwezi wa khumi anayambapo kuyifufuza nkhani imeneyi.
17 ପୁଣି, ସେମାନେ ପ୍ରଥମ ମାସର ପ୍ରଥମ ଦିନରେ ଅନ୍ୟ ଦେଶୀୟା ସ୍ତ୍ରୀ-ବିବାହକାରୀ ପୁରୁଷ ସମସ୍ତଙ୍କର ବିଚାର ସମାପ୍ତ କଲେ।
Ndipo pofika tsiku loyamba la mwezi woyamba anali atathana nawo anthu amene anakwatira akazi achilendo aja.
18 ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ଯେଉଁମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନେ ଏହି, ଯଥା, ଯୋଷାଦକର ପୁତ୍ର ଯେଶୂୟର ସନ୍ତାନଗଣ ଓ ତାହାର ଭ୍ରାତୃଗଣ ମଧ୍ୟରୁ ମାସେୟ, ଇଲୀୟେଜର, ଯାରିବ ଓ ଗଦଲୀୟ।
Nawu mʼndandanda wa ansembe amene anakwatira akazi achikunja: Pa banja la Yesuwa ndi abale ake, ana a Yozadaki, panali awa: Maaseiya, Eliezara, Yaribu ndi Gedaliya.
19 ଏମାନେ ଆପଣା ଆପଣା ଭାର୍ଯ୍ୟାକୁ ଦୂର କରିଦେବେ ବୋଲି ହସ୍ତ ଦେଲେ; ଆଉ, ଦୋଷୀ ହେବାରୁ ସେମାନେ ଆପଣା ଆପଣା ଦୋଷ ସକାଶେ ପଲରୁ ଏକ ଏକ ମେଷ ଉତ୍ସର୍ଗ କଲେ।
Iwo anatsimikiza zochotsa akazi awo ndipo chifukwa cha kulakwa kwawo aliyense anapereka nkhosa yayimuna ngati nsembe yopepesera machimo.
20 ଆଉ, ଇମ୍ମେରର ସନ୍ତାନମାନଙ୍କ ମଧ୍ୟରୁ ହନାନି ଓ ସବଦୀୟ
Pa banja la Imeri panali awa: Hanani ndi Zebadiya.
21 ଓ ହାରୀମ୍ର ସନ୍ତାନମାନଙ୍କ ମଧ୍ୟରୁ ମାସେୟ, ଏଲୀୟ, ଶମୟୀୟ, ଯିହୀୟେଲ ଓ ଉଷୀୟ;
Pa banja la Harimu panali awa: Maseya, Eliya, Semaya, Yehieli ndi Uziya.
22 ଆଉ, ପଶ୍ହୂରର ସନ୍ତାନମାନଙ୍କ ମଧ୍ୟରୁ ଇଲୀୟୋଐନୟ, ମାସେୟ, ଇଶ୍ମାୟେଲ, ନଥନେଲ, ଯୋଷାବଦ୍ ଓ ଇଲୀୟାସା।
Pa banja la Pasuri panali awa: Eliyoenai, Maseya, Ismaeli, Netaneli, Yozabadi ndi Eleasa.
23 ଆଉ, ଲେବୀୟମାନଙ୍କ ମଧ୍ୟରୁ ଯୋଷାବଦ୍ ଓ ଶିମୀୟି ଓ କଲାୟ, ଏହାକୁ କଲିଟ କହନ୍ତି, ପଥାହୀୟ, ଯିହୁଦା ଓ ଇଲୀୟେଜର;
Pakati pa Alevi panali: Yozabadi, Simei, Kelaya (ndiye kuti, Kelita). Petaya, Yuda ndi Eliezara.
24 ଆଉ, ଗାୟକମାନଙ୍କ ମଧ୍ୟରୁ ଇଲୀୟାଶୀବ; ଦ୍ୱାରପାଳମାନଙ୍କ ମଧ୍ୟରୁ ଶଲ୍ଲୁମ୍ ଓ ଟେଲମ୍ ଓ ଊରି।
Pakati pa oyimba nyimbo panali Eliyasibu. Ochokera kwa alonda a zipata: Salumu, Telemu ndi Uri.
25 ଇସ୍ରାଏଲ ମଧ୍ୟରେ ପରିୟୋଶର ସନ୍ତାନମାନଙ୍କ ମଧ୍ୟରୁ ରମୀୟ, ଯିଷୀୟ, ମଲ୍କୀୟ, ମିୟାମୀନ୍, ଇଲୀୟାସର, ମଲ୍କୀୟ ଓ ବନାୟ।
Ochokera pakati pa Aisraeli ena: a fuko la Parosi anali Ramiya, Iziya, Malikiya, Miyamini, Eliezara, ndi Benaya.
26 ଆଉ, ଏଲମ୍ର ସନ୍ତାନଗଣ ମଧ୍ୟରୁ ମତ୍ତନୀୟ, ଜିଖରୀୟ ଓ ଯିହୀୟେଲ ଓ ଅବ୍ଦି ଓ ଯେରେମୋତ୍ ଓ ଏଲୀୟ।
A fuko la Elamu anali Mataniya, Zekariya, Yehieli, Abidi, Yeremoti ndi Eliya.
27 ଆଉ, ସତ୍ତୂର ସନ୍ତାନଗଣ ମଧ୍ୟରୁ ଇଲୀୟୋଐନୟ, ଇଲୀୟାଶୀବ ଓ ମତ୍ତନୀୟ ଓ ଯେରେମୋତ୍ ଓ ସାବଦ୍ ଓ ଅସୀସା
A fuko la Zatu anali Eliyoenai, Eliyasibu, Mataniya, Yeremoti, Zabadi ndi Aziza.
28 ଓ ବେବୟର ସନ୍ତାନଗଣ ମଧ୍ୟରୁ ଯିହୋହାନନ୍, ହନାନୀୟ, ସବ୍ବେୟ, ଅତ୍ତଲୟ;
A fuko la Bebai anali Yehohanani, Hananiya, Zabayi ndi Atilayi.
29 ଆଉ, ବାନିର ସନ୍ତାନଗଣ ମଧ୍ୟରୁ ମଶୁଲ୍ଲମ୍, ମଲ୍ଲୁକ ଓ ଅଦାୟା, ଯାଶୂବ ଓ ଶାଲ, ଯିରେମୋତ୍।
A fuko la Bani anali Mesulamu, Maluki, Adaya, Yasubu, Seali ndi Yeremoti.
30 ଆଉ, ପହତ୍-ମୋୟାବର ସନ୍ତାନଗଣ ମଧ୍ୟରୁ ଅଦନ୍ ଓ କଲାଲ, ବନାୟ, ମାସେୟ, ମତ୍ତନୀୟ, ବତ୍ସଲେଲ ଓ ବିନ୍ନୁୟି ଓ ମନଃଶି;
A fuko la Pahati-Mowabu anali Adina, Kelali, Benaya, Maseya, Mataniya, Bezaleli, Binuyi ndi Manase.
31 ଆଉ, ହାରୀମ୍ର ସନ୍ତାନଗଣ ମଧ୍ୟରୁ ଇଲୀୟେଜର, ଯିଶୀୟ, ମଲ୍କୀୟ, ଶମୟୀୟ, ଶିମୀୟୋନ;
A fuko la Harimu anali Eliezara, Isiya, Malikiya, Semaya, Simeoni,
32 ବିନ୍ୟାମୀନ୍, ମଲ୍ଲୁକ, ଶେମରୀୟ;
Benjamini, Maluki ndi Semariya.
33 ହଶୂମର ସନ୍ତାନଗଣ ମଧ୍ୟରୁ ମତ୍ତନୟ, ମତ୍ତତ୍ତ, ସାବଦ୍, ଇଲୀଫେଲଟ୍, ଯିରେମୟ, ମନଃଶି, ଶିମୀୟି;
A fuko la Hasumu anali Mataneyi, Matata, Zabadi, Elifeleti, Yeremayi, Manase ndi Simei.
34 ବାନିର ସନ୍ତାନଗଣ ମଧ୍ୟରୁ ମାଦୟ, ଅମ୍ରାମ୍ ଓ ଉୟେଲ;
A fuko la Bani anali Madai, Amramu, Uweli,
36 ବନୀୟ, ମରେମୋତ୍, ଇଲୀୟାଶୀବ;
Vaniya, Meremoti, Eliyasibu,
37 ମତ୍ତନୀୟ, ମତ୍ତନୟ ଓ ଯାଶୟ;
Mataniya, Matenayi ndi Yasu.
38 ଆଉ, ବାନି ଓ ବିନ୍ନୁୟି, ଶିମୀୟି;
A fuko la Binuyi anali Simei,
39 ଶେଲିମୀୟ ଓ ନାଥନ ଓ ଅଦାୟା;
Selemiya, Natani, Adaya,
40 ମଗ୍ନଦ୍ବୟ, ଶାଶୟ, ଶାରୟ;
Makinadebayi, Sasai, Sarai,
41 ଅସରେଲ୍ ଓ ଶେଲିମୀୟ, ଶେମରୀୟ;
Azaleli, Selemiya, Semariya,
42 ଶଲ୍ଲୁମ୍, ଅମରୀୟ, ଯୋଷେଫ।
Salumu, Amariya ndi Yosefe.
43 ନବୋର ସନ୍ତାନଗଣ ମଧ୍ୟରୁ ଯିୟୀୟେଲ୍, ମତ୍ତଥୀୟ, ସାବଦ୍, ସବୀନଃ, ଯଦ୍ଦୋୟ ଓ ଯୋୟେଲ, ବନାୟ;
A fuko la Nebo anali Yeiyeli, Matitiya, Zabadi, Zebina, Yadai, Yoweli ndi Benaya.
44 ଏସମସ୍ତେ ଅନ୍ୟ ଦେଶୀୟା ଭାର୍ଯ୍ୟା ଗ୍ରହଣ କରିଥିଲେ; ଆଉ, ସେହି ଭାର୍ଯ୍ୟାମାନଙ୍କଠାରୁ କାହାରି କାହାରି ସନ୍ତାନସନ୍ତତି ଜାତ ହୋଇଥିଲେ।
Onsewa anakwatira akazi achilendo. Tsono anawasudzula akaziwo ndi kuwatumiza kwawo pamodzi ndi ana awo.