< ଏଜ୍ରା 10 >

1 ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରେ ପ୍ରାର୍ଥନା ଓ ସ୍ୱୀକାର, କ୍ରନ୍ଦନ ଓ ପ୍ରଣାମ କରିବା ସମୟରେ ଇସ୍ରାଏଲ ମଧ୍ୟରୁ ପୁରୁଷ ଓ ସ୍ତ୍ରୀ ଓ ବାଳକ ବାଳିକାର ଏକ ମହାସମାଜ ତାଙ୍କ ନିକଟରେ ଏକତ୍ରିତ ହୋଇଥିଲେ; କାରଣ ଲୋକମାନେ ଅତିଶୟ କ୍ରନ୍ଦନ କଲେ।
Когда так молился Ездра и исповедывался, плача и повергаясь пред домом Божиим, стеклось к нему весьма большое собрание Израильтян, мужчин и женщин и детей, потому что и народ много плакал.
2 ଏଥିରେ ଏଲମ୍‍ର ସନ୍ତାନଗଣ ମଧ୍ୟରୁ ଯିହୀୟେଲର ପୁତ୍ର ଶଖନୀୟ ଏଜ୍ରାଙ୍କୁ ଉତ୍ତର କରି କହିଲା, “ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କର ସ୍ତ୍ରୀମାନଙ୍କୁ ବିବାହ କରିଅଛୁ; ତଥାପି ଏହି ବିଷୟରେ ଏବେ ମଧ୍ୟ ଇସ୍ରାଏଲ ପକ୍ଷରେ ଭରସା ଅଛି।
И отвечал Шехания, сын Иехиила из сыновей Еламовых, и сказал Ездре: мы сделали преступление пред Богом нашим, что взяли себе жен иноплеменных из народов земли, но есть еще надежда для Израиля в этом деле;
3 ଏହେତୁ ଆମ୍ଭେମାନେ ଏବେ ଆମ୍ଭ ପ୍ରଭୁଙ୍କର ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାରେ କମ୍ପିତ ଲୋକମାନଙ୍କର ମନ୍ତ୍ରଣାନୁସାରେ ଏହି ସକଳ ଭାର୍ଯ୍ୟା ଓ ଏମାନଙ୍କଠାରୁ ଜାତ ସମସ୍ତଙ୍କୁ ଦୂର କରିଦେବା ପାଇଁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସହିତ ନିୟମ କରୁ; ଆଉ, ଏହା ବ୍ୟବସ୍ଥାନୁସାରେ କରାଯାଉ।
заключим теперь завет с Богом нашим, что, по совету господина моего и благоговеющих пред заповедями Бога нашего, мы отпустим от себя всех жен и детей, рожденных ими, - и да будет по закону!
4 ଉଠନ୍ତୁ, କାରଣ ଆପଣଙ୍କ ଉପରେ ଏହି କାର୍ଯ୍ୟର ଭାର ଅଛି ଓ ଆମ୍ଭେମାନେ ଆପଣଙ୍କର ସହକାରୀ ଅଛୁ; ସାହସିକ ହୋଇ ଏହି କାର୍ଯ୍ୟ କରନ୍ତୁ।”
Встань, потому что это твое дело, и мы с тобою: ободрись и действуй!
5 ଏଥିରେ ଏଜ୍ରା ଉଠି ଏହି ବାକ୍ୟାନୁସାରେ କାର୍ଯ୍ୟ କରିବା ପାଇଁ ଯାଜକମାନଙ୍କର, ଲେବୀୟମାନଙ୍କର ଓ ସମଗ୍ର ଇସ୍ରାଏଲର ପ୍ରଧାନବର୍ଗଙ୍କୁ ଶପଥ କରାଇଲେ। ତହିଁରେ ସେମାନେ ଶପଥ କଲେ।
И встал Ездра, и велел начальствующим над священниками, левитами и всем Израилем дать клятву, что они сделают так. И они дали клятву.
6 ତହୁଁ ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରୁ ଉଠି ଇଲୀୟାଶୀବର ପୁତ୍ର ଯିହୋହାନନ୍‍ର କୋଠରିକୁ ଗଲେ; ଆଉ, ସେଠାରେ ଉପସ୍ଥିତ ହୁଅନ୍ତେ, ରୁଟି ଭୋଜନ କି ଜଳ ପାନ କଲେ ନାହିଁ; କାରଣ ସେ ବନ୍ଦୀତ୍ୱର ଲୋକମାନଙ୍କ ସତ୍ୟ-ଲଙ୍ଘନ ସକାଶୁ ଶୋକ କରୁଥିଲେ।
И встал Ездра и пошел от дома Божия в жилище Иоханана, сына Елияшивова, и пришел туда. Хлеба он не ел и воды не пил, потому что плакал о преступлении переселенцев.
7 ଏଥିଉତ୍ତାରେ ଲୋକମାନେ ଯିହୁଦା ଓ ଯିରୂଶାଲମର ସର୍ବତ୍ର ବନ୍ଦୀତ୍ୱର ସନ୍ତାନ ସମସ୍ତଙ୍କ ନିକଟରେ ଘୋଷଣା କରି କହିଲେ ଯେ, ସେମାନେ ଯିରୂଶାଲମରେ ଏକତ୍ରିତ ହେବେ;
И объявили в Иудее и в Иерусалиме всем бывшим в плену, чтоб они собрались в Иерусалим;
8 ଆଉ, ଅଧିପତିମାନଙ୍କର ଓ ପ୍ରାଚୀନବର୍ଗର ମନ୍ତ୍ରଣାନୁସାରେ ଯେକେହି ତିନି ଦିନ ମଧ୍ୟରେ ଉପସ୍ଥିତ ହେବ ନାହିଁ, ତାହାର ସର୍ବସ୍ୱ ହରଣ କରାଯିବ ଓ ସେ ନିଜେ ବନ୍ଦୀତ୍ୱର ସମାଜରୁ ପୃଥକ କରାଯିବ।
а кто не придет чрез три дня, на все имение того, по определению начальствующих и старейшин, будет положено заклятие, и сам он будет отлучен от общества переселенцев.
9 ତହୁଁ ଯିହୁଦା ଓ ବିନ୍ୟାମୀନ୍‍ର ସମଗ୍ର ଲୋକ ତିନି ଦିନ ମଧ୍ୟରେ ଯିରୂଶାଲମରେ ଏକତ୍ରିତ ହେଲେ, ସେହି ନବମ ମାସର ବିଂଶତିତମ ଦିନ ଥିଲା; ଆଉ, ସମଗ୍ର ଲୋକ ପରମେଶ୍ୱରଙ୍କ ଗୃହର ସମ୍ମୁଖସ୍ଥ ଛକରେ ବସି ଉକ୍ତ ବିଷୟ ଓ ମହାବୃଷ୍ଟି ସକାଶୁ କମ୍ପିତ ହେଉଥିଲେ।
И собрались все жители Иудеи и земли Вениаминовой в Иерусалим в три дня. Это было в девятом месяце, в двадцатый день месяца. И сидел весь народ на площади у дома Божия, дрожа как по этому делу, так и от дождей.
10 ତହିଁରେ ଏଜ୍ରା ଯାଜକ ଠିଆ ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସତ୍ୟ-ଲଙ୍ଘନ କରିଅଛ ଓ ଇସ୍ରାଏଲର ଦୋଷ ବଢ଼ାଇବା ପାଇଁ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଅଛ।
И встал Ездра священник и сказал им: вы сделали преступление, взяв себе жен иноплеменных, и тем увеличили вину Израиля.
11 ଏହେତୁ ଏବେ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ନିକଟରେ ସ୍ୱୀକାର କର ଓ ତାହାଙ୍କର ସନ୍ତୋଷଜନକ କର୍ମ କର; ଆଉ, ଦେଶସ୍ଥ ଅନ୍ୟ ଗୋଷ୍ଠୀୟମାନଙ୍କଠାରୁ ଓ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ କର।”
Итак покайтесь в сем пред Господом Богом отцов ваших, и исполните волю Его, и отлучите себя от народов земли и от жен иноплеменных.
12 ସେତେବେଳେ ସମଗ୍ର ସମାଜ ଉତ୍ତର କରି ଉଚ୍ଚସ୍ୱରରେ କହିଲେ, “ଆପଣ ଆମ୍ଭମାନଙ୍କ ବିଷୟରେ ଯେପରି କହିଲେ, ଆମ୍ଭମାନଙ୍କୁ ସେପରି କରିବାକୁ ହେବ।
И отвечало все собрание, и сказало громким голосом: как ты сказал, так и сделаем.
13 ମାତ୍ର ଲୋକ ଅନେକ ଓ ଏବେ ଭାରୀ ବୃଷ୍ଟି ସମୟ, ଆଉ ଆମ୍ଭେମାନେ ବାହାରେ ଠିଆ ହେବାକୁ ଅସମର୍ଥ, କିଅବା ଏହା ଏକ କି ଦୁଇ ଦିନର କାର୍ଯ୍ୟ ନୁହେଁ; ଯେଣୁ ଏହି ବିଷୟରେ ଆମ୍ଭେମାନେ ମହାଅପରାଧ କରିଅଛୁ।
Однако же народ многочислен и время теперь дождливое, и нет возможности стоять на улице. Да и это дело не одного дня и не двух, потому что мы много в этом деле погрешили.
14 ଏହେତୁ ସମଗ୍ର ସମାଜ ନିମନ୍ତେ ଆମ୍ଭମାନଙ୍କ ଅଧିପତିମାନେ ନିଯୁକ୍ତ ହେଉନ୍ତୁ, ପୁଣି ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଚଣ୍ଡ କୋପ ଆମ୍ଭମାନଙ୍କଠାରୁ ନିବୃତ୍ତ ହେବା ପର୍ଯ୍ୟନ୍ତ ଓ ଏହି ବିଷୟର ନିଷ୍ପତ୍ତି ହେବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ନଗରସ୍ଥ ଯେଉଁ ଲୋକମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଅଛନ୍ତି, ସେସମସ୍ତେ ନିରୂପିତ ସମୟରେ ଆସନ୍ତୁ ଓ ସେମାନଙ୍କ ସଙ୍ଗେ ପ୍ରତ୍ୟେକ ନଗରର ପ୍ରାଚୀନଗଣ ଓ ବିଚାରକର୍ତ୍ତୃଗଣ ଆସନ୍ତୁ।”
Пусть наши начальствующие заступят место всего общества, и все в городах наших, которые взяли жен иноплеменных, пусть приходят сюда в назначенные времена и с ними старейшины каждого города и судьи его, доколе не отвратится от нас пылающий гнев Бога нашего за это дело.
15 ଏହି କଥା ବିରୁଦ୍ଧରେ କେବଳ ଅସାହେଲର ପୁତ୍ର ଯୋନାଥନ ଓ ତିକ୍‍ବର ପୁତ୍ର ଯହସୀୟ ଉଠିଲେ, ଆଉ ମଶୁଲ୍ଲମ୍‍ ଓ ଲେବୀୟ ଶବ୍ବଥୟ ସେମାନଙ୍କର ସାହାଯ୍ୟ କଲେ।
Тогда Ионафан, сын Асаила, и Яхзеия, сын Фиквы, стали над этим делом, и Мешуллам и Шавфай левит были помощниками им.
16 ମାତ୍ର ବନ୍ଦୀତ୍ୱର ସନ୍ତାନମାନେ ସେହିପରି କର୍ମ କଲେ। ପୁଣି, ଏଜ୍ରା ଯାଜକ ଓ ଆପଣା ଆପଣା ପିତୃବଂଶାନୁସାରେ ଓ ନାମାନୁସାରେ ନିର୍ଦ୍ଦିଷ୍ଟ ପିତୃବଂଶ-ପ୍ରଧାନ କେତେକ ଲୋକ ପୃଥକ କରାଗଲେ; ଆଉ, ସେମାନେ ଦଶମ ମାସର ପ୍ରଥମ ଦିନ ସେହି ବିଷୟ ଅନୁସନ୍ଧାନ କରିବାକୁ ବସିଲେ।
И сделали так вышедшие из плена. И отделены на это Ездра священник, главы поколений, от каждого поколения их, и все они названы поименно. И сделали они заседание в первый день десятого месяца, для исследования сего дела;
17 ପୁଣି, ସେମାନେ ପ୍ରଥମ ମାସର ପ୍ରଥମ ଦିନରେ ଅନ୍ୟ ଦେଶୀୟା ସ୍ତ୍ରୀ-ବିବାହକାରୀ ପୁରୁଷ ସମସ୍ତଙ୍କର ବିଚାର ସମାପ୍ତ କଲେ।
и окончили исследование о всех, которые взяли жен иноплеменных, к первому дню первого месяца.
18 ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ଯେଉଁମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନେ ଏହି, ଯଥା, ଯୋଷାଦକର ପୁତ୍ର ଯେଶୂୟର ସନ୍ତାନଗଣ ଓ ତାହାର ଭ୍ରାତୃଗଣ ମଧ୍ୟରୁ ମାସେୟ, ଇଲୀୟେଜର, ଯାରିବ ଓ ଗଦଲୀୟ।
И нашлись из сыновей священнических, которые взяли жен иноплеменных, - из сыновей Иисуса, сына Иоседекова, и братьев его: Маасея, Елиезер, Иарив и Гедалия;
19 ଏମାନେ ଆପଣା ଆପଣା ଭାର୍ଯ୍ୟାକୁ ଦୂର କରିଦେବେ ବୋଲି ହସ୍ତ ଦେଲେ; ଆଉ, ଦୋଷୀ ହେବାରୁ ସେମାନେ ଆପଣା ଆପଣା ଦୋଷ ସକାଶେ ପଲରୁ ଏକ ଏକ ମେଷ ଉତ୍ସର୍ଗ କଲେ।
и они дали руки свои во уверение, что отпустят жен своих, и что они повинны принести в жертву овна за свою вину;
20 ଆଉ, ଇମ୍ମେରର ସନ୍ତାନମାନଙ୍କ ମଧ୍ୟରୁ ହନାନି ଓ ସବଦୀୟ
и из сыновей Иммера: Хананий и Зевадия;
21 ଓ ହାରୀମ୍‍‍ର ସନ୍ତାନମାନଙ୍କ ମଧ୍ୟରୁ ମାସେୟ, ଏଲୀୟ, ଶମୟୀୟ, ଯିହୀୟେଲ ଓ ଉଷୀୟ;
и из сыновей Харима: Маасея, Елия, Шемаия, Иехиил и Уззия;
22 ଆଉ, ପଶ୍‍ହୂରର ସନ୍ତାନମାନଙ୍କ ମଧ୍ୟରୁ ଇଲୀୟୋଐନୟ, ମାସେୟ, ଇଶ୍ମାୟେଲ, ନଥନେଲ, ଯୋଷାବଦ୍‍ ଓ ଇଲୀୟାସା।
и из сыновей Пашхура: Елиоенай, Маасея, Исмаил, Нафанаил, Иозавад и Эласа;
23 ଆଉ, ଲେବୀୟମାନଙ୍କ ମଧ୍ୟରୁ ଯୋଷାବଦ୍‍ ଓ ଶିମୀୟି ଓ କଲାୟ, ଏହାକୁ କଲିଟ କହନ୍ତି, ପଥାହୀୟ, ଯିହୁଦା ଓ ଇଲୀୟେଜର;
и из левитов: Иозавад, Шимей и Келаия, он же Клита, Пафахия, Иуда и Елиезер;
24 ଆଉ, ଗାୟକମାନଙ୍କ ମଧ୍ୟରୁ ଇଲୀୟାଶୀବ; ଦ୍ୱାରପାଳମାନଙ୍କ ମଧ୍ୟରୁ ଶଲ୍ଲୁମ୍‍ ଓ ଟେଲମ୍‍ ଓ ଊରି।
и из певцов: Елияшив; и из привратников: Шаллум, Телем и Урий;
25 ଇସ୍ରାଏଲ ମଧ୍ୟରେ ପରିୟୋଶର ସନ୍ତାନମାନଙ୍କ ମଧ୍ୟରୁ ରମୀୟ, ଯିଷୀୟ, ମଲ୍‍କୀୟ, ମିୟାମୀନ୍‍, ଇଲୀୟାସର, ମଲ୍‍କୀୟ ଓ ବନାୟ।
а из Израильтян, - из сыновей Пароша: Рамаия, Иззия, Малхия, Миямин, Елеазар, Малхия и Венаия;
26 ଆଉ, ଏଲମ୍‍ର ସନ୍ତାନଗଣ ମଧ୍ୟରୁ ମତ୍ତନୀୟ, ଜିଖରୀୟ ଓ ଯିହୀୟେଲ ଓ ଅବ୍‍ଦି ଓ ଯେରେମୋତ୍‍ ଓ ଏଲୀୟ।
и из сыновей Елама: Матфания, Захария, Иехиел, Авдий, Иремоф и Елия;
27 ଆଉ, ସତ୍ତୂର ସନ୍ତାନଗଣ ମଧ୍ୟରୁ ଇଲୀୟୋଐନୟ, ଇଲୀୟାଶୀବ ଓ ମତ୍ତନୀୟ ଓ ଯେରେମୋତ୍‍ ଓ ସାବଦ୍‍ ଓ ଅସୀସା
и из сыновей Заффу: Елиоенай, Елияшив, Матфания, Иремоф, Завад и Азиса;
28 ଓ ବେବୟର ସନ୍ତାନଗଣ ମଧ୍ୟରୁ ଯିହୋହାନନ୍‍, ହନାନୀୟ, ସବ୍ବେୟ, ଅତ୍ତଲୟ;
и из сыновей Бевая: Иоханан, Ханания, Забвай и Афлай;
29 ଆଉ, ବାନିର ସନ୍ତାନଗଣ ମଧ୍ୟରୁ ମଶୁଲ୍ଲମ୍‍, ମଲ୍ଲୁକ ଓ ଅଦାୟା, ଯାଶୂବ ଓ ଶାଲ, ଯିରେମୋତ୍‍।
и из сыновей Вания: Мешуллам, Маллух, Адая, Иашув, Шеал и Иерамоф;
30 ଆଉ, ପହତ୍‍-ମୋୟାବର ସନ୍ତାନଗଣ ମଧ୍ୟରୁ ଅଦନ୍‍ ଓ କଲାଲ, ବନାୟ, ମାସେୟ, ମତ୍ତନୀୟ, ବତ୍ସଲେଲ ଓ ବିନ୍ନୁୟି ଓ ମନଃଶି;
и из сыновей Пахаф-Моава: Адна, Хелал, Венаия, Маасея, Матфания, Веселеил, Биннуй и Манассия;
31 ଆଉ, ହାରୀମ୍‍‍ର ସନ୍ତାନଗଣ ମଧ୍ୟରୁ ଇଲୀୟେଜର, ଯିଶୀୟ, ମଲ୍‍କୀୟ, ଶମୟୀୟ, ଶିମୀୟୋନ;
и из сыновей Харима: Елиезер, Ишшия, Малхия, Шемаия, Симеон,
32 ବିନ୍ୟାମୀନ୍, ମଲ୍ଲୁକ, ଶେମରୀୟ;
Вениамин, Маллух, Шемария;
33 ହଶୂମର ସନ୍ତାନଗଣ ମଧ୍ୟରୁ ମତ୍ତନୟ, ମତ୍ତତ୍ତ, ସାବଦ୍‍, ଇଲୀଫେଲଟ୍‍, ଯିରେମୟ, ମନଃଶି, ଶିମୀୟି;
и из сыновей Хашума: Мафнай, Мафафа, Завад, Елифелет, Иеремай, Манассия и Шимей;
34 ବାନିର ସନ୍ତାନଗଣ ମଧ୍ୟରୁ ମାଦୟ, ଅମ୍ରାମ୍‍ ଓ ଉୟେଲ;
и из сыновей Вания: Маадай, Амрам и Уел,
35 ବନାୟ, ବେଦୀୟା, କଲୂହୂ;
Бенаия, Бидья, Келуги,
36 ବନୀୟ, ମରେମୋତ୍‍, ଇଲୀୟାଶୀବ;
Ванея, Меремоф, Елиашив,
37 ମତ୍ତନୀୟ, ମତ୍ତନୟ ଓ ଯାଶୟ;
Матфания, Мафнай, Иаасай,
38 ଆଉ, ବାନି ଓ ବିନ୍ନୁୟି, ଶିମୀୟି;
Ваний, Биннуй, Шимей,
39 ଶେଲିମୀୟ ଓ ନାଥନ ଓ ଅଦାୟା;
Шелемия, Нафан, Адаия,
40 ମଗ୍ନଦ୍‍ବୟ, ଶାଶୟ, ଶାରୟ;
Махнадбай, Шашай, Шарай,
41 ଅସରେଲ୍‍ ଓ ଶେଲିମୀୟ, ଶେମରୀୟ;
Азариел, Шелемиягу, Шемария,
42 ଶଲ୍ଲୁମ୍‍, ଅମରୀୟ, ଯୋଷେଫ।
Шаллум, Амария и Иосиф;
43 ନବୋର ସନ୍ତାନଗଣ ମଧ୍ୟରୁ ଯିୟୀୟେଲ୍‍, ମତ୍ତଥୀୟ, ସାବଦ୍‍, ସବୀନଃ, ଯଦ୍ଦୋୟ ଓ ଯୋୟେଲ, ବନାୟ;
и из сыновей Нево: Иеиел, Матфифия, Завад, Зевина, Иаддай, Иоель и Бенаия.
44 ଏସମସ୍ତେ ଅନ୍ୟ ଦେଶୀୟା ଭାର୍ଯ୍ୟା ଗ୍ରହଣ କରିଥିଲେ; ଆଉ, ସେହି ଭାର୍ଯ୍ୟାମାନଙ୍କଠାରୁ କାହାରି କାହାରି ସନ୍ତାନସନ୍ତତି ଜାତ ହୋଇଥିଲେ।
Все сии взяли за себя жен иноплеменных, и некоторые из сих жен родили им детей.

< ଏଜ୍ରା 10 >