< ଏଜ୍ରା 10 >
1 ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରେ ପ୍ରାର୍ଥନା ଓ ସ୍ୱୀକାର, କ୍ରନ୍ଦନ ଓ ପ୍ରଣାମ କରିବା ସମୟରେ ଇସ୍ରାଏଲ ମଧ୍ୟରୁ ପୁରୁଷ ଓ ସ୍ତ୍ରୀ ଓ ବାଳକ ବାଳିକାର ଏକ ମହାସମାଜ ତାଙ୍କ ନିକଟରେ ଏକତ୍ରିତ ହୋଇଥିଲେ; କାରଣ ଲୋକମାନେ ଅତିଶୟ କ୍ରନ୍ଦନ କଲେ।
Y orando Ésdras, y confesando, llorando, y echándose delante de la casa de Dios, juntáronse a él una muy grande congregación de Israel, varones, y mujeres, y niños, y lloraba el pueblo de gran lloro.
2 ଏଥିରେ ଏଲମ୍ର ସନ୍ତାନଗଣ ମଧ୍ୟରୁ ଯିହୀୟେଲର ପୁତ୍ର ଶଖନୀୟ ଏଜ୍ରାଙ୍କୁ ଉତ୍ତର କରି କହିଲା, “ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କର ସ୍ତ୍ରୀମାନଙ୍କୁ ବିବାହ କରିଅଛୁ; ତଥାପି ଏହି ବିଷୟରେ ଏବେ ମଧ୍ୟ ଇସ୍ରାଏଲ ପକ୍ଷରେ ଭରସା ଅଛି।
Y respondió Sequenías, hijo de Jehiel, de los hijos de Elam, y dijo a Ésdras: Nosotros nos hemos rebelado contra nuestro Dios, que tomamos mujeres extranjeras de los pueblos de la tierra: mas esperanza hay aun para Israel sobre esto.
3 ଏହେତୁ ଆମ୍ଭେମାନେ ଏବେ ଆମ୍ଭ ପ୍ରଭୁଙ୍କର ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାରେ କମ୍ପିତ ଲୋକମାନଙ୍କର ମନ୍ତ୍ରଣାନୁସାରେ ଏହି ସକଳ ଭାର୍ଯ୍ୟା ଓ ଏମାନଙ୍କଠାରୁ ଜାତ ସମସ୍ତଙ୍କୁ ଦୂର କରିଦେବା ପାଇଁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସହିତ ନିୟମ କରୁ; ଆଉ, ଏହା ବ୍ୟବସ୍ଥାନୁସାରେ କରାଯାଉ।
Por tanto ahora hagamos alianza con nuestro Dios, que echaremos todas las mujeres, y los nacidos de ellas, por el consejo del señor y de los que temen el mandamiento de nuestro Dios: y hágase conforme a la ley.
4 ଉଠନ୍ତୁ, କାରଣ ଆପଣଙ୍କ ଉପରେ ଏହି କାର୍ଯ୍ୟର ଭାର ଅଛି ଓ ଆମ୍ଭେମାନେ ଆପଣଙ୍କର ସହକାରୀ ଅଛୁ; ସାହସିକ ହୋଇ ଏହି କାର୍ଯ୍ୟ କରନ୍ତୁ।”
Levántate, porque a ti toca el negocio, y nosotros seremos contigo: esfuérzate, y haz.
5 ଏଥିରେ ଏଜ୍ରା ଉଠି ଏହି ବାକ୍ୟାନୁସାରେ କାର୍ଯ୍ୟ କରିବା ପାଇଁ ଯାଜକମାନଙ୍କର, ଲେବୀୟମାନଙ୍କର ଓ ସମଗ୍ର ଇସ୍ରାଏଲର ପ୍ରଧାନବର୍ଗଙ୍କୁ ଶପଥ କରାଇଲେ। ତହିଁରେ ସେମାନେ ଶପଥ କଲେ।
Entonces Ésdras se levantó, y juramentó a los príncipes de los sacerdotes y de los Levitas, y a todo Israel, para hacer conforme a esto: y juraron.
6 ତହୁଁ ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରୁ ଉଠି ଇଲୀୟାଶୀବର ପୁତ୍ର ଯିହୋହାନନ୍ର କୋଠରିକୁ ଗଲେ; ଆଉ, ସେଠାରେ ଉପସ୍ଥିତ ହୁଅନ୍ତେ, ରୁଟି ଭୋଜନ କି ଜଳ ପାନ କଲେ ନାହିଁ; କାରଣ ସେ ବନ୍ଦୀତ୍ୱର ଲୋକମାନଙ୍କ ସତ୍ୟ-ଲଙ୍ଘନ ସକାଶୁ ଶୋକ କରୁଥିଲେ।
Y levantóse Ésdras de delante de la casa de Dios, y fuése a la cámara de Johanán, hijo de Eliasib, y fuése allá: no comió pan, ni bebió agua, porque se entristeció sobre la prevaricación de los de la transmigración.
7 ଏଥିଉତ୍ତାରେ ଲୋକମାନେ ଯିହୁଦା ଓ ଯିରୂଶାଲମର ସର୍ବତ୍ର ବନ୍ଦୀତ୍ୱର ସନ୍ତାନ ସମସ୍ତଙ୍କ ନିକଟରେ ଘୋଷଣା କରି କହିଲେ ଯେ, ସେମାନେ ଯିରୂଶାଲମରେ ଏକତ୍ରିତ ହେବେ;
E hicieron pasar pregón por Judá y por Jerusalem a todos los hijos de la transmigración, que se juntasen en Jerusalem.
8 ଆଉ, ଅଧିପତିମାନଙ୍କର ଓ ପ୍ରାଚୀନବର୍ଗର ମନ୍ତ୍ରଣାନୁସାରେ ଯେକେହି ତିନି ଦିନ ମଧ୍ୟରେ ଉପସ୍ଥିତ ହେବ ନାହିଁ, ତାହାର ସର୍ବସ୍ୱ ହରଣ କରାଯିବ ଓ ସେ ନିଜେ ବନ୍ଦୀତ୍ୱର ସମାଜରୁ ପୃଥକ କରାଯିବ।
Y que el que no viniese dentro de tres días conforme al acuerdo de los príncipes y de los ancianos, toda su hacienda pereciese, y él fuese apartado de la congregación de la transmigración.
9 ତହୁଁ ଯିହୁଦା ଓ ବିନ୍ୟାମୀନ୍ର ସମଗ୍ର ଲୋକ ତିନି ଦିନ ମଧ୍ୟରେ ଯିରୂଶାଲମରେ ଏକତ୍ରିତ ହେଲେ, ସେହି ନବମ ମାସର ବିଂଶତିତମ ଦିନ ଥିଲା; ଆଉ, ସମଗ୍ର ଲୋକ ପରମେଶ୍ୱରଙ୍କ ଗୃହର ସମ୍ମୁଖସ୍ଥ ଛକରେ ବସି ଉକ୍ତ ବିଷୟ ଓ ମହାବୃଷ୍ଟି ସକାଶୁ କମ୍ପିତ ହେଉଥିଲେ।
Así fueron juntados todos los varones de Judá y de Ben-jamín en Jerusalem dentro de tres días, a los veinte del mes, el cual era el mes noveno: y sentóse todo el pueblo en la plaza de la casa de Dios temblando a causa de aquel negocio, y a causa de las lluvias.
10 ତହିଁରେ ଏଜ୍ରା ଯାଜକ ଠିଆ ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସତ୍ୟ-ଲଙ୍ଘନ କରିଅଛ ଓ ଇସ୍ରାଏଲର ଦୋଷ ବଢ଼ାଇବା ପାଇଁ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଅଛ।
Y levantóse Ésdras el sacerdote, y díjoles: Vosotros habéis prevaricado, por cuanto tomasteis mujeres extrañas, añadiendo sobre el pecado de Israel.
11 ଏହେତୁ ଏବେ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ନିକଟରେ ସ୍ୱୀକାର କର ଓ ତାହାଙ୍କର ସନ୍ତୋଷଜନକ କର୍ମ କର; ଆଉ, ଦେଶସ୍ଥ ଅନ୍ୟ ଗୋଷ୍ଠୀୟମାନଙ୍କଠାରୁ ଓ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ କର।”
Por tanto ahora dad confesión a Jehová Dios de vuestros padres, y hacéd su voluntad, y apartáos de los pueblos de las tierras, y de las mujeres extranjeras.
12 ସେତେବେଳେ ସମଗ୍ର ସମାଜ ଉତ୍ତର କରି ଉଚ୍ଚସ୍ୱରରେ କହିଲେ, “ଆପଣ ଆମ୍ଭମାନଙ୍କ ବିଷୟରେ ଯେପରି କହିଲେ, ଆମ୍ଭମାନଙ୍କୁ ସେପରି କରିବାକୁ ହେବ।
Y respondió toda la congregación, y dijeron a gran voz: Así se haga conforme a tu palabra.
13 ମାତ୍ର ଲୋକ ଅନେକ ଓ ଏବେ ଭାରୀ ବୃଷ୍ଟି ସମୟ, ଆଉ ଆମ୍ଭେମାନେ ବାହାରେ ଠିଆ ହେବାକୁ ଅସମର୍ଥ, କିଅବା ଏହା ଏକ କି ଦୁଇ ଦିନର କାର୍ଯ୍ୟ ନୁହେଁ; ଯେଣୁ ଏହି ବିଷୟରେ ଆମ୍ଭେମାନେ ମହାଅପରାଧ କରିଅଛୁ।
Mas el pueblo es mucho, y el tiempo pluvioso, y no hay fuerza para estar en la calle: ni la obra es de un día ni de dos: porque somos muchos los que habemos prevaricado en este negocio.
14 ଏହେତୁ ସମଗ୍ର ସମାଜ ନିମନ୍ତେ ଆମ୍ଭମାନଙ୍କ ଅଧିପତିମାନେ ନିଯୁକ୍ତ ହେଉନ୍ତୁ, ପୁଣି ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଚଣ୍ଡ କୋପ ଆମ୍ଭମାନଙ୍କଠାରୁ ନିବୃତ୍ତ ହେବା ପର୍ଯ୍ୟନ୍ତ ଓ ଏହି ବିଷୟର ନିଷ୍ପତ୍ତି ହେବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ନଗରସ୍ଥ ଯେଉଁ ଲୋକମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଅଛନ୍ତି, ସେସମସ୍ତେ ନିରୂପିତ ସମୟରେ ଆସନ୍ତୁ ଓ ସେମାନଙ୍କ ସଙ୍ଗେ ପ୍ରତ୍ୟେକ ନଗରର ପ୍ରାଚୀନଗଣ ଓ ବିଚାରକର୍ତ୍ତୃଗଣ ଆସନ୍ତୁ।”
Estén ahora nuestros príncipes en toda la congregación, y cualquiera que en nuestras ciudades hubiere tomado mujeres extranjeras, venga a tiempos aplazados, y con ellos los ancianos de cada ciudad, y los jueces de ellas, hasta que apartemos de nosotros la ira del furor de nuestro Dios sobre esto.
15 ଏହି କଥା ବିରୁଦ୍ଧରେ କେବଳ ଅସାହେଲର ପୁତ୍ର ଯୋନାଥନ ଓ ତିକ୍ବର ପୁତ୍ର ଯହସୀୟ ଉଠିଲେ, ଆଉ ମଶୁଲ୍ଲମ୍ ଓ ଲେବୀୟ ଶବ୍ବଥୟ ସେମାନଙ୍କର ସାହାଯ୍ୟ କଲେ।
Y Jonatán, hijo de Asahel, y Jaazias, hijo de Tecuas, fueron puestos sobre esto: y Mesullam y Sebetai Levitas les ayudaron.
16 ମାତ୍ର ବନ୍ଦୀତ୍ୱର ସନ୍ତାନମାନେ ସେହିପରି କର୍ମ କଲେ। ପୁଣି, ଏଜ୍ରା ଯାଜକ ଓ ଆପଣା ଆପଣା ପିତୃବଂଶାନୁସାରେ ଓ ନାମାନୁସାରେ ନିର୍ଦ୍ଦିଷ୍ଟ ପିତୃବଂଶ-ପ୍ରଧାନ କେତେକ ଲୋକ ପୃଥକ କରାଗଲେ; ଆଉ, ସେମାନେ ଦଶମ ମାସର ପ୍ରଥମ ଦିନ ସେହି ବିଷୟ ଅନୁସନ୍ଧାନ କରିବାକୁ ବସିଲେ।
E hicieron así los hijos de la transmigración: y fueron apartados Ésdras sacerdote, y los varones cabezas de los padres, en la casa de sus padres, y todos ellos por sus nombres: y sentáronse el primer día del mes décimo para inquirir el negocio.
17 ପୁଣି, ସେମାନେ ପ୍ରଥମ ମାସର ପ୍ରଥମ ଦିନରେ ଅନ୍ୟ ଦେଶୀୟା ସ୍ତ୍ରୀ-ବିବାହକାରୀ ପୁରୁଷ ସମସ୍ତଙ୍କର ବିଚାର ସମାପ୍ତ କଲେ।
Y acabaron con todos los varones que habían tomado mujeres extranjeras al primer día del mes primero.
18 ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ଯେଉଁମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନେ ଏହି, ଯଥା, ଯୋଷାଦକର ପୁତ୍ର ଯେଶୂୟର ସନ୍ତାନଗଣ ଓ ତାହାର ଭ୍ରାତୃଗଣ ମଧ୍ୟରୁ ମାସେୟ, ଇଲୀୟେଜର, ଯାରିବ ଓ ଗଦଲୀୟ।
Y fueron hallados de los hijos de los sacerdotes que habían tomado mujeres extranjeras: de los hijos de Jesuá, hijo de Josedec, y de sus hermanos, Maasías, y Eliezer, y Jarib, y Godolías.
19 ଏମାନେ ଆପଣା ଆପଣା ଭାର୍ଯ୍ୟାକୁ ଦୂର କରିଦେବେ ବୋଲି ହସ୍ତ ଦେଲେ; ଆଉ, ଦୋଷୀ ହେବାରୁ ସେମାନେ ଆପଣା ଆପଣା ଦୋଷ ସକାଶେ ପଲରୁ ଏକ ଏକ ମେଷ ଉତ୍ସର୍ଗ କଲେ।
Y dieron su mano de echar sus mujeres: y los culpados, un carnero de ovejas por su expiación.
20 ଆଉ, ଇମ୍ମେରର ସନ୍ତାନମାନଙ୍କ ମଧ୍ୟରୁ ହନାନି ଓ ସବଦୀୟ
Y de los hijos de Immer; Janani y Zebadías.
21 ଓ ହାରୀମ୍ର ସନ୍ତାନମାନଙ୍କ ମଧ୍ୟରୁ ମାସେୟ, ଏଲୀୟ, ଶମୟୀୟ, ଯିହୀୟେଲ ଓ ଉଷୀୟ;
Y de los hijos de Harim; Maasías, y Elías, y Semeías, y Jehiel, y Ozías.
22 ଆଉ, ପଶ୍ହୂରର ସନ୍ତାନମାନଙ୍କ ମଧ୍ୟରୁ ଇଲୀୟୋଐନୟ, ମାସେୟ, ଇଶ୍ମାୟେଲ, ନଥନେଲ, ଯୋଷାବଦ୍ ଓ ଇଲୀୟାସା।
Y de los hijos de Fasur; Elioenai, Maasías, Ismael, Natanael, Jozabed, y Elaasa.
23 ଆଉ, ଲେବୀୟମାନଙ୍କ ମଧ୍ୟରୁ ଯୋଷାବଦ୍ ଓ ଶିମୀୟି ଓ କଲାୟ, ଏହାକୁ କଲିଟ କହନ୍ତି, ପଥାହୀୟ, ଯିହୁଦା ଓ ଇଲୀୟେଜର;
Y de los hijos de los Levitas; Jozabed, y Semeí, y Selaias, este es Calita, Fataias, Judá, y Eliezer,
24 ଆଉ, ଗାୟକମାନଙ୍କ ମଧ୍ୟରୁ ଇଲୀୟାଶୀବ; ଦ୍ୱାରପାଳମାନଙ୍କ ମଧ୍ୟରୁ ଶଲ୍ଲୁମ୍ ଓ ଟେଲମ୍ ଓ ଊରି।
Y de los cantores; Eliasib. Y de los porteros; Sellum, y Tellem, y Urí.
25 ଇସ୍ରାଏଲ ମଧ୍ୟରେ ପରିୟୋଶର ସନ୍ତାନମାନଙ୍କ ମଧ୍ୟରୁ ରମୀୟ, ଯିଷୀୟ, ମଲ୍କୀୟ, ମିୟାମୀନ୍, ଇଲୀୟାସର, ମଲ୍କୀୟ ଓ ବନାୟ।
Y de Israel: de los hijos de Faros; Remeias, y Jezías, y Melquías, y Mijamín, y Eleazar, y Melquías, y Banea.
26 ଆଉ, ଏଲମ୍ର ସନ୍ତାନଗଣ ମଧ୍ୟରୁ ମତ୍ତନୀୟ, ଜିଖରୀୟ ଓ ଯିହୀୟେଲ ଓ ଅବ୍ଦି ଓ ଯେରେମୋତ୍ ଓ ଏଲୀୟ।
Y de los hijos de Elam; Matanías, Zacarías, y Jehiel, y Abdi, y Jerimot, y Elia.
27 ଆଉ, ସତ୍ତୂର ସନ୍ତାନଗଣ ମଧ୍ୟରୁ ଇଲୀୟୋଐନୟ, ଇଲୀୟାଶୀବ ଓ ମତ୍ତନୀୟ ଓ ଯେରେମୋତ୍ ଓ ସାବଦ୍ ଓ ଅସୀସା
Y de los hijos de Zattu; Elioenai, Eliasib, Matanías, y Jerimot, y Zabad, y Aziza.
28 ଓ ବେବୟର ସନ୍ତାନଗଣ ମଧ୍ୟରୁ ଯିହୋହାନନ୍, ହନାନୀୟ, ସବ୍ବେୟ, ଅତ୍ତଲୟ;
Y de los hijos de Bebai; Johanán, Hananías, Zabbai, Atalaí.
29 ଆଉ, ବାନିର ସନ୍ତାନଗଣ ମଧ୍ୟରୁ ମଶୁଲ୍ଲମ୍, ମଲ୍ଲୁକ ଓ ଅଦାୟା, ଯାଶୂବ ଓ ଶାଲ, ଯିରେମୋତ୍।
Y de los hijos de Bani; Mesullam, Malluc, y Adaias, Jasub, y Seal, Jeramot.
30 ଆଉ, ପହତ୍-ମୋୟାବର ସନ୍ତାନଗଣ ମଧ୍ୟରୁ ଅଦନ୍ ଓ କଲାଲ, ବନାୟ, ମାସେୟ, ମତ୍ତନୀୟ, ବତ୍ସଲେଲ ଓ ବିନ୍ନୁୟି ଓ ମନଃଶି;
Y de los hijos de Pahat-moab, Adna, y Quelal, Benaías, Maasías, Matanías, Beseleel, Benvi, y Manasés.
31 ଆଉ, ହାରୀମ୍ର ସନ୍ତାନଗଣ ମଧ୍ୟରୁ ଇଲୀୟେଜର, ଯିଶୀୟ, ମଲ୍କୀୟ, ଶମୟୀୟ, ଶିମୀୟୋନ;
Y de los hijos de Harim; Eliezer, Jesué, Melquías, Semeías, Simeón,
32 ବିନ୍ୟାମୀନ୍, ମଲ୍ଲୁକ, ଶେମରୀୟ;
Ben-jamín, Malluc, Samarías.
33 ହଶୂମର ସନ୍ତାନଗଣ ମଧ୍ୟରୁ ମତ୍ତନୟ, ମତ୍ତତ୍ତ, ସାବଦ୍, ଇଲୀଫେଲଟ୍, ଯିରେମୟ, ମନଃଶି, ଶିମୀୟି;
De los hijos de Hasum: Matanai, Matata, Zabad, Elifelec, Jermai, Manasés, Semeí.
34 ବାନିର ସନ୍ତାନଗଣ ମଧ୍ୟରୁ ମାଦୟ, ଅମ୍ରାମ୍ ଓ ଉୟେଲ;
De los hijos de Banni; Maadi, Amram, y Vel,
36 ବନୀୟ, ମରେମୋତ୍, ଇଲୀୟାଶୀବ;
Vanías, Meremot, Eliasib,
37 ମତ୍ତନୀୟ, ମତ୍ତନୟ ଓ ଯାଶୟ;
Matanías, Matenai, y Jaasau,
38 ଆଉ, ବାନି ଓ ବିନ୍ନୁୟି, ଶିମୀୟି;
Y Bani, y Binnui, Semeí,
39 ଶେଲିମୀୟ ଓ ନାଥନ ଓ ଅଦାୟା;
Y Selemías, y Natán, y Adaías,
40 ମଗ୍ନଦ୍ବୟ, ଶାଶୟ, ଶାରୟ;
Macnadebai, Sasaí, Saraí,
41 ଅସରେଲ୍ ଓ ଶେଲିମୀୟ, ଶେମରୀୟ;
Azarel, y Selemías, Samarías,
42 ଶଲ୍ଲୁମ୍, ଅମରୀୟ, ଯୋଷେଫ।
Sellum, Amarias, José.
43 ନବୋର ସନ୍ତାନଗଣ ମଧ୍ୟରୁ ଯିୟୀୟେଲ୍, ମତ୍ତଥୀୟ, ସାବଦ୍, ସବୀନଃ, ଯଦ୍ଦୋୟ ଓ ଯୋୟେଲ, ବନାୟ;
Y de los hijos de Nebo; Jehiel, Matatías, Zabad, Zebina, Jadau, y Joel, Benaías.
44 ଏସମସ୍ତେ ଅନ୍ୟ ଦେଶୀୟା ଭାର୍ଯ୍ୟା ଗ୍ରହଣ କରିଥିଲେ; ଆଉ, ସେହି ଭାର୍ଯ୍ୟାମାନଙ୍କଠାରୁ କାହାରି କାହାରି ସନ୍ତାନସନ୍ତତି ଜାତ ହୋଇଥିଲେ।
Todos estos habían tomado mujeres extranjeras, y había mujeres de ellos, que habían parido hijos.