< ଏଜ୍ରା 3 >

1 ଆଉ, ସପ୍ତମ ମାସ ଉପସ୍ଥିତ ହେଲା, ପୁଣି ଇସ୍ରାଏଲ-ସନ୍ତାନଗଣ ସେହି ସବୁ ନଗରରେ ଥିଲେ, ସେତେବେଳେ ଲୋକମାନେ ଏକ ବ୍ୟକ୍ତି ତୁଲ୍ୟ ଏକ ମନ ହୋଇ ଯିରୂଶାଲମରେ ଏକତ୍ରିତ ହେଲେ।
וַיִּגַּע֙ הַחֹ֣דֶשׁ הַשְּׁבִיעִ֔י וּבְנֵ֥י יִשְׂרָאֵ֖ל בֶּעָרִ֑ים ס וַיֵּאָסְפ֥וּ הָעָ֛ם כְּאִ֥ישׁ אֶחָ֖ד אֶל־יְרוּשָׁלִָֽם׃ ס
2 ତହିଁରେ ଯୋଷାଦକର ପୁତ୍ର ଯେଶୂୟ ଓ ତାହାର ଯାଜକ-ଭ୍ରାତୃଗଣ ଓ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ତାହାର ଭ୍ରାତୃଗଣ ଉଠି ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ଉତ୍ସର୍ଗ କରିବା ପାଇଁ ଇସ୍ରାଏଲର ପରମେଶ୍ୱରଙ୍କ ଯଜ୍ଞବେଦି ନିର୍ମାଣ କଲେ।
וַיָּקָם֩ יֵשׁ֨וּעַ בֶּן־יֽוֹצָדָ֜ק וְאֶחָ֣יו הַכֹּהֲנִ֗ים וּזְרֻבָּבֶ֤ל בֶּן־שְׁאַלְתִּיאֵל֙ וְאֶחָ֔יו וַיִּבְנ֕וּ אֶת־מִזְבַּ֖ח אֱלֹהֵ֣י יִשְׂרָאֵ֑ל לְהַעֲל֤וֹת עָלָיו֙ עֹל֔וֹת כַּכָּת֕וּב בְּתוֹרַ֖ת מֹשֶׁ֥ה אִישׁ־הָאֱלֹהִֽים׃
3 ପୁଣି, ସେମାନେ ନାନା ଦେଶୀୟ ଲୋକମାନଙ୍କ ସକାଶୁ ଭୀତ ହେବାରୁ ଯଜ୍ଞବେଦିକୁ ତହିଁର ଭିତ୍ତିମୂଳ ଉପରେ ସ୍ଥାପନ କଲେ; ଆଉ, ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି, ଅର୍ଥାତ୍‍, ପ୍ରଭାତୀୟ ଓ ସନ୍ଧ୍ୟାକାଳୀନ ହୋମବଳି ଉତ୍ସର୍ଗ କଲେ।
וַיָּכִ֤ינוּ הַמִּזְבֵּ֙חַ֙ עַל־מְכ֣וֹנֹתָ֔יו כִּ֚י בְּאֵימָ֣ה עֲלֵיהֶ֔ם מֵעַמֵּ֖י הָאֲרָצ֑וֹת וַיַּעֲל֨וּ עָלָ֤יו עֹלוֹת֙ לַֽיהוָ֔ה עֹל֖וֹת לַבֹּ֥קֶר וְלָעָֽרֶב׃
4 ଏଥିଉତ୍ତାରେ ସେମାନେ ଲିଖନାନୁସାରେ ପତ୍ରକୁଟୀର ପର୍ବ ପାଳନ କଲେ ଓ ପ୍ରତିଦିନର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବିଧିମତେ ସଂଖ୍ୟାନୁସାରେ ପ୍ରାତ୍ୟହିକ ହୋମବଳି ଉତ୍ସର୍ଗ କଲେ;
וַֽיַּעֲשׂ֛וּ אֶת־חַ֥ג הַסֻּכּ֖וֹת כַּכָּת֑וּב וְעֹלַ֨ת י֤וֹם בְּיוֹם֙ בְּמִסְפָּ֔ר כְּמִשְׁפַּ֖ט דְּבַר־י֥וֹם בְּיוֹמֽוֹ׃
5 ଏଥିଉତ୍ତାରେ ସେମାନେ ନିତ୍ୟ ହୋମବଳି, ଆଉ ଅମାବାସ୍ୟାର ଓ ସଦାପ୍ରଭୁଙ୍କ ପବିତ୍ରୀକୃତ ସକଳ ନିରୂପିତ ପର୍ବର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଉତ୍ସର୍ଗକାରୀ ପ୍ରତ୍ୟେକ ଲୋକର ଉପହାର ଉତ୍ସର୍ଗ କରିବାକୁ ଲାଗିଲେ।
וְאַחֲרֵיכֵ֞ן עֹלַ֤ת תָּמִיד֙ וְלֶ֣חֳדָשִׁ֔ים וּלְכָל־מוֹעֲדֵ֥י יְהוָ֖ה הַמְקֻדָּשִׁ֑ים וּלְכֹ֛ל מִתְנַדֵּ֥ב נְדָבָ֖ה לַיהוָֽה׃
6 ସପ୍ତମ ମାସର ପ୍ରଥମ ଦିନଠାରୁ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବାକୁ ଆରମ୍ଭ କଲେ; ମାତ୍ର ସେସମୟରେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ସ୍ଥାପିତ ହୋଇ ନ ଥିଲା।
מִיּ֤וֹם אֶחָד֙ לַחֹ֣דֶשׁ הַשְּׁבִיעִ֔י הֵחֵ֕לּוּ לְהַעֲל֥וֹת עֹל֖וֹת לַיהוָ֑ה וְהֵיכַ֥ל יְהוָ֖ה לֹ֥א יֻסָּֽד׃
7 ଆଉ, ସେମାନେ ପାରସ୍ୟର ରାଜା କୋରସ୍‍ର ଅନୁମତି ଅନୁସାରେ ରାଜମିସ୍ତ୍ରୀ ଓ ସୂତ୍ରଧରମାନଙ୍କୁ ମୁଦ୍ରା ଦେଲେ; ପୁଣି ଲିବାନୋନଠାରୁ ଯାଫୋସ୍ଥିତ ସମୁଦ୍ରତୀର ପର୍ଯ୍ୟନ୍ତ ଏରସ କାଷ୍ଠ ଆଣିବା ପାଇଁ ସୀଦୋନୀୟ ଓ ସୋରୀୟ ଲୋକମାନଙ୍କୁ ଖାଦ୍ୟ ଓ ପେୟଦ୍ରବ୍ୟ ଓ ତୈଳ ଦେଲେ।
וַיִּ֨תְּנוּ־כֶ֔סֶף לַחֹצְבִ֖ים וְלֶחָרָשִׁ֑ים וּמַאֲכָ֨ל וּמִשְׁתֶּ֜ה וָשֶׁ֗מֶן לַצִּֽדֹנִים֙ וְלַצֹּרִ֔ים לְהָבִיא֩ עֲצֵ֨י אֲרָזִ֤ים מִן־הַלְּבָנוֹן֙ אֶל־יָ֣ם יָפ֔וֹא כְּרִשְׁי֛וֹן כּ֥וֹרֶשׁ מֶֽלֶךְ־פָּרַ֖ס עֲלֵיהֶֽם׃ פ
8 ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହକୁ ସେମାନଙ୍କ ଆଗମନର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସରେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ଯୋଷାଦକର ପୁତ୍ର ଯେଶୂୟ ଓ ସେମାନଙ୍କର ଅବଶିଷ୍ଟ ଯାଜକ ଓ ଲେବୀୟ ଭ୍ରାତୃଗଣ ଓ ବନ୍ଦୀଦଶାରୁ ଯିରୂଶାଲମକୁ ଆଗତ ଲୋକ ସମସ୍ତେ ଆରମ୍ଭ କରି ସଦାପ୍ରଭୁଙ୍କ ଗୃହକାର୍ଯ୍ୟର ତତ୍ତ୍ୱାବଧାରଣ ନିମନ୍ତେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନଙ୍କୁ ନିଯୁକ୍ତ କଲେ।
וּבַשָּׁנָ֣ה הַשֵּׁנִ֗ית לְבוֹאָ֞ם אֶל־בֵּ֤ית הָֽאֱלֹהִים֙ לִיר֣וּשָׁלִַ֔ם בַּחֹ֖דֶשׁ הַשֵּׁנִ֑י הֵחֵ֡לּוּ זְרֻבָּבֶ֣ל בֶּן־שְׁ֠אַלְתִּיאֵל וְיֵשׁ֨וּעַ בֶּן־יֽוֹצָדָ֜ק וּשְׁאָ֥ר אֲחֵיהֶ֣ם ׀ הַכֹּהֲנִ֣ים וְהַלְוִיִּ֗ם וְכָל־הַבָּאִים֙ מֵהַשְּׁבִ֣י יְרֽוּשָׁלִַ֔ם וַיַּעֲמִ֣ידוּ אֶת־הַלְוִיִּ֗ם מִבֶּ֨ן עֶשְׂרִ֤ים שָׁנָה֙ וָמַ֔עְלָה לְנַצֵּ֖חַ עַל־מְלֶ֥אכֶת בֵּית־יְהוָֽה׃ פ
9 ସେତେବେଳେ ଯେଶୂୟ ତାହାର ପୁତ୍ର ଓ ଭ୍ରାତୃଗଣ, କଦ୍‍ମୀୟେଲ ଓ ତାହାର ପୁତ୍ରଗଣ, ଯିହୁଦାର ପୁତ୍ରଗଣ, ପରମେଶ୍ୱରଙ୍କ ଗୃହରେ କର୍ମକାରୀମାନଙ୍କ ତତ୍ତ୍ୱାବଧାରଣର ଭାର ପ୍ରାପ୍ତ ହେବା ନିମନ୍ତେ ଏକତ୍ର ଠିଆ ହେଲେ; ହେନାଦଦର ପୁତ୍ରଗଣ, ସେମାନଙ୍କ ପୁତ୍ର ଓ ଭ୍ରାତୃଗଣ (ତଦ୍ରୂପ କଲେ), ଏମାନେ ଲେବୀୟ ଲୋକ।
וַיַּעֲמֹ֣ד יֵשׁ֡וּעַ בָּנָ֣יו וְ֠אֶחָיו קַדְמִיאֵ֨ל וּבָנָ֤יו בְּנֵֽי־יְהוּדָה֙ כְּאֶחָ֔ד לְנַצֵּ֛חַ עַל־עֹשֵׂ֥ה הַמְּלָאכָ֖ה בְּבֵ֣ית הָאֱלֹהִ֑ים ס בְּנֵי֙ חֵֽנָדָ֔ד בְּנֵיהֶ֥ם וַאֲחֵיהֶ֖ם הַלְוִיִּֽם׃
10 ଆଉ, ନିର୍ମାଣକାରୀମାନେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାଇବା ବେଳେ ସେମାନେ ଇସ୍ରାଏଲର ରାଜା ଦାଉଦଙ୍କ ନିରୂପଣାନୁସାରେ ସଦାପ୍ରଭୁଙ୍କର ପ୍ରଶଂସା କରିବା ନିମନ୍ତେ ନିଜ ନିଜ ବସ୍ତ୍ର ପରିହିତ ଯାଜକମାନଙ୍କୁ ତୂରୀ ସହିତ ଓ ଆସଫର ସନ୍ତାନ ଲେବୀୟଗଣଙ୍କୁ କରତାଳ ସହିତ ସ୍ଥାପନ କଲେ।
וְיִסְּד֥וּ הַבֹּנִ֖ים אֶת־הֵיכַ֣ל יְהוָ֑ה וַיַּעֲמִידוּ֩ הַכֹּהֲנִ֨ים מְלֻבָּשִׁ֜ים בַּחֲצֹֽצְר֗וֹת וְהַלְוִיִּ֤ם בְּנֵֽי־אָסָף֙ בַּֽמְצִלְתַּ֔יִם לְהַלֵּל֙ אֶת־יְהוָ֔ה עַל־יְדֵ֖י דָּוִ֥יד מֶֽלֶךְ־יִשְׂרָאֵֽל׃
11 ପୁଣି, ସେମାନେ ସଦାପ୍ରଭୁଙ୍କୁ ପ୍ରଶଂସା ଓ ଧନ୍ୟବାଦ ଦେଇ ଏକଆରେକ ପ୍ରତି ଗାନ କରି କହିଲେ, “ସେ ମଙ୍ଗଳମୟ, ଯେହେତୁ ଇସ୍ରାଏଲ ପ୍ରତି ତାହାଙ୍କର କରୁଣା ଅନନ୍ତକାଳସ୍ଥାୟୀ।” ଆଉ, ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ବସାଯିବା ସକାଶୁ ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବା ବେଳେ ସମଗ୍ର ଲୋକ ଉଚ୍ଚସ୍ୱରରେ ଜୟଧ୍ୱନି କଲେ।
וַֽ֠יַּעֲנוּ בְּהַלֵּ֨ל וּבְהוֹדֹ֤ת לַֽיהוָה֙ כִּ֣י ט֔וֹב כִּֽי־לְעוֹלָ֥ם חַסְדּ֖וֹ עַל־יִשְׂרָאֵ֑ל וְכָל־הָעָ֡ם הֵרִיעוּ֩ תְרוּעָ֙ה גְדוֹלָ֤ה בְהַלֵּל֙ לַֽיהוָ֔ה עַ֖ל הוּסַ֥ד בֵּית־יְהוָֽה׃ ס
12 ମାତ୍ର ଯେଉଁ ଯାଜକ ଓ ଲେବୀୟ ଓ ପିତୃବଂଶର ପ୍ରଧାନ ପ୍ରାଚୀନ ଲୋକମାନେ ପ୍ରଥମ ଗୃହ ଦେଖିଥିଲେ, ସେମାନଙ୍କ ଦୃଷ୍ଟିଗୋଚରରେ ଏହି ଗୃହର ଭିତ୍ତିମୂଳ ବସାଯିବା ବେଳେ ସେମାନଙ୍କ ମଧ୍ୟରୁ ଅନେକେ ଉଚ୍ଚସ୍ୱରରେ ରୋଦନ କଲେ ଓ ଅନେକେ ଆନନ୍ଦ ସକାଶୁ ଜୟଧ୍ୱନି କଲେ;
וְרַבִּ֡ים מֵהַכֹּהֲנִ֣ים וְהַלְוִיִּם֩ וְרָאשֵׁ֨י הָאָב֜וֹת הַזְּקֵנִ֗ים אֲשֶׁ֨ר רָא֜וּ אֶת־הַבַּ֤יִת הָֽרִאשׁוֹן֙ בְּיָסְד֔וֹ זֶ֤ה הַבַּ֙יִת֙ בְּעֵ֣ינֵיהֶ֔ם בֹּכִ֖ים בְּק֣וֹל גָּד֑וֹל וְרַבִּ֛ים בִּתְרוּעָ֥ה בְשִׂמְחָ֖ה לְהָרִ֥ים קֽוֹל׃
13 ତହିଁରେ ଲୋକମାନେ ଆନନ୍ଦ ଧ୍ୱନିର ଓ ଜନତାର କ୍ରନ୍ଦନ ଶବ୍ଦର ପ୍ରଭେଦ କରି ପାରିଲେ ନାହିଁ; ଯେଣୁ ଲୋକମାନେ ଉଚ୍ଚସ୍ୱରରେ ମହାଧ୍ୱନି କଲେ, ଆଉ ତହିଁର ଶବ୍ଦ ଅତି ଦୂରକୁ ଶୁଣାଗଲା।
וְאֵ֣ין הָעָ֗ם מַכִּירִים֙ ק֚וֹל תְּרוּעַ֣ת הַשִּׂמְחָ֔ה לְק֖וֹל בְּכִ֣י הָעָ֑ם כִּ֣י הָעָ֗ם מְרִיעִים֙ תְּרוּעָ֣ה גְדוֹלָ֔ה וְהַקּ֥וֹל נִשְׁמַ֖ע עַד־לְמֵרָחֽוֹק׃ פ

< ଏଜ୍ରା 3 >