< ଏଜ୍ରା 5 >

1 ଏଥିଉତ୍ତାରେ ହାଗୟ ଭବିଷ୍ୟଦ୍‍ବକ୍ତା ଓ ଇଦ୍ଦୋର ପୁତ୍ର ଯିଖରୀୟ, ଏହି ଭବିଷ୍ୟଦ୍‍ବକ୍ତାମାନେ ଯିହୁଦା ଓ ଯିରୂଶାଲମସ୍ଥିତ ଯିହୁଦୀୟମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ; ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ନାମରେ ସେମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।
Peyğəmbərlərdən peyğəmbər Haqqayla İddo oğlu Zəkəriyyə Yəhudada və Yerusəlimdə yaşayan Yəhudilərə İsrail Allahının adı ilə peyğəmbərlik etdi.
2 ତହିଁରେ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ଯୋଷାଦକର ପୁତ୍ର ଯେଶୂୟ ଉଠି ଯିରୂଶାଲମରେ ପରମେଶ୍ୱରଙ୍କ ଗୃହ ନିର୍ମାଣ କରିବାକୁ ଲାଗିଲେ; ଆଉ, ପରମେଶ୍ୱରଙ୍କ ଭବିଷ୍ୟଦ୍‍ବକ୍ତାମାନେ ସେମାନଙ୍କ ସଙ୍ଗେ ଥାଇ ସେମାନଙ୍କର ସାହାଯ୍ୟ କଲେ।
O zaman Şealtiel oğlu Zerubbabil və Yosadaq oğlu Yeşua işə başlayaraq Yerusəlimdəki Allah evinin tikintisini davam etdirdilər. Allahın peyğəmbərləri də onlarla idi və onlara kömək etdi.
3 ସେହି ସମୟରେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର-ବୋଷଣୟ ଓ ସେମାନଙ୍କ ସଙ୍ଗୀମାନେ ଆସି ସେମାନଙ୍କୁ ପଚାରିଲେ, “ଏହି ଗୃହ ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା?”
O vaxtlar Fərat çayının qərb torpaqlarının valisi olan Tattenay, Şetar-Boznay və yoldaşları onların yanına gəlib dedi: «Bu məbədi bərpa etmək və tikintisini qurtarmaq üçün sizə kim icazə verib?»
4 ତେବେ ଆମ୍ଭେମାନେ ସେମାନଙ୍କୁ ତଦନୁସାରେ ଉତ୍ତର ଦେଲୁ; ସେମାନେ ପଚାରିଲେ, “ଏହି ନିର୍ମାଣକାରୀମାନଙ୍କ ନାମ କଅଣ?”
Onda biz onlara bu binanı tikənlərin adlarını bildirdik.
5 ମାତ୍ର ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ସେମାନଙ୍କ ପରମେଶ୍ୱରଙ୍କ ଦୃଷ୍ଟି ଥିବାରୁ ଦାରୀୟାବସ ନିକଟରେ ଏହି କଥା ଉପସ୍ଥିତ ନ ହେବା ଓ ପତ୍ର ଦ୍ୱାରା ସେହି ବିଷୟର ଉତ୍ତର ପୁନର୍ବାର ନ ଆସିବା ପର୍ଯ୍ୟନ୍ତ ଶତ୍ରୁମାନେ ସେମାନଙ୍କୁ ନିବୃତ୍ତ କଲେ ନାହିଁ।
Allahın nəzəri Yəhudi ağsaqqallarının üzərinə yönəlmişdi. Ona görə bu işin sorağı Daraya çatana və bu barədə məktubla cavab qayıdanadək onlar Yəhudilərin işini dayandırmadılar.
6 ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ଓ ଶଥର-ବୋଷଣୟ ଓ ନଦୀ ସେପାରିସ୍ଥ ତାହାର ସଙ୍ଗୀ ଅଫର୍ସଖୀୟମାନଙ୍କର ଦାରୀୟାବସ ରାଜା ନିକଟକୁ ପ୍ରେରିତ ପତ୍ରର ପ୍ରତିଲିପି;
Fərat çayının qərb torpaqlarının valisi Tattenay, Şetar-Boznay və yoldaşları, Fərat çayının qərb torpaqlarındakı məmurlar padşah Daraya bu surətdə məktub yolladı.
7 ସେମାନେ ତାହା ନିକଟକୁ ଯେଉଁ ପତ୍ର ପଠାଇଲେ, ତହିଁରେ ଏରୂପ ଲେଖାଥିଲା; “ମହାରାଜ ଦାରୀୟାବସଙ୍କର ସର୍ବଶାନ୍ତି।
Ona yolladıqları məktubda belə yazılmışdı: «Padşah Daraya böyük ehtiramla salamlar!
8 ମହାରାଜଙ୍କ ନିକଟରେ ଜଣାଣ ଏହି ଯେ, ଆମ୍ଭେମାନେ ଯିହୁଦା ପ୍ରଦେଶରେ ମହାନ ପରମେଶ୍ୱରଙ୍କ ଗୃହକୁ ଯାଇଥିଲୁ, ତାହା ବଡ଼ ବଡ଼ ପ୍ରସ୍ତରରେ ନିର୍ମିତ ହେଉଅଛି ଓ କାନ୍ଥରେ କଡ଼ି ବସା ଯାଉଅଛି, ଆଉ ଏହି କାର୍ଯ୍ୟ ଯତ୍ନରେ ହେଉଅଛି ଓ ସେମାନଙ୍କ ହସ୍ତରେ ସଫଳ ହେଉଅଛି।
Padşaha məlum olsun ki, biz Yəhuda vilayətindəki böyük Allahın məbədinə getdik. Məbəd böyük daşlardan tikilmiş, divarların içərisinə dirəklər qoyulmuşdur. Bu iş səylə görülərək uğurla idarə edilir.
9 ତେବେ ଆମ୍ଭେମାନେ ସେହି ପ୍ରାଚୀନବର୍ଗଙ୍କୁ ପଚାରି ଏହିପରି କହିଲୁ, ‘ଏହି ଗୃହ ନିର୍ମାଣ କରିବାକୁ ଓ ଏହି ପ୍ରାଚୀର ସମାପ୍ତ କରିବାକୁ କିଏ ତୁମ୍ଭମାନଙ୍କୁ ଆଜ୍ଞା ଦେଲା?’
O zaman oranın ağsaqqallarından soruşub belə dedik: “Bu məbədi bərpa etmək və tikintisini qurtarmaq üçün sizə kim icazə verib?”
10 ମଧ୍ୟ ଆମ୍ଭେମାନେ ଆପଣଙ୍କୁ ଜଣାଇବା ନିମନ୍ତେ ସେମାନଙ୍କ ପ୍ରଧାନବର୍ଗଙ୍କର ନାମ ଲେଖି ନେବାକୁ ସେମାନଙ୍କ ନାମ ପଚାରିଲୁ।
Həm də onlardan bu işin başçılarının adını soruşduq ki, bunları yazaraq sizə bildirək.
11 ତହୁଁ ସେମାନେ ଆମ୍ଭମାନଙ୍କୁ ଏହି ଉତ୍ତର ଦେଲେ, ଆମ୍ଭେମାନେ ସ୍ୱର୍ଗ ଓ ପୃଥିବୀର ପରମେଶ୍ୱରଙ୍କ ଦାସ, ପୁଣି ଏହି ଯେଉଁ ଗୃହ ନିର୍ମାଣ କରୁଅଛୁ, ଏହା ଅନେକ ବର୍ଷ ପୂର୍ବେ ନିର୍ମିତ ହୋଇଥିଲା, ଇସ୍ରାଏଲର ଏକ ମହାରାଜ ତାହା ନିର୍ମାଣ କରି ସମାପ୍ତ କରିଥିଲେ।
Onlar bizə belə cavab verdilər: “Biz göylərin və yerin Allahının qullarıyıq. Bundan bir çox il əvvəl tikilən məbədi bərpa edirik. Vaxtı ilə oranı İsrailin böyük padşahı tikib başa çatdırmışdı.
12 ମାତ୍ର ଆମ୍ଭମାନଙ୍କ ପୂର୍ବପୁରୁଷଗଣ ସ୍ୱର୍ଗର ପରମେଶ୍ୱରଙ୍କୁ କୋପାନ୍ୱିତ କଲା ଉତ୍ତାରେ ସେ ସେମାନଙ୍କୁ ବାବିଲର ରାଜା କଲ୍‍ଦୀୟ ନବୂଖଦ୍‍ନିତ୍ସର ହସ୍ତରେ ସମର୍ପଣ କରନ୍ତେ, ସେ ଏହି ଗୃହ ବିନାଶ କରି ଲୋକମାନଙ୍କୁ ବାବିଲକୁ ନେଇଗଲା।
Lakin atalarımız göylərin Allahını qəzəbləndirdiyi üçün Allah onları Babil padşahı Xaldeyli Navuxodonosora təslim etdi. O da bu məbədi xarabaya çevirdi və xalqını Babilə əsir apardı.
13 ମାତ୍ର ବାବିଲର ରାଜା କୋରସ୍‍ଙ୍କ ରାଜତ୍ଵର ପ୍ରଥମ ବର୍ଷରେ ପରମେଶ୍ୱରଙ୍କ ଏହି ଗୃହ ନିର୍ମାଣ କରିବା ପାଇଁ କୋରସ୍‍ ରାଜା ଆଜ୍ଞା କଲେ।
Lakin Babil padşahı Kirin hakimiyyətinin birinci ilində padşah Kir Allah evinin bərpası üçün əmr verdi.
14 ଆହୁରି, ନବୂଖଦ୍‍ନିତ୍ସର ପରମେଶ୍ୱରଙ୍କ ଗୃହର ଯେସକଳ ସ୍ୱର୍ଣ୍ଣମୟ ଓ ରୌପ୍ୟମୟ ପାତ୍ର ଯିରୂଶାଲମସ୍ଥ ମନ୍ଦିରରୁ ନେଇ ବାବିଲସ୍ଥ ମନ୍ଦିରକୁ ଆଣିଥିଲା, ତାହାସବୁ କୋରସ୍‍ ରାଜା ବାବିଲସ୍ଥ ମନ୍ଦିରରୁ ବାହାର କରିଦେଲେ, ପୁଣି ତାହାସବୁ ଶେଶବସର ନାମକ ତାଙ୍କ ନିଯୁକ୍ତ ଶାସନକର୍ତ୍ତା ହସ୍ତରେ ସମର୍ପିତ ହେଲା;
Həmçinin Yerusəlimdəki Allah evindən Navuxodonosorun götürüb Babil məbədinə apardığı qızıl və gümüş qabları padşah Kir Babildəki məbəddən çıxartdı. Onları vali təyin etdiyi Şeşbassar adlı bir adama verərək dedi:
15 ଆଉ, ସେ ତାହାକୁ କହିଲେ, ଏହିସବୁ ପାତ୍ର ନେଇଯାଇ ଯିରୂଶାଲମସ୍ଥ ମନ୍ଦିରରେ ରଖ ଓ ପରମେଶ୍ୱରଙ୍କ ଗୃହ ସ୍ୱ ସ୍ଥାନରେ ନିର୍ମିତ ହେଉ।
‹Bu əşyaları götürüb get, Yerusəlimdəki məbədə qoy. Allahın evi qoy öz yerində bərpa olunsun›.
16 ତହିଁରେ ସେହି ଶେଶବସର ଆସି ଯିରୂଶାଲମରେ ପରମେଶ୍ୱରଙ୍କ ଗୃହର ଭିତ୍ତିମୂଳ ସ୍ଥାପନ କଲା; ଆଉ, ସେହି ସମୟଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ତାହା ନିର୍ମିତ ହେଉଅଛି, ତଥାପି ତାହା ସମ୍ପୂର୍ଣ୍ଣ ହୋଇ ନାହିଁ।
O zaman həmin Şeşbassar gəlib Yerusəlimdəki Allah evinin təməlini qoydu. O zamandan indiyə qədər bu məbəd tikilir, lakin hələ tamamlanmayıb”.
17 ଏହେତୁ ଯେବେ ମହାରାଜଙ୍କୁ ଉତ୍ତମ ଦେଖାଯାଏ, ତେବେ କୋରସ୍‍ ରାଜା ଯିରୂଶାଲମରେ ପରମେଶ୍ୱରଙ୍କ ଏହି ଗୃହ ନିର୍ମାଣ କରିବାର ଆଜ୍ଞା ଦେଇଥିଲେ କି ନାହିଁ, ତାହା ବାବିଲସ୍ଥ ମହାରାଜଙ୍କ ଭଣ୍ଡାର ଗୃହରେ ଅନୁସନ୍ଧାନ କରାଯାଉ, ପୁଣି ଏହି ବିଷୟରେ ମହାରାଜ ଆମ୍ଭମାନଙ୍କ ନିକଟକୁ ଆପଣାର ଅଭିମତ ପ୍ରେରଣ କରନ୍ତୁ।”
İndi padşahın xoşuna gələrsə, qoy Babil sarayındakı dəftərxana axtarılaraq Yerusəlimdəki Allah evinin bərpası üçün padşah Kirin verdiyi əmr üzə çıxarılsın. Sonra isə bu iş barədə padşah öz iradəsini bizə bildirsin».

< ଏଜ୍ରା 5 >