< ଏଜ୍ରା 6 >
1 ସେତେବେଳେ ଦାରୀୟାବସ ରାଜା ଆଜ୍ଞା କରନ୍ତେ, ବାବିଲସ୍ଥ ଯେଉଁ ପୁସ୍ତକାଳୟରେ ଧନ ସଞ୍ଚିତ ହେଲା, ତାହା ଅନୁସନ୍ଧାନ କରାଗଲା।
So King Darius ordered an investigation in the house of archives in Babylon.
2 ପୁଣି, ମାଦୀୟ ପ୍ରଦେଶସ୍ଥ ଅକ୍ଷ୍ମଥା ନାମକ ରାଜଗୃହରେ ଏକ ନଳାକାର ପୁସ୍ତକ ପ୍ରାପ୍ତ ହେଲା, ତହିଁ ମଧ୍ୟରେ ସ୍ମରଣାର୍ଥେ ଏରୂପ ଲେଖା ହୋଇଥିଲା।
In the fortified city of Ecbatana in Media a scroll was found; this was its record:
3 “କୋରସ୍ ରାଜାଙ୍କ ରାଜତ୍ଵର ପ୍ରଥମ ବର୍ଷରେ କୋରସ୍ ରାଜା ଯିରୂଶାଲମସ୍ଥିତ ପରମେଶ୍ୱରଙ୍କ ଗୃହ ବିଷୟରେ ଏହି ଆଜ୍ଞା କଲେ, ଲୋକମାନଙ୍କ ବଳିଦାନ ସ୍ଥାନ ସେହି ଗୃହ ନିର୍ମିତ ହେଉ ଓ ତହିଁର ଭିତ୍ତିମୂଳ ଦୃଢ଼ ରୂପେ ସ୍ଥାପିତ ହେଉ; ତହିଁର ଉଚ୍ଚତା ଷାଠିଏ ହାତ ଓ ତହିଁର ପ୍ରସ୍ଥ ଷାଠିଏ ହାତ ହେଉ;
“In the first year of King Cyrus, Cyrus issued a decree about the house of God in Jerusalem: 'Let the house be rebuilt as a place for sacrifice, let its foundations be laid, let its height be sixty cubits, and its width sixty cubits,
4 ତାହା ତିନି ଧାଡ଼ି ବଡ଼ ବଡ଼ ପ୍ରସ୍ତରରେ ଓ ଏକ ଧାଡ଼ି ନୂତନ କଡ଼ିକାଠରେ ଗୁନ୍ଥାଯାଉ; ଆଉ, ରାଜଗୃହରୁ ତହିଁର ବ୍ୟୟ ଦିଆଯାଉ;
with three rows of large stones and a row of new timber, and let the cost be paid by the king's house.
5 ଆହୁରି, ପରମେଶ୍ୱରଙ୍କ ଗୃହର ଯେସକଳ ସୁନା ଓ ରୂପାର ପାତ୍ର ନବୂଖଦ୍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ନେଇ ବାବିଲକୁ ଆଣିଥିଲା, ତାହାସବୁ ଫେରାଇ ଦିଆଯାଉ, ପୁଣି ପ୍ରତ୍ୟେକ ପାତ୍ର ପୁନର୍ବାର ଯିରୂଶାଲମସ୍ଥ ମନ୍ଦିରର ସ୍ୱ ସ୍ୱ ସ୍ଥାନକୁ ଅଣାଯାଉ, ଆଉ ତୁମ୍ଭେ ପରମେଶ୍ୱରଙ୍କ ଗୃହରେ ତାହାସବୁ ରଖ।”
Now bring back the gold and silver objects belonging to the house of God, which Nebuchadnezzar brought to Babylon from the temple in Jerusalem and send them back to the temple in Jerusalem. You are to put them in the house of God.'
6 “ଏହେତୁ ହେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ, ହେ ଶଥର-ବୋଷଣୟ, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ସଙ୍ଗୀ ନଦୀ ସେପାରିସ୍ଥ ଅଫର୍ସଖୀୟମାନେ, ସେଠାରୁ ଦୂରରେ ଥାଅ;
Now Tattenai, the governor of the Province Beyond the River, Shethar-Bozenai, and associates who are in the Province Beyond the River, keep away!
7 ପରମେଶ୍ୱରଙ୍କ ଏହି ଗୃହର କାର୍ଯ୍ୟରେ ହସ୍ତ ଦିଅ ନାହିଁ; ଯିହୁଦୀୟମାନଙ୍କର ଅଧ୍ୟକ୍ଷ ଓ ଯିହୁଦୀୟମାନଙ୍କର ପ୍ରାଚୀନବର୍ଗ ପରମେଶ୍ୱରଙ୍କ ଏହି ଗୃହ ସ୍ୱ ସ୍ଥାନରେ ନିର୍ମାଣ କରନ୍ତୁ।
Leave the work of this house of God alone. The governor and Jewish elders will build this house of God at that place.
8 ଆହୁରି, ପରମେଶ୍ୱରଙ୍କର ଏହି ଗୃହ ନିର୍ମାଣ କରିବା ନିମନ୍ତେ ତୁମ୍ଭମାନଙ୍କର ଏହି ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ଆଜ୍ଞା କରୁଅଛୁ; ସେମାନଙ୍କର ବାଧା ଯେପରି ନ ଜନ୍ମେ, ଏଥିପାଇଁ ସେହି ଲୋକମାନଙ୍କୁ ରାଜସମ୍ପତ୍ତିରୁ, ଅର୍ଥାତ୍, ନଦୀ ସେପାରିସ୍ଥ ରାଜ-କରରୁ ଅତି ଯତ୍ନପୂର୍ବକ ବ୍ୟୟ ଦିଆଯାଉ।
I am ordering that you must do this for these Jewish elders who build this house of God: Funds from the king's tribute beyond the River will be used to pay these men so they do not have to stop their work.
9 ପୁଣି, ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ହୋମବଳି ନିମନ୍ତେ ଯିରୂଶାଲମସ୍ଥ ଯାଜକମାନଙ୍କ ବାକ୍ୟାନୁସାରେ ଯୁବା ବୃଷ ଓ ମେଷ ଓ ମେଷଶାବକ, ଗହମ, ଲବଣ, ଦ୍ରାକ୍ଷାରସ ଓ ତୈଳ, ଯାହା ଯାହା ସେମାନଙ୍କର ପ୍ରୟୋଜନ, ତାହାସବୁ ଦିନକୁ ଦିନ ବିନା ବାଧାରେ ସେମାନଙ୍କୁ ଦିଆଯାଉ;
Whatever is needed—young bulls, rams, or lambs for the burnt offerings to the God of Heaven, grain, salt, wine, or oil according to the command of the priests in Jerusalem—give these things to them every day without fail.
10 ତହିଁରେ ସେମାନେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସୌରଭାର୍ଥକ ବଳି ଉତ୍ସର୍ଗ କରିବେ, ଆଉ ରାଜାର ଓ ତାହାର ପୁତ୍ରମାନଙ୍କର ଜୀବନ ନିମନ୍ତେ ପ୍ରାର୍ଥନା କରିବେ।
Do this so they will bring the offering in to the God of Heaven and pray for me, the king, and my sons.
11 ଆହୁରି ମୁଁ ଆଜ୍ଞା କରୁଅଛି ଯେ, ଯେକେହି ଏହି ବାକ୍ୟ ଅନ୍ୟଥା କରିବ, ତାହାର ଗୃହରୁ ଏକ କଡ଼ି ବାହାର କରାଯାଇ ସେହି କାଷ୍ଠରେ ସେ ବନ୍ଧା ହୋଇ ଟଙ୍ଗାଯାଉ; ପୁଣି, ତହିଁ ଲାଗି ତାହାର ଗୃହ ଖତରାଶି କରାଯାଉ।
I am ordering that if anyone violates this decree, a beam must be pulled from his house and he must be impaled on it. His house must then be turned into a rubbish heap because of this.
12 ଆଉ, ଯେଉଁ ଯେଉଁ ରାଜା ଓ ଗୋଷ୍ଠୀୟମାନେ ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଏହି ଗୃହ ବିନାଶ କରିବା ଅଭିପ୍ରାୟରେ ଉକ୍ତ ବାକ୍ୟ ଅନ୍ୟଥା କରିବାକୁ ହସ୍ତକ୍ଷେପ କରିବେ, ସେସମସ୍ତଙ୍କୁ ଯିରୂଶାଲମରେ ସ୍ୱନାମ-ସ୍ଥାପନକାରୀ ପରମେଶ୍ୱର ଉଚ୍ଛିନ୍ନ କରନ୍ତୁ। ମୁଁ ଦାରୀୟାବସ ଏହି ଆଜ୍ଞା ଦେଇଅଛି; ଏହା ଅତି ଯତ୍ନପୂର୍ବକ କରାଯାଉ।”
May the God who has caused his name to dwell there overthrow any king or people who lifts a hand to change this decree, or to destroy this house of God in Jerusalem. I, Darius, am ordering this. Let it be done with diligence!”
13 ତହିଁରେ ଦାରୀୟାବସ ରାଜା ଏହି ଆଜ୍ଞା ପଠାଇବାରୁ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ତତ୍ତନୟ ଓ ଶଥର-ବୋଷଣୟ ଓ ସେମାନଙ୍କ ସଙ୍ଗୀମାନେ ଅତି ଯତ୍ନପୂର୍ବକ ତଦନୁସାରେ କର୍ମ କଲେ।
Then because of the decree sent by Darius the king, Tattenai, the governor of the Province Beyond the River, and Shethar-Bozenai and his associates, did everything that King Darius had ordered.
14 ଏଥିରେ ହାଗୟ ଭବିଷ୍ୟଦ୍ବକ୍ତାଙ୍କର ଓ ଇଦ୍ଦୋର ପୁତ୍ର ଯିଖରୀୟଙ୍କ ଭବିଷ୍ୟଦ୍ବାକ୍ୟ ସହକାରେ ଯିହୁଦୀୟ ପ୍ରାଚୀନବର୍ଗ ମନ୍ଦିରକୁ ନିର୍ମାଣ କଲେ ଓ କୃତକାର୍ଯ୍ୟ ହେଲେ। ଆଉ, ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ଓ ପାରସ୍ୟ ରାଜା କୋରସ୍ ଓ ଦାରୀୟାବସ ଓ ଅର୍ତ୍ତକ୍ଷସ୍ତର ଆଜ୍ଞାନୁସାରେ ନିର୍ମାଣ କରି ସମାପ୍ତ କଲେ।
So the Jewish elders built and prospered under the teaching of Haggaithe prophet and Zechariah son of Iddo. They completed their buildings according to the decree of the God of Israel and by the decree of Cyrus, Darius, and Artaxerxes the king of Persia.
15 ଦାରୀୟାବସ ରାଜାର ରାଜତ୍ଵର ଷଷ୍ଠ ବର୍ଷରେ ଅଦର ନାମକ ମାସର ତୃତୀୟ ଦିନରେ ଏହି ଗୃହ ସମାପ୍ତ ହେଲା।
The house was completed on the third day of the month of Adar, in the sixth year of King Darius' reign.
16 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ, ଯାଜକମାନେ ଓ ଲେବୀୟମାନେ ଓ ବନ୍ଦୀତ୍ୱର ଅବଶିଷ୍ଟ ସନ୍ତାନଗଣ ଆନନ୍ଦରେ ପରମେଶ୍ୱରଙ୍କ ଏହି ଗୃହର ପ୍ରତିଷ୍ଠା-ଉତ୍ସବ ପାଳନ କଲେ।
The Israelite people, priests, Levites, and the rest of the captives celebrated the dedication of this house of God with joy.
17 ପୁଣି, ପରମେଶ୍ୱରଙ୍କ ଏହି ଗୃହର ପ୍ରତିଷ୍ଠା ସମୟରେ ସେମାନେ ଏକ ଶହ ବୃଷ, ଦୁଇ ଶହ ମେଷ, ଚାରି ଶହ ମେଷଶାବକ ଉତ୍ସର୍ଗ କଲେ; ଆଉ, ସମଗ୍ର ଇସ୍ରାଏଲର ପାପାର୍ଥକ ବଳିଦାନ ନିମନ୍ତେ ଇସ୍ରାଏଲୀୟ ଗୋଷ୍ଠୀର ସଂଖ୍ୟାନୁସାରେ ବାରଗୋଟି ଛାଗ ଉତ୍ସର୍ଗ କଲେ।
They offered one hundred bulls, one hundred rams, and four hundred lambs for the dedication of God's house. Twelve male goats were also offered as a sin offering for all Israel, one for each tribe in Israel.
18 ପୁଣି, ସେମାନେ ମୋଶା-ପୁସ୍ତକର ଲିଖନାନୁସାରେ ଯିରୂଶାଲମରେ ପରମେଶ୍ୱରଙ୍କ ସେବାର୍ଥେ ଯାଜକମାନଙ୍କୁ ସେମାନଙ୍କ ବିଭାଗାନୁସାରେ ଓ ଲେବୀୟମାନଙ୍କୁ ସେମାନଙ୍କ ପାଳି ଅନୁସାରେ ନିଯୁକ୍ତ କଲେ।
They also assigned the priests and Levites to work divisions for the service of God in Jerusalem, as it was written in the Book of Moses.
19 ଏଥିଉତ୍ତାରେ ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ବନ୍ଦୀତ୍ୱର ସନ୍ତାନଗଣ ନିସ୍ତାର ପର୍ବ ପାଳନ କଲେ।
So those who had been in exile celebrated the Passover on the fourteenth day of the first month.
20 କାରଣ ଯାଜକମାନେ ଓ ଲେବୀୟମାନେ ଏକତ୍ର ଆପଣାମାନଙ୍କୁ ଶୁଚି କଲେ; ସେସମସ୍ତେ ଶୁଚି ହୋଇଥିଲେ; ଏଣୁ ସେମାନେ ବନ୍ଦୀତ୍ୱର ସମଗ୍ର ସନ୍ତାନ ନିମନ୍ତେ, ଆପଣା ଯାଜକ-ଭ୍ରାତୃଗଣ ନିମନ୍ତେ ଓ ଆପଣାମାନଙ୍କ ନିମନ୍ତେ ନିସ୍ତାର ପର୍ବର ବଳି ବଧ କଲେ।
The priests and Levites all purified themselves and slaughtered the Passover sacrifices for all those who had been in exile, including themselves.
21 ଆଉ, ବନ୍ଦୀତ୍ୱର ପୁନରାଗତ ଇସ୍ରାଏଲ-ସନ୍ତାନଗଣ ଓ ଯେଉଁମାନେ ସେମାନଙ୍କର ପକ୍ଷ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କର ଅନ୍ୱେଷଣ କରିବା ପାଇଁ ଦେଶ ନିବାସୀ ଅନ୍ୟଦେଶୀୟମାନଙ୍କର ଅଶୁଚିତାରୁ ଆପଣାମାନଙ୍କୁ ପୃଥକ କରିଥିଲେ, ସେସମସ୍ତେ ଭୋଜନ କଲେ।
The Israelite people who ate some of the Passover meat were those who had returned from exile and had separated themselves from the uncleanness of the people of the land and sought Yahweh, the God of Israel.
22 ପୁଣି, ସାତ ଦିନ ଆନନ୍ଦରେ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ; କାରଣ ସଦାପ୍ରଭୁ ସେମାନଙ୍କୁ ଆନନ୍ଦିତ କରିଥିଲେ ଓ ଇସ୍ରାଏଲର ପରମେଶ୍ୱର, ପରମେଶ୍ୱରଙ୍କ ଗୃହକାର୍ଯ୍ୟରେ ସେମାନଙ୍କ ହସ୍ତ ସବଳ କରିବା ନିମନ୍ତେ ସେମାନଙ୍କ ପ୍ରତି ଅଶୂରୀୟ ରାଜାର ଅନ୍ତଃକରଣ ଫେରାଇଥିଲେ।
They joyfully celebrated the Festival of Unleavened Bread for seven days, for Yahweh had brought them joy and turned the heart of Assyria's king to strengthen their hands in the work of his house, the house of the God of Israel.