< ଏଜ୍ରା 6 >

1 ସେତେବେଳେ ଦାରୀୟାବସ ରାଜା ଆଜ୍ଞା କରନ୍ତେ, ବାବିଲସ୍ଥ ଯେଉଁ ପୁସ୍ତକାଳୟରେ ଧନ ସଞ୍ଚିତ ହେଲା, ତାହା ଅନୁସନ୍ଧାନ କରାଗଲା।
Allora il re Dario ordinò che si facessero delle ricerche nella casa degli archivi dov’erano riposti i tesori a Babilonia;
2 ପୁଣି, ମାଦୀୟ ପ୍ରଦେଶସ୍ଥ ଅକ୍ଷ୍ମଥା ନାମକ ରାଜଗୃହରେ ଏକ ନଳାକାର ପୁସ୍ତକ ପ୍ରାପ୍ତ ହେଲା, ତହିଁ ମଧ୍ୟରେ ସ୍ମରଣାର୍ଥେ ଏରୂପ ଲେଖା ହୋଇଥିଲା।
e nel castello d’Ahmetha, ch’è nella provincia di Media, si trovò un rotolo, nel quale stava scritto così:
3 “କୋରସ୍‍ ରାଜାଙ୍କ ରାଜତ୍ଵର ପ୍ରଥମ ବର୍ଷରେ କୋରସ୍‍ ରାଜା ଯିରୂଶାଲମସ୍ଥିତ ପରମେଶ୍ୱରଙ୍କ ଗୃହ ବିଷୟରେ ଏହି ଆଜ୍ଞା କଲେ, ଲୋକମାନଙ୍କ ବଳିଦାନ ସ୍ଥାନ ସେହି ଗୃହ ନିର୍ମିତ ହେଉ ଓ ତହିଁର ଭିତ୍ତିମୂଳ ଦୃଢ଼ ରୂପେ ସ୍ଥାପିତ ହେଉ; ତହିଁର ଉଚ୍ଚତା ଷାଠିଏ ହାତ ଓ ତହିଁର ପ୍ରସ୍ଥ ଷାଠିଏ ହାତ ହେଉ;
“Memoria. Il primo anno del re Ciro, il re Ciro ha pubblicato quest’editto, concernente la casa di Dio a Gerusalemme: La casa sia riedificata per essere un luogo dove si offrono dei sacrifizi; e le fondamenta che se ne getteranno, siano solide. Abbia sessanta cubiti d’altezza, sessanta cubiti di larghezza,
4 ତାହା ତିନି ଧାଡ଼ି ବଡ଼ ବଡ଼ ପ୍ରସ୍ତରରେ ଓ ଏକ ଧାଡ଼ି ନୂତନ କଡ଼ିକାଠରେ ଗୁନ୍ଥାଯାଉ; ଆଉ, ରାଜଗୃହରୁ ତହିଁର ବ୍ୟୟ ଦିଆଯାଉ;
tre ordini di blocchi di pietra e un ordine di travatura nuova; e la spesa sia pagata dalla casa reale.
5 ଆହୁରି, ପରମେଶ୍ୱରଙ୍କ ଗୃହର ଯେସକଳ ସୁନା ଓ ରୂପାର ପାତ୍ର ନବୂଖଦ୍‍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ନେଇ ବାବିଲକୁ ଆଣିଥିଲା, ତାହାସବୁ ଫେରାଇ ଦିଆଯାଉ, ପୁଣି ପ୍ରତ୍ୟେକ ପାତ୍ର ପୁନର୍ବାର ଯିରୂଶାଲମସ୍ଥ ମନ୍ଦିରର ସ୍ୱ ସ୍ୱ ସ୍ଥାନକୁ ଅଣାଯାଉ, ଆଉ ତୁମ୍ଭେ ପରମେଶ୍ୱରଙ୍କ ଗୃହରେ ତାହାସବୁ ରଖ।”
E inoltre, gli utensili d’oro e d’argento della casa di Dio, che Nebucadnetsar avea tratti dal tempio di Gerusalemme e trasportati a Babilonia, siano restituiti e riportati al tempio di Gerusalemme, nel luogo dov’erano prima, e posti nella casa di Dio”.
6 “ଏହେତୁ ହେ ତତ୍ତନୟ, ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ, ହେ ଶଥର-ବୋଷଣୟ, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ସଙ୍ଗୀ ନଦୀ ସେପାରିସ୍ଥ ଅଫର୍ସଖୀୟମାନେ, ସେଠାରୁ ଦୂରରେ ଥାଅ;
“Or dunque tu, Tattenai, governatore d’oltre il fiume, tu, Scethar-Boznai, e voi, loro colleghi d’Afarsak, che state di là dal fiume, statevene lontani da quel luogo!
7 ପରମେଶ୍ୱରଙ୍କ ଏହି ଗୃହର କାର୍ଯ୍ୟରେ ହସ୍ତ ଦିଅ ନାହିଁ; ଯିହୁଦୀୟମାନଙ୍କର ଅଧ୍ୟକ୍ଷ ଓ ଯିହୁଦୀୟମାନଙ୍କର ପ୍ରାଚୀନବର୍ଗ ପରମେଶ୍ୱରଙ୍କ ଏହି ଗୃହ ସ୍ୱ ସ୍ଥାନରେ ନିର୍ମାଣ କରନ୍ତୁ।
Lasciate continuare i lavori di quella casa di Dio; il governatore de’ Giudei e gli anziani de’ Giudei riedifichino quella casa di Dio nel sito di prima.
8 ଆହୁରି, ପରମେଶ୍ୱରଙ୍କର ଏହି ଗୃହ ନିର୍ମାଣ କରିବା ନିମନ୍ତେ ତୁମ୍ଭମାନଙ୍କର ଏହି ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ଆଜ୍ଞା କରୁଅଛୁ; ସେମାନଙ୍କର ବାଧା ଯେପରି ନ ଜନ୍ମେ, ଏଥିପାଇଁ ସେହି ଲୋକମାନଙ୍କୁ ରାଜସମ୍ପତ୍ତିରୁ, ଅର୍ଥାତ୍‍, ନଦୀ ସେପାରିସ୍ଥ ରାଜ-କରରୁ ଅତି ଯତ୍ନପୂର୍ବକ ବ୍ୟୟ ଦିଆଯାଉ।
E questo è l’ordine ch’io do relativamente al vostro modo di procedere verso quegli anziani de’ Giudei nella ricostruzione di quella casa di Dio: le spese, detratte dalle entrate del re provenienti dai tributi d’oltre il fiume, siano puntualmente pagate a quegli uomini, affinché i lavori non siano interrotti.
9 ପୁଣି, ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ହୋମବଳି ନିମନ୍ତେ ଯିରୂଶାଲମସ୍ଥ ଯାଜକମାନଙ୍କ ବାକ୍ୟାନୁସାରେ ଯୁବା ବୃଷ ଓ ମେଷ ଓ ମେଷଶାବକ, ଗହମ, ଲବଣ, ଦ୍ରାକ୍ଷାରସ ଓ ତୈଳ, ଯାହା ଯାହା ସେମାନଙ୍କର ପ୍ରୟୋଜନ, ତାହାସବୁ ଦିନକୁ ଦିନ ବିନା ବାଧାରେ ସେମାନଙ୍କୁ ଦିଆଯାଉ;
E le cose necessarie per gli olocausti all’Iddio dei cieli: vitelli, montoni, agnelli; e frumento, sale, vino, olio, siano forniti ai sacerdoti di Gerusalemme a loro richiesta, giorno per giorno e senza fallo,
10 ତହିଁରେ ସେମାନେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସୌରଭାର୍ଥକ ବଳି ଉତ୍ସର୍ଗ କରିବେ, ଆଉ ରାଜାର ଓ ତାହାର ପୁତ୍ରମାନଙ୍କର ଜୀବନ ନିମନ୍ତେ ପ୍ରାର୍ଥନା କରିବେ।
affinché offrano sacrifizi di odor soave all’Iddio del cielo, e preghino per la vita del re e de’ suoi figliuoli.
11 ଆହୁରି ମୁଁ ଆଜ୍ଞା କରୁଅଛି ଯେ, ଯେକେହି ଏହି ବାକ୍ୟ ଅନ୍ୟଥା କରିବ, ତାହାର ଗୃହରୁ ଏକ କଡ଼ି ବାହାର କରାଯାଇ ସେହି କାଷ୍ଠରେ ସେ ବନ୍ଧା ହୋଇ ଟଙ୍ଗାଯାଉ; ପୁଣି, ତହିଁ ଲାଗି ତାହାର ଗୃହ ଖତରାଶି କରାଯାଉ।
E questo è pure l’ordine ch’io do: Se qualcuno contravverrà a questo decreto, si tragga dalla casa di lui una trave, la si rizzi, vi sia egli inchiodato sopra, e la sua casa, per questo motivo, diventi un letamaio.
12 ଆଉ, ଯେଉଁ ଯେଉଁ ରାଜା ଓ ଗୋଷ୍ଠୀୟମାନେ ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଏହି ଗୃହ ବିନାଶ କରିବା ଅଭିପ୍ରାୟରେ ଉକ୍ତ ବାକ୍ୟ ଅନ୍ୟଥା କରିବାକୁ ହସ୍ତକ୍ଷେପ କରିବେ, ସେସମସ୍ତଙ୍କୁ ଯିରୂଶାଲମରେ ସ୍ୱନାମ-ସ୍ଥାପନକାରୀ ପରମେଶ୍ୱର ଉଚ୍ଛିନ୍ନ କରନ୍ତୁ। ମୁଁ ଦାରୀୟାବସ ଏହି ଆଜ୍ଞା ଦେଇଅଛି; ଏହା ଅତି ଯତ୍ନପୂର୍ବକ କରାଯାଉ।”
L’Iddio che ha fatto di quel luogo la dimora del suo nome, distrugga ogni re ed ogni popolo che stendesse la mano per trasgredire la mia parola, per distruggere la casa di Dio ch’è in Gerusalemme! Io, Dario, ho emanato questo decreto: sia eseguito con ogni prontezza”.
13 ତହିଁରେ ଦାରୀୟାବସ ରାଜା ଏହି ଆଜ୍ଞା ପଠାଇବାରୁ ନଦୀ ସେପାରିସ୍ଥ ଦେଶାଧ୍ୟକ୍ଷ ତତ୍ତନୟ ଓ ଶଥର-ବୋଷଣୟ ଓ ସେମାନଙ୍କ ସଙ୍ଗୀମାନେ ଅତି ଯତ୍ନପୂର୍ବକ ତଦନୁସାରେ କର୍ମ କଲେ।
Allora Tattenai, governatore d’oltre il fiume, Scethar-Boznai e i loro colleghi, poiché il re Dario avea così decretato, eseguirono puntualmente i suoi ordini.
14 ଏଥିରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କର ଓ ଇଦ୍ଦୋର ପୁତ୍ର ଯିଖରୀୟଙ୍କ ଭବିଷ୍ୟଦ୍‍ବାକ୍ୟ ସହକାରେ ଯିହୁଦୀୟ ପ୍ରାଚୀନବର୍ଗ ମନ୍ଦିରକୁ ନିର୍ମାଣ କଲେ ଓ କୃତକାର୍ଯ୍ୟ ହେଲେ। ଆଉ, ସେମାନେ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ଓ ପାରସ୍ୟ ରାଜା କୋରସ୍‍ ଓ ଦାରୀୟାବସ ଓ ଅର୍ତ୍ତକ୍ଷସ୍ତର ଆଜ୍ଞାନୁସାରେ ନିର୍ମାଣ କରି ସମାପ୍ତ କଲେ।
E gli anziani de’ Giudei tirarono innanzi e fecero progredire la fabbrica, aiutati dalle parole ispirate del profeta Aggeo, e di Zaccaria figliuolo d’Iddo. E finirono i loro lavori di costruzione secondo il comandamento dell’Iddio d’Israele, e secondo gli ordini di Ciro, di Dario e d’Artaserse, re di Persia.
15 ଦାରୀୟାବସ ରାଜାର ରାଜତ୍ଵର ଷଷ୍ଠ ବର୍ଷରେ ଅଦର ନାମକ ମାସର ତୃତୀୟ ଦିନରେ ଏହି ଗୃହ ସମାପ୍ତ ହେଲା।
E la casa fu finita il terzo giorno del mese d’Adar, il sesto anno del regno di Dario.
16 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ, ଯାଜକମାନେ ଓ ଲେବୀୟମାନେ ଓ ବନ୍ଦୀତ୍ୱର ଅବଶିଷ୍ଟ ସନ୍ତାନଗଣ ଆନନ୍ଦରେ ପରମେଶ୍ୱରଙ୍କ ଏହି ଗୃହର ପ୍ରତିଷ୍ଠା-ଉତ୍ସବ ପାଳନ କଲେ।
I figliuoli d’Israele, i sacerdoti, i Leviti e gli altri reduci dalla cattività celebrarono con gioia la dedicazione di questa casa di Dio.
17 ପୁଣି, ପରମେଶ୍ୱରଙ୍କ ଏହି ଗୃହର ପ୍ରତିଷ୍ଠା ସମୟରେ ସେମାନେ ଏକ ଶହ ବୃଷ, ଦୁଇ ଶହ ମେଷ, ଚାରି ଶହ ମେଷଶାବକ ଉତ୍ସର୍ଗ କଲେ; ଆଉ, ସମଗ୍ର ଇସ୍ରାଏଲର ପାପାର୍ଥକ ବଳିଦାନ ନିମନ୍ତେ ଇସ୍ରାଏଲୀୟ ଗୋଷ୍ଠୀର ସଂଖ୍ୟାନୁସାରେ ବାରଗୋଟି ଛାଗ ଉତ୍ସର୍ଗ କଲେ।
E per la dedicazione di questa casa di Dio offrirono cento giovenchi, duecento montoni quattrocento agnelli; e come sacrifizio per il peccato per tutto Israele, dodici capri, secondo il numero delle tribù d’Israele.
18 ପୁଣି, ସେମାନେ ମୋଶା-ପୁସ୍ତକର ଲିଖନାନୁସାରେ ଯିରୂଶାଲମରେ ପରମେଶ୍ୱରଙ୍କ ସେବାର୍ଥେ ଯାଜକମାନଙ୍କୁ ସେମାନଙ୍କ ବିଭାଗାନୁସାରେ ଓ ଲେବୀୟମାନଙ୍କୁ ସେମାନଙ୍କ ପାଳି ଅନୁସାରେ ନିଯୁକ୍ତ କଲେ।
E stabilirono i sacerdoti secondo le loro classi, e i Leviti secondo le loro divisioni, per il servizio di Dio a Gerusalemme, come sta scritto nel libro di Mosè.
19 ଏଥିଉତ୍ତାରେ ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ବନ୍ଦୀତ୍ୱର ସନ୍ତାନଗଣ ନିସ୍ତାର ପର୍ବ ପାଳନ କଲେ।
Poi, i reduci dalla cattività celebrarono la Pasqua il quattordicesimo giorno del primo mese,
20 କାରଣ ଯାଜକମାନେ ଓ ଲେବୀୟମାନେ ଏକତ୍ର ଆପଣାମାନଙ୍କୁ ଶୁଚି କଲେ; ସେସମସ୍ତେ ଶୁଚି ହୋଇଥିଲେ; ଏଣୁ ସେମାନେ ବନ୍ଦୀତ୍ୱର ସମଗ୍ର ସନ୍ତାନ ନିମନ୍ତେ, ଆପଣା ଯାଜକ-ଭ୍ରାତୃଗଣ ନିମନ୍ତେ ଓ ଆପଣାମାନଙ୍କ ନିମନ୍ତେ ନିସ୍ତାର ପର୍ବର ବଳି ବଧ କଲେ।
poiché i sacerdoti e i Leviti s’erano purificati come se non fossero stati che un sol uomo; tutti erano puri; e immolarono la Pasqua per tutti i reduci dalla cattività, per i sacerdoti loro fratelli, e per loro stessi.
21 ଆଉ, ବନ୍ଦୀତ୍ୱର ପୁନରାଗତ ଇସ୍ରାଏଲ-ସନ୍ତାନଗଣ ଓ ଯେଉଁମାନେ ସେମାନଙ୍କର ପକ୍ଷ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କର ଅନ୍ୱେଷଣ କରିବା ପାଇଁ ଦେଶ ନିବାସୀ ଅନ୍ୟଦେଶୀୟମାନଙ୍କର ଅଶୁଚିତାରୁ ଆପଣାମାନଙ୍କୁ ପୃଥକ କରିଥିଲେ, ସେସମସ୍ତେ ଭୋଜନ କଲେ।
Così i figliuoli d’Israele ch’eran tornati dalla cattività e tutti quelli che s’eran separati dall’impurità della gente del paese e che s’unirono a loro per cercare l’Eterno, l’Iddio d’Israele, mangiarono la Pasqua.
22 ପୁଣି, ସାତ ଦିନ ଆନନ୍ଦରେ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ; କାରଣ ସଦାପ୍ରଭୁ ସେମାନଙ୍କୁ ଆନନ୍ଦିତ କରିଥିଲେ ଓ ଇସ୍ରାଏଲର ପରମେଶ୍ୱର, ପରମେଶ୍ୱରଙ୍କ ଗୃହକାର୍ଯ୍ୟରେ ସେମାନଙ୍କ ହସ୍ତ ସବଳ କରିବା ନିମନ୍ତେ ସେମାନଙ୍କ ପ୍ରତି ଅଶୂରୀୟ ରାଜାର ଅନ୍ତଃକରଣ ଫେରାଇଥିଲେ।
E celebrarono con gioia la festa degli azzimi per sette giorni, perché l’Eterno li avea rallegrati, e avea piegato in lor favore il cuore del re d’Assiria, in modo da fortificare le loro mani nell’opera della casa di Dio, dell’Iddio d’Israele.

< ଏଜ୍ରା 6 >