< ଏଜ୍ରା 7 >

1 ଏହିସବୁ ଘଟଣା ଉତ୍ତାରେ ପାରସ୍ୟ ରାଜା ଅର୍ତ୍ତକ୍ଷସ୍ତର ଅଧିକାର ସମୟରେ ସରାୟର ପୁତ୍ର ଏଜ୍ରା ବାବିଲରୁ ଯାତ୍ରା କଲା; ଉକ୍ତ ସରାୟ ଅସରୀୟର ସନ୍ତାନ, ଅସରୀୟ ହିଲ୍‍କୀୟର ସନ୍ତାନ,
در زمان سلطنت اردشیر، پادشاه پارس، مردی زندگی می‌کرد به نام عِزرا. عِزرا پسر سرایا بود، سرایا پسر عزریا، عزریا پسر حلقیا،
2 ହିଲ୍‍କୀୟ ଶଲ୍ଲୁମ୍‍ର ସନ୍ତାନ, ଶଲ୍ଲୁମ୍‍ ସାଦୋକର ସନ୍ତାନ, ସାଦୋକ ଅହୀଟୂବ୍‍ର ସନ୍ତାନ,
حلقیا پسر شلوم، شلوم پسر صادوق، صادوق پسر اخیطوب،
3 ଅହୀଟୂବ୍‍ ଅମରୀୟର ସନ୍ତାନ, ଅମରୀୟ ଅସରୀୟର ସନ୍ତାନ, ଅସରୀୟ ମରାୟୋତ୍‍ର ସନ୍ତାନ,
اخیطوب پسر امریا، امریا پسر عزریا، عزریا پسر مرایوت،
4 ମରାୟୋତ୍‍ ସରହୀୟର ସନ୍ତାନ, ସରହୀୟ ଉଷିର ସନ୍ତାନ, ଉଷି ବୁକ୍କିର ସନ୍ତାନ,
مرایوت پسر زرحیا، زرحیا پسر عزی، عزی پسر بقی،
5 ବୁକ୍କି ଅବୀଶୂୟର ସନ୍ତାନ, ଅବୀଶୂୟ ପୀନହସ୍‍ର ସନ୍ତାନ, ପୀନହସ୍‍ ଇଲୀୟାସରର ସନ୍ତାନ, ଇଲିୟାସର ପ୍ରଧାନ ଯାଜକ ହାରୋଣଙ୍କର ପୁତ୍ର।
بقی پسر ابیشوع، ابیشوع پسر فینحاس، فینحاس پسر العازار و العازار پسر هارون کاهن اعظم.
6 ଏହି ଏଜ୍ରା ବାବିଲରୁ ପ୍ରସ୍ଥାନ କଲେ; ସେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ପ୍ରଦତ୍ତ ମୋଶାଙ୍କ ବ୍ୟବସ୍ଥାରେ ନିପୁଣ ଅଧ୍ୟାପକ ଥିଲେ; ପୁଣି, ତାଙ୍କ ପ୍ରତି ତାଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ହସ୍ତର ସହାୟତା ପ୍ରମାଣେ ରାଜା ତାହାର ସମସ୍ତ ପ୍ରାର୍ଥିତ ବିଷୟ ତାହାଙ୍କୁ ପ୍ରଦାନ କଲେ।
عِزرا از علمای دین یهود بود و کتاب تورات را که خداوند به‌وسیلۀ موسی به قوم اسرائیل داده بود، خوب می‌دانست. اردشیر پادشاه هر چه عِزرا می‌خواست به وی می‌داد، زیرا خداوند، خدایش با او بود. عِزرا بابِل را ترک گفت
7 ଆଉ, ଅର୍ତ୍ତକ୍ଷସ୍ତ ରାଜାର ସପ୍ତମ ବର୍ଷରେ ଇସ୍ରାଏଲ ସନ୍ତାନମାନଙ୍କର ଓ ଯାଜକମାନଙ୍କର ଓ ଲେବୀୟମାନଙ୍କର କେତେକ ଲୋକ, ପୁଣି ଗାୟକମାନେ ଓ ଦ୍ୱାରପାଳମାନେ ଓ ନଥୀନୀୟମାନେ ଯିରୂଶାଲମକୁ ଗଲେ।
و همراه عده‌ای از یهودیان و نیز کاهنان، لاویان، نوازندگان، نگهبانان و خدمتگزاران خانهٔ خدا به اورشلیم رفت. ایشان روز اول ماه اول از سال هفتم سلطنت اردشیر از بابِل حرکت کردند و به یاری خدا روز اول ماه پنجم همان سال، به سلامت به اورشلیم رسیدند.
8 ଆଉ, ଏଜ୍ରା ପଞ୍ଚମ ମାସରେ, ଅର୍ଥାତ୍‍, ରାଜାର ସେହି ସପ୍ତମ ବର୍ଷରେ ଯିରୂଶାଲମରେ ଉପସ୍ଥିତ ହେଲେ।
9 କାରଣ, ସେ ପ୍ରଥମ ମାସର ପ୍ରଥମ ଦିନ ବାବିଲରୁ ଯାତ୍ରା ଆରମ୍ଭ କଲେ, ପୁଣି ତାଙ୍କ ପ୍ରତି ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେ ପଞ୍ଚମ ମାସର ପ୍ରଥମ ଦିନରେ ଯିରୂଶାଲମରେ ଉପସ୍ଥିତ ହେଲେ।
10 ଯେଣୁ ଏଜ୍ରା ସଦାପ୍ରଭୁଙ୍କ ବ୍ୟବସ୍ଥା ଅନୁସନ୍ଧାନ ଓ ପାଳନ କରିବାକୁ, ପୁଣି ଇସ୍ରାଏଲ ମଧ୍ୟରେ ବିଧି ଓ ଶାସନ ଶିକ୍ଷା ଦେବାକୁ ଆପଣା ମନ ନିବେଶ କରିଥିଲେ।
عِزرا زندگی خود را وقف مطالعهٔ تورات و به کار بستن دستورهای آن و تعلیم احکامش به مردم اسرائیل نموده بود.
11 ଅର୍ତ୍ତକ୍ଷସ୍ତ ରାଜା ଅଧ୍ୟାପକ ଏଜ୍ରା ଯାଜକକୁ, ଅର୍ଥାତ୍‍, ସଦାପ୍ରଭୁଙ୍କ ଆଜ୍ଞାବାକ୍ୟର ଓ ଇସ୍ରାଏଲ ପ୍ରତି ତାହାଙ୍କ ବିଧିର ଅଧ୍ୟାପକକୁ ଯେଉଁ ପତ୍ର ଦେଇଥିଲା, ତହିଁର ପ୍ରତିଲିପି ଏହି, ଯଥା,
این است متن نامه‌ای که اردشیر پادشاه به عِزرای کاهن و کاتب داد. (عِزرا در امور مربوط به فرمانهای خداوند و فرایض او به اسرائیل شخص صاحب‌نظری بود):
12 “ରାଜାଧିରାଜ ଅର୍ତ୍ତକ୍ଷସ୍ତ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ବ୍ୟବସ୍ଥାଧ୍ୟାପକ, ସିଦ୍ଧ, ଇତ୍ୟାଦି ଏଜ୍ରା ଯାଜକ ପ୍ରତି,
از اردشیر پادشاه، به عِزرای کاهن و عالم شریعت خدای آسمان.
13 ମୁଁ ଆଜ୍ଞା କରୁଅଛି ଯେ, ମୋʼ ରାଜ୍ୟସ୍ଥିତ ଇସ୍ରାଏଲ ମଧ୍ୟରୁ ଯେତେ ଲୋକ, ପୁଣି ସେମାନଙ୍କର ଯାଜକ ଓ ଲେବୀୟମାନେ ଯିରୂଶାଲମକୁ ସ୍ୱେଚ୍ଛାରେ ଯିବାକୁ ମନ କରନ୍ତି, ସେମାନେ ତୁମ୍ଭ ସଙ୍ଗେ ଯାଉନ୍ତୁ।
به این وسیله فرمان می‌دهم که از تمام مردم اسرائیل و کاهنان و لاویانی که در سراسر قلمرو سرزمین من به سر می‌برند، هر که بخواهد می‌تواند همراه تو به اورشلیم بازگردد.
14 କାରଣ ତୁମ୍ଭ ହସ୍ତସ୍ଥିତ ତୁମ୍ଭ ପରମେଶ୍ୱରଙ୍କ ବ୍ୟବସ୍ଥା ପ୍ରମାଣେ ଯିହୁଦା ଓ ଯିରୂଶାଲମର ତତ୍ତ୍ୱାନୁସନ୍ଧାନ କରିବାକୁ,
تو از طرف من و هفت مشاورم به اورشلیم و یهودا فرستاده می‌شوی تا بر اساس قوانین خدایت وضع مردم آنجا را تحقیق کنی.
15 ପୁଣି, ଯିରୂଶାଲମରେ ଯାହାଙ୍କର ଆବାସ ଅଛି, ଇସ୍ରାଏଲର ସେହି ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ରାଜା ଓ ତାଙ୍କ ମନ୍ତ୍ରୀଗଣର ସ୍ଵେଚ୍ଛାଦତ୍ତ ସୁନା ଓ ରୂପା,
در ضمن طلا و نقره‌ای را که ما به خدای اسرائیل تقدیم می‌کنیم و طلا و نقره‌ای را که اهالی بابِل می‌دهند، همراه با هدایایی که یهودیان و کاهنان برای خانهٔ خدا تقدیم می‌کنند، با خود به اورشلیم ببر.
16 ଆଉ, ବାବିଲର ସମୁଦାୟ ପ୍ରଦେଶରେ ତୁମ୍ଭେ ଯେସମସ୍ତ ରୂପା ଓ ସୁନା ପାଇବ, ପୁଣି ଲୋକମାନେ ଓ ଯାଜକମାନେ ସେମାନଙ୍କ ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହ ନିମନ୍ତେ ସ୍ଵେଚ୍ଛାପୂର୍ବକ ଯାହା ଦେବେ, ସେହି ସବୁ ସ୍ଵେଚ୍ଛାଦତ୍ତ ଉପହାର ନେବା ନିମନ୍ତେ ତୁମ୍ଭେ ରାଜା ଓ ତାଙ୍କ ସପ୍ତ ମନ୍ତ୍ରୀ ଦ୍ୱାରା ପ୍ରେରିତ ହେଉଅଛ;
17 ଏହେତୁ ତୁମ୍ଭେ ଏହି ମୁଦ୍ରା ଦ୍ୱାରା ଯତ୍ନପୂର୍ବକ ବୃଷ, ମେଷ, ମେଷଶାବକ ଓ ତହିଁ ସଙ୍ଗେ ନିରୂପିତ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ କ୍ରୟ କରି ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହର ଯଜ୍ଞବେଦି ଉପରେ ଉତ୍ସର୍ଗ କରିବ।
وقتی به آنجا رسیدی قبل از هر چیز با این هدایا، گاوها، قوچها، بره‌ها، و موادی را که برای هدایای آردی و نوشیدنی لازم است خریداری کن و تمام آنها را روی مذبح خانهٔ خدای خود تقدیم نما.
18 ଆଉ, ଅବଶିଷ୍ଟ ରୂପା ଓ ସୁନାରେ ତୁମ୍ଭକୁ ଓ ତୁମ୍ଭ ଭ୍ରାତୃବର୍ଗଙ୍କୁ ଯାହା କରିବାକୁ ଭଲ ଦିଶିବ, ତାହା ତୁମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଇଚ୍ଛା ପ୍ରମାଣେ କରିବ।
بقیهٔ هدایا را به هر طریقی که تو و برادرانت صلاح می‌دانید و مطابق خواست خدای شماست به کار ببرید.
19 ପୁଣି, ତୁମ୍ଭ ପରମେଶ୍ୱରଙ୍କ ଗୃହର ସେବାର୍ଥକ ଯେସକଳ ପାତ୍ର ତୁମ୍ଭକୁ ଦିଆଯାଉଅଛି, ତାହାସବୁ ତୁମ୍ଭେ ଯିରୂଶାଲମର ପରମେଶ୍ୱରଙ୍କ ସମ୍ମୁଖରେ ସମର୍ପଣ କର।
لوازمی را که ما برای خانهٔ خدای شما در اورشلیم می‌دهیم به خدای خود تقدیم کنید.
20 ପୁଣି, ତୁମ୍ଭ ପରମେଶ୍ୱରଙ୍କ ଗୃହ ନିମନ୍ତେ ପ୍ରୟୋଜନୀୟ ଆଉ ଯାହା କିଛି ତୁମ୍ଭକୁ ଦେବାକୁ ପଡ଼ିବ, ତାହା ରାଜାଙ୍କ ଭଣ୍ଡାର ଗୃହରୁ ଦିଅ।
اگر چیز دیگری برای خانهٔ خدا احتیاج داشتید می‌توانید از خزانهٔ سلطنتی دریافت نمایید.
21 ଆଉ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ବ୍ୟବସ୍ଥାଧ୍ୟାପକ ଏଜ୍ରା ଯାଜକ ତୁମ୍ଭମାନଙ୍କଠାରୁ ଯାହା ଯାହା ଚାହିଁବ,
من، اردشیر پادشاه، به تمام خزانه‌دارها در مناطق غرب رود فرات دستور می‌دهم که هر چه عِزرا، کاهن و عالم شریعت خدای آسمان، از شما درخواست نماید تا سه هزار و چهارصد کیلوگرم نقره، ده هزار کیلوگرم گندم، دو هزار لیتر شراب، دو هزار لیتر روغن زیتون و هر مقدار نمک که لازم باشد فوری به او بدهید.
22 ତାହାସବୁ ଏକ ଶହ ତାଳନ୍ତ ପର୍ଯ୍ୟନ୍ତ ରୂପା ଓ ଏକ ଶହ ମହଣ ପର୍ଯ୍ୟନ୍ତ ଗହମ ଓ ଏକ ଶହ ମହଣ ପର୍ଯ୍ୟନ୍ତ ଦ୍ରାକ୍ଷାରସ ଓ ଏକ ଶହ ମହଣ ପର୍ଯ୍ୟନ୍ତ ତୈଳ ଓ ଅପରିମିତ ଲବଣ ଯତ୍ନପୂର୍ବକ ଦେବା ପାଇଁ ଆମ୍ଭେ ଅର୍ତ୍ତକ୍ଷସ୍ତ ରାଜା ନଦୀ ସେପାରିସ୍ଥ ସମସ୍ତ କୋଷାଧ୍ୟକ୍ଷଙ୍କୁ ଆଜ୍ଞା କରୁଅଛୁ।
23 ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଦ୍ୱାରା ଯାହା ଯାହା ଆଜ୍ଞା କରାଯାଇଅଛି, ତାହାସବୁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଗୃହ ନିମନ୍ତେ ଠିକ୍ ରୂପେ କରାଯାଉ; କାରଣ ରାଜା ଓ ତାଙ୍କ ପୁତ୍ରଗଣର ରାଜ୍ୟ ବିରୁଦ୍ଧରେ କାହିଁକି କୋପ ବର୍ତ୍ତିବ?
هر چه خدای آسمان فرموده باشد، بدون تأخیر برای خانهٔ او بجا آورید، مبادا خشم خدا بر من و خاندانم نازل شود.
24 ଆହୁରି, ଯାଜକମାନଙ୍କର ଓ ଲେବୀୟମାନଙ୍କର, ଗାୟକମାନଙ୍କର, ଦ୍ୱାରପାଳମାନଙ୍କର, ନଥୀନୀୟମାନଙ୍କର ଓ ପରମେଶ୍ୱରଙ୍କ ଏହି ଗୃହର ସେବକମାନଙ୍କର କାହାରି ଉପରେ କର, ରାଜସ୍ୱ ବା ମାଶୁଲ ବସାଇବା ବ୍ୟବସ୍ଥା ବିରୁଦ୍ଧ ହେବ ବୋଲି ଆମ୍ଭେମାନେ ତୁମ୍ଭମାନଙ୍କୁ ଜଣାଉଅଛୁ।
همچنین اعلان می‌کنم که تمام کاهنان، لاویان، نوازندگان، نگهبانان، خدمتگزاران و سایر کارکنان خانهٔ خدا از پرداخت هرگونه مالیات معاف هستند.
25 ଆଉ, ହେ ଏଜ୍ରା, ତୁମ୍ଭ ପରମେଶ୍ୱରଙ୍କ ବିଷୟକ ଯେଉଁ ଜ୍ଞାନ ତୁମ୍ଭ ହସ୍ତରେ ଅଛି, ତଦନୁସାରେ ନଦୀ ସେପାରିସ୍ଥ ସମସ୍ତ ଲୋକଙ୍କର ବିଚାରାର୍ଥେ ଯେଉଁମାନେ ତୁମ୍ଭ ପରମେଶ୍ୱରଙ୍କ ବ୍ୟବସ୍ଥା ଜାଣନ୍ତି, ଏପରି ଶାସନକର୍ତ୍ତା ଓ ବିଚାରକର୍ତ୍ତାମାନଙ୍କୁ ତୁମ୍ଭେ ନିଯୁକ୍ତ କର; ଆଉ, ଯେ ତାହା ନ ଜାଣେ, ତାହାକୁ ତୁମ୍ଭେମାନେ ଶିକ୍ଷା ଦିଅ।
و تو ای عِزرا، با حکمتی که خدا به تو داده است، حکام و قضاتی را که شریعت خدایت را می‌دانند برای رسیدگی به مسائل مردم غرب رود فرات انتخاب کن. اگر آنها با شریعت خدای تو آشنا نباشند، باید ایشان را تعلیم دهی.
26 ଆଉ, ଯେକେହି ତୁମ୍ଭ ପରମେଶ୍ୱରଙ୍କ ବ୍ୟବସ୍ଥା ଓ ରାଜ-ବ୍ୟବସ୍ଥା ପାଳିବାକୁ ଅସମ୍ମତ ହେବ, ସେହି ଦୋଷ ପ୍ରାଣଦଣ୍ଡର କି ନିର୍ବାସନର କି ଅର୍ଥଦଣ୍ଡର କି କାରାଦଣ୍ଡର ଯୋଗ୍ୟ ହେଉ ପଛେ, ଯତ୍ନପୂର୍ବକ ତାହାର ଶାସନ କରାଯିବ।”
اگر کسی نخواهد از شریعت خدای تو و دستور پادشاه اطاعت کند، باید بی‌درنگ مجازات شود؛ مجازات او یا مرگ است یا تبعید، یا ضبط اموال یا زندان.
27 ଯେଉଁ ସଦାପ୍ରଭୁ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହ ଶୋଭାନ୍ୱିତ କରିବାକୁ ରାଜାର ଅନ୍ତଃକରଣକୁ ଏରୂପ ଉଦ୍ଦୀପିତ କରିଅଛନ୍ତି,
سپس عِزرا اینطور دعا کرد: «سپاس بر خداوند، خدای اجداد ما که این اشتیاق را در دل پادشاه گذاشت تا خانهٔ خداوند را که در اورشلیم است زینت دهد.
28 ଆଉ, ରାଜାର ଓ ତାହାର ମନ୍ତ୍ରୀଗଣର ଓ ରାଜାର ପରାକ୍ରାନ୍ତ ଅଧିପତି ସମସ୍ତଙ୍କ ସାକ୍ଷାତରେ ମୋʼ ପ୍ରତି ଦୟା ପ୍ରକାଶ କରିଅଛନ୍ତି, ସେ ଧନ୍ୟ ହେଉନ୍ତୁ। ଏହିରୂପେ ମୋʼ ପ୍ରତି ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ହସ୍ତର ସହାୟତା ପ୍ରମାଣେ ମୁଁ ସବଳ ହେଲି ଓ ମୋʼ ସଙ୍ଗେ ଯାତ୍ରା କରିବାକୁ ଇସ୍ରାଏଲ ମଧ୍ୟରୁ ପ୍ରଧାନ ଲୋକଙ୍କୁ ଏକତ୍ର କଲି।
خداوند، خدایم را شکر می‌کنم که مرا مقبول پادشاه و مشاوران و تمام مقامات مقتدرش گردانید و به من قوت بخشید تا بتوانم سران طایفه‌های اسرائیل را جمع کنم تا با من به اورشلیم بازگردند.»

< ଏଜ୍ରା 7 >