< ଏଜ୍ରା 8 >
1 ଅର୍ତ୍ତକ୍ଷସ୍ତ ରାଜାର ଅଧିକାର ସମୟରେ ଆପଣା ଆପଣା ପିତୃବଂଶର ଯେଉଁ ପ୍ରଧାନବର୍ଗ ଆମ୍ଭ ସଙ୍ଗେ ବାବିଲରୁ ଯାତ୍ରା କଲେ, ସେମାନଙ୍କର ବଂଶାବଳୀ ଏହି, ଯଥା,
Y estas son las cabezas de sus padres, y genealogía de aquellos que subieron conmigo de Babilonia, reinando el rey Artajerjes:
2 ପୀନହସ୍ର ସନ୍ତାନଗଣ ମଧ୍ୟରୁ ଗେର୍ଶୋମ; ଈଥାମରର ସନ୍ତାନଗଣ ମଧ୍ୟରୁ ଦାନିୟେଲ; ଦାଉଦଙ୍କର ସନ୍ତାନଗଣ ମଧ୍ୟରୁ ହଟୂଶ୍।
De los hijos de Finees, Gersón; de los hijos de Itamar, Daniel; de los hijos de David, Hatús;
3 ଶଖନୀୟର ସନ୍ତାନଗଣ ମଧ୍ୟରୁ; ପରିୟୋଶର ସନ୍ତାନଗଣ ମଧ୍ୟରୁ ଜିଖରୀୟ ଓ ପୁରୁଷମାନଙ୍କ ବଂଶାବଳୀ କ୍ରମେ ତାହା ସଙ୍ଗେ ଗଣିତ ଏକ ଶହ ପଚାଶ ଜଣ।
de los hijos de Secanías y de los hijos de Paros, Zacarías, y con él, genealogía de varones, ciento cincuenta;
4 ପହତ୍-ମୋୟାବର ସନ୍ତାନଗଣ ମଧ୍ୟରୁ ସରହୀୟର ପୁତ୍ର ଇଲୀହୋଐନୟ ଓ ତାହା ସଙ୍ଗେ ଦୁଇ ଶହ ପୁରୁଷ।
de los hijos de Pahat-moab, Elioenai, hijo de Zeraías, y con él doscientos varones;
5 ଶଖନୀୟର ସନ୍ତାନଗଣ ମଧ୍ୟରୁ ଯହସୀୟେଲର ପୁତ୍ର; ତାହା ସଙ୍ଗେ ତିନି ଶହ ପୁରୁଷ।
de los hijos de Secanías, el hijo de Jahaziel, y con él trescientos varones;
6 ଆଉ, ଆଦୀନର ସନ୍ତାନଗଣ ମଧ୍ୟରୁ ଯୋନାଥନର ପୁତ୍ର ଏବଦ୍ ଓ ତାହା ସଙ୍ଗେ ପଚାଶ ପୁରୁଷ।
de los hijos de Adín, Ebed, hijo de Jonatán, y con él cincuenta varones;
7 ପୁଣି, ଏଲମ୍ର ସନ୍ତାନଗଣ ମଧ୍ୟରୁ ଅଥଲୀୟର ପୁତ୍ର ଯିଶାୟାହ ଓ ତାହା ସଙ୍ଗେ ସତୁରି ପୁରୁଷ।
de los hijos de Elam, Jesaías, hijo de Atalías, y con él setenta varones;
8 ଆଉ, ଶଫଟୀୟର ସନ୍ତାନଗଣ ମଧ୍ୟରୁ ମୀଖାୟେଲର ପୁତ୍ର ସବଦୀୟ ଓ ତାହା ସଙ୍ଗେ ଅଶୀ ପୁରୁଷ।
y de los hijos de Sefatías, Zebadías, hijo de Micael, y con él ochenta varones;
9 ଯୋୟାବର ସନ୍ତାନଗଣ ମଧ୍ୟରୁ ଯିହୀୟେଲର ପୁତ୍ର ଓବଦୀୟ ଓ ତାହା ସଙ୍ଗେ ଦୁଇ ଶହ ଅଠର ପୁରୁଷ।
de los hijos de Joab, Obadías, hijo de Jehiel, y con él doscientos dieciocho varones;
10 ଆଉ, ଶଲୋମୀତ୍ର ସନ୍ତାନଗଣ ମଧ୍ୟରୁ ଯୋଷିଫୀୟର ପୁତ୍ର ଓ ତାହା ସଙ୍ଗେ ଏକ ଶହ ଷାଠିଏ ପୁରୁଷ।
y de los hijos de Selomit, el hijo de Josifías, y con él ciento sesenta varones;
11 ପୁଣି, ବେବୟର ସନ୍ତାନଗଣ ମଧ୍ୟରୁ ବେବୟର ପୁତ୍ର ଜିଖରୀୟ ଓ ତାଙ୍କ ସଙ୍ଗେ ଅଠାଇଶ ପୁରୁଷ।
y de los hijos de Bebai, Zacarías, hijo de Bebai, y con él veintiocho varones;
12 ଅସ୍ଗଦର ସନ୍ତାନଗଣ ମଧ୍ୟରୁ ହକାଟନର ପୁତ୍ର ଯୋହାନନ୍ ଓ ତାହା ସଙ୍ଗେ ଏକ ଶହ ଦଶ ପୁରୁଷ।
y de los hijos de Azgad, Johanán, hijo de Hacatán, y con él ciento diez varones;
13 ଆଉ, ଅଦୋନୀକାମର ସନ୍ତାନଗଣ ମଧ୍ୟରୁ କନିଷ୍ଠମାନେ ଓ ସେମାନଙ୍କ ନାମ ଏହି, ଇଲୀଫେଲଟ୍, ଯିୟୀୟେଲ୍ ଓ ଶମୟୀୟ; ସେମାନଙ୍କ ସଙ୍ଗେ ଷାଠିଏ ପୁରୁଷ।
y de los hijos de Adonicam, los postreros, cuyos nombres son éstos, Elifelet, Jeiel, y Semaías, y con ellos sesenta varones;
14 ଆଉ, ବିଗ୍ବୟର ସନ୍ତାନଗଣ ମଧ୍ୟରୁ ଊଥୟ ଓ ସକ୍କୁର ଓ ସେମାନଙ୍କ ସଙ୍ଗେ ସତୁରି ପୁରୁଷ।
y de los hijos de Bigvai, Utai y Zabud, y con ellos sesenta varones.
15 ପୁଣି, ମୁଁ ଏମାନଙ୍କୁ ଅହବାଗାମିନୀ ନଦୀ ନିକଟରେ ଏକତ୍ର କଲି; ଆଉ, ସେଠାରେ ଆମ୍ଭେମାନେ ଛାଉଣି କରି ତିନି ଦିନ ରହିଲୁ; ଏଥିରେ ମୁଁ ଲୋକମାନଙ୍କୁ ଓ ଯାଜକମାନଙ୍କୁ ନିରୀକ୍ଷଣ କରି ଲେବୀର ସନ୍ତାନଗଣ ମଧ୍ୟରୁ କାହାକୁ ପାଇଲି ନାହିଁ।
Y los junté junto al río que viene a Ahava, y reposamos allí tres días; y habiendo buscado entre el pueblo y entre los sacerdotes, no hallé allí de los hijos de Leví.
16 ତେବେ ମୁଁ ଇଲୀୟେଜର, ଅରୀୟେଲ, ଶମୟୀୟ, ଇଲ୍ନାଥନ୍, ଯାରିବ, ଇଲ୍ନାଥନ୍, ନାଥନ, ଜିଖରୀୟ ଓ ମଶୁଲ୍ଲମ୍, ଏହି ପ୍ରଧାନ ଲୋକମାନଙ୍କୁ; ମଧ୍ୟ ଯୋୟାରୀବ୍ ଓ ଇଲ୍ନାଥନ୍ ଶିକ୍ଷକମାନଙ୍କୁ ଡାକିବାକୁ ଲୋକ ପଠାଇଲି।
Entonces despaché a Eliezer, y a Ariel, y a Semaías, y a Elnatán, y a Jarib, y Elnatán, y a Natán, y a Zacarías, y a Mesulam, principales; asimismo a Joiarib y a Elnatán, sabios;
17 ଏଥିଉତ୍ତାରେ ମୁଁ ସେମାନଙ୍କୁ କାସିଫିଆ ନାମକ ସ୍ଥାନର ପ୍ରଧାନ ଲୋକ ଇଦ୍ଦୋ ନିକଟକୁ ପଠାଇଲି; ପୁଣି, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ନିମନ୍ତେ ଆମ୍ଭମାନଙ୍କ ନିକଟକୁ ପରିଚାରକମାନଙ୍କୁ ଆଣ ବୋଲି କାସିଫିଆ ସ୍ଥାନସ୍ଥ ଇଦ୍ଦୋକୁ ଓ ତାହାର ଭ୍ରାତୃଗଣ ନଥୀନୀୟମାନଙ୍କୁ କହିବା ପାଇଁ ମୁଁ ସେମାନଙ୍କୁ ଆଦେଶ କଲି।
y los envié a Iddo, capitán en el lugar de Casifia, y puse en boca de ellos las palabras que habían de hablar a Iddo, y a sus hermanos los netineos en el lugar de Casifia, para que nos trajesen ministros para la Casa de nuestro Dios.
18 ତହୁଁ ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେମାନେ ଇସ୍ରାଏଲର ପୌତ୍ର, ଲେବୀର ପୁତ୍ର ମହଲିର ସନ୍ତାନଗଣ ମଧ୍ୟରୁ ଏକ ଜଣ ପ୍ରବୀଣ ଲୋକକୁ; ପୁଣି, ଶେରେବୀୟ ଓ ତାହାର ପୁତ୍ର ଓ ଭ୍ରାତୃଗଣ ସମେତ ଅଠର ଜଣକୁ;
Y nos trajeron (según la buena mano de nuestro Dios sobre nosotros), un varón entendido de los hijos de Mahli, hijo de Leví, hijo de Israel; y a Serebías con sus hijos y sus hermanos, dieciocho;
19 ଆଉ, ହଶବୀୟ ଓ ତାହା ସଙ୍ଗେ ମରାରି-ସନ୍ତାନଗଣ ମଧ୍ୟରୁ ଯିଶାୟାହ, ତାହାର ଭ୍ରାତୃଗଣ ଓ ସେମାନଙ୍କ ପୁତ୍ରଗଣ ସମେତ କୋଡ଼ିଏ ଜଣକୁ;
y a Hasabías, y con él a Isaía ( Jesaías ) de los hijos de Merari, a sus hermanos y a sus hijos, veinte;
20 ଆଉ, ଦାଉଦ ଓ ଅଧିପତିମାନେ ଯେଉଁ ନଥୀନୀୟମାନଙ୍କୁ ଲେବୀୟମାନଙ୍କ ସେବାକାର୍ଯ୍ୟ ନିମନ୍ତେ ଦେଇଥିଲେ, ସେମାନଙ୍କ ମଧ୍ୟରୁ ଦୁଇ ଶହ କୋଡ଼ିଏ ଜଣ ନଥୀନୀୟ ଲୋକ ଆଣିଲେ; ଏସମସ୍ତଙ୍କ ନାମ ଲିଖିତ ହେଲା।
Y de los netineos, a quienes David con los príncipes puso para el ministerio de los levitas, doscientos veinte netineos, todos los cuales fueron declarados por sus nombres.
21 ଏଥିଉତ୍ତାରେ ଆମ୍ଭମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ବାଳକ ବାଳିକା ଓ ସକଳ ସମ୍ପତ୍ତି ନିମନ୍ତେ ଏକ ସରଳ ପଥ ପ୍ରାର୍ଥନା କରିବା ଅଭିପ୍ରାୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ଆପଣାମାନଙ୍କୁ ନମ୍ର କରିବା ପାଇଁ ଆମ୍ଭେ ଅହବା ନଦୀ ନିକଟରେ ଉପବାସର ଘୋଷଣା କଲୁ।
Y publiqué ayuno allí junto al río de Ahava, para afligirnos delante de nuestro Dios, para buscar de él camino derecho para nosotros, y para nuestros niños, y para toda nuestra hacienda.
22 କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କର ସାହାଯ୍ୟ କରଣାର୍ଥେ ରାଜାଙ୍କୁ ଏକ ଦଳ ସୈନ୍ୟ ଓ ଅଶ୍ୱାରୂଢ଼ ମାଗିବାକୁ ଆମ୍ଭର ଲଜ୍ଜାବୋଧ ହେଲା; “ଯେହେତୁ ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରନ୍ତି, ସେସମସ୍ତଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କ ପ୍ରତି ତାହାଙ୍କ ହସ୍ତର ସହାୟତା ଅଛି; ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତଙ୍କ ପ୍ରତିକୂଳରେ ତାହାଙ୍କର ପରାକ୍ରମ ଓ କୋପ ଅଛି।” ଏହି କଥା ଆମ୍ଭେମାନେ ରାଜାଙ୍କୁ କହିଥିଲୁ।
Porque tuve vergüenza de pedir al rey tropa y gente de a caballo que nos defendiesen del enemigo en el camino; porque habíamos hablado al rey, diciendo: La mano de nuestro Dios es sobre todos los que le buscan para bien; mas su fortaleza y su furor sobre todos los que le dejan.
23 ଏହେତୁ ଆମ୍ଭେମାନେ ଉପବାସ କଲୁ ଓ ତହିଁ ନିମନ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ବିନତି କଲୁ; ତହିଁରେ ସେ ଆମ୍ଭମାନଙ୍କ ପ୍ରତି ପ୍ରସନ୍ନ ହେଲେ।
Ayunamos pues, y buscamos a nuestro Dios sobre esto, y él nos fue propicio.
24 ତହୁଁ ମୁଁ ଯାଜକମାନଙ୍କ ମଧ୍ୟରୁ ବାର ଜଣ ପ୍ରଧାନ ଲୋକଙ୍କୁ, ଅର୍ଥାତ୍, ଶେରେବୀୟ, ହଶବୀୟ ଓ ସେମାନଙ୍କ ସହିତ ସେମାନଙ୍କର ଦଶ ଜଣ ଭ୍ରାତାଙ୍କୁ ପୃଥକ କଲି;
Aparté luego doce de los principales de los sacerdotes, a Serebías y a Hasabías, y con ellos diez de sus hermanos;
25 ଆଉ, ରାଜା ଓ ତାହାର ମନ୍ତ୍ରୀଗଣ ଓ ତାହାର ଅଧିପତିମାନେ ଓ ଉପସ୍ଥିତ ଇସ୍ରାଏଲ ଲୋକ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ନିମନ୍ତେ ଯେଉଁ ରୂପା ଓ ସୁନା ଓ ପାତ୍ରସକଳ ଉପହାର ରୂପେ ପ୍ରଦାନ କରିଥିଲେ, ତାହା ସେମାନଙ୍କୁ ତୌଲି ଦେଲି;
y les pesé la plata, y el oro, y los vasos; la ofrenda para la Casa de nuestro Dios que habían ofrecido el rey, y sus consultores, y sus príncipes, todos los que se hallaron de Israel.
26 ମୁଁ ସେମାନଙ୍କ ହସ୍ତରେ ଛଅ ଶହ ପଚାଶ ତାଳନ୍ତ ରୂପା ଓ ଶହେ ତାଳନ୍ତ ରୌପ୍ୟମୟ ପାତ୍ର; ଶହେ ତାଳନ୍ତ ସୁନା;
Pesé, pues, en manos de ellos seiscientos cincuenta talentos de plata, y vasos de plata por cien talentos, y cien talentos de oro;
27 ଏକ ହଜାର ଡ୍ରାକ୍ମା (ଗ୍ରୀସ୍ଦେଶୀୟ ମୁଦ୍ରା) ମୂଲ୍ୟର କୋଡ଼ିଏ ସ୍ୱର୍ଣ୍ଣମୟ ପାତ୍ର, ପୁଣି ସ୍ୱର୍ଣ୍ଣ ତୁଲ୍ୟ ବହୁମୂଲ୍ୟ, ଉତ୍ତମ ଉଜ୍ଜ୍ୱଳ ପିତ୍ତଳର ଦୁଇ ପାତ୍ର ତୌଲି ଦେଲି।
además veinte tazones de oro, por mil dracmas; y dos vasos de bronce limpio muy bueno, preciados como el oro.
28 ପୁଣି, ମୁଁ ସେମାନଙ୍କୁ କହିଲି, “ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟ ଓ ପାତ୍ରସକଳ ମଧ୍ୟ ପବିତ୍ର ଅଟେ; ଆଉ, ଏହି ରୂପା ଓ ସୁନା ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ଉପହାର ଅଟେ।
Y les dije: Vosotros sois santidad al SEÑOR, y los vasos son santidad; y la plata y el oro ofrenda voluntaria al SEÑOR, Dios de nuestros padres.
29 ସଦାପ୍ରଭୁଙ୍କ ଯିରୂଶାଲମସ୍ଥ ଗୃହର କୋଠରିରେ ପ୍ରଧାନ ଯାଜକବର୍ଗର ଓ ଲେବୀୟମାନଙ୍କର ଓ ଇସ୍ରାଏଲୀୟ ପିତୃ ବଂଶାଧିପତିମାନଙ୍କ ସାକ୍ଷାତରେ ଏହାସବୁ ତୌଲି ନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ସତର୍କ ହୁଅ ଓ ଏହାସବୁ ରକ୍ଷା କର।”
Velad, y guardadlos, hasta que los peséis delante de los príncipes de los sacerdotes y de los levitas, y de los príncipes de los padres de Israel en Jerusalén, en las cámaras de la Casa del SEÑOR.
30 ତହିଁରେ ଯାଜକମାନେ ଓ ଲେବୀୟମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହକୁ ଆଣିବା ପାଇଁ ସେହି ତୌଲା ରୂପା ଓ ସୁନା ଓ ପାତ୍ରସକଳ ଗ୍ରହଣ କଲେ।
Los sacerdotes y levitas recibieron el peso de la plata y del oro y de los vasos, para traerlo a Jerusalén a la Casa de nuestro Dios.
31 ଏଥିଉତ୍ତାରେ ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରିବା ନିମନ୍ତେ ପ୍ରଥମ ମାସର ଦ୍ୱାଦଶ ଦିନ ଅହବା ନଦୀ ନିକଟରୁ ପ୍ରସ୍ଥାନ କଲୁ; ଆମ୍ଭମାନଙ୍କ ପରମେଶ୍ୱରଙ୍କ ହସ୍ତ ଆମ୍ଭମାନଙ୍କର ସହାୟ ହେଲା, ଆଉ ପଥ ମଧ୍ୟରେ ସେ ଶତ୍ରୁ ଓ ଛକି ବସିବା ଲୋକ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କଲେ।
Y partimos del río de Ahava el doce del mes primero, para ir a Jerusalén; y la mano de nuestro Dios estaba sobre nosotros, el cual nos libró de mano del enemigo y del acechador en el camino.
32 ତହିଁରେ ଆମ୍ଭେମାନେ ଯିରୂଶାଲମରେ ଉପସ୍ଥିତ ହୋଇ ସେଠାରେ ତିନି ଦିନ ବିଶ୍ରାମ କଲୁ।
Y llegamos a Jerusalén, y reposamos allí tres días.
33 ତହୁଁ ଚତୁର୍ଥ ଦିନ ସେହି ରୂପା ଓ ସୁନା ଓ ପାତ୍ରସକଳ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରେ ତୌଲା ଯାଇ ଊରୀୟ ଯାଜକର ପୁତ୍ର ମରେମୋତ୍ ହସ୍ତରେ ଦିଆଗଲା; ତାହା ସଙ୍ଗେ ପୀନହସ୍ର ପୁତ୍ର ଇଲୀୟାସର ଥିଲା; ଆଉ, ସେମାନଙ୍କ ସଙ୍ଗେ ଯେଶୂୟର ପୁତ୍ର ଯୋଷାବଦ୍ ଓ ବିନ୍ନୁୟିର ପୁତ୍ର ନୋୟଦୀୟ, ଏହି ଲେବୀୟମାନେ ଥିଲେ;
Al cuarto día fue luego pesada la plata, y el oro, y los vasos, en la Casa de nuestro Dios, por mano de Meremot hijo de Urías sacerdote, y con él Eleazar hijo de Finees; y con ellos Jozabad hijo de Jesúa, y Noadías hijo de Binúi, levitas;
34 ସମଗ୍ର ଦ୍ରବ୍ୟ ଗଣିତ ଓ ପରିମିତ ହୋଇ ଦିଆଗଲା ଓ ସେହି ସମୟରେ ସେହିସବୁର ଓଜନ ଲେଖାଗଲା।
por cuenta y por peso todo; y se apuntó todo aquel peso en aquel tiempo.
35 ନିର୍ବାସନରୁ ଆଗତ ବନ୍ଦୀତ୍ୱର ସନ୍ତାନଗଣ ସମଗ୍ର ଇସ୍ରାଏଲ ନିମନ୍ତେ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ବାର ବୃଷ, ଛୟାନବେ ମେଷ, ସତସ୍ତରି ମେଷଶାବକ, ପାପାର୍ଥକ ବଳି ନିମନ୍ତେ ବାର ଛାଗ ଉତ୍ସର୍ଗ କଲେ; ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ବଳି ଥିଲା।
Los que habían venido de la cautividad, los hijos de la transmigración, ofrecieron holocaustos al Dios de Israel, doce becerros por todo Israel, noventa y seis carneros, setenta y siete corderos, doce machos cabríos por expiación; todo en holocausto al SEÑOR.
36 ଏଥିଉତ୍ତାରେ ସେମାନେ ନଦୀ ସେପାରିସ୍ଥ ରାଜପ୍ରତିନିଧିମାନଙ୍କୁ ଓ ଦେଶାଧ୍ୟକ୍ଷମାନଙ୍କୁ ରାଜାଜ୍ଞା ପତ୍ର ସମର୍ପଣ କଲେ; ତହିଁରେ ସେମାନେ ଲୋକମାନଙ୍କର ଓ ପରମେଶ୍ୱରଙ୍କ ଗୃହକାର୍ଯ୍ୟର ସାହାଯ୍ୟ କଲେ।
Y dieron los despachos del rey a sus gobernadores y capitanes del otro lado del río, los cuales favorecieron al pueblo y a la casa de Dios.