< ଏଜ୍ରା 8 >
1 ଅର୍ତ୍ତକ୍ଷସ୍ତ ରାଜାର ଅଧିକାର ସମୟରେ ଆପଣା ଆପଣା ପିତୃବଂଶର ଯେଉଁ ପ୍ରଧାନବର୍ଗ ଆମ୍ଭ ସଙ୍ଗେ ବାବିଲରୁ ଯାତ୍ରା କଲେ, ସେମାନଙ୍କର ବଂଶାବଳୀ ଏହି, ଯଥା,
Hawa ndio viongozi wa jamaa pamoja na wale walioandikwa ambao walikuja pamoja nami kutoka Babeli wakati wa utawala wa Mfalme Artashasta:
2 ପୀନହସ୍ର ସନ୍ତାନଗଣ ମଧ୍ୟରୁ ଗେର୍ଶୋମ; ଈଥାମରର ସନ୍ତାନଗଣ ମଧ୍ୟରୁ ଦାନିୟେଲ; ଦାଉଦଙ୍କର ସନ୍ତାନଗଣ ମଧ୍ୟରୁ ହଟୂଶ୍।
wa wazao wa Finehasi, alikuwa Gershoni; wa wazao wa Ithamari, alikuwa Danieli; wa wazao wa Daudi, alikuwa Hatushi
3 ଶଖନୀୟର ସନ୍ତାନଗଣ ମଧ୍ୟରୁ; ପରିୟୋଶର ସନ୍ତାନଗଣ ମଧ୍ୟରୁ ଜିଖରୀୟ ଓ ପୁରୁଷମାନଙ୍କ ବଂଶାବଳୀ କ୍ରମେ ତାହା ସଙ୍ଗେ ଗଣିତ ଏକ ଶହ ପଚାଶ ଜଣ।
wa wazao wa Shekania; wa wazao wa Paroshi, alikuwa Zekaria, na watu 150 walioandikishwa pamoja naye;
4 ପହତ୍-ମୋୟାବର ସନ୍ତାନଗଣ ମଧ୍ୟରୁ ସରହୀୟର ପୁତ୍ର ଇଲୀହୋଐନୟ ଓ ତାହା ସଙ୍ଗେ ଦୁଇ ଶହ ପୁରୁଷ।
wa wazao wa Pahath-Moabu, alikuwa Eliehoenai mwana wa Zerahia na wanaume 200 pamoja naye;
5 ଶଖନୀୟର ସନ୍ତାନଗଣ ମଧ୍ୟରୁ ଯହସୀୟେଲର ପୁତ୍ର; ତାହା ସଙ୍ଗେ ତିନି ଶହ ପୁରୁଷ।
wa wazao wa Zatu, alikuwa Shekania mwana wa Yahazieli na wanaume 300 pamoja naye;
6 ଆଉ, ଆଦୀନର ସନ୍ତାନଗଣ ମଧ୍ୟରୁ ଯୋନାଥନର ପୁତ୍ର ଏବଦ୍ ଓ ତାହା ସଙ୍ଗେ ପଚାଶ ପୁରୁଷ।
wa wazao wa Adini, alikuwa Ebedi mwana wa Yonathani na wanaume 50 pamoja naye;
7 ପୁଣି, ଏଲମ୍ର ସନ୍ତାନଗଣ ମଧ୍ୟରୁ ଅଥଲୀୟର ପୁତ୍ର ଯିଶାୟାହ ଓ ତାହା ସଙ୍ଗେ ସତୁରି ପୁରୁଷ।
wa wazao wa Elamu, alikuwa Yeshaya mwana wa Athalia, na wanaume 70 pamoja naye;
8 ଆଉ, ଶଫଟୀୟର ସନ୍ତାନଗଣ ମଧ୍ୟରୁ ମୀଖାୟେଲର ପୁତ୍ର ସବଦୀୟ ଓ ତାହା ସଙ୍ଗେ ଅଶୀ ପୁରୁଷ।
wa wazao wa Shefatia, alikuwa Zebadia mwana wa Mikaeli na wanaume 80 pamoja naye;
9 ଯୋୟାବର ସନ୍ତାନଗଣ ମଧ୍ୟରୁ ଯିହୀୟେଲର ପୁତ୍ର ଓବଦୀୟ ଓ ତାହା ସଙ୍ଗେ ଦୁଇ ଶହ ଅଠର ପୁରୁଷ।
wa wazao wa Yoabu, alikuwa Obadia mwana wa Yehieli na wanaume 218 pamoja naye;
10 ଆଉ, ଶଲୋମୀତ୍ର ସନ୍ତାନଗଣ ମଧ୍ୟରୁ ଯୋଷିଫୀୟର ପୁତ୍ର ଓ ତାହା ସଙ୍ଗେ ଏକ ଶହ ଷାଠିଏ ପୁରୁଷ।
wa wazao wa Bani, alikuwa Shelomithi mwana wa Yosifia na wanaume 160 pamoja naye;
11 ପୁଣି, ବେବୟର ସନ୍ତାନଗଣ ମଧ୍ୟରୁ ବେବୟର ପୁତ୍ର ଜିଖରୀୟ ଓ ତାଙ୍କ ସଙ୍ଗେ ଅଠାଇଶ ପୁରୁଷ।
wa wazao wa Bebai, alikuwa Zekaria mwana wa Bebai na wanaume 28 pamoja naye;
12 ଅସ୍ଗଦର ସନ୍ତାନଗଣ ମଧ୍ୟରୁ ହକାଟନର ପୁତ୍ର ଯୋହାନନ୍ ଓ ତାହା ସଙ୍ଗେ ଏକ ଶହ ଦଶ ପୁରୁଷ।
wa wazao wa Azgadi, alikuwa Yohanani mwana wa Hakatani na wanaume 110 pamoja naye;
13 ଆଉ, ଅଦୋନୀକାମର ସନ୍ତାନଗଣ ମଧ୍ୟରୁ କନିଷ୍ଠମାନେ ଓ ସେମାନଙ୍କ ନାମ ଏହି, ଇଲୀଫେଲଟ୍, ଯିୟୀୟେଲ୍ ଓ ଶମୟୀୟ; ସେମାନଙ୍କ ସଙ୍ଗେ ଷାଠିଏ ପୁରୁଷ।
wa wazao wa Adonikamu, hawa walikuwa wa mwisho ambao majina yao ni Elifeleti, Yeueli, Shemaya na wanaume 60 pamoja nao;
14 ଆଉ, ବିଗ୍ବୟର ସନ୍ତାନଗଣ ମଧ୍ୟରୁ ଊଥୟ ଓ ସକ୍କୁର ଓ ସେମାନଙ୍କ ସଙ୍ଗେ ସତୁରି ପୁରୁଷ।
wa wazao wa Bigwai, walikuwa Uthai na Zakuri na wanaume 70 pamoja nao.
15 ପୁଣି, ମୁଁ ଏମାନଙ୍କୁ ଅହବାଗାମିନୀ ନଦୀ ନିକଟରେ ଏକତ୍ର କଲି; ଆଉ, ସେଠାରେ ଆମ୍ଭେମାନେ ଛାଉଣି କରି ତିନି ଦିନ ରହିଲୁ; ଏଥିରେ ମୁଁ ଲୋକମାନଙ୍କୁ ଓ ଯାଜକମାନଙ୍କୁ ନିରୀକ୍ଷଣ କରି ଲେବୀର ସନ୍ତାନଗଣ ମଧ୍ୟରୁ କାହାକୁ ପାଇଲି ନାହିଁ।
Niliwakusanya kwenye mto utiririkao kuelekea Ahava, nasi tukapiga kambi pale siku tatu. Wakati nilipokagua kati ya watu na makuhani, sikuwapata Walawi.
16 ତେବେ ମୁଁ ଇଲୀୟେଜର, ଅରୀୟେଲ, ଶମୟୀୟ, ଇଲ୍ନାଥନ୍, ଯାରିବ, ଇଲ୍ନାଥନ୍, ନାଥନ, ଜିଖରୀୟ ଓ ମଶୁଲ୍ଲମ୍, ଏହି ପ୍ରଧାନ ଲୋକମାନଙ୍କୁ; ମଧ୍ୟ ଯୋୟାରୀବ୍ ଓ ଇଲ୍ନାଥନ୍ ଶିକ୍ଷକମାନଙ୍କୁ ଡାକିବାକୁ ଲୋକ ପଠାଇଲି।
Basi niliwaita Eliezeri, Arieli, Shemaya, Elnathani, Yaribu, Elnathani, Nathani, Zekaria na Meshulamu waliokuwa viongozi na Yoyaribu na Elnathani waliokuwa wasomi,
17 ଏଥିଉତ୍ତାରେ ମୁଁ ସେମାନଙ୍କୁ କାସିଫିଆ ନାମକ ସ୍ଥାନର ପ୍ରଧାନ ଲୋକ ଇଦ୍ଦୋ ନିକଟକୁ ପଠାଇଲି; ପୁଣି, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ନିମନ୍ତେ ଆମ୍ଭମାନଙ୍କ ନିକଟକୁ ପରିଚାରକମାନଙ୍କୁ ଆଣ ବୋଲି କାସିଫିଆ ସ୍ଥାନସ୍ଥ ଇଦ୍ଦୋକୁ ଓ ତାହାର ଭ୍ରାତୃଗଣ ନଥୀନୀୟମାନଙ୍କୁ କହିବା ପାଇଁ ମୁଁ ସେମାନଙ୍କୁ ଆଦେଶ କଲି।
nikawatuma kwa Ido kiongozi huko Kasifia. Niliwaambia watakayomwambia Ido na ndugu zake, watumishi wa Hekalu huko Kasifia, ili waweze kutuletea wahudumu kwa ajili ya nyumba ya Mungu wetu.
18 ତହୁଁ ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେମାନେ ଇସ୍ରାଏଲର ପୌତ୍ର, ଲେବୀର ପୁତ୍ର ମହଲିର ସନ୍ତାନଗଣ ମଧ୍ୟରୁ ଏକ ଜଣ ପ୍ରବୀଣ ଲୋକକୁ; ପୁଣି, ଶେରେବୀୟ ଓ ତାହାର ପୁତ୍ର ଓ ଭ୍ରାତୃଗଣ ସମେତ ଅଠର ଜଣକୁ;
Kwa sababu mkono wa neema wa Mungu wetu ulikuwa juu yetu, walituletea Sherebia, mtu mwenye uwezo kutoka wazao wa Mahli mwana wa Lawi, mwana wa Israeli, na wana wa Sherebia pamoja na ndugu zao wanaume kumi na wanane.
19 ଆଉ, ହଶବୀୟ ଓ ତାହା ସଙ୍ଗେ ମରାରି-ସନ୍ତାନଗଣ ମଧ୍ୟରୁ ଯିଶାୟାହ, ତାହାର ଭ୍ରାତୃଗଣ ଓ ସେମାନଙ୍କ ପୁତ୍ରଗଣ ସମେତ କୋଡ଼ିଏ ଜଣକୁ;
Naye Hashabia, pamoja na Yeshaya kutoka wazao wa Merari na ndugu zake na wapwa wake wanaume ishirini.
20 ଆଉ, ଦାଉଦ ଓ ଅଧିପତିମାନେ ଯେଉଁ ନଥୀନୀୟମାନଙ୍କୁ ଲେବୀୟମାନଙ୍କ ସେବାକାର୍ଯ୍ୟ ନିମନ୍ତେ ଦେଇଥିଲେ, ସେମାନଙ୍କ ମଧ୍ୟରୁ ଦୁଇ ଶହ କୋଡ଼ିଏ ଜଣ ନଥୀନୀୟ ଲୋକ ଆଣିଲେ; ଏସମସ୍ତଙ୍କ ନାମ ଲିଖିତ ହେଲା।
Vilevile walileta watumishi wa Hekalu 220, kikundi ambacho Daudi na maafisa walikuwa wamekiweka kusaidia Walawi. Wote walikuwa wameorodheshwa kwa majina.
21 ଏଥିଉତ୍ତାରେ ଆମ୍ଭମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ବାଳକ ବାଳିକା ଓ ସକଳ ସମ୍ପତ୍ତି ନିମନ୍ତେ ଏକ ସରଳ ପଥ ପ୍ରାର୍ଥନା କରିବା ଅଭିପ୍ରାୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ଆପଣାମାନଙ୍କୁ ନମ୍ର କରିବା ପାଇଁ ଆମ୍ଭେ ଅହବା ନଦୀ ନିକଟରେ ଉପବାସର ଘୋଷଣା କଲୁ।
Kando ya Mto Ahava, hapo nilitangaza kufunga, ili tujinyenyekeshe mbele za Mungu wetu na kumwomba kwa ajili ya kutujalia safari ya amani sisi na watoto wetu, pamoja na mali zetu zote.
22 କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କର ସାହାଯ୍ୟ କରଣାର୍ଥେ ରାଜାଙ୍କୁ ଏକ ଦଳ ସୈନ୍ୟ ଓ ଅଶ୍ୱାରୂଢ଼ ମାଗିବାକୁ ଆମ୍ଭର ଲଜ୍ଜାବୋଧ ହେଲା; “ଯେହେତୁ ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରନ୍ତି, ସେସମସ୍ତଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କ ପ୍ରତି ତାହାଙ୍କ ହସ୍ତର ସହାୟତା ଅଛି; ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତଙ୍କ ପ୍ରତିକୂଳରେ ତାହାଙ୍କର ପରାକ୍ରମ ଓ କୋପ ଅଛି।” ଏହି କଥା ଆମ୍ଭେମାନେ ରାଜାଙ୍କୁ କହିଥିଲୁ।
Niliona aibu kumwomba mfalme askari na wapanda farasi wa kutulinda njiani kutokana na adui zetu, kwa sababu tulikwisha kumwambia mfalme, “Mkono wa neema wa Mungu wetu uko juu ya kila mmoja anayemtafuta, lakini hasira yake kubwa ni dhidi ya wote wamwachao.”
23 ଏହେତୁ ଆମ୍ଭେମାନେ ଉପବାସ କଲୁ ଓ ତହିଁ ନିମନ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ବିନତି କଲୁ; ତହିଁରେ ସେ ଆମ୍ଭମାନଙ୍କ ପ୍ରତି ପ୍ରସନ୍ନ ହେଲେ।
Kwa hiyo tulifunga na kumwomba Mungu wetu kuhusu jambo hili, naye akajibu maombi yetu.
24 ତହୁଁ ମୁଁ ଯାଜକମାନଙ୍କ ମଧ୍ୟରୁ ବାର ଜଣ ପ୍ରଧାନ ଲୋକଙ୍କୁ, ଅର୍ଥାତ୍, ଶେରେବୀୟ, ହଶବୀୟ ଓ ସେମାନଙ୍କ ସହିତ ସେମାନଙ୍କର ଦଶ ଜଣ ଭ୍ରାତାଙ୍କୁ ପୃଥକ କଲି;
Kisha niliwatenga viongozi wa makuhani kumi na wawili, pamoja na Sherebia, Hashabia na ndugu zao kumi,
25 ଆଉ, ରାଜା ଓ ତାହାର ମନ୍ତ୍ରୀଗଣ ଓ ତାହାର ଅଧିପତିମାନେ ଓ ଉପସ୍ଥିତ ଇସ୍ରାଏଲ ଲୋକ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ନିମନ୍ତେ ଯେଉଁ ରୂପା ଓ ସୁନା ଓ ପାତ୍ରସକଳ ଉପହାର ରୂପେ ପ୍ରଦାନ କରିଥିଲେ, ତାହା ସେମାନଙ୍କୁ ତୌଲି ଦେଲି;
nami nikawapimia fedha, dhahabu na vifaa ambavyo mfalme, washauri wake, maafisa wake na Israeli wote waliokuwepo walikuwa wamevitoa sadaka kwa ajili ya nyumba ya Mungu wetu.
26 ମୁଁ ସେମାନଙ୍କ ହସ୍ତରେ ଛଅ ଶହ ପଚାଶ ତାଳନ୍ତ ରୂପା ଓ ଶହେ ତାଳନ୍ତ ରୌପ୍ୟମୟ ପାତ୍ର; ଶହେ ତାଳନ୍ତ ସୁନା;
Niliwapimia talanta 650 za fedha, vifaa vingine vya fedha vya uzito wa talanta mia moja, talanta mia moja za dhahabu,
27 ଏକ ହଜାର ଡ୍ରାକ୍ମା (ଗ୍ରୀସ୍ଦେଶୀୟ ମୁଦ୍ରା) ମୂଲ୍ୟର କୋଡ଼ିଏ ସ୍ୱର୍ଣ୍ଣମୟ ପାତ୍ର, ପୁଣି ସ୍ୱର୍ଣ୍ଣ ତୁଲ୍ୟ ବହୁମୂଲ୍ୟ, ଉତ୍ତମ ଉଜ୍ଜ୍ୱଳ ପିତ୍ତଳର ଦୁଇ ପାତ୍ର ତୌଲି ଦେଲି।
mabakuli ishirini ya dhahabu ya thamani ya darkoni elfu moja, na vyombo viwili vya shaba iliyosuguliwa, ya thamani kama dhahabu.
28 ପୁଣି, ମୁଁ ସେମାନଙ୍କୁ କହିଲି, “ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟ ଓ ପାତ୍ରସକଳ ମଧ୍ୟ ପବିତ୍ର ଅଟେ; ଆଉ, ଏହି ରୂପା ଓ ସୁନା ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ଉପହାର ଅଟେ।
Niliwaambia, “Ninyi pamoja na vyombo hivi ni wakfu kwa Bwana. Fedha na dhahabu ni sadaka ya hiari kwa Bwana, Mungu wa baba zenu.
29 ସଦାପ୍ରଭୁଙ୍କ ଯିରୂଶାଲମସ୍ଥ ଗୃହର କୋଠରିରେ ପ୍ରଧାନ ଯାଜକବର୍ଗର ଓ ଲେବୀୟମାନଙ୍କର ଓ ଇସ୍ରାଏଲୀୟ ପିତୃ ବଂଶାଧିପତିମାନଙ୍କ ସାକ୍ଷାତରେ ଏହାସବୁ ତୌଲି ନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ସତର୍କ ହୁଅ ଓ ଏହାସବୁ ରକ୍ଷା କର।”
Vilindeni kwa uangalifu mpaka mtakapovipima ndani ya vyumba vya nyumba ya Bwana katika Yerusalemu mbele ya makuhani, viongozi na Walawi pamoja na wakuu wa jamaa za Israeli.”
30 ତହିଁରେ ଯାଜକମାନେ ଓ ଲେବୀୟମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହକୁ ଆଣିବା ପାଇଁ ସେହି ତୌଲା ରୂପା ଓ ସୁନା ଓ ପାତ୍ରସକଳ ଗ୍ରହଣ କଲେ।
Ndipo makuhani na Walawi wakapokea fedha, dhahabu na vyombo vilivyowekwa wakfu ambavyo vilipimwa na kupelekwa katika nyumba ya Mungu wetu mjini Yerusalemu.
31 ଏଥିଉତ୍ତାରେ ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରିବା ନିମନ୍ତେ ପ୍ରଥମ ମାସର ଦ୍ୱାଦଶ ଦିନ ଅହବା ନଦୀ ନିକଟରୁ ପ୍ରସ୍ଥାନ କଲୁ; ଆମ୍ଭମାନଙ୍କ ପରମେଶ୍ୱରଙ୍କ ହସ୍ତ ଆମ୍ଭମାନଙ୍କର ସହାୟ ହେଲା, ଆଉ ପଥ ମଧ୍ୟରେ ସେ ଶତ୍ରୁ ଓ ଛକି ବସିବା ଲୋକ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କଲେ।
Tulianza safari kutoka Mto Ahava kwenda Yerusalemu kwenye siku ya kumi na mbili ya mwezi wa kwanza. Mkono wa Mungu wetu ulikuwa juu yetu, naye njiani alitulinda dhidi ya adui na wanyangʼanyi.
32 ତହିଁରେ ଆମ୍ଭେମାନେ ଯିରୂଶାଲମରେ ଉପସ୍ଥିତ ହୋଇ ସେଠାରେ ତିନି ଦିନ ବିଶ୍ରାମ କଲୁ।
Kwa hiyo tuliwasili Yerusalemu ambapo tulipumzika kwa siku tatu.
33 ତହୁଁ ଚତୁର୍ଥ ଦିନ ସେହି ରୂପା ଓ ସୁନା ଓ ପାତ୍ରସକଳ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରେ ତୌଲା ଯାଇ ଊରୀୟ ଯାଜକର ପୁତ୍ର ମରେମୋତ୍ ହସ୍ତରେ ଦିଆଗଲା; ତାହା ସଙ୍ଗେ ପୀନହସ୍ର ପୁତ୍ର ଇଲୀୟାସର ଥିଲା; ଆଉ, ସେମାନଙ୍କ ସଙ୍ଗେ ଯେଶୂୟର ପୁତ୍ର ଯୋଷାବଦ୍ ଓ ବିନ୍ନୁୟିର ପୁତ୍ର ନୋୟଦୀୟ, ଏହି ଲେବୀୟମାନେ ଥିଲେ;
Katika siku ya nne, ndani ya nyumba ya Mungu wetu, tulipima fedha, dhahabu na vyombo vilivyowekwa wakfu, tukakabidhi mikononi mwa kuhani Meremothi mwana wa Uria. Eleazari mwana wa Finehasi alikuwa pamoja naye, pia walikuwako Walawi wawili, Yozabadi mwana wa Yeshua na Noadia mwana wa Binui.
34 ସମଗ୍ର ଦ୍ରବ୍ୟ ଗଣିତ ଓ ପରିମିତ ହୋଇ ଦିଆଗଲା ଓ ସେହି ସମୟରେ ସେହିସବୁର ଓଜନ ଲେଖାଗଲା।
Kila kitu kilihesabiwa kwa idadi na kupimwa kwa uzito, nao uzito wote uliandikwa wakati ule.
35 ନିର୍ବାସନରୁ ଆଗତ ବନ୍ଦୀତ୍ୱର ସନ୍ତାନଗଣ ସମଗ୍ର ଇସ୍ରାଏଲ ନିମନ୍ତେ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ବାର ବୃଷ, ଛୟାନବେ ମେଷ, ସତସ୍ତରି ମେଷଶାବକ, ପାପାର୍ଥକ ବଳି ନିମନ୍ତେ ବାର ଛାଗ ଉତ୍ସର୍ଗ କଲେ; ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ବଳି ଥିଲା।
Kisha mateka waliokuwa wamerudi kutoka utumwani wakatoa sadaka za kuteketezwa kwa moto kwa Mungu wa Israeli: mafahali kumi na wawili kwa ajili ya Israeli wote, kondoo dume tisini na sita, wana-kondoo sabini na saba na mbuzi dume kumi na wawili kuwa sadaka ya dhambi. Hii yote ilikuwa sadaka ya kuteketezwa kwa moto kwa Bwana.
36 ଏଥିଉତ୍ତାରେ ସେମାନେ ନଦୀ ସେପାରିସ୍ଥ ରାଜପ୍ରତିନିଧିମାନଙ୍କୁ ଓ ଦେଶାଧ୍ୟକ୍ଷମାନଙ୍କୁ ରାଜାଜ୍ଞା ପତ୍ର ସମର୍ପଣ କଲେ; ତହିଁରେ ସେମାନେ ଲୋକମାନଙ୍କର ଓ ପରମେଶ୍ୱରଙ୍କ ଗୃହକାର୍ଯ୍ୟର ସାହାଯ୍ୟ କଲେ।
Pia walikabidhi manaibu wa mfalme na watawala wa Ngʼambo ya Mto Frati maagizo ya mfalme, ambao baadaye walitoa msaada kwa watu na kwa nyumba ya Mungu.