< ଏଜ୍ରା 9 >

1 ଏହିସବୁ କର୍ମ ସମାପ୍ତ ହେଲା ଉତ୍ତାରେ ଅଧିପତିମାନେ ଆମ୍ଭ ନିକଟକୁ ଆସି କହିଲେ, “ଇସ୍ରାଏଲ ଲୋକମାନେ ଓ ଯାଜକମାନେ ଓ ଲେବୀୟମାନେ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ନ କରି ସେମାନଙ୍କର, ଅର୍ଥାତ୍‍, କିଣାନୀୟ, ହିତ୍ତୀୟ, ପରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସରୀୟ ଓ ଇମୋରୀୟମାନଙ୍କର ଘୃଣାଯୋଗ୍ୟ କର୍ମାନୁସାରେ କରୁଅଛନ୍ତି।
וּכְכַלּ֣וֹת אֵ֗לֶּה נִגְּשׁ֨וּ אֵלַ֤י הַשָּׂרִים֙ לֵאמֹ֔ר לֹֽא־נִבְדְּל֞וּ הָעָ֤ם יִשְׂרָאֵל֙ וְהַכֹּהֲנִ֣ים וְהַלְוִיִּ֔ם מֵעַמֵּ֖י הָאֲרָצ֑וֹת כְּ֠תוֹעֲבֹֽתֵיהֶם לַכְּנַעֲנִ֨י הַחִתִּ֜י הַפְּרִזִּ֣י הַיְבוּסִ֗י הָֽעַמֹּנִי֙ הַמֹּ֣אָבִ֔י הַמִּצְרִ֖י וְהָאֱמֹרִֽי׃
2 କାରଣ ସେମାନେ ଆପଣାମାନଙ୍କ ଓ ଆପଣାମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କର କନ୍ୟାଗଣଙ୍କୁ ଗ୍ରହଣ କରିଅଛନ୍ତି; ଏହିରୂପେ ପବିତ୍ର ବଂଶ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କ ସଙ୍ଗେ ଆପଣାମାନଙ୍କୁ ମିଶ୍ରିତ କରିଅଛନ୍ତି; ଆହୁରି, ଏହି ଅପରାଧରେ ଅଧିପତି ଓ ଶାସନକର୍ତ୍ତାମାନଙ୍କ ହସ୍ତ ପ୍ରଧାନ ହୋଇଅଛି।”
כִּֽי־נָשְׂא֣וּ מִבְּנֹֽתֵיהֶ֗ם לָהֶם֙ וְלִבְנֵיהֶ֔ם וְהִתְעָֽרְבוּ֙ זֶ֣רַע הַקֹּ֔דֶשׁ בְּעַמֵּ֖י הָאֲרָצ֑וֹת וְיַ֧ד הַשָּׂרִ֣ים וְהַסְּגָנִ֗ים הָֽיְתָ֛ה בַּמַּ֥עַל הַזֶּ֖ה רִאשׁוֹנָֽה׃ ס
3 ତହିଁରେ ମୁଁ ଏହି କଥା ଶୁଣନ୍ତେ, ଆପଣା ବସ୍ତ୍ର ଓ ଚୋଗା ଚିରି ଆପଣା ମସ୍ତକ ଓ ଦାଢ଼ିର କେଶ ଛିଣ୍ଡାଇ ବିସ୍ମିତ ହୋଇ ବସିଲି।
וּכְשָׁמְעִי֙ אֶת־הַדָּבָ֣ר הַזֶּ֔ה קָרַ֥עְתִּי אֶת־בִּגְדִ֖י וּמְעִילִ֑י וָאֶמְרְטָ֞ה מִשְּׂעַ֤ר רֹאשִׁי֙ וּזְקָנִ֔י וָאֵשְׁבָ֖ה מְשׁוֹמֵֽם׃
4 ସେତେବେଳେ ନିର୍ବାସିତ ଲୋକମାନଙ୍କ ଅପରାଧ ହେତୁରୁ ଇସ୍ରାଏଲର ପରମେଶ୍ୱରଙ୍କ ବାକ୍ୟରେ କମ୍ପିତ ପ୍ରତ୍ୟେକ ଲୋକ ମୋର ନିକଟରେ ଏକତ୍ରିତ ହେଲେ; ପୁଣି, ମୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟ ପର୍ଯ୍ୟନ୍ତ ବିସ୍ମିତ ହୋଇ ବସିଲି।
וְאֵלַ֣י יֵאָסְפ֗וּ כֹּ֤ל חָרֵד֙ בְּדִבְרֵ֣י אֱלֹהֵֽי־יִשְׂרָאֵ֔ל עַ֖ל מַ֣עַל הַגּוֹלָ֑ה וַאֲנִי֙ יֹשֵׁ֣ב מְשׁוֹמֵ֔ם עַ֖ד לְמִנְחַ֥ת הָעָֽרֶב׃
5 ତହୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟରେ ମୁଁ ଆପଣା ଦୁଃଖିତାବସ୍ଥାରୁ ଉଠିଲି, ମୋʼ ଦେହରେ ମୋହର ଚିରା ବସ୍ତ୍ର ଓ ଚୋଗା ଥିଲା; ପୁଣି, ମୁଁ ଆପଣା ଆଣ୍ଠୁପାତି ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ଆଡ଼େ ହସ୍ତ ବିସ୍ତାର କରି କହିଲି,
וּבְמִנְחַ֣ת הָעֶ֗רֶב קַ֚מְתִּי מִתַּֽעֲנִיתִ֔י וּבְקָרְעִ֥י בִגְדִ֖י וּמְעִילִ֑י וָֽאֶכְרְעָה֙ עַל־בִּרְכַּ֔י וָאֶפְרְשָׂ֥ה כַפַּ֖י אֶל־יְהוָ֥ה אֱלֹהָֽי׃
6 “ହେ ମୋହର ପରମେଶ୍ୱର, ମୁଁ ଲଜ୍ଜିତ ଅଛି, ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଆଡ଼େ ମୁଖ ଟେକିବାକୁ ବିଷଣ୍ଣ ଅଛି; କାରଣ ଆମ୍ଭମାନଙ୍କ ଅପରାଧ ଆମ୍ଭମାନଙ୍କ ମସ୍ତକର ଊର୍ଦ୍ଧ୍ୱରେ ବଢ଼ି ଉଠିଅଛି ଓ ଆମ୍ଭମାନଙ୍କ ଦୋଷ ଗଗନସ୍ପର୍ଶୀ ହୋଇଅଛି।
וָאֹמְרָ֗ה אֱלֹהַי֙ בֹּ֣שְׁתִּי וְנִכְלַ֔מְתִּי לְהָרִ֧ים אֱלֹהַ֛י פָּנַ֖י אֵלֶ֑יךָ כִּ֣י עֲוֹנֹתֵ֤ינוּ רָבוּ֙ לְמַ֣עְלָה רֹּ֔אשׁ וְאַשְׁמָתֵ֥נוּ גָדְלָ֖ה עַ֥ד לַשָּׁמָֽיִם׃
7 ଆମ୍ଭମାନଙ୍କ ପୂର୍ବପୁରୁଷଗଣର ସମୟଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେମାନେ ଅତିଶୟ ଦୋଷୀ ହୋଇଅଛୁ; ଆପଣାମାନଙ୍କ ଅପରାଧ ସକାଶୁ ଆଜିର ନ୍ୟାୟ ଆମ୍ଭେମାନେ, ଆମ୍ଭମାନଙ୍କ ରାଜାଗଣ ଓ ଆମ୍ଭମାନଙ୍କ ଯାଜକଗଣ ନାନା ଦେଶୀୟ ରାଜାଗଣ ହସ୍ତରେ, ଖଡ୍ଗରେ, ବନ୍ଦୀତ୍ୱରେ ଓ ଲୁଟରେ ଓ ମୁଖ ବିଷଣ୍ଣତାରେ ସମର୍ପିତ ହୋଇଅଛୁ।
מִימֵ֣י אֲבֹתֵ֗ינוּ אֲנַ֙חְנוּ֙ בְּאַשְׁמָ֣ה גְדֹלָ֔ה עַ֖ד הַיּ֣וֹם הַזֶּ֑ה וּבַעֲוֹנֹתֵ֡ינוּ נִתַּ֡נּוּ אֲנַחְנוּ֩ מְלָכֵ֨ינוּ כֹהֲנֵ֜ינוּ בְּיַ֣ד ׀ מַלְכֵ֣י הָאֲרָצ֗וֹת בַּחֶ֜רֶב בַּשְּׁבִ֧י וּבַבִּזָּ֛ה וּבְבֹ֥שֶׁת פָּנִ֖ים כְּהַיּ֥וֹם הַזֶּֽה׃
8 ପୁଣି, ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ କରିବେ ଓ ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କୁ କିଞ୍ଚିତ୍‍ ଆଶ୍ୱାସ ଦେବେ, ଏଥିପାଇଁ ରକ୍ଷାର୍ଥେ ଆମ୍ଭମାନଙ୍କୁ ଅବଶିଷ୍ଟ ରଖିବାକୁ ଓ ଆପଣା ପବିତ୍ର ସ୍ଥାନରେ ଆମ୍ଭମାନଙ୍କୁ ଏକ ଖୁଣ୍ଟି ଦେବାକୁ ବର୍ତ୍ତମାନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ କ୍ଷଣକାଳ ଅନୁଗ୍ରହ ପ୍ରକାଶିତ ହୋଇଅଛି।
וְעַתָּ֡ה כִּמְעַט־רֶגַע֩ הָיְתָ֨ה תְחִנָּ֜ה מֵאֵ֣ת ׀ יְהוָ֣ה אֱלֹהֵ֗ינוּ לְהַשְׁאִ֥יר לָ֙נוּ֙ פְּלֵיטָ֔ה וְלָתֶת־לָ֥נוּ יָתֵ֖ד בִּמְק֣וֹם קָדְשׁ֑וֹ לְהָאִ֤יר עֵינֵ֙ינוּ֙ אֱלֹהֵ֔ינוּ וּלְתִתֵּ֛נוּ מִֽחְיָ֥ה מְעַ֖ט בְּעַבְדֻתֵֽנוּ׃
9 କାରଣ ଆମ୍ଭେମାନେ ବନ୍ଦୀ ଲୋକ ଅଟୁ। ତଥାପି ଆମ୍ଭମାନଙ୍କ ବନ୍ଦୀ ଅବସ୍ଥାରେ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ପରିତ୍ୟାଗ କରି ନାହାନ୍ତି, ମାତ୍ର ଆମ୍ଭମାନଙ୍କୁ ଆଶ୍ୱାସ ଦେବା ପାଇଁ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସ୍ଥାପନ କରିବା ପାଇଁ ଓ ତହିଁର ଭଗ୍ନ ସ୍ଥାନ ପୁନଃନିର୍ମାଣ କରିବା ପାଇଁ, ପୁଣି ଯିହୁଦା ଓ ଯିରୂଶାଲମରେ ଆମ୍ଭମାନଙ୍କୁ ଏକ ପ୍ରାଚୀର ଦେବା ପାଇଁ ସେ ପାରସ୍ୟ ରାଜାଗଣ ଦୃଷ୍ଟିରେ ଆମ୍ଭମାନଙ୍କ ପ୍ରତି ଦୟା ପ୍ରକାଶ କରିଅଛନ୍ତି।
כִּֽי־עֲבָדִ֣ים אֲנַ֔חְנוּ וּבְעַבְדֻ֔תֵנוּ לֹ֥א עֲזָבָ֖נוּ אֱלֹהֵ֑ינוּ וַֽיַּט־עָלֵ֣ינוּ חֶ֡סֶד לִפְנֵי֩ מַלְכֵ֨י פָרַ֜ס לָֽתֶת־לָ֣נוּ מִֽחְיָ֗ה לְרוֹמֵ֞ם אֶת־בֵּ֤ית אֱלֹהֵ֙ינוּ֙ וּלְהַעֲמִ֣יד אֶת־חָרְבֹתָ֔יו וְלָֽתֶת־לָ֣נוּ גָדֵ֔ר בִּֽיהוּדָ֖ה וּבִירוּשָׁלִָֽם׃ ס
10 ଏବେ ହେ ଆମ୍ଭମାନଙ୍କ ପରମେଶ୍ୱର, ଏଥିଉତ୍ତାରେ ଆମ୍ଭେମାନେ ଆଉ କଅଣ କହିବା?
וְעַתָּ֛ה מַה־נֹּאמַ֥ר אֱלֹהֵ֖ינוּ אַֽחֲרֵי־זֹ֑את כִּ֥י עָזַ֖בְנוּ מִצְוֹתֶֽיךָ׃
11 ତୁମ୍ଭେ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଆଜ୍ଞା କରି କହିଥିଲ, ‘ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କ ଅଶୁଚିତା ଦ୍ୱାରା ଅଶୁଚି ଦେଶ ଅଟେ, ସେମାନଙ୍କର ଘୃଣାଯୋଗ୍ୟ କର୍ମ ଦେଶକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସେମାନଙ୍କ ଅଶୁଚିତାରେ ପରିପୂର୍ଣ୍ଣ କରିଅଛି।
אֲשֶׁ֣ר צִוִּ֗יתָ בְּיַ֨ד עֲבָדֶ֣יךָ הַנְּבִיאִים֮ לֵאמֹר֒ הָאָ֗רֶץ אֲשֶׁ֨ר אַתֶּ֤ם בָּאִים֙ לְרִשְׁתָּ֔הּ אֶ֤רֶץ נִדָּה֙ הִ֔יא בְּנִדַּ֖ת עַמֵּ֣י הָאֲרָצ֑וֹת בְּתוֹעֲבֹֽתֵיהֶ֗ם אֲשֶׁ֥ר מִלְא֛וּהָ מִפֶּ֥ה אֶל־פֶּ֖ה בְּטֻמְאָתָֽם׃
12 ଏହେତୁ ତୁମ୍ଭେମାନେ ଆପଣାମାନଙ୍କ କନ୍ୟାଗଣଙ୍କୁ ସେମାନଙ୍କ ପୁତ୍ରଗଣ ସହିତ ବିବାହ ଦିଅ ନାହିଁ, ଅବା ତୁମ୍ଭମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କ କନ୍ୟାଗଣଙ୍କୁ ଗ୍ରହଣ କର ନାହିଁ, କିଅବା ସେମାନଙ୍କ ଶାନ୍ତି ବା ଉନ୍ନତି କଦାପି ଚେଷ୍ଟା କର ନାହିଁ; ତହିଁରେ ତୁମ୍ଭେମାନେ ବଳବାନ ହେବ ଓ ଦେଶର ଉତ୍ତମ ଦ୍ରବ୍ୟ ଭୋଜନ କରିବ ଓ ସଦାକାଳ ଆପଣା ସନ୍ତାନଗଣର ଅଧିକାର ନିମନ୍ତେ ତାହା ରଖିଯିବ।’ ମାତ୍ର ଆମ୍ଭେମାନେ ତୁମ୍ଭର ଏହି ଆଜ୍ଞାସବୁ ପରିତ୍ୟାଗ କରିଅଛୁ।
וְ֠עַתָּה בְּֽנוֹתֵיכֶ֞ם אַל־תִּתְּנ֣וּ לִבְנֵיהֶ֗ם וּבְנֹֽתֵיהֶם֙ אַל־תִּשְׂא֣וּ לִבְנֵיכֶ֔ם וְלֹֽא־תִדְרְשׁ֧וּ שְׁלֹמָ֛ם וְטוֹבָתָ֖ם עַד־עוֹלָ֑ם לְמַ֣עַן תֶּחֶזְק֗וּ וַאֲכַלְתֶּם֙ אֶת־ט֣וּב הָאָ֔רֶץ וְהוֹרַשְׁתֶּ֥ם לִבְנֵיכֶ֖ם עַד־עוֹלָֽם׃
13 ଏଣୁ ହେ ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କ ଦୁଷ୍କର୍ମ ଓ ମହାଦୋଷ ସକାଶୁ ଆମ୍ଭମାନଙ୍କ ପ୍ରତି ଏହିସବୁ ଘଟିଲେ ହେଁ ତୁମ୍ଭେ ଯେ ଆମ୍ଭମାନଙ୍କ ଅପରାଧର ଉଚିତ ଦଣ୍ଡରୁ ଊଣା ଦଣ୍ଡ ଆମ୍ଭମାନଙ୍କୁ ଦେଇଅଛ ଓ ଆମ୍ଭମାନଙ୍କର ଏପରି ଅବଶିଷ୍ଟ ଲୋକ ରଖିଅଛ,
וְאַֽחֲרֵי֙ כָּל־הַבָּ֣א עָלֵ֔ינוּ בְּמַעֲשֵׂ֙ינוּ֙ הָרָעִ֔ים וּבְאַשְׁמָתֵ֖נוּ הַגְּדֹלָ֑ה כִּ֣י ׀ אַתָּ֣ה אֱלֹהֵ֗ינוּ חָשַׂ֤כְתָּֽ לְמַ֙טָּה֙ מֵֽעֲוֹנֵ֔נוּ וְנָתַ֥תָּה לָּ֛נוּ פְּלֵיטָ֖ה כָּזֹֽאת׃
14 ଏହା ଦେଖି ଆମ୍ଭେମାନେ କʼଣ ପୁନର୍ବାର ତୁମ୍ଭର ଆଜ୍ଞାଲଙ୍ଘନ କରିବୁ ଓ ଏହି ଘୃଣାଯୋଗ୍ୟ କର୍ମକାରୀ ଅନ୍ୟ ଗୋଷ୍ଠୀୟମାନଙ୍କ ସଙ୍ଗେ କୁଟୁମ୍ବିତା କରିବୁ? କଲେ ତୁମ୍ଭେ କʼଣ ଆମ୍ଭମାନଙ୍କୁ ନିଃଶେଷ କରିବା ପର୍ଯ୍ୟନ୍ତ କ୍ରୁଦ୍ଧ ହେବ ନାହିଁ? ତହିଁରେ କେହି ଅବଶିଷ୍ଟ କି ରକ୍ଷିତ ରହିବେ ନାହିଁ।
הֲנָשׁוּב֙ לְהָפֵ֣ר מִצְוֹתֶ֔יךָ וּ֨לְהִתְחַתֵּ֔ן בְּעַמֵּ֥י הַתֹּעֵב֖וֹת הָאֵ֑לֶּה הֲל֤וֹא תֶֽאֱנַף־בָּ֙נוּ֙ עַד־כַּלֵּ֔ה לְאֵ֥ין שְׁאֵרִ֖ית וּפְלֵיטָֽה׃ פ
15 ହେ ସଦାପ୍ରଭୋ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଧର୍ମମୟ ଅଟ; କାରଣ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ରକ୍ଷା ପାଇ ଅବଶିଷ୍ଟ ଅଛୁ; ଦେଖ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ନିଜ ଦୋଷରେ ଦୋଷୀ ହୋଇଅଛୁ; କାରଣ ତହିଁ ସକାଶୁ କେହି ତୁମ୍ଭ ଛାମୁରେ ଠିଆ ହୋଇପାରେ ନାହିଁ।”
יְהוָ֞ה אֱלֹהֵ֤י יִשְׂרָאֵל֙ צַדִּ֣יק אַ֔תָּה כִּֽי־נִשְׁאַ֥רְנוּ פְלֵיטָ֖ה כְּהַיּ֣וֹם הַזֶּ֑ה הִנְנ֤וּ לְפָנֶ֙יךָ֙ בְּאַשְׁמָתֵ֔ינוּ כִּ֣י אֵ֥ין לַעֲמ֛וֹד לְפָנֶ֖יךָ עַל־זֹֽאת׃ פ

< ଏଜ୍ରା 9 >